10 ତାରିଖରେ ଆରମ୍ଭ ହେବ ପ୍ରିକସନ ଡୋଜ….

{ }ରାଜ୍ୟରେ 3453 ଟୀକାକରଣ କେନ୍ଦ୍ରରେ ଟୀକାକରଣ ଚାଲିଛି। ସେଥିରୁ 1191ଟି ଟୀକାକରଣ କେନ୍ଦ୍ରରେ 15ରୁ 18 ବର୍ଷ ପାଇଁ ଟୀକା ଦିଆଯାଉଛି। ଏ ବର୍ଗର 3ଲକ୍ଷ 42 ହଜାର 332 ଜଣଙ୍କୁ ଟୀକା ଦିଆଯାଇଛି। ଏହା ଭିତରେ ପ୍ରଥମ ଡୋଜ 91 ପ୍ରତିଶତ ଲୋକଙ୍କୁ ଦିଆଯାଇଛି। ସେଥିମଧ୍ୟରୁ ଦ୍ଵିତୀୟ ଡୋଜ ନେବା ପାଇଁ ସମୟ ହୋଇଥିବା ଲୋକଙ୍କ ମଧ୍ୟରୁ 90 ପ୍ରତିଶତ ଲୋକ ନେଇ ସାରିଛନ୍ତି। ଆସନ୍ତା 10 ତାରିଖରେ ଆରମ୍ଭ ହେବ ପ୍ରିକସନ ଡୋଜ । ସମ୍ମୁଖ ଯୋଦ୍ଧା, ବିଭିନ୍ନ ରୋଗରେ ଆକ୍ରାନ୍ତ ବ୍ୟକ୍ତିଙ୍କୁ ଦିଆଯିବ ପ୍ରିକସନ ଡୋଜ। ଯିଏ ଯେଉଁ ଡୋଜ ନେଇଥିବ ସେହି ଟୀକା ନେବ। ଚାରିଆଡେ କରୋନା ବଢୁଛି। ସମସ୍ତଙ୍କୁ ପରାମର୍ଶ ସମସ୍ତେ କୋଭିଡ ନିୟମ ମାନି ଚାଲନ୍ତୁ।

ବିଜୟ ପାଣିଗ୍ରାହୀ, ପରିବାର କଲ୍ୟାଣ ନିର୍ଦ୍ଦେଶକ

କଟକରେ ସବୁ ପରିବାରକୁ ୨୪ ଘଣ୍ଟିଆ ପାଇପ ପାଣି ବ୍ୟବସ୍ଥା ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ…

( )କଟକରେ ସବୁ ପରିବାରକୁ ୨୪ ଘଣ୍ଟିଆ ପାଇପ ପାଣି ବ୍ୟବସ୍ଥା ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ, ୭୯୦ କୋଟି ଟଙ୍କାର ପ୍ରକଳ୍ପ ଉଦ୍ଘାଟିତ।

କଟକର ଦୁଇଟି ଜୋନ୍ ପାଇଁ Drink from Tap ଉଦ୍‌ଘାଟିତ।

ସାରା ସହର ପାଇଁ Drink from Tap ମିଶନ ପାଇଁ ଭିତ୍ତି ରଖାଗଲା।

ଓଡିଶାର Drink from Tap Mission କେବଳ ଭାରତ ପାଇଁ ନୁହେଁ, ସବୁ ବିକାଶଳଶୀଳ ରାଷ୍ଟ୍ର ପାଇଁ ଏକ ରୋଲ ମଡେଲ – ମୁଖ୍ୟମନ୍ତ୍ରୀ।

{ }ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେସନ୍‌ସିଂ ମାଧ୍ୟମରେ କଟକ ସହର ପାଇଁ ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ଲୋକାର୍ପଣ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଥିବା ପାନୀୟ ଜଳ କାର୍ଯ୍ୟକ୍ରମ ଦ୍ବାରା କଟକ ସହରର ସବୁ ପରିବାର ୨୪ ଘଣ୍ଟିଆ ପାଇପ ପାଣିର ସୁବିଧା ପାଇପାରିଛନ୍ତି। ଏହାଦ୍ବାରା ସହରର ୧ ଲକ୍ଷ ୪୦ ହଜାର ପରିବାରର ୭ ଲକ୍ଷ ଲୋକ ଉପକୃତ ହୋଇଛନ୍ତି । ଏଥିପାଇଁ ୭୯୦ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରି କହିଲେ ଯେ କଟକ ସହିତ ରାଜ୍ୟର ୬୦ଟି ସହରର ସବୁ ପରିବାରକୁ ୨୪ ଘଣ୍ଟିଆ ପାଇପ ପାଣିର ସୁବିଧା ଦିଆଯାଇଛି। ଖୁବଶୀଘ୍ର ରାଜ୍ୟର ସମସ୍ତ ୧୧୪ଟି ସହରରେ ସବୁ ପରିବାରକୁ ୨୪ ଘଣ୍ଟିଆ ପାଇପ ପାଣିର ସୁବିଧା ଯୋଗାଇ ଦିଆଯିବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କଟକର ଦୁଇଟି ଜୋନ୍‌ରେ Drink from Tap କାର୍ଯ୍ୟକ୍ରମର ଉଦ୍‌ଘାଟନ କରିବା ସହିତ ସାରା ସହର ପାଇଁ Drink from Tap କାର୍ଯ୍ୟକ୍ରମ ପାଇଁ ଭିତ୍ତିସ୍ଥାପନ କରିଥିଲେ । ଏହି କାର୍ଯ୍ୟକ୍ରମ ପାଇଁ ୩୬୦ କୋଟି ଟଙ୍କା ବିନିଯୋଗ କରାଯିବ। ଡିସେମ୍ବର ୨୦୨୩ ସୁଦ୍ଧା ପୁରା ସହରକୁ Drink from Tap କାର୍ଯ୍ୟକ୍ରମ ଜରିଆରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାରଙ୍କ ୫-ଟି ଆଭିମୁଖ୍ୟରେ ଆରମ୍ଭ ହୋଇଥିବା ଆମର ଏହି କାର୍ଯ୍ୟକ୍ରମ କେବଳ ସାରା ଦେଶ ନୁହେଁ, ସାରା ପୃଥିବୀର ବିକାଶଶୀଳ ରାଷ୍ଟ୍ରମାନଙ୍କ ପାଇଁ ଏକ ରୋଲ ମଡେଲ ହୋଇପାରିଛି । ଏହି କାର୍ଯ୍ୟକ୍ରମ ପାନୀୟ ଜଳ ଯୋଗାଣ ପାଇଁ ହୋଇଥିବା ଜାତୀୟ ନୀତିରେ ମଧ୍ୟ ଅନୁସୃତ ହୋଇଛି ଏବଂ ଅମୃତ ୨.୦ରେ ସାମିଲ ମଧ୍ୟ ହୋଇଛି ବୋଲି ସେ କହିଥିଲେ।

ଏହାସହିତ ମୁଖ୍ୟମନ୍ତ୍ରୀ ୪୩୦ କୋଟି ଟଙ୍କାରେ ନିର୍ମିତ ୩ଟି Water Treatment Plantର ଉଦ୍‌ଘାଟନ ମଧ୍ୟ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଭଲ ପିଇବା ପାଣି ଆମ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ । ବିଶୁଦ୍ଧ ଓ ନିରାପଦ ପାନୀୟ ଜଳ ଯୋଗାଇ ଦେବାରେ ଆମର ଉଦ୍ୟମ ଜନସାଧାରଣଙ୍କ ଉତ୍ତମ ସ୍ବାସ୍ଥ୍ୟ ପାଇଁ ମଧ୍ୟ ବହୁତ ଗୁରୁତ୍ବପୂର୍ଣ୍ଣ ବୋଲି ସେ କହିଥିଲେ ।

ଏହି ଅବସରରେ କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ ସଂପର୍କରେ ଜନସାଧାରଣଙ୍କୁ ସତର୍କ କରି ମୁଖ୍ୟମନ୍ତ୍ରୀ ସେମାନଙ୍କୁ କୋଭିଡ ନିୟମ ମାନିବା ପାଇଁ ଅନୁରୋଧ କରିଥିଲେ ।କାର୍ଯ୍ୟକ୍ରମରେ ଯୋଗ ଦେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା କହିଲେ ଯେ ମୁଖ୍ୟମନ୍ତ୍ରୀ କଟକ ସହରର ବିକାଶ ପାଇଁ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି ଏବଂ ସବୁ କାର୍ଯ୍ୟକ୍ରମ ପାଇଁ ତୁରନ୍ତ ବ୍ୟବସ୍ଥା କରିଆସିଛନ୍ତି । ୨୦୨୨ରେ କଟକରେ ୪ଟି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ଲୋକାର୍ପିତ ହେବ ଏବଂ କଟକ ସହରର ବିକାଶ କ୍ଷେତ୍ରରେ ଏକ ନୂଆ ଯୁଗ ଆରମ୍ଭ ହେବ ବୋଲି ସେ କହିଥିଲେ ।ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଶ୍ରୀ ଜି. ମାଥିଭାତନନ୍ ସ୍ବାଗତ ଭାଷଣ ଦେଇଥିଲେ ଏବଂ କଟକ ମ୍ୟୁନିସପାଲ କମିଶନର ଅନନ୍ୟା ଦାସ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ସାଂସଦ ଶ୍ରୀ ସୁବାସ ସିଂହ, ବିଧାୟକ ଶ୍ରୀ ଚନ୍ଦ୍ରସାରଥୀ ବେହେରା, ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।

ବିଜୁ ପଟ୍ଟନାୟକ ଶିଳ୍ପ ତାଲିମ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ…

( ) କୃଷ୍ଣପ୍ରସାଦ ବ୍ଲକ୍‌ରେ ବିଜୁ ପଟ୍ଟନାୟକ ଶିଳ୍ପ ତାଲିମ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ।

୧୮ କୋଟି ଟଙ୍କା ବିନିଯୋଗରେ ନିର୍ମିତ।

ଦେଶର ୧୦୦ଟି ଶ୍ରେଷ୍ଠ ଆଇଟିଆଇ ମଧ୍ୟରେ ଓଡିଶାର ୧୦ଟି ।

ବିଶ୍ବ ନିଯୁକ୍ତି ବଜାରରେ ଓଡିଶାର ଦକ୍ଷ ଯୁବକଯୁବତୀ ମାନଙ୍କର ଚାହିଦା ବଢ଼ିବ – ମୁଖ୍ୟମନ୍ତ୍ରୀ।

{ }ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫେରେନ୍‌ସିଂ ଜରିଆରେ ପୁରୀ ଜିଲ୍ଲାର କୃଷ୍ଣପ୍ରସାଦ ବ୍ଲକ୍‌ରେ ବିଜୁ ପଟ୍ଟନାୟକ ଶିଳ୍ପ ତାଲିମ କେନ୍ଦ୍ରକୁ ଉଦ୍‌ଘାଟନ କରିଛନ୍ତି । ୧୮ କୋଟି ଟଙ୍କା ବିନିଯୋଗରେ ନିର୍ମିତ ଏହି ଆଇଟିଆଇରେ ଇଲେକ୍ଟ୍ରିସିଆନ, ଫିଟର, ଇଲେକ୍ଟ୍ରୋନିକ୍‌ସ ମେକାନିକ୍ ଓ ଡ୍ରେସ ମେକିଂ ପରି ୪ଟି ଟ୍ରେଡ୍‌ରେ ତାଲିମ ଦେବାର ବ୍ୟବସ୍ଥା କରାଯାଇଛି। ବର୍ତ୍ତମାନ ଓ ଭବିଷ୍ୟତର ଶିଳ୍ପଗୁଡିକର ନିଯୁକ୍ତି ଚାହିଦାକୁ ଦେଖି ଏହି ତାଲିମ ବ୍ୟବସ୍ଥା କରାଯାଇଛି । ଆଗାମୀ ଦିନରେ ଆଉ ଅଧିକ ଟ୍ରେଡରେ ତାଲିମ ଦେବାର ବ୍ୟବସ୍ଥା କରାଯିବ। ଏଥିରେ ଆଧୁନିକ ଲାବୋରେଟୋରୀ, ୱାର୍କସପ୍‌, ହଷ୍ଟେଲ ଆଦି ସମସ୍ତ ସୁବିଧା କରାଯାଇଛି ।

ଏହି ଅବସରରେ ନିଜର ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଲେ ଯେ ରାଜ୍ୟରେ ଶିଳ୍ପ କ୍ଷେତ୍ରରେ ବିକାଶ ହେବା ସହିତ ଦକ୍ଷ ଯୁବକଯୁବତୀଙ୍କର ଆବଶ୍ୟକତା ମଧ୍ୟ ରହିଛି । ଓଡିଶାରେ ଲକ୍ଷ ଲକ୍ଷ କୋଟି ଟଙ୍କାର ପୁଞ୍ଜି ବିନିଯୋଗ ହେଉଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ପିଲାମାନଙ୍କର ଦକ୍ଷତା ବୃଦ୍ଧି ପାଇଁ Skilled in Odisha କାର୍ଯ୍ୟକ୍ରମକୁ ମିଶନ ମୋଡ୍‌ରେ କାର୍ଯ୍ୟକାରୀ କରାଯାଉଛି । ଏହାଦ୍ବାରା ବିଶ୍ବ ନିଯୁକ୍ତି ବଜାରରେ ଓଡିଶାର ପିଲାମାନଙ୍କର ଚାହିଦା ସବୁଠାରୁ ଅଧିକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ ।

ଓଡିଶାରେ ଦକ୍ଷତା ବିକାଶ କାର୍ଯ୍ୟକ୍ରମର ସଫଳତା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଦେଶର ୧୨ ହଜାର ଆଇଟିଆଇ ମଧ୍ୟରୁ ଶ୍ରେଷ୍ଠ ଶହେଟି ମଧ୍ୟରେ ଓଡିଶାର ୧୦ଟି ଆଇଟିଆଇ ସ୍ଥାନ ପାଇଛନ୍ତି । ଏହା ଏକ ଗୌରବର କଥା ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ ଏଥିପାଇଁ ଖୁସିବ୍ୟକ୍ତ କରିଥିଲେ । ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ଓଡିଶାର ପିଲାମାନେ ଜାତୀୟ ଓ ଆନ୍ତର୍ଜାତୀୟ ଦକ୍ଷତା ପ୍ରତିଯୋଗୀତାରେ ଉନ୍ନତ ପ୍ରଦର୍ଶନ କରି ଓଡିଶା ପାଇଁ ସୁନାମ ଆଣୁଛନ୍ତି। ଆଗାମୀ ଦିନରେ ମଧ୍ୟ ଓଡିଶାର ପିଲାମାନେ ଏଭଳି ସଫଳତାର ଧାରା ବଜାୟ ରଖିବେ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ ।

କାର୍ଯ୍ୟକ୍ରମରେ ଯୋଗ ଦେଇ ରାଜ୍ୟ ଯୋଜନା ବୋର୍ଡର ଉପାଧ୍ୟକ୍ଷ ଶ୍ରୀ ସଂଜୟ ଦାସବର୍ମା କହିଲେ ଯେ କୃଷ୍ଣପ୍ରସାଦ ଅଞ୍ଚଳ ଚିଲିକା ଓ ସମୁଦ୍ର ମଧ୍ୟରେ ୧୪ଟି ପଞ୍ଚାୟତର ଏକ ଦୁର୍ଗମ ଅଞ୍ଚଳ । ମୁଖ୍ୟମନ୍ତ୍ରୀ ଏହି ଅଞ୍ଚଳର ବିକାଶ ପାଇଁ ଅନେକ ପଦକ୍ଷେପନ ନେଇଛନ୍ତି । ଆଜି ଆଇଟିଆଇ ସ୍ଥାପନ ଦ୍ବାରା ଏହି ଅଞ୍ଚଳରେ ଶିକ୍ଷା ଓ ତାଲିମ କ୍ଷେତ୍ରରେ ଏକ ନୂଆ ଦିଗନ୍ତ ଆରମ୍ଭ ହୋଇଛି ବୋଲି ସେ କହିଥିଲେ । ଏହାଦ୍ବାରା ସ୍ଥାନୀୟ ଅଞ୍ଚଳର ପିଲାମାନେ ଶିକ୍ଷା ଓ ତାଲିମ ପ୍ରତି ଆକୃଷ୍ଟ ହେବେ ବୋଲି ସେ ମତ ଦେଇଥିଲେ ଏବଂ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରି କହିଥିଲେ ଯେ ରାଜ୍ୟରେ ଗ୍ରୀନ କ୍ୟାମ୍ପସ ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ଗୁରୁତ୍ବ ଦେଇ ଆସିଛନ୍ତି । ତେଣୁ ଆଇଟିଆଇ କ୍ୟାମ୍ପସରେ ଅଧିକ ଗଛ ଲଗାଇ ଏହାକୁ ସବୁଜ ସୁନ୍ଦର କରିବା ପାଇଁ ସେ ପରାମର୍ଶ ଦେଇଥିଲେ ।ପୁରୀ ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା ସ୍ବାଗତ ଭାଷଣ ଦେଇଥିଲେ । ବୈଷୟିକ ଶିକ୍ଷା ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ ।

ଚିନ୍ତା ବଢ଼ାଉଛି ଓମିକ୍ରନ….

( ) ସବୁ ଜିଲ୍ଲାରେ ଓମିକ୍ରନ ଉପସ୍ଥିତି ଦେଖାଦେଲାଣି । ସଂକ୍ରମଣ ଆଗକୁ ଆହୁରି ବଢ଼ିବ । ଅଲଗା ରାଜ୍ୟରେ ଯେଭଳି ବଢ଼ୁଛି, ଆମ ରାଜ୍ୟରେ ବି ବଢ଼ିବ । ବର୍ତ୍ତମାନ ସୁଦ୍ଧା ଆମ ରାଜ୍ୟରେ ସିଭିୟରିଟି ନାହିଁ, ଯଦି ବଢ଼ିବ ସେଥିଲାଗି ସରକାରଙ୍କ ପକ୍ଷରୁ ସବୁ ବ୍ୟବସ୍ଥା କରାଯାଇଛି । ଟୀକାକରଣ, ସର୍ଭେଲାନ୍ସ ଜାରି ରହିଛି । ଏବେ ରାଜ୍ୟରେ ICU ଲୋଡ଼ ବହୁତ କମ ରହିଛି । ICU ବେଡ଼ ବଢାଇବାକୁ ମଧ୍ୟ ବ୍ୟବସ୍ଥା କରାଯାଉଛି । ଖୋର୍ଦ୍ଧା, ସୁନ୍ଦରଗଡ଼, ସମ୍ବଲପୁର ଓ ବାଲେଶ୍ୱରରେ ସଂକ୍ରମଣ ଅଧିକ ରହିଛି । ସେସବୁ ଜିଲ୍ଲା ଉପରେ ସରକାରଙ୍କ ନଜର ରହିଛି । ଲୋକମାନେ ମାସ୍କ ପିନ୍ଧନ୍ତୁ, ସାମାଜିକ ଦୂରତା ରଖନ୍ତୁ, କୌଣସି ସ୍ଥାନରେ ଭିଡ଼ କରନ୍ତୁ ନାହିଁ ।
10 ତାରିଖରୁ ବୟସ୍କ, ସ୍ୱାସ୍ଥ୍ୟ କର୍ମୀଙ୍କ ଲାଗି ବୁଷ୍ଟର ଡୋଜ ଆରମ୍ଭ ହେବ । କେନ୍ଦ୍ର ନିଷ୍ପତ୍ତି ଅନୁସାରେ ଯିଏ ଯେଉଁ ଟୀକା ନେଇଛନ୍ତି, ସେଇ ଟୀକା ହିଁ ନେବେ ।
ICMR ତରଫରୁ ଓମିକ୍ରନ ଚିହ୍ନଟ ଲାଗି କିଛିଦିନ ତଳେ ନୂଆ କିଟ ବ୍ୟବହାର ନେଇ ଅନୁମୋଦନ ଆସିଛି । ଏହି କିଟ ଆଣିବାକୁ ରାଜ୍ୟ ସରକାର କାର୍ଯ୍ୟପନ୍ଥା ଆରମ୍ଭ କରିଛନ୍ତି ।
ବାଇଟ- ଡାକ୍ତର ବିଜୟ ମହାପାତ୍ର, ସ୍ୱାସ୍ଥ୍ୟ ନିର୍ଦେଶକ।

 

 

ବଢୁଛି ସଂକ୍ରମଣ…

( ) ରାଜ୍ୟରେ ସଂକ୍ରମଣ ବଢିଛି, ଆଗକୁ ବି ସଂକ୍ରମଣ ବଢିବର ସମ୍ଭାବନା ରହିଛି l ଦେଶର ବିଭିନ୍ନ ସହରରେ ସଂକ୍ରମଣ ବଢିଛି ଓ ସେହି ତୁଳନାରେ ଓଡିଶା ରେ ସଂକ୍ରମଣ ବଢିବା ଆରମ୍ଭ କରିଛି l ଯେହେଉ ଅନ୍ୟରାଜ୍ୟ ବା ସହରରେ ସଂକ୍ରମଣ ବଢୁଛି ସେହି ତୁଳନାରେ ଆମର ଏଠାରେ ସଂକ୍ରମଣ ଡେରିରେ ହେଲେ ମଧ୍ୟ ବଢିବାର ସମ୍ଭାବନା ଅଛି l ଯଦି ବି ବଢେ ଆମର ସମସ୍ତ ବ୍ୟବସ୍ଥା ପୂର୍ଵ ଦୁଇଟି ଲହର ପରି ରହିଛି ସଠିକ ଟାଇମ ରେ ଆବଶ୍ୟକ ପଡିଲେ ଏହାକୁ କାର୍ଯକାରୀ କରାଯିବ l ସଂକ୍ରମଣ କମାଇବାକୁ ହେଲେ ଆମକୁ ସଜାଗ ହେବାକୁ ପଡିବ ଏହା ସହ ଆମର ବ୍ୟବହାରରେ ପରିବର୍ତ୍ତନ କରିବାକୁ ପଡିବ l
ବାଇଟ – ବିଜୟ ମହାପାତ୍ର , ସ୍ୱାସ୍ଥ୍ୟ ନିର୍ଦେଶକ

କନିଷ୍ଠ ଶିକ୍ଷକଙ୍କ ଦରମାରେ ୫୦ ପ୍ରତିଶତ ବୃଦ୍ଧି

{ }କନିଷ୍ଠ ଶିକ୍ଷକଙ୍କ ଦରମାରେ ୫୦ ପ୍ରତିଶତ ବୃଦ୍ଧି।

ଉପକୃତ ହେବେ ୩୩,୦୩୮ ଶିକ୍ଷକ।

( )ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ଶିକ୍ଷାଦାନରେ ନିୟୋଜିତ କନିଷ୍ଠ ଶିକ୍ଷକ ମାନଙ୍କ ଦରମା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ କନିଷ୍ଠ ଶିକ୍ଷକ (ଚୁକ୍ତିଭିତ୍ତିକ) ଏବଂ କନିଷ୍ଠ ଶିକ୍ଷକ ମାନଙ୍କ ଦରମାରେ ୫୦ ପ୍ରତିଶତ ବୃଦ୍ଧି କରାଯାଇଛି । ୨୦୨୨ ଜାନୁଆରୀ ପହିଲାରୁ ଏହି ବର୍ଦ୍ଧିତ ଦରମା କାର୍ଯ୍ୟକାରୀ ହେବ ।

ନିଷ୍ପତ୍ତି ଅନୁଯାୟୀ ଚୁକ୍ତିଭିତ୍ତିକ କନିଷ୍ଠ ଶିକ୍ଷକ ମାନଙ୍କ ବର୍ତ୍ତମାନ ଦରମା ୭୪୦୦ ଟଙ୍କା ଥିବାବେଳେ ଏହା ୧୧,୦୦୦ ଟଙ୍କାକୁ ବୃଦ୍ଧି ପାଇଛି । ସେହିପରି କନିଷ୍ଠ ଶିକ୍ଷକ ମାନଙ୍କ ଦରମା ୯,୨୦୦ ଟଙ୍କ ଥିବାବେଳେ ଏହା ୧୩,୮୦୦ ଟଙ୍କାକୁ ବୃଦ୍ଧି ପାଇଛି। ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୧୬୮ କୋଟି ଟଙ୍କା ଖର୍ଚ୍ଚ କରିବେ। ଏହି ନିଷ୍ପତ୍ତି ଦ୍ବାରା ୧୩,୩୨୪ ଜଣ ଚୁକ୍ତିଭିତ୍ତିକ କନିଷ୍ଠ ଶିକ୍ଷକ ଉପକୃତ ହେବାବେଳେ, ୧୯,୭୧୪ କନିଷ୍ଠ ଶିକ୍ଷକ ଉପକୃତ ହେବେ । ସମୁଦାୟ ୩୩,୦୩୮ ଜଣ କନିଷ୍ଠ ଶିକ୍ଷକଙ୍କ ଦରମାରେ ବୃଦ୍ଧି ହେବ ।

ଆଜିଠୁ ୧୫ରୁ୧୮ବର୍ଷ ପିଲାଙ୍କୁ ଟୀକା…

( )୧୫ ରୁ ୧୮ ବର୍ଷ ପିଲାଙ୍କ ଟୀକାକରଣ ଆରମ୍ଭ ହୋଇଛି। ଜାନୁଆରୀ ୧ ତାରିଖରୁ ପଞ୍ଜିକରଣ ଆରମ୍ଭ ହୋଇଥିଲା। ୩୧୯୩ ଟୀକାକରଣ କେନ୍ଦ୍ରରେ ଟୀକାକରଣ କରାଯିବ। କେବଳ ୯୩୯ କେନ୍ଦ୍ର ୧୫ ରୁ ୧୮ ବର୍ଷ ପିଲାଙ୍କ ପାଇଁ।ଅନଲାଇନ ପଞ୍ଜିକରଣ କରିଥିଲେ ସିଧାସଳଖ ଆସି ଟୀକା ନେଇପାରିବେ। ଯେଉଁମାନେ ଅନଲାଇନ ପଞ୍ଜିକରଣ କରିନାହାନ୍ତି ଅନ ସାଇଟ ପଞ୍ଜିକରଣ କାରାଯାଇ ଟୀକା ଦିଆଯିବ। ସମସ୍ତ କୋଭିଡ ନିୟମ ମାନିବା କୁ ପରାମର୍ଶ ଦିଆଯାଇଛି। କୌଣସି ପାର୍ଶ୍ଵ ପ୍ରତିକ୍ରିୟା କୁ ଦୃଷ୍ଟିରେ ରଖି ଯେଉଁ ମାନଙ୍କର ପରୀକ୍ଷା ଅଛି ସେମାନଙ୍କୁ ପରୀକ୍ଷା ପରେ ଟୀକା ଦିଆଯିବ। ସକାଳୁ ବର୍ତ୍ତମାନ ସୁଦ୍ଧା ୧୮୮୨ ଜଣ ୧୫ ରୁ ୧୮ ବର୍ଷ ପିଲା ଟୀକା ନେଇ ସାରିଲେଣି। ଗତକାଲି ଶିକ୍ଷା ବିଭାଗ ସହ ବୈଠକରେ ନିଷ୍ପତ୍ତି ହୋଇଛି ଶିକ୍ଷକ ମାନେ ପିଲା ଓ ଅଭିଭାବକ ନ୍କ ମଧ୍ୟରେ ସଚେତନ କରିବେ। ପିଲାମାନଙ୍କୁ କୋଭକ୍ସିଂନ ଟୀକା ଦିଆଯିବ। ଯାହାକି ସମ୍ପୂର୍ଣ୍ଣ ନିରାପଦ। ପ୍ରତି ସ୍କୁଲ ମଧ୍ୟ ୧୫ ରୁ ୧୮ ବର୍ଷ ପିଲାଙ୍କ ଏକ ତାଲିକା ପ୍ରସ୍ତୁତ କରିବେ। ଯେଉଁ ସ୍କୁଲ ଭିତ୍ତିଭୂମି ଠିକ ଅଛି କିମ୍ବା ପରୀକ୍ଷା ନାହିଁ ସେହି ସ୍କୁଲ ରେ ଟୀକାକରଣ କେନ୍ଦ୍ର କରିପାରିବେ। ଆଜି ବି ବହୁ ସ୍କୁଲ ରେ ଟୀକାକରଣ କେନ୍ଦ୍ର କରାଯାଇଛି।
ବାଇଟ-ବିଜୟ ପାଣିଗ୍ରାହୀ, ପରିବାର କଲ୍ୟାଣ ନିର୍ଦେଶକ

ଅପେକ୍ଷା ର ଅନ୍ତ; ପୌର ନିର୍ବାଚନ ପାଇଁ ଫିଟିଲା ବାଟ..

( ) ପୌର ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା
ଓ୍ୱାର୍ଡ ସୀମା ପୁନଃ ନିର୍ଦ୍ଧାରଣ ପାଇଁ ନିର୍ଦ୍ଦେଶ
ସବୁ ମ୍ୟୁନିସିପାଲ କମିଶନର ଓ ଜିଲ୍ଲାପାଳଙ୍କୁ ଚିଠି
ପୌର ପ୍ରଶାସନ ନିର୍ଦ୍ଦେଶକ ଲେଖିଲେ ଚିଠି
୨୦୧୧ଜନଗଣନା ଅନୁଯାୟୀ ହେବ ସୀମା ପୁନଃ ନିର୍ଦ୍ଧାରଣ।
୫ମହାନଗର ନିଗମ ଓ ୧୦୭ପୌରାଞ୍ଚଳର ସୀମା ପୁନଃ ନିର୍ଦ୍ଧାରଣ। ଅଣସିଡ୍ୟୁଲ ଅଞ୍ଚଳରେ ଓବିସି ପାଇଁ ରହିବନି ସଂରକ୍ଷଣ। ଜାନୁଆରୀ ୫ସୁଦ୍ଧା ମହାନଗର ନିଗମ ସୀମା ପୁନଃ ନିର୍ଦ୍ଧାରଣ ତାଲିକା। ଜାନୁଆରୀ ୭ସୁଦ୍ଧା ପ୍ରକାଶ ପାଇବ ଚିଠା ତାଲିକା ମ୍ୟୁନିସିପାଲିଟି, ଏନଏସି ପାଇଁ ଆଜିଠୁ ପ୍ରକ୍ରିୟା ଆରମ୍ଭ ଜାନୁଆରୀ ୧୨ସୁଦ୍ଧା ଆପତ୍ତି ଅଭିଯୋଗ ଦାଖଲ ଜାନୁଆରୀ ୧୩ରେ ପ୍ରକାଶ ପାଇବ ସୀମା ପୁନଃ ନିର୍ଦ୍ଧାରଣ ବିଜ୍ଞପ୍ତି।

ରାଜ୍ୟରେ ସଂକ୍ରମଣ ବଢିବା ନେଇ ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ରଙ୍କ ପ୍ରତିକ୍ରିୟା…

{ } ଯେଉଁମାନେ ବିଦେଶରୁ ଫେରୁଛନ୍ତି ସେମନଙ୍କର ଟେଷ୍ଟ ହେଉଛି। ପିଜେଟିଭ ହେଲେ ଜିନମ ସିକୁନେସି କରାଯାଉଛି। ଗତକାଲି ୨୩ ଜଣ ଓମିକ୍ରନ ଭିତରୁ ୧୯ ଜଣଙ୍କ ଲକ୍ଷଣ ନାହିଁ। ଲକ୍ଷଣ ବହୁତ କମ ଲୋକ ଠାରେ ରହିଛି। ଅନ୍ୟମାନଙ୍କର ବହୁତ କମ ଲକ୍ଷଣ ଦେଖାଯାଉଛି। ୨୩ ଜଣଙ୍କ ମଧ୍ୟରୁ ୧୨ ଜଣଙ୍କର ବିଦେଶ ଫେରନ୍ତା ହିଷ୍ଟ୍ରି ନାହିଁ।ଗୋଷ୍ଠୀ ରେ ଭାଇରସ ଅଛି। ଓମିକ୍ରନ ର ସଂକ୍ରମଣ କ୍ଷମତା ଅଧିକ ଥିବାରୁ ଅଧିକ ଚିନ୍ତା ଜନକ। କିନ୍ତୁ ଗୁରୁତର ହେଉ ନାହାନ୍ତି ରୋଗୀ। ଟେଷ୍ଟ ,ସର୍ଭିଲାନ୍ସ ଉପରେ ଗୁରୁତ୍ଵ ଦିଆଯାଉଛି। ତେଣୁ ଗହଳି ନ କରିବା ସହ କୋଭିଡ ନିୟମ ମାନିବାକୁ ସ୍ୱାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି। ସରକାର ସବୁ ବିଭାଗ ରୁ ତଥ୍ୟ ନେଉଛନ୍ତି। ଜିଲ୍ଲା ପ୍ରଶାସନ କୁ ବି କ୍ଷମତା ଦିଆଯାଇଛି ଯେଉଁ ଜିଲ୍ଲାରେ ସଂକ୍ରମଣ ବଢିବ କଟକଣା କରିପାରିବେ।ଆଗକୁ ପଜିଟିଭିଟି ବଢିଲେ କଣ କରାଯିବ ଦେଖାଯିବ। ଓମିକ୍ରୋନ ଭାଇରସ ଗୋଷ୍ଠୀରେ ଅଛି। ନଚେତ ସ୍ଥାନୀୟ ସଂକ୍ରମଣ ଆସି ନଥାନ୍ତା। ତେଣୁ ସଂକ୍ରମଣ ରୋକିବାକୁ କୋଭିଡ ନିୟମ ମାନିବା ଜରୁରୀ।

୨୩ଜଣ ଓମିକ୍ରନ ରୋଗୀ ଚିହ୍ନଟ….

{ }ଯେଉଁ ୨୩ ଜଣଙ୍କର ଓମିକ୍ରନ  ଚିହ୍ନଟ ହେଇଛି ସେମାନଙ୍କ ମଧ୍ୟରୁ ୧୯ ଜଣ ପୁରୁଷ ୪ ଜଣ ମହିଳା।ସମସ୍ତଙ୍କ ବୟସ ୮ରୁ ୮୩ ବୟସ। ସର୍ବାଧିକ ୭ ଜଣ କେଉଁଝର ରୁ ଚିହ୍ନଟ ହେଇଥିବା ବେଳେ ଖୋର୍ଦ୍ଧାରୁ ୪ , ବୌଦ୍ଧ ରୁ ୨ ଜଣ, ବାଲେଶ୍ଵର ରୁ ୧, ଜଗତସିଂହପୁର ରୁ ୧, ସମ୍ବଲପୁରର ରୁ ୩, ପୁରୀ ରୁ ୩, ଅନୁଗୁଳ ରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମସ୍ତଙ୍କର ସାମାନ୍ୟ ଲକ୍ଷଣ ଅଛି। ସମସ୍ତଙ୍କ ସ୍ବାସ୍ଥ୍ୟ ଅବସ୍ଥା ସ୍ଥିର ଅଛି। ସେମାନଙ୍କର କଣ୍ଟାକ ଟ୍ରେଶୀଙ୍ଗ ହେଇଛି ଏବଂ ରିପୋର୍ଟ ଆସିବା ବାକି ଅଛି।ପ୍ରାଥମିକ ରିପୋର୍ଟ ରୁ ଜଣା ପଡ଼ୁଛି ୫୦ ପ୍ରତିଶତ ବିଦେଶ ଫେରନ୍ତା ଓ ୫୦ ପ୍ରତିଶତ ସ୍ଥାନୀୟ ଲୋକ। ସ୍ଥାନୀୟ ଲୋକଙ୍କ ଟ୍ରାଭେଲ୍ ହିଷ୍ଟ୍ରୁ ଯାଞ୍ଚ୍ ଚାଲିଛି। ଯେଉଁ ମାନଙ୍କର ଫରେନ୍ ଫେରନ୍ତା ହୀଷ୍ଟ୍ରି ନାହିଁ। ଆଗରୁ କେବେ ଯାଇଥିଲେ କି ତାହା ଯାଞ୍ଚ କରାଯିବ।ଯଦି ନାହିଁ ଆମେ ନିଶ୍ଚିତ ଭାବରେ ଧରିବା କଥା କମ୍ୟୁନିଟିରେ ଆମର ଓମିକ୍ରନ୍ ଅଛି।

କେନ୍ଦ୍ର ରିଭ୍ୟୁ_____ଆଗକୁ ଯଦି ଓମିକ୍ରନ ରୋଗୀ ବଢ଼ିବେ ତାକୁ ଆମେ କେଉଁଭଳି ଭାବରେ ମୁକାବିଲା କରିବା।
ବର୍ତ୍ତମାନ ପର୍ଯ୍ୟନ୍ତ ଦେଖା ଯାଉଛି ୯୦ ପ୍ରତିଶତ ଲୋକ ଲକ୍ଷଣ ନଥାଇ ହୋମ ଆଇଶୋଲେଶନ ରେ ଅଛନ୍ତି। ପ୍ରଥମ ଓ ଦ୍ଵିତୀୟ ୱେବରେ ଯେଉଁ ସରଭିଲାନ୍ସ କରାଯାଇଥିଲା ତାକୁ ଆହୁରି ଜୋର୍ ଦାର କରାଯିବ। ଯେଉଁମାନେ ହୋମ ଆଇଶୋଲେଶନରେ ରୋଗୀ ରହିଛନ୍ତି ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ଯାଞ୍ଚ କରାଯିବା ଦରକାର ଏବଂ ସେମାନଙ୍କର ଚିକିତ୍ସା କରାଯିବା ଦରକାର। ଏହା ସହ ଟୀକା କରଣ ଉପରେ ମଧ୍ୟ ଗୁରୁତ୍ବ ଦିଆଯାଇଛି।

Follow us

20,832FansLike
0FollowersFollow
14,700SubscribersSubscribe

Latest news