ନରେନ୍ଦ୍ର ମୋଦିଙ୍କ ନିଷ୍ପତି ୩ କୃଷି ଆଇନକୁ ସରକାର ରଦ୍ଧ କରିବେ!…

{}ଗଣତନ୍ତ୍ରର ବିଜୟ, ଅହଂକାରର ପରାଜୟ।

ନରେନ୍ଦ୍ର ମୋଦିଙ୍କ ନିଷ୍ପତି ୩ କୃଷି ଆଇନକୁ ସରକାର ରଦ୍ଧ କରିବେ!।

ଆଜି କୃଷକର ବିଜୟ, ଗଣତନ୍ତ୍ରର ବିଜୟ, ସଂଖ୍ୟାର ପରାଜୟ।

( ) ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରି କହିଛନ୍ତି ଯେ ତାଙ୍କ ସରକାର ଯେଉଁ ତିନୋଟି କୃଷି ଆଇନକୁ ପାରିତ କରିଥିଲା ସେ ସମସ୍ତ କୃଷି ଆଇନକୁ ଆସନ୍ତା ଶୀତକାଳୀନ ଅଧିବେସନରେ ପାଲ୍ୟାମେଂଟରେ ରୁଦ୍ଧ କରାଯିବ । ଆଜକୁ ଦୀର୍ଘ ୧୩ ମାସ କାଳ ଧରି କୃଷକମାନେ ଏହି କଳା କୃଷି ଆଇନ ବିରୋଧରେ ଶାନ୍ତିପୂର୍ଣ୍ଣ ଭାବରେ ଆନ୍ଦୋଳନ ଜାରିରଖିଛନ୍ତି । ସାରା ଭାରତବର୍ଷର ଅର୍ଣ୍ଣଦାତା ଏ ଆଇନକୁ ରୁଦ୍ଧ ବା ଆଇନର ପରିବର୍ତନ କରିବା ପାଇଁ ବାରମ୍ବାର ମୋଦି ସରକାରଙ୍କର ଦୃଷ୍ଟି ଆକର୍ଷଣ କରିଥିଲେ । ଆଜି ପ୍ରଦେଶ କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଅଖିଳ ଭାରତ କଂଗ୍ରେସ କମିଟିର ସାଧାରଣ ସଂପାଦକ ଡଃ ଏ ଚେଲ୍ଲା କୁମାର ସାମ୍ବାଦିକ ମାନଙ୍କୁ ଉଦ୍‌ବୋଧନ ଦେଇ କହିଥିଲେ ଭାରତ ବର୍ଷର ନରେନ୍ଦ୍ର ମୋଦି ସରକାର ଯେଉଁ କଳା କୃଷି ଆଇନ ପ୍ରଣୟନ କରିଥିଲେ ତାହା ଆଜି ସେ ନିଜେ ଏବଂ ତାଙ୍କ ସରକାର ଏ ଆଇନକୁ ରୁଦ୍ଧ କରିବାର ଘୋଷଣା କରିଛନ୍ତି । ଏଥିରୁ ସ୍ପଷ୍ଟ ପ୍ରମାଣିତ ଭାରତବର୍ଷର କୋଟି କୋଟି କୃଷକ ଯେଉଁ ଆନ୍ଦୋଳନ ଜାରି ରଖିଥିଲେ ତାହା ନ୍ୟାୟ ସଂଗତ ଓ କୃଷକ ବିରୋଧି ଥିଲା ବୋଲି ଏଥିରୁ ସ୍ପଷ୍ଟ ପ୍ରମାଣିତ । ଏହି ବିଜୟ ଭାରତ ବର୍ଷର କୃଷକଙ୍କର ବିଜୟ, ଗଣତନ୍ତ୍ରର ବିଜୟ , ସତ୍ୟର ବିଜୟ ଓ ଅହଂକାରର ପରାଜୟ ବୋଲି ସେ କହିଥିଲେ । ଦୀର୍ଘ ୭ ବର୍ଷ ଧରି ନରେନ୍ଦ୍ର ମୋଦି ଯେଉଁ ସବୁ ଆଇନ ପାସ କରିଛନ୍ତି ସେ ବିମୁଦ୍ରିକରଣ ହେଉ, ଜିଏଷ୍ଟି ହେଉ ବା ଆଜି ଯେଉଁ ରାଷ୍ଟ୍ରୀୟ ସଂପତି ବିକ୍ରି କରିବାର ନିଷ୍ପତି ବି ହେଉ ଏ ସମସ୍ତ ଜନବିରୋଧି ନିଷ୍ପତି ଥିଲା । ଗତ ସାରା ଭାରତ ବର୍ଷରେ ଯେଉଁ ନିର୍ବାଚନ ହୋଇଥିଲା କଂଗ୍ରେସ ଦଳର ସଫଳତା ଏବଂ ବିଜେପିର ମୁଳପୋଛ ଆଜି ବାଧ୍ୟ କରିଛି ସରକାରକୁ ନିଜ ଅହଂକାର ଓ ଦାମ୍ଭିକତାରୁ ହଟିବାପାଇଁ । କଂଗ୍ରେସ ଯେତେ ଅଧିକ ଶକ୍ତିଶାଳୀ ହେବ ମୋଦି ସରକାର ସମସ୍ତ ନୀୟମକୁ ପୁଣିଥରେ ପରିବର୍ତନ କରିବେ । କଂଗ୍ରେସ ଦଳ ଏହି କୃଷକ ଆନ୍ଦୋଳନ ସହିତ ସଂପୂର୍ଣ୍ଣ ଭାବେ ଜଡ଼ିତ ଥିଲା ଏବଂ ରହିବ ମଧ୍ୟ । ଯେପର୍ଯ୍ୟନ୍ତ ଏହା ପାଲ୍ୟାମେଂଟରେ ରିପିଲି ହୋଇନାହିଁ । ଖାଲି ସେତିକି ନୁହେଁ କୃଷକ ମାନଙ୍କ ସହିତ କଂଗ୍ରେସ ଦଳ କାନ୍ଧକୁ କାନ୍ଧ ମିଳାଇ ଏମଏସପିକୁ ଆଇନ ଦ୍ୱାରା ସୀକୃତି ଏବଂ ଗ୍ୟାରେଂଟି ଦେବା ପର୍ଯ୍ୟନ୍ତ ଲଢ଼େଇ ଜାରି ରଖିବ । ପ୍ରଦେଶ କଂଗ୍ରେସ କମିଟିର ସଭାପତି ଶ୍ରୀଯୁକ୍ତ ନିରଞ୍ଜନ ପଟ୍ଟନାୟକ ସାମ୍ବାଦିକ ମାନଙ୍କୁ ଉଦ୍‌ବୋଧନ ଦେଇ କହିଥିଲେ ଆଜି ଯେଉଁ ୭୦୦ ରୁ ଅଧିକ କୃଷକ ମୃତ୍ୟୁବରଣ କଲେ ସେମାନଙ୍କ ପଛପଟୁରୁ ଗାଡ଼ି ଚଢ଼ାଇ ଓ ଟ୍ରାକ୍ଟର ଚଢ଼ାଇ ମାରିଦିଆଗଲା ଏବଂ ତାଙ୍କ ନାଁରେ ବିଭିନ୍ନ ଆତଙ୍କ ବାଦ ଆଇନ ବଳରେ ଯେଉଁ କେସ ଦାୟର ହୋଇଛି ସେଥିପାଇଁ ନରେନ୍ଦ୍ର ମୋଦି ଦାୟୀ ରହିବେ କି ନାହିଁ ବୋଲି ପ୍ରଶ୍ନ ପଚାରିଛନ୍ତି । ଆଜି ଯଦି ସରକାର ନିଷ୍ପତି ନେଇପାରିଲେ ତାହାହେଲେ କାହଁକି କୃଷକମାନଙ୍କୁ ଆତଙ୍କ ବାଦୀ ବୋଲି ଚିତ୍ରଣ କରାଯାଇଥିଲା । ଏବଂ ସେମାନେ ଖଲିସ୍ଥାନୀ ବିଦ୍ରୋହି ବୋଲି କୁହାଯାଇଥିଲା । ସେମାନେ ବିଦେଶରୁ ପର୍ଯ୍ୟପ୍ତ ଚାନ୍ଦା ଆଣି ଦେଶ ବିରୋଧରେ ଷଡ଼ଯନ୍ତ୍ର କରାଯାଇଥିଲା ଏ ସମସ୍ତ କଥାର ଉତର ନରେନ୍ଦ୍ର ମୋଦି ଏବଂ ତାଙ୍କର ଦଳର ତୃଙ୍ଗ ନେତାମାନେ କେବେ ରଖିବେ । ଅହଂକାର ଓ ସଂଖ୍ୟାର କେବେ ଜୟ ହୋଇ ନାହିଁ ଗଣତନ୍ତ୍ରର ଜୟହିଁ ହୋଇଛି । ଏହି ସାମ୍ବାଦିକ ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ଅଖିଳ ଭାରତ କଂଗ୍ରେସ କମିଟିର ସଂପାଦକ ଜି ରୁଦ୍ର ରାଜୁ, ପିସିସି ମିଡିଆ ସେଲର ଅଧ୍ୟକ୍ଷ ଶ୍ରୀ ଗଣେଶ୍ୱର ବେହେରା, ଯଜେ୍ଞଶ୍ୱର ବାବୁ ଏବଂ ବରିଷ୍ଠ ମୁଖପାତ୍ର ତଥା ସେବାଦଳ ଅଧ୍ୟକ୍ଷ ଡ. ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର ଉପସ୍ଥିତ ଥିଲେ

କେନ୍ଦ୍ରମନ୍ତ୍ରୀଙ୍କୁ ନୈତିକତାର ପାଠ ପଢାଇଲେ ପ୍ରଣବ….

() ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ୱଚ୍ଛ , ନିର୍ମଳ ଓ ଦୁର୍ନୀତି ମୁକ୍ତ ସ୍ଥିର ଶାସନ ଦେବାରେ ଦେଶର ରାଜନୀତିର ଜଣେ ପିତାମହ । ଯେଉଁଥି ପାଇଁ ପୁରା ଜନମାନସରେ ରହିଛି ନବୀନଙ୍କ ସ୍ୱତନ୍ତ୍ର ପରିଚୟ । ଦୁୂର୍ନୀତି ,ଅନ୍ୟାୟ ଓ କୌଣସି ଭୂଲ କାର୍ଯ୍ୟରେ ଯଦି କିଏ ବି ସଂପୃକ୍ତ ଥାଆନ୍ତି ସେ ଯେତେ ପ୍ରଭାବଶାଳୀ ହୁଅନ୍ତି ଓ ଦଳ ପାଇଁ ଯେତେ ବଡ଼ ଆସେଟ ଥାଆନ୍ତୁ ନବୀନ କେବେ କାହାକୁ ଛାଡ଼ନ୍ତିନି । କଥା କମ କାମ ଅଧିକରେ ବିଶ୍ୱାସ ରଖନ୍ତି ଓ ଆଇନକୁ ତା ବାଟରେ ଯିବାକୁ ଦିଅନ୍ତି । ଅଫିସରଙ୍କ ଠାରୁ ଆରମ୍ଭ କରି ନେତା ,କେହି ବି ଏଥିରୁ ବାଦ ପଡ଼ନ୍ତିନି । ଯେଉଁଠି ପାଇଁ ରାଜ୍ୟବାସୀଙ୍କ ଆର୍ଶୀବାଦରୁ ୨୧ ବର୍ଷ ଧରି ଓଡ଼ିଶାବାସୀଙ୍କ ପ୍ରିୟପାତ୍ର ସାଜିଛନ୍ତି ।

କଥା କମ କାମରେ ଅଧିକ ବିଶ୍ୱାସ କରନ୍ତି ସେ । ଠିକ ତାଙ୍କ ପରି ନବୀନଙ୍କ ପ୍ରିୟ ବିଜେଡ଼ି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ । ରାଜନୀତିରେ ଆଲୋଚନା, ସମାଲୋଚନା, ବିରୋଧ ଓ ନେତାଙ୍କ ଅଭିଯୋଗ ଏକ ଗତାନୁଗତି ପ୍ରକ୍ରୀୟା । ଏପରି ପ୍ରକ୍ରୀୟାରେ ସାଧାରଣତ ନବୀନଙ୍କ ପରି ପ୍ରଣବ ବି ଗଣମାଧ୍ୟମ କି ସାମାଜିକ ଗଣମାଧ୍ୟମରେ ସେମିତି କିଛି ମତ ରଖନ୍ତି ନାହିଁ । କାରଣ ତାଙ୍କ ପାଇଁ ରାଜନୀତି ଅର୍ଥ ହେଉଛି କ୍ଷମତା କି ପଦ ପଦବୀ ନୁହେଁ, କେବଳ ଜନସେବା । ଆଉ ଯଦି ଜନସେବାରେ କିଏ ବାଧା ସୃଷ୍ଟି କରେ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରତି କୌଣସି ଭିତ୍ତିହୀନ ପ୍ରସଙ୍ଗରେ ଅଙ୍ଗୁଳି ଉଠେ ସେତେବେଳେ ଚୁପ ବସନ୍ତିନି ପ୍ରଣବ । ଦିଅନ୍ତି କଡ଼ା ଜବାବ । ସେ ରାଜ୍ୟରେ ବିରୋଧୀର ହେବିୱଟ ମଙ୍ଗୁଆଳ ହୁଅନ୍ତୁ କି କେନ୍ଦ୍ରମନ୍ତ୍ରୀ । ବହୁଦିନ ପରେ ପୁଣି ଥରେ ମମିତା ପ୍ରସଙ୍ଗକୁ ନେଇ ପ୍ରଣବଙ୍କ ଟ୍ୱିଟ ଏହା ପ୍ରମାଣିତ କରିଛି। କଳାହାଣ୍ଡିର ମମିତା କଥାକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନୈତିକତା ନେଇ ପ୍ରଶ୍ନ କରିବା ପରେ ଏହାର ଦୃଢ ଜବାବ ଦେଇଛନ୍ତି ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) । ଆଉ ଏଥର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ତଥ୍ୟ ସହ ପଢାଇଛନ୍ତି ରାଜନୀତିର ନୈତିକତା ପାଠ । ତାହା ପୁଣି ସୋସିଆଲ ମିଡ଼ିଆରେ ଛୋଟ ଛୋଟ ପାରା କରି ।

ଏବେ ନଜର ପକାନ୍ତୁ କେମିତି ନୈତିକତାର ପାଠ ଧର୍ମେନ୍ଦ୍ରଙ୍କୁ ପଢାଇଛନ୍ତି ବବି

Dharmendra Pradhan ଭାଇ, ଧନ୍ୟବାଦ | ଆପଣଙ୍କ ସରକାର ଚାଷୀ ଆଇନ ପ୍ରତ୍ୟାହାର କରିଛନ୍ତି, କିନ୍ତୁ ଏଠି ପ୍ରଶ୍ନ ଉଠୁଛି ଭାରତବର୍ଷର ଯେଉଁ ୭୫୦ ଜଣ ନିରୀହ ଚାଷୀ ପ୍ରାଣ ହରାଇଲେ, ତାର ନୈତିକ ଦାୟିତ୍ୱ କାହାଉପରେ ?

ଭାଇ,ମାନ୍ୟବର କେନ୍ଦ୍ରଗୃହରାଷ୍ଟ୍ରମନ୍ତ୍ରୀଙ୍କ ପୁଅ ଗାଡି ଚଢାଇ ୭ଜଣ ନିରୀହ ଚାଷୀ ଭାଇଙ୍କୁ ମାରି ଜେଲରେ ଅଛନ୍ତି | ମାନ୍ୟବର ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ ପରେ ତାଙ୍କ ଉପରେ ମୋକଦ୍ଦମା ହେଲା |ଆପଣ ଆପଣଙ୍କ ମୂଲ୍ୟବାନ ସମୟରୁ କିଛି ସମୟ ବାହାର କରି କେନ୍ଦ୍ର ଗୃହରାଷ୍ଟ୍ରମନ୍ତ୍ରୀଙ୍କୁ ନୈତିକତାର ପାଠ ପଢ଼େଇଲେ ଭଲ ହୁଅନ୍ତା

ଭାଇ,ଟ୍ରେନ ଦୁର୍ଘଟଣାରେ ପୂଜ୍ୟ ଶାସ୍ତ୍ରୀଜୀ ନୈତିକତା ଦୃଷ୍ଟିରୁ ସ୍ୱତଃପ୍ରବୃତ୍ତ ଭାବରେ ନିଜ ପଦରୁ ଇସ୍ତଫା ଦେଇଥିଲେ | ଆପଣଙ୍କ ସରକାର ଶାସନ କାଳରେ ଅନେକ ଟ୍ରେନ ଦୁର୍ଘଟଣା ଘଟିଛି ଏବଂ ଅନେକ ନିରୀହ ଲୋକ ପ୍ରାଣ ହରେଇଛନ୍ତି I ଆପଣଙ୍କ ମନ୍ତ୍ରୀ ମଣ୍ଡଳର କେତେ ଜଣ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି ?

ଯଦି ଦମ ଅଛି ଆପଣ ଓ ଆପଣଙ୍କ ଦଳ ଆସି ପୋଲିସ କିମ୍ବା ମାନ୍ୟବର ଉଚ୍ଚନ୍ୟାୟାଳୟରେ ଠୋସ ପ୍ରମାଣ ଦିଅନ୍ତୁ I ଇସ୍ତଫା ଛାଡ଼ନ୍ତୁ ମାନ୍ୟବର ମୁଖ୍ୟମନ୍ତ୍ରୀ ବାନ୍ଧିକି ଜେଲରେ ଭର୍ତ୍ତି କରିବେ |

ପ୍ରଦେଶ କଂଗ୍ରେସ ପକ୍ଷରୁ ଇନ୍ଦିରା ଗାନ୍ଧୀଙ୍କ ୧୦୫ତମ ଜୟନ୍ତୀ ପାଳିତ…

( )ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆଜି ଭାରତରତ୍ନ ପୂର୍ବତନ ପ୍ରଧାନମନ୍ତ୍ରୀ, ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ଗାନ୍ଧୀଙ୍କ ୧୦୫ତମ ଜୟନ୍ତୀ ଭୁବନେଶ୍ୱର ସ୍ଥିତ ଇନ୍ଦିରା ପାର୍କ ଓ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ପାଳିତ ହୋଇଯାଇଛି । ରାଜ୍ୟସ୍ତରୀୟ ଇନ୍ଦିରା ଗାନ୍ଧୀ ସ୍ମୃତି କମିଟିର ସାଧାରଣ ସଂପାଦକ ତଥା ପିସିସି କୃଷକ ସେଲର ଅଧ୍ୟକ୍ଷ ଅମୀୟ କୁମାର ପଟ୍ଟନାୟକଙ୍କ ସଂଯୋଜନାରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ସ୍ୱର୍ଗୀୟା ଇନ୍ଦିରା ଗାନ୍ଦୀଙ୍କ ୧୦୫ ତମ ଜୟନ୍ତୀ ଭୁବନେଶ୍ୱର ଇନ୍ଦିରା ଗାନ୍ଧୀ ପାର୍କଠାରେ ଅନୁଷ୍ଠିତ ଏହି ଜୟନ୍ତୀ ଉତ୍ସବରେ ସର୍ବଭାରତୀୟ ଜାତୀୟ କଂଗ୍ରେସର ସାଧାରଣ ସଂପାଦକ ତଥା ଓଡ଼ିଶା ପ୍ରଭାରୀ ଡଃ ଏ ଚେଲା କୁମାର, ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀଯୁକ୍ତ ନିରଞ୍ଜନ ପଟ୍ଟନାୟକ, ଏଆଇସିସି ସଂପାଦକ ରୁଦ୍ର ରାଜୁ, ପୂର୍ବତନ ପିସିସି ସଭାପତି ଶରତ ପଟ୍ଟନାୟକ ଇନ୍ଦିରାଜୀଙ୍କ ଗାନ୍ଧୀ ପ୍ରତିମୂର୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ବିଭିନ୍ନ ଧର୍ମଗୁରୁ ମାନଙ୍କ ଦ୍ୱାରା ଗୀତା, ବାଇବେଲ ପ୍ରଭୃତି ପାଠ କରାଯିବା ସହ ଓଡ଼ିଶା ସଂକୀର୍ତନ ମଣ୍ଡଳୀଙ୍କ ଦ୍ୱାରା ଇନ୍ଦିରା ଜୀଙ୍କ ଜୀବନୀ ଓ ବହୁମୁଖି ପ୍ରତିଭାର ଗୁଣଗାନ ସଂକୀର୍ତନ ମାଧ୍ୟମରେ କରାଯାଇଥିଲା । ଏହି ଉତ୍ସବରେ ପିସିସି ଉପସଭାପତି ତଥା ବରିଷ୍ଠ ଆଇନଜୀବି ଶିବାନନ୍ଦ ରାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ସର୍ବଶ୍ରୀ ଗଣେଶ୍ୱର ବେହେରା, କିଶୋର ଜେନା, ଆର୍ଯ୍ୟ ଜ୍ଞାନେନ୍ଦ୍ର, ଯଜେ୍ଞଶ୍ୱର ବାବୁ, ବିଶ୍ୱଜିତ ଦାଶ, ମାନସ ଚୌଧୁରୀ, ଜ୍ଞାନଦେବ ବେଉରା, ଅଭିଶେକ ମହାନନ୍ଦ, ମନୋରଞ୍ଜନ ଦାଶ, ସମ୍ବୁ ପାଣିଗ୍ରାହୀ, ୟାସିର ନୱାଜ, ପଦ୍ମାକର ଗୁରୁ, ନାସିର ଅହମ୍ମଦ, ସ୍ୱାଧିନବାଳା ଦାସ, ପ୍ରଣତୀ ମିଶ୍ର, ପ୍ରକାଶ ମିଶ୍ର, ରଜନୀ ମହାନ୍ତି, ସୁବ୍ରତ ମହାପାତ୍ର, ଦେଓ ପ୍ରସାଦ, ମୁନି ଥାପ୍ପା, ବିନୋଦିନୀ ମହାନ୍ତି, ଅଜୟ ସାହୁ, ଶ୍ରୀୟାସ୍ମିତା ପଣ୍ଡା, ଜାନକୀ ମଲ୍ଲିକ, ସୁବାଷ ପ୍ରଧାନ, ସ୍ୱାଗତ କର, ମନୋଜ ସାହୁ, ଦିଲ୍ଲୀପ ପଣ୍ଡା, ସଂକୁନା କହଁର, ମନୋରଞ୍ଜନ ରାଉତରା, ତାପସ ସେଠୀ, ବସନ୍ତ ମହାରଣା, ଭାସ୍କର ସେଠୀ, ଜୟକୃଷ୍ଣ ସୁବୁଦ୍ଧି, କୈଳାସ ମୁଖି, ସୁବାଷ ନାୟକ, ନିରୋଜ ଖୁଂଟିଆ, ଜ୍ୟୋତିଷ ସାହୁ, ଏମଡି ସାହାଦୁଲ୍ଲା, କୁଳମଣି ସାହୁ, ଅଶୋକ ସିଂ, ଦେବେନ୍ଦ୍ର ଦାସ, ବିକ୍ରମ ସାହୁ, ବସନ୍ତ ମହାରଣା ପ୍ରମୁଖ ସ୍ୱର୍ଗୀୟା ଗାନ୍ଧୀଙ୍କ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ । ଅଖିଳ ଭାରତ ମହିଳା କଂଗ୍ରେସର ସଂପାଦୀକା ଶ୍ରୀମତୀ ସସ୍ମିତା ବେହେରା ଧନ୍ୟବାଦ ଅର୍ପଣ କରିଥିଲେ ।

ସେବା ଦଳ କଂଗ୍ରେସ ଦଳର ମେରୁଦଣ୍ଡ- ଚେଲ୍ଲା କୁମାର…

( )ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳ ପକ୍ଷରୁ ଆସନ୍ତା ଡିସେମ୍ବର ୨୬ ତାରିଖରେ ଭୁବନେଶ୍ୱର ଠାରେ ଅନୁଷ୍ଠିତ ହେବାକୁଥିବା ସଦ୍‌ଭାବନା ସମାବେଶର ଏକ ପ୍ରସ୍ତୁତି ବୈଠକ, ଆଜି ପୂର୍ବାହ୍ନରେ କଂଗ୍ରେସ ଭବନଠାରେ ଅନୁଷ୍ଠିତ ହୋଇଥିଲା । ବୈଠକରେ ଯୋଗଦେଇ ଅଖିଳ ଭାରତ କଂଗ୍ରେସ କମିଟିର ପ୍ରଭାରୀ ଡଃ ଏ ଚେଲାକୁମାର କହିଲେ ଯେ କଂଗ୍ରେସ ସେବାଦଳର ଗୌରବମୟ ଇତିହାସ ରହିଛି ସେବାଦଳର କଂଗ୍ରେସ ଦଳର ମେରୁଦଣ୍ଡ ଭଳି କାର୍ଯ୍ୟକରିଥାଏ । ଭାରତବର୍ଷର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ପଣ୍ଡିତ ଜବାହାରଲାଲ ନେହେରୁ ଏହି ସଂଗଠନର ପ୍ରଥମ ସଭାପତି ରହି, ଯୁବକ ମାନଙ୍କୁ ଶୃଙ୍ଖଳାରେ ବାନ୍ଧି ରଖିବା ପାଇଁ କାର୍ଯ୍ୟ କରୁଥିଲେ । ସ୍ୱାଧୀନତା ସଂଗ୍ରାମରେ କଂଗ୍ରେସ ସେବାଦଳର ଏକ ସ୍ୱତନ୍ତ୍ର ଭୂମିକା ଥିଲା ।
ଅନ୍ୟତମ ଅତିଥି ଅଖିଳ ଭାରତ କଂଗ୍ରେସ କମିଟିର ସଂପାଦକ ଜି ରୁଦ୍ର ରାଜୁ କହିଲେ ଯେ ଛାତ୍ର ଯୁବକମାନେ ଦେଶର ଭବିଷ୍ୟତ । ସେମାନଙ୍କ ଭିତରେ ରାଷ୍ଟ୍ରୀୟ ଭାବନା ସୃଷ୍ଟି କରିବା କଂଗ୍ରେସ ସେବାଦଳର ମୁଖ୍ୟ କାର୍ଯ୍ୟ । ଏହି ସଂଗଠନକୁ ପ୍ରଶିକ୍ଷଣ ମାଧ୍ୟମରେ ବ୍ୟାପକ କରିବାକୁ ସେ ଆହ୍ୱାନ ଦେଇଥିଲେ ।
ଆସନ୍ତା ଡିସେମ୍ବରରେ ହେବାକୁଥିବା ଏହି ସଦ୍‌ଭାବନା ସମାବେଶକୁ ସଫଳ କରିବା ପାଇଁ ଉପସ୍ଥିତ ଜିଲ୍ଲା କର୍ମକର୍ତା ମାନଙ୍କୁ ପ୍ରଦେଶ କଂଗ୍ରେସ ସଭାପତି ନିରଞ୍ଜନ ପଟ୍ଟନାୟକ ଆହ୍ୱାନ ଦେଇଥିଲେ । ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ରଙ୍କ ପୌରହିତରେ ଅନୁଷ୍ଠିତ ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଉପସଭାପତି ଯଜେ୍ଞଶ୍ୱର ବାବୁ, ମିଡିଆ ଅଧ୍ୟକ୍ଷ ଗଣେଶ୍ୱର ବେହେରା ଓ ପଛୁଆବର୍ଗ ବିଭାଗର ଅଧ୍ୟକ୍ଷ ଜ୍ଞାନଦେବ ବେଉରା ଉପସ୍ଥିତ ରହି ଜିଲ୍ଲା କର୍ମକର୍ତା ମାନଙ୍କୁ ଉତ୍ସାହିତ କରିଥିଲେ । ନିରଦ ବରଣ ଖୁଂଟିଆ ସ୍ୱାଗତ ଭାଷଣ ଓ ଅଶୋକ କୁମାର ସିଂ ଧନ୍ୟବାଦ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ମହମ୍ମଦ ସାହାଦୁଲ୍ଲା, ସୁବାସ କୁମାର ପରିଡ଼ା, ଜ୍ୟୋତିଷ କୁମାର ସାହୁ, କୁଳମଣି ସାହୁ, ଦିଲ୍ଲୀପ କୁମାର ପଣ୍ଡା, ମନୋଜ କୁମାର ସାହୁ, ଦୁଃଖିଶ୍ୟାମ ଦାସ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ୩୩ ଗୋଟି ସାଂଗଠନିକ ଜିଲ୍ଲାରୁ କର୍ମକର୍ତାମାନେ ଆଜିର କାର୍ଯ୍ୟକ୍ରମରେ ଭାଗନେଇଥିଲେ ।

ଆଉ ୧୫୮ ରୂପାନ୍ତରିତ ବିଦ୍ୟାଳୟ ଲୋକାର୍ପିତ…

( )1075 ସ୍କୁଲର ରୂପାନ୍ତର ପର୍ବ

ଆଜି ୫ଟି ଜିଲ୍ଲାର ୧୫୮ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ।

ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁ ର ସ୍କୁଲମାନଙ୍କ ଭିତରେ ଥିବା
ତଫାତକୁ ଦୂର କରିପାରିଛି- ମୁଖ୍ୟମନ୍ତ୍ରୀ।

୫-ଟି ସଂପର୍କରେ ଶିକ୍ଷକ ଓ ପିଲାମାନଙ୍କୁ ବୁଝାଇଲେ ମୁଖ୍ୟମନ୍ତ୍ରୀ।

ସ୍କୁଲର ସ୍ମାର୍ଟ ସୁବିଧାରେ ଆମେ ବହୁତ ଉତ୍ସାହିତ,
ଲକ୍ଷ୍ୟ ପୂରଣ ପାଇଁ ଏହା ଆମର ମନୋବଳ ଦୃଢ କରିଛି – ଛାତ୍ରଛାତ୍ରୀ।

ନିଜର ସଫଳତାରେ ସ୍କୁଲର ଅବଦାନ ସଂପର୍କରେ କହି ପିଲାଙ୍କୁ ଉତ୍ସାହିତ କଲେ ଦୁଇ ପଦସ୍ଥ ଅଧିକାରୀ।

{ } ରାଜ୍ୟରେ ସ୍କୁଲ ରୂପାନ୍ତର ପର୍ବ ଜାରି ରହିଛି । ୫-ଟି School Transformation କାର୍ଯ୍ୟକ୍ରମର ଚତୁର୍ଥ ଦିବସରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲାର ୧୫୮ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏଥିରେ ମାଲକାନଗିରିର ୬ଟି ସ୍କୁଲ, ଝାରସୁଗୁଡାର ୨୫ଟି, କଳାହାଣ୍ଡିର ୨୯ଟି, ମୟୁରଭଞ୍ଜର ୬୦ଟି ଓ ଖୋର୍ଦ୍ଧାର ୩୮ଟି ସ୍କୁଲ ରହିଛି ।ଆଜି ସୁଦ୍ଧା ୬୮୯ଟି ରୂପାନ୍ତରିତ ସ୍କୁଲ ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଛି । ସୂଚନାଯୋଗ୍ୟ ଯେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟରେ ଏବେ ରାଜ୍ୟର ୧୦୭୫ଟି ସ୍କୁଲର ଲୋକାର୍ପଣ କାର୍ଯ୍ୟକ୍ରମ ଜାରି ରହିଛି । ଆସନ୍ତା ୨୪ ତାରିଖ ଦିନ ଏହା ସଂପୂର୍ଣ୍ଣ ହେବ।ଏହି ରୂପାନ୍ତର କାର୍ଯ୍ୟକ୍ରମ ପାଇଁ ସ୍ଥାନୀୟ ଅଞ୍ଚଳର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ତଥା ପିତାମାତା ଏବଂ ଅଭିଭାବକ ମାନଙ୍କୁ ଧନ୍ୟବାଦ ଜଣାଇଥିଲେ ।ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ଏ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁ ର ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିଛି । ଗାଁର ସ୍କୁଲରେ ଆଜି ସହରର ଭଲ ଭଲ ବେସରକାରୀ ସ୍କୁଲର ପରିବେଶ ସୃଷ୍ଟି ହୋଇଛି । ଆଉ ଗୋଟିଏ ଗୁରୁତ୍ବପୂର୍ଣ୍ଣ କଥା ହେଲା ସରକାରୀ ସ୍କୁଲରେ ପଢୁଥିବା ପିଲାମାନଙ୍କ ଡାକ୍ତର, ଇଞ୍ଜିନିୟର ହେବାର ସ୍ବପ୍ନ ଯେପରି ସାକାର ହୋଇପାରିବ, ସେଥିପାଇଁ ରାଜ୍ୟ ସରକାର ତୁମ ମାନଙ୍କ ପାଇଁ ୧୫ ପ୍ରତିଶତ ଆସନ ସଂରକ୍ଷିତ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ସ୍କୁଲରେ ତିଆରି ହୁଏ ଦେଶର ଭବିଷ୍ୟତ। ଜାତିର ଭବିଷ୍ୟତ । କଥାରେ ଅଛି, ପିଲାମାନେ ଆମ ଜନସଂଖ୍ୟାରେ ଏକ ତୃତୀୟାଂଶ ହେଲେ ବି ସେମାନେ ଆମର ପୁରା ଭବିଷ୍ୟତ (There is a saying that Children constitute one-third of our population, but all of our future.)। ସ୍କୁଲ ସମୟ ପିଲାମାନଙ୍କ ଜୀବନର ସବୁଠାରୁ ଗୁରୁତ୍ବପୂର୍ଣ୍ଣ ସମୟ ବୋଲି ମତଦେଇ ସେ କହିଥିଲେ ଯେ ଏ ସମୟରେ ପିଲାମାନଙ୍କୁ ସେମାନଙ୍କର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବା ଆମର ଦାୟିତ୍ବ।

ମୁଖ୍ୟମନ୍ତ୍ରୀ କହିଲେ, “ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ। ପାଠ ସହ କ୍ରୀଡା, ସଂଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାନ୍ତୁ । ନୂଆ ନୂଆ technology ବିଷୟରେ ଜାଣନ୍ତୁ । ବଡ ବଡ ସ୍ବପ୍ନ ଦେଖନ୍ତୁ ଓ ଜୀବନର ସବୁ challengeକୁ ସାମନା କରିବା ପାଇଁ ଆତ୍ମବିଶ୍ବାସର ସହ ଆଗକୁ ବଢନ୍ତୁ । ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ ।”ଓଡିଶାର ଶିକ୍ଷା ବିକାଶ କ୍ଷେତ୍ରରେ ଆଜି ଦିନଟି ସବୁବେଳେ ସ୍ବତନ୍ତ୍ର ହୋଇରହିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ୫-ଟି ନୀତି ଉପରେ ଆଲୋକପାତ କରିଥିଲେ। ମୁଖ୍ୟମନ୍ତ୍ରୀ କହିଲେ ଯେ, ସ୍କୁଲ ରୂପାନ୍ତର ହେଉଛି ଆମର 5-ଟି କାର୍ଯ୍ୟକ୍ରମର ଶ୍ରେଷ୍ଠ ଉଦାହରଣ। ୫-ଟି ହେଉଛି– ଟେକ୍ନୋଲେଜି, ଟିମ୍ ୱାର୍କ, ଟାଇମ, ଟ୍ରାନ୍ସପାରେନ୍ସି ଓ ଟ୍ରାନ୍ସଫରମେସନ୍। ଏହା ହିଁ ରୂପାନ୍ତରକୁ ସମ୍ଭବ କରିପାରିଛି । ଟେକ୍ନୋଲେଜି ଆମକୁ ସ୍ମାର୍ଟ କ୍ଲାସ୍‌ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର ଓ ଆଧୁନିକ ଲାବୋରେଟୋରୀର ସୁବିଧା ଦେଇଛି । ସେହିପରି ଆମ ସମସ୍ତଙ୍କ ମିଳିତ ଉଦ୍ୟମ ହେଉଛି ଟିମ୍‌ ୱାର୍କ ।

ତୃତୀୟ ନୀତି ହେଉଛି ଟାଇମ୍‌ ବା ସମୟ ।. ନଭେମ୍ବର ୧୪ ସୁଦ୍ଧା ୧୦୭୫ଟି ସ୍କୁଲର ରୂପାନ୍ତର କାମ ସାରିବା ପାଇଁ ମୁଁ ନିର୍ଦ୍ଦେଶ ଦେଇଥିଲି। ଆପଣମାନଙ୍କ ସମସ୍ତଙ୍କ ନିଷ୍ଠା ଓ ପରିଶ୍ରମ ଦ୍ବାରା ଏହା ଆଜି ଠିକ୍‌ ସମୟରେ ଶେଷ ହୋଇପାରିଛି ।ଚତୁର୍ଥ ନୀତି ହେଉଛି ଟ୍ରାନ୍ସପାରେନ୍ସି ବା ସ୍ବଚ୍ଛତା । ସ୍କୁଲ ମାନଙ୍କରେ ଯାହା କିଛି ପରିବର୍ତ୍ତନ ହୋଇଛି, ତାହା ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରି କରାଯାଇଛି । ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି । ଏସବୁ ଆଣିଛି ରୂପାନ୍ତର, ଯାହାକୁ ଆମେ ସମସ୍ତେ ଦେଖିପାରୁଛୁ ଓ ଅନୁଭବ ମଧ୍ୟ କରିପାରୁଛୁ ।ପିଲାମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ମାତୃଭୂମି ଓ ପରିବାର ପରେ ସ୍କୁଲ ହେଉଛି ଆମର ସବୁଠାରୁ ବଡ ପରିଚୟ । ମୋର ପୁରା ବିଶ୍ବାସ, ତୁମେ ମାନେ ଭଲ ପାଠ ପଢି ଭଲ କାମ କରି, ଏ ପରିଚୟକୁ ରାଜ୍ୟର ଗୌରବରେ ପରିଣତ କରିପାରିବ।ଏହି କାର୍ଯ୍ୟକ୍ରମରେ ୫ଟି ଜିଲ୍ଲାର ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବିଦ୍ୟାଳୟ ରୂପାନ୍ତର ସଂପର୍କରେ ନିଜର ମନ କଥା କହିଥିଲେ। ମାଲକାନଗିରିର ପାପୁନି ମାଣ୍ଡି, ଝାରସୁଗୁଡାର ଶାଳିନୀ ତ୍ରିପାଠୀ, କଳାହାଣ୍ଡିର କୁମୁଦିନୀ ବନ୍ଦିଛୋଡ, ମୟୁରଭଞ୍ଜର ମଧୁସ୍ମିତା ସାହୁ ଏବଂ ଖୋର୍ଦ୍ଧା ଜିଲ୍ଲାର ଉଦୟ ପ୍ରକାଶ ବେହେରା ପ୍ରମୁଖ ଛାତ୍ରଛାତ୍ରୀ ଆଲୋଚନାରେ ଭାଗ ନେଇ କହିଥିଲେ ଯେ ଗାଁ ଭିତରେ ସ୍କୁଲ ହିଁ ବର୍ତ୍ତମାନ ଆମର ସବୁଠାରୁ ବଡ ଆକର୍ଷଣ। ଏହି ରୂପାନ୍ତରିତ ସ୍କୁଲରେ ଉପଲବ୍‌ଧ ଥିବା ସ୍ମାର୍ଟ ସୁବିଧା ଆମକୁ ଉତ୍ସାହିତ କରିଛି। ଏହା ଆମର ଲକ୍ଷ୍ୟ ପୂରଣ ପାଇଁ ଆମର ମନୋବଳକୁ ଦୃଢ କରିଛି । ମୁଖ୍ୟମନ୍ତ୍ରୀ ସେମାନେ ଭବିଷ୍ୟତରେ କଣ ହେବାକୁ ଚାହାନ୍ତି ବୋଲି ପଚାରିବାରୁ ସେମାନେ ଉତ୍ସାହିତ ହୋଇ ଆଇ.ଏ.ଏସ୍‌ ଅଫିସର, ଶିକ୍ଷକ, ଡାକ୍ତର ଇଞ୍ଜିନିୟର, ସମାଜସେବୀ, ସାମ୍ବାଦିକ ହେବେ ବୋଲି କହିଥିଲେ ।

କାର୍ଯ୍ୟକ୍ରମରେ ମାଲକାନଗିରିରେ ନବରଂଗପୁର ସାଂସଦ ଶ୍ରୀ ରମେଶ ଚନ୍ଦ୍ର ମାଝୀ, ଝାରସୁଗୁଡାରେ ବ୍ରଜରାଜନଗର ବିଧାୟକ ଶ୍ରୀ କିଶୋର ମହାନ୍ତି, କଳାହାଣ୍ଡିରେ ଶକ୍ତି ଓ ଶିଳ୍ପ ମନ୍ତ୍ରୀ ଶ୍ରୀ ଦିବ୍ୟଶଂକର ମିଶ୍ର, ମୟୁରଭଂଜରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁଦାମ ମାର୍ଣ୍ଡି ଏବଂ ଖୋର୍ଦ୍ଧାରେ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା ପ୍ରମୁଖ ଯୋଗ ଦେଇ ବିଦ୍ୟାଳୟ ରୂପାନ୍ତର କାର୍ଯ୍ୟକ୍ରମର ଉଚ୍ଚପ୍ରଶଂସା କରିଥିଲେ। ଛାତ୍ରଛାତ୍ରୀ ମାନଙ୍କ ମାନସିକତାରେ ଏହା ଏକ ମୌଳିକ ପରିବର୍ତ୍ତନ ଆଣିଛି ବୋଲି ସେମାନେ ଅନୁଭବ କରୁଛନ୍ତି ବୋଲି କହିଥିଲେ । ଶିକ୍ଷା କ୍ଷେତ୍ରରେ ଏହି ପରିବର୍ତ୍ତନ ଓଡିଶାର ଭବିଷ୍ୟତକୁ ଉଜ୍ଜଳ କରିବ ବୋଲି ସେମାନେ ଦୃଢୋକ୍ତି ପ୍ରକାଶ କରିଥିଲେ ଏବଂ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶିତାର ପ୍ରଶଂସା କରିଥିଲେ ।ଏହି ଅବସରରେ ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ଓ କଟକ-ଭୁବନେଶ୍ବରର ପୋଲିସ କମିଶନର ଶ୍ରୀ ସୌମେନ୍ଦ୍ର ପ୍ରିୟଦର୍ଶୀ ନିଜର ସଫଳତାରେ ସ୍କୁଲର ଅବଦାନ ସଂପର୍କରେ ଆଲୋକପାତ କରିଥିଲେ। ଛାତ୍ର ଜୀବନର ଅନୁଭୂତି ବର୍ଣ୍ଣନା କରି ପିଲାମାନଙ୍କୁ ଲକ୍ଷ୍ୟ ପୂରଣ ପାଇଁ ଦୃଢ ମନୋବଳ ସହିତ କଠିନ ପରିଶ୍ରମ କରିବାକୁ ପରାମର୍ଶ ଦେଇଥିଲେ। ରୂପାନ୍ତରିତ ସ୍କୁଲର ମିଳୁଥିବା ଆଧୁନିକ ସୁବିଧାର ସଂପୂର୍ଣ୍ଣ ଉପଯୋଗ କରିବା ପାଇଁ ସେ ଶିକ୍ଷକ ଓ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ। ଶ୍ରୀ ସାହୁ କଳାହାଣ୍ଡିର ମାଣିକେଶ୍ବରୀ ହାଇସ୍କୁଲ ଛାତ୍ର ଥିଲା ବେଳେ ଶ୍ରୀ ସୌମେନ୍ଦ୍ର ପ୍ରିୟଦର୍ଶୀ ଭୁବନେଶ୍ବର କ୍ୟାପିଟାଲ ହାଇସ୍କୁଲର ଛାତ୍ର ଥିଲେ ।ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ । ଉପରୋକ୍ତ ଦୁଇ ପଦସ୍ଥ ଅଧିକାରୀଙ୍କ ଅଭିଜ୍ଞତା ଛାତ୍ରଛାତ୍ରୀଙ୍କ ସ୍ବପ୍ନକୁ ବାସ୍ତବ ରୂପ ଦେବାରେ ସହାୟକ ହେବ ବୋଲି ଶ୍ରୀ ପାଣ୍ଡିଆନ ଆଶାବ୍ୟକ୍ତ କରିଥିଲେ ।କାର୍ଯ୍ୟକ୍ରମରେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସଂପର୍କରେ ଭିଡିଓ ଚଳଚ୍ଚିତ୍ର ପ୍ରଦର୍ଶନ କରାଯାଇଥିଲା ।କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା ଓ କୃଷି ଉତ୍ପାଦନ କମିଶନର ଶ୍ରୀ ଆର୍‌.କେ ଶର୍ମା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।

ଓଡିଶା ରାଜ୍ୟ ପୋଲିସ ହାଉସିଂ ନିଗମର ପୂର୍ବତନ ଡେପୁଟି ମ୍ୟାନେଜର ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର…

( )ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧୀ ଅଭିଯାନ
ଓଡିଶା ରାଜ୍ୟ ପୋଲିସ ହାଉସିଂ ନିଗମର ପୂର୍ବତନ ଡେପୁଟି ମ୍ୟାନେଜର ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର, ଏପର୍ଯ୍ୟନ୍ତ ୧୩୧ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

{}ସାଧାରଣ ଜୀବନରେ ସାଧୁତା ଓ ନୈତିକତା ବଜାୟ ରଖିବା ସହ ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି। ସବୁ ସମୟରେ ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରିଆସିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଆଭିମୁଖ୍ୟ ଅନୁଯାୟୀ ରାଜ୍ୟ ସରକାର ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ ଶୂନ୍ୟ ସହିଷ୍ଣୁତା ନୀତି ଅବଲମ୍ବନ କରି କଠୋର ପଦକ୍ଷେପ ଜାରି ରଖିଛନ୍ତି।
ଏହି ପରିପ୍ରେକ୍ଷୀରେ ଆଜି ରାଜ୍ୟ ସରକାର ଓଡିଶା ରାଜ୍ୟ ପୋଲିସ ଗୃହ ନିର୍ମାଣ ଓ କଲ୍ୟାଣ ନିଗମର (Odisha state Police Housing & Welfare Corporation) ପୂର୍ବତନ ଡେପୁଟୀ ମ୍ୟାନେଜର ଶ୍ରୀ ପ୍ରତାପ କୁମାର ସାମଲଙ୍କୁ ଅପାରଗତା ଓ ଦୁର୍ନୀତି ଯୋଗୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ପୂର୍ବରୁ ବ୍ୟାପକ ଦୁର୍ନୀତି ଅଭିଯୋଗରେ ଶ୍ରୀ ସାମଲ ନିଲମ୍ବିତ ହୋଇଥିଲେ। ନିକଟରେ ତାଙ୍କ ବାସଭବନ ଉପରେ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଚଢଉ କରଯାଇ ବ୍ୟାପକ ପରିମାଣର ଆୟ ବହିର୍ଭୁତ ସମ୍ପତ୍ତି ଜବତ କରାଯାଇଥିଲା । ଏହାକୁ ମିଶାଇ ବର୍ତ୍ତମନ ସୁଦ୍ଧା ୧୩୧ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ବା ଚାକିରୀରୁ ବହିଷ୍କାର କରାଗଲାଣି ।

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନା ସାମିଲ ହେଲା କେନ୍ଦୁଝର ଜିଲ୍ଲା…

( )ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନା
ସାମିଲ ହେଲା କେନ୍ଦୁଝର ଜିଲ୍ଲା।

ଜିଲ୍ଲାର ୪ ଲକ୍ଷ ୨୦ ହଜାର ପରିବାର ପାଇବେ ସ୍ମାର୍ଟ କାର୍ଡର ସୁବିଧା 

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ ଯୋଜନା ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ସାରା ଦେଶକୁ ବାଟ ଦେଖାଇଛି।

କେନ୍ଦୁଝର ଜିଲ୍ଲାର ସବୁ ପରିବାରକୁ ୨୦୨୨ ଡିସେମ୍ବର ସୁଦ୍ଧା ପାଇପ ପାଣି ସୁବିଧା ଯୋଗାଇ ଦିଆଯିବ – ମୁଖ୍ୟମନ୍ତ୍ରୀ 

କେନ୍ଦୁଝରରେ ୧୪୩୩ କୋଟି ଟଙ୍କାର ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ।

୩୬ କୋଟି ଟଙ୍କାରେ ହେବ ମେଗା ପୋଲ୍‌ଟ୍ରି ପ୍ରକଳ୍ପ, ଉପକାର ପାଇବେ ୩୦ ହଜାର ଜନଜାତି ଭାଇ ଭଉଣୀ।

{}ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କେନ୍ଦୁଝର ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ ୪.୨୦ ଲକ୍ଷ ପରିବାରଏହି ସୁବିଧା ପାଇବେ । କେନ୍ଦୁଝର ସହିତ ରାଜ୍ୟର ୧୩ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହେଲା । ଏହି ଅବସରରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ କାର୍ଯ୍ୟକ୍ରମ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ସାରା ଦେଶକୁ ବାଟ ଦେଖାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦୁଝର ଜିଲ୍ଲା ପାଇଁ ୧୪୩୩ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ।

କେନ୍ଦୁଝରକୁ ଏକ ସମୃଦ୍ଧ ଜିଲ୍ଲା ଭାବରେ ଗଢିବା ସରକାରଙ୍କ ଲକ୍ଷ୍ୟ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାର ଭଲ ପିଇବା ପାଣି ଉପରେ ଗୁରୁତ୍ବ ଦେଇଆସୁଛନ୍ତି । କେନ୍ଦୁଝରର ସବୁ ଗାଁ, ସବୁ ସହର ଓ ସବୁ ପରିବାରକୁ ଡିସେମ୍ବର ୨୦୨୨ ସୁଦ୍ଧା ପାଇପ ପାଣି ସଂଯୋଗ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଜନଜାତି ଭାଇ ଭଉଣୀ ମାନଙ୍କ ରୋଜଗାର ବୃଦ୍ଧି ପାଇଁ ରାଜ୍ୟ ସରକାର ୩୬ କୋଟି ଟଙ୍କାରେ ବୃହତ କୁକୁଡା ପାଳନ ପ୍ରକଳ୍ପ (Mega Poultry Project) ଆରମ୍ଭ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହାଦ୍ବାରା ୩୦ ହଜାର ଜନଜାତି ଭାଇ ଭଉଣୀ ଉପକାର ପାଇବେ ବୋଲି ସେ କହିଥିଲେ ।ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଜିଲ୍ଲାର ୪ ଲକ୍ଷ ୨୦ ହଜାର ପରିବାର ସ୍ମାର୍ଟ ହେଲ୍‌ଥ କାର୍ଡ ପାଇବେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏଥିପାଇଁ ଖୁସିବ୍ୟକ୍ତ କରିଥିଲେ ।ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ।ଆମ ପାଇ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ।ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ଶିଶୁ ଦିବସ ଦିନ ୧୦୦ଟି ରୂପାନ୍ତରୀତ ସ୍କୁଲର ଲୋକାର୍ପଣ ପାଇଁ ଖୁସି ବ୍ୟକ୍ତ ପାଇଁ ଏଥିପାଇଁ କାମ କରିଥିବା ଲୋକ ମାନଙ୍କୁ ଧନ୍ୟବାଦ ଦେଇଥିଲେ। ଗୋଟିଏ ଦିନରେ ୧୦୦ଟି ସ୍କୁଲର ଲୋକାର୍ପଣ ସାରା ରାଜ୍ୟରେ ଏକ ରେକର୍ଡ ବୋଲି ସେ କହିଥିଲେ । ପୁଷ୍ଟି ନିରାପତ୍ତା କ୍ଷେତ୍ରରେ କେନ୍ଦୁଝର ଜିଲ୍ଲା ଭଲ ପ୍ରଦର୍ଶନ କରୁଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏଥିରେ ଖୁସି ପ୍ରକାଶ କରିଥିଲେ ।ଏହି କାର୍ଯ୍ୟକ୍ରମରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁଦାମ ମାର୍ଣ୍ଡି, ଦକ୍ଷତା ବିକାଶ ମନ୍ତ୍ରୀ ଶ୍ରୀ ପ୍ରେମାନନ୍ଦ ନାୟକ, କେନ୍ଦୁଝର ସାଂସଦ ଶ୍ରୀମତୀ ଚନ୍ଦ୍ରାଣୀ ମୁର୍ମୁ, ଘଷିପୁରା ବିଧାୟକ ଶ୍ରୀ ବଦ୍ରୀ ନାରାୟଣ ପାତ୍ର ଓ କେନ୍ଦୁଝର ପାଟଣା ବିଧାୟକ ଶ୍ରୀ ଜଗନ୍ନାଥ ନାୟକ ଯୋଗ ଦେଇ ଓଡିଶାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ସାରା ଦେଶରେ ଓଡିଶାର ମର୍ଯ୍ୟାଦା ବୃଦ୍ଧି କରିଛି ବୋଲି କହିଥିଲେ। ବିଶେଷକରି, କୋଭିଡ ମହାମାରୀ ସମୟରେ ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପ ସାରା ଦେଶରେ ଅନେକ ଜୀବନ ବଞ୍ଚାଇବାରେ ସଫଳ ହୋଇଥିଲା ବୋଲି ସେମାନେ କହିଥିଲେ । କେନ୍ଦୁଝରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଅନେକ ପଦକ୍ଷେପ ନେଇଛନ୍ତିଢ଼ ବୋଲି ପ୍ରକାଶ କରି ସେମାନେ ବିଭିନ୍ନ କ୍ଷେତ୍ରରେ କେନ୍ଦୁଝର ଜିଲ୍ଲାର ବିକାଶ ଉପରେ ଆଲୋକପାତ କରିଥିଲେ।

ମିଶନ ଶକ୍ତି ଗୋଷ୍ଠୀର ମା ମାନଙ୍କୁ ଅଧିକରୁ ଅଧିକ ସରକାରୀ କାମ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ…

( )ମହିଳା ମାନଙ୍କ ଅର୍ଥନୈତିକ ସଶକ୍ତିକରଣ ପାଇଁ ସରକାର ପ୍ରତିଶୃତିବଦ୍ଧ

ମିଶନ ଶକ୍ତି ଗୋଷ୍ଠୀର ମା ମାନଙ୍କୁ ଅଧିକରୁ ଅଧିକ ସରକାରୀ କାମ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ,

ଆବଶ୍ୟକ ସ୍ଥଳେ ପାରିଶ୍ରମିକ ବୃଦ୍ଧି କର

ବ୍ୟାଙ୍କ ସୁବିଧା ନ ଥିବା ୪୬୪୯ଟି ପଞ୍ଚାୟତରେ ମିଶନ ଶକ୍ତି ଗୋଷ୍ଠୀର ମା ମାନଙ୍କୁ ବ୍ୟାଙ୍କ କରେସପଣ୍ଡେଟ ଭାବରେ ନିଯୁକ୍ତି ଦିଆଯିବ

୨୦୨୦-୨୧ରେ ଦିଆଯାଇଛି ୧୨୦୦ କୋଟି ଟଙ୍କାର କାମ

{}ରାଜ୍ୟରେ ମହିଳା ମାନଙ୍କ ଅର୍ଥନୈତିକ ସଶକ୍ତିକରଣ ପାଇଁ ରାଜ୍ୟ ସରକାର ପ୍ରତିଶୃତିବଦ୍ଧ । ମିଶନ ଶକ୍ତି ମା ମାନଙ୍କୁ ସରକାରୀ କାମ ଯୋଗାଇ ଦେବା ଏହାର ଏକ ପ୍ରମୁଖ ମାଧ୍ୟମ । ଏହାକୁ ଦୃଷ୍ଟିରେ ରଖି ଆମର ସବୁ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଉ। ରାଜ୍ୟ ସରକାରଙ୍କ ସବୁ ବିଭାଗ ମାନେ ଏହାକୁ ମହିଳା ଆର୍ଥିକ ସଶକ୍ତିକରଣର ଏକ ଦିଗ ଭାବେ ଗ୍ରହଣ କରି କାମ କରନ୍ତୁ । ଆବଶ୍ୟକସ୍ଥଳେ ମିଶନ ଶକ୍ତି ମା ମାନଙ୍କର ପାରିଶ୍ରମିକ ମଧ୍ୟ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।ମିଶନ ଶକ୍ତି ଗୋଷ୍ଠୀର ମା ମାନଙ୍କୁ ବିଭିନ୍ନ ସରକାରୀ ବିଭାଗ କାମ ଯୋଗାଇ ଦେବା ସଂପର୍କରେ କୋଡ଼ିଏ ଟି ବିଭାଗର ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ ଏହି ପରାମର୍ଶ ଦେଇଛନ୍ତି ।ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟ ସରକାରଙ୍କ ସବୁ ବିଭାଗ ମିଶନ ଶକ୍ତି ଗୋଷ୍ଠୀର ମା ମାନଙ୍କୁ କାମ ଯୋଗାଇ ଦେବାପାଇଁ ଆଗାମୀ ୩ ବର୍ଷ ପାଇଁ ଆକ୍‌ସନ ପ୍ଲାନ ପ୍ରସ୍ତୁତ କରିଛନ୍ତି ।ବୈଠକରେ ମିଶନ ଶକ୍ତି ବିଭାଗ କମିଶନର-ତଥା-ସଚିବ ଶ୍ରୀମତୀ ସୁଜାତା କାର୍ତ୍ତେକେୟ ବିଭିନ୍ନ ବିଭାଗର କାର୍ଯ୍ୟକ୍ରମ ସଂପର୍କରେ ଏକ ଉପସ୍ଥାପନା ରଖିଥିଲେ ।ଏହି ଉପସ୍ଥାପନା ଅନୁଯାୟୀ ୧୩ଟି ବିଭାଗ ୨୦୨୦-୨୧ ଆର୍ଥିକ ବର୍ଷରେ ୧୦୪୭୧୨ଟି ମିଶନ ଶକ୍ତି ଗୋଷ୍ଠୀର ମା ମାନଙ୍କୁ ପ୍ରାୟ ୧୨୦୦ କୋଟି ଟଙ୍କାର ବିଜିନେସ୍‌ ସରକାର ଯୋଗାଇ ଦେଇଛନ୍ତି । ମିଶନ ଶକ୍ତି ଗୋଷ୍ଠୀର ମା ମାନେ ୨୯୬ କୋଟି ଟଙ୍କାର ରୋଜଗାର ପାଇଛନ୍ତି ।ବୈଠକରେ ସବୁ ବିଭାଗ ମାନେ ଆଗାମୀ ୩ ବର୍ଷ ପାଇଁ ସେମାନଙ୍କର କାର୍ଯ୍ୟକ୍ରମ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । ବ୍ୟାଙ୍କ ସୁବିଧା ନ ଥିବା ଗ୍ରାମ ପଞ୍ଚାୟତ ଗୁଡିକରେ ମିଶନ ଶକ୍ତିର ମା ମାନଙ୍କୁ ବ୍ୟାଙ୍କ କରେସପଣ୍ଡେଟ ଭାବରେ ନିଯୁକ୍ତି ଦେବା ପାଇଁ ବୈଠକରେ ଗୁରୁତ୍ବ ଆରୋପ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ଏକ game changer ଭାବରେ ବର୍ଣ୍ଣନା କରି ଏହାକୁ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ରାଜ୍ୟର ୬୭୯୮ଟି ଗ୍ରାମ ପଞ୍ଚାୟତରୁ ମାତ୍ର ୨୧୪୯ଟି ଗ୍ରାମରେ ବ୍ୟାଙ୍କ ଶାଖା ରହିଛି । ବାକି ୪୬୪୯ଟି ଗ୍ରାମ ପଞ୍ଚାୟତରେ ବ୍ୟାଙ୍କ ଶାଖା ନାହିଁ । ଏହିସବୁ ପଞ୍ଚାୟତରେ ମିଶନ ଶକ୍ତି ଗୋଷ୍ଠୀର ମା ମାନଙ୍କୁ ବ୍ୟାଙ୍କ କରେସପଣ୍ଡେଟ ଭାବରେ ନିଯୁକ୍ତି ଦେବା ପାଇଁ ପ୍ରକ୍ରିୟ ଜାରି ରହିଛି । ବର୍ତ୍ତମାନ ସୁଦ୍ଧା ୧୨୬୨ଟି ମିଶନ ଶକ୍ତି ଗୋଷ୍ଠୀର ମା ମାନଙ୍କୁ ନିଯୁକ୍ତି ଦିଆସରିଛି ଏବଂ ଆଉ ୩୫୦୮ଟି ମିଶନ ଶକ୍ତି ଗୋଷ୍ଠୀର ମା ମାନଙ୍କ ଚୟନ ପ୍ରକ୍ରିୟା ଜାରି ରହିଛି । ନିଯୁକ୍ତି ପାଇଥିବା ମିଶନ ଶକ୍ତି ଗୋଷ୍ଠୀର ମା ମାନଙ୍କୁ ତାଙ୍କ ବିଜିନେସ୍‌ରେ ସହାୟତା କରିବା ପାଇଁ ପ୍ରାରମ୍ଭିକ ଭାବରେ ସରକାରଙ୍କ ପକ୍ଷରୁ ମାସକୁ ୨୦୦୦ ଟଙ୍କା ଲେଖାଏ ଯୋଗାଇ ଦିଆଯାଉଛି ବୋଲି ମିଶନ ଶକ୍ତି ସଚିବ ସୂଚନା ଦେଇଥିଲେ । ଟେକ୍ ହୋମ୍ ରାସନ, ଆହାର, ମାଛ ଚାଷ ଓ କୃଷି ଉତ୍ପାଦକ ଗୋଷ୍ଠୀ ଆଦି କାର୍ଯ୍ୟକ୍ରମରେ ମିଶନ ଶକ୍ତିର ମା ମାନେ ଭଲ ପ୍ରଦର୍ଶନ କରିଛନ୍ତି ବୋଲି ଜଣାଯାଇଛି।କୃଷି ବିଭାଗ, ଶକ୍ତି ବିଭାଗ, ମତ୍ସ୍ୟ ଓ ପଶୁସଂପଦ ବିଭାଗ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଆଦି ବିଭାଗର କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରି ଏହାକୁ ଆହୁରି ଆଗେଇ ନେବା ପାଇଁ ପରାମର୍ଶ ଦେଇଥିଲେ । ନଗର ଉନ୍ନୟନ ବିଭାଗ ଦ୍ବାରା ମୁକ୍ତା ଯୋଜନା ଆନ୍ତର୍ଜାତିକ ସ୍ତରରେ 5th International Guangzhou Award ପାଇଥିବା ବେଳେ ମିଶନ ଶକ୍ତି ଗୋଷ୍ଠୀର ସମଲିଙ୍ଗୀ ମାନଙ୍କୁ କାମ ଯୋଗାଇ ଦେବା କାର୍ଯ୍ୟକ୍ରମ ପାଇଁ FICCI National Award ମିଳିଛି ବୋଲି ସୂଚନା ଦିଆଯାଇଥିଲା ।

ଯେଉଁ ବିଭାଗ ମାନେ ଏପର୍ଯ୍ୟନ୍ତ ସୁଦ୍ଧା କାର୍ଯ୍ୟ ଆରମ୍ଭ କରିନାହାନ୍ତି, ସେମାନଙ୍କ ପାଇଁ ଖୁବ ଶୀଘ୍ର ଆଉ ଏକ ସମୀକ୍ଷା ବୈଠକ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ତଫସିଲଭୁକ୍ତ ଜାତି ଓ ଜନଜାତି ବିଭାଗ ଏବଂ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଭିନ୍ନ କାର୍ଯ୍ୟ ଚିହ୍ନଟ କରାଯାଇ ମା ମାନଙ୍କୁ କାମ ଯୋଗାଇ ଦେବା ପାଇଁ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଇଛି ବୋଲି ସୂଚନା ଦିଆଯାଇଛି ବୋଲି ସୂଚନା ଦିଆଯାଇଥିଲା ।ସୂଚନାଯୋଗ୍ୟ ଯେ ୨୦୧୯ ମଇ ୨୯ରେ ପ୍ରଥମ କ୍ୟାବିନେଟ୍‌ ବୈଠକରେ ମିଶନ ଶକ୍ତିର ମା ମାନଙ୍କୁ ୫ ବର୍ଷରେ ୫୦୦୦ କୋଟି ଟଙ୍କାର କାମ ଯୋଗାଇ ଦେବା ପାଇଁ ନିଷ୍ପତ୍ତି କରାଯାଇଥିଲା ।ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ॥ ଏହି ବୈଠକରେ ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା ଓ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ମାନେ ଉପସ୍ଥିତ ଥିଲେ ।

ମାନବ ସମ୍ବଳ ପରିଚାଳନାରେ ୫-ଟି ନିତୀ…

{}ମାନବ ସମ୍ବଳ ପରିଚାଳନାରେ ୫-ଟି ନିତୀ
ନଭେମ୍ବର ୩୦ ସୁଦ୍ଧା ଇ-ସର୍ଭିସ୍ବୁକ୍ ଅପ୍ଡେଟ୍ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ।

( ) ମାନବ ସମ୍ବଳ ପରିଚାଳନାରେ ୫-ଟି ନୀତି ପ୍ରୟୋଗର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଭାବେ ଚଳିତ ନଭେମ୍ବର ମାସ ୩୦ ତାରିଖ ସୁଦ୍ଧା ସମସ୍ତ ସରକାରୀ କର୍ମଚାରୀମାନଙ୍କର ଇ-ସର୍ଭିସ୍ବୁକ୍ର ସଦ୍ୟତନକରଣ ଶେଷ କରିବାକୁ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ସମସ୍ତ ବିଭାଗ ଏବଂ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ ଲୋକସେବା ଭବନରୁ ଡିଜିଟାଲ୍ ମୋଡ୍ରେ ଅନୁଷ୍ଠିତ ଏକ ସମୀକ୍ଷା ବୈଠକରେ ଏହି କାର୍ଯ୍ୟର ଅଗ୍ରଗତି ବିଷୟ ଅନୁଧ୍ୟାନ କରି ସେ ଏହି ନିର୍ଦ୍ଦେଶ ଦେଇଛନ୍ତି ।
ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର କହିଥିଲେ ଯେ ଇ-ସର୍ଭିସ୍ବୁକ୍ ସରକାରୀ କର୍ମଚାରୀ ମାନଙ୍କ ଉତ୍ତମ ପରିଚାଳନାରେ ବହୁ ଭାବେ ସହାୟକ ହେବା ସହ ଅବସର ନେଉଥିବା କର୍ମଚାରୀମାନଙ୍କର ପେନ୍ସନ୍ ସମ୍ବନ୍ଧିତ ଦେୟ ପ୍ରଦାନକୁ ଅଧିକ ସ୍ୱଚ୍ଛ ଓ ତ୍ୱରାନ୍ୱିତ କରିବ । ଏହା ଉଭୟ କର୍ମଚାରୀ ଏବଂ ସରକାରୀ ବ୍ୟବସ୍ଥାକୁ ଅଧିକ କ୍ରିୟାଶୀଳ ଏବଂ ବୃତ୍ତିଗତ କରିବ ।
ନଭେମ୍ବର ୩୦ ତାରିଖ ସୁଦ୍ଧା ସମସ୍ତ ବିଭାଗର ପ୍ରମୁଖ ଶାସନ ସଚିବ, ବିଭାଗୀୟ ମୁଖ୍ୟ ଏବଂ ଜିଲ୍ଲାପାଳମାନେ ନିଜ ନିଜ ବିଭାଗ କର୍ମଚାରୀ ମାନଙ୍କର ଇ-ସର୍ଭିସ୍ବୁକ୍ କାର୍ଯ୍ୟର ସଦ୍ୟତନ ନିଶ୍ଚିତ କରାଇବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ । ଏହା ନହେଲେ ଡିସେମ୍ବର ମାସଠାରୁ ସଂପୃକ୍ତ କର୍ମଚାରୀ ଏବଂ ବିଭାଗୀୟ ନୋଡାଲ୍ ଅଧିକାରୀଙ୍କ ଦରମା ମିଳିବାରେ ବାଧା ସୃଷ୍ଟିହେବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ବରିଷ୍ଠ ଅଧିକାରୀମାନେ ଜଣାଇଥିଲେ ।
ସମୀକ୍ଷାରୁ ଜଣାପଡ଼ିଥିଲା ଯେ ପୁର୍ତ୍ତ , କୃଷି ଓ କୃଷକ ସଶକ୍ତିକରଣ, ସମବାୟ, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ, ଅବକାରୀ, ଶିଳ୍ପ, ପର୍ଯ୍ୟଟନ, ଗୃହ, ଜଙ୍ଗଲ ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ, ଇସ୍ପାତ୍ ଓ ଖଣି, ନଗର ଓ ଗୃହ ଉନ୍ନୟନ, ସୂଚନା ଓ ଲୋକ ସଂପର୍କ, ଶ୍ରମ ଓ ନିୟୋଜନ ଆଦି ବିଭାଗର ପ୍ରାୟ ୯୫ ପ୍ରତିଶତ କର୍ମଚାରୀମାନଙ୍କର ଇ-ସର୍ଭିସ୍ବୁକ୍ ସଦ୍ୟତନ କରାସରିଛି । ସେହିପରି ବାଲେଶ୍ୱର, ବରଗଡ଼, ଭଦ୍ରଖ, ଝାରସୁଗୁଡ଼ା, କୋରାପୁଟ, ମାଲ୍କାନାଗିରି, ନବରଙ୍ଗପୁର, ରାୟଗଡ଼ା ଏବଂ ସୁବର୍ଣ୍ଣପୁର ଆଦି ଜିଲ୍ଲାରେ ପ୍ରାୟ ୯୨ ପ୍ରତିଶତ କାର୍ଯ୍ୟ ଶେଷ ହୋଇଛି । ଅନ୍ୟ ବିଭାଗ ଏବଂ ଜିଲ୍ଲାମାନେ ହାରାହାରି ୭୦ ପ୍ରତିଶତ କାର୍ଯ୍ୟଶେଷ କରିଛନ୍ତି ।
ବୈଠକରେ ମୁଖ୍ୟତଃ ଇ-ସର୍ଭିସ୍ବୁକ୍ ସଫଟ୍ଓୟାର ର କାର୍ଯ୍ୟକାରିତା, ସେଥିରେ ତଥ୍ୟ ସନ୍ନିବେଶ କରିବା, ଡାଟା ଏଣ୍ଟ୍ରି କାର୍ଯ୍ୟ ଆଦି ସମ୍ବନ୍ଧିତ ବିଷୟ ଆଲୋଚନା ହୋଇଥିଲା । ବିଭିନ୍ନ ଜିଲ୍ଲା ଏବଂ ବିଭାଗର ନୋଡାଲ୍ ଅଧିକାରୀମାନେ ନିଜ ନିଜର ଅଭିଜ୍ଞତା ଓ ସମସ୍ୟା ବିଷୟ ଜଣାଇଥିଲେ । ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ବରିଷ୍ଠ ଅଧିକାରୀମାନେ ସେବୁର ଆଶୁ ସମାଧାନ କରିଥିଲେ ।

ରାଜ୍ୟରେ ଏବେ ଚାଲିଛି ଭୋଟର ତାଲିକା ସଂଶୋଧନ କ୍ୟାମ୍ପେନ…

{ } ରାଜ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନିଙ୍କ ପ୍ରେସମିଟ।
ରାଜ୍ୟର ଏବେ ଭୋଟର ତାଲିକା ସଂଶୋଧନ କ୍ୟାମ୍ପେନ ଚାଲୁଛି । ତେଣୁ ଏହି ସମୟରେ ମୁଁ ସମସ୍ତଙ୍କୁ ଅପିଲ କରିବାକୁ ଚାହୁଁଛି ସମସ୍ତେ ନିଜ ନିଜର ନାଁ ଓ ଏପିକି ଆଇଡି ଚେକ କରି ପାରିବେ । ଆମର ଏଥିପାଇଁ 21 ତାରିଖ ରେ ସ୍ପେଶାଲ ଡ୍ରାଇଭ ମଧ୍ୟ କରାଯିବ ସେଠି ବି କରି ପାରିବେ ।

କେଉଁ ମାନେ କେଉଁ ଫର୍ମରେ ଆବେଦନ କରିବେ
ଫର୍ମ 6 ନାମ ଯୋଡିବା
ଫର୍ମ 7 ନାମ କାଟିବା
ଫର୍ମ 8 ନାମ ସଂଶୋଧନ
ଫର୍ମ 8 A ସ୍ଥାନାନ୍ତର ହୋଇଛନ୍ତି ତେବେ ଏହା କରିବେ
ବିଏଲଓ ମାନେ ରହିଛନ୍ତି ସେମାନଙ୍କ ପାଖକୁ ଯାଇ ଏହି ସଂଶୋଧନ କରି ପାରିବେ । ଉଭୟ ଅନ ଲାଇନ ଓ ଅଫ ଲାଇନ ମାଧମରେ କରି ପାରିବେ । ଭୋଟର ହେଲ୍ପ ଲାଇନ କୁ ଯାଇ ଏହି ସଂଶୋଧନ କରି ପାରିବେ । ଏପିକି ନମ୍ବର ସ୍ପୀଡ଼ ପୋଷ୍ଟ ରେ ଯିବ ତେଣୁ ସଠିକ ଠିକଣା ଦିଅନ୍ତୁ । ଆମେ କୋଭିଡ କାରଣ ରୁ ଅନଲାଇନ ବ୍ୟବସ୍ଥା କୁ ଅଧିକ ଗୁରୁତ୍ୱ ଦେଉଛୁ । ବର୍ତ୍ତମାନ ସୁଦ୍ଧା 4 ଲକ୍ଷ 20 ହଜାର ଫର୍ମ ଆସିଛି । ସେ ମଧ୍ୟରୁ 80 ପ୍ରତିଶତ ଆମେ ଅନ ଲାଇନ ମାଧମରେ ପାଇଛୁ । ଗତ ବର୍ଷ ଏହା 8 ପ୍ରତିଶତ ରହିଥିଲା । ବର୍ତ୍ତମାନ ସୁଦ୍ଧା ଏକ ଲକ୍ଷ ଡ଼ବଲ ଆଇଡି ଡ଼ିଲିଡ଼ କରିଛୁ । ଆଗକୁ ଯଦି ସେମିତି ନଜର ଆସିବ ତାକୁ ବି ଡ଼ିଲିଡ଼ କରାଯିବ ।

Follow us

20,832FansLike
0FollowersFollow
14,700SubscribersSubscribe

Latest news