ନବୀନ ଦେଶର ୧୦ମ ପ୍ରଭାବଶାଳୀ ବ୍ୟକ୍ତି : ଫେମ୍ ଇଣ୍ଡିଆ’ ମାଗାଜିନ କଲା ପ୍ରକାଶ

- Advertisement -

ନୂଆଦିଲ୍ଲୀ : ଆଜି ଫେମ୍ ଇଣ୍ଡିଆ’ ମାଗାଜିନ ପକ୍ଷରୁ ପ୍ରକାଶ ପାଇଲା ୨୦୨୦ “୫୦ ପ୍ରଭାବଶାଳୀ ଭାରତୀୟ ‘। ସେଥିରେ ଦେଶର ଶେଷ୍ଠ ୫୦ ଜଣ ପ୍ରଭାବଶାଳୀ ବ୍ୟକ୍ତିଙ୍କ ନାମ ଘୋଷଣା କାରାଯାଇଛି।ଓଡିଶା ପାଇଁ ଖୁସିର କଥା ହେଲା କି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରେଷ୍ଠ ଦଶ ଜଣଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି। ଯାହାକି ତାଙ୍କ ଶ୍ରେଷ୍ଠତ୍ଵର ଆଉ ଏକ ପ୍ରମାଣ। ଏହି ତାଲିକାର ଶୀର୍ଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଛନ୍ତି।ସେହିପରି କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ୨୧ ତମ ସ୍ଥାନରେ ଅଛନ୍ତି।
ଏହି ତାଲିକାରେ ଶୀର୍ଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି (୯୯.୬%) ଅଛନ୍ତି|ସେହିପରି ଦ୍ୱିତୀୟ ସ୍ଥାନରେ ଉତ୍ତର ପ୍ରଦେଶ ଯୋଗୀ ଆଦିତ୍ୟନାଥ (୯୭%) | ପ୍ରଥମ ବର୍ଷରେ ଅନେକ କଡା ପଦକ୍ଷେପ ଗ୍ରହଣ କରି ତୃତୀୟ ସ୍ଥାନରେ ଗୃହମନ୍ତ୍ରୀ ଅମିତ୍ ଶାହା (୯୬.୫%) ଅଛନ୍ତି | ୪ର୍ଥ ସ୍ଥାନରେ ଶିଳ୍ପପତି ରତନ ଟାଟା (୯୫.୨%), ୫ମ ସ୍ଥାନରେ ମୁକେଶ ଅମ୍ବାନୀ (୯୫%) ଅଛନ୍ତି ।ଏହାସହ ଷଷ୍ଠ ସ୍ଥାନରେ କେରଳ ମୁଖ୍ୟମନ୍ତ୍ରୀ ପି. ବିଜୟନ, ୭ମ ସ୍ଥାନରେ ଧର୍ମଗୁରୁ ରବିଶଙ୍କର, ୮ମ ସ୍ଥାନରେ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂହ, ୯ମ ସ୍ଥାନରେ ଭାରତର ଜେମ୍ସବଣ୍ଡ ତଥା ରାଷ୍ଟ୍ରୀୟ ସୁରକ୍ଷା ପରିଷଦ ଅଧ୍ୟକ୍ଷ ଅଜିତ୍ ଡ଼ୋଭାଲ ଓ ୧୦ମ ସ୍ଥାନରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରହିଛନ୍ତି। ଏକାଦଶତମ ସ୍ଥାନରେ ରହିଛନ୍ତି ପ୍ରଧାନମନ୍ତ୍ରୀଙ୍କ ପରାମର୍ଶଦାତା ପି.କେ.ମିଶ୍ର ।ସେହିପରି ଏହି ତାଲିକାରେ ବିଜେପି ସଭାପତି ଜେ.ପି.ନଡ଼୍ଡ଼ା ୧୭ତମ, ବିଶ୍ଵ ସ୍ବାସ୍ଥ୍ୟ ସଙ୍ଗଠନ କାର୍ଯ୍ୟକାରୀ କମିଟି ଅଧ୍ୟକ୍ଷ ତଥା କେନ୍ଦ୍ରମନ୍ତ୍ରୀ ଡ଼. ହର୍ଷବର୍ଦ୍ଧନ ୧୮ତମ, ପତଞ୍ଜଳି ପ୍ରତିଷ୍ଠାତା ତଥା ଯୋଗଗୁରୁ ରାମଦେବ ୨୦ତମ ଓ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଳ ଗାନ୍ଧୀ ୨୧ତମ ପ୍ରଭାବଶାଳୀ ଭାରତୀୟ ଭାବରେ ସ୍ଥାନ ପାଇଛନ୍ତି ।

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_imgspot_img

Latest Articles