ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି…

() ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି।

 14 ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ,4 ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର, 4 ଜଣଙ୍କୁ ବାଧ୍ୟତାମୂଳକ ଅବସର ଓ 6 ଜଣଙ୍କ ପେନ୍‌ସନ୍‌ ସ୍ଥାୟୀଭାବେ ସ୍ଥଗିତ।

ଜଣେ ସୁପରିନ୍‌ଟେଣ୍ଡିଂ ଇଞ୍ଜିନିୟର, 2ଜଣ ଆସିଷ୍ଟାଣ୍ଟ ଇଞ୍ଜିନିୟର, ଜଣେ ଡି.ଏସ୍‌.ପି., ଜଣେ ସିଡିପିଓ, ଜଣେ ଫରେଷ୍ଟ ରେଞ୍ଜ ଅଫିସର, ଜଣେ ତହସିଲଦାର, ଜଣେ ବି.ଡି.ଓ, ଜଣେ ସିନିଅର ମ୍ୟାନେଜର, ଜଣେ ଟ୍ୟାକ୍ସ କଲେକ୍ଟର, ଜଣେ ସପ୍ଲାଇ ଇନ୍ସପେକ୍ଟର ଓ ୩ ଜଣ ଜୁନିଅର ଇଞ୍ଜିନିୟର ଅନ୍ତର୍ଭୁକ୍ତ।

5T ଓ ମୋ ସରକାର ବ୍ୟବସ୍ଥା ରୁ ମିଳିଥିବା feedback ଭିତ୍ତିରେ କାର୍ଯ୍ୟାନୁଷ୍ଠାନ। 

ଏପର୍ଯ୍ୟନ୍ତ ୧୮୭ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ।

{} ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି । ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି।ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ 14 ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଏଥିରେ ୪ ଜଣଙ୍କୁ ଚାକିରୀରୁ ବହିଷ୍କାର କରାଯାଇଥିବା ବେଳେ, ୪ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ଓ ଅନ୍ୟ ୬ ଜଣଙ୍କ ପେନ୍‌ସନ୍‌ ସ୍ଥାୟୀଭାବେ ସ୍ଥଗିତ କରାଯାଇଛି। ଏଥିରେ ବିଭିନ୍ନ କ୍ଷେତ୍ରରେ ଥିବା ଅଧିକାରୀ, ଯଥା – ଜଣେ ସୁପରିନ୍‌ଟେଣ୍ଡିଂ ଇଞ୍ଜିନିୟର, ୨ ଜଣ ଆସିଷ୍ଟାଣ୍ଟ ଇଞ୍ଜିନିୟର, ଜଣେ ଡି.ଏସ୍‌.ପି., ଜଣେ ସିଡିପିଓ, ଜଣେ ଫରେଷ୍ଟ ରେଞ୍ଜ ଅଫିସର, ଜଣେ ତହସିଲଦାର, ଜଣେ ବି.ଡି.ଓ, ଜଣେ ସିନିଅର ମ୍ୟାନେଜର, ଜଣେ ଟ୍ୟାକ୍ସ କଲେକ୍ଟର, ଜଣେ ସପ୍ଲାଇ ଇନସପେକ୍ଟର ଓ ୩ ଜଣ ଜୁନିଅର ଇଞ୍ଜିନିୟର ଅନ୍ତର୍ଭୁକ୍ତ। ପୂର୍ବରୁ ୧୭୩ ଜଣଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ହୋଇଥିବା ବେଳେ, ଏହି ୧୪ ଜଣଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୮୭ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।5T ଓ ମୋ ସରକାର ଉପକ୍ରମ ଜରିଆରେ ମିଳିଥିବା feedback ଭିତ୍ତି ରେ ଏହି କଠୋର ପଦକ୍ଷେପ ନିଆଯାଇଛି।

କଟକ ପି.ଏଚ.ଡିଭିଜନର ସୁପରିଟେଣ୍ଡିଂ ଇଞ୍ଜିନିୟର ଶ୍ରୀ ନବକିଶୋର ସାମଲଙ୍କ ନାମରେ ଟେଣ୍ଡର ଓ ଚୁକ୍ତି ପରିଚାଳନା ପ୍ରକ୍ରିୟାରେ ଅନିୟମିତତା ଓ ନିଜ ପଦବୀର ଅପବ୍ୟବହାର ଆଦି ଗମ୍ଭୀର ଅଭିଯୋଗ ଥିଲା। ତାଙ୍କୁ ପୂର୍ବରୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଥିଲା। ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

କୋରାପୁଟ ଲମତାପୁଟ ବ୍ଲକ୍‌ର ପୂର୍ବତନ ସିଡିପିଓ ଶ୍ରୀମତୀ ସ୍ବର୍ଣ୍ଣଭା ଦାସଙ୍କ ନାମରେ ଲାଞ୍ଚ ଗ୍ରହଣ ଅଭିଯୋଗରେ ଗୋଟିଏ ଦୁର୍ନୀତି ମାମଲା ଥିଲା। ସେଥିରେ ସେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଅସାଧୁତା ଓ ଅପାରଗତା କାରଣରୁ ତାଙ୍କୁ ଚାକିରୀରୁ ବହିଷ୍କାର କରାଯାଇଛି। ବୌଦ ଜିଲ୍ଲା କଣ୍ଟାମାଳ ବ୍ଲକ୍ର ପୂର୍ବତନ ବିଡିଓ ଶ୍ରୀ ଦାମୋଦର ମହାଲିକ ଏକ ଲାଞ୍ଚ ଗ୍ରହଣ ତଥା ନିଜ ପଦବୀର ଅପବ୍ୟବହାର ଆଦି ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିଲେ। ଅସାଧୁତା ଓ ଅପାରଗତା କାରଣରୁ ତାଙ୍କୁ ଚାକିରୀରୁ ବହିଷ୍କାର କରାଯାଇଛି।

ନୟାଗଡ ଖଣ୍ଡପଡା ତହସିଲର ପୂର୍ବତନ ତହସିଲଦାର ଶ୍ରୀ ପଞ୍ଚାନନ ବାରିକ ଗୋଟିଏ ଲାଞ୍ଚ ଗ୍ରହଣ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଅସାଧୁତା କାରଣରୁ ତାଙ୍କ ପେନ୍‌ସନକୁ ସ୍ଥାୟୀ ଭାବେ ବନ୍ଦ ରଖାଯାଇଛି। ଢେଙ୍କାନାଳ IUCAWର (ମହିଳା ମାନଙ୍କ ଉପରେ ଅପରାଧ ଘଟଣାର ତଦନ୍ତ କରୁଥିବା ୟୁନିଟ) ପୂର୍ବତନ ଡିଏସ୍‌ପି ଶ୍ରୀ ମଳୟ କିଶୋର ନାୟକଙ୍କ ନାମରେ ଲାଞ୍ଚ ଗ୍ରହଣର ଅଭିଯୋଗରେ ଗୋଟିଏ ଦୁର୍ନୀତି ମାମଲା ଥିଲା। ତାଙ୍କ ନାମର ଦୁଇଟି ବିଭାଗୀୟ କାର୍ଯ୍ୟାନୁଷ୍ଠାନ ମଧ୍ୟ ଆରମ୍ଭ କରାଯାଇଥିଲା । ଅସାଧୁତା ଓ ଅପାରଗତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

 

ଗଜପତି ଜିଲ୍ଲା ମୋହନା ବ୍ଲକ୍ର ପୂର୍ବତନ ସପ୍ଲାଇ ଇନ୍ସପେକ୍ଟର ଶ୍ରୀ ପ୍ରକାଶ ଚନ୍ଦ୍ର ପାତ୍ର ଆୟ ବହିର୍ଭୁତ ସଂପତ୍ତି ଠୁଳ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଅସାଧୁତା କାରଣରୁ ତାଙ୍କ ପେନ୍‌ସନକୁ ସ୍ଥାୟୀ ଭାବେ ବନ୍ଦ ରଖାଯାଇଛି।

କୋରାପୁଟ ଜିଲ୍ଲା ବନ୍ଧୁଗାଁ ବ୍ଲକ୍‌ର ପୂର୍ବତନ ଜୁନିଅର ଇଞ୍ଜିନିୟର ତଥା ବର୍ତ୍ତମାନ ଦଶମନ୍ତପୁର ବ୍ଲକ୍‌ର ଜୁନିଅର ଇଞ୍ଜିନିୟର ଶ୍ରୀ ମନୋଜ କୁମାର ବେଉରା ଦୁର୍ନୀତି ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଅସାଧୁତା ଓ ଅପାରଗତା କାରଣରୁ ତାଙ୍କୁ ଚାକିରୀରୁ ବହିଷ୍କାର କରାଯାଇଛି।

ସୁନ୍ଦରଗଡ ମ୍ୟୁନିସ୍ପାଲଟିର ଆସିଷ୍ଟାଣ୍ଟ ଇଞ୍ଜିନିୟର ଶ୍ରୀ ଜୟନ୍ତ ନାରାୟଣ ପଣ୍ଡାଙ୍କୁ ଅପାରଗତା କାରଣରୁ ବାଧ୍ୟତାମୂଳକ ଅବସର ପ୍ରଦାନ କରାଯାଇଛି ।

ଢେଙ୍କାନାଳ RWSS Divisionର ପୂର୍ବତନ ଆସିଷ୍ଟାଣ୍ଟ ଇଞ୍ଜିନିୟର ଶ୍ରୀ ପ୍ରସନ୍ନ କୁମାର ପାଣି। ଅର୍ଥ ଆତ୍ମସାତ ଅଭିଯୋଗରେ ଗୋଟିଏ ଦୁର୍ନୀତି ମାମଲାରେ ସେ ଦୋଷୀସାବ୍ୟସ୍ତ ହୋଇଛନ୍ତି। ଅସାଧୁତା କାରଣରୁ ତାଙ୍କ ପେନ୍‌ସନ ଓ ଗ୍ରାଚ୍ୟୁଇଟିକୁ ସ୍ଥଗିତ ରଖାଯାଇଛି।

କୋରାପୁଟ ନନ୍ଦପୁର ବ୍ଲକ୍‌ର ଦାୟିତ୍ବରେ ଥିବା ପୂର୍ବତନ ଜୁନିଅର ଇଞ୍ଜିନିୟର ଶ୍ରୀ ଦୁଷ୍ମନ୍ତ କୁମାର ନାୟକ ସରକାରୀ ଅର୍ଥ ଆତ୍ମସାତ କରିଥିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଅସାଧୁତା କାରଣରୁ ତାଙ୍କ ପେନ୍‌ସନକୁ ସ୍ଥାୟୀ ଭାବେ ବନ୍ଦ ରଖାଯାଇଛି।   ସେହିପରି ଭୁବନେଶ୍ବର ଓବିସିସିର ପୂର୍ବତନ ସିନିଅର ମ୍ୟାନେଜର(ଟେଣ୍ଡର) ଶ୍ରୀ ସୋମନାଥ ପଣ୍ଡା ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଅସାଧୁତା କାରଣରୁ ତାଙ୍କ ପେନ୍‌ସନକୁ ସ୍ଥାୟୀ ଭାବେ ବନ୍ଦ ରଖାଯାଇଛି।

ଭୁବନେଶ୍ବର ଆଇଆରସି ଭିଲେଜ ମେଣ୍ଟେନାନ୍‌ସ ସେକ୍‌ସନର ପୂର୍ବତନ ଜୁନିଅର ଇଞ୍ଜିନିୟର ଶ୍ରୀ କୁଞ୍ଜବିହାରୀ ମହାପାତ୍ରଙ୍କ ନାମରେ ଅର୍ଥ ଆତ୍ମସାତ ଅଭିଯୋଗରେ ଗୋଟିଏ ଦୁର୍ନୀତି ମାମଲା ଥିଲା। ସେଥିରେ ସେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଅସାଧୁତା କାରଣରୁ ତାଙ୍କ ପେନ୍‌ସନକୁ ସ୍ଥାୟୀ ଭାବେ ବନ୍ଦ ରଖାଯାଇଛି।

ତାଳଚେର ମ୍ୟୁନିସପାଲ୍ଟିର ପୂର୍ବତନ ଟ୍ୟାକ୍ସ କଲେକ୍ଟର ଶ୍ରୀ କ୍ଷୀରୋଧ ଚନ୍ଦ୍ର ରାଉତଙ୍କୁ ଅପାରଗତା କାରଣରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଫରେଷ୍ଟ ଡିଭିଜନର ପୂର୍ବତନ ରେଞ୍ଜ ଅଫିସର ତଥା ବର୍ତ୍ତମାନ ସୁନ୍ଦରଗଡ ବଡଗାଁ ରେଞ୍ଜରେ ଅବସ୍ଥାପିତ ଫରେଷ୍ଟ ରେଞ୍ଜର ଶ୍ରୀ ଦିଲ୍ଲିପ କୁମାର ଦିଗଲ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସେ ଦୋଷୀସାବ୍ୟସ୍ତ ହୋଇଛନ୍ତି। ଅସାଧୁତା ତଥା ଅପାରଗତା କାରଣରୁ ତାଙ୍କୁ ଚାକିରୀରୁ ବହିଷ୍କାର କରାଯାଇଛି।ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୮୭ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି କିମ୍ବା ପେନ୍‌ସନକୁ ସ୍ଥାୟୀ ଭାବେ ସ୍ଥଗିତ ରଖାଯାଇଛି।

ଧାମନଗର ନିର୍ବାଚନ ମଣ୍ଡଳୀର ବିକାଶ ଦାୟିତ୍ବ ମୋର: ମୁଖ୍ୟମନ୍ତ୍ରୀ…

() ବିଜୁ ଜନତା ଦଳ ସୁଖଦୁଃଖ ସବୁବେଳେ ଆପଣଙ୍କ ସାଥିରେ ଅଛି।

ମା’ମାନେ ସଶକ୍ତ ହେଉଛନ୍ତି, ମିଶନ ଶକ୍ତି ସେମାନଙ୍କ ନୂଆ ପରିଚୟ।

 ମୁଁ ଜଣେ ମା’ଙ୍କୁ ଆପଣଙ୍କ ବିଧାୟିକା ଭାବେ ଦେଖିବାକୁ ଚାହେଁ।

ଏଇ ୧୮ ମାସ ଭିତରେ ଆମେ ୫ ବର୍ଷର କାମ କରିପାରିବା।

ବିଜେଡିକୁ ବିପୁଳ ସମର୍ଥନ ଦେଇଥିବାରୁ ମୁଁ ଆପଣଙ୍କ ନିକଟ‌େର ଋଣୀ।

ଏକାଥରେ ୧୩ ଜନସଭାରେ ଆଭାସୀ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ।

କମ୍ପିଲା ଧାମନଗର, ପ୍ରତ୍ୟେକ ସଭାରେ ବିପୁଳ ଜନ ସମାଗମ

{}  ଧାମନଗର ହେଉଛି ଶାନ୍ତି, ସଦ୍‌ଭାବ ଓ ଭାଇଚାରାର ଭୂମି। ଏହା ଧାମନଗରର ସବୁଠାରୁ ବଡ଼ ପରିଚୟ। ଏହି ପରିଚୟର ସୁରକ୍ଷା ପାଇଁ ଆମେ ସମସ୍ତେ କାମ କରୁଛୁ । ବିଜୁ ଜନତା ଦଳ ସୁଖଦୁଃଖ ସବୁବେଳେ ଆପଣମାନଙ୍କ ପାଖରେ ଅଛି । ସବୁବର୍ଗର ଲୋକଙ୍କ କଲ୍ୟାଣ ପାଇଁ କାମ କରୁଛି । ଆପଣମାନଙ୍କ ସହଯୋଗରେ ଓଡ଼ିଶା ଆଜି ବିକାଶ କ୍ଷେତ୍ରରେ ସାରା ଦେଶରେ ସୁନାମ କରିଛି । ଧାମନଗରର ବିକାଶ ମଧ୍ୟ କେମିତି ଆଗକୁ ବଢ଼ିବ, ତାହା ମୁଁ ନିଜେ ଦେଖିବି। ଧାମନଗର ନିର୍ବାଚନ ମଣ୍ଡଳୀର ବିକାଶ ଦାୟିତ୍ବ ମୋର। ସାଧାରଣ ନିର୍ବାଚନକୁ ଆଉ ମାତ୍ର ୧୮ ମାସ ରହିଲା । ଏ ସମୟ ଭିତରେ ଆମେ ପାଞ୍ଚ ବର୍ଷର କାମ କରିପାରିବା। ଆଜି ଧାମନଗର ନିର୍ବାଚନ ମଣ୍ଡଳୀର ବିଭିନ୍ନ ଜନସଭାକୁ ସମ୍ବୋଧିତ କରି ‌ଧାମନଗରବାସୀଙ୍କୁ ଏଭଳି ନିର୍ଭର ପ୍ରତିଶ୍ରୁତି ଦେଇଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଆଗାମୀ ୩ ତାରିଖରେ ଧାମନଗର ନିର୍ବାଚନ ମଣ୍ଡଳୀରେ ହେବାକୁ ଥିବା ଉପନିର୍ବାଚନରେ ବିଜୁ ଜନତା ଦଳର ପ୍ରାର୍ଥୀ ଅବନ୍ତି ଦାସଙ୍କ ପାଇଁ ଆଜି ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ଶ୍ରୀ ପଟ୍ଟନାୟକ ପ୍ରଚାର ମଇଦାନକୁ ଓହ୍ଲାଇଥିଲେ। ଧାମନଗର ନିର୍ବାଚନ ମଣ୍ଡଳୀର ୧୩ଟି ସ୍ଥାନରେ ଆୟୋଜିତ ଏହିସବୁ ନିର୍ବାଚନୀ ସଭାରେ ବିପୁଳ ଜନ ସମାଗମ ହୋଇଥିଲା। ପ୍ରତ୍ୟେକ ସଭାରେ ଧାମନଗରର ଅଞ୍ଚଳର ହଜାର ହଜାର ମହିଳା ଏବଂ ଆବାଳବୃଦ୍ଧବନିତା ନିଜ ହୃଦୟରେ ସ୍ଥାନ ଦେଇଥିବା ସେମାନଙ୍କର ପ୍ରିୟ ମୁଖ୍ୟମନ୍ତ୍ରୀ ମୁହଁରୁ ପଦେ ଭାଷଣ ଶୁଣିବା ପାଇଁ ଉତ୍କଣ୍ଠାର ସହ ‌ଅପେକ୍ଷା କରିଥିଲେ। ନାଚ, ଗୀତ, ବାଜା ଓ ସ୍ଳୋଗାନରେ ସମଗ୍ର ଅଞ୍ଚଳ କମ୍ପି ଉଠିଥିଲା। ଶେଷରେ ସବୁ ପ୍ରତୀକ୍ଷାର ଅବସାନ ଘଟାଇ ସନ୍ଧ୍ୟା ଠିକ୍ ସାଢ଼େ ୫ଟାବେଳେ ଆଭାସୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଜନତାଙ୍କୁ ଉଦ୍‌ବୋଧନ ଦେଇଥିଲେ।

ଏହି ଅବସରରେ ଖୁସି ବ୍ୟକ୍ତ କରି ଶ୍ରୀ ପଟ୍ଟନାୟକ କହିଥିଲେ ଯେ କାଳିଆ ଯୋଜନା ହେଉ, ବା ମିଶନ ଶକ୍ତି, ବା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା – ସବୁ ଯୋଜନାର ସୁବିଧା ଆପଣମାନଙ୍କ ପାଖରେ ପହଞ୍ଚି ପାରିଛି । ମା’ ମାନେ ସଶକ୍ତ ହେଉଛନ୍ତି। ମିଶନ ଶକ୍ତି ସେମାନଙ୍କୁ ନୂଆ ପରିଚୟ ହୋଇଛି । ମା’ମାନଙ୍କ ଭଲ କାମ ହିଁ ମୋତେ ବହୁତ ଖୁସି ଦେଇଛି। ମା’ମାନେ ସବୁ ଦାୟିତ୍ବକୁ ସୁନ୍ଦର ଭାବରେ ନିର୍ବାହ କରିପାରୁଛନ୍ତି। ତେଣୁ ଜଣେ ମା’ଙ୍କୁ ମୁଁ ଆପଣଙ୍କ ବିଧାୟିକା ଭାବରେ ଦେଖିବାକୁ ଚାହେଁ, ଯାହା ଆପଣମାନେ ବି ଚାହାନ୍ତି। ଶ୍ରୀ ପଟ୍ଟନାୟକ ଆହୁରି କହିଲେ ଯେ ୨୦୧୯ ନିର୍ବାଚନରେ ଆପଣମାନେ ଯେଉଁ ମତ ରଖିଥିଲେ, ୨୦୨୨ ପଞ୍ଚାୟତ ଓ ପୌର ନିର୍ବାଚନରେ ସେଥିରେ ପରିବର୍ତ୍ତନ କରିଛନ୍ତି। ଶଙ୍ଖ ଚିହ୍ନରେ ବିଶ୍ବାସ ରଖିଛନ୍ତି। ଗତ ପଞ୍ଚାୟତ ଓ ପୌର ନିର୍ବାଚନରେ ଆପଣମାନେ ବିଜୁ ଜନତା ଦଳକୁ, ଶଙ୍ଖ ଚିହ୍ନକୁ ଯେଭଳି ବିପୁଳ ସମର୍ଥନ ଦେଇଛନ୍ତି ଏବଂ ସେବାର ସୁଯୋଗ ଦେଇଛନ୍ତି, ସେଥିପାଇଁ ମୁଁ ଋଣୀ। ଧାମନଗରର ୬ଟି ଯାକ ଜିଲ୍ଲା ପରିଷଦ ଆସନରେ ଆପଣମାନେ ବିଜୁ ଜନତା ଦଳକୁ ସେବାର ସୁଯୋଗ ଦେଇଛନ୍ତି। ସେହିପରି ଧାମନଗର ଏନ.ଏ.ସିର ୧୧ଟି ୱାର୍ଡରୁ ୯ଟି ୱାର୍ଡ ସହିତ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ଦାୟିତ୍ବ ମଧ୍ୟ ଆପଣମାନେ ବିଜେଡିକୁ ଦେଇଛନ୍ତି। ତେଣୁ ମୋର ପୂରା ବିଶ୍ବାସ, ଏ ନିର୍ବାଚନରେ ବି ସେ ଧାରା ଜାରି ରହିବ ଏବଂ ଧାମନଗରର ବିକାଶ ଆହୁରି ଆଗକୁ ବଢ଼ିବ।

ଶେ‌ଷରେ ଧାମନଗରର ବିକାଶ କାର୍ଯ୍ୟ ସେ ନିଜେ ଦେଖିବେ ଏବଂ ଆଗାମୀ ୧୮ ମାସ ଭିତରେ ଧାମନଗରରେ ୫ ବର୍ଷର କାର୍ଯ୍ୟ ହେବ ବୋଲି ମୁଖ୍ୟମନ୍ତ୍ରୀ ଅତ୍ୟନ୍ତ ଦୃଢ଼ତା ଓ ପ୍ରତିବଦ୍ଧତାର ସହ କହିଥିଲେ ଏବଂ ବିଜୁ ଜନତା ଦଳର ପ୍ରାର୍ଥୀ ଅବନ୍ତୀ ଦାସଙ୍କୁ ଶଙ୍ଖ ଚିହ୍ନରେ ଭୋଟ ଦେଇ ଆଶୀର୍ବାଦ କରିବାକୁ ନିବେଦନ କରିଥିଲେ।

ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେବା ପୂର୍ବରୁ ଏହିସବୁ ଜନସଭାରେ ବିଜୁ ଜନତା ଦଳର ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସ, ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ ମିଶ୍ର, ମନ୍ତ୍ରୀ ଅଶୋକ ପଣ୍ଡା, ପ୍ରମିଳା ମଲ୍ଲିକ, ପ୍ରତାପ କେଶରୀ ଦେବ, ରଣେନ୍ଦ୍ର ପ୍ରତାପ ସ୍ବ‌ାଇଁ, ପ୍ରୀତିରଞ୍ଜନ ଘଡ଼େଇ, ସାଂସଦ ମୁନ୍ନା ଖ‌ାଁ, ସୁଲତା ଦେଓ, ଭଦ୍ରକ ଜିଲ୍ଲା ପର୍ଯ୍ୟବେକ୍ଷକ ବିଧାୟକ ପ୍ରଣବ ବଳବନ୍ତରାୟ, ବ୍ୟୋମକେଶ ରାୟ ପ୍ରମୁଖ ବରିଷ୍ଠ ନେତୃବନ୍ଦ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ଭୋଟ ଭିକ୍ଷା କରିଥିଲେ।

ସୋଆ ଆଇ.ଏ.ଏସ.ରେ ଚିନାବାଦମ ଚାଷ ନେଇ ତାଲିମ ଶିବିର…

() ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ୍‌) ଏବଂ ଲାଇଭ୍ଲିହୁଡ ଅଲଟରନେଟିଭର ମିଳିତ ଆନୁକୂଲ୍ୟରେ ଗତ ଶନିବାର ଦିନ ଚିନାବାଦାମ ଚାଷୀଙ୍କ ନିମନ୍ତେ ଏକ ତାଲିମ ପ୍ରଶିକ୍ଷଣ କର୍ମାଶାଳା ଆୟୋଜିତ ହୋଇଯାଇଛି । ଏହି କର୍ମଶାଳାରେ ରାଜ୍ୟର ୧୫ଟି ଜିଲ୍ଲାର ଚିନାବାଦାମ ଚାଷୀଙ୍କୁ ତାଲିମ ଦେବା ନିମନ୍ତେ ତାଲିମ ଦାତା ମାନଙ୍କର ଚିନାବାଦାମ ଚାଷ ସମ୍ପର୍କିତ ଥିବା ଜ୍ଞାନକୁ ନେଇ ଏକ ତାଲିମ ପ୍ରଶିକ୍ଷଣ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି ।ଏଥିରେ ଲାଇଭ୍ଲିହୁଡ ଅଲଟରନେଟିଭ ର ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ଶ୍ରୀଯୁକ୍ତ ସମ୍ବିତ ତ୍ରିପାଠୀ କାର୍ଯ୍ୟକ୍ରମ ରୂପରେଖ ସମ୍ପର୍କରେ ସୂଚନା ଦେଇଥିଲେ ।

ଏହି କର୍ମଶାଳାରେ ମୁଖ୍ୟ ଅତିଥି ଭାବେ ଦିଲ୍ଲୀସ୍ଥିତି ସଫଲ୍ ଡାଏ ର ସିଇଓ ଶ୍ରୀଯୁକ୍ତ ପ୍ରଦୀପ୍ତ ସାହୁ ଓ ସମ୍ମାନିତ ଅତିଥି ଭାବେ ଆଇଏଏସ୍ ଡିନ୍‌ର ପ୍ରଫେସର ଡଃ ବିଜୟ କୁମାର ସାହୁ , ଲାଇଭ୍ଲିହୁଡ ଅଲଟରନେଟିଭର ଡାଇରେକ୍ଟର ଶ୍ରୀଯୁକ୍ତ ରତ୍ନାକର ପାଣିଗ୍ରାହୀ, ପ୍ରଫେସର ଡଃ ପ୍ରିୟବତ୍ର ପଟ୍ଟନାୟକ, ନାଫେଡ୍‌ର ଅଧିକାରୀ ଶ୍ରୀ ଗୋବିନ୍ଦ ମୁର୍ମୁ ଯୋଗ ଦେଇ ବକ୍ତବ୍ୟ ପ୍ରଦାନ କରିବା ସହିତ ଆଗାମୀ ଦିନରେ ଭାରତ କିଭଳି ଚିନାବାଦାମ ପରି ତୈଳବୀଜର ଅଧିକ ଉତ୍ପାଦନ କରି ଆତ୍ମନିର୍ଭରଶୀଳ ହୋଇପାରିବ ଓ ୟୁକ୍ରେନ୍ ଇଣ୍ଡୋନୋସିଆ, ମାଲେସିଆ ପରି ଦେଶ ଉପରେ ଆଉ ଭାରତକୁ ନିର୍ଭର କରିବାକୁ ପଡ଼ିବ ନାହିଁ ସେଥିପ୍ରତି ସଚେତନତା ସୃଷ୍ଟି କରିଥିଲେ ।ଆଗ୍ରୋନୋମିର ପ୍ରଫେସର ଡଃ ବାସୁଦେବ ବେହେରା, ପ୍ଲାଂଟ୍ ପାଥୋଲୋଜିର ସହକାରୀ ପ୍ରଫେସର ଅଂଶୁମାନ ଖଣ୍ଡୁଆଲ, ଏଟୋଂମୋଲୋଜିର ସହକାରୀ ପ୍ରଫେସର ଡଃ ସତ୍ୟ ନାରାୟଣ ଶତପଥୀ ଆଦି ଏହି କର୍ମଶାଳାକୁ ପରିଚାଳନା କରିଥିଲେ ।

ସମସ୍ତ ତାଲିମଦାତାମାନେ ସୋଆର ଫାର୍ମରେ କ୍ଷେତ୍ର ସ୍ତରୀୟ ଅଭିଜ୍ଞତା ମଧ୍ୟ ହାସଲ କରିଥିଲେ । ଲାଇଭ୍ଲିହୁଡ ଅଲଟରନେଟିଭ ର ମୁଖ୍ୟ ଅପରେଟିଙ୍ଗ ଅଫିସର ଶ୍ରୀ କେଦାର ଚନ୍ଦ୍ର ପ୍ରଧାନ ତାଲିମ ଦାତାମାନଙ୍କୁ ସାର୍ଟିଫିକେଟ ପ୍ରଦାନ କରିଥିଲେ ଓ ପରିଶେଷରେ ପ୍ରଫେସର ଡଃ ଶୁଭପ୍ରଦ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ ।

ଭୁବନେଶ୍ବର ରୁ ଜୟପୁର କୁ ଉଡ଼ିଲା ବିମାନ;ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ…

() ଭୁବନେଶ୍ବର ରୁ ଜୟପୁର କୁ ଉଡ଼ିଲା ବିମାନ, ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ। ସକାଳ ସାଢ଼େ 10 ଟା ସମୟରେ ଭୁବନେଶ୍ବରରୁ ଜୟପୁରକୁ ବିମାନ ଚଳାଚଳର ଶୁଭାରମ୍ଭ ହୋଇଛି। ଏହି ବିମାନ ଚାଳଚଳକୁ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଇଣ୍ଡିଆ ୱାନ ଏୟାର ସପ୍ତାହକୁ ୬ଦିନ ଉଡାଣ ଭାରିବ। ପ୍ରତ୍ୟେକ ଦିନ ପୂର୍ବାହ୍ନ 11 ଟା 35 ମିନିଟ ରେ ଭୁବନେଶ୍ଵର ବିଜୁ ପଟନାୟକ ବିମାନ ବନ୍ଦରରୁ ଜୟପୁରକୁ ଉଡାଣ ଭରିବ। ଅପରାହ୍ନ 1 ଟା 20 ମିନିଟ ରେ ଜୟପୁରରେ ପହଞ୍ଚିବ। ଜୟପୁରରୁ ଏହା 1 ଟା 40 ମିନିଟ ରେ ଛାଡିବ ଓ 2 ଟା 30ରେ ବିଶାଖାପାଟଣାରେ ପହଞ୍ଚିବ । ଏହା ଅପରାହ୍ଣ 3 ଟାରେ ବିଶାଖାପାଟଣାରୁ ବାହାରି 3 ଟା 50 ମିନିଟ ରେ ଜୟପୁର ରେ ପହଞ୍ଚିବ। 4ଟା 5 ମିନିଟ ରେ ଜୟପୁରରୁ ବାହାରି 5 ଟା 50 ମିନିଟ ରେ ଭୁବନେଶ୍ୱରରେ ପହଞ୍ଚିବ। ଜୟପୁର ବିମାନବନ୍ଦରରୁ ଯାତ୍ରୀବାହୀ ବିମାନ ଉଡ଼ିବା ପାଇଁ ଗତ 20 ତାରିଖରେ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (ଡିଜିସିଏ) ପକ୍ଷରୁ ଲାଇସେନ୍ସ ଦିଆଯାଇଥିଲା ।

ତେବେ ଅନ୍ୟପଟେ ଆଗାମୀ ଦିନରେ ଉଡାଣ ସ୍କିମ ଅଧିନରେ କଳାହାଣ୍ଡିର ଉତକେଲା ବିମାନବନ୍ଦରକୁ ବିମାନ ଚଳାଚଳ ପାଇଁ ରୁଟ ମିଳିଛି । ଏଥିଲାଗି DGCA ଅନୁମୋଦନ ମିଳିବା ପରେ ଭୁବନେଶ୍ୱରରୁ ଉତକେଲା ଓ ଉତକେଲାରୁ ରାୟପୁର ଯାଏଁ ବିମାନ ଚଳାଚଳ କରିବ। ୱାଇଲ୍ଡ କପ ପୂର୍ବରୁ ଭୁବନେଶ୍ବର ରୁ ରାଉରକେଲାକୁ ବିମାନ ଚଳାଚଳ କରିବ। ଏହି ରୁଟରେ ଭୁବନେଶ୍ୱର ରୁ ରାଉରକେଲା, ରାଉରକେଲାରୁ କୋଲକାତା ବିମାନ ଚଳାଚଳ କରିବ ବୋଲି ସୂଚନା ମିଳିଛି। ଅନ୍ୟପଟେ ନୂଆ ବର୍ଷ ରୁ ଭୁବନେଶ୍ବର ରୁ ଗୁଆହାଟି କୁ ବିମାନ ଚଳାଚଳ କରିବା ନେଇ ସୂଚନା ମିଳିଛି। ଏହି ବିମାନ ସପ୍ତାହକ ରେ 4 ଦିନ ଉଡାଣ କରିବ । ରବିବାର ସୋମବାର ବୁଧବାର ଓ ଶୁକ୍ରବାର । ତେବେ କରୋନା ମହାମାରୀ କୁ ଦୃଷ୍ଟିରେ ରଖି 2020 ମସିହାରେ ଭୁବନେଶ୍ବର ରୁ ଗୁଆହାଟି କୁ ବିମାନ ବନ୍ଦ ରହିଥିଲା।

ମନୋଜ ମିଶ୍ର, ସ୍ଵତନ୍ତ୍ର ସଚିବ, ପରିବହନ ବିଭାଗ

ଅବନ୍ତୀଙ୍କ ପାଇଁ ଆଜି ନବୀନ କରିବେ ପ୍ରଚାର : ହଲଚଲ ଧାମନଗର ରାଜନୀତି….

() ଆଜି ଧାମନଗର ଉପ ନିର୍ବାଚନ ପାଇଁ ଜୋରଦାର ହେବ ପ୍ରଚାର । ପ୍ରଚାର ମଇଦାନକୁ ଓହ୍ଲାଇବେ ଓଡ଼ିଶା ଜନପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଚାରକୁ ଆଉ ୩ ଦିନ ବାକି ଥିବା ବେଳେ ପଂଚାୟତ ଓ ଓ୍ବାର୍ଡ଼ରେ ୩ ପ୍ରମୁଖ ରାଜନୈତିକ ହେବିଓ୍ବେଟ ନେତାମାନଙ୍କ ମଧ୍ୟରେ ଗ୍ରାଉଣ୍ଡରେ ଲଢେଇ ଚାଲିଛି l ବାଲେଶ୍ବର, ବ୍ରଜରାଜନଗର ଉପ ନିର୍ବାଚନ ପରି ଧାମନଗରରେ ବିଜେଡ଼ି ପ୍ରାର୍ଥୀ ଅବନ୍ତୀ ଦାସଙ୍କ ପାଇଁ ଭୋଟଭିକ୍ଷା କରିବେ ନବୀନ। ଏଥିପାଇଁ ଧାମନଗର ବିଭିନ୍ନ ପଂଚାୟତ ଓ ଓ୍ବାର୍ଡ଼ରେ ଏଲିଡ଼ି ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର ସହ  ଭୋଟର ଯୋଡି ହେବେ l ଏଥିଲାଗି ବିଜେଡ଼ି ପକ୍ଷରୁ ବ୍ୟାପକ ଆୟୋଜନ କରାଯାଇଛି । ବିଜେଡ଼ି ପ୍ରାର୍ଥୀଙ୍କ ଧରି ଶାସକ ଦଳର ନେତା ଓ ମନ୍ତ୍ରୀମାନେ ଘରଘର ବୁଲି ଭୋଟ ଭିକ୍ଷା କରୁଛନ୍ତି , ଯେଉଁଥିରେ ବିପୁଳ ମାତ୍ରାରେ ଜନ ସମର୍ଥନ ମିଳୁଛି । ବିକାଶ ଓ ଧାମନଗର ପ୍ରଗତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉପରେ ବିଶ୍ବାସ କରି ଭୋଟର ବିଜେଡ଼ି ପ୍ରାର୍ଥୀ ଅବନ୍ତୀ ଦାସଙ୍କୁ ବଡ଼ ବିଜୟ ବ୍ୟବଧାନରେ ଜିତାଇବାକୁ ଅଣ୍ଟା ଭିଡ଼ିଛନ୍ତି । ଯାହା କାଲି ପରେ ଧାମନଗରବାସୀ ନିଜର ମତସାବ୍ୟସ୍ତ କରି ଦେଖାଇବେ ବୋଲି ଶାସକ ଦଳ କହିଛି । ୨୫ ବର୍ଷର ଜନସେବା ଓ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବକୁ ସବୁବେଳେ ରାଜ୍ୟବାସୀଙ୍କ ଆର୍ଶୀବାଦ ମିଳିଛି । ଓଡ଼ିଶାବାସୀ ମୁଖ୍ୟମନ୍ତ୍ରୀଙ୍କ ଆସନରେ ନବୀନ ପଟ୍ଟନାୟକଙ୍କୁ ବସାଇ ପ୍ରମାଣିତ କରିଛନ୍ତି । ନିର୍ବାଚନର ମାହୋଲ ଯାହା ଥାଉ ମୁଖ୍ୟମନ୍ତ୍ରୀ ପ୍ରଚାର ପରେ ଏକ ପାଖିଆ ଭାବେ ବିଜେଡ଼ି ପ୍ରାର୍ଥୀଙ୍କ ସପକ୍ଷରେ ଭୋଟ ଯିବ ବୋଲି ରାଜନୈତିକ ସମୀକ୍ଷକ ମାନେ କହିଛନ୍ତି । ୨୦୧୯ ପରେ ଯେତେ ଗୁଡ଼ିଏ ଉପ ନିର୍ବାଚନ ହୋଇଛି ସବୁଠି ବିଜେଡ଼ି ପ୍ରାର୍ଥୀ ବଡ଼ ବ୍ୟବଧାନରେ ବିଜୟ ହୋଇଛନ୍ତି । ବାଲେଶ୍ବର ପରି ଧାମନଗରରେ ମଧ୍ୟ ବିଜେଡ଼ି ତାର ଗଡ଼ ଦଖଲ କରିବ ବୋଲି ରାଜନୈତିକ ସମୀକ୍ଷକ କହିଛନ୍ତି । ଆଉ ୪୮ଘଣ୍ଟା ପ୍ରଚାରକୁ ବାକି ଥିବା ବେଳେ ଧାମ ନଗରରେ ଏବେ ବିରୋଧି ଓ ଶାସକ ଦଳ ଶେଷ କସରତ ଜାରୀ ରଖିଛନ୍ତି l ଧାମନଗରରେ ମୋଟ ୪୪ପଂଚାୟତ ଓ ୧୧ୱାଡ ରହିଛି l ସବୁଠି ବିଜେଡି ପାଲା ଭାରୀ ରହିଛି l ଯଦି ପଂଚାୟତ ଓ ପୌର ନିର୍ବାଚନ ଫଳାଫଳକୁ ସମୀକ୍ଷା କରାଯିବା ତେବେ ବିଜେଡି ଏବେ ବି ଧାମ ନଗରେ ୧୫ହଜାର ଭୋଟ ରେ ଆଗରେ ରହିଛି l

ଧାମନଗର ଗଣିତ : ଅପପ୍ରଚାର ବନାମ ବିକାଶ

()ଧାମନଗର ଉପ ନିର୍ବାଚନ ପାଇଁ ମଙ୍ଗଳବାର ସରିବ ପ୍ରଚାର । ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ଗଡ଼ ଦଖଲ କରିବାକୁ ଜୋରଦାର କସରତ ଆରମ୍ଭ କରିଦେଇଛନ୍ତି ।ମତଦାନ ତାରିଖ ଯେତିକି ପାଖେଇ ଆସୁଛି ଧାମନଗରରେ ପ୍ରଚାର ଉଷ୍ମତା ମଧ୍ୟ ସେତେ ମାତ୍ରାରେ ବଢିବଢି ଚାଲିଛି । ଭୋଟରଙ୍କ ମନ ଜିଣିବା ପାଇଁ ବିଜେଡ଼ି-ବିଜେପି ଓ କଂଗ୍ରେସ ମଧ୍ୟରେ ବିଭିନ୍ନ ପ୍ରସଙ୍ଗକୁ ନେଇ ଗ୍ରାଉଣ୍ଡରେ ଲଢେଇ ହେଉଛି । ସ୍ୱାଧିନ ପ୍ରାର୍ଥୀ କିନ୍ତୁ ପ୍ରସଙ୍ଗ ନୁହେଁ, ଅନୁକମ୍ପାକୁ ମୁଖ୍ୟ ନିର୍ବାଚନୀ ସାହାରା କରିଛି । ୨୦୧୯ ସାଧାରଣ ନିର୍ବାଚନରେ ବିଜେଡି ଓ ବିଜେପି ମଧ୍ୟରେ ଭୋଟ ବ୍ୟବଧାନ ୪ହଜାର ୬୨୫ ଖଣ୍ଡ ଭୋଟ । ଉପ ନିର୍ବାଚନ ଏହି ବ୍ୟବଧାନକୁ ହଟାଇବା ପାଇଁ ଉଭୟ ବିଜେଡ଼ି ଓ ବିଜେପି ନୂଆ ନୂଆ ରଣନୀତିକୁ ଆପଣାଇଛନ୍ତି । ଧାମନଗରର ମୋଟ ୪୪ ପଂଚାୟତ ଓ ୧୧ଟି ୱାର୍ଡର ଭୋଟର ମୁଡ଼ କାହା ସପକ୍ଷରେ କେତେ ରହୁଛି ତାହା ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ସେତେ ମନରେ ଉତ୍ସାହ ବଢ଼ି ବଢ଼ି ଚାଲିଛି ।

ଏବେ ଆସନ୍ତୁ ଗ୍ରାଉଣ୍ଡର ସ୍ଥିତିକୁ ପରଖିବା । ପ୍ରକୃତରେ ଧାମନଗରରେ ରାଜନୈତିକ ପ୍ରସଙ୍ଗ କାମ କରୁଛି କି ନାହିଁ ନା ଚତୁର ଧାମନଗରବାସୀ ଅଢେଇ ବର୍ଷ ପାଇଁ କାହାକୁ ବିଧାନସଭାକୁ ପଠାଇବେ ତାହା ମନସ୍ଥ କରି ସାରିଛନ୍ତି । ଧାମନଗରରେ ଏବେ ମାଳମାଳ ନେତା, ମନ୍ତ୍ରୀ, ବିଧାୟକ, ସାମ୍ବାଦିକ, ରାଜନୈତିକ ସମୀକ୍ଷକ, ବୃଦ୍ଦିଜୀବିଙ୍କ ଭିଡ଼ ଜମୁଛି । ସଭିଁଙ୍କ ଆକଳନ କିନ୍ତୁ ଭିନ୍ନ ଭିନ୍ନ । କିଏ କିଏ କହୁଛନ୍ତି ଧାମନଗର ବାସୀ ସ୍ୱାଭିମାନୀ । ସେମାନେ କାହା କଥାରେ ଭାସିବେ ନାହିଁ କି ଅନୁକମ୍ପା ପ୍ରେମରେ ପଡ଼ିବେ ନାହିଁ । ଯାହା ଏଯାଏ ଧାମନଗର ପ୍ରଚାରରୁ ସ୍ପଷ୍ଟ ସଙ୍କେତ ମିଳିଛି । ମୁଖ୍ୟତ ବିଜେଡ଼ି ଓ ବିଜେପି ଧାମନଗରରେ ଟକ୍କର ହେବାକୁ ଯାଉଛି । ଉଭୟ ଦଳ ପାଇଁ ରାଜୁ ଦାସ ମୁଖ୍ୟ ଫ୍ୟାକ୍ଟର । ଯାହାର ବେଶୀ ଫାଇଦା ନିର୍ବାଚନ ମଇଦାନରେ ଉଠାଉଛନ୍ତି ସ୍ୱାଧୀନ ପ୍ରାର୍ଥୀ ରାଜୁ ଦାସ । ଧାମନଗର ଉପ ନିର୍ବାଚନରେ ବିରୋଧୀ ଅପପ୍ରଚାରକୁ ମୁଖ୍ୟ ମାଧ୍ୟମ କରି ବିଜେଡ଼ିକୁ ଚେକ୍ ଦେବାକୁ ଅଣ୍ଟା ଭିଡ଼ିଛନ୍ତି । ଅନ୍ୟପଟେ ବିଜେଡ଼ି କିନ୍ତୁ ବିକାଶ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକପ୍ରିୟତା ସହ ସାଂଗଠନିକ ମାଇକ୍ରୋ ମ୍ୟାନେଜମେଣ୍ଟ ଜରିଆରେ ଗଡ଼ ଦଖଲ କରିବାକୁ ଲକ୍ଷ୍ୟ ରଖିଛି । ଯାହାକୁ ନେଇ ସରଗରମ ହୋଇଛି ଧାମନଗର ରାଜନୀତି l ଭୋଟ ସମୟରେ ବିଭିନ୍ନ ମିଛ ପ୍ରଚାର ହେବା ସ୍ୱାଭାବିକ l ତାହା ମଧ୍ୟ ଧାମନଗର ର ବିଭିନ୍ନ ପଂଚାୟତ ଓ ପୌର ପରିଷଦ ରେ ଜୋରଦାର ହେଉଛି l ହେଲେ ଏ ସବୁ କେବଳ ଦଳୀୟ ସମର୍ଥକ ଓ ଗଣ ମାଧ୍ୟମରେ ଚର୍ଚ୍ଚା l ହେଲେ ଧାମନଗର ଭୋଟରଙ୍କ ମତ କିନ୍ତୁ ଅନ୍ୟଆଡ଼େ l

ଉପ ନିର୍ବାଚନରେ କାହାକୁ ଭୋଟ ଦେଲେ ଧାମନଗର ଉନ୍ନତି ଓ ବିକାଶ ହେବ ତାହା ଏବେ ଧାମନଗର ଭୋଟର ଆକଳନ କରି ମନସ୍ଥ କଲେଣି l ଧୀରେ ଧୀରେ ଧାମନଗରେ ଅପପ୍ରଚାର ଫମ୍ଫା ସ୍ଵର ଭୋଟର ଜାଣି ସାରିଲେଣି l ଯେଉଁଥିପାଇଁ ଧାମନଗରର ରାଜନୈତିକ ପାଣିପାଗରେ ବହୁତ ପରିବର୍ତ୍ତନ ହୋଇଛି l ଆସନ୍ତା ୩୧ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଚାର ମଇଦାନକୁ ଓହ୍ଲାଇବେ l ଏହାପରେ ଧାମ ନଗର ରାଜନୀତି ଆହୁରି ଅଧିକ ବଦଳିବ ବୋଲି ରାଜନୈତିକ ସମୀକ୍ଷକ ମାନେ କହିଛନ୍ତି l ବିଜେପି ପକ୍ଷରୁ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦୁଇ ଦିନ ଧରି ମାରାଥନ ପ୍ରଚାର କରିଥିବା ବେଳେ ପିସିସି ସଭାପତି ଶରତ ପଟ୍ଟନାୟକ, କଂଗ୍ରେସ୍ ବିଧାୟକ ସୁରେଶ ରାଉତରାୟ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଜୋରଦାର ପ୍ରଚାର କରିଛନ୍ତି l ଆସନ୍ତା ୩ ତାରିଖରେ ଧାମ ନଗର ବାସୀ ଭୋଟ ଦେଇ ନିଜ ନେତା ବାଛିବେ l ୬ତାରିଖରେ ଫଳାଫଳ ପ୍ରକାଶ କରିବ ଧାମନଗର ବାସୀ କାହାକୁ ବାଛିଛନ୍ତି l

ମଟର କର୍ମଚାରୀମାନଙ୍କ କଲ୍ୟାଣ ନିମନ୍ତେ ରାଜ୍ୟ ସରକାର ନୂଆ ପ୍ରଚେଷ୍ଟା…

{} ଅଣ-ସଂଗଠିତ ସେକ୍ଟରରେ କାମ କରୁଥିବା ମଟର କର୍ମଚାରୀମାନଙ୍କ କଲ୍ୟାଣ ନିମନ୍ତେ ସରକାରୀ ଉଦ୍ୟମ ଆରମ୍।

ଖୁବ୍ ଶିଘ୍ର ଚିଠା-କାର୍ଯ୍ୟ ଯୋଜନା ପ୍ରସ୍ତୁତ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ। 

() ଅଣ-ସଂଗଠିତ କ୍ଷେତ୍ରରେ କାମ କରୁଥିବା ମଟର ଚାଳକ ଏବଂ ମଟର କର୍ମଚାରୀମାନଙ୍କ କଲ୍ୟାଣ ନିମନ୍ତେ ରାଜ୍ୟ ସରକାର ନୂଆ ପ୍ରଚେଷ୍ଟା ଆରମ୍ଭ କରିଛନ୍ତି । ଏଥି ନିମନ୍ତେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ଆଲୋଚନା ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ଲୋକସେବା ଭବନ ସଭାଗୃହରେ ଆୟୋଜିତ ଏହି ବୈଠକରେ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ ଏ ସମ୍ବନ୍ଧିତ ଆର୍ଥିକ ଓ ଆଇନଗତ ବିଷୟ ଆଲୋଚନା ନିମନ୍ତେ ଉପସ୍ଥାପନ କରିଥିଲେ ।

ବୈଠକରେ ଉପସ୍ଥିତ ପ୍ରସ୍ତାବଗୁଡିକୁ ବିଚାରକରି ମଟର କର୍ମଚାରୀ କଲ୍ୟାଣ ସମଗ୍ରିକ ବିକାଶ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ବୋଲି ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର କହିଥିଲେ । ଏଥି ପାଇଁ ଓଡ଼ିଶା ମୋଟର ଟ୍ରାନ୍ସ୍ପୋର୍ଟ କର୍ମଚାରୀ ନିୟମ ପରିପ୍ରେକ୍ଷୀରେ ଏକ ସବିଶେଷ ଚିଠା-କାର୍ଯ୍ୟ ଯୋଜନା ପ୍ରସ୍ତୁତ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ । ମଟର କର୍ମଚାରୀମାନଙ୍କ କଲ୍ୟାଣ କାର୍ଯ୍ୟକ୍ରମ ନିମନ୍ତେ ଆବଶ୍ୟକ ହେଲେ ପ୍ରଚଳିତ ପୁରୁଣା ନିୟାମକରେ ଆବଶ୍ୟକୀୟ ସଂଶୋଧନ ଆଣିବାକୁ ମଧ୍ୟ ମୁଖ୍ୟ ଶାସନ ସଚିବ କହିଥିଲେ । ଆଇନ୍ ବିଭାଗ ଏବଂ ବାଣିଜ୍ୟ ଓ ପରିବହନ ବିଭାଗ ସମନ୍ୱିଭାବେ ପ୍ରସ୍ତାବ ସହ ସଂପୃକ୍ତ ଆଇନଗତ, ପ୍ରଶାସନିକ ଏବଂ ଆର୍ଥିକ ଦିଗକୁ ଅନୁଧ୍ୟାନ କରି ଆସନ୍ତା ଏକ ସପ୍ତାହ ମଧ୍ୟରେ ଚିଠା-ପ୍ରସ୍ତାବ ପ୍ରସ୍ତୁତ କରିବାକୁ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ । ବିଭିନ୍ନ ଘରୋଇ ଓ ଅଣ-ସଂଗଠିତ ପରିବହନ ସଂସ୍ଥା ପ୍ରଭୃତିରେ କାମ କରୁଥିବା ଚାଳକ ଓ କର୍ମଚାରୀମାନଙ୍କର ସଂଙ୍ଖ୍ୟା ଆକଳନ କରିବା ପାର୍ଇ ମଧ୍ୟ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ ।

ବାଣିଜ୍ୟ ଓ ପରିବହନ ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ, ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବିଶାଳ କୁମାର ଦେବ, ପରିବହନ ଆୟୁକ୍ତ ଶ୍ରୀ ଅରୁଣ ବୋଥ୍ରାଙ୍କ ସମେତ ସଂପୃକ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ବୈଠକର ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ଶ୍ରମ ଓ କର୍ମଚାରୀ ରାଜ୍ୟ-ବୀମା ବିଭାଗ ଶାସନ ସଚିବ ଶ୍ରୀମତୀ ଚିତ୍ରା ଅରୁମୁଗମ୍, ଶ୍ରମ ଆୟୁକ୍ତ ଡ଼ାକ୍ତର ଥିରୁମାଲା ନାୟକ ମଧ୍ୟ ଭିଡ଼ିଓ କନ୍ଫେରେନ୍ସିଂ ମାଧ୍ୟମରେ ଆଲୋଚନାରେ ଭାଗ ନେଇଥିଲେ ।

 

୨୩ ବର୍ଷ ଧରି ମ୍ୟାଗନମ୍ ଡିଜି ଫାଉଣ୍ଡେସନ ରାମେଶ୍ୱର ଆୟୋଜନ କରି ଆସୁଅଛି ରକ୍ତ ଦାନ ଶିବିର….

() ରକ୍ତଦାନ ମହତ୍ ଦାନ ସ୍ଳୋଗାନ କୁ ମର୍ମେ ମର୍ମେ ହ୍ରୁଦୟଙ୍ଗମ କରିଛି ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକ ରାମେଶ୍ୱରର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ମ୍ୟାଗନମ୍ ଡିଜି ଫାଉଣ୍ଡେସନ lସେଥିପାଇଁ ଦୀର୍ଘ ୨୩ ବର୍ଷ ଧରି ମ୍ୟାଗନମ୍ ଡିଜି ଫାଉଣ୍ଡେସନ ରାମେଶ୍ୱର ଆୟୋଜନ କରି ଆସୁଅଛି ରକ୍ତ ଦାନ ଶିବିର l ରକ୍ତ ଦାନ ଶିବିର ଆୟୋଜନ କରି ରାଜ୍ୟର ରକ୍ତ ଚାହିଦାକୁ ପୂରଣ କରିବାରେ ହେଉଛି ସହାୟଜ l ଆଜି ମ୍ୟାଗନମ୍ ଡିଜି ଫାଉଣ୍ଡେସନ ପକ୍ଷରୁ ନିରାକାର ପୁର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଅନୁଷ୍ଠିତ ହୋଇ ଯାଇଛି ସ୍ୱେଛାକ୍ରୁତ ରକ୍ତଦାନ ଶିବିର l ଏହି ଶିବିରରେ ମ୍ୟାଗନମ୍ ଡିଜି ଫାଉଣ୍ଡେସନର ବହୁ ସଦସ୍ୟ ,ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ବହୁ ଗୁରୁଜୀ, ଗୁରୁମା, ନିରାକାର ପୁର ଥାନାର ଅଧୀକାରୀଙ୍କ ସହ ବହୁ ପୋଲିସ୍ କର୍ମଚାରୀ ଓ ସ୍ଥାନୀୟ ଯୁବକ ଯୁବତୀମାନେ ଯୋଗ ଦେଇ ସ୍ୱେଛାକ୍ରୁତ ରକ୍ତଦାନ କରିଛନ୍ତି l ଏହି ରକ୍ତଦାନ ଶିବିର ରେ ୧୦୦ ୟୁନିଟ୍ ରକ୍ତ ସଂଗ୍ରୁହିତ ହୋଇଥିଲା.l ରକ୍ତଦାତା ମାନଙ୍କୁ ଉସ୍ଚାହିତ କରିବା ପାଇଁ ମ୍ୟାଗନମ୍ ଫାଊଣ୍ଡେସନର ଅଧ୍ୟକ୍ଷ୍ୟ ରମେଶ ମହାପାତ୍ର.

ଉପାଧ୍ୟ୍ୟକ୍ଷ୍ ଗୀତାରାଣୀ ପାଢ,.ବରିଷ୍ଠ କାର୍ଯ୍ୟକର୍ତ୍ତା ପ୍ରେମ ଶତପଥୀ,ସମିତା ଶତପଥୀ ପ୍ରମୁଖ ଅତିଥୀ ଭାବେ ଯୋଗ ଦେଇଥିଲେ lଭୁବନେଶ୍ବର ବ୍ଲଡ୍ ବ୍ୟାଙ୍କର ଡାକ୍ତର ମାନେ ଏଥିରେ ସଂପୁର୍ଣ ସହଯୋଗ କରିଥିଲେl l

ବିକାଶର ସୋପାନରେ ଯୋଡ଼ିହେଲ ବରଗଡ…

() ବିକାଶର ନୂଆ ସୋପାନରେ ବରଗଡ ଜିଲ୍ଲା

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ପଦ୍ମପୁରରେ ୪୮୮ କୋଟି ଟଙ୍କାର ନୂଆ ପ୍ରକଳ୍ପର ଶୁଭାରମ୍ଭ  

ସମସ୍ତଙ୍କ ସହଯୋଗରେ ପଦ୍ମପୁରକୁ ବିକାଶର ଏକ ମଡେଲ କରାଯିବ – ମୁଖ୍ୟମନ୍ତ୍ରୀ।

ଚାଷୀ ମାନଙ୍କ ଫସଲ ବୀମା କ୍ଷତି ପୂରଣ ସମସ୍ୟା ସମାଧାନ ପାଇଁ ଚେଷ୍ଟା ଜାରି ରହିବ ..ମୁଖ୍ୟମନ୍ତ୍ରୀ ।

{} ଓଡିଶାରେ ଆଜି ବିକାଶର ମାର୍ଗ ପ୍ରଶସ୍ତ ହୋଇଛି। ବିକାଶର ଗତି ମଧ୍ୟ କ୍ଷୀପ୍ର ହୋଇଛି। ସବୁଠାରେ ବିକାଶର ପଦଚିହ୍ନ ସୁସ୍ପଷ୍ଟ। କୃଷି ଉତ୍ପାଦନ, ଖାଦ୍ୟ ସୁରକ୍ଷା, ମହିଳା ସଶକ୍ତିକରଣ, ୫-ଟି ସ୍କୁଲ ରୂପାନ୍ତର, ସ୍ବାସ୍ଥ୍ୟସେବା – ସବୁ କ୍ଷେତ୍ରରେ ଓଡିଶା ଆଜି ବିକାଶର ଏକ ନୂଆସ୍ତରରେ ଅଗ୍ରସର ହେଉଛି। ଏହି କ୍ରମରେ ଆଜି ବରଗଡ ଜିଲ୍ଲାର ପଦ୍ମପୁର ନିର୍ବାଚନ ମଣ୍ଡଳୀରେ ବିକାଶର ଏକ ନୂଆ ଅଧ୍ୟାୟ ଆରମ୍ଭ ହୋଇଛି। ସମସ୍ତଙ୍କ ସହଯୋଗରେ ପଦ୍ମପୁର ଅଞ୍ଚଳ ବିକାଶର ଏକ ମଡେଲ ହୋଇପାରିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଆଜି ବରଗଡ ଜିଲ୍ଲାର ପଦ୍ମପୁର ନିର୍ବାଚନ ମଣ୍ଡଳୀ ପାଇଁ ୪୮୮ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି।

ପଦ୍ମପୁର ଅଞ୍ଚଳର ବିକାଶକୁ ଆଗେଇ ନେବାରେ ଏ ସବୁ ପ୍ରକଳ୍ପ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି। ବିକାଶର ଏହି ଧାରା ଆହୁରି ଆଗକୁ ବଢିବ ବୋଲି ମଧ୍ୟ ସେ କହିଛନ୍ତି ।ବିକାଶ ହେଉଛି ଆମର ପରିଚୟ। ଚାଷୀ, ମହିଳା, ଯୁବବର୍ଗ ମାନଙ୍କୁ ସଶକ୍ତ କରି ସାରା ଓଡିଶାକୁ ସଶକ୍ତ କରିବା ପାଇଁ ରାଜ୍ୟ ସରକାର କାମ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମତବ୍ୟକ୍ତ କରିଛନ୍ତି।

ପଦ୍ମପୁର ଓଡିଶାର ଭାତହାଣ୍ଡି ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶାକୁ ସବୁଠାରୁ ଅଧିକ ଚାଉଳ ପଦ୍ମପୁର ହିଁ ଯୋଗାଇ ଦେଉଛି । ପଦ୍ମପୁରର ଚାଷୀମାନଙ୍କ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ୧୦ କୋଟି ଟଙ୍କାର ୨୦ଟି ଉଠା ଜଳସେଚନ ପ୍ରକଳ୍ପ ଲୋକାର୍ପିତ କରିଥିଲେ । ତା ସହିତ କୃଷି ବଜାର ଭିତ୍ତିଭୂମି ବିକାଶ ପାଇଁ ୧୮ କୋଟି ୪୮ ଲକ୍ଷ ଟଙ୍କାର ପ୍ରକଳ୍ପ କାମ ମଧ୍ୟ ଆରମ୍ଭ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବରଗଡ଼, ପଦ୍ମପୁର ଅଞ୍ଚଳର ଅନେକ ଚାଷୀ ଏ ପର୍ଯ୍ୟନ୍ତ crop insurance tanka ପାଇନାହାନ୍ତି ।ଆପଣ ମାନେ ଜାଣନ୍ତି ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଭରତ ସରକାରଙ୍କ ଯୋଜନା। ତେଣୁ ଭରତ ସରକାର ଙ୍କ ସହ ଆପଣ ମାନଙ୍କ ସମସ୍ୟା ବିଷୟରେ ଆଲୋଚନା କରି ସମାଧାନ ପାଇଁ ମୁଁ ବାରମ୍ବାର ଚେଷ୍ଟା ଜାରୀ ରଖିଛି ।

ଏହାସହିତ ପଦ୍ମପୁରରେ ଯୋଗାଯୋଗର ବିକାଶ ପାଇଁ ୨୬୦ କୋଟି ଟଙ୍କାରେ ୩୮ଟି ସେତୁ ଓ ୧୩୬ କୋଟି ଟଙ୍କାରେ ୨୫ଟି ରାସ୍ତା କାମର ଶୁଭାରମ୍ଭ କରାଯିବା ସହିତ ୯ କୋଟି ଟଙ୍କାରେ ଗ୍ରାମ୍ୟ ଭିତ୍ତିଭୂମି ପ୍ରକଳ୍ପ, ୬୦ ଲକ୍ଷ ଟଙ୍କାରେ ୪ଟି ଗ୍ରାମୀଣ ବଜାର ଓ ୪ କୋଟି ୨୨ ଲକ୍ଷ ଟଙ୍କାରେ ୧୬ଟି ପୌରାଞ୍ଚଳ ଭିତ୍ତିଭୂମି ଯୋଜନା ମଧ୍ୟ ଆରମ୍ଭ କରାଯାଇଛି ।

ପ୍ରଭୁ ନୃସିଂହନାଥଙ୍କ ଆଶୀର୍ବାଦ ପଦ୍ମପୁର ମାଟିକୁ ପବିତ୍ର କରିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍ଥାନୀୟ ଲୋକଙ୍କ ରୋଜଗାର ବଢାଇବା ପାଇଁ ଏ ପୀଠର ବିକାଶ ପାଇଁ କାମ ଆରମ୍ଭ ହୋଇଛି। ନୃସିଂହନାଥ ଓ ବେଦ ବରାହ ପୀଠର ବିକାଶ ପାଇଁ ୨୬ କୋଟି ଟଙ୍କା ଖର୍ଚ୍ଚ କରାଯିବ ବୋଲି ସେ କହିଥିଲେ ।

ସେହିପରି ଶିକ୍ଷାର ବିକାଶରେ ୫-ଟି ସ୍କୁଲ ରୂପାନ୍ତର ବିଶେଷ ଭୂମିକା ନେଇଛି ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି କାର୍ଯ୍ୟକ୍ରମରେ ପଦ୍ମପୁରର ୩୦ଟି ହାଇସ୍କୁଲର ରୂପାନ୍ତର ହୋଇଛି । ଆଉ ୪୪ଟି ପାଇଁ କାମ ଆରମ୍ଭ ହୋଇଛି ବୋଲି ସେ କହିଥିଲେ।ଏହା ସହିତ ଆଜି ପଦ୍ମପୁର ଅଞ୍ଚଳର ୩ଟି ବ୍ଲକ୍‌ ଓ ସହରାଞ୍ଚଳ ପାଇଁ ୩୦ କୋଟି ଟଙ୍କାର ପ୍ରକଳ୍ପ ମଧ୍ୟ ଉଦ୍‌ଘାଟିତ ହୋଇଥିଲା। ଏଥିରେ ୨୦ଟି କଲ୍ୟାଣମଣ୍ଡପ ସହିତ ପଞ୍ଚାୟତ ଭବନ, ଗ୍ରାମୀଣ ବଜାର ଓ କମନ୍ ଫାସିଲିଟି ସେଣ୍ଟର କରାଯାଇଛି ।ଏହି କାର୍ଯ୍ୟକ୍ରମରେ ଅର୍ଥମନ୍ତ୍ରୀ ଶ୍ରୀ ନିରଞ୍ଚନ ପୂଜାରୀ, ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁ, ହସ୍ତତନ୍ତ ଓ ବୟନଶିଳ୍ପ ମନ୍ତ୍ରୀ ଶ୍ରୀମତୀ ରୀତା ସାହୁ, ଭଟଲୀ ବିଧାୟକ ଶ୍ରୀ ସୁଷାନ୍ତ ସିଂ, ବରଗଡ ବିଧାୟକ ଶ୍ରୀ ଦେବେଶ ଆଚାର୍ଯ୍ୟ ଓ ଅତାବିରା ବିଧାୟକ ଶ୍ରୀମତୀ ସ୍ନେହାଙ୍ଗୀନି ଛୁରିଆ ପ୍ରମୁଖ ଯୋଗ ଦେଇ ଓଡିଶାରେ ବିକାଶର ଏକ ନୂଆ ଧାରା ସୃଷ୍ଟି କରିବାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବ ଓ ଦୂରଦୃଷ୍ଟିର ଉଚ୍ଚପ୍ରଶଂସା କରିଥିଲେ। ପଶ୍ଚିମ ଓଡିଶାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ଧ୍ୟାନ ଦେଇ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି ବୋଲି ସେମାନେ ମତବ୍ୟକ୍ତ କରିଥିଲେ। ସୃଷ୍ଟି କରିବାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବ ଓ ଦୂରଦୃଷ୍ଟିର ଉଚ୍ଚପ୍ରଶଂସା କରିଥିଲେ। ପଶ୍ଚିମ ଓଡିଶାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ଧ୍ୟାନ ଦେଇ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି ବୋଲି ସେମାନେ ମତବ୍ୟକ୍ତ କରିଥିଲେ।

ଭାରତ ଏବଂ ତାଇୱାନ୍ ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟରେ ସହଭାଗିତା ନେଇ ଆଗ୍ରହୀ ତାଇୱାନ୍‌…

()  ଯୁଗ୍ମ ଡିଗ୍ରୀ ପ୍ରୋଗ୍ରାମ୍ ସହିତ ତାଇୱାନ୍ କମ୍ପାନୀଗୁଡ଼ିକରେ ନିଯୁକ୍ତି ନିମନ୍ତେ ସୋଆ ଛାତ୍ରଛାତ୍ରୀମାନଙ୍କୁ ମାଣ୍ଡାରିନ୍ ଶିକ୍ଷା ପ୍ରଦାନ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ସହିତ ସହଭାଗିତା କରିବା ପାଇଁ ତାଇୱାନ୍ ଇଚ୍ଛା ପ୍ରକାଶ କରିଛି । ଡାକ୍ତରୀ ଏବଂ ଇଞ୍ଜିନିୟରିଂ ଶିକ୍ଷା ନିମନ୍ତେ ବେଶ ପ୍ରତିଷ୍ଠା ଲାଭ କରିଥିବା ସୋଆ ସହିତ ଆମେ ସହଭାଗିତା କରିବା ପାଇଁ ଚାହୁଁଛୁ ଏବଂ ବିଶ୍ୱବିଦ୍ୟାଳୟରେ ଛାତ୍ରଛାତ୍ରୀମାନେ ଯେଭଳି ମାଣ୍ଡାରିନ୍ ଶିକ୍ଷା ଗ୍ରହଣ କରିପାରିବେ ସେ ନିମନ୍ତେ ତାଇୱାନ୍ ଏଜୁକେସନ୍ ସେଂଟର ପ୍ରତିଷ୍ଠା କରିବା ପାଇଁ ଆମେ ଇଚ୍ଛୁକ ବୋଲି ତାଇପେଇ ଇକୋନମିକ ଆଣ୍ଡ କଲ୍‌ଚରାଲ୍ ସେଂଟର୍ ଇନ୍ ଇଣ୍ଡିଆର ଏଜୁକେସନ୍ ଡିଭିଜନ୍‌ର ଆସିଷ୍ଟାଂଟ ରିପ୍ରେଜେନ୍‌ଟେଟିଭ ଡାଇରେକ୍ଟର ଶ୍ରୀ ପିଟର୍ସ ଲି-ଇଙ୍ଗ ଚେନ୍ ଏଠାରେ ଶୁକ୍ରବାର କହିଛନ୍ତି ।

ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ବିଶ୍ୱବିଦ୍ୟାଳୟ ପରିସରରେ ସୌଜନ୍ୟମୂଳକ ସାକ୍ଷାତ କରିବା ଅବସରରେ ଶ୍ରୀ ଚେନ୍ କହିଛନ୍ତି ଯେ ଭାରତୀୟ ଏବଂ ତାଇୱାନ୍ ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟରେ ସହଭାଗିତା ଏବଂ ଶିକ୍ଷାକୁ ନେଇ ବୁଝାମଣା ସ୍ୱାକ୍ଷରିତ କରିବାକୁ ତାଇୱାନ୍ ବେଶ ଆଗ୍ରହୀ ଅଟେ ।
ସେ କହିଛନ୍ତି ଯେ ଭାରତରେ ତାଇପେଇ ଇକୋନମିକ ଆଣ୍ଡ କଲଚରାଲ୍ ସେଂଟର ଦ୍ୱାରା ଭାରତର ବିଭିନ୍ନ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପ୍ରାୟ ୨୫ଟି ତାଇୱାନ୍ ଏଜୁକେସନ୍ ସେଂଟର ପ୍ରତିଷ୍ଠା ହୋଇସାରିଥିବା ବେଳେ ଏମାନଙ୍କ ମଧ୍ୟରେ ଆଇଆଇଟି ବମ୍ବେ ଏବଂ ଆଇଆଇଟି ମାଡ୍ରାସ ମଧ୍ୟ ରହିଛନ୍ତି । ଆମେ ଭାରତୀୟ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ତାଇୱାନ୍‌ରୁ ମାଣ୍ଡାରିନ୍ ଶିକ୍ଷକ ଯୋଗାଇ ଦେଉଛୁ ଯାହା ଦ୍ୱାରା କି ଛାତ୍ରଛାତ୍ରୀମାନେ ଏହି ଭାଷା ଶିକ୍ଷା କରିପାରିବେ ଏବଂ ତାଇୱାନ୍ କମ୍ପାନୀଗୁଡ଼ିକରେ ନିଯୁକ୍ତି ପାଇବା ନିମନ୍ତେ ଏହା ସେମାନଙ୍କ ପାଇଁ ସହାୟକ ହୋଇପାରିବ ।
ସହଭାଗିତା ଦ୍ୱାରା ସେମିକଣ୍ଡକ୍ଟର ଉପରେ ୨ ବର୍ଷିୟା ପୋଷ୍ଟ ଗ୍ରାଜୁଏଟ୍ ପାଠ୍ୟକ୍ରମ ଆରମ୍ଭ ହୋଇପାରିବ ଏବଂ ଛାତ୍ରଛାତ୍ରୀ ଏବଂ ଶିକ୍ଷକ ଶିକ୍ଷୟତ୍ରୀ ଆଦାନ ପ୍ରଦାନ ମଧ୍ୟ ସମ୍ଭବ ହୋଇପାରିବ । ଛାତ୍ରଛାତ୍ରୀମାନେ ଗୋଟିଏ ବର୍ଷ ଭାରତରେ ଶିକ୍ଷା ଗ୍ରହଣ କରିପାରିବେ ଏବଂ ଅନ୍ୟ ବର୍ଷଟି ତାଇୱାନ୍‌ର ଶିଳ୍ପ କ୍ଷେତ୍ରରେ ତାଲିମ ନେଇ ପାରିବେ । ଏହା ଦ୍ୱାରା ସେମାନେ ଫକ୍ସକନ୍ ଭଳି ହାଇଏଣ୍ଡ ସେମି କଣ୍ଡକ୍ଟର୍ ଚିପ୍ସର ଉତ୍ପାଦନକାରୀ କମ୍ପାନୀ ତଥା ଅନ୍ୟ କମ୍ପାନୀଗୁଡ଼ିକରେ ନିଯୁକ୍ତି ପାଇପାରିବେ ।

Follow us

20,832FansLike
0FollowersFollow
14,700SubscribersSubscribe

Latest news