ଜାମ୍ମୁ-କାଶ୍ମୀରରୁ ଧାରା ୩୭୦ ହଟାଯିବା ପ୍ରସଙ୍ଗରେ ୩୦ ଜିଲ୍ଲାରେ ବିଜେପି ପାଳିବ ରାଷ୍ଟ୍ରୀୟ ଏକତା ଅଭିଯାନ…

- Advertisement -

ଭୁବନେଶ୍ୱର, ୧୧/୦୯: ରାଷ୍ଟ୍ରର ଏକତାରେ ବାଧା ସୃଷ୍ଟି କରିଥିବା ଜାମ୍ମୁ କାଶ୍ମୀରର ଧାରା ୩୭୦କୁ କେନ୍ଦ୍ର ସରକାର ଉଚ୍ଛେଦ କରିବା ପାଇଁ ନେଇଥିବା ନିଷ୍ପତି ଏବେ ସାରା ଦେଶ ପାଇଁ ଏକ ଐତିହାସିକ ନିଷ୍ପତି । ଏହି ଅବସରରେ ବିଜେପି ସାରା ଦେଶରେ ରାଷ୍ଟ୍ରୀୟ ଏକତା ଅଭିଯାନ ପାଳିବ । ଓଡିଶାର ସମସ୍ତ ୩୦ଟି ଜିଲ୍ଲାରେ ଧାରା ୩୭୦ ଉପରେ ଦଳ ପକ୍ଷରୁ ବୁଦ୍ଧିଜୀବି ସମ୍ମିଳନୀ କରାଇ ଧାରା ୩୭୦ ବିଷୟରେ ଲୋକମାନଙ୍କ ସହ ଆଲୋଚନା କରାଯିବ । ସେହିପରି ଏକ ରାଜ୍ୟସ୍ତରୀୟ ସମ୍ମିଳନି ମଧ୍ୟ କରାଯିବା । ଏଥି ପାଇଁ ଆଜି ରାଜ୍ୟ କାର୍ଯ୍ୟାଳୟରେ ଉପ ସଭାପତି ସମୀର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଏକ ରାଜ୍ୟ ସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଥିଲା । ଜାମ୍ମୁ କାଶ୍ମୀରରୁ କେନ୍ଦ୍ର ସରକାର ଧାରା ୩୭୦କୁ ହଟାଇଲା ପରେ ରାଷ୍ଟ୍ରୀୟ ଏକତା ଅଭିଯାନ ସାରା ଦେଶ ଏକ ଐତିହାସିକ ନିଷ୍ପତି ନେଇଛି । ଏପରି ଏକ ବ୍ୟବସ୍ଥା ଯାହା କାରଣରୁ ଜାମ୍ମୁ-କାଶ୍ମୀର ଓ ଲଦାଖର ଭାଇ-ଭଉଣୀ ମାନେ ସେମାନଙ୍କ ଅଧିକାରରୁ ବଂଚିତ ହୋଇଥିଲେ । ଯାହା ସେମାନଙ୍କ ବିକାଶରେ ବଡ ବାଧକ ଥିଲା, ତାହା ଏବେ ଦୂର ହୋଇଛି । ଯେଉଁ ସ୍ୱପ୍ନର ସର୍ଦ୍ଦାର ପଟେଲଙ୍କର ଥିଲା, ବାବା ସାହେବ ଆମ୍ବେଦକରଙ୍କର ଥଲା, ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ଥିଲା, ଅଟଳ ଜୀ ଏବଂ କୋଟି କୋଟି ଦେଶଭକ୍ତଙ୍କର ଥିଲା ତାହା ଏବେ ପୂରଣ ହୋଇଛି । ଜାମ୍ମୁ-କାଶ୍ମୀର ଏବଂ ଲଦାଖରେ ଏକ ନୂଆ ଯୁଗର ଆରମ୍ଭ ହୋଇଛି । ଏବେ ଦେଶର ସମସ୍ତ ନାଗରିକମାନଙ୍କର ଅଧିକାର ମଧ୍ୟ ସମାନ, ଦାୟିତ୍ୱ ମଧ୍ୟ ସମାନ । ଅନୁଚ୍ଛେଦ ୩୭୦ ଏବଂ ୩୫-ଏ ଜାମ୍ମୁ-କାଶ୍ମୀରକୁ ବିଚ୍ଛିନ୍ନତାବାଦ, ଆତଙ୍କବାଦ ପରିବାରବାଦ ଏବଂ ବ୍ୟବସ୍ଥାରେ ବ୍ୟାପକ ପରିମାଣରେ ବ୍ୟାପିଥିବା ଭ୍ରଷ୍ଟାଚାର ବ୍ୟତୀତ କିଛି ଦେଇନାହିଁ । ଏହି ଦୁଇଟି ଅନୁଚ୍ଛେଦକୁ ଦେଶ ବିରୋଧରେ, କିଛି ଲୋକଙ୍କ ଭାବନାକୁ ଉତେଜିତ କରିବା ଲାଗି ପାକିସ୍ତାନ ପକ୍ଷରୁ ଏକ ଅସ୍ତ୍ର ଭାବେ ଉପଯୋଗ କରାଯାଉଥିଲା । ଏହି କାରଣରୁ ଗତ ତିନି ଦଶନ୍ଧି ମଧ୍ୟରେ ପାଖାପାଖି ୪୨ହଜାର ନିର୍ଦ୍ଦୋଷ ଲୋକଙ୍କୁ ଜୀବନ ହରାଇବାକୁ ପଡିଛି । ଆମ ଦେଶର ଗଣତନ୍ତ୍ର ସବୁ ସୁଦୃଢ । ଜାମ୍ମୁ-କାଶ୍ମୀରରେ ଦଶନ୍ଧି ଦଶନ୍ଧି ଧରି ହଜାର ହଜାର ସଂଖ୍ୟାରେ ଏପରି ଭାଇ-ଭଉଣୀ ରହୁଛନ୍ତି ଯେଉଁମାନଙ୍କ ନିକଟରେ ଲୋକସଭା ନିର୍ବାଚନରେ ଭୋଟ ଦେବାର ଅଧିକାର ତ ଥିଲା, କିନ୍ତୁ ସେମାନେ ବିଧାନସଭା ଏବଂ ସ୍ଥାନୀୟ ପଂଚାୟତ ନିର୍ବାଚନରେ ମତଦାନ କରିପାରୁନଥିଲେ । ଦେଶର ଜନସାଧାରଣଙ୍କୁ ଏ ବିଷୟରେ ଅବଗତ କରାଯିବ । ଏହି କର୍ମଶାଳାରେ ରାଜ୍ୟରାଜ୍ୟ ବିଜେପି ସାଧାରଣ ସଂପାଦକ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଭୃଗୁ ବକ୍ସିପାତ୍ର, ଅନନ୍ତ ନାୟକ, ରାଜ୍ୟ ସଂପାଦକ କାଳନ୍ଦୀ ସାମଲ, ରାଜ୍ୟ ସଂପାଦିକା ଡ.ଲେଖାଶ୍ରୀ ସାମନ୍ତସିଂହାର, ଗଣମାଧ୍ୟମ ବିଭାଗ ମୁଖ୍ୟ ଓ ରାଜ୍ୟ ମୁଖପାତ୍ର ଗୋଲକ ମହାପାତ୍ର, ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଟଙ୍କଧର ତ୍ରିପାଠୀ, ବୁଦ୍ଧିଜୀବି ପ୍ରକୋଷ୍ଠର ଆବାହକ ସୁଦର୍ଶନ ନାୟକ ପ୍ରମୁଖ ଉପସ୍ଥିତ ଥିଲେ ।

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_imgspot_img

Latest Articles