() ମା ଭଗବତୀ, ମା ମଙ୍ଗଳା ଓ ମା ଉଗ୍ରତାରାଙ୍କ ପୀଠର ମାଷ୍ଟର ପ୍ଲାନ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଅନୁମୋଦିତ ।
5T ଉପକ୍ରମରେ କାର୍ଯ୍ୟକାରୀ ହେବ ଯୋଜନା ।
{} ଓଡିଶା ଯୁଗେ ଯୁଗେ ଏକ ପ୍ରମୁଖ ଶକ୍ତି ପୀଠ ଭାବରେ ପ୍ରସିଦ୍ଧ ଲାଭ କରିଛି । ଓଡିଶାର ବିଭିନ୍ନ ଅଞ୍ଚଳରେ ମା ବିଭିନ୍ନ ରୂପରେ ପୂଜା ପାଇ ଆସୁଛନ୍ତି । ଶକ୍ତି ପୂଜାରେ ଚୈତ୍ର ମାସ ବିଶେଷ ଗୁରୁତ୍ୱ ବହନ କରିଥାଏ । ମାଙ୍କ ର ଚୈତ୍ର ମଙ୍ଗଳବାରକୁ ସାରା ଓଡିଶାର ମହିଳାମାନେ ଅତ୍ୟନ୍ତ ଭକ୍ତି ଓ ନିଷ୍ଠା ର ସହ ପାଳନ କରିଥାନ୍ତି । ମା ଙ୍କର ଏହି ପବିତ୍ର ମାସ ଅବସରରେ ଆଜି ରାଜ୍ୟର ତିନୋଟି ପ୍ରମୁଖ ଶକ୍ତିପୀଠ, କାକଟପୁରର ମା ମଙ୍ଗଳା, ଭୂଷୁଣ୍ଡପୁର ର ମା ଉଗ୍ରତାରା ଓ ବାଣପୁର ର ମା ଭବବତୀ ପୀଠର ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ପ୍ରସ୍ତୁତ ମାଷ୍ଟର ପ୍ଲାନକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । । 5T ଉପକ୍ରମରେ ଏହି ଯୋଜନା କାର୍ଯ୍ୟକାରୀ ହେବ । ପୁର୍ତ୍ତ ବିଭାଗର ପର୍ଯ୍ୟଟନ ସ୍ଥଳ ଓ ଐତିହ କିର୍ତ୍ତିରାଜୀର ସମ୍ୱନିତ ବିକାଶ ଯୋଜନାରେ ଏହାକୁ ସାମିଲ କରାଯାଇଛି । ଓଡିଶା ସେତୁ ନିର୍ମାଣ ନିଗମ ଉପରେ ବିକାଶ ଦାୟିତ୍ୱ ନ୍ୟସ୍ତ କରାଯାଇଛି ।
ପୁରୀ ଜିଲ୍ଲା ର କାକଟପୁରରେ ବିରାଜିତ ମା ମଙ୍ଗଳା ଲକ୍ଷ ଲକ୍ଷ ଭକ୍ତଙ୍କ ଆସ୍ଥା ଓ ବିଶ୍ୱାସର ପ୍ରତୀକ । ପଞ୍ଚଦଶ ଶତାବ୍ଦୀରେ ନିର୍ମିତ ମା ମାଙ୍ଗଳାଙ୍କ ପୀଠର ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ସହ ଘନିଷ୍ଠ ସଂପର୍କ ରହିଛି । ନବକଳେବର ସମୟରେ ଦଇତାପତି ସେବକମାନେ ମାଙ୍କ ଆଜ୍ଞାକ୍ରମେ ଏଠାରୁ ହିଁ ଦାରୁ ସନ୍ଧାନରେ ଯାଇଥାନ୍ତି। ଚୈତ୍ର ମାସରେ ଝାମୁ ଯାତ୍ରା ମାଙ୍କ ପ୍ରସିଦ୍ଧ ପର୍ବ । 5T ଉପକ୍ରମରେ ଏହି ପ୍ରାଚୀନ ଶକ୍ତିପୀଠର ବିକାଶ ନିମନ୍ତେ ପ୍ରସ୍ତୁତ ମାଷ୍ଟର ପ୍ଲାନ ରେ ମନ୍ଦିରରେ khondalite ପଥର ବିଛାଯିବା ସହିତ ମନ୍ଦିରର ରୋଷଘର ଓ ଜଳ ନିଷ୍କାସନ ବ୍ୟବସ୍ଥାର ସଂସ୍କାର କରାଯିବ । ଏହା ସହିତ ସେବାୟତ ଭବନ, ଭୋଗ ଦୋକାନ ପ୍ରାଚୀ ନଦୀ କୂଳରେ ମୁଣ୍ଡନ kiosk, ଚନ୍ଦନଘାଟର ବିକାଶ, ଗୋଷ୍ଠୀ ଶୌଚାଳୟ ଆଦିର ବିକାଶ କରାଯିବ । ପୀଠକୁ ଅଧିକ ଆକର୍ଷଣୀୟ କରାଯିବା ପାଇଁ କୋଣାର୍କ ପାର୍ଶ୍ୱ ରାସ୍ତାରେ ଐତିହ ଦ୍ୱାର ନିର୍ମାଣ କରାଯିବ । ଯାତ୍ରୀମାନଙ୍କ ସୁବିଧାପାଇଁ ବିଭିନ୍ନ ପଦକ୍ଷେପ ନେବା ସହିତ ଆଲୋକୀକରଣ, Landscaping ଓ ବୃକ୍ଷରୋପଣ କରାଯିବା ସହିତ ପାର୍କିଙ୍ଗ ସ୍ଥଳର ମଧ୍ୟ ବିକାଶ କରାଯିବ । ଓଡିଶା ସେତୁ ନିର୍ମାଣ ନିଗମ ୧୨ ମାସ ମଧ୍ୟରେ ଏହାକୁ ସଂପୁର୍ଣ୍ଣ କରିବ ।
ଖୋର୍ଦ୍ଦା ଜିଲ୍ଲା ବାଣପୁରର ମା ଭବବତୀଙ୍କ ପୀଠକୁ ପ୍ରତିଦିନ ହଜାର ହଜାର ଭକ୍ତ ମାଙ୍କ ଦର୍ଶନ ଓ ପୂଜା ପାଇଁ ଆସିଥାନ୍ତି । ମାଙ୍କ ପୀଠରେ ଦଶହରା ପର୍ବ ବିପୁଳ ଉତ୍ସାହ ମଧ୍ୟରେ ପାଳନ କରାଯାଇଥାଏ । ନବମ ଶତାବ୍ଦୀରେ ନିର୍ମିତ ମାଙ୍କ ମନ୍ଦିର ର ବିକାଶ ପାଇଁ 5T ଉପକ୍ରମରେ ମାଷ୍ଟର ପ୍ଲାନ ପ୍ରସ୍ତୁତ କରାଯାଇଛି । ସିଂହଦ୍ୱାରଠାରୁ ଆରମ୍ଭ କରି ପରିକ୍ରମା, ଘାଟ, ଯାତ୍ରା ପଡିଆ, ଯାତ୍ରୀ ସୁବିଧା ତଥା ଜଗନ୍ନାଥ ମନ୍ଦିର ର ବିକାଶ ପାଇଁ ଏଥିରେ ସ୍ୱତନ୍ତ୍ର ଫୋକସ ରଖାଯାଇଛି । ଏହା ସହିତ ବହୁମୁଖୀ ହଲ, ରାସ୍ତା ଓ ନଦୀଘାଟ ଆଦିର ବିକାଶ ଉପରେ ସ୍ୱତନ୍ତ୍ର ଧ୍ୟାନ ଦିଆଯାଇଛି । ରାଜ୍ୟ ପ୍ରତ୍ନତତ୍ତ୍ୱ ନିର୍ଦ୍ଦେଶାଳୟ ତତ୍ତ୍ୱାବଧାନରେ ଓଡିଶା ସେତୁ ନିର୍ମାଣ ନିଗମ ୨୪ ମାସ ମଧ୍ୟରେ ଏହି କାର୍ଯ୍ୟ ସଂପାଦନ କରିବ ।
ଖୋର୍ଦ୍ଦା ଜିଲ୍ଲାର ଅନ୍ୟତମ ଶକ୍ତିପୀଠ ହେଉଛି ଭୁଷୁଣ୍ଡପୁରର ମା ଉଗ୍ରତାରାଙ୍କ ପୀଠ । ୧୩୫୨ ଖ୍ରୀଷ୍ଟାବ୍ଦରେ ନିର୍ମିତ ମା ଉଗ୍ରତାରାଙ୍କ ପୀଠ ଭକ୍ତମାନଙ୍କ ବିଶ୍ୱାସ ର କେନ୍ଦ୍ର ହୋଇ ରହି ଆସିଛି । ଏହି ପୀଠର ବିକାଶ ପାଇଁ ପ୍ରସ୍ତୁତ ଯୋଜନାରେ ମନ୍ଦିରର ବିକାଶ ସହ arrival plaza, ଯାତ୍ରୀ ଙ୍କ ସୁବିଧା, parking landscaping, picnic spot, ଯାତ୍ରା ପଡିଆ ସହିତ ପୋଖରୀ ର ମଧ୍ୟ ପୁନରୁଦ୍ଧାର କରାଯିବ । ଓଡିଶା ସେତୁ ନିର୍ମାଣ ନିଗମ ଦ୍ଵାରା ୧୮ ମାସ ମଧ୍ୟରେ କାମ ଶେଷ କରାଯିବ ।ଏହି ତିନି ଗୋଟି ପୀଠର ବିକାଶ ଯୋଜନା କୁ ଅନୁମୋଦନ କରିବା ସହ ନିର୍ଦ୍ଧାରିତ ସମୟରେ କାମ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ସେବାୟତ ମାନଙ୍କ ସହ ମଧ୍ୟ ଆଲୋଚନା କରି ଯୋଜନା ସଂପର୍କରେ ସେମାନଙ୍କ ମତାମତ ନେଇଥିଲେ ।ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟମନ୍ତ୍ରୀ ଙ୍କ ସଚିବ (5T) ଶ୍ରୀ ଭି.କେ. ପାଣ୍ଡିଆନ ବିଭିନ୍ନ ସମୟରେ ଏହି ପୀଠ ମାନଙ୍କୁ ଯାଇ ସେବାୟତ ଓ ସ୍ଥାନୀୟ ଲୋକଙ୍କ ସହ ବିକାଶ ସଂପର୍କରେ ଆଲୋଚନା କରିଥିଲେ ।
ଏହି ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା ଉପସ୍ଥିତ ଥିଲେ ଓ ପୂର୍ତ୍ତ ବିଭାଗ ର ପ୍ରମୁଖ ଶାସନ ସଚିବ ଶ୍ରୀ ଭି.ଭି. ଯାଦବ ଉପସ୍ଥାପନା ରଖିଥିଲେ । ତିନି ପୀଠର ସେବାୟତମାନେ ସଂପୃକ୍ତ ଜିଲ୍ଲାପାଳମାନଙ୍କ ସହିତ ଭିଡିଓ କନଫରେନ୍ସ ଜରିଆରେ ବୈଠକରେ ଯୋଗ ଦେଇଥିଲେ । ସେବାୟତମାନେ ସେମାନଙ୍କ ପୀଠର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପର ଉଚ୍ଚ ପ୍ରଶଂସା କରିଥିଲେ ।





କେତେବେଳେ କେଉଁ ଗରିବ କୁଢିଆରେ ଖାଆନ୍ତି ତ କେତେବେଳେ ପଂଚାୟତ ସ୍କୁଲରେ ରାତ୍ରୀଯାପନ କରନ୍ତି । ଯେମିତି ଓଡ଼ିଶାବାସୀଙ୍କ ସେବା ପାଇଁ ତାଙ୍କର ଜନ୍ମ l ବବିଙ୍କ ଏପରି ଜନସେବା ମନବୃତ୍ତି ପାଇଁ ନବୀନଙ୍କ ସେ ପ୍ରିୟପାତ୍ର l ତାଙ୍କର ଚତୁର ରାଜନୈତିକ ଗୋଟି ଚାଳନ ପାଇଁ ସବୁ ନିର୍ବାଚନରେ ବିରୋଧି ଧରାଶାୟୀ କରନ୍ତି l ଏଥିପାଇଁ ଓଡ଼ିଶା ରାଜନୀତିରେ ସେ ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି l କାରଣ ସେ ଲୋକଙ୍କ ନେତା । ସବୁବେଳେ ଓ ସବୁ ସମୟରେ ଲୋକଙ୍କ ସହ ରହନ୍ତି ।
ଲୋକଙ୍କ ସୁଖ ଓ ଦୁଃଖ ସମୟରେ ପରିବାର ସଦସ୍ୟଭାବେ ସାମିଲ ହୋଇ ସାହସ ଦିଅନ୍ତି । କଥା କମ , କାମରେ ବିଶ୍ୱାସ ରଖିଛନ୍ତି ସେ l ଯାହା ଆଜି ଦେଖିବାକୁ ମିଳିଥିଲା ନବରଙ୍ଗପୁରରେ l ହେଲେ ଏକ ନିର୍ଦ୍ଧିଷ୍ଟ ଗଣମାଧ୍ୟମ ପ୍ରଣବ ଏପରି ଜନ ସେବାକୁ ହଜମ କରିପାରି ନାହିଁ l ପ୍ରଣବଙ୍କ ଜନସେବା ମନବୃତ୍ତିକୁ ବଦନାମର ନୂଆ ରଙ୍ଗ ଦେବାକୁ ଚେଷ୍ଟା କରିଛି l କାରଣ ପ୍ରଣବଙ୍କ ପରିଶ୍ରମ ଓ ରାଜନୈତିକ ଗୋଟି ଚାଳନା ଯୋଗୁଁ ୨୦୧୯ରେ ନିର୍ଦ୍ଧିଷ୍ଟ ଗଣମାଧ୍ୟମର ମାଲିକ ନିର୍ବାଚନରେ ମାଟି କାମୁଡି ଥିଲେ l
ଲୋକଙ୍କ ପାଇଁ ପ୍ରଣବ କାମ କରୁଥିଲେ ମଧ୍ୟ ସେ ତାହାକୁ ଦ୍ବାରପାଳର ନାଁ ଦେଇ ତାଂକୁ ବଦନାମ କରିବା ପାଇଁ ଖବର ପ୍ରସାରଣ କରୁଛନ୍ତି l ଏହାର ଜବାବରେ ପ୍ରଣବ କହିଛନ୍ତି ଯେ ଓଡିଶାବାସୀଙ୍କ କାମ ପାଇଁ ଦ୍ବାରପାଳ କ’ଣ, କ୍ରୀତଦାସ ହେବାକୁ ପ୍ରସ୍ତୁତ ଅଛନ୍ତି । ଆଉ ବିଜେଡିରେ ମୁଁ ମୁଲିଆ ହେବାକୁ ବି ପ୍ରସ୍ତୁତ । ନିର୍ଦ୍ଦିଷ୍ଟ ଗଣମାଧ୍ୟମର ଆକ୍ଷେପମୂଳକ ଖବର ପ୍ରସାରଣ ଉପରେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ବବି ଏପରି ବୟାନ ଏବେ ଚାରିଆଡ଼େ ଚର୍ଚ୍ଚାର ବିଷୟ l କେବଳ ସେତିକି ନୁହେଁ ଏଭଳି ମଧ୍ୟଯୁଗୀୟ ମାନସିକତାରୁ ଊର୍ଦ୍ଧ୍ବକୁ ଆସିବାକୁ ସେ ପରାମର୍ଶ ଦେଇଛନ୍ତି । ନବରଙ୍ଗପୁରର ବିଭିନ୍ନ ସମସ୍ୟା ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଲୋକଙ୍କ ସମସ୍ୟା ଶୁଣି ଏହାର ସମାଧାନ ପାଇଁ ନବରଙ୍ଗପୁର ଆସିଥିଲେ ପ୍ରଣବ ।
ସେହି ଆଦର୍ଶରେ ଆମେ ଲୋକଙ୍କ ପାଇଁ କାମ କରୁଛୁ । ଆଉ ନବରଙ୍ଗପୁରବାସୀ ବାରମ୍ବାର ମୁଖ୍ୟମନ୍ତ୍ରୀଙ୍କ ଉପରେ ଆସ୍ଥା ଓ ବିଶ୍ବାସ ରଖି ଜିତାଇ ଆସୁଛନ୍ତି । ଆମେ ଲୋକ ସେବକ ହୋଇ କାମ କରୁଛୁ ଆଉ କରିବୁ ବୋଲି ପ୍ରଣବ କହିବା ସହ ନିର୍ଦ୍ଦିଷ୍ଟ ଗଣମାଧ୍ୟମକୁ ମଧ୍ୟଯୁଗୀୟ ମାନସିକତାରୁ ଊର୍ଦ୍ଧ୍ବରେ ରହିବାକୁ ପରାମର୍ଶ ଦେଇଛନ୍ତି l






