ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଉଦ୍‌ଘାଟନ ହେଲା ରାଜ୍ୟର ସବୁଠାରୁ ଦୀର୍ଘତମ ସେତୁ…

( )ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଓଡିଶାର ସବୁଠାରୁ ଦୀର୍ଘତମ ସେତୁ ଉଦ୍ଘାଟିତ।

ବଡମ୍ବା ନରସିଂହପୁରରୁ ବାଙ୍କୀ ବୈଦେଶ୍ବର ଏବଂ ମହାନଦୀରେ ସିଂହନାଥ ମନ୍ଦିରକୁ ସଂଯୋଗ କରୁଛି ଏହି ସେତୁ।

୩.୪ କିଲୋମିଟର ଦୀର୍ଘ ଏହି T-ଆକାରର ସେତୁ ପାଇଁ ବିନିଯୋଗ ହୋଇଛି ୧୧୧ କୋଟି ଟଙ୍କା।

{ } ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବଡମ୍ବା ଗୋପୀନାଥପୁର ଠାରେ ମହାନଦୀ ଉପରେ ରାଜ୍ୟର ସବୁଠାରୁ ଦୀର୍ଘତମ ସେତୁକୁ ଉଦ୍‌ଘାଟନ କରିଛନ୍ତି। ୩.୪ କିଲୋମିଟର ଦୀର୍ଘ ଏହି ସେତୁର ଆକାର ଇଂରାଜୀ T ଅକ୍ଷରୁ ସଦୃଶ । ଏହା ରାଜ୍ୟର ପ୍ରଥମ T ସେତୁ । ଏହା ସେ ଅଂଚଳବାସୀଙ୍କର ଦୀର୍ଘ ଦିନର ଦାବୀ ଥିଲା। ଆଜି ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଏହି ବହୁ ଆକାକ୍ଷିତ ସେତୁର ଉଦ୍ ଘାଟନ ସେ ଅଞ୍ଚଳର ଜନତାଙ୍କ ମଧ୍ୟ ରେ ବିପୁଳ ଉତ୍ସାହ ସୃଷ୍ଟି କରିଛି । ଏଥିପାଇଁ ୧୧୧ କୋଟି ଟଙ୍କା ବିନିଯୋଗ କରାଯାଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନୟକ ୨୦୧୪ ମସିହାରେ ଏଥିପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ।
ସେତୁ ଉଦ୍ ଘାଟନ ପରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଜନସାଧାରଣ ଙ୍କୁ ଆପଣମାନେ ଖୁସି ତ ବୋଲି ପଚାରିଥିଲେ । ଏବଂ ଜନତା ଆନନ୍ଦ ପ୍ରକାଶ ସହ ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଜଣାଇଥିଲେ ।

ଏହି ସେତୁ ବଡମ୍ବା ନରସିଂହପୁରରୁ ବାଙ୍କୀ ବୈଦେଶ୍ବରକୁ ସଂଯୋଗ କରିବା ସହିତ ନଦୀ ଅବସ୍ଥିତ ସିଂହନାଥ ମନ୍ଦିରକୁ ମଧ୍ୟ ସଂଯୋଗ କରୁଛି। ଏହାଦ୍ବାରା ବଡମ୍ବାରୁ ବାଙ୍କୀ ବୈଦେଶ୍ବରର ଦୂରତ୍ବ ୪୫ କିଲୋମିଟର ହ୍ରାସ ପାଇବ। ନିକଟସ୍ଥ ଅଞ୍ଚଳର ୫ ଲକ୍ଷରୁ ଉର୍ଦ୍ଧ୍ବ ଲୋକଙ୍କ ଗମନାଗମନରେ ସୁବିଧା ହେବ। ଏହି ଅଞ୍ଚଳରେ କୃଷି, ବାଣିଜ୍ୟ ଏବଂ ପର୍ଯ୍ୟଟନର ବିକାଶ ହେବ।

ଏହି କାର୍ଯ୍ୟକ୍ରମରେ ପୂର୍ତ୍ତମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ ମଲ୍ଲିକ, ବଡମ୍ବା ବିଧାୟକ ଶ୍ରୀ ଦେବୀପ୍ରସାଦ ମିଶ୍ର ଓ ବାଙ୍କୀ ବିଧାୟକ ଶ୍ରୀ ଦେବୀ ପ୍ରସନ୍ନ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ ।

ବାୟୁ ସ୍ବାସ୍ଥ୍ୟସେବା ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ…

( )‘ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା’ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ।

ମାଲକାନଗିରି, ନବରଙ୍ଗପୁର, ନୂଆପଡା ଓ କଳାହାଣ୍ଡିର ଜନସାଧାରଣ ପାଇବେ ଉତ୍କୃଷ୍ଟ ସ୍ବାସ୍ଥ୍ୟସେବା।

ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଡାକ୍ତରୀଦଳକୁ ନେଇ ମାଲକାନଗିରିକୁ ପ୍ରଥମ ବିମାନ ଉଡାଣର ଶୁଭାରମ୍ଭ।

{ } ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସ୍ଥାନୀୟ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦର ଠାରେ ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା’ ନାମରେ ଏକ ନୂତନ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ ଆଜି ମାଲକାନଗିରିକୁ ଏକ ଡାକ୍ତରୀ ଦଳକୁ ନେଇ ପ୍ରଥମ ବିମାନ ଉଡାଣ ଆରମ୍ଭ ହୋଇଛି। ଏହି ଯୋଜନାରେ ଆଦିବାସୀବହୁଳ ୪ଟି ଜିଲ୍ଲା ମାଲକାନଗିରି, ନବରଙ୍ଗପୁର, ନୂଆପଡା ଓ କଳାହାଣ୍ଡି ଜିଲ୍ଲାର ଜନସାଧାରଣ ଉତ୍କୃଷ୍ଟ ସ୍ବାସ୍ଥ୍ୟସେବା ପାଇପାରିବେ। ବିଭିନ୍ନ ମେଡିକାଲ କଲେଜ ଏବଂ କର୍ପୋରେଟ୍‌ ହସ୍‌ପିଟାଲର ଦକ୍ଷ ଓ ସ୍ବନାମଧନ୍ଯ ଡାକ୍ତରମାନେ ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁସାରେ ଏହିସବୁ ଜିଲ୍ଲାର ଚିକିତ୍ସାଳୟକୁ ବିମାନ ଯୋଗେ ଯାଇ ସେଠାରେ ହୃଦରୋଗୀ, ସ୍ନାୟୁରୋଗୀ, କିଡନୀ ଓ ମୂତ୍ରାଶୟ ରୋଗୀଙ୍କ ଭଳି ସୁପର ସ୍ପେସାଲିଟି ସେବା ଆବଶ୍ୟକ କରୁଥିବା ରୋଗୀଙ୍କ ପରୀକ୍ଷା ଓ ଚିକିତ୍ସା କରିବେ । ଏଥିପାଇଁ ସରକାର ସମସ୍ତ ଖର୍ଚ୍ଚ ବହନ କରିବେ ।

ଏହି ସେବାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଖୁସିବ୍ୟକ୍ତ କରିବା ସହିତ ଏହାଦ୍ବାରା ଏହି ୪ଟି ଜିଲ୍ଲାର ଗରିବ ଜନସାଧାରଣ ଉନ୍ନତ ସ୍ବାସ୍ଥ୍ୟସେବା ପାଇପାରିବେ ବୋଲି ଆଶାପ୍ରକାଶ କରିଛନ୍ତି।

ଏହି କାର୍ଯ୍ୟକ୍ରମ ରେ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନଵ ଦାସ, ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର ମୁଖ୍ୟମନ୍ତ୍ରୀ ଙ୍କ ସଚିବ 5T ଶ୍ରୀ ଭି କାର୍ତ୍ତିକ ପାଣ୍ଡିଆନ ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

ବିଜେବି କଲେଜ ପ୍ରାକ୍ତନ ବିଦ୍ୟାର୍ଥୀ ସଂଘ “ବିଜେବି ଫ୍ରେଣ୍ଡସ୍” ର ସଭାଗୃହ ଉଦଘାଟିତ…

{ } ବିଜେବି କଲେଜ ପୁରାତନ ଛାତ୍ରଛାତ୍ରୀ ସଂଘ “ବିଜେବି ଫ୍ରେଣ୍ଡସ୍” ର ନୂତନ ସଭାଗୃହ ରବିବାର ଉଦଘାଟିତ ହୋଇଯାଇଛି | ବିଜେବି କଲେଜ ପରିସରରେ ନିର୍ମିତ ଏହି ଗୃହକୁ କଲେଜ ର ପୂର୍ବତନ ଛାତ୍ର ତଥା ଓଡ଼ିଶା ସରକାରଙ୍କ ବିଜ୍ଞାନ ଏବଂ ପ୍ରଯୁକ୍ତି, ସାମାଜିକ ସୁରକ୍ଷା, ସାର୍ବଜନୀନ ଉଦ୍ୟୋଗ ଏବଂ ଭିନ୍ନକ୍ଷମ ବ୍ୟକ୍ତିଙ୍କ ସଶକ୍ତିକରଣ ବିଭାଗ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଉଦଘାଟନ କରିଛନ୍ତି।ସଭାରେ ଯୋଗ ଦେଇ ଶ୍ରୀ ପଣ୍ଡା ଉପସ୍ଥିତ ପୂର୍ବତନ ଛାତ୍ରଛାତ୍ରୀ ମାନଙ୍କୁ ଉଦବୋଧନ ଦେବା ଅବସରରେ ରାଜ୍ୟ ସରକାରଙ୍କ ଦ୍ଵାରା ଆରମ୍ଭ କରାଯାଇଥିବା “ମୋ କଲେଜ ଅଭିଯାନ” ରେ ସାମିଲ ହେବାକୁ ଆହ୍ଵାନ ଦେଇଥିଲେ। ବିଜେବି କଲେଜ ର ଦ୍ଵିତୀୟ କ୍ୟାମ୍ପସ ନେଇ ସରକାର ଙ୍କ ନିକଟରେ ପ୍ରସ୍ତାବ ରହିଛି । ଖୁବ୍ ଶୀଘ୍ର ଏହାର ସ୍ଥାନ ନିରୂପଣ କରାଯାଇ କାର୍ଯ୍ୟ ଆରମ୍ଭ ହେବ ବୋଲି ଶ୍ରୀ ପଣ୍ଡା ସୂଚନା ଦେଇ ଥିଲେ।

ଏହି କାର୍ଯକ୍ରମ ରେ ଅନ୍ୟମ।ନଙ୍କ ମଧ୍ୟ ରେ ପୁରାତନ ଛାତ୍ର ତଥା ବିଜେବି ଫ୍ରେଣ୍ଡସ କୋର କମିଟି ସଦସ୍ୟ ଏବଂ ଓଡ଼ିଶା ବିଧାନସଭା ର ପୂର୍ବତନ ଉପବାଚସ୍ପତି ଓ ମନ୍ତ୍ରୀ ଶ୍ରୀ ବିଭୂତି ଭୁଷଣ ସିଂହ ମର୍ଦ୍ଦରାଜ, ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ ର ପୂର୍ବତନ ଡେପୁଟି ଗଭର୍ଣ୍ଣର ତଥା ବିଜେବି ଫ୍ରେଣ୍ଡସ ସଦସ୍ୟ ଶ୍ରୀ ହାରୁନ ଖାନ, ଅଶୋକ ମହାନ୍ତି, ଶିବାନନ୍ଦ ରାୟ, ଆର୍.କେ.ଚୌଧୁରୀ, କେ ସି ପାତ୍ର, ପି କେ ମହାନ୍ତି, ବିଜେବି କଲେଜର ଅଧ୍ୟକ୍ଷ ଶ୍ରୀ ନିରଞ୍ଜନ ମିଶ୍ର, ବିଜେବି ଫ୍ରେଣ୍ଡସ ର କାର୍ଯ୍ୟକାରୀ ସଭାପତି ଶ୍ରୀ ଦେବୁ ପଟନାୟକ ଓ ସାଧାରଣ ସମ୍ପାଦକ ଶ୍ରୀ ସତ୍ୟବ୍ରତ ଧୁପଲ ପ୍ରମୁଖ ଉପସ୍ଥିତ ଥିଲେ | ଏହି କାର୍ଯ୍ୟକ୍ରମରେ ବହୁ ପୁରାତନ ଛାତ୍ର ଛାତ୍ରୀ ଉପସ୍ଥିତ ରହି ଆଗାମୀ କାର୍ଯ୍ୟପନ୍ଥା ନେଇ ମତ ରଖିଥିଲେ ।

ଡୁମଡୁମା ସୁବାଷ ନଗର ବସ୍ତି ଉଚ୍ଛେଦକୁ ବିରୋଧ କରି ଧାରଣା ବସିଥିବା ବସ୍ତି ବାସିନ୍ଦାଙ୍କୁ ଭେଟିଲେ କଂଗ୍ରେସ ପ୍ରଭାରୀ ଏ. ଚେଳ୍ଲାକୁମାର ଏବଂ ସଭାପତି ନିରଞ୍ଜନ ପଟନାୟକ…

() ଡୁମଡୁମା ସୁବାଷ ନଗର ବସ୍ତି ଉଚ୍ଛେଦକୁ ବିରୋଧ କରି ଧାରଣା ବସିଥିବା ବସ୍ତି ବାସିନ୍ଦାଙ୍କୁ ଭେଟିଲେ କଂଗ୍ରେସ ପ୍ରଭାରୀ ଏ. ଚେଳ୍ଲାକୁମାର ଏବଂ ସଭାପତି ନିରଞ୍ଜନ ପଟନାୟକ। ବିଧାୟକ ସୁରେଶ ରାଉତରାୟ ଏବଂ ଭୁବନେଶ୍ଵର ଜିଲ୍ଳା ସଭାପତି ବିଶ୍ଵଜିତ ଦାସ ଏବଂ ରଶ୍ମି ମହାପାତ୍ରଙ୍କ ସହ ଅନ୍ୟ କଂଗ୍ରେସ ନେତା ମାନେ ମଧ୍ୟ ଭେଟିଲେ। ରାଜ୍ୟ ସରକାରଙ୍କ ବେଆଇନ ଉଛେଦକୁ ବିରୋଧ କରି 11 ଦିନ ହେବ ବସ୍ତି ମଧ୍ୟରେ ବସିଛନ୍ତି ବାସିନ୍ଦାମାନେ। କଂଗ୍ରେସ ନେତା ସେମାନଙ୍କୁ ଭେଟି ସେମାନଙ୍କୁ ସମର୍ଥନ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ଏହା ସହ ଥଇଥାନ ନହେବା ପର୍ଯ୍ୟନ୍ତ ଉଚ୍ଛେଦ ବେଆଇନ ବୋଲି କହିଛି କଂଗ୍ରେସ। ତେବେ ଭୁବନେଶ୍ବରରେ ହୋଇ ବି ଏହି ବସ୍ତି ବାସିନ୍ଦାଙ୍କ ଦୁଖ ମୁଖ୍ୟମନ୍ତ୍ରୀଙ୍କୁ କାହିଁକି ଶୁଭୁନି ବୋଲି ପ୍ରଶ୍ନ କଲେ ଚେଲ୍ଳାକୁମାର। ବସ୍ତିର ପ୍ରାୟ 18 ଟି ଘର ଭାଙ୍ଗିବାକୁ ନୋଟିସ ଦେଇଥିଲା ବିଡିଏ। ତାକୁ ବିରୋଧ କରି ଧାରଣାରେ ବସିଛନ୍ତି ବସ୍ତି ବାସିନ୍ଦା। 2017 ରୁ ଏହି ବସ୍ତିକୁ ଉଚ୍ଛେଦ କରିବାକୁ ଚେଷ୍ଟା କରୁଛି ବିଏମସି।
ବାଇଟ୍- ଏ ଚେଲ୍ଳାକୁମାର, ଓଡ଼ିଶା ପ୍ରଭରୀ, କଂଗ୍ରେସ
ବାଇଟ୍- ନିରଞ୍ଜନ ପଟ୍ଟନାୟକ, ପିସିସି ସଭାପତି

ତୃତୀୟ ଲହର ମୁକାବିଲା ଲାଗି ଆମେ ସମର୍ଥ ବୋଲି କହିଲେ ଜନସ୍ୱାସ୍ଥ୍ୟ ନିର୍ଦେଶକ…

( ) ତୃତୀୟ ଲହର ମୁକାବିଲା ଲାଗି ଆମେ ସମର୍ଥ ବୋଲି କହିଲେ ଜନସ୍ୱାସ୍ଥ୍ୟ ନିର୍ଦେଶକ । ଯେତେ ରୋଗୀ ଚିହ୍ନଟ ହେଲେ ମଧ୍ୟ ତାଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇଦେବୁ । ଆମେ ପ୍ରସ୍ତୁତ ରହିଛୁ । ବ୍ରିଟେନରେ ଯେମିତି ସଂକ୍ରମଣ ବଢ଼ୁଛି, ତୃତୀୟ ଲହର ସମ୍ଭାବନା ନିଶ୍ଚିତ । ଯାହା ସରକାରଙ୍କର ନିୟମାବଳୀ ରହିଛି, ଆନ୍ତର୍ଜାତିକ ଯାତ୍ରୀଙ୍କର ସର୍ଭେଲାନ୍ସ ଚାଲିଛି । ଆମେ ସତର୍କତା ବଢାଇଛୁ । ଓମିକ୍ରନ ଚିହ୍ନଟ ପାଇଁ ଜିନମ ସିକ୍ୱେନ୍ସିଂ ଆବଶ୍ୟକ । ତେଣୁ ସିକ୍ୱେନ୍ସିଂ ପାଇଁ ଯାଉଥିବା ନମୁନା ସଂଖ୍ୟା ବଢାଇବାକୁ କୁହାଯାଇଛି । ଏବେ ସୁଦ୍ଧା ରାଜ୍ୟକୁ ଆଟ ରିସ୍କ କଣ୍ଟ୍ରିରୁ 15 ଶହରୁ ଅଧିକ ଲୋକ ଆସିଲେଣି । ଯାହା ତଥ୍ୟ ଅଛି, ଓମିକ୍ରନର ଲକ୍ଷଣ ପୂର୍ବ ଭଳି ପ୍ରାୟ ସମାନ । ଦ୍ଵିତୀୟ ଲହରରେ ଯେଉଁ ଟ୍ରିଟମେଣ୍ଟ ଥିଲା, ଏବେ ବି ତାହା ରହିଛି । ଓମିକ୍ରନ ଯୋଗୁ ଯେଉଁ ପରିସ୍ଥିତି ସୃଷ୍ଟି ହେବ, ତାକୁ ସମ୍ଭାଳିବା ଲାଗି ଆମର କ୍ଷମତା ରହିଛି । ରୋଗୀ ସଂଖ୍ୟା ବୃଦ୍ଧି ସହ ତାଳ ଦେଇ ଭିତ୍ତିଭୂମି ବଢ଼ାଯିବ । ପୂର୍ବ ପ୍ରସ୍ତୁତି ସହ ଅକ୍ସିଜେନ, ବେଡ଼, ଜରୁରି ଔଷଧ ମହଜୁଦ ରଖାଯାଉଛି । ନିୟମିତ ଏହାର ତର୍ଜମା କରାଯାଉଛି ଓ ପ୍ରସ୍ତୁତି ଚାଲିଛି । ରାଜ୍ୟର ସମସ୍ତ କୋଭିଡ ହସ୍ପିଟାଲ, ଘରୋଇ ହସ୍ପିଟାଲରେ ସ୍ୱତନ୍ତ୍ର ଓମିକ୍ରନ ବ୍ଲକ ରଖିବାକୁ ନିର୍ଦେଶ ଦିଆଯାଇଛି ।
ବାଇଟ- ଡାକ୍ତର ନିରଞ୍ଜନ ମିଶ୍ର, ଜନସ୍ୱାସ୍ଥ୍ୟ ନିର୍ଦେଶକ

କାଲି ଆରମ୍ଭ ହେବ ଭିନ୍ନ ଏକ କ୍ରିକେଟ ଟୁର୍ଣ୍ଣାମେଣ୍ଟ ।

0

ବ୍ଯାସନଗର ( ବି.ନି.ଓ ) ୧୭/୧୨  : ଆସନ୍ତା କାଲି ଯାଜପୁର ରୋଡ ବ୍ୟାସନଗର ଏନସି ହାଇସ୍କୁଲ ପଡିଆରେ ଆୟୋଜିତ ହେବାକୁ ଯାଉଛି ଦୁଇ ଦିବସୀୟ ପ୍ରଥମ ଆନ୍ତଜିଲ୍ଲା ଦୃଷ୍ଟିବାଧିତ କ୍ରିକେଟ ଟୁର୍ଣ୍ଣାମେଣ୍ଟ। କଳିଙ୍ଗନଗର ଶିଳ୍ପାଞ୍ଚଳ ଅନ୍ତର୍ଗତ ଭିସା ଗ୍ରୁପ୍ ଓ ଭିନ୍ନକ୍ଷମ ସଶକ୍ତୀକରଣ କାର୍ଯ୍ୟ କରୁଥିବା ସାମାଜିକ ସଂଗଠନ ”ଆଶା ଅଭିଳାଷା” ମିଳିତ ଆନୁକୂଲ୍ୟରେ ଏହି ଚମକପ୍ରଦ ଟୁର୍ଣ୍ଣାମେଣ୍ଟର ଆୟୋଜନ କରାଯାଉଛି। ଆସନ୍ତା କାଲି ଏହାକୁ ମୂଖ୍ୟ ଅତିଥି ଭାବେ ଯୋଗଦେଇ  ଯାଜପୁର ଏସପି ରାହୁଲ ପିଆର୍ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ସେହିପରି ଦ୍ବିତୀୟ  ଦିବସର ଉଦଯାପନୀ ଉତ୍ସବରେ ମୁଖ୍ଯଅତିଥି ରୂପେ ଯୋଗଦେବେ ଯାଜପୁର ସାଂସଦ ଶର୍ମିଷ୍ଠା ସେଠୀ। ସ୍ଥାନୀୟ କୋରାଇ ବିଧାୟକ ଅଶୋକ କୁମାର ବଳ ମୁଖ୍ଯବକ୍ତା ରୂପେ ଯୋଗଦେବେ । ଉଭୟ ଉଦଘାଟନ ଓ ଉଦଯାପନ ଉତ୍ସବରେ ସ୍ବତନ୍ତ୍ର ସମ୍ମାନିତ ଅତିଥି ରୂପେ ଯୋଗଦେବେ କଳିଙ୍ଗନଗର ଭିସାଷ୍ଟିଲ କାରଖାନାର ନିର୍ଦ୍ଦେଶକ ମନୋଜ କୁମାର ଓ ଓଡିଶା ଦୃଷ୍ଟିବାଧିତ କ୍ରିକେଟ ଆସୋସିଏସନର ଜାତୀୟ ସ୍ତରର କର୍ମକର୍ତ୍ତା। ଏହି ଦୁଇଦିନର କାର୍ଯ୍ୟକ୍ରମରେ ବହୁ କ୍ରିଡାପ୍ରେମୀ ବ୍ୟକ୍ତିବିଶେଷ ଅନ୍ୟତମ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି କ୍ରିକେଟ ଟୁର୍ଣ୍ଣାମେଣ୍ଟ ରେ ୪ଟି ଜିଲ୍ଲାରୁ ଖେଳାଳୀମାନେ ଅଂଶଗ୍ରହଣ କରିବେ । ପ୍ରଥମ ଦିବସର ପ୍ରଥମ ମ୍ୟାଚ ବାଲେଶ୍ବର ଓ ଅନୁଗୁଳ ଜିଲ୍ଲା ମଧ୍ଯରେ ଅନୁଷ୍ଠିତ ହେବ ଓ ୨ୟ ମ୍ୟାଚ ମୟୁରଭଞ୍ଜ ଓ ଯାଜପୁର ଜିଲ୍ଲା ମଧ୍ଯରେ ଅନୁଷ୍ଠିତ ହେବ।୨ୟ ଦିନ ଏହାର ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇ ଉଭୟ ବିଜେତା ଏବଂ ରନର୍ସ ଦଳଙ୍କୁ ଅତିଥି ମାନଙ୍କ ଦ୍ବାରା ଟ୍ରଫି ପ୍ରଦାନ କରାଯିବ। ଏହି ଟୁର୍ଣ୍ଣାମେଣ୍ଟରେ ଉପସ୍ଥିତ ରହି ଦୃଷ୍ଟିବାଧିତ କ୍ରିଡାବିତ ମାନଙ୍କୁ ଉତ୍ସାହିତ କରିବା ପାଇଁ ଆଶା ଅଭିଳାଷା ସଂଗଠନ ପକ୍ଷରୁ ନିବେଦନ କରାଯାଇଛି। ପ୍ରଥମ କରି ଜିଲ୍ଲାରେ ଏପରି ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିବାରୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି। ସଂଗଠନ ପକ୍ଷରୁ ଏପରି ପଦକ୍ଷେପକୁ ସ୍ବାଗତ କରିବାସହ ଭିନ୍ନ ଏକ ପଦକ୍ଷେପ ଲାଗି  ପ୍ରଶଂସା କରିଛନ୍ତି।

ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ସ୍ମରଣୀୟ ମୁହୂର୍ତ୍ତ…

( ) ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ସ୍ମରଣୀୟ ମୁହୂର୍ତ୍ତ।

ଏକଥରକରେ ନିଯୁକ୍ତି ପାଇଲେ ୬୨୩୧ ଜଣ ଶିକ୍ଷକ।
ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ସୃଜନୀଶକ୍ତି ଓ

ଆତ୍ମବିଶ୍ବାସର ବିକାଶ ଦିଗରେ କାମ କରିବାକୁ ନବ ନିଯୁକ୍ତ ଶିକ୍ଷକ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ।

ଶିକ୍ଷା କ୍ଷେତ୍ରରେ ରୂପାନ୍ତରର ସଫଳ ସହଯୋଗୀ ଭାବରେ ଦାୟିତ୍ବ ତୁଲାଇବାକୁ ଶିକ୍ଷକ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ।

ପର୍ଯାୟ କ୍ରମେ ରାଜ୍ୟର ସବୁ ସରକାରୀ ଓ ଅନୁଦାନ ପ୍ରାପ୍ତ ହାଇସ୍କୁଲ 5T school transformation କାର୍ଯ୍ୟ କ୍ରମରେ ସାମିଲ ହେବ ମୁଖ୍ୟମନ୍ତ୍ରୀ।

{} ରାଜ୍ୟର ଶିକ୍ଷା ଇତିହାସରେ ଆଜି ଦିନଟି ସବୁବେଳେ ସ୍ମରଣୀୟ ହୋଇରହିବ । ନବୀନ ଓଡିଶା ଗଠନ ଦିଗରେ ଏକ ଯୁଗାନ୍ତକାରୀ ପଦକ୍ଷେପ ସ୍ବରୂପ ରାଜ୍ୟର ଶିକ୍ଷା ଓ ସ୍ବାସ୍ଥ୍ୟ – ଏହି ଦୁଇଟିଯାକ କ୍ଷେତ୍ରର ବିକାଶ ଉପରେ ରାଜ୍ୟ ସରକାର ପ୍ରାଥମିକତା ଦେଇଆସିଛନ୍ତି। ସାରା ରାଜ୍ୟର ସବୁ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ ତଥା ପ୍ରଥମ ପର୍ଯ୍ୟାୟର ୫-ଟି ହାଇସ୍କୁଲ ଟ୍ରାନ୍‌ସଫରମେସନ କାର୍ଯ୍ୟକ୍ରମରେ ୧୦୭୫ଟି ସ୍କୁଲର ରୂପାନ୍ତର ପରେ ପରେ ଆଉ ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପରେ ରାଜ୍ୟ ସରକାର ଆଜି ଏକାଥରକେ ୬୨୩୧ ଜଣ ଶିକ୍ଷକଙ୍କୁ ନିଯୁକ୍ତି ଦେଇଛନ୍ତି । ରାଜ୍ୟ ନିଯୁକ୍ତି ଇତିହାସରେ ଏହା ଏକ ସର୍ବକାଳୀନ ରେକର୍ଡ ।କଳିଙ୍ଗ ଷ୍ଟାଡିଅମରେ ଆୟୋଜିତ ନବ ନିଯୁକ୍ତ ଶିକ୍ଷକ-ଶିକ୍ଷୟତ୍ରୀ ମାନଙ୍କ orientation କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ଶିକ୍ଷା ହେଉଛି ସମାଜର ସାମୁହିକ ଆଶା ଓ ଆକାଂକ୍ଷାର ପ୍ରତିଫଳନ । ଶିକ୍ଷା ବ୍ୟବସ୍ଥାର ଆତ୍ମା ଭାବରେ ଶିକ୍ଷକ ମାନଙ୍କୁ ଅଭିହିତ କରି ଆମର ଭବିଷ୍ୟତ ପୀଢି ତଥା ନୂଆ ଓଡିଶା ଗଠନ ପାଇଁ ଆରମ୍ଭ ହୋଇଥିବା ଏହି ରୂପାନ୍ତରରେ ଶିକ୍ଷକ ମାନେ ସଫଳ ସହଯୋଗୀ ଭାବରେ ତାଙ୍କର ଦାୟିତ୍ବ ତୁଲାଇବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଜଣାଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପିଲାମାନେ ହେଉଛନ୍ତି ଅନନ୍ତ ସମ୍ଭାବନାର ପ୍ରତୀକ । ସେମାନଙ୍କ ମଧ୍ୟରେ ନୂଆ ଆଶା ଜାଗ୍ରତ କରିବା, ସେମାନଙ୍କର କଳ୍ପନାକୁ ଶକ୍ତି ଦେବା ଏବଂ ଅଧ୍ୟୟନ ପ୍ରତି ଆଗ୍ରହ ସୃଷ୍ଟି କରିବାରେ ଶିକ୍ଷକମାନେ ହିଁ ପ୍ରମୁଖ ଭୂମିକା ଗ୍ରହଣ କରିଥାନ୍ତି । ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ସୃଜନୀଶକ୍ତିର ବିକାଶ ତଥା ଆତ୍ମବିଶ୍ବାସ ବୃଦ୍ଧି ପାଇଁ କାମ କରିବାକୁ ମୁଖ୍ୟମନ୍ତ୍ରୀ ଶିକ୍ଷକ ମାନଙ୍କୁ ପରାମର୍ଶ ଦେଇଥିଲେ ।ଏହି ଅବସରରେ ପୂର୍ବତନ ରାଷ୍ଟ୍ରପତି ଡଃ ଏ.ପି.ଜେ ଅବଦୁଲ କାଲାମଙ୍କ ବକ୍ତବ୍ୟକୁ ଉଦ୍ଧୃତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମାଜରେ ଶିକ୍ଷକ ମାନଙ୍କର ଭୂମିକା ଯେପରି ଗୁରୁତ୍ବପୂର୍ଣ୍ଣ, ପୃଥିବୀରେ ଅନ୍ୟ କୌଣସି ବୃତ୍ତି ସେଭଳି ଗୁରୁତ୍ବ ବହନ କରେ ନାହିଁ । ତେଣୁ ଶିକ୍ଷକତା ପରି ଏକ ମହାନ ବୃତ୍ତିକୁ ଆପଣେଇ ଥିବାରୁ ମୁଖ୍ୟମନ୍ତ୍ରୀ ନବନିଯୁକ୍ତ ଶିକ୍ଷକ-ଶିକ୍ଷୟତ୍ରୀ ମାନଙ୍କୁ ଅଭିନନ୍ଦନ ଜଣାଇଥିଲେ ।

ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ଚାଲିଥିବା ରୂପାନ୍ତର ସଂପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୫-ଟି ହାଇସ୍କୁଲ ଟ୍ରାନ୍‌ସଫରେମେସନ କାର୍ଯ୍ୟକ୍ରମରେ ରାଜ୍ୟର ବିଭିନ୍ନ ସ୍କୁଲର ଭିତ୍ତିଭୂମିର ରୂପାନ୍ତର କରାଯାଇ ସ୍ମାର୍ଟ କ୍ଲାସ ରୁମ୍‌, ଇ-ଲାଇବ୍ରେରୀ, ଆଧୁନିକ ପରୀକ୍ଷାଗାର, ଉନ୍ନତ ପରିମଳ ବ୍ୟବସ୍ଥା, ଖେଳପଡିଆ ତଥା ସ୍କୁଲର ପରିବେଶକୁ ଶିକ୍ଷା ଅନୁକୂଳ କରିବା ପାଇଁ ସବୁ ପ୍ରକାର ପଦକ୍ଷେପ ନିଆଯାଇଛି । ଏପର୍ଯ୍ୟନ୍ତ ୧୦୭୫ଟି ସ୍କୁଲର ରୂପାନ୍ତରଣ ପ୍ରଥମ ପର୍ଯ୍ୟାୟରେ ଶେଷ ହୋଇଥିବା ବେଳେ, ପର୍ଯ୍ୟାୟକ୍ରମେ ରାଜ୍ୟର ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ ହାଇସ୍କୁଲର ରୂପାନ୍ତର କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ । ଶିକ୍ଷା ବ୍ୟବସ୍ଥାରେ ଡିଜିଟାଲ ଜ୍ଞାନକୌଶଳର ପ୍ରୟୋଗକୁ ବର୍ତ୍ତମାନ ପରିସ୍ଥିତିରେ ଜରୁରୀ ଆବଶ୍ୟକତା ଭାବେ ବର୍ଣ୍ଣନା କରି ଏଥିପାଇଁ ଶିକ୍ଷକମାନଙ୍କୁ ସ୍ବତନ୍ତ୍ର ତାଲିମ ଦିଆଯିବା ଉପରେ ସେ ଗୁରୁତ୍ବ ଆରୋପ କରିଥିଲେ । ନୂତନ ଶିକ୍ଷା ପରିବେଶରେ ପିଲାମାନଙ୍କୁ ସେମାନଙ୍କ ସ୍ବପ୍ନକୁ ସାକାର ରୂପ ଦେବାପାଇଁ ସବୁପ୍ରକାର ସୁଯୋଗ ଦିଆଯାଇଛି ବୋଲି ମତଦେଇ ଶିକ୍ଷାଦାନ ପ୍ରତି ଶିକ୍ଷକ ମାନଙ୍କର ପ୍ରତିବଦ୍ଧତା, ପିଲାମାନଙ୍କୁ ପ୍ରେରଣା ହିଁ ସେମାନଙ୍କୁ ସଫଳତାର ଶିଡି ଚଢିବାରେ ସକ୍ଷମ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଥିଲେ।ଏ ହି କାର୍ଯ୍ୟକ୍ରମ ରେ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ , ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ମନ୍ତ୍ରୀ ଶ୍ରୀ ସମୀର ଦାଶ ପ୍ରମୁଖ ଯୋଗ ଦେଇ ଶିକ୍ଷା ବ୍ଯବସ୍ଥା ରେ ରୂପାନ୍ତର ହି ନୂଆ ଓଡ଼ିଶାର ସ୍ବପ୍ନ ସାକାର କରିବ ଵୋଲି ମତ ଦେଇ ଥିଲେ ।ସୂଚନାଯୋଗ୍ୟ ଯେ ମାତ୍ର 47 ଦିନ ମଧ୍ୟ ରେ 6131 ଶିକ୍ଷକ ନିଯୁକ୍ତି ଦିଆଯାଇଛି ।ସେମାନଙ୍କ ମଧ୍ୟରେ 2236 ଜଣ arts teacher 1779 science 829 Hindi 796 Sanskrit PETଓ 3ଜଣ ତେଲୁଗୁ ଶିକ୍ଷକ ନିଯୁକ୍ତି ପାଇଛନ୍ତି ।

ସ୍ୱାସ୍ଥ୍ୟ କ୍ଷେତ୍ରରେ ବିପ୍ଳବ : ଉପକୂଳରୁ ଉପାନ୍ତ ସବୁଠି ମିଳିବ ମାଗଣା ଚିକିତ୍ସା….

() ମାଲକାନଗିରିରୁ ଆରମ୍ଭ । ଯାଜପୁରରେ ଶେଷ । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟକାର୍ଡ ବାଣ୍ଟି ସାରା ରାଜ୍ୟରେ ସଞ୍ଜୀବନୀ ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ସଂଧ୍ୟାରେ ପାରାମ୍ପରିକ ପରିବେଶରେ ଯାଜପୁରରେ ବଣ୍ଟାଗଲା ସ୍କାର୍ଟକାର୍ଡ । ଯେହେତୁ ଭର୍ଚୁଆଲରେ ରହିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସମାବେଶର ଦାୟିତ୍ବ ବହନ କରିଥିଲେ ଯାଜପୁର ବିଧାୟକ ତଥା ବିଜେଡି ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସ । ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟର ସର୍ବପୁରାତନ ପୌରାଞ୍ଚଳରେ ଉପସ୍ଥିତି ଥିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ, ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଅଶୋକ ପଣ୍ଡା ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ବିଭିନ୍ନ ସ୍ଥାନରେ ମଞ୍ଚ କରାଯାଇଥିଲା । ପ୍ରତି ମଞ୍ଚରେ ଉଦଯାପନୀ ଦିବସର ସମାରୋହ । ସାରା ରାଜ୍ୟର ଲୋକକଳା ମାଧ୍ୟରେ ଏହି ମହାନ ଜୀବନରକ୍ଷା ପର୍ବର ସମାପନ କରାଯାଇଛି । ପ୍ରଥମ ସ୍ମାର୍ଟକାର୍ଡ ପାଇଲେ ଯାଜପୁର ଜିଲ୍ଲାର ସୁଜାତା ପଣ୍ଡା । ଏଥିସହ ଯାଜପୁର ପାଇଲା ୨ ହଜାର କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ । ଦେଶର ସ୍ବାସ୍ଥ୍ୟ ସେବାର ଯାଜପୁର ଯୋଡ଼ି ହେଲା । ଯାହାକୁ ଏକ ମାଇଲଖୁଣ୍ଟର ଆଖ୍ୟା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଆତିଶବାଜିରେ ଝଲସିଲା ବିରଜାକ୍ଷେତ୍ର ।
ଗତ ୪ ମାସରୁ ଯାଜପୁର ଜିଲ୍ଲା ଅପେକ୍ଷା କରିଥିଲା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏହି ରକ୍ଷା କବଚ ପାଇଁ । ଆଶା ଆକାଂକ୍ଷା ଓ ଅପେକ୍ଷାର ଦମଦାର ଅବସାନ ଘଟିଲା । ଭର୍ଚୁଆଲରେ ହେଲେ ବି ନବୀନଙ୍କୁ ଦେଖି ଖୁସିରେ ବିଭୋର ହୋଇପଡ଼ିଲେ ଯାଜପୁରବାସୀ । ସମାରୋହକୁ ଆହୁରି ଲୋକପ୍ରିୟ କରିବାରେ କୌଣସି ପ୍ରୟାସକୁ ହାତଛଡ଼ା କରିନଥିଲେ ସ୍ଥାନୀୟ ବିଧାୟକ ପ୍ରଣବ । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟକାର୍ଡ ବାଣ୍ଟା ଆରମ୍ଭ ଦିନଠାରୁ ହି ପ୍ରଣବ ସକ୍ରିୟ ଭୂମିକା ଗ୍ରହଣ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତର କିଛି ଦିନ ପୂର୍ବରୁ ହି ଉପାନ୍ତ ହେଉ କି ସହରାଞ୍ଚଳ, ସବୁଠାରେ ସଭାସମିତି ଓ ମଞ୍ଚ ପ୍ରସ୍ତୁତ କରି ଏହି ଯୁଗାନ୍ତକାରୀ କାର୍ଯ୍ୟକୁ ସଫଳ ରୂପାୟନ କରିବାରେ ପ୍ରଣବ ସାରଥୀ ସାଜିଛନ୍ତି । ଆଉ ଯେବେ ନିଜ ମାଟିରେ କାର୍ଡ ବଣ୍ଟା ଗଲା, ସେ ପ୍ରଣବଙ୍କ ପାଇଁ କୌଣସି ଉତ୍ସବରୁ କମ ନଥିଲା ।
ସେ କଳାହାଣ୍ଡିରେ ଅପର୍ ଇନ୍ଦ୍ରାବତୀ ଜଳସେଚନ ଉଦଘାଟନ ହେଉ କି ପିପିଲି ଉପନିର୍ବାଚନ ବା ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ବିଜେଡିର ଗାଡ଼ ମଜବୁତ କରିବା, ସବୁଠାରୁ ଆଗରେ ପ୍ରଣବ ଠିଆ ହୋଇଛନ୍ତି । ତା ଭିତରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟକାର୍ଡ ବଣ୍ଟନ କାର୍ଯ୍ୟର ଦାୟିତ୍ବ ବହନ କରି ହାର୍ଡଟ୍ୟାକ୍ସ ମାଷ୍ଟରର ପରିଚୟ ଦେଇଛନ୍ତି ଯାଜପୁର ମାଟିର ଏହି ଲଢୁଆ ପୁଅ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସବୁ କାର୍ଯ୍ୟକ୍ରମ ଯେ ସଫଳତା ସହ ଆୟୋଜିତ ହେବ, ସେଥିପାଇଁ ଦୈନିକ ୩୦୦ କିଲୋମିଟରରୁ ଅଧିକ ଯାତ୍ରା କରୁଥିଲା ପ୍ରଣବ । ଆଉ ଏବେ ସମୟ ଆସିଛି, ଏହି ପରିଶ୍ରମର ଫାଇନାଲ ପରୀକ୍ଷାର । କାରଣ ଆଗକୁ ପଞ୍ଚାୟତ ନିର୍ବାଚନରେ ନବୀନଙ୍କ ନେତୃତ୍ବ ଓ ପ୍ରଣବଙ୍କ ପ୍ରୟାସ ଯେ ବିଜେଡି ପାଇଁ ଭଲ ଫଳ ଆଣିବ, ତାହା ଏବେଠାରୁ ରାଜେନୖତିକ ମହଲରେ ଆଲୋଚନା ହେଲାଣି ।

ବିରଜାକ୍ଷେତ୍ର ରେ ଲେଖା ହେଲା ବିକାଶର ନୂଆ କାହାଣୀ…

( ) ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଓଡିଶା ଇତିହାସର ସବୁଠାରୁ ବଡ ସଫଳତା।

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାରେ ସାମିଲ ହେଲା ସାରା ଓଡିଶା।

ସାରା ରାଜ୍ୟର ସାଢେ ତିନି କୋଟି ଲୋକ ପାଇବେ ସ୍ମାର୍ଟ ଚିକିତ୍ସା ସୁବିଧା।

ବର୍ତ୍ତମାନ ସୁଦ୍ଧା ୨ ଲକ୍ଷ ଲୋକ ସ୍ମାର୍ଟ କାର୍ଡରେ ଚିକିତ୍ସା ସୁବିଧା ପାଇଛନ୍ତି।

ସରକାର ଦେଇଛନ୍ତି ୨୭୮ କୋଟି ଟଙ୍କାର ସହାୟତା।

ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାରେ ଯୋଡି ହେଲା କେନ୍ଦ୍ରାପଡା ଓ ଯାଜପୁର।

କେନ୍ଦ୍ରାପଡାର ୧୧.୫୦ ଲକ୍ଷ ଓ ଯାଜପୁରର ୧୫.୪୦ ଲକ୍ଷ ଲୋକ ପାଇବେ ସ୍ମାର୍ଟ କାର୍ଡର ସୁବିଧା।

ସବୁଠାରୁ ଗରିବ ଲୋକ ସବୁଠାରୁ ଭଲ ହସ୍‌ପିଟାଲରେ ଚିକିତ୍ସା ପାଇପାରିବେ।

ଲୋକଙ୍କ ଚିକିତ୍ସା ଖର୍ଚ୍ଚ ଚିନ୍ତା ଦୂର ହେବା ଦ୍ବାରା ମୁଁ ବ୍ୟକ୍ତିଗତ ଭାବେ ବହୁତ ଖୁସି – ମୁଖ୍ୟମନ୍ତ୍ରୀ।

ହିତାଧିକାରୀଙ୍କ ସମବେତ ସ୍ବର ଧନ୍ୟବାଦ ମୁଖ୍ୟମନ୍ତ୍ରୀ।

କେନ୍ଦ୍ରାପଡାରେ ୧୫୦୦ କୋଟି ଓ ଯାଜପୁରରେ ୨୦୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ।

ସ୍ବାସ୍ଥ୍ୟସେବା ଇତିହାସରେ ଓଡିଶା ଆଜି ପାଇଛି ସବୁଠାରୁ ବଡ ସଫଳତା।

{ } ମାଲକାନଗିରି ରୁ ଅଗଷ୍ଟ ୨୦ ତାରିଖରେ ଆରମ୍ଭ ହୋଇଥିବା ସେବା ଓ ପ୍ରତିବଦ୍ଧତା ର ଏ ଅଭିଯାନ ଆଜି ଯାଜପୁର ରେ ଉଦ୍ ଯାପିତ ହୋଇଛି ।ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ସାମିଲ ହୋଇଛନ୍ତି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ କାର୍ଯ୍ୟକ୍ରମରେ । ରାଜ୍ୟର ଗରିବ ଲୋକଙ୍କ ପାଇଁ ସବୁଦିନ ପାଇଁ ଆଣିଛି ଚିକିତ୍ସା ଖର୍ଚ୍ଚରୁ ମୁକ୍ତି ।ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କେନ୍ଦ୍ରାପଡା ଓ ଯାଜପୁର ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଏହାସହିତ ରାଜ୍ୟର ୩୦ଟି ଜିଲ୍ଲା ଏହି ଯୋଜନାରେ ସାମିଲ ହୋଇଛନ୍ତି। କେନ୍ଦ୍ରାପଡାର ସାଢେ ୧୧ ଲକ୍ଷ ଲୋକ ଏହି ସୁବିଧା ପାଇବା ବେଳେ ଯାଜପୁରର ୧୫ ଲକ୍ଷ ୪୦ ହଜାର ଲୋକ ସ୍ମାର୍ଟ କାର୍ଡ ପାଇବେ ।ଏହି ଅବସରରେ ଉଭୟ ଜିଲ୍ଲାରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ରାଜ୍ୟବାସୀଙ୍କୁ ଚିକିତ୍ସା ଖର୍ଚ୍ଚ ଚିନ୍ତାରୁ ଦୂର କରିବ। ଖଣ୍ଡିଏ କାର୍ଡ ଧରି ରାଜ୍ୟର ସବୁଠାରୁ ଗରିବ ଲୋକଟିଏ ମଧ୍ୟ ଦେଶର ସବୁଠାରୁ ଭଲ ହସ୍‌ପିଟାଲରେ ବିନା ପଇସାରେ ପାଇପାରିବ ଚିକିତ୍ସା ସୁବିଧା। ଏହାଦ୍ବାରା ସେ ନିଜେ ବ୍ୟକ୍ତିଗତ ଭାବରେ ବହୁତ ଖୁସି ବୋଲି ପ୍ରକାଶ କରିଥିଲେ।ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡା ଜିଲ୍ଲାରେ ୧୫୦୦ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। କେନ୍ଦ୍ରାପଡା ସହିତ ବିଜୁ ବାବୁଙ୍କର ସଂପର୍କକୁ ମନେ ପକାଇ ସେ କହିଥିଲେ ଯେ କେନ୍ଦ୍ରାପଡା ଥିଲା ବିଜୁ ବାବୁଙ୍କ କର୍ମ ଭୂମି। କେନ୍ଦ୍ରାପଡାବାସୀଙ୍କ ସୁଖଦୁଃଖରେ ସେ ସାମିଲ ଥିଲେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ମଧ୍ୟ କେନ୍ଦ୍ରାପଡାର ମାଟି, ପାଣି ଓ ପବନରେ ବିଜୁ ବାବୁଙ୍କ ସ୍ମୃତି ଜଡିତ ହୋଇ ରହିଛି ।କେନ୍ଦ୍ରାପଡାରେ ଶିଳ୍ପର ବିକାଶ ପାଇଁ ବହୁ ଦିନ ଧରି ଦାବୀ ଥିଲା ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କେନ୍ଦ୍ରାପଡାରେ ଇସ୍ପାତ ଶିଳ୍ପ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ବିଶ୍ବ ପ୍ରସିଦ୍ଧ ଷ୍ଟିଲ କମ୍ପାନୀ ଆର୍‌ସେଲର ମିତ୍ତଲ ସହିତ ରାଜିନାମା କରିଛନ୍ତି । ଏହାଦ୍ବାରା କେନ୍ଦ୍ରାପଡା ଜିଲ୍ଲା ଦେଶର ଶିଳ୍ପ ମାନଚିତ୍ରରେ ଯୋଡି ହେବ ବୋଲି ସେ କହିଥିଲେ । କେନ୍ଦ୍ରାପଡାର ଭୂମିହୀନ ଚାଷୀମାନଙ୍କ ପାଇଁ ବଳରାମ ଯୋଜନାରେ ୨୧ ହଜାର ଚାଷୀଙ୍କୁ ୪୩ କୋଟି ଟଙ୍କାର ସହାୟତା ଦିଆଯାଇଛି ବୋଲି ପ୍ରକାଶ କରି ସେ କହିଥିଲେ ଯେ ଭୂମିହୀନ ଚାଷୀଙ୍କୁ ସହାୟତା ଦେବାରେ ଓଡିଶା ସାରା ଦେଶରେ ଏକ ନମ୍ବର। ଯାଜପୁରରେ ମୁଖ୍ୟମନ୍ତ୍ରୀ ୨୦୦୦ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଯାଜପୁରର ମିଶନ ଶକ୍ତିର ମା ମାନଙ୍କ କାମକୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେମାନଙ୍କର ବିଜିନେସକୁ ବଢାଇବା ପାଇଁ ୨୨୨ କୋଟି ଟଙ୍କାର ଋଣ ସହାୟତା ଦିଆଯାଇଛି। ଭଲ ପିଇବା ପାଣି ଉପରେ ରାଜ୍ୟ ସରକାରଙ୍କ ଗୁରୁତ୍ବ ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯାଜପୁର ମ୍ୟୁନିସ୍‌ପାଲଟିର ସବୁ ପରିବାରକୁ ପାଇପ ପାଣିର ସୁବିଧା ଦିଆଯାଇପାରିଛି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବ୍ୟାସନଗର ସହିତ ଆଉ ୮ଟି ବ୍ଲକ୍‌ରେ ପାଇପ ପାଣି ପାଇଁ ୧୦୦୦ କୋଟି ଟଙ୍କାର ପ୍ରକଳ୍ପ ଆରମ୍ଭ କରାଯାଇଛି। ସେହିପରି ବରି ଓ କୋରେଇ ବ୍ଲକ୍‌ ପାଇଁ ମଧ୍ୟ ପାଇପ ପାଣିର ପ୍ରକଳ୍ପ ପ୍ରସ୍ତୁତ କରାଯାଉଛି ବୋଲି ସେ କହିଥିଲେ। ୨୦୨୪ ସୁଦ୍ଧା ଜିଲ୍ଲାର ସବୁ ପରିବାରକୁ ପାଇପ ପାଣିର ସୁବିଧା ଯୋଗାଇ ଦିଆଯିବ ବୋଲି ସେ ଘୋଷଣା କରିଥିଲେ। ମୁଖ୍ୟମନ୍ତ୍ରୀ କହିଲେ ଯେ ଚଳିତ ବର୍ଷ ସେପ୍ଟେମ୍ବର ୧ ତାରିଖରୁ ସାରା ରାଜ୍ୟରେ BSKY Smart Health Card ରେ ସେବା ପ୍ରଦାନ ଆରମ୍ଭ ହୋଇଛି। ସେହି ଦିନ ଠାରୁ ଓଡିଶାର ସ୍ବାସ୍ଥ୍ୟ ସେବାରେ ଏକ ନୂଆ ଯୁଗର ଆରମ୍ଭ ହୋଇଛି ବୋଲି ସେ କହିଥିଲେ । ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ଆମର ଗରିବ ଲୋକମାନଙ୍କ ଚିନ୍ତା ଦୂର ହୋଇଛି। ଏଥିରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ବୋଲି ସେ କହିଥିଲେ। ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ।ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ହିତାଧିକାରୀ ମାନଙ୍କୁ ଏହି smart card ବିଷୟରେ ପଚାରିବାରୁ ସେମାନେ ଏ କାର୍ଡ ପାଇ ବହୁତ ଖୁସି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଜଣା ଇଥିଲେ।ଏହି କାର୍ଯ୍ୟକ୍ରମରେ କେନ୍ଦ୍ରାପଡାରେ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବକିଶୋର ଦାସ, ଜଳସଂପଦ ଏବଂ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ, କେନ୍ଦ୍ରାପଡା ବିଧାୟକ ଶ୍ରୀ ଶଶୀ ଭୂଷଣ ବେହେରା ଏବଂ ଯାଜପୁରରେ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବକିଶୋର ଦାସ, ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ଦାଶ ପ୍ରମୁଖ ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ନେତୃତ୍ବ ଯୋଗୁ ଓଡିଶା ଆଜି ସ୍ବାସ୍ଥ୍ୟ ଠାରୁ ଆରମ୍ଭ କରି ଶିକ୍ଷା, ଭିତ୍ତିଭୂମି ଓ ଶିଳ୍ପ କ୍ଷେତ୍ରରେ ଓଡିଶା ଆଜି ଏକ ଆଗୁଆ ରାଜ୍ୟ ଭାବରେ ଦେଶରେ ଆଦର୍ଶ ସୃଷ୍ଡି କରିପାରିଛି ବୋଲି ସେମାନେ କହିଥିଲେ। ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ଓଡିଶା ଦେଶର ସର୍ବଶ୍ରେଷ୍ଠ ରାଜ୍ୟ ଭାବରେ ସୁନାମ କରିବ ବୋଲି ସେମାନେ ମତବ୍ୟକ୍ତ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ସରକାରୀ ମୁଖ୍ୟ ସଚେତକ ଶ୍ରୀମତୀ ପ୍ରମିଳା ମଲ୍ଲିକ ବିଧାୟକ ଶ୍ରୀ ପ୍ରଣବ ପ୍ରକାଶ ଦାସଙ୍କ ସମେତ ଯାଜପୁର ର ସମସ୍ତ ବିଧାୟକ ଓ ସାସଦ ଉପସ୍ଥିତ ଥିଲେ ।
ଏହି କାର୍ଯ୍ୟକ୍ରମ ରେ ରାଜ୍ୟର ତିରିଶ ଜିଲ୍ଲା ର କଳାକାର ମାନେ ଯୋଗ ଦେଇଥିଲେ ।ଶେଷରେ ଆକର୍ଷଣୀୟ ଆତସବାଜି ପ୍ରଦର୍ଶନ କରାଯାଇଥିଲା ।

ପଞ୍ଚାୟତ ନିର୍ବାଚନ ନେଇ ଖୁବଶୀଘ୍ର ବସିବ ସର୍ବ ଦଲିୟ ବୈଠକ….

{ } ପଞ୍ଚାୟତ ନିର୍ବାଚନ ନେଇ ଖୁବଶୀଘ୍ର ବସିବ ସର୍ବ ଦଲିୟ ବୈଠକ। ବୈଠକ ପରେ ଘୋଷଣା ହେବ ତ୍ରୀସ୍ତରିୟ ପଞ୍ଚାୟତ ନିର୍ବାଚନ ତାରିଖ। ଡିସେମ୍ବର ଶେଷ ସପ୍ତାହରେ ପ୍ରକାଶ ପାଇପଖରେ ବିଙ୍ଗ୍ୟପ୍ତି। ଡିସେମ୍ବର ଚାରି ତାରିଖରେ ଜିଲ୍ଲା ସ୍ତରରେ ପ୍ରକାଶ ପାଇଛି ଚୁଡାନ୍ତ ଭୋଟ ର ତାଲିକା। ଗତଥର ଅପେକ୍ଷା ଏଥର ବଢିଛି ଭୋଟର ଙ୍କ ସଂଖ୍ୟା।,କମିଛି ୱର୍ଡ଼ ସଂଖ୍ୟା। ୯୧ହଜାର୯୧୩ ୱର୍ଡ଼ ରେ ହେବ ଭୋଟ ଗ୍ରହଣ।୨୦୧୭ରେ ଭୋଟର ସଂଖ୍ୟା ଥିଲା ୨ କୋଟି ୬୧ଲକ୍ଷ,ଏଥଳ ୨ କୋଟି ୬୩ ଲକ୍ଷ ହେବା ସମ୍ଭାବନା।ରାଜ୍ୟ ନିର୍ବାଚନ ଆୟୋଗ ସଚିବ ଙ୍କ ସୂଚନା।

Follow us

20,832FansLike
0FollowersFollow
14,700SubscribersSubscribe

Latest news