ଅବହେଳା ପରିଲକ୍ଷିତ ହେଲେ, ପୁଣି ଲକ୍ଡାଉନ ଫେରିବ : ମୁଖ୍ୟମନ୍ତ୍ରୀ

ପର୍ବପର୍ବାଣୀ ସମୟରେ ଆମର ଦାୟିତ୍ବପୂର୍ଣ୍ଣ ବ୍ୟବହାର ତୃତୀୟ ଲହରୀକୁ ନିୟନ୍ତ୍ରଣ କରିବାରେ ନିର୍ଣ୍ଣାୟକ ହେବ – ମୁଖ୍ୟମନ୍ତ୍ରୀ

ଶିକ୍ଷାନୁଷ୍ଠାନ ଗୁଡିକରେ ଅଚାନକ ପରିଦର୍ଶନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ

ଧାର୍ମିକ ଅନୁଷ୍ଠାନ, ଡାକ୍ତରଖାନା, ଅଫିସ ଓ ହାଟ ବଜାରରେ କୋଭିଡ ନିୟମ କଡାକଡି ପାଇଁ ନିର୍ଦ୍ଦେଶ

ଅବହେଳା ପରିଲକ୍ଷିତ ହେଲେ, ପୁଣି ଲକ୍ଡାଉନ ଫେରିବ

() ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କୋଭିଡ ପରିସ୍ଥିତ ସଂପର୍କରେ ସମୀକ୍ଷା କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମେରିକା ଠାରୁ ଆରମ୍ଭ କରି କେରଳ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ କରୋନା ସଂକ୍ରମଣ ବଢିବା ଚିନ୍ତାଜନକ ହୋଇଛି । ତେଣୁ ଏ ପରିସ୍ଥିତିରେ ଆମକୁ ସମ୍ଭାବ୍ୟ ତୃତୀୟ ଲହର ଠାରୁ ନିରାପଦ ରହିବାକୁ ହେଲେ, କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରିବାକୁ ହେବ । ଏଥିରେ ସାମାନ୍ୟ ଅବହେଳା ସମସ୍ତଙ୍କ ପାଇଁ ବିପଦର କାରଣ ହୋଇପାରେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଥିଲେ ।

କୋଭିଡ ଆଚରଣବିଧି ହେଉଛି,କୋଭିଡ ବିରୁଦ୍ଧରେ ଲଢିବା ପାଇଁ ସବୁଠାରୁ ଶକ୍ତିଶାଳୀ ଅସ୍ତ୍ର ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାର ଉପଯୁକ୍ତ ପାଳନ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପିଲାମାନେ ଏପର୍ଯ୍ୟନ୍ତ ଟିକା ନେଇନାହାନ୍ତି । ତେଣୁ ସେମାନଙ୍କ ପାଇଁ ଆମକୁ ଅଧିକ ସତର୍କ ରହିବାକୁ ହେବ । କୋଭିଡ ନିୟମ ପାଳନରେ ଅବହେଳା ଯଦି ଦୃଷ୍ଟିକୁ ଆସେ, ତେବେ ଅନୁଷ୍ଠାନର ମୁଖ୍ୟ ଦାୟୀ ରହିବେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଥିଲେ । ପ୍ରଶାସନ ଏଥିପାଇଁ ସ୍ବତନ୍ତ୍ର ଚିମ୍‌ ଗଠନ କରି ଶିକ୍ଷାନୁଷ୍ଠାନ ଗୁଡିକ ନିୟମିତ ଭାବରେ ଅଚାନକ ଯାଞ୍ଚ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ସେହିପରି ହାଟ ବଜାର, ଧର୍ମାନୁଷ୍ଠାନ, ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଆଦି ଗୁଡିକ ଉପରେ ସତର୍କ ଦୃଷ୍ଟି ରଖିବା ସହିତ ସେଠାରେ କୋଭିଡ ନିୟମ କଡାକଡି ପାଳନ ଉପରେ ପ୍ରଶାସନ ଦୃଷ୍ଟି ରଖିବା ଉପରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ସ୍ବାସ୍ଥ୍ୟକର୍ମୀ, ସ୍କୁଲ ଯାଉଥିବା ପିଲା, ଗର୍ଭବତୀ ମହିଳା, ସରକାରୀ କର୍ମଚାରୀ ଏବଂ ପୋଲିସ – ଏହି high risk groupର ନିୟମିତ ଭାବରେ ଟେଷ୍ଟିଂ ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏବେ କେତେକ କ୍ଷେତ୍ରରେ ସ୍ବାସ୍ଥ୍ୟକର୍ମୀଙ୍କ ଭିତରେ ସଂକ୍ରମଣ ନଜରକୁ ଆସୁଛି । ତେଣୁ ଉଭୟ ସରକାରୀ ଓ ବେସରକାରୀ କ୍ଷେତ୍ରରେ କାମ କରୁଥିବା ସ୍ବାସ୍ଥ୍ୟକର୍ମୀ ଓ ନମୂନା ସଂଗ୍ରହ କରୁଥିବା ଟିମ୍‌ ମାନଙ୍କୁ କୋଭିଡ ନିୟମ ସଂପର୍କରେ ବାରମ୍ବାର ସଚେତନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହାସହିତ ଡେଲ୍‌ଟା ଭାରିଏଣ୍ଟ ଅଧିକ ସଂକ୍ରମଣ କରୁଥିବାରୁ Micro Contentment Zone କରି ନିରନ୍ତର ଦୃଷ୍ଟି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ଯୋଗାଣରେ ବୃଦ୍ଧି ଘଟିଥିବାରୁ ଟିକାକରଣରେ ମଧ୍ୟ ଉନ୍ନତି ଆସିଛି । ତେଣୁ ଯେପରି ସବୁ ଲୋକ ତାଙ୍କର ଦୁଇଟି ଯାକ ଡୋଜ ନିଶ୍ଚିତ ନେବେ, ତାହା ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗକୁ ପାର୍ବଣ ଋତୁ ଆସୁଛି । କେରଳରେ ଓନାମ୍‌ ପର୍ବ ପାଳନ ପରେ ପରେ ସଂକ୍ରମଣ ବୃଦ୍ଧିର ଉଦାହରଣ ଦେଇ ପାର୍ବଣ ସମୟରେ ସମସ୍ତଙ୍କୁ ଅଧିକ ସତର୍କ ରହିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ପରିସ୍ଥିତିର ଗୁରୁତ୍ବକୁ ଉପଲବ୍‌ଧି କରିବା ପାଇଁ ସମସ୍ତଙ୍କୁ ନିବେଦନ କରିଥିଲେ । ଏହାଦ୍ବାରା ଆମେ ଭବିଷ୍ୟତରେ ଲକ୍‌ଡାଉନକୁ ଏଡାଇ ପାରିବା ଏବଂ ଲୋକଙ୍କ ଆର୍ଥିକ ଅବସ୍ଥାରେ କ୍ଷତି ହେବ ନାହିଁ ।

ପାର୍ବଣ ଋତୁ ସମୟରେ ଆମର ଦାୟିତ୍ବପୂର୍ଣ୍ଣ ବ୍ୟବହାର ହିଁ ତୃତୀୟ ଲହରକୁ ନିୟନ୍ତ୍ରଣ କରିବା ପାଇଁ ନିର୍ଣ୍ଣାୟକ ହେବ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ମାସ୍କ ପିନ୍ଧିବା, ହାତ ଧୋଇବା, ସାମାଜିକ ଦୂରତା ରକ୍ଷା କରିବା ଏବଂ ଭିଡକୁ ନ ଯିବା ପାଇଁ ଅନୁରୋଧ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନ ସାଧାରଣ ଲୋକଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଲକ୍ଡାଉନ କୋହଳ କରାଯାଇଛି। କିନ୍ତୁ ତାର ଅର୍ଥ ନୁହେଁ ଯେ ଆମେ ନିୟମ ପାଳନରେ ଢିଲା କରିବା । ତେଣୁ ଯଦି ଆବଶ୍ୟକ ପଡେ, ସାମୁହିକ ସ୍ବାର୍ଥ ଦୃଷ୍ଟିରୁ ରାଜ୍ୟ ସରକାର ପୁଣି ଥରେ ଲକ୍ଡାଉନ ପାଇଁ ବାଧ୍ୟ ହେବେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରିଦେଇଥିଲେ ।

ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶର ଅନୁପାଳନ ଉପରେ ଗୁରୁତ୍ବ ଦେଇଥିଲେ । ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ମହାପାତ୍ର ଓ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ବିଭାଗୀୟ କାର୍ଯ୍ୟକ୍ରମ ଉପରେ ଉପସ୍ଥାପନା ରଖିଥିଲେ ।

ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ଅଭୟ ମଧ୍ୟ କୋଭିଡ ନିୟମ ଅନୁପାଳନ ଉପରେ ପୋଲିସର ପଦକ୍ଷେପ ଉପରେ ସୂଚନା ଦେଇଥିଲେ। ବି.ଏମ୍‌.ସି ଏବଂ ସି.ଏମ୍‌.ସିର କମିଶନର, ଦେବଗଡ ଓ ପୁରୀର ଜିଲ୍ଲାପାଳମାନେ ସେମାନଙ୍କ ଅଞ୍ଚଳର ପରିସ୍ଥିତି ଉପରେ ସୂଚନା ଦେଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ ୫-ଟି ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ ।ଉନ୍ନୟନ କମିଶନର ଓ ବିଭିନ୍ନ ବିଭାଗର ସଚିବମାନେ ଉପସ୍ଥିତ ଥିଲେ।

ବିଧାନସଭାରେ ଉଠିଲା ଖରସ୍ରୋତା ଜଳ ପ୍ରସଙ୍ଗ…

{}ବିଧାନସଭାରେ ଉଠିଲା ଖରସ୍ରୋତା ଆନ୍ଦୋଳନ ପ୍ରସଙ୍ଗ। ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର। ଜଳ ସମ୍ପଦ ବିଭାଗର ବିନା ଅନୁମୋଦନରେ ପ୍ରକଳ୍ପ ଚାଲିଛି। ସେଠି ଏହାକୁ ନେଇ ଆନ୍ଦୋଳନ ଜାରି ରହିଛି। ସେଠି ପୋଲିସ ଲଗାଇ ଯେଉଁଭଳି ପ୍ରକଳ୍ପ ଚାଲିଛି ତାହା ତାଲିବାନ ଶାସନ ଭଳି। ସେପଟେ ଗୃହରେ ଜବାବ ରଖିଲେ ଆଳି ବିଧାୟକ ପ୍ରତାପ ଦେବ। ଜଳ ସମ୍ପଦ ବିଭାଗର ଅନୁମୋଦନ ରହିଛି। ପୋଲିସ କିଛି ଭୁଲ କରିନି। ପ୍ରକଳ୍ପ ସମ୍ପର୍କରେ ବିଭ୍ରାନ୍ତ କରି ଆନ୍ଦୋଳନ କରାଯାଉଛି। ଏବେ ଘରେ ଘରେ ପାଣି ପହଞ୍ଚାଇବା ପାଇଁ ଉଦ୍ୟମ କରାଯାଉଛି।

ରାଜସ୍ୱ ମନ୍ତ୍ରୀଙ୍କ ବିରୋଧରେସ୍ବାଧୀକାର ଭଙ୍ଗ ପ୍ରସ୍ତାବ ଆଣିଲା କଂଗ୍ରେସ….  

() ଚାଷୀ ଆତ୍ମହତ୍ୟା ପ୍ରସଙ୍ଗ ରେ ରାଜସ୍ୱ ମନ୍ତ୍ରୀଙ୍କ ବିବୃତି ଉପରେ ସ୍ବାଧୀକାର ଭଙ୍ଗ ପ୍ରସ୍ତାବ ଆଣିଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର। ବାଚସ୍ପତିଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ଘଟଣାର ତଦନ୍ତ କରିବାକୁ ଦାବି କରିଛନ୍ତି। ସେ କହିଛନ୍ତି ବଲାଙ୍ଗୀର ଜିଲ୍ଲା ତୁରେଇକେଲା ବ୍ଲକ ଚାଷୀ ଆତ୍ମହତ୍ୟା ଘଟଣା , ମରୁଡି ଜନିତ ଫସଲ ହାନି ଋଣଭା ର ଯୋଗୁ ହୋଇଛି। କଂଗ୍ରେସ ଏକ ପ୍ରତିନିଧି ଦଳ ସେଠାରେ ପହଂଚି ରିପୋର୍ଟ ସଂଗ୍ରହ କରିଥିଲେ। କିନ୍ତୁ ଫିଲଡ଼କୁ ନ ଯାଇ ମନ୍ତ୍ରୀ ଏହି ଅଭିଯୋଗକୁ ଖଣ୍ଡନ କରିଛନ୍ତି। ଚାଷୀ ଆତ୍ମହତ୍ୟା ପ୍ରସଙ୍ଗ ରେ ସବୁଠି ବଳିଷ୍ଠ ପ୍ରମାଣ ହେଉଛି ତାଙ୍କ ସ୍ତ୍ରୀ। କିନ୍ତୁ ତାଙ୍କର ବୟାନ ମଧ୍ୟ ରେକର୍ଡ କରାଯାଇନାହିଁ। ଗୃହରର ବିବୃତି ବେଳେ ମନ୍ତ୍ରୀ ଗୃହକୁ ବିଭ୍ରାନ୍ତି କରିଛନ୍ତି। ପାଟଣା ଗଡ଼ରେ ଦ୍ଵିତୀୟ ଚାଷୀ ଆତ୍ମହତ୍ୟା କରିଥିବାବେଳେ ଗତକାଲି କେନ୍ଦ୍ରଡାରେ ଆଉ ଜଣେ ଚାଷୀ ଆତ୍ମହତ୍ୟା କରିଥିବା ସାମ୍ନାକୁ ଆସିଛି। ମରୁଡି ଯୋଗୁ ଜଣଙ୍କ ପରେ ଜଣେ ଚାଷୀ ଆତ୍ମହତ୍ୟା କରୁଥିବାବେକେ ଗୃହ କମିଟି ଗଠନ କରି କେଉଁ କାରଣରୁ ଚାଷୀ ମାନେ ଆତ୍ମହତ୍ୟା କରୁଛନ୍ତି ସେ ବିଷୟରେ ତଦନ୍ତ କରାଯିବାକୁ ଦାବି କଲେ କଂଗ୍ରେସ ବିଧାୟକ ଦଳ ନରସିଂହ।

ମୂର୍ତ୍ତି ଛୋଟ କରି ଧର୍ମୀୟ ଭାଵନା ସହ କୁଠାର ଘାଟ କରାଯାଉଛି : ମୋକିମ୍

() ମୂର୍ତୀ ଉଚ୍ଚତା ବୃଦ୍ଧି ଓ ତିନି ପର୍ଶ୍ୱରୁ ପରଦା ଉଠାଇବା ନେଇ ଗୃହରେ ଉଦବେଗ। ଗୃହର ମଧ୍ୟ ଭାଗକୁ ଆସି କଂଗ୍ରେସ ସଦସ୍ୟଙ୍କ ପ୍ରତିବାଦ।10 ମିନିଟ ପରେ ସ୍ୱଭାବିକ ହେଲା ଗୃହ । ଗୃହରେ ବାଚସ୍ପତିଙ୍କ ଦୃଷ୍ଟି ଆକର୍ଷଣ କରି କଂଗ୍ରେସ ବିଧାୟକ ମହମ୍ମଦ ମୋକିମ କହିଛନ୍ତି କଟକ ସହର ହେଉଛି ହଜାରେ ବର୍ଷର ସହର। କୋଭିଡ ଗାଇଡ଼ ଲାଇନ ଆଳରେ ମୂର୍ତ୍ତିକୁ ଛୋଟ କରି ଧର୍ମୀୟ ଭାଵନା ସହ କୁଠାର ଘାଟ କରିଛନ୍ତି ସରକାର। କଟକ ସହ ସାରା ରାଜ୍ୟରେ ପୂର୍ଣାବୟବ ମୃଣ୍ମୟୀ ମୂର୍ତି ହେଉ ଓ ପରଦା ହଟାଯାଉ। ପୂଜା କରିବାକୁ ସୁଯୋଗ ଦିଆଯାଉ। ଏ ନେଇ ବାଚସ୍ପତି ରୁଲିଙ୍ଗ ଦେବାକୁ ଦାବି କଲେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ।

କେବେ ଭୁବନେଶ୍ୱର ବିଶ୍ୱସ୍ତରୀୟ ରେଳ ଷ୍ଟେସନ ହେବ : ବିଧାନସଭା ରେ ଉଠିଲା ପ୍ରଶ୍ନ…?

{}ସ୍ମାର୍ଟସିଟି ମିଶନ ଅନ୍ତର୍ଗତ ଭୁବନେଶ୍ୱର ବିଶ୍ୱସ୍ତରୀୟ ରେଳ ଷ୍ଟେସନର ବିକାଶ କରାଯାଉଛି । ପ୍ଲାଟଫର୍ମ ନଂ 1 ଓ 6 ପାଖରେ ଖାଲିଥିବା ଜମି ଅଧିଗ୍ରହଣ ଆରମ୍ଭ ହୋଇଛି । ରେଳ ଷ୍ଟେସନ କୁ ବିଶ୍ୱସ୍ତରୀୟ କରିବା ପାଇଁ ବାରମ୍ବାର ଦାବି କରିବା ସ୍ୱତ୍ୱ ବି ରେଳ ବିଭାଗ ପକ୍ଷରୁ କୌଣସି ଉତ୍ତର ମିଳିନାହିଁ । ତେଣୁ ରାଜ୍ୟ ସରକାର ନିଜସ୍ଵ ଅର୍ଥରେ ଷ୍ଟେସନର ବିକାଶ ପାଇଁ ନିଷ୍ପତ୍ତି ନେଇଛନ୍ତି । କୋଭିଡ ସ୍ଥିତି, ଜମି ଅଧିଗ୍ରହଣ, ରେଳ ବିଭାଗର କ୍ଲିଅରାନ୍ସ ପାଇଁ କାର୍ଯ୍ୟ ରେ ବିଳମ୍ବ ହୋଇଛି । ଷ୍ଟେସନ ନିକଟରେ ଏକ 19 ମହଲା ବିଲ୍ଡିଂ ହେବ । ମଲ ଓ ମାର୍କେଟ କମ୍ପ୍ଲେକ୍ସ ଭଳି ଅତ୍ୟାଧୁନିକ ବ୍ୟବସ୍ଥା ରହିବ । ବିଲ୍ଡିଂ ନିର୍ମାଣ ପାଇଁ ବିମାନ ବନ୍ଦର କର୍ତ୍ତୃପକ୍ଷଙ୍କ କ୍ଲିଅରାନ୍ସ ଆବଶ୍ୟକ ଥିବା ବେଳେ ତାହା ମିଳି ସାରିଛି । ପ୍ଲାନ ଓ ଡିଜାଇନ ବି ଶେଷ ହୋଇଛି । ରେଳ ଷ୍ଟେସନର ପ୍ଲାଟଫର୍ମକୁ ରେଳ ବିଭାଗ ବିକାଶ କରିବ ଓ ପାରିପାର୍ଶ୍ବିକ ଭିତ୍ତିଭୂମିର ବିକାଶ କରିବେ ରାଜ୍ୟ ସରକାର । ଏନେଇ ଗୃହରେ କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟଙ୍କ ପ୍ରଶ୍ନର ଉତ୍ତର ରଖିଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ।

୨୦୨୨ରେ ସୁନ୍ଦରଗଡରେ ମେଡ଼ିକାଲ କଲେଜ

{}ଆସନ୍ତା ବର୍ଷ ଠୁ କାର୍ଯ୍ୟକ୍ଷମ ହେବ ସୁନ୍ଦରଗଡ ମେଡ଼ିକାଲ କଲେଜ । ଏ ନେଇ ଗୃହରେ ବିବୃତି ରଖିଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ । 2022-23 ରୁ ଆଡ଼ମିସନ ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଚଳାଇଛନ୍ତି । 100 ଏମବିବିଏସ୍ ସିଟ 500 ଶଯ୍ୟା ବିଶିଷ୍ଟ ମେଡ଼ିକାଲ କଲେ ଆରମ୍ଭ ପାଇଁ ପ୍ରସ୍ତୁତି କରାଯାଉଛି । 271 ଜଣଙ୍କୁ ଷ୍ଟାପ ଙ୍କୁ ନିଯୁକ୍ତି ଦିଆଯିବା ନେଇ ବ୍ୟବସ୍ଥା କରାଯାଉ ଥିବା କହିଛନ୍ତି ମନ୍ତ୍ରୀ । ଏନଟିପିସି ଓ ରାଜ୍ୟ ସରକାରଙ୍କ ସହଭାଗିତାରେ ଏହି ମେଡ଼ିକାଲ କଲେଜ ପ୍ରସ୍ତୁତି କରାଯାଉଛି । ସେପ୍ଟେମ୍ବର 26 ତାରିଖ ସୁଦ୍ଧା ସରକାର ମେଡ଼ିକାଲ ସିଟ ପାଇଁ ଆବେଦନ କରିବେ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ । ଏହା ଛଡା ସୁନ୍ଦରଗଡରେ ଦ୍ୱିତୀୟ ଏମ୍ସ ପ୍ରତିଷ୍ଠା ନେଇ ମନ୍ତ୍ରୀ କହିଛନ୍ତି 5 ବର୍ଷ ବିତିଯାଇଥିଲେ ବି ଏ ନେଇ କେନ୍ଦ୍ର ସରକାର କୌଣସି ପଦକ୍ଷେପ ନେଇ ନାହାନ୍ତି । ଦ୍ଵିତୀୟ ଏମ୍ସ ନେଇ ରାଜ୍ୟ ସରକାର 200 ଏକର ଜମି ଏବଂ ଡ଼ିଏମଫ ଫଣ୍ଡରୁ ଟଙ୍କା ଏବଂ ସମସ୍ତ ସାହାଯ୍ୟ ସହଯୋଗ କରିବେ ପ୍ରତିଶ୍ରୁତି ଦେଇଥିବା ଗୃହରେ କହିଛନ୍ତି ମନ୍ତ୍ରୀ ନବ ଦାସ ।

ପୌର ନିର୍ବାଚନ ପାଇଁ ଫିଟିଲା ବାଟ….

{}ଆଜି ବିଧାନସଭାରେ ଓଡିଶା ମ୍ୟୁନିସପାଲ ଆଇନ ସଂଶୋଧନ bill ଆଗତ ହୋଇଛି।ଓଡ଼ିଶା ପୋୖର ବିଧି ସଂଶୋଧନ ବିଧେୟକରେ ଅନୁସୂଚିତ ଜାତି ଓ ଜନଜାତି ଓ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ 50 ପ୍ରତିଶତ ଭିତରେ ରହିବ। ଅର୍ଥାତ ସଂରକ୍ଷଣ ବ୍ୟବସ୍ଥା 50 ପ୍ରତିଶତ ଅତିକ୍ରମ କରିବ ନାହିଁ। ପଛୁଆ ବର୍ଗଙ୍କ ପାଇଁ 27 ପ୍ରତିଶତ ଭିତରେ ସଂରକ୍ଷଣ ଵ୍ୟଵସ୍ଥା ରହିବ। ଏହି ସଂଶୋଧିତ ଆଇନ ଅନୁସାରେ
ପ୍ରଥମେ ଅନୁସୂଚୀତ ଜାତି ଓ ଜନଜାତିଙ୍କୁ ଆବଶ୍ୟକ ସଂଖ୍ୟକ ଆସନ ସଂରକ୍ଷଣ ଦେବା ପରେ ଅବଶିଷ୍ଟ ଆଶଂଗୁଡିକ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ ରଖାଯିବ। ଯାହାକି 27 ପ୍ରତିଶତରୁ ଅଧିକ ହେବନାହିଁ । ଏ bill ପାଲିତ ହେଲେ ପୌର ନିର୍ବାଚନ ପାଇଁ ବାଟ ଫିଟିବ।

ରାଜ୍ୟରେ ଟୀକା ନେଲେଣି 2କୋଟି36ଲକ୍ଷ ଲୋକ…

  1. {}ବର୍ତ୍ତମାନ ସୁଦ୍ଧା 2କୋଟି36ଲକ୍ଷ ଡୋଜ ଦିଆସରିଛି। 1 କୋଟି78 ଲକ୍ଷ ପ୍ରଥମ ଡୋଜ ନେଇଛନ୍ତି। 58 ଲକ୍ଷ ଦ୍ଵିତୀୟ ଡୋଜ ନେଇଛନ୍ତି। 57 ପ୍ରତିଶତ ସରିଛି। ବାକି ଥିବା ଡୋଜର 70 ପ୍ରତିଶତ ସରିଛି। ଏ ଯାଏ 1ଲକ୍ଷ14ହଜାର ଫୁଗର୍ଭବତୀଙ୍କୁ ଟୀକା ଦିଆ ହୋଇଛି। କିଛି ପାର୍ଶ୍ଵ ପ୍ରତିକ୍ରିୟା ନାହିଁ। ଟୀକା ପର୍ଯ୍ୟାପ୍ତ ମହଜୁଦ ଅଛି। କୋଭିସିଲଡ଼ 31 ଲକ୍ଷ59ହଜାର260 ଓ କୋଭକ୍ସିଂନ 2 ଲକ୍ଷ 65ହଜାର520 ଅଛି। ପାଖାପାଖି 33 ଲକ୍ଷ ଟୀକା ମହଜୁଦ ଅଛି। ନିୟମିତ ଭାବେ ଟୀକା ଆସୁଛି ଓ ଟୀକାକରଣ ଚାଲିଛି। କେନ୍ଦ୍ର ସରକାର ଚିଠି ଦେଇଥିଲେ WHOର ଦକ୍ଷିଣ ପୂର୍ବ ଓ ଆଫ୍ରିକା ଦେଶରେ ନକଲି କୋଭିସିଲଡ଼ ଅଛି। ତେଣୁ ସେମାନେ ସବୁ ଦେଶକୁ ସତର୍କ କରିଥିଲେ। ଏ ଯାଏ ଓଡ଼ିଶାରେ ନକଲି ଟୀକା ଦୃଷ୍ଟିକୁ ଆସି ନାହିଁ। ଟୀକା ନେବାର ଆଗ୍ରହ ଲୋକଙ୍କ ଭିତରେ ଅଛି ହେଲେ ଟୀକା କେନ୍ଦ୍ରରେ ଗହଳି ନ କରି ଠିକ ସମୟରେ ଆସନ୍ତୁ। ରାତି ତମାମ ଅପେକ୍ଷା କରିବାର ଆବଶ୍ୟକତା ନାହିଁ। କିଛି ସ୍ଥାନରେ ଗହଳି ନିୟନ୍ତ୍ରଣ କରିବାକୁ ଟୋକନ ବ୍ୟବସ୍ଥା ହୋଇଛି। ହେଲେ ସେଠାରେ ବି ଗହଳି ଦେଖିବାକୁ ମିଳୁଛି। ଭୁବନେଶ୍ୱରରେ 17 ଲକ୍ଷ ଡୋଜ ଟାର୍ଗେଟ ଥିଲା। ବାହାର ଲୋକ ଏଠାରେ ଆସିବାରୁ 22 ଲକ୍ଷ ଟୀକାକରଣ ହୋଇଛି। ଏବେ ବି କିଛି ବାକି ରହିଛି ହେଲେ ଭୁବନେଶ୍ୱରର ଟୀକାକରଣ ଟାର୍ଗେଟ ହାସଲ କରାଯାଇଛି।ଡାକ୍ତର ବିଜୟ ପାଣିଗ୍ରାହୀ,ପରିବାର କଲ୍ୟାଣ ନିର୍ଦ୍ଦେଶକ।

ଓଡ଼ିଶାରେ ଖୋଲିବ ୬୮ ଥାନା….

{}ରାଜ୍ୟରେ ନୂଆ ପୋଲିସ ଷ୍ଟେସନ ଓ ଥାନା ଖୋଲିବା ନେଇ ବିଧାନସଭାରେ ଉଦବେଗ । 68 ଟି ନୂଆ ଥାନା, 103 ଟି ଫାଣ୍ଡି ଓ 3 ଥାନା ର ନବୀକରଣ କରିବା ପାଇଁ 60 ଜଣ ବିଧାୟକ ପ୍ରସ୍ତାବ ଦେଇଥିଲେ । ବାଚସ୍ପତିଙ୍କ ରୁଲିଂ ଏବଂ ବିଧାୟକ ମାନଙ୍କ ପ୍ରସ୍ତାଵ ପରେ ବି ଏହା କାର୍ଯ୍ୟକାରୀ ହେଉ ନଥିବାରୁ ଗୃହରେ ଉଦବେଗ ପ୍ରକାଶ କରିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ।ସେପଟେ ନୟାଗଡ଼ ରଣପୁରର ଶାସକ ଦଳ ବିଧାୟକ ସତ୍ୟ ନାରାୟଣ ପ୍ରଧାନ ମଧ୍ୟ ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ନେଇ ଉଦବେଗ ପ୍ରକାଶ କରିଛନ୍ତି । ପ୍ରଶ୍ନକାଳରେ ସେ କହିଛନ୍ତି ରାଜ୍ୟରେ ଥାନା ଓ ଫାଣ୍ଡିର ଅଭାବ । ଅସାମାଜିକ କାର୍ଯ୍ୟ କଳାପ ବୃଦ୍ଧି ପାଉଛି । ଆଇନ ଶୃଙ୍ଖଳା ପରିସ୍ଥିତି ବିଗୁଡୁଛି ବୋଲି କହିଲେ ସତ୍ୟ ନାରାୟଣ ପ୍ରଧାନ।ରାଜ୍ୟରେ ଥାନା ଓ ଫାଣ୍ଡି ଖୋଲିବା ନେଇ ଗୃହରେ 40 ବିଧାୟକଙ୍କ ଉଦବେଗକୁ ଦେଖି ବାଚସ୍ପତିଙ୍କ ରୁଲିଂ । ପୋଲିସ ଡ଼ିଜି, ଡିଆଜି କ୍ରାଇମବ୍ରାଞ୍ଚ ଓ ଗୃହ ସଚିବଙ୍କୁ ଡାକି ଆଲୋଚନା କରନ୍ତୁ । ଆଜିର ପ୍ରଶ୍ନକାଳ ସରିବା ପରେ ବୈଠକ ଡାକି ଆଲୋଚନା କରନ୍ତୁ । ଆଉ ଏ ନେଇ ଗୃହରେ ଏକ ବିବୃତି ରଖନ୍ତୁ ବୋଲି ନିର୍ଦେଶ ଦେଲେ ବାଚସ୍ପତି ।

ସୋମବାର ବିଧାନସଭାରେ ମରୁଡି ଉପରେ ହେବ ଆଲୋଚନା……

{} ଆଜି ବିଧାନସଭାରେ ରାଜ୍ୟରେ ସମ୍ଭାବ୍ୟ ମରୁଡି ପରିସ୍ଥିତି ସମ୍ପର୍କରେ ଆଲୋଚନା ହୋଇପାରେ। ସରକାରୀ ଦଳ ମୁଖ୍ୟ ସଚେତକ ବିଧାନସଭା ଏନେଇ ପ୍ରସ୍ତାବ ଆଗତ କରିବେ। ପୂର୍ଵରୁ ସମ୍ଭାବ୍ୟ ମରୁଡି ପରିସ୍ଥିତି ନେଇ ଗୃହରେ ମୁଲତବୀ ଆଲୋଚନା ହୋଇଥିଲା।ଏହା ସହ ଆଜି ଦୁଇଟି bill ମଧ୍ୟ ବିଧାନସଭା ରେ ଆଗତ ହେବ। ଓଡ଼ିଶା ମ୍ୟୁନିସପାଲ ଆଇନ ସଂଶୋଧନ bill 2021 ଏବଂ ଓଡିଶା ପଞ୍ଚାୟତ ଆଇନ ସଂଶୋଧନ bill 2021କୁ ବିଧାନସଭା ରେ ଉପସ୍ଥାପିତ କରିବେ।

Follow us

20,832FansLike
0FollowersFollow
14,700SubscribersSubscribe

Latest news