{} ୭ଟି ବିଦ୍ୟୁତ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
୬ଟି ଉଚ୍ଚ ଶକ୍ତି ସଂପନ୍ନ ଗ୍ରୀଡ ସବ୍ଷ୍ଟେସନ ଓ ଗୋଟିଏ ୨୨୦ କେଭି ଟ୍ରାନସମିଶନ ଲାଇନ, ୪୫୦ କୋଟି ଟଙ୍କାର ପ୍ରକଳ୍ପ
ଲୋ-ଭୋଲ୍ଟେଜ ସମସ୍ୟା ଦୂର ପାଇଁ ଓଡିଶା ବିଦ୍ୟୁତ ବିତରଣ ବ୍ୟବସ୍ଥା ସୁଦୃଢୀକରଣ ପ୍ରକଳ୍ପର ଚତୁର୍ଥ ପର୍ଯ୍ୟାୟରେ ୧୮୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ।
ବିଦ୍ୟୁତ ହେଉଛି ବିକାଶର ଜୀବନରେଖା ବିଦ୍ୟୁତ ଅପଚୟ କରନ୍ତୁ ନାହିଁ – ମୁଖ୍ୟମନ୍ତ୍ରୀ।
() ବିଦ୍ୟୁତ ହେଉଛି ବିକାଶର ଜୀବନରେଖା। ପାଣି ପରି ବିଦ୍ୟୁତ ଆଜି ସମସ୍ତଙ୍କ ପାଇଁ ଖୁବ ଜରୁରୀ। ତେଣୁ ବିଦ୍ୟୁତ ଶକ୍ତି ଅପଚୟ ନ କରି ଏହାର ଉଚିତ ବ୍ୟବହାର କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁରୋଧ କରିଛନ୍ତି ।
ଆଜି ଭିଡିଓ କନ୍ଫରେନ୍ସିଂ ଯୋଗେ ରାୟଗଡା, ନବରଂଗପୁର, କଳାହାଣ୍ଡି, ସମ୍ବଲପୁର, କେନ୍ଦୁଝର ଓ ଖୋର୍ଦ୍ଧା ଜିଲ୍ଲାରେ ୬ଟି ଉଚ୍ଚ ଶକ୍ତି ସଂପନ୍ନ ଗ୍ରୀଡ ସବ୍ଷ୍ଟେସନ ଓ ବଲାଙ୍ଗୀର-କେସିଙ୍ଗାରେ ୨୨୦ କେଭି ଟ୍ରାନ୍ସମିଶନ ଲାଇନ ଉଦ୍ଘାଟନ କରି ଲୋକଙ୍କୁ ଗୁଣାତ୍ମକ ତଥା ନିର୍ଭରଯୋଗ୍ୟ ବିଦ୍ୟୁତ ସେବା ଯୋଗାଇ ଦେବାରେ ଏହା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।
ଏହି ୬ଟି ଉଚ୍ଚଶକ୍ତି ସଂପନ୍ନ ଗ୍ରୀଡ ସବ୍ଷ୍ଟେସନ ଓ ଗୋଟିଏ ୨୨୦ କେଭି ଡବଲ ସର୍କିଟ ଟ୍ରାନସ୍ମିଶନ ଲାଇନ ପାଇଁ ୪୫୦ କୋଟି ଟଙ୍କା ବିନିଯୋଗ ହୋଇଛି।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ନୂତନ ବ୍ୟବସ୍ଥା ଦ୍ବାରା କଳାହାଣ୍ଡି, ରାୟଗଡା, ନବରଂଗପୁର, କେନ୍ଦୁଝର, ସମ୍ବଲପୁର ଓ ଖୋର୍ଦ୍ଧା ଜିଲ୍ଲାର ଚାଷୀ, ଛାତ୍ରଛାତ୍ରୀ ଓ ମା ମାନେ ବିଶେଷ ଉପକାର ପାଇବେ। କ୍ଷୁଦ୍ର ଶିଳ୍ପ ଓ ଜଳସେଚନ ପ୍ରକଳ୍ପ ଗୁଡିକ ମଧ୍ୟ ଉପକାର ପାଇବେ ବୋଲି ସେ କହିଥିଲେ ।
ଜନସାଧାରଣଙ୍କୁ ଗୁଣାତ୍ମକ ବିଦ୍ୟୁତ ସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ୩୮୦୦ କୋଟି ଟଙ୍କା ବ୍ୟୟ ଅଟକଳରେ Odisha Distribution System Strengthening Project ଆରମ୍ଭ କରିଥିଲେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ବର୍ତ୍ତମାନ ସୁଦ୍ଧା ଏହି ଯୋଜନାରେ ୪୩୦ଟି ୩୩/୧୧ କେଭି ସବ୍ଷ୍ଟେସନ କାର୍ଯ୍ୟକାରୀ କରାଯାଇଛି । ରାଜ୍ୟରେ ଲୋ-ଭୋଲ୍ଟେଜ ସମସ୍ୟା ଦୂର କରିବା ପାଇଁ ସରକାର ଏହି ଯୋଜନାର ଚତୁର୍ଥ ପର୍ଯ୍ୟାୟରେ ୧୮୦୦ କୋଟି ଟଙ୍କା ବ୍ୟୟ ଅଟକଳ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ ।
ଏହି କାର୍ଯ୍ୟକ୍ରମରେ ସମ୍ବଲପୁରରେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ସୁଷାନ୍ତ ସିଂ, ଖୋର୍ଦ୍ଧାରେ ସାଧାରଣ ଉଦ୍ୟୋଗ ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା, କଳାହାଣ୍ଡିରେ ଶକ୍ତି ମନ୍ତ୍ରୀ ଶ୍ରୀ ଦିବ୍ୟଶଂକର ମିଶ୍ର, କେନ୍ଦୁଝରରେ ଦକ୍ଷତା ବିକାଶ ମନ୍ତ୍ରୀ ଶ୍ରୀ ପ୍ରେମାନନ୍ଦ ନାୟକ ଓ ରାୟଗଡା-ଗୁଣୁପୁରରେ ବିଧାୟକ ଶ୍ରୀ ରଘୁନାଥ ଗମାଙ୍ଗ ପ୍ରମୁଖ ଉପସ୍ଥିତ ରହି ବିଦ୍ୟୁତ ଭିତ୍ତିଭୂମିର ବିକାଶ ଦ୍ବାରା ରାଜ୍ୟର ବିକାଶ ପ୍ରକ୍ରିୟା ତ୍ବରାନ୍ବିତ ହୋଇପାରିଛି ବୋଲି ମତବ୍ୟକ୍ତ କରିବା ସହିତ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବର ଉଚ୍ଚପ୍ରଶଂସା କରିଥିଲେ ।
ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ସଂଚାଳନ କରିଥିଲେ ।ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।
ଶକ୍ତି ବିଭାଗ ପ୍ରମୁଖ ସଚିବ ଶ୍ରୀ ନିକୁଞ୍ଜ ଧଳ ସ୍ବାଗତ ଭାଷଣ ଦେଇଥିଲେ। OPTCLର ପରିଚାଳନା ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ।









ପୀଠର ସ୍ଥପତି ସାଜିଛନ୍ତି 5T ସଚିବ ଭି.କେ.ପଣ୍ଡିଆନ। ମଙ୍ଗଳବାର ତାରାତାରିଣୀ ପୀଠରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନିଜ ନିର୍ବାଚନ ମଣ୍ଡଳୀର ଅଧିଷ୍ଠାତ୍ରୀ ଦେବୀ ମା ତାରା ରାରିଣୀଙ୍କ ପୀଠର ବିକାଶ ପାଇଁ ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢୁଛନ୍ତି ରାଜ୍ୟ ସରକାର।
ନବୀନଙ୍କ ବ୍ରିଗେଡ଼ କାର୍ଯ୍ୟର ସମୀକ୍ଷା କରିବା ସହ ପ୍ରତିଦିନ 5T ସଚିବ ଓ ବିଜେଡ଼ି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଗ୍ରାଉଣ୍ଡକୁ ଯାଇ ସ୍ଥିତି ଅନୁଧ୍ୟାନ କରୁଛନ୍ତି। ଫୋକସରେ ରହିଛି ବିକାଶ। ପୀଠ ବିକାଶର ସତ୍ୟତା ପରଖିବାକୁ ତାରା ତାରିଣୀ ପୀଠକୁ ନିଆ ଯାଇଥିଲା। ସେମାନେ ରାଜ୍ୟ ସରକାରଙ୍କ କାର୍ଯ୍ୟକୁ ବେଶ ଭଲ ଭାବରେ ପରଖିବା ସହ ନିଜର ମତ ରଖିଥିଲେ। ମନ୍ଦିର ବିକାଶ କ୍ଷେତ୍ରରେ ରାଜ୍ୟ ସରକାର ନେଉଥିବା ବିଭିନ୍ନ ପଦକ୍ଷେପ ବାବଦରେ ଅବଗତ ହେଲେ।
ନବୀନ ସରକାରରେ ବିକାଶ ଯେ ଏକ ନିରନ୍ତର ପ୍ରକ୍ରିୟା ତାହା ସାମ୍ବାଦିକମାନେ ଅନୁଭବ କଲେ। ମହାପ୍ରଭୁ ଜଗନ୍ନାଥଙ୍କ ପରମ ଭକ୍ତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାତୃଶକ୍ତି ଆବାହକ ମା ତାରା ତାରିଣୀ ପୀଠର ବିକାଶ ରାଜ୍ୟର ବିକାଶ। ଏହା କେବଳ ଏକ ସ୍ଲୋଗାନ ନୁହେଁ। ଏହାକୁ ଆନ୍ଦୋଳନରେ ପରିଣତ କରିଛନ୍ତି ନବୀନ। ସେଥିପାଇଁ ତାରା ତାରିଣୀଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ମନ୍ତ୍ରୀ, ବିଧାୟକ, ସାମ୍ବାଦିକମାନେ ମା ତାରା ତାରିଣୀ ପୀଠ ବୁଲିଛନ୍ତି।









