ଆଇଏଏସ ସ୍ତରରେ ରାଜ୍ୟ ସରକାର ବଡ଼ ଧରଣର ଅଦଳବଦଳ

- Advertisement -

ବିଷ୍ଣୁ ସେଠୀଙ୍କ ସ୍ଥାନରେ ପ୍ରଦୀପ ଜେନା । ବଦଳିଲେ ସ୍ୱତନ୍ତ୍ର ରିଲିଫ କମିଶନ । ଜଳସମ୍ପଦ ସଚିବ ପ୍ରଦୀପ କୁମାର ଜେନାଙ୍କୁ ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଭାବେ ବଦଳି କରାଯିବା ସହ ତାଙ୍କୁ ସ୍ବତନ୍ତ୍ର ରିଲିଫ କମିଶନର ଓ ଓସଡମାର ପରିଚାଳନା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି । ସେହିଭଳି ଗ୍ରାମ୍ୟ ଉନ୍ନୟନ ସଚିବ ମୋନା ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗର ପ୍ରମୁଖ ସଚିବ ଭାବେ ବଦଳି କରାଯାଇଛି । ଶିଳ୍ପ ବିଭାଗର ପ୍ରମୁଖ ସଚିବ ସଂଜୀବ ଚୋପ୍ରାଙ୍କୁ ଗୃହ ବିଭାଗର ପ୍ରମୁଖ ସଚିବ ଭାବେ ବଦଳି କରାଯାଇଛି । ସେ ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ବରେ ରହିବେ ।

କୃଷି ସମ୍ପଦ ସଚିବ ସୌରଭ ଗର୍ଗଙ୍କୁ ଗ୍ରିଡକୋର ମୁଖ୍ୟ ପରିଚାଳନା ନିର୍ଦ୍ଦେଶ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି । ଗ୍ରିଡକୋର ସିଏମଡି ଏବଂ ଶକ୍ତି ବିଭାଗର ସଚି ଭାବେ ଅତିରିକ୍ତ ଦାୟିତ୍ବରେ ଥିବା ହେମନ୍ତ ଶର୍ମାଙ୍କୁ ଶିଳ୍ପ ଓ ଏମଏସଏମଇ ବିଭାଗର ସଚିବ ଭାବେ ବଦଳି କରାଯାଇଛି । ବାଣିଜ୍ୟକର କମିଶନର ତଥା ଏସଆରସି ଭାବେ ଅତିରିକ୍ତ ଦାୟିତ୍ବରେ ଥିବା ବିଷ୍ଣୁପଦ ସେଠୀଙ୍କୁ ଶକ୍ତି ବିଭାଗର ସଚିବ ଭାବେ ବଦଳି କରାଯାଇଛି । ଯୋଜନା ଓ ସଂଯୋଜନା ବିଭାଗର ସ୍ବତନ୍ତ୍ର ସଚିବ ଚିତ୍ରା ଅରୁଙ୍ଗମଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସଚିବ ଭାବେ ବଦଳି କରାଯାଇଛି । ଜଳ ସଂପଦ ବିଭାଗର ସ୍ବତନ୍ତ୍ର ସଚିବ ବିଶାଲ ଗଗନଙ୍କୁ ଜଳସମ୍ପଦ ବିଭାଗର ସଚି ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି । ସମାଜ କଲ୍ୟାଣ ନିର୍ଦ୍ଦେଶକ ଅରବିନ୍ଦ ଅଗ୍ରୱାଲଙ୍କୁ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_imgspot_img

Latest Articles