କଟକରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ମୋହନ ଓ ନବୀନଙ୍କ ନିବେଦନ

- Advertisement -

କଟକରେ ଦେଖାଯାଇଥିବା ଗୋଷ୍ଠୀ ବିବାଦ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ସମସ୍ତଙ୍କୁ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ନିବେଦନ କରିଛନ୍ତି।ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କଟକ ସହର ହେଉଛି ହଜାର ବର୍ଷର ସହର। ଭାଇଚାରାର ଅନନ୍ୟ ନିଦର୍ଶନ ହେଉଛି କଟକ ସହର । କିନ୍ତୁ, ଗତ କିଛି ଦିନ ଧରି କେତେକ ବିଶୃଙ୍ଖଳାକାରୀଙ୍କ ଯୋଗୁଁ ସହରରେ ଶାନ୍ତି ଭଙ୍ଗ ହୋଇଛି ଏବଂ ସାଧାରଣ ଲୋକଙ୍କ ଜୀବନ ଯାତ୍ରାରେ ବ୍ୟାଘାତ ସୃଷ୍ଟି ହେଉଛି। ଏହିଭଳି ବିଶୃଙ୍ଖଳାକାରୀଙ୍କ ଉପରେ ସରକାରଙ୍କ ନଜର ରହିଛି ଏବଂ ସେମାନଙ୍କ ଉପରେ ଆଇନ୍ ଅନୁଯାୟୀ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସହରର ଐତିହ୍ୟକୁ ଆହୁରି ଉପରକୁ ନେବା ପାଇଁ ସମସ୍ତେ ମିଳିମିଶି ଶାନ୍ତି ଶୃଙ୍ଖଳାର ସହିତ ଆଗକୁ ବଢନ୍ତୁ ଏବଂ ସହରର ଗୌରବକୁ ଅକ୍ଷୁର୍ଣ୍ଣ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି।
ସେହିପରି ବିରୋଧୀ ଦଳ ନେତାଙ୍କକଟକ ରେ ଶାନ୍ତି ରକ୍ଷା ପାଇଁ ନବୀନ ପଟନାୟକଙ୍କ ଅନୁରୋଧ କରିଛନ୍ତି। ଭାଇଚାରା ର ସହର କଟକ ରେ ଆଜି ସୃଷ୍ଟି ହୋଇଥିବା ଆଇନ ଶୃଙ୍ଖଳା ପରିସ୍ଥିତି ରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଉଦବେଗ ପ୍ରକାଶ କରିଛନ୍ତି । ସେ କହିଛନ୍ତି ଏକ ଶାନ୍ତି ପ୍ରିୟ ରାଜ୍ୟ ଭାବରେ ଓଡିଶା ର ସୁନାମ ରହିଛି.ଓଡିଶା ବାସୀ,କଟକ ବାସୀ ଶାନ୍ତି ଓ ସଦଭାବ ଚାହାଁନ୍ତି. ତେଣୁ କଟକସହର ରେ ଶାନ୍ତି ବଜାୟ ରଖିବା ପାଇଁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସମସ୍ତଙ୍କୁ ଅନୁରୋଧ କରିଛନ୍ତି ।

- Advertisement -

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -

Latest Articles