( )ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆଜି ଭାରତରତ୍ନ ପୂର୍ବତନ ପ୍ରଧାନମନ୍ତ୍ରୀ, ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ଗାନ୍ଧୀଙ୍କ ୧୦୫ତମ ଜୟନ୍ତୀ ଭୁବନେଶ୍ୱର ସ୍ଥିତ ଇନ୍ଦିରା ପାର୍କ ଓ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ପାଳିତ ହୋଇଯାଇଛି । ରାଜ୍ୟସ୍ତରୀୟ ଇନ୍ଦିରା ଗାନ୍ଧୀ ସ୍ମୃତି କମିଟିର ସାଧାରଣ ସଂପାଦକ ତଥା ପିସିସି କୃଷକ ସେଲର ଅଧ୍ୟକ୍ଷ ଅମୀୟ କୁମାର ପଟ୍ଟନାୟକଙ୍କ ସଂଯୋଜନାରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ସ୍ୱର୍ଗୀୟା ଇନ୍ଦିରା ଗାନ୍ଦୀଙ୍କ ୧୦୫ ତମ ଜୟନ୍ତୀ ଭୁବନେଶ୍ୱର ଇନ୍ଦିରା ଗାନ୍ଧୀ ପାର୍କଠାରେ ଅନୁଷ୍ଠିତ ଏହି ଜୟନ୍ତୀ ଉତ୍ସବରେ ସର୍ବଭାରତୀୟ ଜାତୀୟ କଂଗ୍ରେସର ସାଧାରଣ ସଂପାଦକ ତଥା ଓଡ଼ିଶା ପ୍ରଭାରୀ ଡଃ ଏ ଚେଲା କୁମାର, ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀଯୁକ୍ତ ନିରଞ୍ଜନ ପଟ୍ଟନାୟକ, ଏଆଇସିସି ସଂପାଦକ ରୁଦ୍ର ରାଜୁ, ପୂର୍ବତନ ପିସିସି ସଭାପତି ଶରତ ପଟ୍ଟନାୟକ ଇନ୍ଦିରାଜୀଙ୍କ ଗାନ୍ଧୀ ପ୍ରତିମୂର୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ବିଭିନ୍ନ ଧର୍ମଗୁରୁ ମାନଙ୍କ ଦ୍ୱାରା ଗୀତା, ବାଇବେଲ ପ୍ରଭୃତି ପାଠ କରାଯିବା ସହ ଓଡ଼ିଶା ସଂକୀର୍ତନ ମଣ୍ଡଳୀଙ୍କ ଦ୍ୱାରା ଇନ୍ଦିରା ଜୀଙ୍କ ଜୀବନୀ ଓ ବହୁମୁଖି ପ୍ରତିଭାର ଗୁଣଗାନ ସଂକୀର୍ତନ ମାଧ୍ୟମରେ କରାଯାଇଥିଲା । ଏହି ଉତ୍ସବରେ ପିସିସି ଉପସଭାପତି ତଥା ବରିଷ୍ଠ ଆଇନଜୀବି ଶିବାନନ୍ଦ ରାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ସର୍ବଶ୍ରୀ ଗଣେଶ୍ୱର ବେହେରା, କିଶୋର ଜେନା, ଆର୍ଯ୍ୟ ଜ୍ଞାନେନ୍ଦ୍ର, ଯଜେ୍ଞଶ୍ୱର ବାବୁ, ବିଶ୍ୱଜିତ ଦାଶ, ମାନସ ଚୌଧୁରୀ, ଜ୍ଞାନଦେବ ବେଉରା, ଅଭିଶେକ ମହାନନ୍ଦ, ମନୋରଞ୍ଜନ ଦାଶ, ସମ୍ବୁ ପାଣିଗ୍ରାହୀ, ୟାସିର ନୱାଜ, ପଦ୍ମାକର ଗୁରୁ, ନାସିର ଅହମ୍ମଦ, ସ୍ୱାଧିନବାଳା ଦାସ, ପ୍ରଣତୀ ମିଶ୍ର, ପ୍ରକାଶ ମିଶ୍ର, ରଜନୀ ମହାନ୍ତି, ସୁବ୍ରତ ମହାପାତ୍ର, ଦେଓ ପ୍ରସାଦ, ମୁନି ଥାପ୍ପା, ବିନୋଦିନୀ ମହାନ୍ତି, ଅଜୟ ସାହୁ, ଶ୍ରୀୟାସ୍ମିତା ପଣ୍ଡା, ଜାନକୀ ମଲ୍ଲିକ, ସୁବାଷ ପ୍ରଧାନ, ସ୍ୱାଗତ କର, ମନୋଜ ସାହୁ, ଦିଲ୍ଲୀପ ପଣ୍ଡା, ସଂକୁନା କହଁର, ମନୋରଞ୍ଜନ ରାଉତରା, ତାପସ ସେଠୀ, ବସନ୍ତ ମହାରଣା, ଭାସ୍କର ସେଠୀ, ଜୟକୃଷ୍ଣ ସୁବୁଦ୍ଧି, କୈଳାସ ମୁଖି, ସୁବାଷ ନାୟକ, ନିରୋଜ ଖୁଂଟିଆ, ଜ୍ୟୋତିଷ ସାହୁ, ଏମଡି ସାହାଦୁଲ୍ଲା, କୁଳମଣି ସାହୁ, ଅଶୋକ ସିଂ, ଦେବେନ୍ଦ୍ର ଦାସ, ବିକ୍ରମ ସାହୁ, ବସନ୍ତ ମହାରଣା ପ୍ରମୁଖ ସ୍ୱର୍ଗୀୟା ଗାନ୍ଧୀଙ୍କ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ । ଅଖିଳ ଭାରତ ମହିଳା କଂଗ୍ରେସର ସଂପାଦୀକା ଶ୍ରୀମତୀ ସସ୍ମିତା ବେହେରା ଧନ୍ୟବାଦ ଅର୍ପଣ କରିଥିଲେ ।
ସେବା ଦଳ କଂଗ୍ରେସ ଦଳର ମେରୁଦଣ୍ଡ- ଚେଲ୍ଲା କୁମାର…
( )ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳ ପକ୍ଷରୁ ଆସନ୍ତା ଡିସେମ୍ବର ୨୬ ତାରିଖରେ ଭୁବନେଶ୍ୱର ଠାରେ ଅନୁଷ୍ଠିତ ହେବାକୁଥିବା ସଦ୍ଭାବନା ସମାବେଶର ଏକ ପ୍ରସ୍ତୁତି ବୈଠକ, ଆଜି ପୂର୍ବାହ୍ନରେ କଂଗ୍ରେସ ଭବନଠାରେ ଅନୁଷ୍ଠିତ ହୋଇଥିଲା । ବୈଠକରେ ଯୋଗଦେଇ ଅଖିଳ ଭାରତ କଂଗ୍ରେସ କମିଟିର ପ୍ରଭାରୀ ଡଃ ଏ ଚେଲାକୁମାର କହିଲେ ଯେ କଂଗ୍ରେସ ସେବାଦଳର ଗୌରବମୟ ଇତିହାସ ରହିଛି ସେବାଦଳର କଂଗ୍ରେସ ଦଳର ମେରୁଦଣ୍ଡ ଭଳି କାର୍ଯ୍ୟକରିଥାଏ । ଭାରତବର୍ଷର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ପଣ୍ଡିତ ଜବାହାରଲାଲ ନେହେରୁ ଏହି ସଂଗଠନର ପ୍ରଥମ ସଭାପତି ରହି, ଯୁବକ ମାନଙ୍କୁ ଶୃଙ୍ଖଳାରେ ବାନ୍ଧି ରଖିବା ପାଇଁ କାର୍ଯ୍ୟ କରୁଥିଲେ । ସ୍ୱାଧୀନତା ସଂଗ୍ରାମରେ କଂଗ୍ରେସ ସେବାଦଳର ଏକ ସ୍ୱତନ୍ତ୍ର ଭୂମିକା ଥିଲା ।
ଅନ୍ୟତମ ଅତିଥି ଅଖିଳ ଭାରତ କଂଗ୍ରେସ କମିଟିର ସଂପାଦକ ଜି ରୁଦ୍ର ରାଜୁ କହିଲେ ଯେ ଛାତ୍ର ଯୁବକମାନେ ଦେଶର ଭବିଷ୍ୟତ । ସେମାନଙ୍କ ଭିତରେ ରାଷ୍ଟ୍ରୀୟ ଭାବନା ସୃଷ୍ଟି କରିବା କଂଗ୍ରେସ ସେବାଦଳର ମୁଖ୍ୟ କାର୍ଯ୍ୟ । ଏହି ସଂଗଠନକୁ ପ୍ରଶିକ୍ଷଣ ମାଧ୍ୟମରେ ବ୍ୟାପକ କରିବାକୁ ସେ ଆହ୍ୱାନ ଦେଇଥିଲେ ।
ଆସନ୍ତା ଡିସେମ୍ବରରେ ହେବାକୁଥିବା ଏହି ସଦ୍ଭାବନା ସମାବେଶକୁ ସଫଳ କରିବା ପାଇଁ ଉପସ୍ଥିତ ଜିଲ୍ଲା କର୍ମକର୍ତା ମାନଙ୍କୁ ପ୍ରଦେଶ କଂଗ୍ରେସ ସଭାପତି ନିରଞ୍ଜନ ପଟ୍ଟନାୟକ ଆହ୍ୱାନ ଦେଇଥିଲେ । ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ରଙ୍କ ପୌରହିତରେ ଅନୁଷ୍ଠିତ ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଉପସଭାପତି ଯଜେ୍ଞଶ୍ୱର ବାବୁ, ମିଡିଆ ଅଧ୍ୟକ୍ଷ ଗଣେଶ୍ୱର ବେହେରା ଓ ପଛୁଆବର୍ଗ ବିଭାଗର ଅଧ୍ୟକ୍ଷ ଜ୍ଞାନଦେବ ବେଉରା ଉପସ୍ଥିତ ରହି ଜିଲ୍ଲା କର୍ମକର୍ତା ମାନଙ୍କୁ ଉତ୍ସାହିତ କରିଥିଲେ । ନିରଦ ବରଣ ଖୁଂଟିଆ ସ୍ୱାଗତ ଭାଷଣ ଓ ଅଶୋକ କୁମାର ସିଂ ଧନ୍ୟବାଦ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ମହମ୍ମଦ ସାହାଦୁଲ୍ଲା, ସୁବାସ କୁମାର ପରିଡ଼ା, ଜ୍ୟୋତିଷ କୁମାର ସାହୁ, କୁଳମଣି ସାହୁ, ଦିଲ୍ଲୀପ କୁମାର ପଣ୍ଡା, ମନୋଜ କୁମାର ସାହୁ, ଦୁଃଖିଶ୍ୟାମ ଦାସ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ୩୩ ଗୋଟି ସାଂଗଠନିକ ଜିଲ୍ଲାରୁ କର୍ମକର୍ତାମାନେ ଆଜିର କାର୍ଯ୍ୟକ୍ରମରେ ଭାଗନେଇଥିଲେ ।
ଆଉ ୧୫୮ ରୂପାନ୍ତରିତ ବିଦ୍ୟାଳୟ ଲୋକାର୍ପିତ…
( )1075 ସ୍କୁଲର ରୂପାନ୍ତର ପର୍ବ
ଆଜି ୫ଟି ଜିଲ୍ଲାର ୧୫୮ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ।
ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁ ର ସ୍କୁଲମାନଙ୍କ ଭିତରେ ଥିବା
ତଫାତକୁ ଦୂର କରିପାରିଛି- ମୁଖ୍ୟମନ୍ତ୍ରୀ।
୫-ଟି ସଂପର୍କରେ ଶିକ୍ଷକ ଓ ପିଲାମାନଙ୍କୁ ବୁଝାଇଲେ ମୁଖ୍ୟମନ୍ତ୍ରୀ।
ସ୍କୁଲର ସ୍ମାର୍ଟ ସୁବିଧାରେ ଆମେ ବହୁତ ଉତ୍ସାହିତ,
ଲକ୍ଷ୍ୟ ପୂରଣ ପାଇଁ ଏହା ଆମର ମନୋବଳ ଦୃଢ କରିଛି – ଛାତ୍ରଛାତ୍ରୀ।
ନିଜର ସଫଳତାରେ ସ୍କୁଲର ଅବଦାନ ସଂପର୍କରେ କହି ପିଲାଙ୍କୁ ଉତ୍ସାହିତ କଲେ ଦୁଇ ପଦସ୍ଥ ଅଧିକାରୀ।
{ } ରାଜ୍ୟରେ ସ୍କୁଲ ରୂପାନ୍ତର ପର୍ବ ଜାରି ରହିଛି । ୫-ଟି School Transformation କାର୍ଯ୍ୟକ୍ରମର ଚତୁର୍ଥ ଦିବସରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲାର ୧୫୮ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏଥିରେ ମାଲକାନଗିରିର ୬ଟି ସ୍କୁଲ, ଝାରସୁଗୁଡାର ୨୫ଟି, କଳାହାଣ୍ଡିର ୨୯ଟି, ମୟୁରଭଞ୍ଜର ୬୦ଟି ଓ ଖୋର୍ଦ୍ଧାର ୩୮ଟି ସ୍କୁଲ ରହିଛି ।ଆଜି ସୁଦ୍ଧା ୬୮୯ଟି ରୂପାନ୍ତରିତ ସ୍କୁଲ ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଛି । ସୂଚନାଯୋଗ୍ୟ ଯେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟରେ ଏବେ ରାଜ୍ୟର ୧୦୭୫ଟି ସ୍କୁଲର ଲୋକାର୍ପଣ କାର୍ଯ୍ୟକ୍ରମ ଜାରି ରହିଛି । ଆସନ୍ତା ୨୪ ତାରିଖ ଦିନ ଏହା ସଂପୂର୍ଣ୍ଣ ହେବ।ଏହି ରୂପାନ୍ତର କାର୍ଯ୍ୟକ୍ରମ ପାଇଁ ସ୍ଥାନୀୟ ଅଞ୍ଚଳର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ତଥା ପିତାମାତା ଏବଂ ଅଭିଭାବକ ମାନଙ୍କୁ ଧନ୍ୟବାଦ ଜଣାଇଥିଲେ ।ପିଲାମାନଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ଏ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁ ର ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିଛି । ଗାଁର ସ୍କୁଲରେ ଆଜି ସହରର ଭଲ ଭଲ ବେସରକାରୀ ସ୍କୁଲର ପରିବେଶ ସୃଷ୍ଟି ହୋଇଛି । ଆଉ ଗୋଟିଏ ଗୁରୁତ୍ବପୂର୍ଣ୍ଣ କଥା ହେଲା ସରକାରୀ ସ୍କୁଲରେ ପଢୁଥିବା ପିଲାମାନଙ୍କ ଡାକ୍ତର, ଇଞ୍ଜିନିୟର ହେବାର ସ୍ବପ୍ନ ଯେପରି ସାକାର ହୋଇପାରିବ, ସେଥିପାଇଁ ରାଜ୍ୟ ସରକାର ତୁମ ମାନଙ୍କ ପାଇଁ ୧୫ ପ୍ରତିଶତ ଆସନ ସଂରକ୍ଷିତ କରିଛନ୍ତି ।
ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ସ୍କୁଲରେ ତିଆରି ହୁଏ ଦେଶର ଭବିଷ୍ୟତ। ଜାତିର ଭବିଷ୍ୟତ । କଥାରେ ଅଛି, ପିଲାମାନେ ଆମ ଜନସଂଖ୍ୟାରେ ଏକ ତୃତୀୟାଂଶ ହେଲେ ବି ସେମାନେ ଆମର ପୁରା ଭବିଷ୍ୟତ (There is a saying that Children constitute one-third of our population, but all of our future.)। ସ୍କୁଲ ସମୟ ପିଲାମାନଙ୍କ ଜୀବନର ସବୁଠାରୁ ଗୁରୁତ୍ବପୂର୍ଣ୍ଣ ସମୟ ବୋଲି ମତଦେଇ ସେ କହିଥିଲେ ଯେ ଏ ସମୟରେ ପିଲାମାନଙ୍କୁ ସେମାନଙ୍କର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବା ଆମର ଦାୟିତ୍ବ।
ମୁଖ୍ୟମନ୍ତ୍ରୀ କହିଲେ, “ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ। ପାଠ ସହ କ୍ରୀଡା, ସଂଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାନ୍ତୁ । ନୂଆ ନୂଆ technology ବିଷୟରେ ଜାଣନ୍ତୁ । ବଡ ବଡ ସ୍ବପ୍ନ ଦେଖନ୍ତୁ ଓ ଜୀବନର ସବୁ challengeକୁ ସାମନା କରିବା ପାଇଁ ଆତ୍ମବିଶ୍ବାସର ସହ ଆଗକୁ ବଢନ୍ତୁ । ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ ।”ଓଡିଶାର ଶିକ୍ଷା ବିକାଶ କ୍ଷେତ୍ରରେ ଆଜି ଦିନଟି ସବୁବେଳେ ସ୍ବତନ୍ତ୍ର ହୋଇରହିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ୫-ଟି ନୀତି ଉପରେ ଆଲୋକପାତ କରିଥିଲେ। ମୁଖ୍ୟମନ୍ତ୍ରୀ କହିଲେ ଯେ, ସ୍କୁଲ ରୂପାନ୍ତର ହେଉଛି ଆମର 5-ଟି କାର୍ଯ୍ୟକ୍ରମର ଶ୍ରେଷ୍ଠ ଉଦାହରଣ। ୫-ଟି ହେଉଛି– ଟେକ୍ନୋଲେଜି, ଟିମ୍ ୱାର୍କ, ଟାଇମ, ଟ୍ରାନ୍ସପାରେନ୍ସି ଓ ଟ୍ରାନ୍ସଫରମେସନ୍। ଏହା ହିଁ ରୂପାନ୍ତରକୁ ସମ୍ଭବ କରିପାରିଛି । ଟେକ୍ନୋଲେଜି ଆମକୁ ସ୍ମାର୍ଟ କ୍ଲାସ୍ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର ଓ ଆଧୁନିକ ଲାବୋରେଟୋରୀର ସୁବିଧା ଦେଇଛି । ସେହିପରି ଆମ ସମସ୍ତଙ୍କ ମିଳିତ ଉଦ୍ୟମ ହେଉଛି ଟିମ୍ ୱାର୍କ ।
ତୃତୀୟ ନୀତି ହେଉଛି ଟାଇମ୍ ବା ସମୟ ।. ନଭେମ୍ବର ୧୪ ସୁଦ୍ଧା ୧୦୭୫ଟି ସ୍କୁଲର ରୂପାନ୍ତର କାମ ସାରିବା ପାଇଁ ମୁଁ ନିର୍ଦ୍ଦେଶ ଦେଇଥିଲି। ଆପଣମାନଙ୍କ ସମସ୍ତଙ୍କ ନିଷ୍ଠା ଓ ପରିଶ୍ରମ ଦ୍ବାରା ଏହା ଆଜି ଠିକ୍ ସମୟରେ ଶେଷ ହୋଇପାରିଛି ।ଚତୁର୍ଥ ନୀତି ହେଉଛି ଟ୍ରାନ୍ସପାରେନ୍ସି ବା ସ୍ବଚ୍ଛତା । ସ୍କୁଲ ମାନଙ୍କରେ ଯାହା କିଛି ପରିବର୍ତ୍ତନ ହୋଇଛି, ତାହା ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରି କରାଯାଇଛି । ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି । ଏସବୁ ଆଣିଛି ରୂପାନ୍ତର, ଯାହାକୁ ଆମେ ସମସ୍ତେ ଦେଖିପାରୁଛୁ ଓ ଅନୁଭବ ମଧ୍ୟ କରିପାରୁଛୁ ।ପିଲାମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ମାତୃଭୂମି ଓ ପରିବାର ପରେ ସ୍କୁଲ ହେଉଛି ଆମର ସବୁଠାରୁ ବଡ ପରିଚୟ । ମୋର ପୁରା ବିଶ୍ବାସ, ତୁମେ ମାନେ ଭଲ ପାଠ ପଢି ଭଲ କାମ କରି, ଏ ପରିଚୟକୁ ରାଜ୍ୟର ଗୌରବରେ ପରିଣତ କରିପାରିବ।ଏହି କାର୍ଯ୍ୟକ୍ରମରେ ୫ଟି ଜିଲ୍ଲାର ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବିଦ୍ୟାଳୟ ରୂପାନ୍ତର ସଂପର୍କରେ ନିଜର ମନ କଥା କହିଥିଲେ। ମାଲକାନଗିରିର ପାପୁନି ମାଣ୍ଡି, ଝାରସୁଗୁଡାର ଶାଳିନୀ ତ୍ରିପାଠୀ, କଳାହାଣ୍ଡିର କୁମୁଦିନୀ ବନ୍ଦିଛୋଡ, ମୟୁରଭଞ୍ଜର ମଧୁସ୍ମିତା ସାହୁ ଏବଂ ଖୋର୍ଦ୍ଧା ଜିଲ୍ଲାର ଉଦୟ ପ୍ରକାଶ ବେହେରା ପ୍ରମୁଖ ଛାତ୍ରଛାତ୍ରୀ ଆଲୋଚନାରେ ଭାଗ ନେଇ କହିଥିଲେ ଯେ ଗାଁ ଭିତରେ ସ୍କୁଲ ହିଁ ବର୍ତ୍ତମାନ ଆମର ସବୁଠାରୁ ବଡ ଆକର୍ଷଣ। ଏହି ରୂପାନ୍ତରିତ ସ୍କୁଲରେ ଉପଲବ୍ଧ ଥିବା ସ୍ମାର୍ଟ ସୁବିଧା ଆମକୁ ଉତ୍ସାହିତ କରିଛି। ଏହା ଆମର ଲକ୍ଷ୍ୟ ପୂରଣ ପାଇଁ ଆମର ମନୋବଳକୁ ଦୃଢ କରିଛି । ମୁଖ୍ୟମନ୍ତ୍ରୀ ସେମାନେ ଭବିଷ୍ୟତରେ କଣ ହେବାକୁ ଚାହାନ୍ତି ବୋଲି ପଚାରିବାରୁ ସେମାନେ ଉତ୍ସାହିତ ହୋଇ ଆଇ.ଏ.ଏସ୍ ଅଫିସର, ଶିକ୍ଷକ, ଡାକ୍ତର ଇଞ୍ଜିନିୟର, ସମାଜସେବୀ, ସାମ୍ବାଦିକ ହେବେ ବୋଲି କହିଥିଲେ ।
କାର୍ଯ୍ୟକ୍ରମରେ ମାଲକାନଗିରିରେ ନବରଂଗପୁର ସାଂସଦ ଶ୍ରୀ ରମେଶ ଚନ୍ଦ୍ର ମାଝୀ, ଝାରସୁଗୁଡାରେ ବ୍ରଜରାଜନଗର ବିଧାୟକ ଶ୍ରୀ କିଶୋର ମହାନ୍ତି, କଳାହାଣ୍ଡିରେ ଶକ୍ତି ଓ ଶିଳ୍ପ ମନ୍ତ୍ରୀ ଶ୍ରୀ ଦିବ୍ୟଶଂକର ମିଶ୍ର, ମୟୁରଭଂଜରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁଦାମ ମାର୍ଣ୍ଡି ଏବଂ ଖୋର୍ଦ୍ଧାରେ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା ପ୍ରମୁଖ ଯୋଗ ଦେଇ ବିଦ୍ୟାଳୟ ରୂପାନ୍ତର କାର୍ଯ୍ୟକ୍ରମର ଉଚ୍ଚପ୍ରଶଂସା କରିଥିଲେ। ଛାତ୍ରଛାତ୍ରୀ ମାନଙ୍କ ମାନସିକତାରେ ଏହା ଏକ ମୌଳିକ ପରିବର୍ତ୍ତନ ଆଣିଛି ବୋଲି ସେମାନେ ଅନୁଭବ କରୁଛନ୍ତି ବୋଲି କହିଥିଲେ । ଶିକ୍ଷା କ୍ଷେତ୍ରରେ ଏହି ପରିବର୍ତ୍ତନ ଓଡିଶାର ଭବିଷ୍ୟତକୁ ଉଜ୍ଜଳ କରିବ ବୋଲି ସେମାନେ ଦୃଢୋକ୍ତି ପ୍ରକାଶ କରିଥିଲେ ଏବଂ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶିତାର ପ୍ରଶଂସା କରିଥିଲେ ।ଏହି ଅବସରରେ ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ଓ କଟକ-ଭୁବନେଶ୍ବରର ପୋଲିସ କମିଶନର ଶ୍ରୀ ସୌମେନ୍ଦ୍ର ପ୍ରିୟଦର୍ଶୀ ନିଜର ସଫଳତାରେ ସ୍କୁଲର ଅବଦାନ ସଂପର୍କରେ ଆଲୋକପାତ କରିଥିଲେ। ଛାତ୍ର ଜୀବନର ଅନୁଭୂତି ବର୍ଣ୍ଣନା କରି ପିଲାମାନଙ୍କୁ ଲକ୍ଷ୍ୟ ପୂରଣ ପାଇଁ ଦୃଢ ମନୋବଳ ସହିତ କଠିନ ପରିଶ୍ରମ କରିବାକୁ ପରାମର୍ଶ ଦେଇଥିଲେ। ରୂପାନ୍ତରିତ ସ୍କୁଲର ମିଳୁଥିବା ଆଧୁନିକ ସୁବିଧାର ସଂପୂର୍ଣ୍ଣ ଉପଯୋଗ କରିବା ପାଇଁ ସେ ଶିକ୍ଷକ ଓ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ। ଶ୍ରୀ ସାହୁ କଳାହାଣ୍ଡିର ମାଣିକେଶ୍ବରୀ ହାଇସ୍କୁଲ ଛାତ୍ର ଥିଲା ବେଳେ ଶ୍ରୀ ସୌମେନ୍ଦ୍ର ପ୍ରିୟଦର୍ଶୀ ଭୁବନେଶ୍ବର କ୍ୟାପିଟାଲ ହାଇସ୍କୁଲର ଛାତ୍ର ଥିଲେ ।ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ । ଉପରୋକ୍ତ ଦୁଇ ପଦସ୍ଥ ଅଧିକାରୀଙ୍କ ଅଭିଜ୍ଞତା ଛାତ୍ରଛାତ୍ରୀଙ୍କ ସ୍ବପ୍ନକୁ ବାସ୍ତବ ରୂପ ଦେବାରେ ସହାୟକ ହେବ ବୋଲି ଶ୍ରୀ ପାଣ୍ଡିଆନ ଆଶାବ୍ୟକ୍ତ କରିଥିଲେ ।କାର୍ଯ୍ୟକ୍ରମରେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସଂପର୍କରେ ଭିଡିଓ ଚଳଚ୍ଚିତ୍ର ପ୍ରଦର୍ଶନ କରାଯାଇଥିଲା ।କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା ଓ କୃଷି ଉତ୍ପାଦନ କମିଶନର ଶ୍ରୀ ଆର୍.କେ ଶର୍ମା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।
ଓଡିଶା ରାଜ୍ୟ ପୋଲିସ ହାଉସିଂ ନିଗମର ପୂର୍ବତନ ଡେପୁଟି ମ୍ୟାନେଜର ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର…
( )ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧୀ ଅଭିଯାନ
ଓଡିଶା ରାଜ୍ୟ ପୋଲିସ ହାଉସିଂ ନିଗମର ପୂର୍ବତନ ଡେପୁଟି ମ୍ୟାନେଜର ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର, ଏପର୍ଯ୍ୟନ୍ତ ୧୩୧ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ
{}ସାଧାରଣ ଜୀବନରେ ସାଧୁତା ଓ ନୈତିକତା ବଜାୟ ରଖିବା ସହ ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି। ସବୁ ସମୟରେ ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରିଆସିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଆଭିମୁଖ୍ୟ ଅନୁଯାୟୀ ରାଜ୍ୟ ସରକାର ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ ଶୂନ୍ୟ ସହିଷ୍ଣୁତା ନୀତି ଅବଲମ୍ବନ କରି କଠୋର ପଦକ୍ଷେପ ଜାରି ରଖିଛନ୍ତି।
ଏହି ପରିପ୍ରେକ୍ଷୀରେ ଆଜି ରାଜ୍ୟ ସରକାର ଓଡିଶା ରାଜ୍ୟ ପୋଲିସ ଗୃହ ନିର୍ମାଣ ଓ କଲ୍ୟାଣ ନିଗମର (Odisha state Police Housing & Welfare Corporation) ପୂର୍ବତନ ଡେପୁଟୀ ମ୍ୟାନେଜର ଶ୍ରୀ ପ୍ରତାପ କୁମାର ସାମଲଙ୍କୁ ଅପାରଗତା ଓ ଦୁର୍ନୀତି ଯୋଗୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ପୂର୍ବରୁ ବ୍ୟାପକ ଦୁର୍ନୀତି ଅଭିଯୋଗରେ ଶ୍ରୀ ସାମଲ ନିଲମ୍ବିତ ହୋଇଥିଲେ। ନିକଟରେ ତାଙ୍କ ବାସଭବନ ଉପରେ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଚଢଉ କରଯାଇ ବ୍ୟାପକ ପରିମାଣର ଆୟ ବହିର୍ଭୁତ ସମ୍ପତ୍ତି ଜବତ କରାଯାଇଥିଲା । ଏହାକୁ ମିଶାଇ ବର୍ତ୍ତମନ ସୁଦ୍ଧା ୧୩୧ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ବା ଚାକିରୀରୁ ବହିଷ୍କାର କରାଗଲାଣି ।
ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍ଥ କାର୍ଡ ଯୋଜନା ସାମିଲ ହେଲା କେନ୍ଦୁଝର ଜିଲ୍ଲା…
( )ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍ଥ କାର୍ଡ ଯୋଜନା
ସାମିଲ ହେଲା କେନ୍ଦୁଝର ଜିଲ୍ଲା।
ଜିଲ୍ଲାର ୪ ଲକ୍ଷ ୨୦ ହଜାର ପରିବାର ପାଇବେ ସ୍ମାର୍ଟ କାର୍ଡର ସୁବିଧା
ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ ଯୋଜନା ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ସାରା ଦେଶକୁ ବାଟ ଦେଖାଇଛି।
କେନ୍ଦୁଝର ଜିଲ୍ଲାର ସବୁ ପରିବାରକୁ ୨୦୨୨ ଡିସେମ୍ବର ସୁଦ୍ଧା ପାଇପ ପାଣି ସୁବିଧା ଯୋଗାଇ ଦିଆଯିବ – ମୁଖ୍ୟମନ୍ତ୍ରୀ
କେନ୍ଦୁଝରରେ ୧୪୩୩ କୋଟି ଟଙ୍କାର ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ।
୩୬ କୋଟି ଟଙ୍କାରେ ହେବ ମେଗା ପୋଲ୍ଟ୍ରି ପ୍ରକଳ୍ପ, ଉପକାର ପାଇବେ ୩୦ ହଜାର ଜନଜାତି ଭାଇ ଭଉଣୀ।
{}ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କେନ୍ଦୁଝର ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ ୪.୨୦ ଲକ୍ଷ ପରିବାରଏହି ସୁବିଧା ପାଇବେ । କେନ୍ଦୁଝର ସହିତ ରାଜ୍ୟର ୧୩ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହେଲା । ଏହି ଅବସରରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍ଥ କାର୍ଡ କାର୍ଯ୍ୟକ୍ରମ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ସାରା ଦେଶକୁ ବାଟ ଦେଖାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦୁଝର ଜିଲ୍ଲା ପାଇଁ ୧୪୩୩ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ।
କେନ୍ଦୁଝରକୁ ଏକ ସମୃଦ୍ଧ ଜିଲ୍ଲା ଭାବରେ ଗଢିବା ସରକାରଙ୍କ ଲକ୍ଷ୍ୟ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାର ଭଲ ପିଇବା ପାଣି ଉପରେ ଗୁରୁତ୍ବ ଦେଇଆସୁଛନ୍ତି । କେନ୍ଦୁଝରର ସବୁ ଗାଁ, ସବୁ ସହର ଓ ସବୁ ପରିବାରକୁ ଡିସେମ୍ବର ୨୦୨୨ ସୁଦ୍ଧା ପାଇପ ପାଣି ସଂଯୋଗ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଜନଜାତି ଭାଇ ଭଉଣୀ ମାନଙ୍କ ରୋଜଗାର ବୃଦ୍ଧି ପାଇଁ ରାଜ୍ୟ ସରକାର ୩୬ କୋଟି ଟଙ୍କାରେ ବୃହତ କୁକୁଡା ପାଳନ ପ୍ରକଳ୍ପ (Mega Poultry Project) ଆରମ୍ଭ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହାଦ୍ବାରା ୩୦ ହଜାର ଜନଜାତି ଭାଇ ଭଉଣୀ ଉପକାର ପାଇବେ ବୋଲି ସେ କହିଥିଲେ ।ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଜିଲ୍ଲାର ୪ ଲକ୍ଷ ୨୦ ହଜାର ପରିବାର ସ୍ମାର୍ଟ ହେଲ୍ଥ କାର୍ଡ ପାଇବେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏଥିପାଇଁ ଖୁସିବ୍ୟକ୍ତ କରିଥିଲେ ।ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ମାର୍ଟ ହେଲ୍ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ।ଆମ ପାଇ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ।ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ଶିଶୁ ଦିବସ ଦିନ ୧୦୦ଟି ରୂପାନ୍ତରୀତ ସ୍କୁଲର ଲୋକାର୍ପଣ ପାଇଁ ଖୁସି ବ୍ୟକ୍ତ ପାଇଁ ଏଥିପାଇଁ କାମ କରିଥିବା ଲୋକ ମାନଙ୍କୁ ଧନ୍ୟବାଦ ଦେଇଥିଲେ। ଗୋଟିଏ ଦିନରେ ୧୦୦ଟି ସ୍କୁଲର ଲୋକାର୍ପଣ ସାରା ରାଜ୍ୟରେ ଏକ ରେକର୍ଡ ବୋଲି ସେ କହିଥିଲେ । ପୁଷ୍ଟି ନିରାପତ୍ତା କ୍ଷେତ୍ରରେ କେନ୍ଦୁଝର ଜିଲ୍ଲା ଭଲ ପ୍ରଦର୍ଶନ କରୁଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏଥିରେ ଖୁସି ପ୍ରକାଶ କରିଥିଲେ ।ଏହି କାର୍ଯ୍ୟକ୍ରମରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁଦାମ ମାର୍ଣ୍ଡି, ଦକ୍ଷତା ବିକାଶ ମନ୍ତ୍ରୀ ଶ୍ରୀ ପ୍ରେମାନନ୍ଦ ନାୟକ, କେନ୍ଦୁଝର ସାଂସଦ ଶ୍ରୀମତୀ ଚନ୍ଦ୍ରାଣୀ ମୁର୍ମୁ, ଘଷିପୁରା ବିଧାୟକ ଶ୍ରୀ ବଦ୍ରୀ ନାରାୟଣ ପାତ୍ର ଓ କେନ୍ଦୁଝର ପାଟଣା ବିଧାୟକ ଶ୍ରୀ ଜଗନ୍ନାଥ ନାୟକ ଯୋଗ ଦେଇ ଓଡିଶାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ସାରା ଦେଶରେ ଓଡିଶାର ମର୍ଯ୍ୟାଦା ବୃଦ୍ଧି କରିଛି ବୋଲି କହିଥିଲେ। ବିଶେଷକରି, କୋଭିଡ ମହାମାରୀ ସମୟରେ ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପ ସାରା ଦେଶରେ ଅନେକ ଜୀବନ ବଞ୍ଚାଇବାରେ ସଫଳ ହୋଇଥିଲା ବୋଲି ସେମାନେ କହିଥିଲେ । କେନ୍ଦୁଝରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଅନେକ ପଦକ୍ଷେପ ନେଇଛନ୍ତିଢ଼ ବୋଲି ପ୍ରକାଶ କରି ସେମାନେ ବିଭିନ୍ନ କ୍ଷେତ୍ରରେ କେନ୍ଦୁଝର ଜିଲ୍ଲାର ବିକାଶ ଉପରେ ଆଲୋକପାତ କରିଥିଲେ।
ମିଶନ ଶକ୍ତି ଗୋଷ୍ଠୀର ମା ମାନଙ୍କୁ ଅଧିକରୁ ଅଧିକ ସରକାରୀ କାମ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ…
( )ମହିଳା ମାନଙ୍କ ଅର୍ଥନୈତିକ ସଶକ୍ତିକରଣ ପାଇଁ ସରକାର ପ୍ରତିଶୃତିବଦ୍ଧ
ମିଶନ ଶକ୍ତି ଗୋଷ୍ଠୀର ମା ମାନଙ୍କୁ ଅଧିକରୁ ଅଧିକ ସରକାରୀ କାମ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ,
ଆବଶ୍ୟକ ସ୍ଥଳେ ପାରିଶ୍ରମିକ ବୃଦ୍ଧି କର
ବ୍ୟାଙ୍କ ସୁବିଧା ନ ଥିବା ୪୬୪୯ଟି ପଞ୍ଚାୟତରେ ମିଶନ ଶକ୍ତି ଗୋଷ୍ଠୀର ମା ମାନଙ୍କୁ ବ୍ୟାଙ୍କ କରେସପଣ୍ଡେଟ ଭାବରେ ନିଯୁକ୍ତି ଦିଆଯିବ
୨୦୨୦-୨୧ରେ ଦିଆଯାଇଛି ୧୨୦୦ କୋଟି ଟଙ୍କାର କାମ
{}ରାଜ୍ୟରେ ମହିଳା ମାନଙ୍କ ଅର୍ଥନୈତିକ ସଶକ୍ତିକରଣ ପାଇଁ ରାଜ୍ୟ ସରକାର ପ୍ରତିଶୃତିବଦ୍ଧ । ମିଶନ ଶକ୍ତି ମା ମାନଙ୍କୁ ସରକାରୀ କାମ ଯୋଗାଇ ଦେବା ଏହାର ଏକ ପ୍ରମୁଖ ମାଧ୍ୟମ । ଏହାକୁ ଦୃଷ୍ଟିରେ ରଖି ଆମର ସବୁ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଉ। ରାଜ୍ୟ ସରକାରଙ୍କ ସବୁ ବିଭାଗ ମାନେ ଏହାକୁ ମହିଳା ଆର୍ଥିକ ସଶକ୍ତିକରଣର ଏକ ଦିଗ ଭାବେ ଗ୍ରହଣ କରି କାମ କରନ୍ତୁ । ଆବଶ୍ୟକସ୍ଥଳେ ମିଶନ ଶକ୍ତି ମା ମାନଙ୍କର ପାରିଶ୍ରମିକ ମଧ୍ୟ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।ମିଶନ ଶକ୍ତି ଗୋଷ୍ଠୀର ମା ମାନଙ୍କୁ ବିଭିନ୍ନ ସରକାରୀ ବିଭାଗ କାମ ଯୋଗାଇ ଦେବା ସଂପର୍କରେ କୋଡ଼ିଏ ଟି ବିଭାଗର ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ ଏହି ପରାମର୍ଶ ଦେଇଛନ୍ତି ।ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟ ସରକାରଙ୍କ ସବୁ ବିଭାଗ ମିଶନ ଶକ୍ତି ଗୋଷ୍ଠୀର ମା ମାନଙ୍କୁ କାମ ଯୋଗାଇ ଦେବାପାଇଁ ଆଗାମୀ ୩ ବର୍ଷ ପାଇଁ ଆକ୍ସନ ପ୍ଲାନ ପ୍ରସ୍ତୁତ କରିଛନ୍ତି ।ବୈଠକରେ ମିଶନ ଶକ୍ତି ବିଭାଗ କମିଶନର-ତଥା-ସଚିବ ଶ୍ରୀମତୀ ସୁଜାତା କାର୍ତ୍ତେକେୟ ବିଭିନ୍ନ ବିଭାଗର କାର୍ଯ୍ୟକ୍ରମ ସଂପର୍କରେ ଏକ ଉପସ୍ଥାପନା ରଖିଥିଲେ ।ଏହି ଉପସ୍ଥାପନା ଅନୁଯାୟୀ ୧୩ଟି ବିଭାଗ ୨୦୨୦-୨୧ ଆର୍ଥିକ ବର୍ଷରେ ୧୦୪୭୧୨ଟି ମିଶନ ଶକ୍ତି ଗୋଷ୍ଠୀର ମା ମାନଙ୍କୁ ପ୍ରାୟ ୧୨୦୦ କୋଟି ଟଙ୍କାର ବିଜିନେସ୍ ସରକାର ଯୋଗାଇ ଦେଇଛନ୍ତି । ମିଶନ ଶକ୍ତି ଗୋଷ୍ଠୀର ମା ମାନେ ୨୯୬ କୋଟି ଟଙ୍କାର ରୋଜଗାର ପାଇଛନ୍ତି ।ବୈଠକରେ ସବୁ ବିଭାଗ ମାନେ ଆଗାମୀ ୩ ବର୍ଷ ପାଇଁ ସେମାନଙ୍କର କାର୍ଯ୍ୟକ୍ରମ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । ବ୍ୟାଙ୍କ ସୁବିଧା ନ ଥିବା ଗ୍ରାମ ପଞ୍ଚାୟତ ଗୁଡିକରେ ମିଶନ ଶକ୍ତିର ମା ମାନଙ୍କୁ ବ୍ୟାଙ୍କ କରେସପଣ୍ଡେଟ ଭାବରେ ନିଯୁକ୍ତି ଦେବା ପାଇଁ ବୈଠକରେ ଗୁରୁତ୍ବ ଆରୋପ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ଏକ game changer ଭାବରେ ବର୍ଣ୍ଣନା କରି ଏହାକୁ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ରାଜ୍ୟର ୬୭୯୮ଟି ଗ୍ରାମ ପଞ୍ଚାୟତରୁ ମାତ୍ର ୨୧୪୯ଟି ଗ୍ରାମରେ ବ୍ୟାଙ୍କ ଶାଖା ରହିଛି । ବାକି ୪୬୪୯ଟି ଗ୍ରାମ ପଞ୍ଚାୟତରେ ବ୍ୟାଙ୍କ ଶାଖା ନାହିଁ । ଏହିସବୁ ପଞ୍ଚାୟତରେ ମିଶନ ଶକ୍ତି ଗୋଷ୍ଠୀର ମା ମାନଙ୍କୁ ବ୍ୟାଙ୍କ କରେସପଣ୍ଡେଟ ଭାବରେ ନିଯୁକ୍ତି ଦେବା ପାଇଁ ପ୍ରକ୍ରିୟ ଜାରି ରହିଛି । ବର୍ତ୍ତମାନ ସୁଦ୍ଧା ୧୨୬୨ଟି ମିଶନ ଶକ୍ତି ଗୋଷ୍ଠୀର ମା ମାନଙ୍କୁ ନିଯୁକ୍ତି ଦିଆସରିଛି ଏବଂ ଆଉ ୩୫୦୮ଟି ମିଶନ ଶକ୍ତି ଗୋଷ୍ଠୀର ମା ମାନଙ୍କ ଚୟନ ପ୍ରକ୍ରିୟା ଜାରି ରହିଛି । ନିଯୁକ୍ତି ପାଇଥିବା ମିଶନ ଶକ୍ତି ଗୋଷ୍ଠୀର ମା ମାନଙ୍କୁ ତାଙ୍କ ବିଜିନେସ୍ରେ ସହାୟତା କରିବା ପାଇଁ ପ୍ରାରମ୍ଭିକ ଭାବରେ ସରକାରଙ୍କ ପକ୍ଷରୁ ମାସକୁ ୨୦୦୦ ଟଙ୍କା ଲେଖାଏ ଯୋଗାଇ ଦିଆଯାଉଛି ବୋଲି ମିଶନ ଶକ୍ତି ସଚିବ ସୂଚନା ଦେଇଥିଲେ । ଟେକ୍ ହୋମ୍ ରାସନ, ଆହାର, ମାଛ ଚାଷ ଓ କୃଷି ଉତ୍ପାଦକ ଗୋଷ୍ଠୀ ଆଦି କାର୍ଯ୍ୟକ୍ରମରେ ମିଶନ ଶକ୍ତିର ମା ମାନେ ଭଲ ପ୍ରଦର୍ଶନ କରିଛନ୍ତି ବୋଲି ଜଣାଯାଇଛି।କୃଷି ବିଭାଗ, ଶକ୍ତି ବିଭାଗ, ମତ୍ସ୍ୟ ଓ ପଶୁସଂପଦ ବିଭାଗ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଆଦି ବିଭାଗର କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରି ଏହାକୁ ଆହୁରି ଆଗେଇ ନେବା ପାଇଁ ପରାମର୍ଶ ଦେଇଥିଲେ । ନଗର ଉନ୍ନୟନ ବିଭାଗ ଦ୍ବାରା ମୁକ୍ତା ଯୋଜନା ଆନ୍ତର୍ଜାତିକ ସ୍ତରରେ 5th International Guangzhou Award ପାଇଥିବା ବେଳେ ମିଶନ ଶକ୍ତି ଗୋଷ୍ଠୀର ସମଲିଙ୍ଗୀ ମାନଙ୍କୁ କାମ ଯୋଗାଇ ଦେବା କାର୍ଯ୍ୟକ୍ରମ ପାଇଁ FICCI National Award ମିଳିଛି ବୋଲି ସୂଚନା ଦିଆଯାଇଥିଲା ।
ଯେଉଁ ବିଭାଗ ମାନେ ଏପର୍ଯ୍ୟନ୍ତ ସୁଦ୍ଧା କାର୍ଯ୍ୟ ଆରମ୍ଭ କରିନାହାନ୍ତି, ସେମାନଙ୍କ ପାଇଁ ଖୁବ ଶୀଘ୍ର ଆଉ ଏକ ସମୀକ୍ଷା ବୈଠକ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ତଫସିଲଭୁକ୍ତ ଜାତି ଓ ଜନଜାତି ବିଭାଗ ଏବଂ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଭିନ୍ନ କାର୍ଯ୍ୟ ଚିହ୍ନଟ କରାଯାଇ ମା ମାନଙ୍କୁ କାମ ଯୋଗାଇ ଦେବା ପାଇଁ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଇଛି ବୋଲି ସୂଚନା ଦିଆଯାଇଛି ବୋଲି ସୂଚନା ଦିଆଯାଇଥିଲା ।ସୂଚନାଯୋଗ୍ୟ ଯେ ୨୦୧୯ ମଇ ୨୯ରେ ପ୍ରଥମ କ୍ୟାବିନେଟ୍ ବୈଠକରେ ମିଶନ ଶକ୍ତିର ମା ମାନଙ୍କୁ ୫ ବର୍ଷରେ ୫୦୦୦ କୋଟି ଟଙ୍କାର କାମ ଯୋଗାଇ ଦେବା ପାଇଁ ନିଷ୍ପତ୍ତି କରାଯାଇଥିଲା ।ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ॥ ଏହି ବୈଠକରେ ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା ଓ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ମାନେ ଉପସ୍ଥିତ ଥିଲେ ।
ମାନବ ସମ୍ବଳ ପରିଚାଳନାରେ ୫-ଟି ନିତୀ…
{}ମାନବ ସମ୍ବଳ ପରିଚାଳନାରେ ୫-ଟି ନିତୀ
ନଭେମ୍ବର ୩୦ ସୁଦ୍ଧା ଇ-ସର୍ଭିସ୍ବୁକ୍ ଅପ୍ଡେଟ୍ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ।
( ) ମାନବ ସମ୍ବଳ ପରିଚାଳନାରେ ୫-ଟି ନୀତି ପ୍ରୟୋଗର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଭାବେ ଚଳିତ ନଭେମ୍ବର ମାସ ୩୦ ତାରିଖ ସୁଦ୍ଧା ସମସ୍ତ ସରକାରୀ କର୍ମଚାରୀମାନଙ୍କର ଇ-ସର୍ଭିସ୍ବୁକ୍ର ସଦ୍ୟତନକରଣ ଶେଷ କରିବାକୁ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ସମସ୍ତ ବିଭାଗ ଏବଂ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ ଲୋକସେବା ଭବନରୁ ଡିଜିଟାଲ୍ ମୋଡ୍ରେ ଅନୁଷ୍ଠିତ ଏକ ସମୀକ୍ଷା ବୈଠକରେ ଏହି କାର୍ଯ୍ୟର ଅଗ୍ରଗତି ବିଷୟ ଅନୁଧ୍ୟାନ କରି ସେ ଏହି ନିର୍ଦ୍ଦେଶ ଦେଇଛନ୍ତି ।
ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର କହିଥିଲେ ଯେ ଇ-ସର୍ଭିସ୍ବୁକ୍ ସରକାରୀ କର୍ମଚାରୀ ମାନଙ୍କ ଉତ୍ତମ ପରିଚାଳନାରେ ବହୁ ଭାବେ ସହାୟକ ହେବା ସହ ଅବସର ନେଉଥିବା କର୍ମଚାରୀମାନଙ୍କର ପେନ୍ସନ୍ ସମ୍ବନ୍ଧିତ ଦେୟ ପ୍ରଦାନକୁ ଅଧିକ ସ୍ୱଚ୍ଛ ଓ ତ୍ୱରାନ୍ୱିତ କରିବ । ଏହା ଉଭୟ କର୍ମଚାରୀ ଏବଂ ସରକାରୀ ବ୍ୟବସ୍ଥାକୁ ଅଧିକ କ୍ରିୟାଶୀଳ ଏବଂ ବୃତ୍ତିଗତ କରିବ ।
ନଭେମ୍ବର ୩୦ ତାରିଖ ସୁଦ୍ଧା ସମସ୍ତ ବିଭାଗର ପ୍ରମୁଖ ଶାସନ ସଚିବ, ବିଭାଗୀୟ ମୁଖ୍ୟ ଏବଂ ଜିଲ୍ଲାପାଳମାନେ ନିଜ ନିଜ ବିଭାଗ କର୍ମଚାରୀ ମାନଙ୍କର ଇ-ସର୍ଭିସ୍ବୁକ୍ କାର୍ଯ୍ୟର ସଦ୍ୟତନ ନିଶ୍ଚିତ କରାଇବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ । ଏହା ନହେଲେ ଡିସେମ୍ବର ମାସଠାରୁ ସଂପୃକ୍ତ କର୍ମଚାରୀ ଏବଂ ବିଭାଗୀୟ ନୋଡାଲ୍ ଅଧିକାରୀଙ୍କ ଦରମା ମିଳିବାରେ ବାଧା ସୃଷ୍ଟିହେବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ବରିଷ୍ଠ ଅଧିକାରୀମାନେ ଜଣାଇଥିଲେ ।
ସମୀକ୍ଷାରୁ ଜଣାପଡ଼ିଥିଲା ଯେ ପୁର୍ତ୍ତ , କୃଷି ଓ କୃଷକ ସଶକ୍ତିକରଣ, ସମବାୟ, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ, ଅବକାରୀ, ଶିଳ୍ପ, ପର୍ଯ୍ୟଟନ, ଗୃହ, ଜଙ୍ଗଲ ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ, ଇସ୍ପାତ୍ ଓ ଖଣି, ନଗର ଓ ଗୃହ ଉନ୍ନୟନ, ସୂଚନା ଓ ଲୋକ ସଂପର୍କ, ଶ୍ରମ ଓ ନିୟୋଜନ ଆଦି ବିଭାଗର ପ୍ରାୟ ୯୫ ପ୍ରତିଶତ କର୍ମଚାରୀମାନଙ୍କର ଇ-ସର୍ଭିସ୍ବୁକ୍ ସଦ୍ୟତନ କରାସରିଛି । ସେହିପରି ବାଲେଶ୍ୱର, ବରଗଡ଼, ଭଦ୍ରଖ, ଝାରସୁଗୁଡ଼ା, କୋରାପୁଟ, ମାଲ୍କାନାଗିରି, ନବରଙ୍ଗପୁର, ରାୟଗଡ଼ା ଏବଂ ସୁବର୍ଣ୍ଣପୁର ଆଦି ଜିଲ୍ଲାରେ ପ୍ରାୟ ୯୨ ପ୍ରତିଶତ କାର୍ଯ୍ୟ ଶେଷ ହୋଇଛି । ଅନ୍ୟ ବିଭାଗ ଏବଂ ଜିଲ୍ଲାମାନେ ହାରାହାରି ୭୦ ପ୍ରତିଶତ କାର୍ଯ୍ୟଶେଷ କରିଛନ୍ତି ।
ବୈଠକରେ ମୁଖ୍ୟତଃ ଇ-ସର୍ଭିସ୍ବୁକ୍ ସଫଟ୍ଓୟାର ର କାର୍ଯ୍ୟକାରିତା, ସେଥିରେ ତଥ୍ୟ ସନ୍ନିବେଶ କରିବା, ଡାଟା ଏଣ୍ଟ୍ରି କାର୍ଯ୍ୟ ଆଦି ସମ୍ବନ୍ଧିତ ବିଷୟ ଆଲୋଚନା ହୋଇଥିଲା । ବିଭିନ୍ନ ଜିଲ୍ଲା ଏବଂ ବିଭାଗର ନୋଡାଲ୍ ଅଧିକାରୀମାନେ ନିଜ ନିଜର ଅଭିଜ୍ଞତା ଓ ସମସ୍ୟା ବିଷୟ ଜଣାଇଥିଲେ । ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ବରିଷ୍ଠ ଅଧିକାରୀମାନେ ସେବୁର ଆଶୁ ସମାଧାନ କରିଥିଲେ ।
ରାଜ୍ୟରେ ଏବେ ଚାଲିଛି ଭୋଟର ତାଲିକା ସଂଶୋଧନ କ୍ୟାମ୍ପେନ…
{ } ରାଜ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନିଙ୍କ ପ୍ରେସମିଟ।
ରାଜ୍ୟର ଏବେ ଭୋଟର ତାଲିକା ସଂଶୋଧନ କ୍ୟାମ୍ପେନ ଚାଲୁଛି । ତେଣୁ ଏହି ସମୟରେ ମୁଁ ସମସ୍ତଙ୍କୁ ଅପିଲ କରିବାକୁ ଚାହୁଁଛି ସମସ୍ତେ ନିଜ ନିଜର ନାଁ ଓ ଏପିକି ଆଇଡି ଚେକ କରି ପାରିବେ । ଆମର ଏଥିପାଇଁ 21 ତାରିଖ ରେ ସ୍ପେଶାଲ ଡ୍ରାଇଭ ମଧ୍ୟ କରାଯିବ ସେଠି ବି କରି ପାରିବେ ।
କେଉଁ ମାନେ କେଉଁ ଫର୍ମରେ ଆବେଦନ କରିବେ
ଫର୍ମ 6 ନାମ ଯୋଡିବା
ଫର୍ମ 7 ନାମ କାଟିବା
ଫର୍ମ 8 ନାମ ସଂଶୋଧନ
ଫର୍ମ 8 A ସ୍ଥାନାନ୍ତର ହୋଇଛନ୍ତି ତେବେ ଏହା କରିବେ
ବିଏଲଓ ମାନେ ରହିଛନ୍ତି ସେମାନଙ୍କ ପାଖକୁ ଯାଇ ଏହି ସଂଶୋଧନ କରି ପାରିବେ । ଉଭୟ ଅନ ଲାଇନ ଓ ଅଫ ଲାଇନ ମାଧମରେ କରି ପାରିବେ । ଭୋଟର ହେଲ୍ପ ଲାଇନ କୁ ଯାଇ ଏହି ସଂଶୋଧନ କରି ପାରିବେ । ଏପିକି ନମ୍ବର ସ୍ପୀଡ଼ ପୋଷ୍ଟ ରେ ଯିବ ତେଣୁ ସଠିକ ଠିକଣା ଦିଅନ୍ତୁ । ଆମେ କୋଭିଡ କାରଣ ରୁ ଅନଲାଇନ ବ୍ୟବସ୍ଥା କୁ ଅଧିକ ଗୁରୁତ୍ୱ ଦେଉଛୁ । ବର୍ତ୍ତମାନ ସୁଦ୍ଧା 4 ଲକ୍ଷ 20 ହଜାର ଫର୍ମ ଆସିଛି । ସେ ମଧ୍ୟରୁ 80 ପ୍ରତିଶତ ଆମେ ଅନ ଲାଇନ ମାଧମରେ ପାଇଛୁ । ଗତ ବର୍ଷ ଏହା 8 ପ୍ରତିଶତ ରହିଥିଲା । ବର୍ତ୍ତମାନ ସୁଦ୍ଧା ଏକ ଲକ୍ଷ ଡ଼ବଲ ଆଇଡି ଡ଼ିଲିଡ଼ କରିଛୁ । ଆଗକୁ ଯଦି ସେମିତି ନଜର ଆସିବ ତାକୁ ବି ଡ଼ିଲିଡ଼ କରାଯିବ ।
ମହିଳାଙ୍କୁ ସଶକ୍ତ କରିବା ପାଇଁ ଭାରତୀୟ ଷ୍ଟେଟ ବ୍ୟାଙ୍କ ର ପ୍ରୟାସ।
ବୃହତ ସ୍ୱୟଂ ସହାୟକ ଗୋଷ୍ଠୀ ଋଣ ମେଳା କାର୍ଯ୍ୟକ୍ରମ ।
ଭାରତୀୟ ଷ୍ଟେଟବ୍ୟାଙ୍କ, ଯାଜପୁର ରୋଡ଼ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବୃହତ ସ୍ୱୟଂ ସହାୟକ ଗୋଷ୍ଠୀ ଋଣ ମେଳା କାର୍ଯ୍ୟକ୍ରମ ସ୍ଥାନୀୟ କ୍ରିଷ୍ଣା ଗାର୍ଡେନ୍ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ SBI ଭୁବନେଶ୍ୱର ମଣ୍ଡଳ ମୁଖ୍ୟ ଶ୍ରୀମତୀ ବିଦ୍ୟା କ୍ରିଷ୍ଣନ୍, ଭୁବନେଶ୍ୱର ନେଟୱର୍କ ମୁଖ୍ୟ ଶ୍ରୀ ଅଭୟ କୁମାର ପାଣ୍ଡେ, ମଣ୍ଡଳ ମୁଖ୍ୟ ଶ୍ରୀ କୁନ୍ଦନ ଜ୍ୟୋତି ଏବଂ ଯାଜପୁର ଜିଲ୍ଲାପାଳ ଶ୍ରୀ ଚକ୍ରବର୍ତ୍ତୀ ସିଂ ରାଠୋର ଯୋଗଦେଇ ଆନୁଷ୍ଠାନିକ ଭାବରେ ଉଦଘାଟନ କରିଥିଲେ । ଅତିଥି ମାନଙ୍କ ଉପସ୍ଥିତିରେ ବହୁ ହିତାଧିକାରୀମାନଙ୍କୁ ଋଣ ମଞ୍ଜୁରୀ ପତ୍ର ପ୍ରଦାନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଶ୍ରୀମତୀ କ୍ରିଷ୍ଣନ୍ ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଅଧିକରୁ ଅଧିକ ପରିମାଣରେ ସ୍ୱାବଲମ୍ବୀ ହେବାପାଇଁ ପରାମର୍ଶ ଦେଇଥିଲେ। ଯାଜପୁର ଜିଲ୍ଲାପାଳ ଶ୍ରୀ ରାଠୋର ଜାତୀୟ ଅର୍ଥନୀତିରେ ନାରୀ ସଶକ୍ତିକରଣ ଜରୁରୀ ଏବଂ SBIର ସହଯୋଗରେ ସେମାନେ ତାଙ୍କ ଆର୍ଥିକ ସ୍ଥିତିରେ ସୁଧାର ଆଣିପାରିବେ ବୋଲି ମତବ୍ୟକ୍ତ କରିଥିଲେ। ଏହି ଅବସରରେ ଯାଜପୁର ଆଞ୍ଚଳିକ କାର୍ଯ୍ୟାଳୟ ମୁଖ୍ୟ ଶ୍ରୀ ପ୍ରବୀର ଚନ୍ଦ୍ର ସାହୁ SHGଙ୍କୁ ଡିଜିଟାଲ ମାଧ୍ୟମରେ ଦେଣନେଣ କରିବାପାଇଁ 1000 QR Code ପ୍ରଦାନ ତଥା ନୂତନ ଋଣ ପ୍ରଦାନ କରିବା କଥା ସୂଚନା ଦେଇଥିଲେ। ଏଥିରେ ଯାଜପୁର ରୋଡ଼ ଅଂଚଳର ଏକ ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନକୁ Solar Panel ପ୍ରଦାନ କରାଯାଇଥିଲା। ଏହା ଶ୍ରୀମତୀ ବିଦ୍ୟ କ୍ରିଷ୍ଣନଙ୍କର ଯାଜପୁର ଜିଲ୍ଲାକୁ ପ୍ରଥମ ପରିଦର୍ଶନ ହୋଇଥିବାରୁ ଯାଜପୁର ରୋଡ଼ ଶାଖାର ଭୂମିପୂଜନ, ଜିନ୍ଦଲ କ୍ୟାମ୍ପସ ଶାଖାର ଉଦଘାଟନ କାର୍ଯ୍ୟ ସମ୍ପର୍ଣ୍ଣ କରାଯାଇଥିଲା। ଯାଜପୁର ରୋଡ଼ର ଦାନଗଦିରେ ଏକ society connect କାର୍ଯ୍ୟକ୍ରମରେ ଷ୍ଟେଟ ବ୍ୟାଙ୍କ ପକ୍ଷରୁ ଏକ ରଙ୍ଗୋଲି ଓ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏହି ସମସ୍ତ କାର୍ଯ୍ୟକ୍ରମରେ ଆଞ୍ଚଳିକ କାର୍ଯ୍ୟାଳୟ,LDM ଓ ଯାଜପୁର region ର ଶାଖା ଅଧିକାରୀମାନେ ସହଯୋଗ କରିଥିଲେ।
BSKY ଯୋଜନାରେ ସାମିଲ ହେଲା ଝାରସୁଗୁଡା …
( )ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍ଥ କାର୍ଡ ଯୋଜନା ସାମିଲ ହେଲା ଝାରସୁଗୁଡା ଜିଲ୍ଲା
ଜିଲ୍ଲାର ୧ ଲକ୍ଷ ୧୫ ହଜାର ପାଇବେ ସ୍ମାର୍ଟ କାର୍ଡର ସୁବିଧା
ହୀରାକୁଦ ବିସ୍ଥାପିତଙ୍କ ଦୀର୍ଘ ଦିନର ସମସ୍ୟା ଦୂର ହେବ
୨୦୦୦ ବିସ୍ଥାପିତଙ୍କୁ ଘରଡିହ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
୨୦୨୨ ଜୁନ୍ ସୁଦ୍ଧା ଜିଲ୍ଲାର ୧.୨୨ ଲକ୍ଷ ପରିବାରକୁ ପାଇପ ପାଣିର ସୁବିଧା
ଝାରସୁଗୁଡା ୩୦୦ କୋଟି ଟଙ୍କାର ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
{} ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଝାରସୁଗୁଡା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ ୧.୧୫ ଲକ୍ଷ ଲୋକ ଏହି ସୁବିଧା ପାଇବେ । ଝାରସୁଗୁଡା ସହିତ ରାଜ୍ୟର ୧୨ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହେଲା ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ହୀରାକୁଦ ନଦୀ ବନ୍ଧ ପ୍ରକଳ୍ପ ଦ୍ବାରା ଝାରସୁଗୁଡାର ୨୦୦୦ ବିସ୍ଥାପିତ ପରିବାରକୁ ଘରଡିହ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି। ଏହାଦ୍ବାରା ବିସ୍ଥାପିତଙ୍କର ଦୀର୍ଘ ଦିନର ସମସ୍ୟା ଦୂର ହେବ ।ଆଜି ମୁଖ୍ୟମନ୍ତ୍ରୀ ଝାରସୁଗୁଡାର ୨୯୭ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏଥିରେ ୧୪୪ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଉଦ୍ଘାଟିତ ହୋଇଥିବା ବେଳେ ୧୫୩ କୋଟି ଟଙ୍କାର କାମ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିଲା । ଝାରସୁଗୁଡା ଓ ବ୍ରଜରାଜନଗର ପାଇଁ ଦୁଇଟି warer treatment plant ର ଉଦ୍ଘାଟନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ବାରା ଏହି ଦୁଇଟି ସହରର ଲୋକମାନେ ଭଲ ପିଇବା ପାଣି ପାଇପାରିବେ।ଝାରସୁଗୁଡା ଜିଲ୍ଲାର ସବୁ ଗାଁ ଓ ସବୁ ସହରକୁ ଭଲ ପିଇବା ପାଣି ଯୋଗାଇ ଦେବାପାଇଁ ୬୧୮ କୋଟି ଟଙ୍କାର ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୨୦୨୨ ଜୁନ୍ ସୁଦ୍ଧା ଜିଲ୍ଲାର ୧ ଲକ୍ଷ ୨୨ ହଜାର ପରିବାରକୁ ପାଇପ ପାଣି ଯୋଗାଇ ଦିଆଯିବ।ଜିଲ୍ଲାରେ ଜଳସେଚନ ପ୍ରକଳ୍ପ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପାର୍ବତୀଗିରି ମେଗା ଲିଫ୍ଟ ଜଳସେଚନ ପ୍ରକଳ୍ପରେ ଏକ ହଜାର ହେକ୍ଟର ଚାଷ ଜମିକୁ ଜଳସେଚନର ସୁବିଧା ଦିଆଯାଇଛି । ଏହାସହିତ ଜିଲ୍ଲାରେ ୧୮୬ କୋଟି ଟଙ୍କାର ୪ଟି ମେଗା ଲିଫ୍ଟ ଜଳସେଚନ କାମ ଚାଲିଛି ଏବଂ ଜିଲ୍ଲାର ସବୁ ଅଞ୍ଚଳକୁ ଜଳସେଚନ ର ସୁବିଧା ଯୋଗାଇ ଦେବାର ଲକ୍ଷ୍ୟ ଖୁବ ଶୀଘ୍ର ପୂରଣ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ଝାରସୁଗୁଡାରେ ନିର୍ମାଣଧୀନ ୧୦୦ ଶଯ୍ୟା ବିଶିଷ୍ଟ ହୃଦରୋଗ ଚିକିତ୍ସାଳୟର ନିର୍ମାଣ ଖୁବ ଶୀଘ୍ର ଶେଷ ହେବାକୁ ଯାଉଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ । ଏହାଦ୍ବାରା ଲୋକମାନେ ଉନ୍ନତମାନର ଚିକିତ୍ସା ମିଳିପାରିବ ବୋଲି ସେ କହିଥିଲେ । ଏଥିପାଇଁ ୧୦୨ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଜିଲ୍ଲାର ୧ ଲକ୍ଷ ୧୫ ହଜାର ଲୋକ ସ୍ମାର୍ଟ ହେଲ୍ଥ କାର୍ଡ ପାଇବେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏଥିପାଇଁ ଖୁସିବ୍ୟକ୍ତ କରିଥିଲେ ।
ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ମାର୍ଟ ହେଲ୍ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ।ଆମ ପାଇ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ।ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ମହାନ୍ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି କହିଥିଲେ ଯେ ତାଙ୍କର ଆଦର୍ଶ, ସଂଗ୍ରାମ ଓ ଦେଶପ୍ରେମ ଯୁଗ ଯୁଗ ଧରି ଆମକୁ ପ୍ରେରଣା ଦେଉଥିବ । ସ୍ବାଧୀନତା ସଂଗ୍ରାମୀ ବିହାରୀ ରାମ ତନ୍ତୀ, ଲକ୍ଷ୍ମୀ ନାରାୟଣ ମିଶ୍ର ଓ ଚିନ୍ତାମଣି ପୂଜାରୀଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂ, ବରଗଡ ସାଂସଦ ଶ୍ରୀ ସୁରେଶ ପୂଜାରୀ ଓ ବ୍ରଜରାଜନଗର ବିଧାୟକ ଶ୍ରୀ କିଶୋର ମହାନ୍ତି ପ୍ରମୁଖ ଯୋଗ ଦେଇ ବିଭିନ୍ନ କ୍ଷେତ୍ରରେ ଝାରସୁଗୁଡା ଜିଲ୍ଲାର ବିକାଶ ଉପରେ ଆଲୋକପାତ କରିଥିଲେ। ସେମାନେ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ସବୁ କ୍ଷେତ୍ରରେ ରାଜ୍ୟର ବିକାଶକୁ ଏକ ନୂଆ ସ୍ତରକୁ ଆଣିବା ସହିତ ଗରିବ ଲୋକଙ୍କ ସୁରକ୍ଷା ପାଇଁ ଯେଉଁ କାର୍ଯ୍ୟକ୍ରମ ଗ୍ରହଣ କରିଛନ୍ତି, ତାହା ସମଗ୍ର ଦେଶରେ ବିରଳ।














