୨୧ ବର୍ଷ ପରେ ଭାରତ ପାଇଲା ବ୍ରହ୍ମାଣ୍ଡ ସୁନ୍ଦରୀ…

( ) ୨୧ ବର୍ଷ ପରେ ଭାରତ ପାଇଲା ବ୍ରହ୍ମାଣ୍ଡ ସୁନ୍ଦରୀ
୨୧ ବର୍ଷ ପରେ ଭାରତକୁ ମିସ ୟୁନିଭର୍ସ ଟାଇଟଲ,ହରନାଜ କୈର ସିଦ୍ଧୁ ହେଲେ ମିସ୍ ୟୁନିଭର୍ସ-୨୦୨୧, ୮୦ ସୁନ୍ଦରୀକୁ ପଛରେ ପକାଇ ହାତେଇଲେ ଟାଇଟଲ ହାତେଇଲେ l

ଆନ୍ଧ୍ର ରେ ଚିହ୍ନଟ ହେଲା ଓମିକ୍ରନ…

{} ପଡୋଶୀ ଆନ୍ଧ୍ର ରେ ଓମିକ୍ରନ ସଂକ୍ରମିତ ଚିହ୍ନଟ ହେବା ପରେ ସଜାଗ ହେଲା ଓଡ଼ିଶା । ରାଜ୍ୟର ସମସ୍ତ ବଡ଼ର ଜିଲ୍ଲା ଗୁଡିକୁ ସଜାଗ କରାଇଲେ ସରକାର । ଏ ନେଇ ପ୍ରତିକ୍ରିୟା ରଖି ଡ଼ିଏମଇଟି କହିଛନ୍ତି ଆନ୍ଧ୍ରରେ ଓମିକ୍ରନ ବାହାରିବା ନେଇ ଆମ ପାଖରେ ଖବର ଅଛି । କିନ୍ତୁ ଏଥି ପାଇଁ ରାଜ୍ୟବାସୀ ଭୟଭିତ କି ଆତଙ୍କିତ ହୁଅନ୍ତୁ ନାହିଁ । ଯେଉଁମାନେ ବିଦେଶରୁ ଆସୁଛନ୍ତି ସେମାନଙ୍କର ବିମାନ ବନ୍ଦରରେ ଟେଷ୍ଟିଂ କରାଯାଉଛି । ଏ ପର୍ଯ୍ୟନ୍ତ ଆମ ଓଡିଶାରେ କୌଣସି ଓମିକ୍ରନ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କ୍ଲଷ୍ଟରରୁ ପିଜେଟିଭ ହେଉଥିବା କିମ୍ୱା ବିଦେଶ ଫେରନ୍ତାନ୍କର ଆମେ ଜିନମସିକ୍ୟୁସେସିଂ କରାଯାଉଛି ।

ଭୁତାଣୁର ଭୟାବହତା ବଢୁଥିବାରୁ ଏଥିପାଇଁ ଆମକୁ ସଜାଗ ରହିବାକୁ ହେବ…

( ) ରାଜ୍ୟର 87 ପ୍ରତିଶତ ଲୋକ ପ୍ରଥମ ଡୋଜ ଟୀକା ନେଇ ସାରିଛନ୍ତି
– 13 ପ୍ରତିଶତ ଲୋକ ଟୀକା ନେଇ ନାହାନ୍ତି,ଯାହାର ସଂଖ୍ୟା 41 ଲକ୍ଷ
– ସମସ୍ତଙ୍କୁ ନିବେଦନ ସମସ୍ତେ ଶ୍ୱତ ପ୍ରବୃତ୍ତ ଭାବେ ଟୀକା ନିଅନ୍ତୁ
– ଯାହାଦ୍ୱାରା ଡିସେମ୍ବର ଶେଷ ସୁଦ୍ଧା ଆମର ପ୍ରଥମ ଡୋଜ ଶେଷ ହେବ। ଏହା ଆମର ଲକ୍ଷ୍ୟ ।
– ରାଜ୍ୟର 54 ପ୍ରତିଶତ ଲୋକ ସେକେଣ୍ଡ ଡୋଜ ନେଇଛନ୍ତି
– ଓମିକ୍ରନ ଭୁତାଣୁର ଭୟାବହତା ବଢୁଥିବାରୁ ଏଥିପାଇଁ ଆମକୁ ସଜାଗ ରହିବାକୁ ହେବ ।
– ମୟୁରଭଞ୍ଜ,କନ୍ଧମାଳ ଓ କଟକ ଭଲି ଜିଲ୍ଲାରେ ପ୍ରଥମ ଡୋଜ ଟୀକା କରଣ ହାର ବହୁତ କମ ରହିଛି ।
ବାଇଟ – ବିଜୟ ପାଣିଗ୍ରାହୀ, ପରିବାର କଲ୍ୟାଣ ନିର୍ଦ୍ଦେଶକ

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନା ସାମିଲ ହେଲା କଟକ ଓ ଖୋର୍ଦ୍ଧା ଜିଲ୍ଲା…

( )ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନା
ସାମିଲ ହେଲା କଟକ ଓ ଖୋର୍ଦ୍ଧା ଜିଲ୍ଲା।

ସାରା ରାଜ୍ୟର ୨୬ଟି ଜିଲ୍ଲା ସାମିଲ।

କଟକର ୧୮ ଲକ୍ଷ ଓ ଖୋର୍ଦ୍ଧାର ୧୪ ଲକ୍ଷ ଲୋକ ପାଇବେ ସ୍ମାର୍ଟ କାର୍ଡର ସୁବିଧା।

ସୁସ୍ଥ ଓଡିଶା ଓ ସୁଖୀ ଓଡିଶା ଲକ୍ଷ୍ୟ ପୂରଣ ଦିଗରେ ରାଜ୍ୟ ସରକାରଙ୍କର ପ୍ରତିବଦ୍ଧତାର୍ ନିଦର୍ଶନ ହେଉଛି ସ୍ମାର୍ଟ ହେଲ୍‌ଥ କାର୍ଡ – ମୁଖ୍ୟମନ୍ତ୍ରୀ।

ଓଡିଆ ସ୍ୱାଭିମାନର ସୁରକ୍ଷା ପାଇଁ ଲଢେଇ ଜାରୀ ରହିବ – ମୁଖ୍ୟମନ୍ତ୍ରୀ।

ବିଶ୍ୱନାଥ ପଣ୍ଡିତ ପାଠାଗାରକୁ ଅତ୍ୟାଧୁନିକ କରାଯିବ – ମୁଖ୍ୟମନ୍ତ୍ରୀ।

କଟକରେ ୨୫୦୦ କୋଟି ଓ ଖୋର୍ଦ୍ଧାରେ ୧୦୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ।

{} ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। କଟକର ୧୮ ଲକ୍ଷ ଲୋକ ଏହି ସୁବିଧା ପାଇବା ବେଳେ ଖୋର୍ଦ୍ଧାର ପ୍ରାୟ ୧୪ ଲକ୍ଷ ଲୋକ ସ୍ମାର୍ଟ କାର୍ଡ ପାଇବେ । ଏହାସହିତ ରାଜ୍ୟର ୨୬ଟି ଜିଲ୍ଲାର ଜନସାଧାରଣ ଏହି କାର୍ଯ୍ୟକ୍ରମରେ ସାମିଲ ହେଲେ ।ଏହି ଅବସରରେ ମୁଖ୍ୟମନ୍ତ୍ରୀ କଟକ ଜିଲ୍ଲାରେ ୨୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। କଟକ ବାଲିଯାତ୍ରା ପଡିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସୁସ୍ଥ ଓଡିଶା ଓ ସୁଖୀ ଓଡିଶା ଲକ୍ଷ୍ୟ ପୂରଣ ଦିଗରେ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତାର ନିଦର୍ଶନ ହେଉଛି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ । ସ୍ୱାସ୍ଥ୍ୟ ହିଁ ସମ୍ପଦ । ଜନସାଧାରଣଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ଦିଗରେ ଏହି କାର୍ଡ ରକ୍ଷା କବଚ ଭଳି ସେବା ଯୋଗାଇ ଚାଲିବ ବୋଲି ସେ କହିଥିଲେ । କଟକର SCB Medical College କୁ ଏକ ବିଶ୍ୱସ୍ତରୀୟ ସ୍ୱାସ୍ଥ୍ୟ ସେବା ଅନୁଷ୍ଠାନ ଭାବରେ ଗଢିବା ପାଇଁ ସରକାରଙ୍କ ପଦକ୍ଷେପ ବିଷୟରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗାମୀ ଦିନରେ ଦେଶର ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏକ ମାଇଲ ଖୁଣ୍ଟ ହୋଇ ରହିବ। କଟକବାସୀଙ୍କ ପ୍ରିୟ ଶ୍ରମିକ ନେତା ବିଶ୍ୱନାଥ ପଣ୍ଡିତଙ୍କୁ ସ୍ମରଣ କରି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ଯେ ବିଶ୍ୱନାଥ ପଣ୍ଡିତ ସେଣ୍ଟ୍ରାଲ ଲାଇବ୍ରେରୀକୁ ପୁରୀ-ଅନୁଗୁଳ ବସ୍‌ଷ୍ଟାଣ୍ଡ ନିକଟରେ ପୁନଃସ୍ଥାପିତ କରାଯାଇ ଏକ ଅତ୍ୟାଧୁନିକ ଲାଇବ୍ରେରୀ ଭାବରେ ନିର୍ମାଣ କରାଯିବ।ସେହିପରି ବେଗୁନିଆଠାରେ ଖୋର୍ଦ୍ଧା ଜିଲ୍ଲା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଆରମ୍ଭ କରି ମୁଖ୍ୟମନ୍ତ୍ରୀ ସେଠାରେ ଏକ ହଜାର କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଥିଲେ । ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଖୋର୍ଦ୍ଧା ମାଟି ହେଉଛି ପ୍ରଥମ ସ୍ୱାଧୀନତା ସଂଗ୍ରାମର ଭୂମି। ଓଡିଆ ସ୍ୱାଭିମାନ ପାଇଁ ଲଢେଇ କରିଥିବା ବୀର ପାଇକମାନଙ୍କୁ ପ୍ରଣାମ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଆ ଜାତିକୁ ତାର ହକ୍‌ ଦେବା ପାଇଁ ଆମର ଲଢେଇ ଜାରି ରହିବ ।ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମିଶନ ଶକ୍ତିର ମାଆମାନେ ହେଉଛନ୍ତି ନୂଆ ଯୁଗର ସାରଥୀ । ଖୋର୍ଦ୍ଧାର ମିଶନ ଶକ୍ତିର ମାଆମାନେ ଭଲ କାମ କରୁଥିବାରୁ ଖୁସି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଖୋର୍ଦ୍ଧାରେ ୨୬ ହଜାରରୁ ଅଧିକ ମିଶନ ଶକ୍ତିର ମାଆମାନେ ୩୨ କୋଟିରୁ ଅଧିକ ଟଙ୍କା ଋଣ ନେଇ ସାରା ରାଜ୍ୟରେ ରେକର୍ଡ କରିଛନ୍ତି । ସେଥିପାଇଁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଅଭିନନ୍ଦନ ଜଣାଇଥିଲେ ।ଉଭୟ ଜିଲ୍ଲାରେ ହିତାଧିକାରୀମାନଙ୍କୁ ସ୍ମାର୍ଟ ହେଲ୍‌ଥ କାର୍ଡ ପ୍ରଦାନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ରାଜ୍ୟବାସୀଙ୍କ ଚିକିତ୍ସା ଚିନ୍ତା ଦୂର କରିବା ସହିତ ବିକାଶ କ୍ଷେତ୍ରରେ ସମସ୍ତଙ୍କର ଯୋଗଦାନ ବୃଦ୍ଧି ପାଇବ । ଏହାଦ୍ୱାରା ରାଜ୍ୟ ବିକାଶର ଶିଖର ଛୁଇଁବ ବୋଲି ସେ ଆଶା ଓ ବିଶ୍ୱାସ ପ୍ରକଟ କରିଥିଲେ ।ମୁଖ୍ୟମନ୍ତ୍ରୀ କହିଲେ ଯେ ଚଳିତ ବର୍ଷ ସେପ୍ଟେମ୍ବର ୧ ତାରିଖରୁ ସାରା ରାଜ୍ୟରେ BSKY Smart Health Card ରେ ସେବା ପ୍ରଦାନ ଆରମ୍ଭ ହୋଇଛି। ସେହି ଦିନ ଠାରୁ ଓଡିଶାର ସ୍ବାସ୍ଥ୍ୟ ସେବାରେ ଏକ ନୂଆ ଯୁଗର ଆରମ୍ଭ ହୋଇଛି ବୋଲି ସେ କହିଥିଲେ । ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ଆମର ଗରିବ ଲୋକମାନଙ୍କ ଚିନ୍ତା ଦୂର ହୋଇଛି। ଏଥିରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ବୋଲି ସେ କହିଥିଲେ। ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ।ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ।ଏହି କାର୍ଯ୍ୟକ୍ରମରେ କଟକରେ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ, ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ପଞ୍ଚାୟତି ରାଜ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା, ବଡମ୍ବା ବିଧାୟକ ଶ୍ରୀ ଦେବୀ ପ୍ରସାଦ ମିଶ୍ର ପ୍ରମୁଖ ଯୋଗ ଦେଇଥିବା ବେଳେ ଖୋର୍ଦ୍ଧାରେ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା, କ୍ରୀଡା ଓ ଯୁବସେବା ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା, ବେଗୁନିଆ ବିଧାୟକ ଶ୍ରୀ ରାଜେନ୍ଦ୍ର ସାହୁ ପ୍ରମୁଖ ଯୋଗ ଦେଇଥିଲେ। ସେମାନେ ବିଭିନ୍ନ କ୍ଷେତ୍ରରେ ରାଜ୍ୟର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବର ଉଚ୍ଚ ପ୍ରଶଂସା କରିଥିଲେ । ରାଜ୍ୟରେ ବିକାଶର ନୂତନ ଧାରା ସାରା ଦେଶକୁ ରାସ୍ତା ଦେଖାଇଛି ବୋଲି ସେମାନେ କହିଥିଲେ। ସ୍ବାସ୍ଥ୍ୟ ଠାରୁ ଆରମ୍ଭ କରି ଶିକ୍ଷା, ଭିତ୍ତିଭୂମି ଓ ଶିଳ୍ପ କ୍ଷେତ୍ରରେ ଓଡିଶା ଆଜି ଏକ ଆଗୁଆ ରାଜ୍ୟ ଭାବରେ ଦେଶରେ ଆଦର୍ଶ ସୃଷ୍ଡି କରିପାରିଛି ବୋଲି ସେମାନେ ମତବ୍ୟକ୍ତ କରିଥିଲେ ।

ନେପାଳ ରାଷ୍ଟଦୂତଙ୍କ ସୋଆ ପରିଦର୍ଶନ…

{ } ନୂଆ ଦିଲ୍ଲୀରେ ଅବସ୍ଥାପିତ ନେପାଳ ଦୂତାବାସର ରାଷ୍ଟ୍ରଦୂତ ଦାୟିତ୍ୱରେ ଥିବା ଶ୍ରୀ ରାମ ପ୍ରସାଦ ସୁବେଦୀ ଶନିବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଦର୍ଶନ କରିବା ସହ ଏହାର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡ.) ମନୋଜରଞ୍ଜନ ନାୟକଙ୍କୁ ସାକ୍ଷାତ କରିଛନ୍ତି ।bସାକ୍ଷାତ ଆଲୋଚନା ସମୟରେ ଶ୍ରୀ ସୁବେଦୀ ସୋଆର ପାଠ୍ୟକ୍ରମ, ଉଚ୍ଚ ର‌୍ୟାଙ୍କିଙ୍ଗ ଏବଂ ଆଉଟରିଚ କାର୍ଯ୍ୟକ୍ରମର ପ୍ରଶଂସା କରିବା ସହ କୋଭିଡ ମହାମାରୀ ଯୋଗୁ ଲକଡାଉନ ସମୟରେ ଏଠାରେ ଶିକ୍ଷା ଗ୍ରହଣ କରୁଥିବା ନେପାଳୀ ଛାତ୍ରଛାତ୍ରୀମାନଙ୍କର ଉତମ ଭାବରେ ଯତ୍ନ ନେଇଥିବାରୁ ଉଚ୍ଚ ପ୍ରଶଂସା କରିଛନ୍ତି । ସେହି ସମୟରେ ଛାତ୍ରଛାତ୍ରୀମାନଙ୍କ ଅଭିଭାବକମାନେ ସେମାନଙ୍କ ସୁରକ୍ଷା ନେଇ ନିଶ୍ଚିତ ଥିଲେ ବୋଲି ସେ କହିଛନ୍ତି । ସେ କହିଛନ୍ତି ଯେ ନେପାଳି ଦୂତାବାସ ନେପାଳି ବହିଗୁଡିକୁ ଓଡ଼ିଆ ଭାଷାରେ ଅନୁବାଦ କରିବାରେ ସମସ୍ତ ସହଯୋଗ କରିବ ଏବଂ ନେପାଳୀ ଶିକ୍ଷା କନକ୍ଲେଭରେ ସୋଆର ଯୋଗଦାନକୁ ଉତ୍ସାହିତ କରିବ । ଏହି ଆଲୋଚନା ସମୟରେ ଶ୍ରୀ ସୁବେଦୀଙ୍କ ସହିତ ଦୂତାବାସର ଫାଷ୍ଟ ସେକ୍ରେଟାରୀ ଶ୍ରୀ ଓମ୍ କୁମାର ଭଣ୍ଡାରୀ, କାଉନସେଲର ଶ୍ରୀ ଗାୟତ୍ରୀ ରମଣ ଖାନାଲ ଏବଂ ସୋଆର ୟୁନିଭର୍ସିଟି ଆଉଟରିଚ କାର୍ଯ୍ୟକ୍ରମର ନିର୍ଦ୍ଦେଶକ ଡ. ନଚିକେତା କେ. ଶର୍ମା ଉପସ୍ଥିତ ଥିଲେ।

୪ ମାସ ଚାଉଳ ଯୋଗାଇବେ ରାଜ୍ୟ ସରକାର…

( ) ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଆଉ ୪ ମାସ ଚାଉଳ ଯୋଗାଇବେ ରାଜ୍ୟ ସରକାର।

ଚଣ୍ଡୀ ପ୍ରସାଦ ମହାନ୍ତି ହେଲେ ନୂଆ ସେନା ମୁଖ୍ୟ…

() ଚଣ୍ଡୀ ପ୍ରସାଦ ମହାନ୍ତି ନୂଆ ସେନା ମୁଖ୍ୟଭାବେ ଦାଇତ୍ୱ ନେଲେ l

କଂଗ୍ରେସ ନେତା ତଥା ବିଧାୟକ ସିଏସ୍ ରାଜନ ଏକ୍କାଙ୍କ ପ୍ରତିକ୍ରିୟା…

( ) ବିଧାୟକ ଦଳ ରାହୁଲ ଗାନ୍ଧୀଙ୍କୁ ଚିଠି ଲେଖିବା ପ୍ରସଙ୍ଗ । କଂଗ୍ରେସ ନେତା ତଥା ବିଧାୟକ ସିଏସ୍ ରାଜନ ଏକ୍କାଙ୍କ ପ୍ରତିକ୍ରିୟା । କଂଗ୍ରେସର ସଂଗଠନକୁ କିପରି ମଜବୁତ କରଯାଇ ପାରିବ ସେ ନେଇ ଆମର ସିଏଲପି ବୈଠକରେ ଆଲୋଚନା ହୋଇଛି । ଗ୍ରାଉଣ୍ଡ ରିଆଲିଟି କୁ ଜାଣିବା ପରେ ବି ତାକୁ ନ ମାନିକି ଯଦି କାର୍ଯ୍ୟ କରିବା ତାହା ହେଲେ କିଛି ହେବ ନାହିଁ । ପିସିସି କେମିତି କାର୍ଯ୍ୟ କରୁଛି ତାହା ଏଆଇସିସି ନିଷ୍ପତ୍ତି ନେବ । ଏଠି ଆମେ କଂଗ୍ରେସ କୁ କେମିତି ମଜବୁତ କରାଯିବ ନିର୍ବାଚନ ଆମେ ଲଢ଼ିବୁ ସେ ବିଷୟରେ ଗ୍ରାଉଣ୍ଡ ରିଆଲିଟି ନେଇ ବିସ୍ତୃତ ଆଲୋଚନା କରିଛୁ । ବିଧାନସଭା ପରେ ଆଉଥରେ ବୈଠକ ବସିବ । ସେହି ବୈଠକ ପରେ ବିଧାୟକ ଦଳ ତାର ଚୂଡାନ୍ତ ରଣନୀତି ପ୍ରସ୍ତୁତ କରିବ ।

ରାହୁଲ ଗାନ୍ଧୀଙ୍କୁ ଚିଠି ପ୍ରସଙ୍ଗ ରେ ପ୍ରତିକ୍ରିୟା ରଖିଲେ ବିଧାୟକ ସନ୍ତୋଷ ସିଂ ସାଲୁଜା

( ) କଂଗ୍ରେସ ବିଧାୟକ ଦଳର ରାହୁଲ ଗାନ୍ଧୀଙ୍କୁ ଚିଠି ପ୍ରସଙ୍ଗ। ପ୍ରତିକ୍ରିୟା ରଖିଲେ ବିଧାୟକ ସନ୍ତୋଷ ସିଂ ସାଲୁଜା। ନିର୍ବାଚନ ସମୟ ପାଖେଇ ଆସୁଥିବାବେଳେ ଦଳୀୟ ନେତାମାନେ ଅନ୍ୟ ଦଳକୁ ଚାଲି ଯାଉଛନ୍ତି। ତୃଣମୂଳ ସ୍ତରରେ ସଂଗଠନ ଦୁର୍ବଳ ହେବାରେ ଲାଗିଛି। ଏଭଲି ସ୍ଥିତିରେ ପିସିସି ଓ ଏଆଇସିସି ସ୍ତରରେ ଆଲୋଚନା ହେବାର ଆବଶ୍ୟକତା ରହିଛି।

କଂଗ୍ରେସକୁ ସୁଦୃଢ଼ କରିବା ପାଇଁ ଏକ ଶକ୍ତ ପଦକ୍ଷେପ ନେବାକୁ ରାହୁଲ ଗାନ୍ଧୀଙ୍କୁ ଚିଠି ଲେଖିଲା କଂଗ୍ରେସ ବିଧାୟକ ଦଳ…

{}କଂଗ୍ରେସକୁ ସୁଦୃଢ଼ କରିବା ପାଇଁ ଏକ ଶକ୍ତ ପଦକ୍ଷେପ ନେବାକୁ ରାହୁଲ ଗାନ୍ଧୀଙ୍କୁ ଚିଠି ଲେଖିଲା କଂଗ୍ରେସ ବିଧାୟକ ଦଳ। ଆଗକୁ ପଂଚୟତ ପୌର ଓ ସମବାୟ ନିର୍ବାଚନ ଆସୁଛି। ବିଜେଡି ବିଜେପି ଉପରୁ ଲୋକେ ଆସ୍ଥା ତୁଟାଇ ସାରିଲେଣି। କଂଗ୍ରେସକୁ ଉପରେ ଲୋକେ ଆସ୍ଥା ପ୍ରକଟ କଲେଣି। ଏଭଳି ସ୍ଥିତିରେ ଦଳକୁ ସୁସଙ୍ଗଠିତ କରିବା ସହିତ ସମସ୍ତ ଦଳୀୟ ନେତା ଓ କର୍ମୀଙ୍କୁ ଗୋଟିଏ ଛତା ତଳେ ଏକତ୍ରିତ କରିବା ପାଇଁ ନିଷ୍ପତ୍ତି ନେବାକୁ ରାହୁଲ ଗାନ୍ଧୀଙ୍କୁ ଅବଗତ କରାଯାଇଛି। ରାହୁଲ ଗାନ୍ଧୀଙ୍କୁ ଭେଟି ଆଲୋଚନା କରିବା ପାଇଁ କଂଗ୍ରେସ ବିଧାୟକ ଦଳ ସମୟ ମାଗିଥିବା କହିଲେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି। ହାଇକମାଣ୍ଡ ଯାହା ନିଷ୍ପତ୍ତି ନେବେ ସେହି ଅନୁଯାୟୀ କାର୍ଯ୍ୟ କରାଯିବ ବୋଲି କହିଲେ ତାରା।

Follow us

20,832FansLike
0FollowersFollow
14,700SubscribersSubscribe

Latest news