() ବିଶେଷଭାବରେ ଏହି ସମୟରେ ତାପମାତ୍ରା ବଢିଥାଏ। ଏବଂ ଆଗକୁ ମଧ୍ୟ ବଢ଼ିବ ବୋଲି ପୂର୍ବାନୁମାନ ରହିଛି। ତାହା ପୂର୍ବରୁ ଲୋକଙ୍କୁ ସଚେତନ କରାଯାଉଛି। ଖରା ବେଳେ ଘରୁ ନ ବାହାରିବା ପାଇଁ, ଖରା ସମୟରେ କାମ ବନ୍ଦ ରଖିବାକୁ, ପିଇବା ପାଣି, ଛତା ଓ ଓଦା କପଡା ମୁଣ୍ଡରେ ରଖିବା ଉଚିତ। ତେବେ ଏ ପର୍ଯ୍ୟନ୍ତ ଅଂଶୁଘାତରେ କୌଣସି ବ୍ୟକ୍ତି ରାଜ୍ୟରେ ମୃତ୍ୟୁ ଘଟିନାହିଁ। ସେଥିପାଇଁ ସମସ୍ତ ଡାକ୍ତରଖାନା କତ୍ତୃପକ୍ଷ ଶ୍ର ଙ୍କୁ ନିର୍ଦେଶ ଦିଆଯାଇଛି। ସମସ୍ତ ପ୍ରକାରର ଔଷଧ ରଖିବେ ଚିକିତ୍ସା ସହ ସ୍ୱତନ୍ତ୍ର ଭାବରେ ଶଯ୍ୟା ରଖାଯାଇଛି । ହସ୍ପିଟାଲ ରେ ଏୟାର କୁଲର, ଫ୍ୟାନ ପ୍ରସ୍ତୁତ କରି ରଖାଯାଇଛି ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦେଶକ ନିରଂଜନ ମିଶ୍ର।
ରାଜ୍ୟରେ କୋଭିଡ ସ୍ଥିତିକୁ ନେଇ ଜନ ସ୍ଵାସ୍ଥ୍ୟ ନିର୍ଦେଶକଙ୍କ ପ୍ରତିକ୍ରିୟା…
() ରାଜ୍ୟରେ କୋଭିଡ ସ୍ଥିତିକୁ ନେଇ ଜନ ସ୍ଵାସ୍ଥ୍ୟ ନିର୍ଦେଶକଙ୍କ ପ୍ରତିକ୍ରିୟା : ଏବେ ଦେଶରେ ଦୈନିକ ୨ ହଜାର+ ଟ୍ରେଣ୍ଡ ଚାଲିଛି । କେବଳ କେରଳ, ଦିଲ୍ଲୀ, ହରିଆଣା, ପଞ୍ଜାବରେ ଅଧିକ ସଂକ୍ରମଣ ଦେଖା ଦେଉଛି, ଯାହାର ଗୁରୁତର ବା ସିଭିୟାରୀଟି ଏବେ ଯାଏଁ ଦେଖା ଦେଇନାହିଁ । ରାଜ୍ୟରେ ମାତ୍ର ୮୦ ଟି ସକ୍ରିୟ ରୋଗୀ ଅଛନ୍ତି ।୧୫ଟି ଜିଲ୍ଲାରେ ରୋଗୀ ନାହାନ୍ତି । ଟୀକା କରଣ ଆମ ରାଜ୍ୟରେ ଯଥେଷ୍ଟ ହୋଇଥିବାରୁ ଆମର ଏତେଟା ରୋଗୀ ସଂଖ୍ୟା ନାହଁ । ଯେଉଁମାନେ ଟୀକା ନେଇ ନାହାନ୍ତି ସେମାନେ ନେଇ ଯାଆନ୍ତୁ । precation ଡୋଜ ବି ନିଅନ୍ତୁ । ଟୀକା ପାଇଁ ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଅଧିକ ହୋଇଛି । ଏହି ରୋଗର ଭୟାବହତା ଆଉ ରହିବ ନାହିଁ । ଏହା ସତ୍ତ୍ୱେ ବି ମାସ୍କ, ପିନ୍ଧିବା ନିହାତି ଜରୁରୀ ।
ନିରଞ୍ଜନ ମିଶ୍ର, ଜନ ସ୍ୱାସ୍ଥ୍ୟ ନିର୍ଦେଶକ
ରୂପାନ୍ତର ଶୃଙ୍ଖଳାର ପ୍ରଥମ ବୈଠକ…
() ରୂପାନ୍ତର ଶୃଙ୍ଖଳାର ପ୍ରଥମ ବୈଠକ
ଜଳସଂପଦ ବିଭାଗର ରୂପାନ୍ତର ଉପକ୍ରମ (Transformation Initiatives) ଉପରେ ଉପସ୍ଥାପନା
2024 ସୁଦ୍ଧା ୧୫ଟି ପ୍ରମୁଖ ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ
ପ୍ରଯୁକ୍ତି ବିଦ୍ୟା, ଟିମ୍ ୱାର୍କ, ଦାୟିତ୍ବବାନ ପୁନର୍ବାସ ନୀତି, ଶ୍ରମିକ କଲ୍ୟାଣ ଆଦିର ସଫଳ ପ୍ରୟୋଗ
ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା, ସବୁ ବିଭାଗ ଏହିପରି ଅଭିନବ ପ୍ରୟୋଗରେ ରୂପାନ୍ତର ଆଣିବାକୁ ପରାମର୍ଶ।
{ } ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ ସରକାରଙ୍କ ରୂପାନ୍ତର ଶୃଙ୍ଖଳାର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି । ଆଜିର ବୈଠକରେ ଜଳସଂପଦ ବିଭାଗ ପକ୍ଷରୁ ଅତିରିକ୍ତ ମୁଖ୍ୟ ସଚିବ ଶ୍ରୀମତୀ ଅନୁ ଗର୍ଗ ବିଭାଗର Transformational Initiative ସଂପର୍କରେ ଏକ ଉପସ୍ଥାପନା ରଖିଥିଲେ ।ଏହି ଉପସ୍ଥାପନା ଅନୁଯାୟୀ ୨୦୨୪ ସୁଦ୍ଧା ରାଜ୍ୟରେ ୧୫ଟି ପ୍ରମୁଖ ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ହେବାକୁ ଯାଉଛି । ଏଥିମଧ୍ୟରୁ ଚଳିତ ବର୍ଷ ୪ଟି, ୨୦୨୩ରେ ୪ଟି ଏବଂ ୨୦୨୪ରେ ୭ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ । ଏହିସବୁ ପ୍ରକଳ୍ପରେ ପ୍ରଯୁକ୍ତି ବିଦ୍ୟା, ଟିମ୍ ୱାର୍କ, ଦାୟିତ୍ବବାନ ପୁନର୍ବାସ ନୀତି, ଶ୍ରମିକ କଲ୍ୟାଣ ଆଦିର ସଫଳ ପ୍ରୟୋଗ କରାଯାଇଛି। ଏହାଦ୍ବାରା ଓଡିଶାର ଜଳସଂପଦ କ୍ଷେତ୍ରରେ ଏକ ରୂପାନ୍ତର ଆସିପାରିବ।
ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଜଳସେଚନ ପ୍ରକଳ୍ପ ଗୁଡିକର କାର୍ଯ୍ୟକାରିତା କ୍ଷେତ୍ରରେ ୫-ଟି କାର୍ଯ୍ୟକ୍ରମର ସଫଳ ପ୍ରୟୋଗ କରି ବହୁ ଦିନର ପ୍ରକଳ୍ପ ଗୁଡିକୁ ସଂପୂର୍ଣ୍ଣ କରିବା ପାଇଁ ପଦକ୍ଷେପ ନେଇଥିବାରୁ ଜଳସଂପଦ ବିଭାଗ ର ପ୍ରଶଂସା କରିଥିଲେ ଏବଂ ବିଭାଗୀୟ engineer ମାନଙ୍କୁ ଧନ୍ୟବାଦ ଜଣାଇଥିଲେ .ଅନ୍ୟସବୁ ବିଭାଗ ଏହିପରି ଅଭିନବ ପ୍ରୟୋଗରେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ବଲାଂଗୀର, କେନ୍ଦୁଝର ଓ ମୟୁରଭଂଜ ଆଦି ଜିଲ୍ଲାର ଜିଲ୍ଲାପାଳ ମାନେ ସେଠାରେ ଚାଲିଥିବା ଜଳସେଚନ ପ୍ରକଳ୍ପ ଗୁଡିକରେ ବିସ୍ଥାପନ ପ୍ରକ୍ରିୟାକୁ କିପରି ତ୍ବରାନ୍ବି କରାଯାଇଛି, ସେ ସଂପର୍କରେ ସୂଚନା ଦେଇଥିଲେ। ଆଲୋଚନା ପର୍ଯ୍ୟାଲୋଚନା, ସମ୍ବେଦନଶୀଳ ବ୍ୟବସ୍ଥା ଓ ଲୋକଙ୍କ ଭିତରେ ଭରସା ସୃଷ୍ଟି ଜରିଆରେ ବିସ୍ଥାପନ ପ୍ରକ୍ରିୟା ତ୍ବରାନ୍ବିତ ହୋଇପାରିଛି ବୋଲି ସେମାନେ ମତବ୍ୟକ୍ତ କରିଥିଲେ ।
ଏହି ଉପସ୍ଥାପନରେ ଦେଓ ପ୍ରକଳ୍ପ, ଲୋୟର ସୁକତେଲ ପ୍ରକଳ୍ପ, ସୁବର୍ଣ୍ଣରେଖା, କାନୁପୁର, ଛେଳିଗଡ, ରେଙ୍ଗାଲି ଦକ୍ଷିଣ କେନାଲ, ରେଙ୍ଗାଲି ବାମ କେନାଲ ଏବଂ ଆହୁରି ଅନେକ ପ୍ରକଳ୍ପର ଅଗ୍ରଗତି ସଂପର୍କରେ ସୂଚନା ଦିଆଯାଇଥିଲା । ପ୍ରଯୁକ୍ତି ବିଦ୍ୟାର ବ୍ୟାପକ ପ୍ରୟୋଗ ଯଥା – ଭୂତଳ ପାଇପ ଲାଇନ ବ୍ୟବସ୍ଥାର ପ୍ରୟୋଗ, Geo Synthetic Mattress Lining, ସ୍କାଡା, ସ୍ବୟଂକ୍ରିୟ ଜଳପରିଚାଳନା ଆଦି ବିଭିନ୍ନ ବୈଷୟିକ ଜ୍ଞାନକୌଶଳର ପ୍ରୟୋଗ ସଂପର୍କରେ ସୂଚନା ଦିଆଯାଇଥିଲା । ଇଂଜିନିୟରିଂ ଜ୍ଞାନକୌଶଳ ବ୍ୟତୀତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଠାରୁ ଆରମ୍ଭ କରି ସର୍ବନିମ୍ନ ସ୍ତର ପର୍ଯ୍ୟନ୍ତ ତୁରନ୍ତ ନିଷ୍ପତ୍ତି ଓ ଟିମ୍ ୱାର୍କ, ଦାୟିତ୍ବବାନ ପୁନର୍ବାସ, ସମ୍ବେଦନଶୀଳ ଯୋଗାଯୋଗ ସଂପର୍କରେ ଉପସ୍ଥାପନା ରଖାଯାଇଥିଲା ।
ପ୍ରାରମ୍ଭିକ ସୂଚନା ଦେଇ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କହିଲେ ଯେ ମୁଖ୍ୟମନ୍ତ୍ରୀ ସାଧାରଣ ଜୀବନରେ ସବୁବେଳେ ସ୍ବଚ୍ଛତା ଉପରେ ଗୁରୁତ୍ବ ଦେଇଆସିଛନ୍ତି । ସ୍ବଚ୍ଛତାର ସହ ବିଭିନ୍ନ ଅଭିନବ ଉପାୟରେ ରାଜ୍ୟର ବିକାଶ ପାଇଁ ପଦକ୍ଷେପ ନେଲେ, ମୁଖ୍ୟମନ୍ତ୍ରୀ ସବୁବେଳେ ତାଙ୍କର ସହଯୋଗ ଓ ସହାୟତା ଯୋଗାଇବାକୁ ପ୍ରସ୍ତୁତ ବୋଲି ସେ କହିଥିଲେ ।
ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ଜଳସେଚନ ପ୍ରକଳ୍ପଗୁଡିକ ଯେଭଳି ଭାବରେ ଅଗ୍ରଗତି କରୁଛି, ଆଗାମୀ ୨-୩ ବର୍ଷ ମଧ୍ୟରେ ଏହା ଏକ ଶସ୍ୟଶ୍ୟାମଳା ଜିଲ୍ଲା ଭାବରେ ପ୍ରସିଦ୍ଧି ଅର୍ଜନ କରିବ ବୋଲି ସେ କହିଥିଲେ ।
ଯାଜପୁର ଜିଲ୍ଲାରେ ୫-ଟି ସ୍କୁଲ ରୂପାନ୍ତରର ସହଯୋଗ ନେଇ ସ୍କୁଲ ଗୁଡିକରେ ମିଶନ ଶକ୍ତିର ମହିଳା ମାନଙ୍କୁ ଅଭିନବ ଉପାୟରେ କଂପ୍ୟୁଟର ଶିକ୍ଷା ପ୍ରଦାନ ସଂପର୍କରେ ଏକ ଭିଡିଓ ଚିତ୍ର ପ୍ରଦର୍ଶନ କରାଯାଇଥିଲା । ଏହାଦ୍ବାରା ମିଶନ ଶକ୍ତିର ମହିଳା ମାନେ ଡିଜିଟାଲ ଶିକ୍ଷା ପାଇପାରୁଛନ୍ତି । ବୈଠକରେ ଏହି ଅଭିନବ କାର୍ଯ୍ୟକ୍ରମର ପ୍ରଶଂସା କରାଯାଇଥିଲା ।ବୈଠକରେ ଅର୍ଥମନ୍ତ୍ରୀ, ରାଜସ୍ବ ମନ୍ତ୍ରୀ, ନଗର ଉନ୍ନୟନ ଓ ଗୃହନିର୍ମାଣ ମନ୍ତ୍ରୀ, ଶକ୍ତି ମନ୍ତ୍ରୀ, ଜଳସଂପଦ ମନ୍ତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ । ଉନ୍ନୟନ କମିଶନର ଓ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ମାନେ ଉପସ୍ଥିତ ଥିଲେ ।
ବିପନ୍ନଙ୍କ ସାହାହେଲେ ସାଏ….
() କଥାରେ କାମରେ ବିଶ୍ୱାସ କରନ୍ତି ରାଜ୍ୟର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ତେଣୁ ସବୁବେଳେ ସେ ବିଧାୟକମାନଙ୍କୁ ଭୁବନେଶ୍ୱର ନୁହେ ଗାଁକୁ ଯିବାକୁ କହିଥାନ୍ତି। ଭୋଟ ଦେଇ ଜିତେଇଥିବା ଭୋଟରଙ୍କୁ ଦୁଃଖ ସୁଖରେ ସାମିଲ ହେବାକୁ କହିଥାନ୍ତି। ଏହି କଥାକୁ ପାଥେୟ କରି ଆଠମଲ୍ଲିକ ବିଧାୟକ ସବୁବେଳେ ନିର୍ବାଚନ ମଣ୍ଡଳୀର ବିକାଶ ପାଇଁ ଦିନରାତି ଏକ କରି କାମ କରୁଛନ୍ତି। ଯେଉଁଠି କିଛି ବିପଦ ଆସିଲେ ସେ ପହଞ୍ଚି ଯାଆନ୍ତି। କେମିତି କେହି ହଇରାଣ ନ ହେଉ।
ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କନ୍ତପଡା ଗ୍ରାମପଞ୍ଚାୟତର ବେଲବଣିଆ ସାହିରେ ମଙ୍ଗଳବାର ଅପରାହ୍ନ ସମୟରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ହୋଇଥିଲା।ଯେଉଁଥିରେ ୭ଟି ପରିବାରର ୧୨ବଖରା ଘର ସହ ଆସବାବପତ୍ର ଓ ବହୁମୂଲ୍ୟ ସମ୍ପତ୍ତି ନଷ୍ଟ ହୋଇଯାଇଛି । ଖବର ପାଇବା ମାତ୍ରକେ ବିଧାୟକ ପାଇଲା ପରେ ଆଠମଲ୍ଲିକ ବିଧାୟକ ରମେଶ ସାଏ ତୁରନ୍ତ ସମ୍ପୁକ୍ତ ପରିବାରକୁ ଭେଟିଛନ୍ତି।ଏହାସହ ବିପନ୍ନଙ୍କୁ ଶୁଖିଲା ଖାଦ୍ୟ ଓ ବସ୍ତ୍ର ପ୍ରଦାନ କରିଛି । ତେବେ ସେମାନଙ୍କୁ କିପରି ଖୁବଶୀଘ୍ର ସରକାରୀ ସହୟତା ଯୋଗାଇଦେବାକୁ ତହସିଲଦାର,ବିଡିଓ ଓ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ମା ସାରଳା ଙ୍କ ପୀଠ ର ବିକାଶ ପାଇଁ ପ୍ରସ୍ତୁତ ହେବ ମାଷ୍ଟର ପ୍ଲାନ…
() ମୁଖ୍ୟମନ୍ତ୍ରୀ ଙ୍କ ସଚିବଙ୍କ ଝଙ୍କଡ଼ ଗସ୍ତ ।
ମା ସାରଳା ଙ୍କ ପୀଠ ର ବିକାଶ ପାଇଁ ମାଷ୍ଟର ପ୍ଲାନ ପ୍ରସ୍ତୁତ ହେବ।
{ } ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଙ୍କ ନିର୍ଦେଶ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଙ୍କ ସଚିବ (5T ) ଶ୍ରୀ ଭି କେ ପାଣ୍ଡିଆନ ଆଜି ପ୍ରତ୍ୟୁଷ ରେ ଜଗତସିଂହପୁର ର ଝଙ୍କଡ଼ ପୀଠ କୁ ଯାଇ ମା ସାରଳା ଙ୍କୁ ପୂଜାର୍ଚନା କରିଥିଲେ ଏବଂ ପୀଠ ର ବିକାଶ ସମ୍ପର୍କରେ ସେବାୟତ , ସ୍ଥାନୀୟ ଜନସାଧାରଣ ଓ ଜିଲ୍ଲା ପ୍ରଶାସନ ସହ ଆଲୋଚନା କରିଥିଲେ।ଝଙ୍କଡ଼ ଓଡ଼ିଶାର ଏକ ପ୍ରସିଦ୍ଧ ଶକ୍ତି ପୀଠ।ମା ସାରଳା ଙ୍କ ଆଶୀର୍ବାଦରୁ ଏହି ପୀଠରୁ ଆଦିକବି ସାରଳା ଦାସ ସାରଳା ମହାଭାରତ ରଚନା କରିଥିଲେ। ପ୍ରତିଦିନ ଏହି ପୀଠ କୁ ମା ଙ୍କ ଦର୍ଶନ ପାଇଁ ବିଭିନ୍ନ ସ୍ଥାନରୁ ଭକ୍ତ ମାନେ ଆସିଥାନ୍ତି। ତେଣୁ ଭକ୍ତ ମାନଙ୍କ ସୁବିଧା ପାଇଁ ପୀଠ ର ବିକାଶ ଜରୁରୀ ହୋଇ ପଡିଛି।
ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ଙ୍କ ସଚିବ ଶ୍ରୀ ପାଣ୍ଡିଆନ ପୀଠ ର ବିକାଶ ସମ୍ପର୍କ ରେ ସେବାୟତ, ଜନସାଧାରଣ ଓ ଜିଲ୍ଲା ପ୍ରଶାସନ ସହ ବିସ୍ତୃତ ଆଲୋଚନା କରିଥିଲେ । ପୀଠ ର ଆବଶ୍ୟକତା କୁ ଭିତ୍ତି କରି ବିକାଶ ପାଇଁ ତୁରନ୍ତ ଏକ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିବା ପାଇଁ ଜିଲ୍ଲା ପ୍ରଶାସନ କୁ ନିର୍ଦେଶ ଦେଇ ଥିଲେ।ମୁଖ୍ୟମନ୍ତ୍ରୀ ଙ୍କ ଅନୁମୋଦନ ପରେ 5Tmodel ରେ ଏହା କାର୍ଯ୍ୟକାରୀ କରାଯିବ ।ଏହି ପରିଦର୍ଶନ ସମୟରେ ଜଗତସିଂହପୁର ଜିଲ୍ଲାପାଳ ସୁଶ୍ରୀ ପାରୁଲ ପାଟୱାରୀ ଓ ଜିଲ୍ଲାର ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।
କାଲିଠାରୁ ୫ଦିନ ସ୍କୁଲ ବନ୍ଦ ….
() ରାଜ୍ୟରେ ଅତ୍ୟଧିକ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟସରକାର ଚଳିତ ଏପ୍ରିଲ ୨୬ ରୁ ୩୦ ତାରିଖ ପର୍ଯ୍ୟନ୍ତ ସାମୟିକ ଭାବରେ ଶ୍ରେଣୀଗୃହ ପାଠପଢା ବନ୍ଦ ରହିବ। ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନସ୍ଥ ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନଗୁଡିକ ପାଇଁ ଏହା ଲାଗୁ ହେବ।
ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ହେବନି ବିଜୁଳି କାଟ୍
() ରାଜ୍ୟର ସମସ୍ତ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଅନବରତ ବିଜୁଳି ଯୋଗାଣ କୁ ସୁନିଶ୍ଚିତ କରିବାକୁ ପାଇଁ ସମସ୍ତ ଡିସିକମ ମାନଙ୍କୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦେଶ । ଖରା ତାତି ବଢୁଥିବା ରୁ ଓ ପିଲାଙ୍କ ପରୀକ୍ଷା ଥିବାରୁ ବିଜୁଳି ଯୋଗାଣ କୁ ନିଶ୍ଚିତ କରିବା ପାଇଁ ନିର୍ଦେଶ ଦିଆଯାଇଛି ।ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଦ୍ୟୁତ ଚାହିଦା ବଢ଼ୁଛି । ପିକ ସମୟରେ 10 ପ୍ରତିଶତ ଅଧିକ ଚାହିଦା ରହୁଛି । ରାଜ୍ୟରେ ବର୍ତ୍ତମାନ ବିଜୁଳି ଯୋଗାଣରେ ଯେଉଁ ସମସ୍ୟା ରହିଛି ତାହା ସାମୁହିକ ସମସ୍ୟା । ଦିନ ସମୟରେ ବିଜୁଳି ଯୋଗାଣରେ ଯେପରି କୌଣସି ଅସୁବିଧା ନ ହେବ ସେ ନେଇ ଡ଼ିସକମ ମାନଙ୍କୁ ନିର୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ । ସମସ୍ତ ଆଇ ଆଇ ପି ବା ବିଦ୍ୟୁତ ଉତ୍ପାଦନ କାରୀ ସଂସ୍ଥା ମାନଙ୍କୁ କୋଇଲା ଯୋଗାଇ ଦେବା ପାଇଁ ନିର୍ଦେଶ ଦିଆଯାଇଛି ।
ନବନିର୍ବାଚିତ ମେୟର ଓ ପୌରାଧକ୍ଷ ମାନଙ୍କୁ ଲୋକସେବା ଭବନରେ ଭେଟିଲେ ମୁଖ୍ୟମନ୍ତ୍ରୀ…
{} ନବନିର୍ବାଚିତ ମେୟର ଓ ପୌରାଧକ୍ଷ ମାନଙ୍କୁ ଲୋକସେବା ଭବନରେ ଭେଟିଲେ ମୁଖ୍ୟମନ୍ତ୍ରୀ।
ଲୋକଙ୍କ ସାଥିରେ ରୁହ ଓ ଲୋକଙ୍କ ସମସ୍ୟା ସମାଧାନ ଉପରେ ଗୁରୁତ୍ୱ ଦେବାକୁ ମୁଖ୍ୟମନ୍ତ୍ରୀ ଙ୍କ ପରାମର୍ଶ।
ନିଜ ନିଜ ସହର କୁ ଶ୍ରେଷ୍ଠ କରିବା ପାଇଁ ନେତୃତ୍ୱ ନିଅ ମୁଖ୍ୟମନ୍ତ୍ରୀ।
() ନିଜ ନିଜ ସହର କୁ ଶ୍ରେଷ୍ଠ କରିବା ପାଇଁ ନେତୃତ୍ୱ ନେଇ ନିଷ୍ଠାର ସହ କାମ କର. ଲୋକଙ୍କ ସାଥିରେ ରୁହ ସେମାନଙ୍କ ସମସ୍ୟା ସମାଧାନ ପାଇଁ ନିଷ୍ଠାର ସହ କାମ କର. ଆଜି ଲୋକସେବା ଭବନରେ ନବନିର୍ବାଚିତ ମେୟର ଓ ପୌରାଧକ୍ଷ ମାନଙ୍କ ପାଇଁ ଆୟୋଜିତ ପୌର ଶାସନ ପ୍ରଣାଳୀ ଓ ଉନ୍ନୟନ ପଦ୍ଧତି ଶୀର୍ଷକ କର୍ମଶାଳା କୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଏହି ପରାମର୍ଶ ଦେଇଛନ୍ତି।ସହରାଞ୍ଚଳ ର ଉନ୍ନତି ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମ ଆଜି ଜାତୀୟ ଓ ଅନ୍ତର୍ଜାତୀୟ ସ୍ୱୀକୃତି ହାସଲ କରିଛି ବୋଲି ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜାଗା ମିଶନ ବିକାଶ ମୁଖି ଦେଶ ମାନଙ୍କ ପାଇଁ ଏକ ମଡେଲ ହୋଇଛି. ସେହିପରି ଟ୍ୟାପ ରୁ ବିଶୁଦ୍ଧ ପିଇବା ପାଣି ଯୋଗାଣ ସୁଜଳ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରିବାରେ ଓଡିଶା ସାରା ଦେଶରେ ଏକ ମାତ୍ର ରାଜ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।ଜାଗା ମିଶନ, ସୁଜଳ,ପରିମଳ ଓ ବର୍ଜ୍ୟ ବସ୍ତୁ ପରିଚାଳନା ମୁକ୍ତା ଯୋଜନା,ଆହାର ଏବଂ ସ୍ମାର୍ଟ LED Light ଆଦି ସରକାରଙ୍କflagship ପ୍ରୋଗ୍ରାମ ଉପରେ ମୁଖ୍ୟମନ୍ତ୍ରୀ ତାଙ୍କ ଭାଷଣରେ ଫୋକସ କରିଥିଲେ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବସ୍ତି ବିକାଶ ସମୟରେ ରାଜ୍ୟ ସରକାର ଜମି ଅପେକ୍ଷା ଲୋକଙ୍କୁ ଅଧିକ ଗୁରୁତ୍ୱ ଦେଇ ଜାଗା ମିଶନ ଆରମ୍ଭ କରିଛନ୍ତି ।ଏ ପର୍ଯ୍ୟନ୍ତ ଏକ ଲକ୍ଷ ପଚସ୍ତରୀ ହଜ଼ାର ପରିବାରକୁ bhumi ଅଧିକାର ଦିଆଯାଇଥିବାବେଳ 585 ବସ୍ତିକୁ ଆଦର୍ଶ ବସ୍ତି ରେ ପରିଣତ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇ ଥିଲେ । ସେହିପରି
ସୁଜଳ କାର୍ଯ୍ୟକ୍ରମ ରେ ପୁରୀରେ ଟ୍ୟାପ ରୁ ବିଶୁଦ୍ଧ ପିଇବା ପାଣି ମିଳୁଥିବା ବେଳ ରାଜ୍ୟର କୋଡିଏ ଟି ସହରରେ ଏଥିପାଇଁ କାମ ଚାଲିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ।ସେହିପରି କୋଭିଡ ସମୟରେ ସହରର ଗରିବ ଲୋକ ଓ migrant labourer ମାନଙ୍କ ପାଇଁ ଆରମ୍ଭ ହୋଇ ଥିବା ମୁକ୍ତା ଯୋଜନା ଜାରି ରହିବ ଓ ଏଥିପାଇଁ ବଜେଟରେ 500କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ମିଶନ ଶକ୍ତି ଓ slum development association ଜରିଆରେ ଚାଲିଥିବା ଏହି କାର୍ଯ୍ୟକ୍ରମ ବେଶ ଲୋକପ୍ରିୟ ବୋଲି ମୁଖ୍ୟମନ୍ତ୍ରୀ
କହି ଥିଲେ।ପରିମଳ ସବୁଠାରୁ ଗୁରୁତ୍ୱ ପୂର୍ଣ୍ଣ ବୋଲି ମତ ଦେଇ ସ୍ୱଚ୍ଛତା ଓ ବର୍ଜ୍ୟ ବସ୍ତୁ ପରିଚାଳନା ଉପରେ ଅଧିକ ଗୁରୁତ୍ୱ ଦେଇ କାମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।ଚଳିତ ପୌର ନିର୍ବାଚନ ରେ ମା ମାନେ bahu ସଂଖ୍ୟା ରେ ଭାଗ ନେଇ ବିଜୟୀ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଆନନ୍ଦ ପ୍ରକାଶ କରିବା ସହ ସେମାନଙ୍କୁ ବିଶେଷ ଅଭିନନ୍ଦନ ଜଣାଇଥିଲେ ଓ ଭଲ କାମ କରି ଲୋକଙ୍କ ଆସ୍ଥା ଜାରି ରଖିବାକୁ ପରାମର୍ଶ ଦେଇଥିଲେ।ସହରାଞ୍ଚଳ ବିକାଶରେ ଆସିଥିବା ରୂପାନ୍ତର ରେ 5T principle ର ଗୁରୁତ୍ୱ ପୂର୍ଣ୍ଣ ଭୂମିକା ଥିବାରୁ ପ୍ରତ୍ୟେକ ସ୍ତରରେ 5T principle କୁ ନିଷ୍ଠାର ସହ କାର୍ଯ୍ୟକାରୀ କରି ଲୋକଙ୍କୁ ଉତ୍ତମ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ.ନୂଆ ନେତୃତ୍ୱ ଓ ନୂଆ ପରିଚାଳନା କୌଶଳ ପୌର ସେବାକୁ ନୂତନ ଶିଖରରେ ପହଞ୍ଚାଇବାରେ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ।କର୍ମଶାଳାରେ ଉଦବୋଧନ ଦେଇ ନଗର ଉନ୍ନୟନ ପଞ୍ଚାୟତି ରାଜ ଓ ଆଇନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା ରାଜ୍ୟ ସରକାରଙ୍କ ବିଭିନ୍ନ ସହରାଞ୍ଚଳ ବିକାଶ କାର୍ଯ୍ୟକ୍ରମକୁ ସଫଳ ଭାବରେ କାର୍ଯ୍ୟକାରି କରିବା ଦିଗରେ ନିଷ୍ଠାପର ଉଦ୍ୟମ ଜାରି ରଖିବା ପାଇଁ ପରାମର୍ଶ ଦେଇଥିଲେ।
ଏହି କାର୍ଯ୍ୟକ୍ରମ ରେ ମୁଖ୍ୟଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର , ନଗର ଉନ୍ନୟନ ବିଭାଗ ର ପ୍ରମୁଖ ସଚିବ ଶ୍ରୀ ଜି ମାଥି ଭାତ ନାନ ଓ ପୌର ନିର୍ଦେଶକ ଶ୍ରୀ ସଂଗ୍ରାମଜୀତ ନାୟକ ପ୍ରମୁଖ ଯୋଗ ଦେଇଥିଲେ।
ଆଣ୍ଠୁଗଣ୍ଠି ବାତ ଓ ରୋଗ ପ୍ରତିରୋଧକ ଶକ୍ତି ଜନିତ ସମସ୍ୟା ଶିଶୁ ମାନଙ୍କ କ୍ଷେତ୍ରରେ ଅଧିକ: ପ୍ରଫେସର ସିଂ…
() ଶିଶୁମାନେ ଅଧିକ ଆଣ୍ଠୁଗଣ୍ଠି ଜନିତ ରୋଗର ଶିକାର ହେଉଛନ୍ତି | ଠିକ ସମୟରେ ରୋଗର ଚି଼ହ୍ନଟ, ପରୀକ୍ଷଣ ଓ ଚିକିତ୍ସା ଦ୍ୱାରା ହିଁ ଶିଶୁ ମାନଙ୍କୁ ଏଭଳି ସମସ୍ୟାରୁ ଦୁରେଇ ରଖି ହେବ ବୋଲି ମତଵ୍ୟକ୍ତ କରିଛନ୍ତି ଚଣ୍ଡିଗଡ ସ୍ଥିତ ପୋଷ୍ଟ ଗ୍ରାଜୁଏଟ ଇନ୍ଷ୍ଟିଚ୍ୟୁଟ ଅଫ ମେଡିକାଲ ରିସର୍ଚ୍ଚ (ପିଜିଆଇଏମଆର) ର ନିର୍ଦେଶକ ପ୍ରଫେସର ସୁରଜିତ ସିଂ|ଆଇଏମଏସ ଆଣ୍ଡ ସମ ହସ୍ପିଟାଲ ରେ ଇଣ୍ଡିଆନ ରିଉମାଟୋଲୋଜି ଆସୋସିଏସନ, ଓଡିଶା ଶାଖା, ପକ୍ଷରୁ ଆୟୋଜିତ ୧୩ତମ ସମ୍ମିଳନୀ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରଫେସର ସିଂ ଏହି ମତ ଦେଇଛନ୍ତି। ଶିକ୍ଷା ଓ ଅନୁସନ୍ଧାନ (ସୋଆ ) ପରିଚାଳିତ ଆଇଏମଏସ ଆଣ୍ଡ ସମ ହସ୍ପିଟାଲର ଇମ୍ମ୍ୟୁନୋଲୋଜି ଆଣ୍ଡ ରିଉମାଟୋଲୋଜି ବିଭାଗ ଆନୁକୂଲ୍ୟରେ ଆୟୋଜିତ ଏହି ଦୁଇ ଦିନିଆ ସମ୍ମିଳନୀରେ ବରିଷ୍ଠ ଡାକ୍ତର, ତଥା ଏସସିବି ମେଡିକାଲ କଲେଜ ର ରିଉମାଟୋଲୋଜି ବିଭାଗର ମୁଖ୍ୟ ପ୍ରଫେସର ବିଦ୍ୟୁତ କୁମାର ଦାସ ଯୋଗଦେଇ ଶିଶୁ ମାନଙ୍କ କ୍ଷେତ୍ରରେ ଆଣ୍ଠୁଗଣ୍ଠି ଜନିତ ସମସ୍ୟାକୁ ନେଇ ଉଦବେଗ ପ୍ରକାଶ କରିଥିଲେ |ସାରା ଭାରତରେ ମାତ୍ର ୧୦ ଟି ସରକାରୀ ମେଡିକାଲ କଲେଜରେ ରିଉମାଟୋଲୋଜି ବିଭାଗ ରହିଥିବା ବେଳେ ପେଡିଆଟ୍ରିକ ରିଉମାଟୋଲୋଜି ନିମନ୍ତେ କେବଳ ପିଜିଆଇ ଚଣ୍ଡିଗଡ ରେ ଏହ। ରହିଛି | ତେଣୁ ଆଣ୍ଠୁଗଣ୍ଠି ଜନିତ ଚିକିତ୍ସା ନିମନ୍ତେ ଅଧିକ ସରକାରୀ ମେଡିକାଲ କଲେଜ ଗୁଡିକରେ ରିଉମାଟୋଲୋଜି ବିଭାଗ ଖୋଲିବାର ଆବଶ୍ୟକତା ରହିଛି ବୋଲି ସମ୍ମିଳନୀର ସାଇଣ୍ଟିଫିକ ଚେଆରପର୍ସନ ପ୍ରଫେସର ଦାସ କହିଥିଲେ |କୋଭିଡ ମହାମାରୀ ଏହି ରୋଗରେ ପୀଡିତ ରୋଗୀଙ୍କ କଷ୍ଟକୁ ବହୁଗୁଣିତ କରିଛି ବୋଲି ସେ କହିଥଲେ |ଏହି ସମ୍ମିଳନୀ ରେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ସୋଆ ର ଉପକୁଳପତି ତଥା ଆଇଏମଏସ ଆଣ୍ଡ ସମ ହସ୍ପିଟାଲ ର ଡିନ ପ୍ରଫେସର ଗଙ୍ଗାଧର ସାହୁ ଆଧୁନିକ ଜୀବନଶୈଳୀ ରେ ପରିବର୍ତ୍ତନ ଦ୍ୱାରା ହିଁ ଏହି ରୋଗର ନିୟନ୍ତ୍ରଣ କରିହେବ ବୋଲି କହିଥିଲେ |ସେହିପରି ଆଇଏମଏସ ଆଣ୍ଡ ସମ ହସ୍ପିଟାଲ ର ଇମ୍ମ୍ୟୁନୋଲଜି ଆଣ୍ଡ ରିଉମାଟୋଲୋଜି ବିଭାଗର ମୁଖ୍ୟ ତଥା ସମ୍ମିଳନୀ ର ଅରଗାନାଇସିଙ୍ଗ ସେକ୍ରେଟାରୀ ପ୍ରଫେସର ପ୍ରଦୀପ୍ତ ଶେଖର ପାତ୍ରୋ ରୋଗର ପରୀକ୍ଷଣ, ଓ ଚିକିତ୍ସା ଉପରେ ଗୁରୁତ୍ବ ଦେଇଥିଲେ | ଲୋକମାନେ ଏହି ରୋଗକୁ ନେଇ ସଚେତନ ହେବା ଆବଶ୍ୟକ ବୋଲି ସେ କହିଥିଲେ |
ଏହି ସମ୍ମିଳନୀ ର ଉଦଘାଟନୀ କାର୍ଯ୍ୟକ୍ରମରେ ଆଇଅରଏ ର ଓଡିଶା ଶାଖାର ସଭାପତି ଡ଼ଃ ବିଜୟ କୁମାର ମିଶ୍ର ସ୍ୱାଗତ ଭାଷଣ ଦେଇ ଥିବା ବେଳେ ସଚିବ ଡାକ୍ତର ମନୋରଞ୍ଜନ ବେହେରା ବାର୍ଷିକ ବିବରଣୀ ପ୍ରଦାନ କରିଥିଲେ | ଶେଷରେ ପ୍ରଫେସର ପାତ୍ରୋ ଧନ୍ୟବାଦ ଅର୍ପଣ କରିଥିଲେ | ସାରା ଦେଶରୁ ଅନେକ ବିଶେଷଜ୍ଞ ଏହି ସମ୍ମିଳନୀ ରେ ଯୋଗ ଦେଇଥିଲେ |ଏହି ଦୁଇ ଦିନିଆ ସମ୍ମିଳନୀ କୁ ପ୍ରଫେସର ପାତ୍ରୋ ପରିଚାଳନା କରିଥିଲେ |ଏହି ଅବସରରେ ଶୋଭେନିୟର ଏଡିଟର ପ୍ରଫେସର ରୀନା ତ୍ରିପାଠୀ ମଧ୍ୟ ଉପସ୍ଥିତ ଥିଲେ |
ଇଣ୍ଡିଆ ଫେଡେରେସନ୍ ଅଫ୍ ଟାକ୍ସ ପ୍ରାକ୍ଟିସନର୍ ଦ୍ୱାରା ଭୁବନେଶ୍ୱର ଟାକ୍ସ କନଫରେନ୍ସ ଆୟୋଜିତ
() ଅଲ୍ ଇଣ୍ଡିଆ ଫେଡେରେସନ୍ ଅଫ୍ ଟାକ୍ସ ପ୍ରାକ୍ଟିସନର୍ (ଇଷ୍ଟ ଜୋନ୍) ଦ୍ୱାରା ନିକଟରେ ସ୍ଥାନୀୟ ହୋଟେଲ୍ ଏକ୍ସଲେନ୍ସି ଦ୍ୱାରା ଭୁବନେଶ୍ୱର ଟାକ୍ସ କନଫରେନ୍ସ ଆୟୋଜିତ ହୋଇଯାଇଛି । ଏହି କନ୍ଫରେନ୍ସରେ ଚାଟାର୍ଡ ଆକାଉଂଟାଂଟ ଶ୍ରୀ ଏସ୍.ସି. ଭଦ୍ର ଅଧ୍ୟକ୍ଷ ଥିବା ବେଳେ ଆଡ୍ଭୋକେଟ ଶ୍ରୀ ଦିଲ୍ଲୀପ କୁମାର ମହାନ୍ତି ସହ ଅଧ୍ୟକ୍ଷ , ଆଡ୍ଭୋକେଟ୍ ଶ୍ରୀ ସୁଧାଂଶୁ ଏସ୍. ଦାସ ସମ୍ମିଳନୀ ସଚିବ ଓ ଆଡ୍ଭୋକେଟ୍ ପ୍ରଦୋଷ ପଟ୍ଟନାୟକ ସଂଯୋଜକ ଭାବେ ଦାୟିତ୍ୱ ତୁଲାଇଥିଲେ । ସମ୍ମିଳନୀର ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଶ୍ରୀ ଭଦ୍ର ଅଧ୍ୟକ୍ଷତା କରିଥିବା ବେଳେ ଏଆଇଏଫ୍ଟିପିର ଜାତୀୟ ସଭାପତି ଶ୍ରୀ ଡି.କେ. ଗାନ୍ଧି ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ସେହିପରି ଏଆଇଏଫିଟିପିର ଉପସଭାପତି ଶ୍ରୀ ପଙ୍କଜ ଘିୟା, ସାଧାରଣ ସମ୍ପାଦକ ସିଏ ଜମୁନା ଶୁକ୍ଲା, ପୂର୍ବାଂଚଳର ଜାତୀୟ ଉପସଭାପତି ଶ୍ରୀ ଆନନ୍ଦ ପସାରୀ, ଜାତୀୟ ଯୁଗ୍ମ ସଂପାଦକ ଶ୍ରୀ ବିବେକ ଅଗ୍ରୱାଲ୍ ଏବଂ ପୂର୍ବାଂଚଳର ଅଧ୍ୟକ୍ଷ ଶ୍ରୀ ସଞ୍ଜୀବ ଅନ୍ୱର ଉପସ୍ଥିତ ଥିଲେ । ଏହି ଅବସରରେ ଜିଏସ୍ଟି ଏବଂ ଆୟକର ସମ୍ବନ୍ଧୀୟ ଦୁଇଟି ଟେକ୍ନିକାଲ୍ ସେସନ୍ ଅନୁଷ୍ଠିତ ହୋଇଥିଲା । ଆୟକର ସେସନ୍ର ପ୍ରସଙ୍ଗ ଥିଲା “ପ୍ରେଜେଂଟ ସିନାରିଓ ଅଣ୍ଡର ସେକ୍ସନ୍ ୧୪୮ ଆଣ୍ଡ ୧୪୮ ଏ ଅଫ୍ ଇନ୍କମ୍ ଟାକ୍ସ ଆକ୍ଟ ୧୯୬୧ ଆଣ୍ଡ ଇଟ୍ସ୍ ଇମ୍ପିଲିକେସନ୍ ଆଫ୍ଟର ରିସେଂଟ ହାଇ କୋର୍ଟ ଜଜ୍ମେଂଟ୍ସ” । ସେହିପରି ଜିଏସ୍ଟି ସେସନ୍ର ପ୍ରସଙ୍ଗ ଥିଲା “ଡ୍ରାକୋନିଆନ୍ ପ୍ରୋଭିଜନ୍ ଅଫ୍ ଆଟାଚ୍ମେଂଟ ଅଣ୍ଡର ଜିଏସ୍ଟି ଆଣ୍ଡ ଇଟ୍ସ ରିମେଡିସ୍” ।
ଆଡଭୋକେଟ୍ ଶ୍ରୀ ପଙ୍କଜ ଘିୟା ଜିଏସ୍ଟି ସେସନ୍ ଅଧ୍ୟକ୍ଷ ଭାବେ ଦାୟିତ୍ୱ ତୁଲାଇଥିବା ବେଳେ ଏଆଇଏଫ୍ଟିପିର ପାଷ୍ଟ ପ୍ରେସିଡେଂଟ ବରିଷ୍ଠ ଆଡଭୋକେଟ୍ ପ୍ରେମଲତା ବଂଶଲ୍ ଆଇଟି ଟେକ୍ନିକାଲ୍ ସେସନ୍ର ଅଧ୍ୟକ୍ଷ ଥିଲେ । ଏହି କାର୍ଯ୍ୟକ୍ରମରେ ଦିଲ୍ଲୀର ଆଡଭୋକେଟ ବିକ୍ରମ ଚାୱଲା ଏବଂ ବାରଣାସୀର ଆଡଭୋକେଟ୍ ଆନନ୍ଦ ପାଣ୍ଡେ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇଥିଲେ ।ଅନ୍ୟମାନଙ୍କ ମଧ୍ୟରେ ଇଷ୍ଟ ଜୋନ୍ର ଉପାଧ୍ୟକ୍ଷ, ସାଧାରଣ ସମ୍ପାଦକ, ସମ୍ମିଳନୀ ସଚିବ, ସଂଯୋଜକ, ଜାତୀୟ କୋଷାଧ୍ୟକ୍ଷ, ଯୁଗ୍ମ ସଚିବ, ଜୋନାଲ୍ କୋଷାଧ୍ୟକ୍ଷ, ଏଆଇଏଫ୍ଟିପିର ବରିଷ୍ଠ ସଦସ୍ୟ ପ୍ରମୁଖ ଯୋଗ ଦେଇଥିଲେ । ଆଡଭୋକେଟ ଶ୍ରୀ ବିଜୟ କୃଷ୍ଣ ମହାନ୍ତି, ପାଷ୍ଟ ପ୍ରେସିଡେଂଟ ଆଡ୍ଭୋକେଟ୍ ପ୍ରେମଲତା ବଂଶଲ୍, ଶ୍ରୀ ବିମଳ ନନ୍ଦନ ମହାପାତ୍ର, ଶ୍ରୀ ଏସ୍.ଏନ୍. ସାହୁ, ପୂର୍ବାଂଚଳର ଗତ ଥରର ପାଷ୍ଟ ଚେୟାରମ୍ୟାନ୍ ଶ୍ରୀ ବିବେକ ମହାନ୍ତି ଏବଂ ଓଡ଼ିଶାର ବିଭିନ୍ନ ପ୍ରାନ୍ତ ଓ ଭାରତର ବିଭିନ୍ନ ଅଂଚଳର ପ୍ରତିନିଧି ମାନେ ଏହି କାର୍ଯ୍ୟକ୍ରମରେ ସାମିଲ୍ ହୋଇଥିଲେ ।