ବଢ଼ିବ ବୀମା, ସାମ୍ବାଦିକଙ୍କୁ ମିଳିବ ପେନ୍‌ସନ୍‌: ମାନସ ମଙ୍ଗରାଜ…

( )ଓୟୁଜେ’ର ସୁବର୍ଣ୍ଣ ଜୟନ୍ତୀ ସମାରୋହ।

{ } ରାଜ୍ୟରେ ସାମ୍ବାଦିକମାନଙ୍କ ସାମାଜିକ ନିରାପତ୍ତା ସମ୍ପର୍କିତ ପଦକ୍ଷେପକୁ ତ୍ୱରାନ୍ୱିତ କରାଯାଇ କାର୍ଯ୍ୟକାରୀ କରାଯିବ । ଏହି ପରିପ୍ରେକ୍ଷୀରେ କାର୍ଯ୍ୟକାରୀ ହେଉଥିବା ସ୍ୱାସ୍ଥ୍ୟ ବୀମାରାଶିର ପରିମାଣକୁ ୨ଲକ୍ଷ ଟଙ୍କାରୁ ୫ଲକ୍ଷକୁ ବୃଦ୍ଧି କରାଯିବା ସହ ପେନ୍‌ସନ୍ ଓ ଅନ୍ୟାନ୍ୟ କଲ୍ୟାଣମୂଳକ ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ ପ୍ରକ୍ରିୟା ଆରମ୍ଭ କରାଯାଇଛି ବୋଲି ରାଜ୍ୟ ସରକାରଙ୍କ ମିଡ଼ିଆ ପରାମର୍ଶଦାତା ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି । ରାଜ୍ୟର ପୁରାତନ ସାମ୍ବାଦିକ ସଙ୍ଗଠନ ଓଡ଼ିଶା ସାମ୍ବାଦିକ ୟୁନିଅନ୍ (ଓୟୁଜେ)ର ସୁବର୍ଣ୍ଣ ଜୟନ୍ତୀ ଅବସରରେ ବୁଧବାର ଦିନ ସ୍ଥାନୀୟ ଜୟଦେବ ଭବନରେ ଏକ ରାଜ୍ୟସ୍ତରୀୟ ସମାବେଶର ଆୟୋଜନ କରାଯାଇଥିଲା । ୩୦ଟି ଯାକ ଜିଲ୍ଲାରୁ ସାମ୍ବାଦିକମାନେ ଏହି ସମ୍ମିଳନୀରେ ଯୋଗଦେଇ ଗଣମାଧ୍ୟମିକ ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ । ସମ୍ମିଳନୀରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଶ୍ରୀ ମଙ୍ଗରାଜ କହିଥିଲେ ଯେ, ରାଜ୍ୟ ସରକାର ସାମ୍ବାଦିକମାନଙ୍କ କଲ୍ୟାଣ ଯୋଜନାର କାର୍ଯ୍ୟକାରିତା ଉପରେ ଅଧିକ ଗୁରୁତ୍ୱ ଦେଉଛନ୍ତି । ଓୟୁଜେ ପକ୍ଷରୁ ଉଠାଯାଇଥିବା ଦାବି ଉପରେ ପଦକ୍ଷେପ ଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇଛି । ଖୁବ୍‌ଶୀଘ୍ର ବୀମା ରାଶିର ପରିମାଣକୁ ୫ଲକ୍ଷ ଟଙ୍କାକୁ ବୃଦ୍ଧି କରାଯିବା ସହ ପେନ୍‌ସନ୍ ଓ ଅନ୍ୟାନ୍ୟ କଲ୍ୟାଣମୂଳକ ଯୋଜନା କାର୍ଯ୍ୟକାରୀ କରିବାକୁ ଯେଉଁ ଦାବି ହେଉଛି ସେହି ବାବଦରେ ବିଭିନ୍ନ ରାଜ୍ୟ ଗସ୍ତକରି ସେଠାରେ କାର୍ଯ୍ୟକାରୀ ହେଉଥିବା ଯୋଜନାକୁ ଅନୁଧ୍ୟାନ କରିବା ସହ ରାଜ୍ୟ ସରକାରଙ୍କୁ ରିପୋର୍ଟ ପ୍ରଦାନ କରିବା ପାଇଁ ତିନୋଟି ପ୍ରତିନିଧି ଦଳଙ୍କୁ ପଠାଯିବ । ରିପୋର୍ଟ ମିଳିବା ପରେ ଏ ବାବଦରେ ସରକାର ତୁରନ୍ତ ପଦକ୍ଷେପ ଗ୍ରହଣ କରିବେ ବୋଲି ସେ ସୂଚନା ଦେଇଥିଲେ । ସେହିପରି ଡିଜିଟାଲ ମିଡ଼ିଆ ବାବଦରେ ଖୁବ୍‌ଶୀଘ୍ର ଏକ ନୀତି ପ୍ରଣୟନ କରାଯିବ ବୋଲି ସେ ପ୍ରକାଶ କରିଥିଲେ । ମାଲକାନଗିରି ଜିଲ୍ଲାରେ ସାମ୍ବାଦିକମାନଙ୍କ ଗିରଫଦାରୀ ପ୍ରସଙ୍ଗରେ ସୂଚନା ଦେଇ ସେ କହିଥିଲେ ଯେ ରାଜ୍ୟ ସରକାର ଏ ବାବଦରେ ତଦନ୍ତ ନିର୍ଦ୍ଦେଶ ଦେବାକୁ ଯାଉଛନ୍ତି । ରିପୋର୍ଟ ମିଳିବାପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।
କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟ ଓ ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ସମ୍ମାନିତ ଅତିଥି ରୂପେ ଯୋଗଦେଇ ସାମ୍ବାଦିକମାନଙ୍କ ବିଭିନ୍ନ ସମସ୍ୟାର ସମାଧାନ ଉପରେ ଗୁରୁତ୍ୱାରୋପ କରିଥିଲେ । ମୁଖ୍ୟ ବକ୍ତା ବରିଷ୍ଠ ସାମ୍ବାଦିକ ରବି ଦାସ ରାଜ୍ୟରେ ସାମ୍ବାଦିକତା ଲାଗି ଏକ ଅନୁକୂଳ ବାତାବରଣ ସୃଷ୍ଟି କରାଯିବାର ଆବଶ୍ୟକତା ରହିଛି ବୋଲି ମତବ୍ୟକ୍ତ କରିବା ସହ ସାମ୍ବାଦିକମାନଙ୍କ ବିଭିନ୍ନ ଦାବି ପୂରଣ ପାଇଁ ସରକାର ନିର୍ମାଣ ଶ୍ରମିକ ପାଣ୍ଠି ଢାଂଚାରେ ବିଜ୍ଞାପନ ଓ ବିଭିନ୍ନ ସୂତ୍ରରୁ ଅର୍ଥ ସଂଗ୍ରହ କରିବାକୁ ପରାମର୍ଶ ଦେଇଥିଲେ । ଉତ୍ସବରେ ଅଧ୍ୟକ୍ଷତା କରି ଓୟୁଜେ ସଭାପତି, ପ୍ରେସ୍ କାଉନସିଲ୍ ସଦସ୍ୟ ପ୍ରସନ୍ନ ମହାନ୍ତି ବୀମା ରାଶି ବୃଦ୍ଧି ସହ ପେନ୍‌ସନ୍ ଯୋଜନା ଲାଗୁକରିବା ଓ ଅଧିସ୍ୱୀକୃତି କମିଟି ଗଠନ କରି ନିୟମରେ ପରିବର୍ତ୍ତନ କରିବାକୁ ଦାବି କରିବା ସହ ମାଲକାନଗିରି ଘଟଣାର ତୀବ୍ର ନିନ୍ଦା କରି ରାଜ୍ୟରେ ତୁରନ୍ତ ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ କରାଯିବାର ଆବଶ୍ୟକତା ରହିଛି ବୋଲି ମତବ୍ୟକ୍ତ କରିଥିଲେ । ସାଧାରଣ ସମ୍ପାଦକ ଅଶୋକ ନନ୍ଦ ଓୟୁଜେର ସାଙ୍ଗଠନିକ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଥିଲେ । ବରିଷ୍ଠ ସାମ୍ବାଦିକ ଅକ୍ଷୟ ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ । ଉପସଭାପତି କିଶାନ ରାଉତ ଓୟୁଜେର ଦାବି ସମ୍ପର୍କରେ ଅତିଥିମାନଙ୍କ ଦୃଷ୍ଟି ଆକର୍ଷଣ କରିଥିବାବେଳେ ଅନ୍ୟତମ ଉପସଭାପତି ଉପନ ସାହୁ ଧନ୍ୟବାଦ ଦେଇଥିଲେ । ଏହି ଅବସରରେ ଓୟୁଜେର ଆଗାମୀ ଦ୍ୱିବାର୍ଷିକ ନିର୍ବାଚନ ପାଇଁ ନିର୍ବାଚନ ଅଧିକାରୀ ଶିଶିର ଦାସ ଓ ପ୍ରମୋଦ ସାମନ୍ତରାୟ କାର୍ଯ୍ୟସୂଚୀ ଘୋଷଣା କରିଥିଲେ । ସାମ୍ବାଦିକତା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ରାଜ୍ୟର ୧୦ଜଣ ପ୍ରତିଭାବାନ୍ ସାମ୍ବାଦିକଙ୍କୁ ଉତ୍ସବରେ ସମ୍ବର୍ଦ୍ଧିତ କରାଯାଇଥିଲା ।

ବି.ଦ୍ର.: ଏହି ନ୍ୟୁଜ୍‌ର ଫଟୋ ମଧ୍ୟ ମେଲ୍‌ରେ ଯାଇଛି

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ହିତାଧିକାରୀଙ୍କୁ ଏକ ହଜାର ଟଙ୍କା ଲେଖାଏ ଜୀବିକା ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ…

( ) ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ହିତାଧିକାରୀଙ୍କୁ ଏକ ହଜାର ଟଙ୍କା ଲେଖାଏ ଜୀବିକା ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ର।

୯୬ ଲକ୍ଷ ପରିବାର ଉପକାର ପାଇବେ।

ଗରିବ ଲୋକଙ୍କ କଲ୍ୟାଣ ମୋ ସରକାରର ସବୁଠାରୁ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ – ମୁଖ୍ୟମନ୍ତ୍ରୀ।

ଓମିକ୍ରନ ପାଇଁ ସତର୍କ କଲେ ମୁଖ୍ୟମନ୍ତ୍ରୀ।

{ } ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ହିତାଧିକାରୀ ମାନଙ୍କୁ ଜୀବିକା ପାଇଁ ଏକ ହଜାର ଟଙ୍କା ଲେଖାଏ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି । କୋଭିଡ ସମୟରେ ଗରିବ ଲୋକଙ୍କ ଆର୍ଥିକ ଦୂରାବସ୍ଥାକୁ ଲାଘବ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହି ସହାୟତା ଦେଇଛନ୍ତି। ବିଜୁ ସ୍ବାସ୍ଥ କଲ୍ୟାଣ କାର୍ଡ ନ ଥିବା କ୍ଷେତ୍ରରେ, ଜାତୀୟ ଖାଦ୍ୟ ସୁରକ୍ଷା କିମ୍ବା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀମାନେ ମଧ୍ୟ ଏହି ସହାୟତା ପାଇପାରିବେ । ସାରା ରାଜ୍ୟର ୯୬ ଲକ୍ଷ ପରିବାର ଏହି ସହାୟତା ପାଇବେ । ଏଥିପାଇଁ ରାଜ୍ୟ ସରକାର ନିଜ ପାଣ୍ଠିରୁ ୯୬୦ କୋଟି ଟଙ୍କା ଖର୍ଚ୍ଚ କରିବେ। ସାତ ଦିନ ମଧ୍ୟରେ ଏହି ସହାୟତା ସମସ୍ତ ହିତାଧିକାରୀ ମାନଙ୍କୁ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଗରିବ ଲୋକଙ୍କ କଲ୍ୟାଣ ରାଜ୍ୟ ସରକାରଙ୍କ ସବୁଠାରୁ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ। କୋଭିଡର ପ୍ରଥମ ଓ ଦ୍ବିତୀୟ ଲହରୀ ଆମ ପାଇଁ ଆହ୍ବାନ ସୃଷ୍ଟି କରିଥିଲା । ଏହା ସେମାନଙ୍କ ଅର୍ଥିକ ଓ ସାମାଜିକ ଜୀବନ ଉପରେ ଗଭୀର ପ୍ରଭାବ ପକାଇଛି । ଗରିବ ଲୋକମାନେ ଏଥିରେ ବହୁତ କ୍ଷତି ସହିଛନ୍ତି । କୋଭିଡର ପ୍ରଭାବ ଏପର୍ଯ୍ୟନ୍ତ ମଧ୍ୟ ଯାଇନାହିଁ। ତେଣୁ ସେମାନଙ୍କର କଷ୍ଟକୁ ଦୂର କରିବା ପାଇଁ ରାଜ୍ୟ ସରକାର ଏହି ସହାୟତା ଯୋଗାଇ ଦେଉଛନ୍ତି।ଓମିକ୍ରନ ସଂପର୍କରେ ଲୋକଙ୍କୁ ସତର୍କ କରାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଜନସାଧାରଣଙ୍କ ସହଯୋଗରେ କୋଭିଡର ପ୍ରଥମ ଓ ଦ୍ବିତୀୟ ଲହରୀକୁ ଓଡିଶା ସଫଳ ଭାବରେ ମୁକାବିଲା କରିପାରିଛି । ବର୍ତ୍ତମାନ କୋଭିଡର ନୂଆ ଭାରିଏଣ୍ଟ ଓମିକ୍ରନ ତାର କାୟା ବିସ୍ତାର କରୁଛି । ତେଣୁ ଜନସାଧାରଣ ସତର୍କ ରହି କୋଭିଡ ନିୟମ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଥିଲେ । ମାସ୍କ ପିନ୍ଧିବା, ବାରମ୍ବାର ହାତ ଧୋଇବା, ସାମାଜିକ ଦୂରତ୍ବ ରକ୍ଷା କରିବା ଓ ଅତି ଆବଶ୍ୟକ ନ ହେଲେ ଭିଡକୁ ନ ଯିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଯୋଗ ଦେଇ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ କୋଭିଡ ପରିଚାଳନାରେ ଓଡିଶା ଦେଶର ମଡେଲ ହୋଇପାରିଛି। BSKY ଯୋଜନାର ଉଦାହରଣ ଦେଇ ସେ କହିଲେ ଯେ ଦେଶର ଅନ୍ୟ କୌଣସି ରାଜ୍ୟରେ ଜନସାଧାରଣଙ୍କୁ ଏତେ ବ୍ୟାପକ ଭାବରେ ସ୍ବାସ୍ଥ୍ୟସେବା ଯୋଜନାରେ ସାମିଲ କରାଯାଇପାରି ନାହିଁ । ପ୍ରଶାସନରେ ୫-ଟିର ପ୍ରୟୋଗ ଯୋଗୁ ସରକାରଙ୍କ ସମସ୍ତ ଲୋକାଭିମୁଖୀ କାର୍ଯ୍ୟକ୍ରମ ତ୍ବରାନ୍ବିତ ହୋଇପାରୁଛି ବୋଲି ମତ ଦେଇଥିଲେ ।ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ବିଭାଗର ପ୍ରମୁଖ ସଚିବ ଶ୍ରୀ ବୀର ବିକ୍ରମ ଯାଦବ ସ୍ବାଗତ ଭାଷଣ ଦେଇଥିଲେ ଓ ବିଭାଗୀୟ ଅତିରିକ୍ତ ଶାସନ ସଚିବ ଧନ୍ୟବାଦ ଅର୍ପଣ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ମନ୍ତ୍ରୀ ଓ ବିଧାୟକଗଣ, ୩୧୪ ବ୍ଲକ୍‌ର ହିତାଧିକାରୀ ମାନଙ୍କ ସହ ଉପସ୍ଥିତ ଥିଲେ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ଖାଦ୍ୟ ଉତ୍ପାଦନ କମିଶନର ଶ୍ରୀ ଆର୍‌.କେ. ଶର୍ମା ପ୍ରମୁଖ ଯୋଗ ଦେଇଥିଲେ।

ଉତ୍କଳ ବିଶ୍ୱବିଦ୍ୟାଳୟରେ ସ୍ନାତକୋତର ଆଇନ୍ ବିଭାଗରେ ଜାତୀୟସ୍ତରରେ କର୍ମଶାଳା…

( )ଉତ୍କଳ ବିଶ୍ୱବିଦ୍ୟାଳୟ ସ୍ନାତକୋତର ଆଇନ୍ ବିଭାଗ ତରଫରୁ ଜୁମ୍ ଆପ୍ ମାଧ୍ୟମରେ ଅନ୍‌ଲାଇନ୍‌ରେ (ୠକ୍ଟକ୍ସମର ଗବସରଙ୍କକ୍ସର ଠସଗ୍ଦ-ବ-ଙ୍ଖସଗ୍ଦ ଉକ୍ଟଙ୍ଖସୟ ୧୯) ବିଷୟକ ନେଇ ଏକ ଜାତୀୟ ସ୍ତରୀୟ କର୍ମଶାଳା ଆୟୋଜିତ ହୋଇଯାଇଛି । ଏହି କର୍ମଶାଳା ମୁଖ୍ୟବକ୍ତା ଭାବରେ ଜାଭିୟର୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମ୍ୟାନେଜମେଂଟ, ଜାମ୍‌ସେଦପୁରର, ଆଇନ୍ ବିଭାଗର ବରିଷ୍ଠ ପ୍ରଫେସର ଡ. ପ୍ରମୋଦ କୁମାର ପାଢ଼ି ବିଶେଷ ବକ୍ତାଭାବେ ଯୋଗ ଦେଇଥିଲେ ।
ଏହି କର୍ମଶାଳାରେ ସ୍ନାତକୋତର ଆଇନ୍ ବିଭାଗର ମୁଖ୍ୟ ଡ. ମନୋଜ କୁମାର ସାଡୁଆଳ, ଆସିଷ୍ଟାଂଟ ପ୍ରଫେସର ଡ. ଜ୍ଞାନେନ୍ଦ୍ର କୁମାର ସାହୁ, ଅଧ୍ୟାପିକା ଡ. ଝରାଶ୍ରୀ ପାଇକରାଏ, ଅଭିପ୍ସା ମହାନ୍ତି, ତନ୍ମୟ ପଟ୍ଟନାୟକ ଅନ୍‌ଲାଇନ୍ ମାଧ୍ୟମରେ ଯୋଗ ଦେଇଥିଲେ ।
କର୍ମଶାଳା ଆରମ୍ଭରେ ଡ. ଝରାଶ୍ରୀ ପାଇକରାୟ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିବା ବେଳେ ସ୍ନାତକୋତର ଆଇନ୍ ବିଭାଗ ମୁଖ୍ୟ ଡ. ମନୋଜ କୁମାର ସାଡୁଆଳ କର୍ମଶାଳା ବିଷୟରେ ସୂଚନା ଦେବା ସହ ସ୍ୱାଗତ ଅଭିଭାଷଣ ଓ କର୍ମଶାଳାର ଏକମାତ୍ର ଓ ବିଶେଷ ଅତିଥି ପ୍ରଫେସର ଡ. ପ୍ରମୋଦ କୁମାର ପାଢ଼ିଙ୍କ ବିଷୟରେ ପରିଚୟ ପ୍ରଦାନ କରିଥିଲେ । ସେହିପରି ପ୍ରଫେସର ପାଢ଼ି ନିଜର ସ୍ୱତନ୍ତ୍ର ଢ଼ଙ୍ଗରେ ପି.ପି.ଟି ମାଧ୍ୟମରେ ଖୁବ୍ ଆକର୍ଷଣର ସହିତ କର୍ମଶାଳାରେ ଆଇନ୍ ଛାତ୍ରଛାତ୍ରୀ, ଆଇନ୍ ଶିକ୍ଷକ, ଗବେଷକ, ସମାଜସେବୀ ଓ ବିଭିନ୍ନ ବିଭାଗରୁ କର୍ମଶାଳାରେ ଯୋଗ ଦେଇଥିବା ବ୍ୟକ୍ତିମାନଙ୍କୁ ଦୀର୍ଘ ଏକ ଘଂଟା ଧରି ବାନ୍ଧି ରଖିଥିଲେ । ସେ ଅନେକ ସୁନ୍ଦର ଓ ଚିତାକର୍ଷକ ଉଦାହରଣ ମାଧ୍ୟମରେ କଂଟ୍ରାକ ଆଇନ୍‌, ଫୋର୍ସ ମେଜର, କୋଭିଡ-୧୯ ପ୍ରଭାବ, ସମ୍ପର୍କ ଓ ଏହାର ଆଇନ୍‌ଗତ ଦିଗ ଉପରେ ଆଲୋଚନା କରିଥିଲେ । ଶେଷରେ ପ୍ରଶ୍ନପତ୍ର ଆଲୋଚନା ଓ ଅନୁଷ୍ଠାନର ଆସିଷ୍ଟାଂଟ ପ୍ରଫେସର ଡ. ଜ୍ଞାନେନ୍ଦ୍ର କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କର୍ମଶାଳାରେ ଉତ୍କଳ ବିଶ୍ୱବିଦ୍ୟାଳୟ ବ୍ୟତିତ ଓଡ଼ିଶାର ଅନ୍ୟ ଆଇନ୍ ମହାବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ, ଗବେଷକ, ବିଶେଷ ବ୍ୟକ୍ତିମାନେ ଯୋଗ ଦେଇଥିଲେ । ଅଧ୍ୟାପିକା ଡ. ଝରାଶ୍ରୀ ପାଇକରାୟ କାର୍ଯ୍ୟକ୍ରମକୁ ପରିଚାଳନା ଓ ତଦାରଖ କରିଥିଲେ ।

2 ଜଣ ଓମିକ୍ରନ ପଜିଟିଭ…

0

( ) ଗତ ନଭେମ୍ବର 21 ପରଠାରୁ ସର୍ଭେଲାନ୍ସ ରଖାଯାଇଥିଲା । 8800ରୁ ଅଧିକ ଯାତ୍ରୀ ବିଦେଶରୁ ଆସିଥିଲେ । 1600 ପାଖାପାଖି ଆଟ ରିସ୍କ କଣ୍ଟ୍ରିରୁ ଆସିଥିଲେ । ସେମାନଙ୍କ ଭିତରୁ 12 ଜଣ RTPCR ପଜିଟିଭ ହୋଇଥିଲେ । ପ୍ରଥମ ପର୍ଯ୍ୟାୟରେ 4 ପଜିଟିଭ ନମୁନର ଜିନାମ ସିକ୍ୱେନ୍ସିଂ ରୁ ଓମିକ୍ରନ ବାହାରି ନଥିଲା । ଦ୍ୱିତୀୟ ପର୍ଯ୍ୟାୟ ଜିନମ ସିକ୍ୱେନ୍ସିଂରୁ 2 ଜଣ ଓମିକ୍ରନ ପଜିଟିଭ ବୋଲି ଜଣାପଡିଛି । ଜଣେ ନାଇଜେରିଆ ଓ ଅନ୍ୟ ଜଣେ କତ୍ତରରୁ ଆସିଛନ୍ତି । ଉଭୟ ଭଲ ଅଛନ୍ତି । କଣ୍ଟାକ୍ତ ଟ୍ରେସିଂରୁ ଜଣେ 11 ଜଣ, 10 ଜଣଙ୍କ ସଂସ୍ପର୍ଶରେ ଆସିଥିବା ଚିହ୍ନଟ କରାଯାଇଛି । ସେମାନଙ୍କ ଉପରେ ନଜର ରଖାଯାଇଛି । ଜଣକର ଲକ୍ଷଣ ନାହିଁ । ଜଣକର ସ୍ୱଳ୍ପ ଲକ୍ଷଣ ରହିଛି ।
ବାଇଟ- ନିରଞ୍ଜନ ମିଶ୍ର, ଜନ ସ୍ଵାସ୍ଥ୍ୟ ନିର୍ଦ୍ଦେଶକ

ସାମ୍ବାଦିକଙ୍କୁ ତୁରନ୍ତ ଖଲାସ କରିବା ନେଇ ପୋଲିସ କମିଶନରଙ୍କୁ ଦାବିପତ୍ର ପ୍ରଦାନ…

( ) ମାଲକାନଗିରିର ଗିରଫ ସାମ୍ବାଦିକଙ୍କୁ ତୁରନ୍ତ ଖଲାସ କରିବା ଓ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ଲାଗି ଡିଜିଙ୍କ ଉଦେଶ୍ୟରେ ଓୟୁଜେ ସଭାପତି ପ୍ରସନ୍ନ ମହାନ୍ତିଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ପୋଲିସ କମିଶନରଙ୍କୁ ଦାବିପତ୍ର ପ୍ରଦାନ କଲେ ।

ମାଲକାନଗିରି ସାମ୍ବାଦିକଙ୍କ ସହ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତାଙ୍କ ଆଲୋଚନା….

{ } ମାଲକାନଗିରି ସାମ୍ବାଦିକଙ୍କ ଦାବି ଓ ସେମାନଙ୍କ ସମସ୍ୟା ସମ୍ପର୍କରେ ମାଲକାନଗିରି ସାମ୍ବାଦିକଙ୍କ ସହ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ରଞ୍ଜନ ମଙ୍ଗରାଜ ଆଜି ସନ୍ଧ୍ୟାରେ ଆଲୋଚନା କରିଛନ୍ତି। ଗତ ୧୭ତାରିଖରେ ୫ସାମ୍ବାଦିକଙ୍କ ଗିରଫକୁ ନେଇ ମାଲକାନଗିରି ଜିଲା ସଦର ମହକୁମାରେ ସାମ୍ବାଦିକଙ୍କ ଦ୍ବାରା ଚାଲୁ ରହିଥିବା ଆନ୍ଦୋଳନ ସକାଶେ ଗଠିତ ସମନ୍ବୟ କମିଟିର କୋର ଗ୍ରୁପର ସଦସ୍ୟଙ୍କ ସହ ଟେଲିଫୋନ ଯୋଗେ ଗଣମାଧ୍ୟମ ପରାମର୍ଶଦାତା ଶ୍ରୀ ମଙ୍ଗରାଜ ଆଲୋଚନା କରିଥିଲେ। ମୁଖ୍ୟତଃ ଗିରଫ ସାମ୍ବାଦିକଙ୍କ ପ୍ରତି ଅବିଚାର ହୋଇଥିବା, ସାମ୍ବାଦିକଙ୍କ ସମର୍ଥନରେ ସେ ସର୍ବଦା ରହିଥିବା ଏବଂ ସେମାନଙ୍କ ଦାବି ଓ ସମସ୍ୟା ନେଇ ରାଜ୍ୟ ସରକାରଙ୍କ ସହ ଆଲୋଚନା କରିବେ ବୋଲି ଶ୍ରୀ ମଙ୍ଗରାଜ ସାମ୍ବାଦିକଙ୍କୁ ନିର୍ଭରଯୋଗ୍ୟ ପ୍ରତିଶ୍ରୁତି ଦେଇଛନ୍ତି। ଏହି ଅବସରରେ ସମନ୍ବୟ କମିଟି କୋର ଗ୍ରୁପର ସଦସ୍ୟ ତଥା ଇଣ୍ଡିଆନ ଏକ୍ସପ୍ରେସର ଦେବ ପ୍ରସାଦ ଦାସ, କନକ ନ୍ୟୁଜର ଦେବବ୍ରତ ସାନା, ଓଟିଭିର ଜିତେନ୍ଦ୍ର ବେଉରିଆ, ସମ୍ବାଦର ପ୍ରେମେନ୍ଦ୍ର ପରିଚ୍ଛା, ‘ସକାଳ’ର ଅଶୋକ ମିଶ୍ର, ନନ୍ଦିଘୋଷର ଇଶ୍ବର ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ। କୋର ଗ୍ରୁପର ସଦସ୍ୟମାନେ ପୁଲିସର ଅମାନୁଷିକ ଅତ୍ୟାଚାର, ସାମ୍ବାଦିକଙ୍କ ଦାବି ଏବଂ ସମସ୍ୟା ବିଷୟରେ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ଶ୍ରୀ ମଙ୍ଗରାଜଙ୍କୁ ପ୍ରାଞ୍ଜଳ ବିବରଣୀ ପ୍ରଦାନ କରିଥିବା ଜଣାପଡ଼ିଛି।

କ୍ୟାବିନେଟ ନିଷ୍ପତ୍ତି ଉପରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା….

( )କ୍ୟାବିନେଟ ନିଷ୍ପତ୍ତି ଉପରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା

ଆଜି କ୍ୟାବିନେଟ୍ ବୈଠକରେ ମୁଖ୍ୟାଂଶ –

ବିଜୁ ପକ୍‌କା ଘର, ନିର୍ମାଣ ଶ୍ରମିକ ପକ୍କା ଘର ଓ ଖଣି ଅଞ୍ଚଳ ପକ୍କା ଘର ଯୋଜନାରେ ଘର ପାଇଥିବା ଲୋକଙ୍କୁ ଘର ମରାମତି ପାଇଁ ୩୦୦୦ ଟଙ୍କା ସହାୟତା

ସେହିପରି କେନ୍ଦ୍ର ଯୋଜନାରେ ଘର ଖଣ୍ଡିଏ ପାଇବାରୁ ବଞ୍ଚିତ ହୋଇ ଅସୁବିଧାରେ ଥିବା ପରିବାରକୁ ଘର ମରାମତି ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୫୦୦୦ ଟଙ୍କା ଲେଖାଏ ସହାୟତା

ଏହି ଉଭୟ ସହାୟତା ହିତାଧିକାରୀମାନଙ୍କ ବ୍ୟାଙ୍କ ଖାତାରେ ଜମା କରାଯିବ। ୩୦ ଲକ୍ଷ ପରିବାର ଉପକାର ପାଇବେ

ଏଥିପାଇଁ ୧୪୪୪ କୋଟି ଟଙ୍କା ଖର୍ଚ୍ଚ ହେବ । ରାଜ୍ୟ ସରକାରଙ୍କ ବିଜୁ ପକ୍କା ଘର ଯୋଜନାରୁ ଏ ଖର୍ଚ୍ଚ ବହନ କରାଯିବ

କେନ୍ଦ୍ର ଯୋଜନାରୁ ଘର ଆଣିବା ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମ ଜାରି ରହିବ। ଯଦି କେନ୍ଦ୍ର ସରକାର ରାଜ୍ୟବାସୀଙ୍କ ନ୍ୟାୟପୂର୍ଣ୍ଣ ଦାବୀକୁ ଗ୍ରହଣ ନ କରନ୍ତି, ତେବେ କେନ୍ଦ୍ର ଯୋଜନା ରୁ ବଞ୍ଚିତ ଲୋକଙ୍କୁ ରାଜ୍ୟ ସରକାର ଘର ଦେବାପାଇଁ ପଦକ୍ଷେପ ନେବେ

୨୦୧୪ରୁ ରାଜ୍ୟରେ ଗ୍ରାମାଞ୍ଚଳ ଗୃହ ନିର୍ମାଣ କାର୍ଯ୍ୟକ୍ରମରେ ରାଜ୍ୟ ସରକାର ଏ ପର୍ଯ୍ୟନ୍ତ ବାଇଶ ହଜାର କୋଟି ରୁ ଅଧିକ ଟଙ୍କା ଖର୍ଚ୍ଚ କରିଛନ୍ତି

ଆଜିଠୁ ଆରମ୍ଭ ହେଲା ବାୟୁ ସ୍ବାସ୍ଥ୍ୟ ସେଵା…

( ) ଆଜିଠୁ ମୁଖ୍ୟମନ୍ତ୍ରୀ ଙ୍କ ବାୟୁ ସ୍ବାସ୍ଥ୍ୟ ସେଵା ଆରମ୍ଭ ହେଲା। ଏସ ସି ବି ର ପାଞ୍ଚ ଜଣିଆ ଡାକ୍ତରିଦଳ ମାଲକାନଗିରି ଯାଇଛନ୍ତି।ସୁପରସ୍ପେଶାଲିଟି ବିଭାଗର ଡାକ୍ତର ସବୁ ଯାଇଛନ୍ତି।ଘର ପାଖରେ ଉତ୍ତମ ସ୍ବାସ୍ଥ୍ୟ ସେବା ଯୋଗାଇବାଏହି କାର୍ଯ୍ୟକ୍ରମ ର ଲକ୍ଷ ରହିଛି।ଭିତ୍ତିଭୂମି ସଜାଡି ବା ପାଇଁ ପୁର୍ବରୁ ଟିମ ଯାଇଛନ୍ତି। ପୁର୍ବରୁ ରୋଗୀ ଚିହ୍ନଟ ସରିଛି। ଚେକ ଅପ ସରିଛି।ଏଠାରୁ ବିଶେଷଜ୍ଞ ଗଲେ ଅପରେସନ କରିବେ। ଗୋଟିଏ ଦିନ ଅବଜରଭେସନରେ ରଖିବେ ତା ପରେ ପୁର୍ବରୁ ଯାଇଥିବା ଟିମ ନିରିକ୍ଷଣରେ ରୋଗୀ ଭଲହେବା ପର୍ଯ୍ୟନ୍ତ ରହିବେ। ବର୍ତ୍ତମାନ ଚାରୋଟି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ଙ୍କୁ ଏହି ସୁବିଧା ମିଳିବ। ଏହା ହେଉଛି ସୁପରସ୍ପେଶାଲିଟି ସେବା। କେଶ ଦେଖିକି ଡାକ୍ତରି ଦଳକୁ ପଠାଯିବ। ସିଡିଏମ ଓ ମାନେ ଜଣାଇବା ପରେ ଡାକ୍ତରି ଟିମ ପଠାଯିବ। ଓମିକ୍ରିନ ନେଇ ଡିଏମ ଇଟି ଙ୍କ ପ୍ରତିକ୍ରିୟା। ବିଦେଶରେ ଏହା ବହୁ ଜୋରରେ ବ୍ୟାପିଲାଣି।ନଭେମ୍ବରରେ କିଛି ଦେଶ ମଧ୍ୟରେ ସୀମିତ ଥିବାବେଳେ ଏବେ ଶହେ ପାଖାପାଖି ଛୁଇଁଲା ଣି।ଓମିକ୍ରିନ କ୍ଷିପ୍ର ବେଗରେ ବଢିଚାଲିଛି ତାକୁ ନଜରରେ ରଖି ଆମକୁ ସଜାଗ ହେଵାକୁ ପଡ଼ିବ।ଭ୍ୟାକ୍ସିନ ନେବା, କୋଭିଡ ନିୟମ ମାନିବା,ଅଯଥା ଭିଡ଼କୁ ଯିବାନାହି ଏତିକି କଲେ କେଶ ଲୋର୍ଡ଼ କମ ରହିବ ,ଆମେ ନିରାପଦ ରହିବା। ବିଦେଶ ଫେରନ୍ତା ସାତ ଜଣଙ୍କ ମଧ୍ୟରୁ ଚାରିଜଣ ନେଗେଟିଭ। ତିନି ଜଣଙ୍କ ଜିନମ ସିକ୍ୟୁଏନ୍ସ ପାଇଁ ଯାଇଛି ରିପୋର୍ଟ ଆସିନାହିଁ।ସ୍ବାସ୍ଥ୍ୟ ବସ୍ଥା ତାଙ୍କ ର ଭଲ ଅଛି। ଆମେ ନିୟମ ମାନି ଚଳିଲେ ତୄତୀୟ ଲହର ଆଶଙ୍କା କୁ ଏଡ଼ାଇ ଯାଇପାରିବା। ରମାରମଣ ମହାନ୍ତି, ଡିଏମ ଇଟି ସ୍ବାସ୍ଥ୍ୟ ବିଭାଗ ତୀକ୍ଷ୍ଣଦୄଷ୍ଟି ରଖିଛି।।ବ୍ୟସ୍ତ ହେବାର ନାହିଁ। ଯେତେବେଳେ ଯାହା ଦରକାର ନିଆ ଯାଇଛି।

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଉଦ୍‌ଘାଟନ ହେଲା ରାଜ୍ୟର ସବୁଠାରୁ ଦୀର୍ଘତମ ସେତୁ…

( )ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଓଡିଶାର ସବୁଠାରୁ ଦୀର୍ଘତମ ସେତୁ ଉଦ୍ଘାଟିତ।

ବଡମ୍ବା ନରସିଂହପୁରରୁ ବାଙ୍କୀ ବୈଦେଶ୍ବର ଏବଂ ମହାନଦୀରେ ସିଂହନାଥ ମନ୍ଦିରକୁ ସଂଯୋଗ କରୁଛି ଏହି ସେତୁ।

୩.୪ କିଲୋମିଟର ଦୀର୍ଘ ଏହି T-ଆକାରର ସେତୁ ପାଇଁ ବିନିଯୋଗ ହୋଇଛି ୧୧୧ କୋଟି ଟଙ୍କା।

{ } ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବଡମ୍ବା ଗୋପୀନାଥପୁର ଠାରେ ମହାନଦୀ ଉପରେ ରାଜ୍ୟର ସବୁଠାରୁ ଦୀର୍ଘତମ ସେତୁକୁ ଉଦ୍‌ଘାଟନ କରିଛନ୍ତି। ୩.୪ କିଲୋମିଟର ଦୀର୍ଘ ଏହି ସେତୁର ଆକାର ଇଂରାଜୀ T ଅକ୍ଷରୁ ସଦୃଶ । ଏହା ରାଜ୍ୟର ପ୍ରଥମ T ସେତୁ । ଏହା ସେ ଅଂଚଳବାସୀଙ୍କର ଦୀର୍ଘ ଦିନର ଦାବୀ ଥିଲା। ଆଜି ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଏହି ବହୁ ଆକାକ୍ଷିତ ସେତୁର ଉଦ୍ ଘାଟନ ସେ ଅଞ୍ଚଳର ଜନତାଙ୍କ ମଧ୍ୟ ରେ ବିପୁଳ ଉତ୍ସାହ ସୃଷ୍ଟି କରିଛି । ଏଥିପାଇଁ ୧୧୧ କୋଟି ଟଙ୍କା ବିନିଯୋଗ କରାଯାଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନୟକ ୨୦୧୪ ମସିହାରେ ଏଥିପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ।
ସେତୁ ଉଦ୍ ଘାଟନ ପରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଜନସାଧାରଣ ଙ୍କୁ ଆପଣମାନେ ଖୁସି ତ ବୋଲି ପଚାରିଥିଲେ । ଏବଂ ଜନତା ଆନନ୍ଦ ପ୍ରକାଶ ସହ ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଜଣାଇଥିଲେ ।

ଏହି ସେତୁ ବଡମ୍ବା ନରସିଂହପୁରରୁ ବାଙ୍କୀ ବୈଦେଶ୍ବରକୁ ସଂଯୋଗ କରିବା ସହିତ ନଦୀ ଅବସ୍ଥିତ ସିଂହନାଥ ମନ୍ଦିରକୁ ମଧ୍ୟ ସଂଯୋଗ କରୁଛି। ଏହାଦ୍ବାରା ବଡମ୍ବାରୁ ବାଙ୍କୀ ବୈଦେଶ୍ବରର ଦୂରତ୍ବ ୪୫ କିଲୋମିଟର ହ୍ରାସ ପାଇବ। ନିକଟସ୍ଥ ଅଞ୍ଚଳର ୫ ଲକ୍ଷରୁ ଉର୍ଦ୍ଧ୍ବ ଲୋକଙ୍କ ଗମନାଗମନରେ ସୁବିଧା ହେବ। ଏହି ଅଞ୍ଚଳରେ କୃଷି, ବାଣିଜ୍ୟ ଏବଂ ପର୍ଯ୍ୟଟନର ବିକାଶ ହେବ।

ଏହି କାର୍ଯ୍ୟକ୍ରମରେ ପୂର୍ତ୍ତମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ ମଲ୍ଲିକ, ବଡମ୍ବା ବିଧାୟକ ଶ୍ରୀ ଦେବୀପ୍ରସାଦ ମିଶ୍ର ଓ ବାଙ୍କୀ ବିଧାୟକ ଶ୍ରୀ ଦେବୀ ପ୍ରସନ୍ନ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ ।

ବାୟୁ ସ୍ବାସ୍ଥ୍ୟସେବା ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ…

( )‘ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା’ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ।

ମାଲକାନଗିରି, ନବରଙ୍ଗପୁର, ନୂଆପଡା ଓ କଳାହାଣ୍ଡିର ଜନସାଧାରଣ ପାଇବେ ଉତ୍କୃଷ୍ଟ ସ୍ବାସ୍ଥ୍ୟସେବା।

ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଡାକ୍ତରୀଦଳକୁ ନେଇ ମାଲକାନଗିରିକୁ ପ୍ରଥମ ବିମାନ ଉଡାଣର ଶୁଭାରମ୍ଭ।

{ } ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସ୍ଥାନୀୟ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦର ଠାରେ ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା’ ନାମରେ ଏକ ନୂତନ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ ଆଜି ମାଲକାନଗିରିକୁ ଏକ ଡାକ୍ତରୀ ଦଳକୁ ନେଇ ପ୍ରଥମ ବିମାନ ଉଡାଣ ଆରମ୍ଭ ହୋଇଛି। ଏହି ଯୋଜନାରେ ଆଦିବାସୀବହୁଳ ୪ଟି ଜିଲ୍ଲା ମାଲକାନଗିରି, ନବରଙ୍ଗପୁର, ନୂଆପଡା ଓ କଳାହାଣ୍ଡି ଜିଲ୍ଲାର ଜନସାଧାରଣ ଉତ୍କୃଷ୍ଟ ସ୍ବାସ୍ଥ୍ୟସେବା ପାଇପାରିବେ। ବିଭିନ୍ନ ମେଡିକାଲ କଲେଜ ଏବଂ କର୍ପୋରେଟ୍‌ ହସ୍‌ପିଟାଲର ଦକ୍ଷ ଓ ସ୍ବନାମଧନ୍ଯ ଡାକ୍ତରମାନେ ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁସାରେ ଏହିସବୁ ଜିଲ୍ଲାର ଚିକିତ୍ସାଳୟକୁ ବିମାନ ଯୋଗେ ଯାଇ ସେଠାରେ ହୃଦରୋଗୀ, ସ୍ନାୟୁରୋଗୀ, କିଡନୀ ଓ ମୂତ୍ରାଶୟ ରୋଗୀଙ୍କ ଭଳି ସୁପର ସ୍ପେସାଲିଟି ସେବା ଆବଶ୍ୟକ କରୁଥିବା ରୋଗୀଙ୍କ ପରୀକ୍ଷା ଓ ଚିକିତ୍ସା କରିବେ । ଏଥିପାଇଁ ସରକାର ସମସ୍ତ ଖର୍ଚ୍ଚ ବହନ କରିବେ ।

ଏହି ସେବାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଖୁସିବ୍ୟକ୍ତ କରିବା ସହିତ ଏହାଦ୍ବାରା ଏହି ୪ଟି ଜିଲ୍ଲାର ଗରିବ ଜନସାଧାରଣ ଉନ୍ନତ ସ୍ବାସ୍ଥ୍ୟସେବା ପାଇପାରିବେ ବୋଲି ଆଶାପ୍ରକାଶ କରିଛନ୍ତି।

ଏହି କାର୍ଯ୍ୟକ୍ରମ ରେ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନଵ ଦାସ, ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର ମୁଖ୍ୟମନ୍ତ୍ରୀ ଙ୍କ ସଚିବ 5T ଶ୍ରୀ ଭି କାର୍ତ୍ତିକ ପାଣ୍ଡିଆନ ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Follow us

20,832FansLike
0FollowersFollow
14,700SubscribersSubscribe

Latest news