ଅନଲାଇନରେ ବିକ୍ରି ହେବ ନାହିଁ ମହାପ୍ରସାଦ : ଆଇନ ମନ୍ତ୍ରୀ
ଅନଲାଇନରେ ବିକ୍ରି ହେବ ନାହିଁ ମହାପ୍ରସାଦ । ବିଭିନ୍ନ ସଂସ୍ଥା ଦେଇଥିବା ପ୍ରସ୍ତାବକୁ ଅଗ୍ରାହ୍ୟ କଲେ ଶ୍ରୀମନ୍ଦିର ପ୍ରଶାସନ ଏବଂ ରାଜ୍ୟ ସରକାର । ଭାରତର ଅନ୍ୟ ମନ୍ଦିର ତୁଳନାରେ ମହାପ୍ରଭୁଙ୍କ ମହାପ୍ରସାଦର ପବିତ୍ରତା ଓ ମାନ୍ୟତା ସଂପୂର୍ଣ୍ଣ ଅଲଗା । କିଛି ଦିନ ତଳେ କିଛି ସଂସ୍ଥା ମହାପ୍ରଭୁଙ୍କ ଶୁଖିଲା ଭୋଗ ଏବଂ ମହାପ୍ରସାଦ ଅନଲାଇନରେ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ମନ୍ଦିର ପ୍ରଶାସନକୁ ଅନୁରୋଧ କରିଥିଲେ । ଯଦିଓ ମହାପ୍ରସାଦ ଦେଶ ବିଦେଶରେ ଭକ୍ତଙ୍କ ପାଖରେ ପହଞ୍ଚିବା ସୁବିଧା ହେବ । କିନ୍ତୁ ମହାପ୍ରସାଦର ପବିତ୍ରତା ଦୃଷ୍ଟି କୋଣରୁ ଶ୍ରୀମନ୍ଦିର ପ୍ରଶାସନ କିମ୍ବା ରାଜ୍ୟ ସରକାର ଏ ପ୍ରସ୍ତାବରେ ରାଜି ହୋଇନାହାନ୍ତି । କାରଣ ଅନଲାଇନରେ ମହାପ୍ରସାଦ ନିଆଗଲେ, ତାର ପବିତ୍ରତା ଅକ୍ଷୁର୍ଣ୍ଣ ରଖି ପାରିବେ ନାହିଁ ବୋଲି ସନ୍ଦେହ ରହିଛି । ତେଣୁ ମନ୍ଦିର ପ୍ରଶାସନ ଏବଂ ସରକାର ଅନଲାଇନ ମହାପ୍ରସାଦ ବିକ୍ରିକୁ ନେଇ ସହମତ ନାହାନ୍ତି । ସମସ୍ତ ଭକ୍ତଙ୍କୁ ଅନୁରୋଧ, ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ ସହ ମହାପ୍ରସାଦ ପାଇବାର ସୌଭାଗ୍ୟ ପାଆନ୍ତୁ । ମହାପ୍ରସାଦ ଅନଲାଇନ ବିତରଣ ହେଉନାହିଁ । ଯେଉଁ ଉଦ୍ୟମ ଆରମ୍ଭ ହୋଇଥିଲା, ସେଥିରେ ସରକାର ରାଜି ନାହାନ୍ତି । ଏହା ଅନ୍ୟ ମନ୍ଦିର ପ୍ରଶାସନକୁ ଅନୁରୋଧ ଯେ, ମନ୍ଦିର ପ୍ରସାଦକୁ ଅନଲାଇନରେ ହୋଟେଲ ଖାଦ୍ୟ ଭଳି ବିତରଣ କରନ୍ତୁ ନାହିଁ । ମନ୍ଦିର ଆସି ପ୍ରସାଦ ପାଇବା ହିନ୍ଦୁ ମନ୍ଦିରର ରୀତିନୀତି ।*ଅନ୍ୟପଟେ ଖୁବଶୀଘ୍ର ଅଭଡ଼ା ଦର ରେଟ ଚାର୍ଟ ଲାଗୁ କରାଯିବ । ଏ ବାବଦରେ ବୈଠକ ସରିଛି ବୋଲି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି।
- Advertisement -
This website uses cookies to improve your experience. We'll assume you're ok with this, but you can opt-out if you wish. Cookie settingsACCEPT Privacy & Cookies Policy