() କୋଭିଡ ସଂକ୍ରମଣ ସାମନ୍ୟ ଉପର ମୁହାଁ ହେବା ପ୍ରସଙ୍ଗ । ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ରଙ୍କ ପ୍ରତିକ୍ରିୟା ଶେଷ 7 ଦିନ ଭିତରେ ଦୁଇ ଅଙ୍କ ଭିତରେ ରହୁଛି ରାଜ୍ୟର ସଂକ୍ରମଣ । ଆଜି ସାମାନ୍ୟ ବଢିଛି । ଦେଶର ବିଭିନ୍ନ ରାଜ୍ୟରେ ଯେଉଁ ଭଳି ସଂକ୍ରମଣ ବଢୁଛି ତେଣୁ ତାକୁ ଦେଖି ଆମକୁ ସତର୍କତା ମୂଳକ ପଦକ୍ଷେପ ନେବାକୁ ପଡ଼ିବ । ବିଭାଗ ପକ୍ଷରୁ ଯେଉଁଭଳି ସର୍ଭିଲାନ୍ସ ଚାଲିବ କଥା ଚାଲିଛି । ଟେଷ୍ଟିଂ ଚାଲିଛି ତାକୁ ବଢ଼େଇବା ପାଇଁ କୁହାଯାଇଛି । ଲୋକ ମାନଙ୍କୁ ଆମେ ଅପିଲ କରୁଛୁ ଯେଉଁ ମାନଙ୍କର ଲକ୍ଷଣ ଦେଖା ଯାଉଛି ସେମାନେ ତୁରନ୍ତ ପରୀକ୍ଷା କରାଇ ନିଅନ୍ତୁ । ଭିଡ଼ କୁ ଯାଆନ୍ତୁ ନାହିଁ କି ଭିଡ଼ କରନ୍ତୁ ନାହିଁ । ମାକ୍ସ ପିନ୍ଧନ୍ତୁ । ଲୋକମାନେ ସ୍ୱତ ପ୍ରବୃତ୍ତି ଭାବେ ଆଗକୁ ଆସି ତେଷ୍ଟିଂ କରାଇ ନିଅନ୍ତୁ । ଅଳ୍ପ ବଢିଲେ ବି ତାକୁ ଅଣଦେଖା କରିବାନି । ସତର୍କ ରହିବାକୁ ହେବ । ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ଏ ଭିତରେ ଦୁଇ ତିନି ଥର ସମୀକ୍ଷା ନିଆ ଯିବା ସହ ଜିଲ୍ଲାପାଳ ମାନଙ୍କୁ ସଂକ୍ରମଣ ଉପରେ ସ୍ୱତନ୍ତ୍ର ନଜର ରଖିବାକୁ ନିର୍ଦେଶ ଦିଆଯାଇଛି । କୋଭିଡ ସମେତ ସମସ୍ତ ରୋଗ କୁ ଚିହ୍ନଟ କରିବା ପାଇଁ ଘରକୁ ଘର ବୁଲି ସର୍ଭେ କରିବା ପାଇଁ ଜିଲ୍ଲାପାଳ ମାନଙ୍କୁ ନିର୍ଦେଶ ଦିଆଯାଇଛି । ଜୁନ 21 ରୁ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ସର୍ଭିଲାନ୍ସ ଚାଲିବ । ସ୍ୱାସ୍ଥ୍ୟ କର୍ମୀ ମାନେ ଘର କୁ ଘର ବୁଲି ସର୍ଭେ କରିବେ ।
ରେମୁଣାରେ ଇମାମୀ-କିସ୍ ଆବାସିକ ବିଦ୍ୟାଳୟର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ…
() ରେମୁଣାରେ ଇମାମୀ-କିସ୍ ଆବାସିକ ବିଦ୍ୟାଳୟର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ର।
୧୨୦୦ ଗରିବ ପିଲା ସିବିଏସ୍ଇ ମାଧ୍ୟମରେ ବିନା ମୂଲ୍ୟରେ ଶିକ୍ଷାଲାଭ କରିବେ।
ଗୁଣାତ୍ମକ ଶିକ୍ଷା କ୍ଷେତ୍ରରେ ଆମର ଉଦ୍ୟମକୁ ଏହା ଆହୁରି ଶକ୍ତିଶାଳୀ କରିବ – ମୁଖ୍ୟମନ୍ତ୍ରୀ।
{} ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ବାଲେଶ୍ବର ଜିଲ୍ଲାର ରେମୁଣାସ୍ଥିତ ଅରମଳାଠାରେ ଇମାମୀ ଓ କଳିଙ୍ଗ ଇନ୍ଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନ୍ସ ପକ୍ଷରୁ ନିର୍ମିତ ଏକ ବିଦ୍ୟାଳୟକୁ ଉଦ୍ଘାଟନ କରିଛନ୍ତି। ୧୨ ଏକର ଜମିରେ ନିର୍ମିତ ଏହି ସ୍କୁଲ ପାଇଁ ୫୦ କୋଟି ଟଙ୍କା ବିନିଯୋଗ ହୋଇଥିବା ବେଳେ କିସ୍ ପକ୍ଷରୁ ୩୬ କୋଟି ଓ ଇମାମୀ ପକ୍ଷରୁ ୧୪ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି।ଏହି ଅବସରରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଏହିଭଳି ଉଦ୍ୟମ ଗୁଣାତ୍ମକ ଶିକ୍ଷା ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମକୁ ଆହୁରି ଶକ୍ତିଶାଳୀ କରିବ। ଇମାମୀ ଓ କିସ୍ର ଏହି ଉଦ୍ୟମ ପାଇଁ ଧନ୍ୟବାଦ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ କିସ୍ ପକ୍ଷରୁ ଭୁବନେଶ୍ବର, ମୟୁରଭଂଜ ଓ ବଲାଙ୍ଗୀର ଭଳି ଅନେକ ସ୍ଥାନରେ ବିଦ୍ୟାଳୟ ପ୍ରତିଷ୍ଠା କରାଯାଇଥିବା ବେଳେ ରାଜ୍ୟର ୩୦ଟି ଯାକ ଜିଲ୍ଲାରେ ଏହିଭଳି ବିଦ୍ୟାଳୟ ଖୋଲାଯିବାର ଲକ୍ଷ୍ୟ ରହିଥିବା ଖୁସିର କଥା।ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶିକ୍ଷା ହିଁ ରୂପାନ୍ତରର ସବୁଠାରୁ ଶକ୍ତିଶାଳୀ ମାଧ୍ୟମ। ଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ ପରିବର୍ତ୍ତନ ଆଣିଥାଏ। ଏଥିରେ ୧୨୦୦ ଗରିବ ପିଲା ମାଗଣାରେ ପାଠ ପଢିବାର ବ୍ୟବସ୍ଥା ହୋଇଥିବାରୁ ଏଥିପାଇଁ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରିଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାର ଶିକ୍ଷା ଉପରେ ସବୁଠାରୁ ଅଧିକ ଗୁରୁତ୍ବ ଦେଇଛନ୍ତି। ୫-ଟି ଉପକ୍ରମରେ ବିଦ୍ୟାଳୟ ରୂପାନ୍ତରଣକୁ ସର୍ବାଧିକ ଗୁରୁତ୍ବ ଦିଆଯାଇଛି। ସାରା ରାଜ୍ୟରେ ବର୍ତ୍ତମାନ ପାଖାପାଖି ୪୦୦୦ ରୂପାନ୍ତରିତ ହାଇସ୍କୁଲ ପ୍ରତିଷ୍ଠା ହୋଇସାରିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହିସବୁ ସ୍କୁଲରେ ହୋଇଥିବା ସୁବିଧା ଓ ଭିତ୍ତିଭୂମି ପଲାଙ୍କ ଭିତରେ ପାଠ ପ୍ରତି ବହୁତ ଉତ୍ସାହ ଓ ଆଗ୍ରହ ସୃଷ୍ଟି କରିଛି । ପିଲାଙ୍କ ମନରେ ଭବିଷ୍ୟତ ପାଇଁ ଦୃଢ ସଂକଳ୍ପ ସୃଷ୍ଟି କରିଛି ବୋଲି ସେ କହିଥିଲେ ।ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ପର୍ଯ୍ୟଟନ, ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ଅଶ୍ବିନୀ ପାତ୍ର ରାଜ୍ୟରେ ଶିକ୍ଷାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମକୁ ପ୍ରଶଂସା କରିବା ସହିତ ବାଲେଶ୍ବରରେ ଇମାମୀ ଓ କିସ୍ର ଉଦ୍ୟମରେ ନବନିର୍ମିତ ସ୍କୁଲ ପାଇଁ ଧନ୍ୟବାଦ ଦେଇଥିଲେ ।ଏହି ଅବସରରେ ସାଂସଦ ଶ୍ରୀ ପ୍ରତାପ ଷଡଙ୍ଗୀ, ରେମୁଣା ବିଧାୟକ ଶ୍ରୀ ସୁଧାଂଶୁ ପରିଡା ପ୍ରମୁଖ ବକ୍ତବ୍ୟ ରଖି ଏହାଦ୍ବାରା ବାଲେଶ୍ବରରେ ଜନଜାତି ପିଲାମାନଙ୍କ ମଧ୍ୟରେ ଶିକ୍ଷାର ପ୍ରସାରରେ ସହାୟକ ହେବ ବୋଲି ଆଶାପ୍ରକାଶ କରିଥିଲେ ।
ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ।କିଟ୍ ଓ କିସ୍ର ସଂସ୍ଥାପକ ତଥା ସାଂସଦ ଡଃ ଅଚ୍ୟୁତ ସାମନ୍ତ ସ୍ବାଗତ ଭାଷଣ ଦେଇ ଦୁର୍ବଳ ଶ୍ରେଣୀର ପିଲାଙ୍କ ମଧ୍ୟରେ ଶିକ୍ଷାର ପ୍ରସାର ପାଇଁ କିସ୍ର ପଦକ୍ଷେପ ଉପରେ ଆଲୋକପାତ କରିଥିଲେ। ବାଲେଶ୍ବର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।
ବସିଲା ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ…
() ବାଚସ୍ପତି ନିର୍ବାଚନ ପାଇଁ ବସିଲା ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ । ବିକ୍ରମ କେଶରୀ ଆରୁଖ ଙ୍କୁ ବାଚସ୍ପତି କରିବା ପାଇଁ ମୋସନ ଆଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉପ ବାଚସ୍ପତିଙ୍କ ନିର୍ଦେଶ ଅନୁଯାୟୀ ମୁଖ୍ୟମନ୍ତ୍ରୀ ବିକ୍ରମ ଆରୁଖ ଙ୍କ ଉପରେ ବିବୃତି ରଖିଲେ । ଭଞ୍ଜନଗର ର 6 ଥର ବିଧାୟକ ହେଉଛନ୍ତି ବିକ୍ରମ କେଶରୀ ଆରଖୁ । ସଂସଦୀୟ ବ୍ୟାପାର ମନ୍ତ୍ରୀ ଏହି ପ୍ରସ୍ତାଵକୁ ସମର୍ଥନ ଦେଲେ । ବାଚନୀକ ଭୋଟ ପରେ ବିକ୍ରମ ଆରଖୁ ଙ୍କୁ ବାଚସ୍ପତି ଭାବେ ଘୋଷଣା କଲେ ଉପ ବାଚସ୍ପତି ରଜନୀ କାନ୍ତ ସିଂ ।
ବିଦ୍ୟାଳୟମାନଙ୍କରେ ଏବେ ଖରାଛୁଟି ଚାଲିଛି…
() ରାଜ୍ୟରେ ବିଦ୍ୟାଳୟରେ ଏବେ ଖରାଛୁଟି ଚାଲିଛି। ଖରାଛୁଟି ସରିବା ପରେ କିଭଳି ଭାବେ ବିଦ୍ୟାଳୟରେ ପାଠ ପଢାଯିବ ସେନେଇ ଓଡ଼ିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣ(ଓସେପା) ପକ୍ଷରୁ ନିୟମାବଳୀ ଜାରି କରାଯାଇଛି। ଏନେଇ ସମସ୍ତ ଜିଲା ଶିକ୍ଷା ଅଧିକାରୀ(ଡିଇଓ) ଓ ଜିଲା ପ୍ରକଳ୍ପ ସଂଯୋଜକ(ଡିପିସି)ଙ୍କୁ ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦେଶକ ଅନୁପମ ଶାହା ଚିଠି ଲେଖିଛନ୍ତି। ଚିଠିରେ ଉଲ୍ଲେଖ କରିଛନ୍ତି ଯେ ଖରାଛୁଟି ସରିବା ପରେ ନୂଆ ଶିକ୍ଷାବର୍ଷ ଆରମ୍ଭ ହେବ। ଠିକଣା ଢଙ୍ଗରେ ଶିକ୍ଷାଦାନ ଆରମ୍ଭ କରିବାକୁ ନିୟମାବଳୀ ଦିଆଯାଇଛି। ଶତପ୍ରତିଶତ ପାଠ୍ୟଖସଡ଼ା ସାରିବା ଦିଗରେ ପଦକ୍ଷେପ ନେବାକୁ ସମସ୍ତ ଡିଇଓଙ୍କୁ ନିର୍ଦେଶ ଦିଆଯାଇଛି। ସବୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସମସ୍ତ ଶିକ୍ଷକଙ୍କ ସହ ପାଠ୍ୟକ୍ରମ, ପାଠ ପଢା ସମୟ ସମ୍ବନ୍ଧରେ ଆଲୋଚନା କରିବେ। କିଭଳି ଭାବେ ସଠିକ୍ ଭାବେ ବିଦ୍ୟାର୍ଥୀ ଶିକ୍ଷା ପାଇବେ ସେ ଦିଗରେ ଯୋଜନା ପ୍ରସ୍ତୁତ କରିବେ। କରୋନା କାଳରେ କ୍ଷତି ଭରଣା ପାଇଁ ପ୍ରସ୍ତୁତ ହୋଇଥିବା ପୁସ୍ତକ ସହ ପାଠ୍ୟକ୍ରମର ପୁସ୍ତକ ପଠାଯିବ। ସବୁ ବିଦ୍ୟାର୍ଥୀ ଯେଭଳି ଦୁଇ ପ୍ରକାର ପୁସ୍ତକ ପାଇବେ ସେ ଦିଗରେ ପ୍ରଧାନଶିକ୍ଷକ ଧ୍ୟାନ ଦେବେ। ଶ୍ରେଣୀ ଓ ବିଷୟଭିତ୍ତିକ ପାଠପଢା ସମୟ ସାରଣୀ ପ୍ରତି ଶ୍ରେଣୀଗୃହରେ ବିଦ୍ୟାର୍ଥୀଙ୍କ ପାଇଁ ଲଗାଯିବ। ଛାତ୍ରଛାତ୍ରୀଙ୍କ ଦକ୍ଷତା ଯାଞ୍ଚ ପରେ ଖରାପ ପ୍ରଦର୍ଶନ କରିଥିବା ଛାତ୍ରଛାତ୍ରୀଙ୍କ ଦକ୍ଷତା ବୃଦ୍ଧି ପାଇଁ ଶିକ୍ଷାନୁଷ୍ଠାନ ପକ୍ଷରୁ ପ୍ରୟାସ କରାଯିବ। ସେମାନଙ୍କୁ ପୃଥକ ଭାବେ ଅତିରିକ୍ତ ପାଠ ପଢାଯିବା ସହ ନିୟମିତ ପାଠ ମଧ୍ୟ ପ୍ରଦାନ କରାଯିବ।
ଶିକ୍ଷକମାନେ ପାଠପଢାରେ ହୋଇଥିବା କ୍ଷତି ଭରଣା ପାଇଁ ସ୍ବତନ୍ତ୍ର ଯୋଜନା କରିବେ। ସିଆରସିସି ମାନେ ନିଜ କ୍ଲଷ୍ଟରରେ ପାଠପଢା ଉପରେ ତୀକ୍ଷଣ ନଜର ରଖିବା ସହ ରୀତିମତ ଯାଞ୍ଚ କରିବେ। ଛାତ୍ରଛାତ୍ରୀଙ୍କ ସୁରକ୍ଷା ଓ ନିରାପତ୍ତାକୁ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ ପ୍ରାଥମିକତା ଦେବେ। ବିଦ୍ୟାର୍ଥୀଙ୍କ ଉପଯୋଗୀ ପରିବେଶ ବିଦ୍ୟାଳୟରେ ସୃଷ୍ଟି କରାଯିବ। ଶିକ୍ଷକଶିକ୍ଷୟିତ୍ରୀ ଠିକ୍ ଭାବେ ପଢାଉଛନ୍ତି କି ନାହିଁ ସେ ଦିଗରେ ପ୍ରଧାନଶିକ୍ଷକ ଧ୍ୟାନ ଦେବେ। ଶିକ୍ଷକଙ୍କ ପାଠପଢା ତଥ୍ୟ ବିଦ୍ୟାଳୟରେ ସ୍ବତନ୍ତ୍ର ରେଜିଷ୍ଟରରେ ଉଲ୍ଲେଖ ରହିବ। ପ୍ରତି ପାଠ୍ୟକ୍ରମର ବିଷୟଗତ ନୋଟ ପିଲାଙ୍କ ପ୍ରଦାନ ପୂର୍ବରୁ ପ୍ରଧାନଶିକ୍ଷକ ତାକୁ ଯାଞ୍ଚ କରିବେ। ଏଦିଗରେ ପଦକ୍ଷେପ ନେବାକୁ ସବୁ ଡିଇଓ ଓ ଡିପିସିଙ୍କୁ ନିର୍ଦେଶ ଦିଆଯାଇଛି।
ସମୀର ରଞ୍ଜନ ଦାଶ,ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ
ଦ୍ବିତୀୟ ପର୍ଯ୍ୟାୟର ଶେଷ ଦିନରେ ୫ଟି ଜିଲ୍ଲାର 416 ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ….
() ସ୍କୁଲ ରୂପାନ୍ତରଣର ଦ୍ବିତୀୟ ପର୍ଯ୍ୟାୟର ଶେଷ ଦିନରେ
୫ଟି ଜିଲ୍ଲାର 416 ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ
ଦୁଇଟି ପର୍ଯ୍ୟାୟରେ 3981ଟି ସ୍କୁଲ ରୂପାନ୍ତରିତ
ପିଲାଙ୍କ ଭିତରେ ମୁଁ ଭବିଷ୍ୟତ ଓଡିଶା ର ଝଲକ ଦେଖିପାରୁଛି-ମୁଖ୍ୟମନ୍ତ୍ରୀ।
ଆମ ସ୍କୁଲ ଏବେ ଉତ୍କର୍ଷ ର କେନ୍ଦ୍ର ହୋଇପାରିଛି ଛାତ୍ରଛାତ୍ରୀ।
{} ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଦ୍ବିତୀୟ ପର୍ଯ୍ୟାୟର ଷଷ୍ଠ ତଥା ଶେଷ ଦିବସରେ ୫ଟି ଜିଲ୍ଲାର ୪୧୬ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏହାଦ୍ବାରା ଦୁଇଟି ପର୍ଯ୍ୟାୟରେ ସମୁଦାୟ ୩୯୭୮ଟି ସ୍କୁଲ ରୂପାନ୍ତରିତ ହୋଇଛି। ପ୍ରଥମ ପର୍ଯ୍ୟାୟରେ 1075 ଟି ସ୍କୁଲ ରୂପାନ୍ତରିତ ହୋଇଥିବା ବେଳେ, ଦ୍ବିତୀୟ ପର୍ଯ୍ୟାୟରେ 2906ଟି ସ୍କୁଲର ରୂପାନ୍ତରଣ ହୋଇଛି।
ଏହି ଅବସରରେ ପିଲାମାନଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍କୁଲ ରୂପାନ୍ତରଣ କେବଳ ସ୍କୁଲର କାୟିକ ପରିବର୍ତ୍ତନ ନୁହେଁ । ଏହା ପିଲା ମାନଙ୍କର ମାନସିକ ସ୍ତରରେ ବିରାଟ ପରିବର୍ତ୍ତନ ଆଣିପାରିଛି। ପିଲାଙ୍କ ଆତ୍ମବିଶ୍ବାସ ବୃଦ୍ଧି ପାଇଛି। ଭବିଷ୍ୟତରେ ସେମାନେ ସଫଳ ହେବା ସହିତ ଓଡିଶାର ରୂପାନ୍ତରରେ ଗୁରୁତ୍ବପୂର୍ଣ୍ଣ ଯୋଗଦାନ ରଖିପାରିବେ ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଥିଲେ । ସ୍କୁଲ ରୂପାନ୍ତର ବାସ୍ତବରେ ଓଡିଶାର ଭବିଷ୍ୟତର ରୂପାନ୍ତର ପାଇଁ ମୂଳଦୁଆ ପକାଇଛି ବୋଲି ସେ କହିଥିଲେ ।
ପିଲାଙ୍କ ଭିତରେ ମୁଁ ଭବିଷ୍ୟତ ଓଡିଶା ର ଝଲକ ଦେଖିପାରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।ସେହିପରି ପିଲାମାନେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରି ଅତ୍ୟନ୍ତ ଉତ୍ସାହର ସହିତ ନିଜ ଭବିଷ୍ୟତର ସ୍ବପ୍ନକୁ ଉପସ୍ଥାପିତ କରିଥିଲେ। ସେମାନଙ୍କ ଭିତରେ ଆତ୍ମବିଶ୍ବାସ ଝରି ଉଠୁଥିଲା। ସେମାନେ କହିଥିଲେ ଯେ ଉନ୍ନତ ସୁବିଧା ସହିତ ମାଗଣା ବିଜୁଳି ଓ ଇଣ୍ଟରନେଟ୍ ସୁବିଧା ଯୋଗୁଁ, ଯେ କୌଣସି ବିଷୟରେ ସେମାନେ ତୁରନ୍ତ ଆବଶ୍ୟକୀୟ ତଥ୍ୟ ବା ଜ୍ଞାନ ପାଇପାରୁଛନ୍ତି। ସାରା ବିଶ୍ବର ଜ୍ଞାନ ଏବେ ସେମାନଙ୍କ ହାତ ମୁଠାରେ। ତେଣୁ ରୂପାନ୍ତର ଯୋଗୁ ଏବେ ସ୍କୁଲ ସେମାନଙ୍କ ପାଇଁ ପ୍ରକୃତରେ ଏକ ଜ୍ଞାନ ମନ୍ଦିର ହୋଇପାରିଛି ବୋଲି ସେମାନେ କହିଥିଲେ. ସେମାନଙ୍କ ସ୍କୁଲ ଏବେ ଉତ୍କର୍ଷର କେନ୍ଦ୍ର ହୋଇଛି ବୋଲି ପିଲାମାନେ ମତ ଦେଇଥିଲେ। ଏହି ଅବସରରେ ଆଲୋଚନାରେ ଭାଗ ନେଇ କୋରାପୁଟରୁ ନିବେଦିତା, ଗଜପତିରୁ ରେଶମା, ସମ୍ବଲପୁରରୁ ଆକୃତି ବଲାଙ୍ଗୀରରୁ ଅଞ୍ଜନେୟ ଏହଂ ଯାଜପୁରରୁ ମନୀଷା ଆଦି ଛାତ୍ରଛାତ୍ରୀ ସେମାନଙ୍କ ବ୍ୟକ୍ତବ୍ୟରେ ସ୍କୁଲ ରୂପାନ୍ତର ବିଷୟରେ ସେମାନଙ୍କ ଅନୁଭବ ବର୍ଣନା କରିଥିଲେ । ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଜିଲ୍ଲାର ୯୫ଟି ହାଇସ୍କୁଲ, ଗଜପତିର ୩୧ଟି, ସମ୍ବଲପୁରର ୪୦ଟି, ବଲାଙ୍ଗୀରର ୧୦୦ଟି ଓ ଯାଜପୁରର ୧୫୦ଟି ହାଇସ୍କୁଲ ଲୋକାର୍ପିତ ହୋଇଛି । ଏହା ସହିତ ଦ୍ଵିତୀୟ ପର୍ଯ୍ୟାୟ ସ୍କୁଲ ରୂପାନ୍ତର ଶେଷ ହୋଇଛି।
ଏହି ଅବସରରେ ପିଲାମାନଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍କୁଲ ଆଜି ଯେଉଁ ନୂଆ ରୂପ ନେଇଛି, ତାହା ପିଲାମାନଙ୍କ ଭିତରେ ଆନନ୍ଦ ଓ ଉତ୍ସାହ ଭରି ଦେଇଛି । ରୂପାନ୍ତର ସେମାନଙ୍କ ମାନସିକ ସ୍ତରରେ ମଧ୍ୟ ପରିବର୍ତ୍ତନ ଆଣିଛି। ସେମାନେ ଆଗ ଅପେକ୍ଷା ଅଧିକ ଆତ୍ମବିଶ୍ବାସର ସହ ନୂଆ ଆଶା ଓ ସଂକଳ୍ପ ନେଇ ଆଗକୁ ବଢୁଛନ୍ତି । ଏହା ଓଡିଶାର ଭବିଷ୍ୟତ ପାଇଁ ଏକ ଶୁଭ ସଂକେତ ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଥିଲେ। ସ୍କୁଲ ସମୟ ଜୀବନର ଶ୍ରେଷ୍ଠ ସମୟ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ ରୂପାନ୍ତର ଆମର ପିଲାମାନଙ୍କୁ ଶ୍ରେଷ୍ଠ କରି ଗଢିତୋଳିବା ପାଇଁ ସୁଯୋଗ ସୃଷ୍ଟି କରିଛି ।ପ୍ରତ୍ୟେକ ପିଲା ସ୍ବତନ୍ତ୍ର ଏବଂ ତା ଭିତରେ ଭରି ରହିଛି ବିପୁଳ ସମ୍ଭାବନା । ପିଲାଙ୍କ ଆଖିରେ ଥାଏ ସୁନ୍ଦର ଭବିଷ୍ୟତର ସ୍ବପ୍ନ। ଜୀବନରେ କିଛି ବଡ କରିବାର ସ୍ବପ୍ନ। ସ୍କୁଲ ରୂପାନ୍ତର ପିଲାମାନଙ୍କ ଏ ସ୍ବପ୍ନରେ ଡେଣା ଯୋଡିପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହା ପିଲାମାନଙ୍କ ପାଇଁ ନୂଆ ସୁଯୋଗ ଆଣିଛି । ତେଣୁ ଆତ୍ମବିଶ୍ୱାସ ର ସହ ଆଗକୁ ବଢିବାକୁ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ. ପିଲାମାନଙ୍କ ସ୍ବପ୍ନ ସାକାର ହେଲେ, ନୂଆ ଓଡିଶାର ଲକ୍ଷ୍ୟ ପୂରଣ ହେବ ଓ ନୂଆ ଓଡିଶା ଗଠନର ଭିତ୍ତି ସ୍ଥାପିତ ହେବ।
ଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ ରୂପାନ୍ତର ଆଣିଥାଏ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜୀବନର ଏ ଗୁରୁତ୍ବପୂର୍ଣ୍ଣ ସମୟକୁ ଠିକ୍ ଭାବରେ ଉପଯୋଗ କର ଏବଂ ନିଜପାଇଁ, ନିଜ ପରିବାର ପାଇଁ ଓ ପ୍ରିୟ ଓଡିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ।ପିଲାମାନଙ୍କୁ ୫-ଟି ମହତ୍ତ୍ବ ବିଷୟରେ ବୁଝାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଟେକ୍ନୋଲୋଜି, ଟିମୱାର୍କ, ଟାଇମ ବା ସମୟ ଏବଂ ଟ୍ରାନ୍ସପ୍ୟାରେନ୍ସି ବା ସ୍ବଚ୍ଛତାର ପ୍ରୟୋଗରେ ଆସେ ରୂପାନ୍ତର । ଟେକ୍ନୋଲୋଜି ଦ୍ବାରା ସେମାନଙ୍କ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର, ଆଧୁନିକ ପରୀକ୍ଷାଗାର ଆଦିର ବ୍ୟବସ୍ଥା ହେବା ସହିତ ଭଲ ପିଇବା ପାଣି ଓ ଉତ୍ତମ ପରିମଳ ବ୍ୟବସ୍ଥାର ସୁବିଧା କରାଗଲା । ସେହିପରି ଟିମ୍ୱାର୍କରେ ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ, ପୁରାତନ ଛାତ୍ର ଓ ପ୍ରଶାସନ ଆଦି ସମସ୍ତେ ମିଳିମିଶି ଏ ରୂପାନ୍ତର କାମରେ ସାମିଲ ହୋଇଛନ୍ତି । ସେହିପରି ଟାଇମ ବା ସମୟକୁ ଗୁରୁତ୍ବ ଦିଆଯାଇ ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ ଠିକ୍ ସମୟରେ କାର୍ଯ୍ୟ ଶେଷ ହୋଇଛି । ସେହିପରି ଟ୍ରାନ୍ସପ୍ୟାରେନ୍ସି ବା ସ୍ବଚ୍ଛତାର ପ୍ରୟୋଗ କରାଯାଇ ସବୁ କାମ ସମସ୍ତଙ୍କ ସହ ଆଲୋଚନା କରି କରାଯାଇଛି। ଭିଜନ ଡକ୍ୟୁମେଣ୍ଟ ଠାରୁ ଆରମ୍ଭ କରି କାମ ତଦାରଖ ପର୍ଯ୍ୟନ୍ତ ସମସ୍ତଙ୍କ ଜ୍ଞାତସାରରେ ସବୁ କାର୍ଯ୍ୟ ହୋଇଛି। ଏହି ସ୍ବଚ୍ଛତା ହେଉଛି ୫-ଟି କାର୍ଯ୍ୟକ୍ରମର ବଡ ଶକ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏସବୁ ମିଶି ରୂପାନ୍ତର ଆସିଛି ବୋଲି ସେ ମତବ୍ୟକ୍ତ କରିଥିଲେ । ରୂପାନ୍ତର ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସ୍କୁଲ ମ୍ୟାନେଜମେଣ୍ଟ କମିଟି, ପଞ୍ଚାୟତ ପ୍ରତିନିଧି, ପୁରାତନ ଛାତ୍ର ସଂସଦ, ଶିକ୍ଷକ ଶିକ୍ଷୟତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ। ଏହି କାର୍ଯ୍ୟକ୍ରମ ରେ ଅଂଶ ଗ୍ରହଣ କରି ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, ମନ୍ତ୍ରୀ ଶ୍ରୀ ରୋହିତ ପୂଜାରୀ, ବିଧାୟକ ଶ୍ରୀ ଅମର ପ୍ରସାଦ ଶତପଥୀ, ବିଧାୟକ ଶ୍ରୀ ରଘୁରାମ ପଡଲ ଓ ଜିଲ୍ଲା ପରିଷଦ ସଭାପତି ଶ୍ରୀ ଜି. ତିରୁପତି ରାଓ ପ୍ରମୁଖ ଉଦବୋଧନ ଦେଇ ସ୍କୁଲ ମାନଙ୍କର ଅନୁକୂଳ ପରିବେଶ ପିଲା ଓ ଅଭିଭାବକ ମାନଙ୍କ ଭିତରେ ଭରସା ସୃଷ୍ଟି କରିଛି।
କାର୍ଯ୍ୟକ୍ରମ ପରିଚାଳନା କରି ମୁଖ୍ୟମନ୍ତ୍ରୀଙ୍କ ସଚିବ 5T ଶ୍ରୀ ଭି କେ ପାଣ୍ଡିଆନ କହିଥିଲେ ଯେ ଦୁଇଟି ପର୍ଯ୍ୟାୟ ରେ 3981ଟି ହାଇସ୍କୁଲ ରୂପାନ୍ତରଣ ଶେଷ ହୋଇଛି. କୋଭିଡ ଓ ପଂଚାୟତ ନିର୍ବାଚନ ପରି ଆହ୍ୱାନ ମୂଳକ ସମୟ ସତ୍ୱେ ଏହା ସଫଳ ହୋଇ ଥିବାରୁ ସେ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ଉନ୍ନୟନ କମିସନର ଶ୍ରୀ ପ୍ରଦୀପ ଜେନା ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଓସେପାର ପ୍ରକଳ୍ପ ନିର୍ଦ୍ଦେଶକ ଧନ୍ୟବାଦ ଦେଇଥିଲେ
ପୁଣି ଉପରମୁହାଁ ହୋଇଛି କରୋନା ସଂକ୍ରମଣ…
() ପୁଣି ଉପରମୁହାଁ ହୋଇଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ଦେଶରେ ସଂକ୍ରମଣ ଦୁଇଗୁଣା ହେବା ପରେ ସରକାରଙ୍କୁ ଘାରିଛି ସଂକ୍ରମଣ ଚିନ୍ତା । ମାସ୍କ ପିନ୍ଧିବା କଟକଣା କଡ଼ାକଡ଼ି କରିବା ସହ ସଭିଲାନ୍ସ ଉପରେ ଫୋକସ କରିବାକୁ ନିଦ୍ଦେଶ ଦିଆଯାଇଛି । ରାଜ୍ୟରେ କରୋନା ସଂକ୍ରମଣ ସାମନ୍ୟ ବୃଦ୍ଧି ପାଉଥବାରୁ ସଜାଗ ହୋଇଛି ଓଡ଼ିଶା । ମହାରାଷ୍ଟ୍ର, କେରଳ ଦେଇ ଓଡ଼ିଶାକୁ ଆସିବକି ସଂକ୍ରମଣ । ଆସିବ କି କରୋନାର ଆଉ ଏକ ଲହର ? ଦେଶ ଓ ରାଜ୍ୟରେ କରୋନା ସଂକ୍ରମଣ ଉପର ମୁହାଁ ହେବା ପରେ ବଢିଛି ସରକାରଙ୍କ ଚିନ୍ତା । ୨୪ ଘଂଟାରେ ଦେଶରେ ସଂକ୍ରମଣ ୨ ଗୁଣା ବଢ଼ିଲା ସହ ରାଜ୍ୟରେ ମଧ୍ୟ ସଂକ୍ରମଶ ବୃଦ୍ଧି ପାଇଛି । ସଂକ୍ରମଣ ବୃଦ୍ଧିକୁ ନଜରେ ରଖି ବିମାନ ବନ୍ଦରରେ ମାକ୍ସ ପିନ୍ଧିବା ବାଧ୍ୟତାମୂଳକ । ସେହିପରି ୪ ମାସ ପରେ ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩୧ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଯାହା କି ଗତ କାଲି ଅପେକ୍ଷା ଦୁଇ ଗୁଣ । ଦେଶ ଓ ରାଜ୍ୟରେ ସଂକ୍ରମଣ ବଢିବା ପରେ ସଜାଗ ହୋଇଛି ଓଡ଼ିଶା । କଟକର ଏକ ୱାର୍କିଂ ହଷ୍ଟେଲରେ 13 ଜଣ କରୋନା ଦ୍ବାରା ସଂକ୍ରମିତ ହେବା ପରେ ସ୍ବାସ୍ଥ୍ୟ ବିଭାଗ ଅଧିକ ତତପର ହୋଇଛି । ସଂକ୍ରମଣ ବଢୁଥିବାରୁ ସବୁ ଜିଲ୍ଲାଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛି ସ୍ବାସ୍ଥ୍ୟ ବିଭାଗ । ଟେଷ୍ଟିଂ, ଟ୍ରାକିଂ, ଟ୍ରିଟମେଣ୍ଟ, ଟୀକାକରଣ ସହ କୋଭିଡ୍ ଆପ୍ରୋପ୍ରିଏଟ ବ୍ୟବହାର କଡ଼ାକଡ଼ି କରିବାକୁ ପରାମର୍ଶ ଦେଇଢ଼ଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଂଜନ ମିଶ୍ର ।ସେପଟେ ଦେଶରେ ସଂକ୍ରମଣ ବଢୁଥିବା ଏବେଠାରୁ ଲୋକଙ୍କ ସର୍ତକ ରହିବାକୁ ପରାମର୍ଶ ଦେଇଛନ୍ତି ସ୍ବାସ୍ଥ୍ୟ ବିଶେଷଜ୍ଞମାନେ । ଦେଶରେ ଯଦି ଲଗାତର ଭାବେ ଦ୍ରୃତ ଗତିରେ ସଂକ୍ରମଣ ବଢେ ତେବେ ଏହା ଚତୁର୍ଥ ଲହର ଆଣିପାରେ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ କହିଛନ୍ତି । ଯେହେତୁ ଦେଶ ଓ ରାଜ୍ୟର ବହୁ ଲୋକ ଟିକାକରଣରେ ସାମିଲ ହୋଇଛନ୍ତି ତେଣୁ ପ୍ରଥମ ଓ ତୃତୀୟ ଲହର ପରି ଚତୁର୍ଥ ଲହର ସେତେଟା ଭୟାନକ ହେବ ନାହିଁ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ କହିଛନ୍ତି । ଯଦି ଭାଇରସ ରୂପ ବଦଲାଇବ ତେବେ ବିପଦ ବଢ଼ିପାରେ ।ଦେଶରେ ୨୪ ଘଣ୍ଟାରେ ୭ ହଜାର ୨୪୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାହାକି ବୁଧବାର ଅପେକ୍ଷା ୪୦% ଅଧିକ ବଢିଛି।
ଜଳୁଛି ପଶ୍ଚିମ ଓଡିଶା; ଉପକୂଳ ରେ ଅସହ୍ୟ ଗୁଳୁଗୁଳି…
() ଉପକୂଳ ରେ ଅସହ୍ୟ ଗୁଳୁଗୁଳି ୬୦ ପ୍ରତିଶତ ରୁ ଅଧିକ ଆର୍ଦ୍ରତା ପାଇଁ ଅସ୍ତବ୍ୟସ୍ତ ଜନଜୀବନ ଉଚ୍ଚ ଆର୍ଦ୍ରତା ସତ୍ବେ ବାୟୁମଣ୍ଡଳ ର ସ୍ଥିରତା ପାଇଁ କମୁଛି କାଳବୈଶାଖୀ।ବାୟୁମଣ୍ଡଳ ର ଉପରିଭାଗରେ ଉତ୍ତର-ପଶ୍ଚିମଦିଗରୁ ବହୁଛି ଶୁଷ୍କ ପବନପ୍ର ଭାବରେ ପଶ୍ଚିମଓଡିଶାର ୭ଟି ସହରରେ ପାରଦ ୪୪ଡ଼ିଗ୍ରୀ ଉପରେ। ଏହି ଉତ୍ତପ୍ତ ବାୟୁର ପ୍ରଭାବ ପଶ୍ଚିମ ଓଡ଼ିଶାରେ ଆଗାମୀ ୨-୩ ଦିନ ରହିବା ସହ ଆଗାମୀ ୨୪ଘଣ୍ଟା ପାଇଁ ପଶ୍ଚିମ ଓଡ଼ିଶାର ୮ ଜିଲ୍ଲାକୁ ଗ୍ରୀଷ୍ମ ପ୍ରବାହ ପାଇଁ ଚେତାବନୀ ଜାରିକରାଯାଇଛି |
ଆଜି ପାଇଁ ସମ୍ବଲପୁର, ସୋନପୁର, ବରଗଡ, ବଲାଙ୍ଗୀର, ନୂଆପଡା, ବୌଦ୍ଧ, ଝାରସୁଗୁଡା, ଏବଂ କଳାହାଣ୍ଡି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ଥିବାରୁ ୟେଲୋ ୱାର୍ନିଙ୍ଗ ଜାରିକରାଯାଇଛି ।
ଏହି ଜିଲ୍ଲାଗୁଡିକରେ ଦିନ ୧୧ ଟାରୁ ଦିନ ୩ ଟା ମଧ୍ୟରେ ଯଥାସମ୍ଭବ ଯାତାୟାତ ରୁ ନିବୃତ ରହିବା ପାଇଁ ସୂଚନା ଜାରିକରାଯାଇଛି
ସାମ୍ବାଦିକଙ୍କ ମନ ଜିଣିଲେ ବବି….
() ଗଣମାଧ୍ୟମରେ କମ କହୁନ୍ତି, ହେଲେ ସବୁ ଗଣମାଧ୍ୟମ ପ୍ରତିନିଧିଙ୍କ ହୃଦୟରେ ସେ ସ୍ଥାନ ପାଇଛନ୍ତି । ଯାହା ମଙ୍ଗଳବାର ନବୀନ ନିବାସ ବାହାରେ ଦେଖିବାକୁ ମିଳିଥଲା । ସମୟ ଦିନ ୧୨ଟା ୧୫ ମିନିଟ । ନବୀନ ନିବାସରୁ ବାହାରିଲା ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି)ଙ୍କ ଗାଡି । ସଂଗଠନ ଉପରେ ନବୀନ ନିବାସରେ ବୈଠକ ଚାଲିଥିବାରୁ ସ୍ବଭାବିକ ଭାବେ ଗଣମାଧ୍ୟମ ପ୍ରତିନିଧୀମାନେ ତାଙ୍କର ଖବର ସଂଗ୍ରହ ପାଇଁ ବାହାରେ ଛିଡ଼ା ହୋଇଥାନ୍ତି । ବାହାରା ଟାଣଖରା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି । ବବିଙ୍କ ଗାଡି ଅଟକିଗଲା ସମ୍ବାଦିକଙ୍କ ପାଖରେ । ସଙ୍ଗେ ସଙ୍ଗେ ବବି କହିଲେ କାହିକିଁ ଏତେ ଟାଣ ଖରାରେ ଛିଡ଼ା ହୋଇଛ । ଦଳର ସଂଗଠନ ନେଇ ଯାହା ଖବର ହେବ ସାର ଆପଣଙ୍କୁ ଜଣେଇବେ ।
ତମେମାନେ ଖରାରେ ଠିଆହୁଅ ନାହିଁ । ଘରକୁ ଯାଅ । ବିଜେଡ଼ି ସଂଗଠନ ସମ୍ପାଦକ ମୁହଁରୁ ଏହି କେହି ପଦ କଥା ଶୁଣି ସାମ୍ବାଦିକମାନେ କହିଲେ ନେତା ହେବ ତ ଏମିତି । ବାସ ତାପରେ ବେଶ କିଛି ସମୟ ସାମ୍ବାଦିକ ଓ ବବିଙ୍କ ମଧ୍ୟରେ ଚାଲିଲା ଆଲୋଚନା । ମଜାରେ ମଜାରେ ସାମ୍ବାଦିକମାନେ ବହୁତ କଥା କହିଲେ ବବିଙ୍କୁ ସହ ସେ ମଧ୍ୟ ସାମ୍ୱାଦିକ ମାନଂକ ସହ ବେଶ କିଛି ସମୟ ଗପିବାରେ ଲାଗିଲେ l ଶେଷରେ ବବି କହିଦେଇ ଗଲେ ତମ ମାନଙ୍କ ସହ ସବୁବେଳେ ଥିଲି ଓ ରହିବି ଭାଇ ହୋଇ l ରାଜନେତା ନୁହେଁ, ବଂର ଜଣେ ବଡ଼ଭାଇ ସମ୍ପର୍କ ରଖି ବବିଙ୍କ ଏପରି ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରତି ଭଲପାଇବାର କେହି ମିନିଟର ଭିଡ଼ିଓ ଏବେ ଭାଇରାଲ ହେବାରେ ଲାଗିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପରି କଥା କମ କାମରେ ଅଧିକ ବିଶ୍ବାସ ରହୁଥିବା ବବି ସବୁବେଳେ ସାମ୍ବାଦିକମାନଙ୍କ ସହ ସୁ ସମ୍ପର୍କ ରଖିଥାନ୍ତି । ରାଜନେତା ଓ ସାମ୍ବାଦିକ ମାନଙ୍କ ମଧ୍ୟରେ ଖବର ସହ ଯେପରି ସାମାଜିକ ସମ୍ପର୍କ ବବି ରଖିଛନ୍ତି ତାହା ଅନ୍ୟ ନେତାମାନଙ୍କ ପାଇଁ ଉଦାହରଣ । କେବଳ ନବୀନ ନିବାସରେ ନୁହେଁ । ସବୁବେଳେ ଗଣମାଧ୍ୟମ ପ୍ରତିନିଧୀଙ୍କ ସହ ବବି ସମୟ ପାଇଲେ ବିଭିନ୍ନ ପ୍ରସଙ୍ଗରେ ମନଖୋଲି ଗପନ୍ତି । ନିକଟକରେ ରାଜ୍ୟସଭା ନିର୍ବାଚନରେ ବିଧାନସଭାରେ ମଧ୍ୟ ସମାନ ଦୃଶ୍ୟ ଦେଖିବାକୁ ମିଳିଥଲା ।
ଘଣ୍ଟା ଘଣ୍ଟା ଖବର ସଂଗ୍ରହ କରୁଥିବା ବେଳେ ଗଣମାଧ୍ୟମ ପ୍ରତିନିଧିମାନେ ଯେତେବେଳେ ଟିକେ ଫ୍ରି ହୁଅନ୍ତି, ଯଦି ସେ ସମୟ ରେ ବବି ଥିବେ ତେବେ ଗପଜମିଲା ଜାଣ l କାରଣ ସବୁବେଳେ ସାମ୍ବାଦିକମାନଙ୍କ ସାଥିରେ ରହିବାକୁ ବବି ଭଲ ପାଆନ୍ତି l କେବଳ ଖବର ନୁହେଁ, ବଂର ସାମ୍ବାଦିକଙ୍କ ଭଲମନ୍ଦ ପଚାରି ବୁଝନ୍ତି ସେ । ପ୍ରତିଷ୍ଠିତ ଗଣମାଧ୍ୟମ ହେଉ କି ନୂଆ ଓ୍କେବ ମିଡ଼ିଆ । ସଭିଁଙ୍କ ସହ ବବିଙ୍କ ଭଲ ସମ୍ପର୍କ । ସାମ୍ବାଦିକଙ୍କ ଦୁଃଖ ଓ ସୁଖର ସାଥୀ ହୁଅନ୍ତି ସେ । ଯଦି ସାମ୍ବାଦିକମାନେ କୌଣସି ଅସୁବିଧାରେ ଥାଆନ୍ତି ବବି ସଙ୍ଗେସଙ୍ଗେ ତାଂକୁ ସହଯୋଗ କରନ୍ତି । ବବିଙ୍କ ଏହି ବଡ଼ ପଣ ଆଜି ପୁରା ଓଡ଼ିଶାରେ ଚର୍ଚ୍ଚା
୫ଟି ଜିଲ୍ଲାର 445 ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ
() ସ୍କୁଲ ରୂପାନ୍ତରଣର ଦ୍ବିତୀୟ ପର୍ଯ୍ୟାୟର ପଞ୍ଚମ ଦିନରେ ୫ଟି ଜିଲ୍ଲାର 445, ଟି ରୂପାନ୍ତରିତ ସ୍କୁଲ ଲୋକାର୍ପି।
ପାଠ ହେଉ ବା ଖେଳ ନିଜ ନିଜ କ୍ଷେତ୍ରରେ ଉତ୍କର୍ଷତା ହାସଲ ପାଇଁ ଚେଷ୍ଟା କରିବାକୁ ମୁଖ୍ୟମନ୍ତ୍ରୀ ଙ୍କ ପରାମର୍ଶ l
ବେସରକାରୀ ସ୍କୁଲ ଠାରୁ ଆମ ସ୍କୁଲ ଏବେ ବହୁ ଆଗରେ – ଛାତ୍ରଛାତ୍ରୀ।
{} ସ୍କୁଲ ଗୁଡିକର କାୟାକଳ୍ପ ପିଲାମାନଙ୍କ ମାନସିକତା ଉପରେ ମଧ୍ୟ ସକରାତ୍ମକ ପ୍ରଭାବ ପକାଇଛି । ସ୍କୁଲର ଆଧୁନିକ ସୁବିଧା ସୁଯୋଗ ଯୋଗୁ ପାଠ ପଢିବା ଆମ ପାଇଁ ଆଗ ଅପେକ୍ଷା ବହୁତ ସହଜ ହୋଇଛି। ଇଣ୍ଟରନେଟ ଜରିଆରେ ସବୁ ବିଷୟରେ ଆମେ ତୁରନ୍ତ ତଥ୍ୟ ପାଇପାରୁଛୁ। ଏହାଦ୍ବାରା ପଢିବାରେ ଆମର ଆଗ୍ରହ ବଢିବା ସହିତ ଆମର ଆତ୍ମବିଶ୍ବାସ ମଧ୍ୟ ବୃଦ୍ଧି ପାଇଛି ବୋଲି ପିଲାମାନେ ମତବ୍ୟକ୍ତ କରିଛନ୍ତି ସେମାନେ କହିଛନ୍ତି ଯେ ନୂତନ ଆଧୁନିକ ସୁବିଧା ସହିତ ସ୍କୁଲକୁ ନୂଆ ରାସ୍ତା, ମାଗଣା ବିଜୁଳି ଓ ଇଣ୍ଟରନେଟ୍ ସୁବିଧା ଯୋଗୁ ସ୍କୁଲ ଏବେ ଆମର ସବୁଠାରୁ ପସନ୍ଦର ସ୍ଥାନ ହୋଇଛି।ଆଜି ଦ୍ବିତୀୟ ପର୍ଯ୍ୟାୟର ପଞ୍ଚମ ଦିବସରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରି ପିଲାମାନଙ୍କ ସହିତ କଥାବାର୍ତ୍ତା କରିବା ସମୟରେ ପିଲାଙ୍କ ଖୁସି ଓ ମନୋଭାବରୁ ଏହା ସ୍ପଷ୍ଟ ଜଣାଯାଇଛି । ସମସ୍ତେ ସ୍କୁଲର ନୂଆ ପରିବେଶରେ ବେଶ ଖୁସି ହେବା ସହିତ ସ୍କୁଲ ଏବେ ଘର ଅପେକ୍ଷା ସେମାନଙ୍କ ପାଇଁ ଅଧିକ ପସନ୍ଦର ସ୍ଥାନ ବୋଲି ପ୍ରକାଶ କରିଛନ୍ତି।ଏହି ଅବସରରେ ଆଲୋଚନାରେ ଭାଗ ନେଇ ବାଲେଶ୍ବରରୁ ପ୍ରଜ୍ଞାସ୍ମିତା, ପୁରୀରୁ ସ୍ବୟଂସ୍ନିଗ୍ଧା, ନୟାଗଡରୁ ପ୍ରତ୍ୟାଶା, ଜଗତସିଂହପୁରରୁ ବିନ୍ଦୁଜା ଓ ଭଦ୍ରକରୁ ସୋନାଲି ଆଦି ଛାତ୍ରଛାତ୍ରୀ ସେମାନଙ୍କ ବ୍ୟକ୍ତବ୍ୟରେ ସ୍କୁଲ ରୂପାନ୍ତର ବିଷୟରେ ସେମାନଙ୍କ ଅନୁଭବ ବର୍ଣନା କରିଥିଲେ ବେସରକାରୀ ସ୍କୁଲ ଠାରୁ ଆମ ସ୍କୁଲ ଏବେ ବହୁ ଆଗରେ ବୋଲି ପିଲାମାନେ ମତ ଦେଇଥିଲେ ।
ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲାର 445ଟି ସ୍କୁଲକୁ ଲୋକାର୍ପିତ କରିଛନ୍ତି। ବାଲେଶ୍ବର ଜିଲ୍ଲାର ୧୩୫ଟି ହାଇସ୍କୁଲ, ପୁରୀର ୯୫ଟି, ନୟାଗଡର ୬୦ଟି, ଜଗତସିଂହପୁରର ୭୫ଟି ଓ ଭଦ୍ରକର ୮୦ଟି ହାଇସ୍କୁଲ ଲୋକାର୍ପିତ ହୋଇଛି । ସୂଚନାଯୋଗ୍ୟ ଯେ ଦ୍ବିତୀୟ ପର୍ଯ୍ୟାୟରେ ସମୁଦାୟ ୨୯୦୮ଟି ହାଇସ୍କୁଲର ରୂପାନ୍ତର ହୋଇଛି।
ଏହି ଅବସରରେ ପିଲାମାନଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍କୁଲ ଆଜି ଯେଉଁ ନୂଆ ରୂପ ନେଇଛି, ତାହା ପିଲାମାନଙ୍କ ଭିତରେ ଆନନ୍ଦ ଓ ଉତ୍ସାହ ଭରି ଦେଇଛି । ରୂପାନ୍ତର ସେମାନଙ୍କ ମାନସିକ ସ୍ତରରେ ମଧ୍ୟ ପରିବର୍ତ୍ତନ ଆଣିଛି। ସେମାନେ ଆଗ ଅପେକ୍ଷା ଅଧିକ ଆତ୍ମବିଶ୍ବାସର ସହ ନୂଆ ଆଶା ଓ ସଂକଳ୍ପ ନେଇ ଆଗକୁ ବଢୁଛନ୍ତି । ଏହା ଓଡିଶାର ଭବିଷ୍ୟତ ପାଇଁ ଏକ ଶୁଭ ସଂକେତ ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଥିଲେ। ସ୍କୁଲ ସମୟ ଜୀବନର ଶ୍ରେଷ୍ଠ ସମୟ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ ରୂପାନ୍ତର ଆମର ପିଲାମାନଙ୍କୁ ଶ୍ରେଷ୍ଠ କରି ଗଢିତୋଳିବା ପାଇଁ ସୁଯୋଗ ସୃଷ୍ଟି କରିଛି । ତେଣୁ ପାଠ ହେଉ ବା ଖେଳ ନିଜ ନିଜ କ୍ଷେତ୍ରରେ ଉତ୍କର୍ଷତା ହାସଲ ପାଇଁ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ।
ପ୍ରତ୍ୟେକ ପିଲା ସ୍ବତନ୍ତ୍ର ଏବଂ ତା ଭିତରେ ଭରି ରହିଛି ବିପୁଳ ସମ୍ଭାବନା । ପିଲାଙ୍କ ଆଖିରେ ଥାଏ ସୁନ୍ଦର ଭବିଷ୍ୟତର ସ୍ବପ୍ନ। ଜୀବନରେ କିଛି ବଡ କରିବାର ସ୍ବପ୍ନ। ସ୍କୁଲ ରୂପାନ୍ତର ପିଲାମାନଙ୍କ ଏ ସ୍ବପ୍ନରେ ଡେଣା ଯୋଡିପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହା ପିଲାମାନଙ୍କ ପାଇଁ ନୂଆ ସୁଯୋଗ ଆଣିଛି । ତେଣୁ ଆତ୍ମବିଶ୍ୱାସ ର ସହ ଆଗକୁ ବଢିବାକୁ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ. ପିଲାମାନଙ୍କ ସ୍ବପ୍ନ ସାକାର ହେଲେ, ନୂଆ ଓଡିଶାର ଲକ୍ଷ୍ୟ ପୂରଣ ହେବ ଓ ନୂଆ ଓଡିଶା ଗଠନର ଭିତ୍ତି ସ୍ଥାପିତ ହେବ।
ଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ ରୂପାନ୍ତର ଆଣିଥାଏ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜୀବନର ଏ ଗୁରୁତ୍ବପୂର୍ଣ୍ଣ ସମୟକୁ ଠିକ୍ ଭାବରେ ଉପଯୋଗ କର ଏବଂ ନିଜପାଇଁ, ନିଜ ପରିବାର ପାଇଁ ଓ ପ୍ରିୟ ଓଡିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ।ପିଲାମାନଙ୍କୁ ୫-ଟି ମହତ୍ତ୍ବ ବିଷୟରେ ବୁଝାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଟେକ୍ନୋଲୋଜି, ଟିମୱାର୍କ, ଟାଇମ ବା ସମୟ ଏବଂ ଟ୍ରାନ୍ସପ୍ୟାରେନ୍ସି ବା ସ୍ବଚ୍ଛତାର ପ୍ରୟୋଗରେ ଆସେ ରୂପାନ୍ତର ।
ଟେକ୍ନୋଲୋଜି ଦ୍ବାରା ସେମାନଙ୍କ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର, ଆଧୁନିକ ପରୀକ୍ଷାଗାର ଆଦିର ବ୍ୟବସ୍ଥା ହେବା ସହିତ ଭଲ ପିଇବା ପାଣି ଓ ଉତ୍ତମ ପରିମଳ ବ୍ୟବସ୍ଥାର ସୁବିଧା କରାଗଲା । ସେହିପରି ଟିମ୍ୱାର୍କରେ ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ, ପୁରାତନ ଛାତ୍ର ଓ ପ୍ରଶାସନ ଆଦି ସମସ୍ତେ ମିଳିମିଶି ଏ ରୂପାନ୍ତର କାମରେ ସାମିଲ ହୋଇଛନ୍ତି । ସେହିପରି ଟାଇମ ବା ସମୟକୁ ଗୁରୁତ୍ବ ଦିଆଯାଇ ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ ଠିକ୍ ସମୟରେ କାର୍ଯ୍ୟ ଶେଷ ହୋଇଛି । ସେହିପରି ଟ୍ରାନ୍ସପ୍ୟାରେନ୍ସି ବା ସ୍ବଚ୍ଛତାର ପ୍ରୟୋଗ କରାଯାଇ ସବୁ କାମ ସମସ୍ତଙ୍କ ସହ ଆଲୋଚନା କରି କରାଯାଇଛି। ଭିଜନ ଡକ୍ୟୁମେଣ୍ଟ ଠାରୁ ଆରମ୍ଭ କରି କାମ ତଦାରଖ ପର୍ଯ୍ୟନ୍ତ ସମସ୍ତଙ୍କ ଜ୍ଞାତସାରରେ ସବୁ କାର୍ଯ୍ୟ ହୋଇଛି। ଏହି ସ୍ବଚ୍ଛତା ହେଉଛି ୫-ଟି କାର୍ଯ୍ୟକ୍ରମର ବଡ ଶକ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏସବୁ ମିଶି ରୂପାନ୍ତର ଆସିଛି ବୋଲି ସେ ମତବ୍ୟକ୍ତ କରିଥିଲେ । ଏ ରୂପାନ୍ତର ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସ୍କୁଲ ମ୍ୟାନେଜମେଣ୍ଟ କମିଟି, ପଞ୍ଚାୟତ ପ୍ରତିନିଧି, ପୁରାତନ ଛାତ୍ର ସଂସଦ, ଶିକ୍ଷକ ଶିକ୍ଷୟତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲ।
ଏହି କାର୍ଯ୍ୟକ୍ରମ ରେ ଅଂଶ ଗ୍ରହଣ କରି ମନ୍ତ୍ରୀ ଶ୍ରୀ ଅଶ୍ବିନୀ ପାତ୍ର, ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ, ବିଧାୟକ ଡଃ ଅରୁଣ କୁମାର ସାହୁ, ସରକାରୀ ମୁଖ୍ୟ ସଚେତକ ଶ୍ରୀ ପ୍ରଶାନ୍ତ କୁମାର ମୁଦୁଲି ଓ ବିଧାୟକ ଡଃ ବ୍ୟୋମକେଶ ରାୟ ପ୍ରମୁଖ ସେମାନଙ୍କ ଭାଷଣ ରେ ସ୍କୁଲ ରୂପାନ୍ତର ଶିକ୍ଷା କ୍ଷେତ୍ରରେ ଏକ ବୈପ୍ଲବିକ ପରିବର୍ତନ ଆଣିଛି ବୋଲି ମତ ଦେଇଥିଲେ ।ମୁଖ୍ୟମନ୍ତ୍ରୀଙ୍କ ସଚିବ 5T ଶ୍ରୀ ଭି କେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଓସେପାର ପ୍ରକଳ୍ପ ନିର୍ଦ୍ଦେଶକ ଧନ୍ୟବାଦ ଦେଇଥିଲେ।













