ମହିଳାଙ୍କ ପ୍ରଗତିକୁ କାର୍ଯ୍ୟରେ ରୂପାନ୍ତରିତ କରିଛି ବିଶ୍ୱବିଦ୍ୟାଳୟ: ସୋଆ ଉପସଭାପତି ମି…

() ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ୪୭ ପ୍ରତିଶତ ଝିଅ ଶିକ୍ଷା ଗ୍ରହଣ କରୁଛନ୍ତି । ଏମାନଙ୍କ ମଧ୍ୟରୁ କେବଳ ଇଞ୍ଜିନିୟରିଂରେ ୩୯ ପ୍ରତିଶତ ଛାତ୍ରୀ ଅଛନ୍ତି । ସେହିପରି ବିଶ୍ୱବିଦ୍ୟାଳୟରେ କାର୍ଯ୍ୟରତ ମହିଳା ହେଉଛନ୍ତି ୫୧ ପ୍ରତିଶତ । ତେଣୁ ମହିଳାଙ୍କ ପ୍ରଗତିକୁ ବିଶ୍ୱବିଦ୍ୟାଳୟ କାର୍ଯ୍ୟରେ ରୂପାନ୍ତରିତ କରିଛି ବୋଲି କହିଛନ୍ତି ସୋଆ ଉପସଭାପତି ଶ୍ରୀମତି ଶାଶ୍ୱତି ଦାସ ।

ମଙ୍ଗଳବାର ଆନ୍ତର୍ଜାତିକ ମହିଳା ଦିବସ ପରିପ୍ରେକ୍ଷୀରେ ସୋଆରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ମୂଖ୍ୟ ଅତିଥି ଭାବେ ଯୋଗ ଦେଇ ଏହା କହିଛନ୍ତି ଶ୍ରୀମତି ଦାସ । କାର୍ଯ୍ୟକ୍ରମରେ ଉପସ୍ଥିତ ମହିଳାମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କର ଇଚ୍ଛା ଶକ୍ତି ଓ ଦକ୍ଷତା ଯୋଗୁଁ ସେମାନେ ନିଜକୁ ପ୍ରତିଷ୍ଠିତ କରିପାରିଛନ୍ତି ବୋଲି ସେ କହିଛନ୍ତି ।

ଚଳିତ ବର୍ଷ ମହିଳା ଦିବସର ବିଷୟବସ୍ତୁ “ଡିଜିଟାଲ୍‌: ଇନୋଭେସନ୍ ଆଣ୍ଡ ଟେକ୍ନୋଲୋଜି ଫର୍ ଜେଣ୍ଡର ଇକ୍ୱାଲିଟି” ବିଷୟରେ ମତ ରଖି ଶ୍ରୀମତି ଦାସ କହିଛନ୍ତି ଯେ ବିଜ୍ଞାନ ଅନେକ ମାତ୍ରାରେ ଆଗେଇଛି ଓ ପ୍ରଯୁକ୍ତି ବିଦ୍ୟା ଓ ଡିଜିଟାଲ୍ ଜ୍ଞାନ କୌଶଳ ସବୁ କାମକୁ ସହଜ କରିଛି । ଏ ଦିଗରେ ବିଶ୍ୱରେ ନାରୀମାନେ ପଛୁଆ ନୁହଁନ୍ତି । ବିଶ୍ୱର ପ୍ରତିଟି ଗବେଷଣା ଓ ଉଦ୍‌ଭାବନର ପ୍ରଚ୍ଛଦରେ ଡିଜିଟାଲ୍ ଜ୍ଞାନ କୌଶଳର ଅବଦାନ ଯଥେଷ୍ଟ । ଏସବୁ ଉଦ୍ଭାବନରେ କେବଳ ଯେ ପୁରୁଷମାନେ ଭାଗୀଦାର ସେ କଥ।। ନୁହେଁ ବରଂ ବିଶ୍ୱର ପ୍ରତି କୋଣ ଅନୁକୋଣରୁ ନାରୀମାନେ ବି ଉଦ୍‌ଭାବନ, ଆବିଷ୍କାର ତଥା ନୂତନ ଜ୍ଞାନ କୌଶଳରେ ନିଜକୁ ସାବ୍ୟସ୍ତ ଏବଂ ପ୍ରମାଣିତ କରିପାରିଛନ୍ତି ବୋଲି ସେ କହିଛନ୍ତି ।

ଏହି ଅବସରରେ ସୋଆର କଂଟ୍ରୋଲର ଅଫ୍ ଏଗ୍‌ଜାମିନେସନ୍ ପ୍ରଫେସର ମଞ୍ଜୁଳା ଦାସ ସ୍ୱାଗତ ଭାଷଣ ରଖିଥିବା ବେଳେ ଆଇଡିଏସ୍‌ର ଡିନ୍ ପ୍ରଫେସର ନୀତା ମହାନ୍ତି ଏବଂ ସୋଆ ପ୍ରାଚୀନ୍‌ର ମୁଖ୍ୟ ଡକ୍ଟର ଗାୟତ୍ରୀବାଳା ପଣ୍ଡା ମହିଳାମାନଙ୍କର ସମାନତା ଏବଂ ଆବଶ୍ୟକତା ଅନୁଯାୟୀ ସେମାନଙ୍କୁ ସମାନ ଅଧିକାର ଦେବା ସମ୍ପର୍କରେ ବକ୍ତବ୍ୟ ରଖିଥିଲେ । ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚର ଆଡିସ୍‌ନାଲ ଡିନ୍ (ଷ୍ଟୁଡେଂଟ୍‌ସ ଆଫେୟାର୍ସ) ପ୍ରଫେସର ରେଣୁ ଶର୍ମା ଧନ୍ୟବାଦ ଅର୍ପଣ କରିଥିଲେ ।

ଏହି ଅବସରରେ ଉପସଭାପତି ଶ୍ରୀମତି ଦାସ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ହାଉସ୍ କିପିଂ ବିଭାଗର ଆଟେନ୍‌ଡାଂଟ ଶ୍ରୀମତି ମାମୁନି ମହାନ୍ତି, ହାଉସ୍ କିପିଂ ଆସିଷ୍ଟାଂଟ ଶ୍ରୀମତି ଜୟନ୍ତୀ ବେହେରା, ଫାର୍ମାସିଷ୍ଟ କୁମାରୀ ସୁନନ୍ଦିନୀ ମହାପାତ୍ର, ଆସିଷ୍ଟାଂଟ ନର୍ସିଂ ସୁପରିଟେଣ୍ଡେଂଟ ଶ୍ରୀମତି ପ୍ରଣତି ବେହେରା, ଡେପୁଟି ନର୍ସିଂ ସୁପରିଟେଣ୍ଡେଂଟ ଶ୍ରୀମତି ମାନସୀ ଜେନା, ସୋଆ କମ୍ୟୁନିଟି ରେଡିଓ ୯୦.୪ ର ଜୁନିୟର ପ୍ରୋଗ୍ରାମ୍ କୋର୍ଡିନେଟର ଶ୍ରୀମତି ଶୁଭ୍ରସୀମା ମହାନ୍ତି, ଲୋକସମ୍ପର୍କ ବିଭାଗର ଏକ୍‌ଜିକ୍ୟୁଟିଭ୍ କୁମାରୀ ସିପ୍ରା ମହାନ୍ତି, ଏକ୍‌ଜିକ୍ୟୁଟିଭ୍ ଟ୍ରେନି କୁମାରୀ ମୋନାଲିସା ବାରିକ, ପ୍ରମେୟ ଆଣ୍ଡ ନ୍ୟୁଜ୍ ୭ ଡିଜିଟାଲ୍‌ର ସିନିୟର୍ କଂଟେଂଟ ଏଡିଟର୍ ଶ୍ରୀମତି ପ୍ରତିଭା ପ୍ରିୟଦର୍ଶିନୀ, ପ୍ରମେୟ ରିପୋର୍ଟର କୁମାରୀ ସସ୍ମିତା ମଲ୍ଲ ଏବଂ ନ୍ୟୁଜ୍‌୭ ସିନିୟର ରିପୋର୍ଟର ଶ୍ରୀମତି ସମୀକ୍ଷା ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧିତ କରିଥିଲେ ।

ସମ୍‌ରେ ବିଶ୍ୱ କିଡ୍‌ନୀ ଦିବସ ପାଳିତ…

{} କିଡ୍‌ନୀ ଜନିତ ସମସ୍ୟାରୁ ଦୂରେଇ ରହିବା ପାଇଁ ଜୀବନଶୈଳୀରେ ପରିବର୍ତନ ଆବଶ୍ୟକ ସମ୍‌ରେ ବିଶ୍ୱ କିଡ୍‌ନୀ ଦିବସ ପାଳିତ।

()  ଭାରତରେ ପ୍ରତି ୧ ଲକ୍ଷରେ ୮୦ ଜଣ ବ୍ୟକ୍ତି କିଡ୍‌ନୀ ଜନିତ ସମସ୍ୟାରେ ପୀଡ଼ିତ ଥିବା ବେଳେ ସାରା ବିଶ୍ୱରେ କିଡ୍‌ନୀ ରୋଗୀଙ୍କ ସଂଖ୍ୟା ପ୍ରାୟ ୮୦ କୋଟିରେ ପହଂଚିଛି । ଏମାନଙ୍କ ମଧ୍ୟରୁ ୫୦ ପ୍ରତିଶତ ରୋଗୀ ଅବସ୍ଥା ଜଟିଳ ହେବା ସମୟରେ ହସ୍ପିଟାଲ୍‌କୁ ଆସିଥାନ୍ତି । ତେଣୁ କିଡ୍‌ନୀ ଜନିତ ସମସ୍ୟାରୁ ନିଜକୁ ଦୂରେଇ ରଖିବା ନିମନ୍ତେ ସଚେତନ ରହିବା ସହ ନିୟମିତ ଚିକିତ୍ସା କରାଇବା ଆବଶ୍ୟକ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲ୍‌ର ନେଫ୍ରୋଲୋଜି ବିଭାଗର ମୁଖ୍ୟ ପ୍ରଫେସର ବିଶ୍ୱରଞ୍ଜନ ମହାନ୍ତି କହିଛନ୍ତି । ବିଶ୍ୱ କିଡ୍‌ନୀ ଦିବସ ଅବସରରେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ପକ୍ଷରୁ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହି ତଥ୍ୟ ପ୍ରଦାନ କରିଛନ୍ତି ପ୍ରଫେସର ମହାନ୍ତି ।

ଚଳିତବର୍ଷ ଏହି ଦିବସର ଥିମ୍ ରହିଛି “ କିଡ୍‌ନୀ ହେଲ୍‌ଥ ଫର ଅଲ୍‌, ପ୍ରିପେୟାରିଂ ଫର୍ ଦ ଅନ୍‌ଏକ୍ସପେକ୍ଟେଡ୍‌, ସପୋର୍ଟିଙ୍ଗ ଦ ଭଲନରେବଲ୍‌”, ଅର୍ଥାତ୍ ଅପ୍ରତ୍ୟାଶିତ ପରିସ୍ଥିତିରେ ପ୍ରସ୍ତୁତ ରହିବା ଏବଂ ଅସୁରକ୍ଷିତ ବ୍ୟକ୍ତିଙ୍କୁ ସାହାଯ୍ୟ କରିବା । ତେଣୁ ପ୍ରାକୃତିକ ବିପର୍ଯ୍ୟୟ, ଯୁଦ୍ଧ ଏବଂ କୋଭିଡ୍ ଭଳି ମହାମାରୀ ସମୟରେ ଯେଭଳି କିଡ୍‌ନୀ ରୋଗୀଙ୍କ ଡାଏଲିସିସ୍ ଏବଂ ଚିକିତ୍ସାରେ କୌଣସି ସମସ୍ୟା ନ ଉପୁଜେ ଏବଂ ଅନ୍ୟ ପ୍ରପୀଡ଼ିତଙ୍କ ଭଳି ଏହି ରୋଗୀମାନଙ୍କୁ ଯେଭଳି ସଠିକ୍ ଚିକିତ୍ସା ପ୍ରଦାନ କରାଯାଏ ସେ ଦିଗରେ ଚଳିତ ବର୍ଷ ବିଶ୍ୱ କିଡ୍‌ନୀ ଦିବସର ପ୍ରସଙ୍ଗରେ ଗୁରୁତ୍ୱ ଦିଆଯାଇଛି ବୋଲି ପ୍ରଫେସର ମହାନ୍ତି କହିଥିଲେ । ସମ୍ ହସ୍ପିଟାଲ୍‌ରେ ଦିନକୁ ପ୍ରାୟ ୬୦ ରୁ ୭୦ ରୋଗୀ କିଡ୍‌ନୀ ସମସ୍ୟାର ଚିକିତ୍ସା ନିମନ୍ତେ ଆସୁଥିବା ବେଳେ ଏଠାରେ ପ୍ରତ୍ୟେକ ମାସ ପ୍ରାୟ ୨୦୦୦ ଡାଏଲିସିସ୍ କରାଯାଉଥିବା ପ୍ରଫେସର ମହାନ୍ତି କହିଛନ୍ତି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଡିନ୍ ପ୍ରଫେସର (ଡ.) ସଂଘମିତ୍ରା ମିଶ୍ର କିଡ୍‌ନୀ ସମସ୍ୟାର ଚିକିତ୍ସା ନିମନ୍ତେ ହସ୍ପିଟାଲ୍‌ର ସମସ୍ତ ବିଭାଗ ସଚେତନ ରହିବା ଆବଶ୍ୟକ ବୋଲି କହିଥିଲେ । ସେହିପରି ଭାରତର ପ୍ରାଚୀନ ଚିକିତ୍ସା ପଦ୍ଧତି କିଡ୍‌ନୀ ସମସ୍ୟାର ପ୍ରତିକାର ନିମନ୍ତେ ଉଦ୍ଦିଷ୍ଟ ଥିଲା ବୋଲି ପ୍ରଫେସର ମିଶ୍ର କହିଥିଲେ ।

ଏହି କାର୍ଯ୍ୟକ୍ରମରେ ହସ୍ପିଟାଲ୍‌ର ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର ପୁଷ୍ପରାଜ ସାମନ୍ତସିଂହାର କୋଭିଡ୍ ସମୟରେ ସମ୍ ହସ୍ପିଟାଲ୍ ଏବଂ ସମ୍ କୋଭିଡ୍ ହସ୍ପିଟାଲ୍‌ରେ ୨୪ ଘଂଟା କିଡ୍‌ନୀ ରୋଗୀଙ୍କ ଚିକିତ୍ସା ନିମନ୍ତେ ସଫଳତାର ସହ ଡାଏଲିସିସ୍ କରାଯାଇଥିଲା ବୋଲି କହିଥିଲେ । ଏହାଛଡା ସମ୍ ହସ୍ପିଟାଲ୍‌ରେ ଖୁବ୍ ଶୀଘ୍ର କିଡ୍‌ନୀ ପ୍ରତ୍ୟାରୋପଣ କାର୍ଯ୍ୟ ଆରମ୍ଭ କରାଯିବ ବୋଲି ସେ କହିଛନ୍ତି । ନିଜ କିଡ୍‌ନୀକୁ କିଭଳି ସୁସ୍ଥ ରଖିବେ ସେ ନେଇ ସଚେତନତାର ଆବଶ୍ୟକ ରହିଥିବା କହିଛନ୍ତି ୟୁରୋଲୋଜି ବିଭାଗର ପ୍ରଫେସର ଡାକ୍ତର ଦେବବ୍ରତ ସାବତ । କିଡ୍‌ନୀକୁ ସୁସ୍ଥ ରଖିବାକୁ ହେଲେ ପ୍ରଚୁର ପାଣି ପିଇବା ଆବଶ୍ୟକ । ସକାଳୁ ଖାଲି ପେଟରେ ଦୁଇ ଗ୍ଲାସ୍ ପାଣି ପିଇବା ସହ ଦିନକୁ ଅଢ଼େଇରୁ ୩ ଲିଟର ପାଣି ପିଇବା ଦରକାର ଏବଂ କମ୍ ଲୁଣ ଖାଇବା ସହ ଜଙ୍କ ଫୁଡ୍ ଠାରୁ ସମ୍ପୂର୍ଣ୍ଣ ଦୂରେଇ ରହିବା ଦରକାର ବୋଲି ସେ କହିବା ସହିତ ଶରୀରରେ ଭିଟାମିନ୍ ଡି’ର ଆବଶ୍ୟକତା ଉପରେ ଗୁରୁତ୍ୱ ଆରୋପ କରିଥିଲେ ।

ଏହି କାର୍ଯ୍ୟକ୍ରମକୁ ନେଫ୍ରୋଲୋଜି ବିଭାଗର ଆସିଷ୍ଟାଂଟ ପ୍ରଫେସର ଡାକ୍ତର ବିଶ୍ୱଜିତ ମିଶ୍ର ପରିଚାଳନା କରିଥିବା ବେଳେ ଏଥିରେ ୟୁରୋଲୋଜି ବିଭାଗର ମୁଖ୍ୟ ପ୍ରଫେସର ସୁରେନ୍ ଦାସ, ନେଫ୍ରୋଲୋଜି ବିଭାଗର ପ୍ରଫେସର ତାପସ ରଞ୍ଜନ ବେହେରା, ପ୍ରଫେସର ଦେବପ୍ରସାଦ କର, ଆସୋସିଏଟ୍ ପ୍ରଫେସର ଡାକ୍ତର ପ୍ରିୟଦର୍ଶିନୀ ଦେହୁରୀ, ଶିଶୁରୋଗ ଆଇସିୟୁ ବିଭାଗର ପ୍ରଫେସର ଦେବସ୍ମିତା ରଥ, କ୍ରିଟିକାଲ୍ କେୟାର ବିଭାଗର ଆସୋସିଏଟ୍ ପ୍ରଫେସର ଡାକ୍ତର ସମୀର ସାମଲ୍‌, ନର୍ସିଂ ସୁପରିଟେଣ୍ଡେଂଟ ଶ୍ରୀମତି ମିନତୀ ମିଶ୍ର ଏବଂ ଆଡିସ୍‌ନାଲ୍ ନର୍ସିଂ ସୁପରିଟେଣ୍ଡେଂଟ ଶ୍ରୀମତି ଶୋଭାରାଣୀ ସାମଲ ପ୍ରମୁଖ ବକ୍ତବ୍ୟ ରଖିଥିଲେ । ନେଫ୍ରୋଲୋଜି ବିଭାଗର ଆସିଷ୍ଟାଂଟ ପ୍ରଫେସର ଡାକ୍ତର ଅମୃତା ଦେବୀ ଧନ୍ୟବାଦ ଅର୍ପଣ କରିଥିଲେ। ବିଶ୍ୱ କିଡ୍‌ନୀ ଦିବସ ଅବସରରେ ଗୁରୁବାର ସକାଳେ ସମ୍ ହସ୍ପିଟାଲ୍ ସମ୍ମୁଖରୁ ଏକ ସଚେତନତା ର‌୍ୟାଲିର ମଧ୍ୟ ଆୟୋଜନ କରାଯାଇଥିଲା ।

ଧର୍ମେନ୍ଦ୍ରଙ୍କୁ ପ୍ରଣବଙ୍କ ପରାମର୍ଶ : ଅପରାଧିକ ତତ୍ତ୍ଵକୁ ନିୟନ୍ତ୍ରଣ କରନ୍ତୁ, ନହେଲେ ବିଜେପି ଅଧିକ ବଦନାମ ହେବ…

() ଓଡ଼ିଶା ଏକ ଶାନ୍ତିପ୍ରିୟ ରାଜ୍ୟ l ଓଡ଼ିଶାର ଲୋକମାନେ ହିଂସା ରାଜନୀତିକୁ କେବେ ଗ୍ରହଣ କରନ୍ତିନି l ଓଡ଼ିଶାବାସୀ ବିଜେପି  କଣ କରୁଛି ସବୁ ଦେଖୁଛନ୍ତି। ସେଥିପାଇଁ ଗତ ପଞ୍ଚାୟତ ନିର୍ବାଚନରେ ୩୦ରୁ ୩୦ ଜିଲ୍ଲା ପରିଷଦରେ ବିଜେପିକୁ ପ୍ରତ୍ୟାଖ୍ୟାନ କଲେ। ଆମେ ଭାବିଥିଲୁ, ଦଳର ଛବି ଖରାପ କରିଥିବାରୁ ଏହି ଦୁଇ ନେତାଙ୍କ ବିରୋଧରେ ଆପଣ କିଛି କାର୍ଯ୍ୟାନୁଷ୍ଠାନ ନେବେ।ମାତ୍ର ଆଜି ଓଲଟା ଦେଖିବାକୁ ମିଳିଲା। ଆପଣ ଓଡ଼ିଶାରେ ପହଞ୍ଚି ଏଭଳି ହିଂସା ପାଇଁ ସେମାନଙ୍କୁ ଉତ୍ସାହିତ କଲା ପରି କଥା କହୁଛନ୍ତି। ଆପଣଙ୍କୁ ମୋର ଅନୁରୋଧ, ଓଡ଼ିଶା ଏକ ଶାନ୍ତିପ୍ରିୟ ରାଜ୍ୟ । ଏଭଳି ଅପରାଧିକ ତତ୍ତ୍ଵକୁ ଆପଣ ନିୟନ୍ତ୍ରଣ କରନ୍ତୁ। ନହେଲେ ଭବିଷ୍ୟତରେ ଏ ଦୁଇ ନେତା ଆପଣଙ୍କୁ ଏବଂ ଆପଣଙ୍କ ଦଳକୁ ଆହୁରି ଅଧିକ ବଦନାମ କରିବେ ବୋଲି ଟୁଇଟ କରି ରାଜ୍ୟ ବିଜେପି ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପରାମର୍ଶ ଦେଇଛନ୍ତି ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ l ଏହା ସହ ପ୍ରଣବ କେନ୍ଦ୍ର ମନ୍ତ୍ରୀଙ୍କୁ ପୁରୁଣା କଥା ମନେ ପକାଇଦେଇ ଲେଖିଛନ୍ତି ଯେ ଭାଇ, ଆପଣଙ୍କ ଦଳର ଯୁବମୋର୍ଚ୍ଚା ସଭାପତି ଈରାଣିଷ ଆଚାର୍ଯ୍ୟ ଜଣେ ହତ୍ୟା ଅଭିଯୁକ୍ତ । ଏବେ ସେ ଜାମିନରେ ଅଛନ୍ତି। ନିକଟରେ ରାଜଧାନୀରେ ବିକ୍ଷୋଭ ନାଁରେ ତାଙ୍କ ନେତୃତ୍ଵରେ ପୁଲିସ ଉପରେ ମରଣାନ୍ତକ ଆକ୍ରମଣ ହେଲା । ଦେଖନ୍ତୁ ଏହି ଭିଡିଓ । ମୁଁ ଆଗରୁ ମଧ୍ୟ ଏହା ଆପଣଙ୍କୁ ଦେଇଥିଲି। ଆପଣ ନିଶ୍ଚୟ ଦେଖିଥିବେ।ଓଡ଼ିଶା ରାଜନୀତି ପାଇଁ ଏହା ଶୁଭଙ୍କର ନୁହେଁ ବୋଲି ପ୍ରଣବ କହିଛନ୍ତି l କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସାମ୍ବାଦିକ ସମ୍ମିଳନୀ କରି ବିଜେଡିକୁ ସମାଲୋଚନା କରିବା ପରେ ଟୁଇଟର ଏପରି ଜବାବ ଦେଇଛନ୍ତି ପ୍ରଣବ l

ବିଜୁ ଏକ୍ସପ୍ରେସ ଓ୍ଵେ ର ଲୋକାର୍ପିତ…

() ବିଜୁବାବୁଙ୍କ ଜୟନ୍ତୀ ଅବସରରେ ବରଗଡ, ନୂଆପଡା ଓ କଳାହାଣ୍ଡି ଜିଲ୍ଲାରେ ୩୦୮୧ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ଆରମ୍ଭ ୲

ଆମପାଣିରେ ବିଜୁ ଏକ୍ସପ୍ରେସ ଓ୍ଵେ ଲୋକାର୍ପିତ ୲

ବିଜୁ ଏକ୍ସପ୍ରେସ ଓ୍ଵେ କେବଳ ରାସ୍ତା ନୁହେଁ ,ଏ ଅଞ୍ଚଳ ପାଇଁ
ଜୀବନ ରେଖା ୲

ବିଜୁ ଏକ୍ସପ୍ରେସ ଓ୍ଵେ ବିଜୁ ଅର୍ଥନୈତିକ କରିଡର ରୂପାନ୍ତର ଲକ୍ଷ୍ୟ ହାସଲରେ ମାଇଲଷ୍ଟୋନ ହେବ ୲
ମୁଖ୍ୟମନ୍ତ୍ରୀ।

ମିଶନଶକ୍ତି ମା ମାନଙ୍କୁ ୪୨ କୋଟି ଟଙ୍କାର ସହାୟତା ।

{} ଆଜି ମହାନ ଜନନାୟକ ବିଜୁ ପଟ୍ଟନାୟକ ଜୟନ୍ତୀ ୲ ସାରା ରାଜ୍ୟ ଓଡିଶାର ଏହି ମହାନ ସନ୍ତାନଙ୍କ ଜୟନ୍ତୀକୁ ଶ୍ରଦ୍ଧାର ସହ ପାଳନ କରୁଛି ୲ ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବରଗଡ, କଳାହାଣ୍ଡି ଓ ନୁଆପଡା ଜିଲ୍ଲା ଗସ୍ତରେ ଯାଇ ଆମପାଣିଠାରେ ବିଜୁ ଏକ୍ସପ୍ରେସ ଓ୍ଵେ କୁ ଏବଂ ସୋହେଲାରୁ ଆମପାଣି ପର୍ଯ୍ୟନ୍ତ ବିଜୁ ଅର୍ଥନୈତିକ କରିଡର ଲୋକାର୍ପଣ କରିଛନ୍ତି ୲ ଏହା ସହିତ ଏହି ତିନି ଗୋଟି ଜିଲ୍ଲାରେ ୩୦୮୧ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ୲ ମହିଳା ସଶକ୍ତିକରଣର କର୍ଣ୍ଣଧାର ବିଜୁବାବୁ ଙ୍କ ଜୟନ୍ତୀ ଅବସରରେ ବରଗଡ ନୁଆପଡା ଓ କଳାହାଣ୍ଡି ଜିଲ୍ଲାର ମିଶନ ଶକ୍ତି ମା ମାନଙ୍କୁ ୪୨ କୋଟି ଟଙ୍କାର ଋଣ ସହାୟତା ତଥା ସୁଧ ରିହାତି ମଧ୍ୟ ପ୍ରଦାନ କରିଛନ୍ତି ୲
ଏହି ଅବସରରେ ଆୟୋଜିତ ସମାବେଶ ମାନଙ୍କରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ବିଜୁ ଏକ୍ସପ୍ରେସ ଓ୍ଵେ କେବଳ ଏକ ରାସ୍ତା ନୁହେଁ ଏହା ହେଉଛି ଏ ଅଞ୍ଚଳର ଜୀବନ ରେଖା ୲ ଏହି ଏକ୍ସପ୍ରେସ way କେବଳ ଏ ଅଞ୍ଚଳ ନୂହେଁ ସାରା ଓଡ଼ିଶା ପାଇଁ ବିକାଶ ର ନୂଆ ଇତିହାସ
ଲେଖିବ. ବିଜୁ ଏକ୍ସପ୍ରେସ ଓ୍ଵେ ଏ ଅଞ୍ଚଳ ପାଇଁ ଅନେକ ସୁଯୋଗ ଆଣିଛି ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଲେ ଯେ , ଚାଷୀ ପାଇଁ ବଜାର ସୁବିଧା ମିଳିବ ୲ ଛାତ୍ରଛାତ୍ରୀମାନଙ୍କ ପାଠପଢା ପାଇଁ ସୁବିଧା, ବ୍ୟବସାୟୀ ମାନଙ୍କୁ ସୁବିଧା, ସ୍ୱାସ୍ଥ୍ୟ ସେବାରେ ଆହୁରି ଉନ୍ନତି ଆସିବ ,ସାଧାରଣ ଲୋକ ମଧ୍ୟ ସୁବିଧାରେ ଯାତାୟତ ରୂପାନ୍ତର କାମ କୁ ମଜଭୁତ କରିବ ।

ସୋହେଲାରୁ ଆମପାଣି ପର୍ଯ୍ୟନ୍ତ ବିଜୁ ଏକ୍ସପ୍ରେସର ଦୁଇପାଖେ ବିଜୁ ଅର୍ଥନୈତିକ କରିଡର ହେବାଦ୍ଵାରା ପୁଞ୍ଜି ବିନିଯୋଗ ବଢିବ ଏବଂ ନୂଆ ନୂଆ ଶିଳ୍ପ ଗଢି ଉଠିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ ୲ସେ କଥା ନୂହେଁ କାମ ରେ ବିଶ୍ବାସ କରନ୍ତି ବୋଲି ତାଙ୍କ ଉକ୍ତି କୁ ଦୋହରାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜୁ ଅର୍ଥନୈତିକ କରିଡରକୁ ପୁଞ୍ଜିପତିମାନଙ୍କୁ ଆକର୍ଷଣ କରିବା ପାଇଁ ପ୍ରୋତ୍ସାହନ ଭାବରେ ଅତିରିକ୍ତ ୩୦ ପ୍ରତିଶତ ରିହାତି ନିବିଶେକମାନଙ୍କୁ ମିଳିବ ୲

ଶିଳ୍ପ ବିକାଶ କାର୍ଯ୍ୟ ତ୍ଵରାନିତ କରିବା ପାଇଁ ଆଗୁଆ ଜମି ଅଧିଗ୍ରହଣ କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଛି ୲ ବିଜୁ ଅର୍ଥନୈତିକ କରିଡର ଦ୍ଵାରା ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, ନୁଆପଡା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାବାସୀ ବିଶେଷ ଭାବରେ ଉପକୃତ ହେବେ ୲ ପଶ୍ଚିମ ଓ ଦକ୍ଷିଣ ଓଡିଶା ମଧ୍ୟରେ ଅର୍ଥନୈତିକ କାର୍ଯ୍ୟକଳାପ ବୃଦ୍ଧି ଘଟିବ ୲ ପର୍ଯ୍ୟଟନର ମଧ୍ୟ ବିକାଶ ଘଟିବ ୲
ଘଟିପଡାରୁ ଆମପାଣି ପର୍ଯ୍ୟନ୍ତ ବିଜୁ ଏକ୍ସପ୍ରେସ ଓ୍ଵେର ଚାରିଥାକିଆ ରାସ୍ତା କାମ ରେକର୍ଡ ଏକ ବର୍ଷ ମଧ୍ୟରେ ଶେଷ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ। ଓଡିଶାରେ ଭିତ୍ତିଭୂମି ବିକାଶ ପାଇଁ ଅଗ୍ରଣୀ ଭୁମିକା ନେଇଥିବା ମହାନ ଜନନାୟକ ବିଜୁ ବାବୁଙ୍କୁ ସ୍ମରଣ କରି ମୁଖ୍ୟମନ୍ତ୍ରୀ କହିଥିଲେ ବିଜୁ ବାବୁଙ୍କ ଆଦର୍ଶରେ ଏକ ସଶକ୍ତ ଓଡିଶା ଗଠନ ପାଇଁ ସେ କାମ କରି ଚାଲିଛନ୍ତି।ସମ୍ବଲପୁର- ରାଉଲକେଲା ରାସ୍ତା ବିଜୁବାବୁଙ୍କ ପରିକଳ୍ପନା ଥିଲା। L&T ରାସ୍ତାଭାବେ ପରିଚିତ ଏହି ରାସ୍ତାର ଆରମ୍ଭ ସ୍ଵର୍ଗତ ବିଜୁବାବୁ ୧୯୯୩ ମସିହାରେ ଆରମ୍ଭ କରିଥିଲେ ୲ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଓଡିଶା ମାଟି ଓ ଏ ମାଟିର ମଣିଷର ସ୍ଵପ୍ନ ସହ ବିଜୁବାବୁ ସବୁବେଳେ ଯୋଡିହୋଇ ରହିଥିଲେ ବୋଲି ମତ ଦେଇ ତାଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲ ୲
ଏହି ସବୁ କାର୍ଯ୍ୟକ୍ରମରେ ମନ୍ତ୍ରୀ ମଣ୍ଡଳର ସଦସ୍ୟ , ତଥା ବିଧାୟକ ମାନେ ଉପସ୍ଥିତ ଥିଲେ।

ଡାକୋଟା ବିମାନକୁ ଜାତି ଉଦ୍ଦେଶ୍ୟରେ ସମର୍ପଣ କଲେ ମୁଖ୍ୟମନ୍ତ୍ରୀ…

 () ଓଡ଼ିଶା ଐତିହାସିକ ଡାକୋଟା ବିମାନକୁ ଜାତି ଉଦ୍ଦେଶ୍ୟରେ ସମର୍ପଣ କଲେ ମୁଖ୍ୟମନ୍ତ୍ରୀ।

ଯୁଗ ଯୁଗ ପାଇଁ ଅଦମ୍ୟ ସାହସ, ଓ ଅନନ୍ୟ ପରାକାଷ୍ଠାର ବାର୍ତ୍ତା ଦେଇ ଚାଲିବ ବିଜୁ ବାବୁଙ୍କ ଡାକୋଟା ।

ଭୁବନେଶ୍ୱର – ରଙ୍ଗେଇଲୁଣ୍ଡା ବିମାନସେବା ର ଶୁଭାରମ୍ଭ,

ବିଧାନ ସଭାରେ ବିଜୁବାବୁଙ୍କୁ ଶ୍ରଦ୍ଧାଞ୍ଜଳି ।

{} ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ। ଏହି ଅବସରରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଜାତି ଉଦ୍ଦେଶ୍ୟରେ ବିଜୁ ବାବୁଙ୍କ ଐତିହାସିକ ଡାକୋଟା ବିମାନକୁ ସମର୍ପଣ କରିଛନ୍ତି। Dakota DC-3 (VT-AUI) । ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରେ ଏହି ବିମାନକୁ ଆଜି ସର୍ବସାଧାରଣଙ୍କ ପାଇଁ, ଓଡ଼ିଆ ମାନଙ୍କ ପାଇଁ ଓ ସାରା ଦେଶ ବାସୀଙ୍କ ପାଇଁ ସମର୍ପିତ କରିଛନ୍ତି।

ସୂଚନା ଯୋଗ୍ୟ ଯେ ଏହି ବିମାନ କଲିକତା ବିମାନ ବନ୍ଦର ରେ ବର୍ଷ ବର୍ଷ ଧରି ପରିତ୍ୟକ୍ତ ଅବସ୍ଥାରେ ଥିଲା। ରାଜ୍ୟ ସରକାରଙ୍କ ଉଦ୍ୟମରେ ଏହାକୁ ଭୁବନେଶ୍ବର ବିମାନ ବନ୍ଦରକୁ ଅଣା ଯାଇ ମରାମତି କରାଯାଇ ସମ୍ପୂର୍ଣ୍ଣ ନୂଆ ରୂପରେ ପ୍ରଦର୍ଶନ କରାଯାଇଛି।

ଏହି ବିମାନରେ ରହିଛି ବିଜୁ ବାବୁଙ୍କର, ଜଣେ ଅଦମ୍ୟ ସାହସୀ ଓଡ଼ିଆ ଯୁବକଙ୍କର ବିରତ୍ଵ ଓ ପରାକାଷ୍ଠା ର କାହାଣୀ। ଏହି ବିମାନରେ ବିଜୁ ବାବୁ, ତାଙ୍କ ପତ୍ନୀ ଜ୍ଞାନ ପଟ୍ଟନାୟକଙ୍କ ସହିତ Indonesia ଯାଇ ସେଠାକାର ସ୍ଵାଧନତା ସଂଗ୍ରାମୀ ମାନଙ୍କୁ ଡଚ୍ ମାନଙ୍କ କବଳରୁ ମୁକ୍ତ କରି ଭାରତ ଆଣିଥିଲେ। ସେ କାହାଣୀ ଆଜି ସମସ୍ତେ ଜାଣନ୍ତି। କିନ୍ତୁ ଆଜିଠାରୁ ସେହି ଐତିହାସିକ ଘଟଣାର ଜୀବନ୍ତ ସାକ୍ଷୀ କୁ ଦେଖିବାର ସୁଯୋଗ ପାଇବେ ଓଡ଼ିଶା ବାସୀ, ଦେଶ ବାସୀ।ଏହି ଅବସରରେ ମୁଖ୍ୟ ମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଏହି ବିମାନ ଏବେ ଯୁଗ ଯୁଗ ଧରି ଓଡ଼ିଆ ମାନଙ୍କୁ ସାହସ, ବିରତ୍ୱ ଓ ଦେଶ ପାଇଁ ସମର୍ପଣ ଭାବର ବାର୍ତ୍ତା ଦେଇ ଚାଲିବ। ବିଶ୍ଵ ବାସୀଙ୍କ ସମ୍ମୁଖରେ ଓଡ଼ିଶାର ମର୍ଯ୍ୟାଦାକୁ ପ୍ରତିଷ୍ଠିତ କରିବ ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର- ରଙ୍ଗେଇଲୁଣ୍ଡା non scheduled flightର ଶୁଭାରମ୍ଭ ମଧ୍ୟ କରିଛନ୍ତି।

ମୁଖ୍ୟମନ୍ତ୍ରୀ ପ୍ରଥମେ ଆଜି ବିଧାନ ସଭା ଯାଇ ସେଠାରେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପ ମଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

“ଓଡ଼ିଶା ୱିମେନ୍ ଇନ୍ ମିଡିଆ”ର ଶୁଭାରମ୍ଭ…

() ଓଡ଼ିଶାର ବିଭିନ୍ନ ଗଣମାଧ୍ୟମ ଓ ଏବଂ ଏହି କ୍ଷେତ୍ର ସହିତ ଜଡ଼ିତ କାର୍ଯ୍ୟରତ ମହିଳାମାନଙ୍କୁ ନେଇ ଗଠନ ହୋଇଥିବା “ଓଡ଼ିଶା ୱିମେନ୍ ଇନ୍ ମିଡିଆ” (ଓଡବ୍ଲୁଏମ୍‌)ର ଶୁଭାରମ୍ଭ ହେବା ସହ ଏହାର ଲୋଗୋ ମଧ୍ୟ ଉନ୍ମୋଚିତ ହୋଇଯାଇଛି । ଏହି କ୍ଷେତ୍ର ସହିତ ଜଡ଼ିତ ମହିଳାମାନଙ୍କ ସୁବିଧା ସୁଯୋଗ, ସ୍ୱାର୍ଥ ଓ ସୁରକ୍ଷାକୁ ନେଇ ଓଡ଼ିଶାରେ ପ୍ରଥମ ଥର ପାଇଁ ଆରମ୍ଭ ହୋଇଥିବା ଏହି ଫୋରମ୍‌କୁ ଭୁବନେଶ୍ୱର ମହାନଗର ନିଗମର ମେୟର ଶ୍ରୀମତି ସୁଲୋଚନା ଦାସ ଏବଂ ରାଜ୍ୟ ମହିଳା କମିଶନର ଅଧ୍ୟକ୍ଷା ଶ୍ରୀମତି ମିନତୀ ବେହେରା ସ୍ୱତନ୍ତ୍ର ଅତିଥି ଭାବେ ଯୋଗ ଦେଇ ଉଦ୍‌ଘାଟନ କରିବା ସହ ଏହାର ଲୋଗୋକୁ ମଧ୍ୟ ଉନ୍ମୋଚନ କରିଥିଲେ ।

ଶନିବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) କ୍ୟାମ୍ପସ ୨ର କନ୍‌ଭେନ୍‌ସନ୍ ହଲ୍‌ରେ ଆୟୋଜିତ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମେୟର ଶ୍ରୀମତି ଦାସ ନିଜର ଖୁସି ବ୍ୟକ୍ତ କରିବା ସହ ନିଜେ ସାମ୍ବାଦିକତା କ୍ଷେତ୍ରରୁ ଆସିଥିବାରୁ ଏଭଳି ଫୋରମ୍ ଗଠନ ଏବଂ ଟ୍ରଷ୍ଟ ଦ୍ୱାରା ବହୁ ଦିନର ସ୍ୱପ୍ନ ସାକାର ହେଲା ବୋଲି କହିଛନ୍ତି ।

ଏହି ପ୍ଲାଟଫର୍ମରେ କାର୍ଯ୍ୟରତ ମହିଳାମାନେ ନିଜର ବିଭିନ୍ନ ସମସ୍ୟା ଏବଂ ବୃତିଗତ କାର୍ଯ୍ୟଧାରା ସମ୍ପର୍କରେ ଆଲୋଚନା କରିବେ ବୋଲି କହିବା ସହ ସେ ନିଜେ ଏହି ପରିବାରରୁ ଆସିଥିବାରୁ ଗର୍ବିତ ଅନୁଭବ କରୁଛନ୍ତି ବୋଲି ଶ୍ରୀମତି ଦାସ କହିଥିଲେ । ତେବେ ଏହି କ୍ଷେତ୍ରରେ ଥିବା ମହିଳାମାନେ ନୈତିକ ମୂଲ୍ୟବୋଧକୁ ନ ଭୁଲି କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ ।

ସେହିପରି ମହିଳା କମିଶନର ଅଧ୍ୟକ୍ଷା ଶ୍ରୀମତି ବେହେରା ଟ୍ରଷ୍ଟର ଶୁଭାରମ୍ଭ ନେଇ ଅଭିନନ୍ଦନ ଜଣାଇବା ସହ ମହିଳାମାନେ ଆହୁରି ଏକତ୍ରିତ ହୁଅନ୍ତୁ ଏବଂ ଏହି ଅନୁଷ୍ଠାନ ତାର କାୟା ବିସ୍ତାର କରୁ ବୋଲି ଆଶା ପ୍ରକାଶ କରିଥିଲେ । ମହିଳା ସାମ୍ବାଦିକାମାନେ ଅଧିକ ମାତ୍ରାରେ ସାମ୍ନାକୁ ଆସିଲେ ଅନେକ ସମସ୍ୟାର ସମାଧାନ ହୋଇପାରିବ ବୋଲି ସେ କହିଥିଲେ । ସୂଚନାର ଆଦାନ ପ୍ରଦାନ ଏବଂ ଗଣମାଧ୍ୟମର ସଚେତନତା ସୃ୍‌ଷ୍ଟି କରିବା ସହ ନୈତିକ ମୂଲ୍ୟବୋଧକୁ ପ୍ରୋତ୍ସାହନ ଦେବା ଏବଂ ଲିଙ୍ଗଗତ ସମାନତାରେ କାର୍ଯ୍ୟ କରିବା ସହିତ ଗୋଟିଏ ଛାତ ତଳେ ମହିଳାମାନଙ୍କ ଉନ୍ନତି, ସଶକ୍ତିକରଣ ପ୍ରଦାନ କରାଯିବା ଏହି ଓଡ଼ିଶା ୱିମେନ୍ ଇନ୍ ମିଡିଆ ଟ୍ରଷ୍ଟର ଉଦ୍ଦେଶ୍ୟ ରହିଛି । ବିଭିନ୍ନ ଗଣମାଧ୍ୟମ ଏବଂ ଲୋକସମ୍ପର୍କ କ୍ଷେତ୍ରରେ ଓ ଗଣମାଧ୍ୟମ ସହିତ ଜଡ଼ିତ କାର୍ଯ୍ୟରତ ମହିଳାମାନଙ୍କ ଅଧିକାରକୁ ସୁରକ୍ଷା ଦେବା ଏହି ଟ୍ରଷ୍ଟର ଉଦ୍ଦେଶ୍ୟ ।

ଏହି ଅବସରରେ ଟ୍ରଷ୍ଟର ଅଧ୍ୟକ୍ଷା ଶ୍ରୀମତି କସ୍ତୁରୀ ରାୟ, ଉପାଧ୍ୟକ୍ଷା ଶ୍ରୀମତି ଶାରଦା ଲାହଙ୍ଗିର୍‌, ସମ୍ପାଦିକା ଶ୍ରୀମତି ମିନତୀ ସିଂହାଙ୍କ ସହିତ ଟ୍ରଷ୍ଟର ସଦସ୍ୟ ଏବଂ ଶତାଧିକ କାର୍ଯ୍ୟରତ ମହିଳା ଯୋଗ ଦେଇଥିଲେ ।

କୋଭିଡ ଭଳି ଆହ୍ୱାନର ସାମ୍ନା କରିବା ପାଇଁ ବୈଜ୍ଞାନିକମାନେ ପ୍ରସ୍ତୁତ ରହିବା ଉଚିତ୍‌….

() କୋଭିଡ ଭଳି ସମସ୍ୟାକୁ ମାନବ ସମାଜ ବାରମ୍ବାର ସାମ୍ନା କରିବାର ଯଥେଷ୍ଟ ସମ୍ଭାବନା ରହିଥିବା ବେଳେ ଏହାକୁ ସାମ୍ନା କରିବା ସହ ମୁକାବିଲା କରିବା ନିମନ୍ତେ ବୈଜ୍ଞାନିକମାନେ ପ୍ରସ୍ତୁତ ରହିବା ଉଚିତ୍ ବୋଲି ଶୁକ୍ରବାର ଜଣେ ଗବେଷକ କହିଛନ୍ତି ।

କୋଭିଡ୍ ୧୯ ଭଳି ସ୍ୱାସ୍ଥ୍ୟ ସମସ୍ୟା ଆଗକୁ ମଧ୍ୟ ଆସିପାରେ । କିନ୍ତୁ ଏଭଳି ଆହ୍ୱାନର ମୁକାବିଲା କରିବା ନିମନ୍ତେ ବୈଜ୍ଞାନିକମାନେ ପ୍ରସ୍ତୁତ ରହିବା ଉଚିତ୍ ବୋଲି କହିଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର କମ୍ୟୁନିଟି ମେଡିସିନ୍ ବିଭାଗର ପ୍ରଫେସର (ଡକ୍ଟର) ଇ. ଭେଙ୍କଟ ରାଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍‌ସେସ୍ (ଏସ୍‌ପିଏସ୍‌) ପକ୍ଷରୁ ଶୁକ୍ରବାର ଆୟୋଜିତ ଏକ ଦିବସୀୟ କର୍ମଶାଳାର ଉଦ୍‌୍‌ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହା କହିଛନ୍ତି ପ୍ରଫେସର ରାଓ ।
ପ୍ରଫେସର ରାଓ ଆଇଏମଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ କୋଭିଡ୍ ଭାକ୍ସିନ୍ “କୋଭାକ୍ସିନ୍‌” ଏବଂ ନାଜାଲ୍ କୋଭିଡ୍ ଭାକ୍ସିନ୍‌ର ମାନବୀୟ ପରୀକ୍ଷଣରେ ପ୍ରମୁଖ ନିରୀକ୍ଷକ ଭାବେ କାର୍ଯ୍ୟ କରିଥିଲେ । ଏହି କର୍ମଶାଳାଟି ସୋଆ -ଡିବିଟି-ବିଲ୍ଡର ଜାତୀୟ ଗବେଷଣାଗାର ଆନୁକୂଲ୍ୟରେ ଆୟୋଜିତ କରାଯାଇଥିଲା । ଡିପାର୍ଟମେଂଟ ଅଫ୍ ବାୟୋଟେକ୍ନୋଲୋଜି ସହାୟତାରେ ବିଶ୍ୱବିଦ୍ୟାଳୟ ଗୁଡ଼ିକରେ ଅତ୍ୟାଧୁନିକ ଗବେଷଣା କ୍ଷେତ୍ରରେ କାର୍ଯ୍ୟ କରିବା ନିମନ୍ତେ ଏହି ଡିବିଟି-ବିଲ୍ଡର ଗବେଷଣାଗାର ସ୍ଥାପନ କରାଯାଉଛି । ଏସ୍‌ପିଏସ୍‌ରେ ମଧ୍ୟ ଏହି ଗବେଷଣାଗାର ସ୍ଥାପିତ ହୋଇଛି ।

ଯୁବ ଗବେଷକମାନଙ୍କ ନିମନ୍ତେ ଏହି ସ୍କିମ୍ ଏକ ଉତ୍କୃଷ୍ଟ ମାଧ୍ୟମ ହୋଇଛି ବୋଲି ଉଲ୍ଲେଖ କରି ପ୍ରଫେସର ରାଓ କହିଥିଲେ ଯେ, ପ୍ରତ୍ୟେକ ମଣିଷ ଜନ୍ମରୁ ହିଁ ଗବେଷକ ହୋଇଥାଏ । ତେବେ ପ୍ରଶ୍ନ କରିବାର କ୍ଷମତା ମଣିଷ ଭିତରେ କ୍ରମେ ଲୁପ୍ତ ହୋଇଯାଏ । ତେଣୁ ଡିବିଟି-ବିଲ୍ଡର ଭଳି ପଦକ୍ଷେପ ଯୁବ ଗବେଷକଙ୍କୁ ଖୋଜି ବାହାର କରିବାରେ ସହାୟକ ହେବ ।ଗବେଷଣା ଅନୁଷ୍ଠାନଗୁଡ଼ିକ ମିଳିତ ଭାବେ କାର୍ଯ୍ୟ କରିବା ଉପରେ ଗୁରୁତ୍ୱ ଦେଇ ପ୍ରଫେସର ରାଓ କହିଥିଲେ ଯେ ଏକୁଟିଆ କାର୍ଯ୍ୟ କଲେ କୌଣସି ଲାଭ ହୁଏ ନାହିଁ କିମ୍ବା ସମସ୍ୟାର ସମାଧାନ ହୁଏ ନାହିଁ।

ଏସ୍‌ପିଏସ୍ ଡିନ୍ ପ୍ରଫେସର ଏସି.ସି ସିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କର୍ମଶାଳାରେ “ଫ୍ଲୋ ସାଇଟୋମିଟର: ୱାର୍କିଂ ପ୍ରିନ୍ସିପଲ୍ ଆଣ୍ଡ ଆପ୍ଲିକେସନ୍‌ସ” ଶୀର୍ଷକ ଆଲୋଚନା କରାଯାଇଥିବା ବେଳେ ପରେ ଏହାର କାର୍ଯ୍ୟକାରିତା ଉପରେ ତାଲିମ ଦିଆଯାଇଥିଲା ।ଏହି କର୍ମଶାଳାର ସଂଯୋଜ ପ୍ରଫେସର ଗୌତମ ରଥ ଓ ମୋଡେରେଟର ପ୍ରଫେସର ବି.ବି. ସୁବୁଦ୍ଧି ଉପସ୍ଥିତ ଥିଲେ ।

ମହିଳା ସଶକ୍ତିକରଣ କେବଳ ଏକ ସ୍ଲୋଗାନ ନୁହେଁ, ଏବେ ଏହା ଏକ ବାସ୍ତବତା – ମୁଖ୍ୟମନ୍ତ୍ରୀ…

() ଆନ୍ତର୍ଜାତିକ ମହିଳା ଦିବସ ଅବସରରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ,

ମହିଳା ସଶକ୍ତିକରଣ କେବଳ ଏକ ସ୍ଲୋଗାନ ନୁହେଁ, ଏବେ ଏହା ଏକ ବାସ୍ତବତା – ମୁଖ୍ୟମନ୍ତ୍ରୀ।

ଇନୋଭେସନ ଓ ଟେକ୍‌ନୋଲୋଜି ଦ୍ବାରା ଲିଙ୍ଗଗତ ବିଭେଦ ଦୂର କରାଯାଇ ସମାଜରେ ପରିବର୍ତ୍ତନ ଆସିପାରିବ।

କିଶୋର କିଶୋରୀ ମାନଙ୍କ ପାଇଁ ମାସ୍କଟ ‘କୁନି’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ।

ଆଉ ପଛକୁ ନୁହେଁ, ଏଣିକି କେବଳ ଆଗକୁ ଚାଲିବୁ – ମିଶନ ଶକ୍ତି ଓ ଅଙ୍ଗନବାଡି ମା।

{} ଆଜି ଲୋକସେବା ଭବନସ୍ଥିତ କନ୍‌ଭେନସନ ସେଣ୍ଟର ଠାରେ ଆନ୍ତର୍ଜାତିକ ମହିଳା ଦିବସ ଉପଲକ୍ଷେ ରାଜ୍ୟ ମହିଳା ଓ ଶିଶୁବିକାଶ ବିଭାଗ ପକ୍ଷରୁ ଏକ ସପ୍ତାହ ବ୍ୟାପୀ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ସାଧାରଣ ଜୀବନରେ ଯେଉଁ କୋଟି କୋଟି ମା ସଂଗ୍ରାମ ଜାରି ରଖିଛନ୍ତି ଏବଂ ନିଜ ପାଇଁ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଛନ୍ତି, ସେମାନଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜିର ଦିନଟିକୁ ସମର୍ପିତ କରିଛନ୍ତି।କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମହିଳା ସଶକ୍ତିକରଣ ଆଜି କେବଳ ଏକ ସ୍ଲୋଗାନ ନୁହେଁ, ଏହା ଆଜି ଏକ ବାସ୍ତବତା। ଓଡିଶାର ମା ମାନେ ଆଜି ରୂପାନ୍ତରର ସାରଥୀ ହୋଇଛନ୍ତି। ୭୦ ଲକ୍ଷ ମା ମାନଙ୍କ ବିଶାଳ ସଂଗଠନ ଆଜି SHGରୁ SME ହେବାକୁ ଯାଉଛି। ମା ମାନେ ଉଦ୍ୟୋଗୀ ହେବାକୁ ଯାତ୍ରା ଆରମ୍ଭ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମା ମାନେ କାହା ଠାରୁ କମ୍‌ ନୁହେଁ। ମା ମାନେ ନିଜ ନିଜର ପ୍ରତିଭା ଓ ଦକ୍ଷତା ଦ୍ବାରା ସମାଜରେ ନିଜ ପାଇଁ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଛନ୍ତି । ସେମାନେ ପ୍ରମାଣିତ କରିପାରିଛନ୍ତି ଝିଅ ଆଜି ପରିବାର ପାଇଁ ବୋଝ ନୁହେଁ, ବରଂ ପରିବାରର ମଣି । କନ୍ୟା ରତ୍ନ ।

ସୂଚନାଯୋଗ୍ୟ ଯେ ଚଳିତ ବର୍ଷ ଆନ୍ତର୍ଜାତିକ ମହିଳା ଦିବସ ପାଇଁ ବିଷୟ ବସ୍ତୁ ରହିଛି ‘ନବ ପରିବର୍ତ୍ତନ ଓ ପ୍ରଯୁକ୍ତି ବିଦ୍ୟା ଦ୍ବାରା ଲିଙ୍ଗଗତ ସମାନତା ହାସଲ’ (Innovation and Technology for Gender Equality). ଏହା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ପ୍ରଯୁକ୍ତି ବିଦ୍ୟା ଆମକୁ ସମାଜରେ ଲିଙ୍ଗଗତ ବିଭେଦ ଦୂର କରିବା ପାଇଁ ଏକ ଅନନ୍ୟ ସୁଯୋଗ ଦେଇଛି । ଇନୋଭେସନ ଓ ଟେକ୍‌ନୋଲୋଜିର ପ୍ରୟୋଗରେ ଶିକ୍ଷା, ନିଯୁକ୍ତି, କର୍ମକ୍ଷେତ୍ର ଏବଂ ସମାଜର ବିଭିନ୍ନ କ୍ଷେତ୍ରରେ ବିଭେଦ ଦୂର କରାଯାଇ ନାରୀ ମାନଙ୍କ ଅଧିକାରର ସୁରକ୍ଷା କରାଯାଇପାରୁଛି। ମହିଳା ମାନଙ୍କ ବିରୁଦ୍ଧରେ ହେଉଥିବା ହିଂସାକୁ ମଧ୍ୟ ରୋକାଯାଇ ପାରୁଛି। ଏହାଦ୍ବାରା ସମାଜରେ ଲିଙ୍ଗଗତ ବୈଷମ୍ୟ ଦୂର ହୋଇ ଏକ ନ୍ୟାୟପୂର୍ଣ୍ଣ ସମାଜ ଗଠନ କରାଯାଇପାରିବ। ତେଣୁ ଇନୋଭେସନ ଓ ଟେକ୍‌ନୋଲୋଜିର ଅଧିକରୁ ଅଧିକ ପ୍ରୟୋଗ କରି ମହିଳା ମାନଙ୍କୁ ସବୁ କ୍ଷେତ୍ରରେ ସମାନ ଅଧିକାର ପ୍ରଦାନ କରିବା ସହିତ ଏକ ନ୍ୟାୟପୂର୍ଣ୍ଣ ସମାଜ ଗଠନ ଦିଗରେ କାମ କରିବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ।ରାଜ୍ୟସ୍ତରୀୟ ଉତ୍ସବରେ ମହିଳା ଓ ଶିଶୁ ବିକାଶ ଓ ମିଶନ ଶକ୍ତି ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ବଳିଷ୍ଠ ନେତୃତ୍ବ ଓ ଦିଗ୍‌ଦର୍ଶନରେ ମହିଳା ଓ ଶିଶୁବିକାଶ ବିଭାଗ ମହିଳା ମାନଙ୍କ ସଶକ୍ତିକରଣ ଓ ଅଧିକାରର ସୁରକ୍ଷା ପାଇଁ ଅନେକ କାର୍ଯ୍ୟକ୍ରମ ସଫଳତାର ସହ କାର୍ଯ୍ୟକାରୀ କରୁଛି । ମହିଳା ମାନେ ଆଜି ଆର୍ଥିକ ଓ ସାମାଜିକ କ୍ଷେତ୍ରରେ ସଶକ୍ତ ହୋଇପାରିଛନ୍ତି ଓ ସେମାନଙ୍କ ପାଇଁ ଅନେକ ସୁଯୋଗ ସୃଷ୍ଟି ହୋଇପାରିଛି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମହିଳା ଓ ଶିଶୁବିକାଶ ବିଭାଗର ଯୁବ ମାସ୍କଟ ‘କୁନି’ର ଶୁଭାରମ୍ଭ କରିଥିଲେ । ଏହି ମାସ୍କଟ କିଶୋର କିଶୋରୀ ମାନଙ୍କୁ ଶିକ୍ଷା, ଅଧିକାର ଓ ଅନ୍ୟାନ୍ୟ କ୍ଷେତ୍ରରେ ସଚେତନ କରିବା ପାଇଁ କାର୍ଯ୍ୟ କରିବ। ଏହାସହିତ ରାଜ୍ୟର ନୂଆ ଶିଶୁ ନୀତି ‘ପ୍ରାରମ୍ଭ’ ମଧ୍ୟ ଉନ୍ମୋଚିତ ହୋଇଥିଲା। ଏହାସହିତ ଆଶୀର୍ବାଦ ଯୋଜନାର ଏମ୍ ଆଇଏସ୍ ପୋର୍ଟାଲ୍ ଏବଂ ଓ୍ଵାନ୍ ଷ୍ଟପ୍ ସେଣ୍ଟର ଓ ମହିଳା ହେଲ୍‌ପ ଲାଇନରେ ସଫଳ ମହିଳାଙ୍କ କାହାଣୀ ଉପରେ ଏକ କେସ୍ ଷ୍ଟଡି ବୁକଲେଟ ମାନ୍ୟବର ମୁଖ୍ୟମନ୍ତ୍ରୀ ଉନ୍ମୋଚନ କରିଥିଲେ।

କାର୍ଯ୍ୟକ୍ରମରେ ଭୁବନେଶ୍ବର ବିଜୟଲକ୍ଷ୍ମୀ ସ୍ବୟଂ ସହାୟକ ଗୋଷ୍ଠୀର ଜାନକୀ ବିଶ୍ବାଳ ଏବଂ ବି.ଏମ.ସି ଅଙ୍ଗନବାଡି କର୍ମୀ ଆରତୀ ସାହୁ ପ୍ରମୁଖ ସେମାନଙ୍କର ଅଭିଜ୍ଞତା ବର୍ଣ୍ଣନା କରି କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ଯୋଗୁ ଆଜି ନାରୀ ମାନେ ବିଭିନ୍ନ କ୍ଷେତ୍ରରେ ସକ୍ଷମ ହୋଇ ସ୍ବାଧୀନ ଭାବରେ କାମ କରିପାରୁଛନ୍ତି । କୋଭିଡ ସମୟରେ ମାସ୍କ ଓ ଜାତୀୟ ପତାକା ତିଆରି କରି ଆମେ ଦକ୍ଷତା ଦେଖାଇ ପାରିଥିଲୁ । ବର୍ତ୍ତମାନ ଆମର ଆଉ ପଛକୁ ଚାହିଁବାର ପ୍ରଶ୍ନ ନାହିଁ । ଆମେ ଏଥର ଆଗକୁ ବଢିବୁ ।  ମହିଳା ଓ ଶିଶୁବିଭାଗ ର କମିଶନର-ତଥା-ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା ସ୍ବାଗତ ଭାଷଣ ଦେଇଥିଲେ ଏବଂ ନିର୍ଦେଶକ ଶ୍ରୀ ଅରବିନ୍ଦ ଅଗ୍ରୱାଲ ଧନ୍ୟବାଦ ଅର୍ପଣ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଓଡ଼ିଶା ରାଜ୍ୟ ମହିଳା ଆୟୋଗର ଅଧ୍ୟକ୍ଷା, ମହିଳା ଓ ଶିଶୁ ବିକାଶ ବିଭାଗର ଉପଦେଷ୍ଟା, ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର-ତଥା- ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ରାଜ୍ୟସ୍ତରୀୟ ଅଧିକାରୀ, ସମାଜ ସଂଗଠନ ନାଗରିକ, କର୍ପୋରେଟ୍ ଅନୁଷ୍ଠାନର ପ୍ରତିନିଧି -ତଥା-ଜିଲ୍ଲାସ୍ତରୀୟ ଓ ତୃଣମୂଳ ସ୍ତରର ଜିଲ୍ଲାସ୍ତରୀୟ କର୍ମଚାରୀ ତଥା ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ(ଡିଏସ୍ଡବ୍ଲ୍ୟୁଓ), ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ (ଡିସିପିଓ),କିଶୋର ଓ କିଶୋରୀ ମାନେ ଯୋଗ ଦେଇଥିଲେ। ଏବଂ ଅନ୍ୟାନ୍ୟ ରାଜ୍ୟ ଓ ଜିଲ୍ଲାସ୍ତରୀୟ କର୍ମଚାରୀମାନେ ଉପସ୍ଥିତ ଥିଲେ।

ଏହି ଅବସରରେ ବିଷୟବସ୍ତୁ ଓ ରାଜ୍ୟସାରା ସପ୍ତାହବ୍ୟାପୀ ଉତ୍ସବ ପାଳନ କରାଯିବ। ଏବଂ ରାଜ୍ୟର ପ୍ରୟାସକୁ ଆହୁରି ସୁଦୃଢ଼ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ମହିଳା ଓ ଶିଶୁ ବିକାଶ ବିଭାଗର ପଦକ୍ଷେପ ଉପରେ ଏକ ଭିଡିଓ ପ୍ରଦର୍ଶିତ କରାଯାଇଥିଲା।ଏହି ଅବସରରେ ୩ ଜଣ ଶ୍ରେଷ୍ଠ ଅଙ୍ଗନବାଡ଼ି କର୍ମୀ, ଶ୍ରେଷ୍ଠ ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଏବଂ ଶ୍ରେଷ୍ଠ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଙ୍କୁ ପୁରସ୍କୃତ କରାଯାଇଥିଲା।

ସ୍ଵାସ୍ଥ୍ୟସେବା କ୍ଷେତ୍ରକୁ ୧୬ ହଜାର କୋଟି ଟଙ୍କା…

( ) ୨୦୨୩-୨୪ ବଜେଟରେ ସ୍ଵାସ୍ଥ୍ୟସେବା କ୍ଷେତ୍ରକୁ ୧୬ ହଜାର କୋଟି ଟଙ୍କା ବ୍ୟୟ ବରାଦ ହୋଇଛି । ଏହା ଗତ ବଜେଟ ତୁଳନାରେ ୨୭% ଅଧିକ ଏବଂ ୨୦୧୭-୧୮ ବଜେଟ ତୁଳନାରେ ପ୍ରାୟ ୩ ଗୁଣ । ରାଜ୍ୟର ସାମଗ୍ରିକ ବଜେଟର ଏହା ୭% ।

ଆଉ ଠକି ପାରିବେନି ଡାକ୍ତର, ନର୍ସ ଓ ସ୍ଵାସ୍ଥ୍ୟ କର୍ମଚାରୀ । ହସ୍ପିଟାଲ ରେ ଲାଗୁ ହେବ ବାୟୋମେଟ୍ରିକ ବ୍ୟବସ୍ଥା । ୨୦୨୩-୨୪ ଆର୍ଥିକ ବର୍ଷରୁ ପାଇଲଟ ପ୍ରକଳ୍ପ ଆଧାରରେ ରାଜ୍ୟର ସବୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ମେଡିକାଲ କଲେଜରେ ଏହା କାର୍ଯ୍ୟକାରୀ କରାଯିବ । ପରବର୍ତ୍ତୀ ସମୟରେ PHC, CHC ରେ ମଧ୍ୟ ଲାଗୁ ହେବ ବାୟୋମେଟ୍ରିକ୍ ବ୍ୟବସ୍ଥା । ଆଉ ୩୦ ମିନିଟ୍ ନୁହେଁ, ୨୦ ମିନିଟ ଭିତରେ ରୋଗୀଙ୍କ ପାଖରେ ପହଞ୍ଚିବ ୧୦୮ ଆମ୍ବୁଲାନ୍ସ । ଏଥିପାଇଁ ୨୦୨୩-୨୪ରେ ୧୦୮ରେ ଯୋଡ଼ିହେବ ୨୩୬ଟି ନୂଆ ଆମ୍ବୁଲାନ୍ସ । ଏଥିପାଇଁ ବଜେଟ ରେ ୨୫୦ କୋଟି ଟଙ୍କା ବ୍ୟୟବରାଦ ।

BSKY ଓ ଆୟୁଷ୍ମାନ ଭାରତକୁ ନେଇ ଚାଲିଥିବା ଲଢେ଼ଇରେ ପୂର୍ଣ୍ଣଚ୍ଛେଦ ପକାଇଲେ ସ୍ଵାସ୍ଥ୍ୟ ସଚିବ ଶାଲିନୀ ପଣ୍ଡିତ । କାହିଁକି ରାଜ୍ୟରେ ଲାଗୁ ହେବନି ଆୟୁଷ୍ମାନ ଭାରତ ଦେଲେ ସ୍ପଷ୍ଟୀକରଣ । କହିଲେ, କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଭାରତ ଯୋଜନାରେ ରୋଗୀର ଚିକିତ୍ସା ବିଲ ସରକାରୀ ହସ୍ପିଟାଲ ସ୍ତରରୁ ଆରମ୍ଭ କରିବାକୁ ନିର୍ଦ୍ଦେଶ ରହିଛି । କିନ୍ତୁ ରାଜ୍ୟ ସରକାର ସରକାରୀ ହସ୍ପିଟାଲରେ ରୋଗୀ ସେବା ସମ୍ପୂର୍ଣ୍ଣ ମାଗଣା କରିଛନ୍ତି । ତେଣୁ ଘରୋଇ ହସ୍ପିଟାଲ ବିଲରୁ ଆୟୁଷ୍ମାନ ଭାରତ ଯୋଜନା ବିଲ ଆରମ୍ଭ କରିବାକୁ ଦାବି କରୁଛନ୍ତି । ଏହାଛଡ଼ା BSKY ରେ ମହିଳାଙ୍କ ଲାଗି ୧୦ ଲକ୍ଷ ଟଙ୍କାର ଚିକିତ୍ସା ଖର୍ଚ୍ଚ ଯୋଗାଇ ଦେଉଛନ୍ତି ରାଜ୍ୟ ସରକାର, ଯାହା ଆୟୁଷ୍ମାନ ଭାରତ ଯୋଜନାରେ ନାହିଁ । ଏସବୁ ପ୍ରସଙ୍ଗ ନେଇ କେନ୍ଦ୍ର – ରାଜ୍ୟ ମଧ୍ୟରେ ସହମତି ଆସିନଥିବାରୁ ଆୟୁଷ୍ମାନ ଭାରତରେ ସାମିଲ ହୋଇନି ରାଜ୍ୟ ।୨୦୨୩-୨୪ ଆର୍ଥିକ ବର୍ଷ ୧୪୭ ନିର୍ବାଚନ ମଣ୍ଡଳୀରେ ଖୋଲିବ ଆମ ହସ୍ପିଟାଲ । ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର, ଉପଖଣ୍ଡ ଚିକିତ୍ସାଳୟ, ଜିଲ୍ଲା ସଦର ଚିକିତ୍ସାଳୟ ଗୁଡ଼ିକୁ ଏଥିଲାଗି ବଛାଯାଇଛି । ୯ ମାସ ମଧ୍ୟରେ କାର୍ଯ୍ୟକ୍ଷମ ହେବ ଆମ ହସ୍ପିଟାଲ । ୭୫୦ କୋଟି ଟଙ୍କା ବ୍ୟୟରେ ଉନ୍ନତିକରଣ ହେବାକୁ ଥିବା ଆମ ହସ୍ପିଟାଲରେ ରୋଗୀଙ୍କୁ ମିଳିବ ସବୁ ମୌଳିକ ସ୍ଵାସ୍ଥ୍ୟ ସେବା ।

୨୦୨୩-୨୪ରେ ୫ ହଜାର MBBS ଡାକ୍ତର ଓ ୯ ହଜାର ଷ୍ଟାଫ ନର୍ସଙ୍କୁ ନିଯୁକ୍ତି ଦେବେ ରାଜ୍ୟ ସରକାର । ଏଥିଲାଗି ଆରମ୍ଭ ହୋଇଛି ପ୍ରକ୍ରିୟା । ଆସନ୍ତା ବର୍ଷ ଶେଷ ସୁଦ୍ଧା ରାଜ୍ୟର ସବୁ PHC ଓ CHCରେ ଥିବେ MBBS ଡାକ୍ତର । ପୂର୍ବରୁ ଗତ ୫ ବର୍ଷରେ ୪ ହଜାର ଡାକ୍ତରଙ୍କୁ ଓ ଗତ ୩ ବର୍ଷରେ ୯ ହଜାରରୁ ଅଧିକ ଷ୍ଟାଫ ନର୍ସଙ୍କୁ ନିଯୁକ୍ତି ଦିଆଯାଇଛି ।

ଫାର୍ମା ଜଗତରେ ନିରନ୍ତର ବିକାଶ ଆଣିବା କ୍ଷେତ୍ରରେ ଛାତ୍ରଛାତ୍ରୀ…

{} ଫାର୍ମା ଜଗତରେ ନିରନ୍ତର ବିକାଶ ଆଣିବା କ୍ଷେତ୍ରରେ ଛାତ୍ରଛାତ୍ରୀମାନଙ୍କୁ ବିଶେଷଜ୍ଞଙ୍କ ମତ ।

() ଫାର୍ମା ଛାତ୍ରଛାତ୍ରୀମାନେ ଏହି କ୍ଷେତ୍ରରେ ଘଟୁଥିବା ସମସ୍ତ ବିକାଶ ପ୍ରକ୍ରିୟା ବିଷୟରେ ସକ୍ରିୟ ଭାବେ ଅବଗତ ରହିବା ଆବଶ୍ୟକ ବୋଲି ଜଣେ ବିଶେଷଜ୍ଞ ମତ ଦେଇଛନ୍ତି ।

ନିୟମିତ ଭାବେ ଜ୍ଞାନ ବୃଦ୍ଧି କର ଏବଂ ବିକାଶ ପ୍ରକ୍ରିୟା ବିଷୟରେ ଅବଗତ ରହିଲେ ଭବିଷ୍ୟତରେ ଆଗକୁ ଯିବ ବୋଲି କହିଛନ୍ତି କୋଲକାତା ସ୍ଥିତ ୱିପ୍ରୋ ଡିଜିଟାଲ୍ ଅପରେସନ୍ସ ଆଣ୍ଡ ପ୍ଲାଟଫର୍ମସର ସିନିୟର ମ୍ୟାନେଜର ଡାକ୍ତର ସୁଶାନ୍ତ ସେନାପତି । ବୁଧବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍‌ସେସ୍ ଓ ସେଂଟର ଫର ବାୟୋଟେକ୍ନୋଲୋଜିର ବାର୍ଷିକ ଉତ୍ସବ “ଆମିଟି -୨୦୨୩”ରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହା କହିଛନ୍ତି ଡାକ୍ତର ସେନାପତି ।

ଡାକ୍ତର ସେନାପତି, ଯିଏ କି ପେସାରେ ଜଣେ ଡାକ୍ତର, ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ କହିଛନ୍ତି ଯେ ସେମାନେ କେବେହେଲେ ଗୋଟିଏ କମ୍ପାନୀରେ କାମ କରୁଛନ୍ତି ବୋଲି ନ ଭାବି ବରଂ ସମାଜ ତଥା ନିଜ ପରିବାରର ସଦସ୍ୟଙ୍କ ପାଇଁ କାମ କରୁଛନ୍ତି ବୋଲି ଭାବି କାର୍ଯ୍ୟ ଜାରୀ ରଖନ୍ତୁ । ବିଶିଷ୍ଟ ସାହିତ୍ୟିକା ତଥା ଗାୟିକା ଶ୍ରୀମତି ଛନ୍ଦା ମିଶ୍ର କାର୍ଯ୍ୟକ୍ରମରେ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇଥିବା ବେଳେ ସୋଆର ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତିରଞ୍ଜନ ଦାସ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ଏସ୍‌ପିଏସ୍ ଡିନ୍ ପ୍ରଫେସର ସୁଦାମ ଚନ୍ଦ୍ର ସି କାର୍ଯ୍ୟକ୍ରମର ଅଧ୍ୟକ୍ଷତା କରିଥିବାବେଳେ ପ୍ରଫେସର ଲକ୍ଷ୍ମୀଧର ମହାରଣା ଏହାକୁ ପରିଚାଳନା କରିଥିଲେ ।

ଶ୍ରୀମତି ମିଶ୍ର ଛାତ୍ରଛାତ୍ରୀମାନଙ୍କୁ ନିଜ ମଧ୍ୟରେ ଥିବା ଉତମ ଗୁଣଗୁଡ଼ିକୁ ପ୍ରସ୍ଫୁଟିତ କରିବା ସହ କ୍ରୋଧ ଓ ଆଳସ୍ୟ ପରିହାର କରିବା ଆବଶ୍ୟକ ବୋଲି କହିଥିଲେ । ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା । ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ପ୍ରକାଶିତ ପତ୍ରିକା “ଆରୋଣ”କୁ ଉନ୍ମୋଚନ କରାଯାଇଥିଲା ।

Follow us

20,832FansLike
0FollowersFollow
14,700SubscribersSubscribe

Latest news