ପୁଷ୍ଟିଶସ୍ୟ ମାଣ୍ଡିଆର ପ୍ରୋତ୍ସାହନ ପାଇଁ କୃତଜ୍ଞତା ଜଣାଇଲେ ; ମୁଖ୍ୟମନ୍ତ୍ରୀ…

() ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମିଶନ ଶକ୍ତିର ୧୫୦ ଜଣ ‘ମିଲେଟ୍‌ ମା’।

ପୁଷ୍ଟିଶସ୍ୟ ମାଣ୍ଡିଆର ପ୍ରୋତ୍ସାହନ ପାଇଁ କୃତଜ୍ଞତା ଜଣାଇଲେ,

ଆପଣମାନେ ବହୁତ ଭଲ କାମ କରୁଛନ୍ତି, ଆହୁରି ସକ୍ରିୟ ଭାବରେ ଏହି କାର୍ଯ୍ୟକ୍ରମରେ ଯୋଡି ହୁଅନ୍ତୁ – ମୁଖ୍ୟମନ୍ତ୍ରୀ

ମାଣ୍ଡିଆକୁ ପ୍ରୋତ୍ସାହନ ଚାଷୀ ଓ ମା ମାନଙ୍କୁ ସଶକ୍ତ କରିଛି – ମା’ ମାନ।

{} ଆଜି ସଂଧ୍ୟାରେ ନବୀନ ନିବାସ ଠାରେ ୧୫୦ ଜଣ ‘ମିଲେଟ୍‌ ମା’ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ପୁଷ୍ଟିଶସ୍ୟ ମାଣ୍ଡିଆର ପ୍ରୋତ୍ସାହନ ପାଇଁ କୃତଜ୍ଞତା ଜଣାଇଥିଲେ। ଏହି ମହିଳାମାନେ ସମସ୍ତେ ମିଶନ ଶକ୍ତିର ସଦସ୍ୟ ଅଛନ୍ତି ଏବଂ ଭୁବନେଶ୍ବରରେ ଚାଲିଥିବା ଅନ୍ତର୍ଜାତୀୟ ପୁଷ୍ଟିଶସ୍ୟ ସମ୍ମିଳନୀରେ ସେମାନେ ଯୋଗ ଦେଇଥିଲେ । ମାଣ୍ଡିଆ ଚାଷ ଠାରୁ ଆରମ୍ଭ କରି ଲୋକଙ୍କ ପ୍ଲେଟ୍‌ରେ ମାଣ୍ଡିଆ ପ୍ରସ୍ତୁତ ଖାଦ୍ୟ ପହଞ୍ଚାଇବା ପର୍ଯ୍ୟନ୍ତ (Farm to Plate) ମାଣ୍ଡିଆ ଫୁଡ୍‌ ଚେନ୍‌ର ( Millet Food Chain) ବିଭିନ୍ନ ସ୍ତରରେ ଏହି ମା ମାନେ ଯୋଡି ହୋଇ କାମ କରୁଛନ୍ତି ।

ମାଣ୍ଡିଆ ଚାଷକୁ ପ୍ରୋତ୍ସାହନ, ସରକାରଙ୍କ ପକ୍ଷରୁ ଚାଷୀଙ୍କ ମାଣ୍ଡିଆ ସଂଗ୍ରହ, ମିଲେଟ୍‌ ଶକ୍ତି ଜରିଆରେ ମାଣ୍ଡିଆରୁ ସୁସ୍ବାଦୁ ଖାଦ୍ୟ ପ୍ରସ୍ତୁତ ଆଦି ବିଭିନ୍ନ କାର୍ଯ୍ୟକ୍ରମ ଦ୍ବାରା ଚାଷୀ ଓ ମହିଳା ମାନେ ସମସ୍ତେ ଉପକୃତ ହେଉଛନ୍ତି ଓ ସେମାନଙ୍କ ରୋଜଗାର ବଢିଛି ବୋଲି ସେମାନେ କହିଥିଲେ । ଏହା ଆମକୁ ସଶକ୍ତ କରିଛି ବୋଲି ସେମାନେ କହିଥିଲେ । ମା’ ମାନେ ବହୁତ ଭଲ କାମ କରୁଛନ୍ତି ବୋଲି ମନ୍ତବ୍ୟ ରଖି ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଏ ଦିଗରେ ଆହୁରି ସକ୍ରିୟ ହୋଇ ସାମିଲ ହେବା ପାଇଁ ପରାମର୍ଶ ଦେଇଥିଲେ ।

ପରଲୋକରେ ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତି….

() ପରଲୋକରେ ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତି। ୬୭ ବର୍ଷ ବୟସରେ ସେ ଦେହତ୍ୟାଗ କରିଛନ୍ତି। ବ୍ରେନଷ୍ଟ୍ରୋକ କାରଣ ଯୋଗୁଁ ଗତ ୩୧ ତାରିଖରୁ ଭୁବନେଶ୍ବରର ଘରୋଇ ହସ୍ପିଟାଲରେ ଚକିତ୍ସିତ ହେଉଥିଲେ । ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି। ୧୯୮୫ରେ ପ୍ରଥମେ ପୁରୀ ପୌରନିର୍ବାଚନ ରେ ନିର୍ବାଚିତ ହୋଇ ୧୯୮୫ରୁ ୧୯୯୦ ପର୍ଯ୍ୟନ୍ତ ପୌରାଧକ୍ଷ ଭାବରେ କାର୍ଯ୍ୟ ନିର୍ବାହ କରିଥିଲେ। ପରେ ୧୯୯୨ ମସିହାରେ ୧୮ହାଜର ଭୋଟରଙ୍କ ଦ୍ବାରା ସିଧାସଳଖ ନିର୍ବାଚିତ ହୋଇ ୧୯୯୫ ରୁ ୨୦୧୪ ମଧ୍ୟରେ ୫ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ପରେ ୨୦୦୪ ରୁ ୨୦୦୮ ମସିହା ପର୍ଯ୍ୟନ୍ତ ବିଧାନସଭା ରେ ବାଚସ୍ପତି ଥିଲେ। ପୂର୍ବତନ ବାଚସ୍ପତି ମହେଶ୍ୱରଙ୍କ ପରାଲୋକ କୁ ନେଇ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି।

ଓୟୁଜେର ରାଜ୍ୟ କାର୍ଯ୍ୟ କାରିଣୀ ବୈଠକ..

() ଥ୍ରି ପି – ସାମ୍ବାଦିକ ଙ୍କ ପେନସନ , ପ୍ରେଷ୍ଟିଜ୍ ଓ ପ୍ରୋଟେକସନ କୁ ନେଇ ଓୟୁଜେ ରାଜ ରାସ୍ତା କୁ ଓହ୍ଲାଇବ 

ଓୟୁଜେ ର ରାଜ୍ୟ କାର୍ଯ୍ୟ କାରିଣୀ ବୈଠକ। 

{}]ଥ୍ରୀ ପି – ସାମ୍ବାଦିକ ଙ୍କ ପାଇଁ ପେନସନ , ପ୍ରେଷ୍ଟିଜ୍ ଓ ପ୍ରୋଟେକସନ କୁ ନେଇ ଓୟୁଜେ ଆଗାମୀ ଦିନରେ ରାଜ ରାସ୍ତା କୁ ଓହ୍ଲାଇବ ବୋଲି ଆଜି ବଲାଙ୍ଗିର ଠାରେ ଅନୁଷ୍ଠିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ରେ ନିଷ୍ପତ୍ତି ନିଆଯାଇଛି। ଓୟୂଜେ ର ରାଜ୍ୟ ସଭାପତି ପ୍ରସନ୍ନ ମହାନ୍ତି ଙ୍କ ସଭାପତିତ୍ବ ଓ ସାଧାରଣ ସମ୍ପାଦକ ଅଶୋକ ନନ୍ଦ ଙ୍କ ସଂଯୋଜନା ରେ ଅନୁଷ୍ଠିତ ଏହି ଗୁରୁତ୍ବପୁର୍ଣ ବୈଠକରେ ଉପସ୍ଥିତ ସଦସ୍ୟ ମାନେ ନିଜ ନିଜ ମତ ରଖି ପ୍ରସନ୍ନ ମହାନ୍ତି ଙ୍କ ସୁଦୃଢ଼ ନେତୃତ୍ୱ କୁ ଆହୁରି ସୁଦୃଢ଼ କରିବା ସହ ଭାଇଚାରା ର ସଂଘ ଓୟୁଜେ କୁ ଆଗାମୀ ଦିନରେ ଆହୁରି କିଭଳି ସଂଗଠିତ କରାଯାଇ ପାରିବ ତା ଉପରେ ଆଲୋଚନା ହୋଇଥିଲା। ଏଥିରେ ଆଗାମୀ ଦିନରେ ଓଡ଼ିଶା ରାଜ୍ୟ ସରକାର ଙ୍କ ପାଖରେ ଥ୍ରି ପି – ସାମ୍ବାଦିକ ଙ୍କ ପେନସନ , ପ୍ରେଷ୍ଟିଜ୍ ଓ ପ୍ରୋଟେକସନ କୁ ନେଇ ଓୟୁଜେ ରାଜ ରାସ୍ତା କୁ ଓହ୍ଲାଇବ ବୋଲି ନିଷ୍ପତ୍ତି ନିଆଯାଇଥିଲା। ସଭାରେ ଏହାସହ ଡିସେମ୍ବର ୨୨ ରେ ହେବାକୁ ଥିବା ଆଗାମୀ ଦ୍ଵିବାର୍ଷିକ ନିର୍ବାଚନ ପାଇଁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଥିଲା। ଏଥିରେ ବରିଷ୍ଠ ସଦସ୍ୟ ଙ୍କୁ ଅକ୍ଷୟ ସାହୁ ଙ୍କୁ ରାଜ୍ୟ ଦ୍ଵିବାର୍ଷିକ ନିର୍ବାଚନ ଅଧିକାରୀ ଏବଂ ଅନ୍ୟତମ ବରିଷ୍ଠ ସଦସ୍ୟ ପ୍ରଫୁଲ୍ଲ ମହାନ୍ତି ଙ୍କୁ ସହ ନିର୍ବାଚନ ଅଧିକାରୀ ଭାବରେ ମନୋନୀତ କରାଯାଇଥିଲା। ସେହିପରି ଓୟୁଜେ ପକ୍ଷରୁ ଆଜିଠାରୁ ଡିଜିଟାଲ ମିଡ଼ିଆ ରେ ତାଳ ଦେଇ ଚାଲିବା ସକାଶେ ସୋସିଆଲ ମିଡିଆ ସଂଯୋଜକ ଭାବରେ କିଶନ ରାଉତଙ୍କୁ ଦାୟିତ୍ଵ ଦାଇଆଗଲା। ସେହିପରି ସମସ୍ତ ଜିଲ୍ଲା ରେ ଜଣେ ଜଣେ ସୋସିଆଲ ମିଡିଆ ସଂଯୋଜକ ରହିବେ ବୋଲି ନିଷ୍ପତି ହୋଇଥିଲା। ସଭାରେ ଅନ୍ୟ ମାନଂକ ମଧ୍ୟରେ ଉପ ସଭାପତି ଦ୍ବୟ କିଶନ ରାଉତ ଓ ରାଜେଶ ପଟ୍ଟନାୟକ, ସମ୍ପାଦକ ପ୍ରସନ୍ନ ପାଇକରାଏ ଓ ସମର୍ଜିତ୍ ମହାନ୍ତି , କୋଷାଧ୍ୟକ୍ଷ ଅମୁଲ୍ୟ ସ୍ୱାଇଁ ମଞ୍ଚାସିନ ଥିଲେ। ଏହି ବୈଠକ ତିନୋଟି ପର୍ଯ୍ୟାୟ ରେ ଅନୁଷ୍ଠିତ ହୋଇଥିଲା। ପ୍ରଥମ ପର୍ଯ୍ୟାୟରେ କାର୍ଯ୍ୟକର୍ତ୍ତା ବୈଠକ ଦ୍ଵିତୀୟ ରେ ରାଜ୍ୟ କାର୍ଯ୍ୟକାରିଣୀ ଓ ତୃତୀୟ ପର୍ଯ୍ୟାୟ ରେ ରାଜ୍ୟ ର ଜିଲ୍ଲା ଗୁଡ଼ିକ ର ସାଂଗଠାନିକ ଆଲୋଚନା ହୋଇଥିଲା।

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ସମୀକ୍ଷା କଲେ 5T ଓ ନବୀନ ଓଡିଶା ଅଧ୍ୟକ୍ଷ…

{} ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ,

ଭୋର ସାଢେ ଚାରି ରୁ ସମୀକ୍ଷା କଲେ 5T ଓ ନବୀନ ଓଡିଶା ଅଧ୍ୟକ୍ଷ ,

ଡିସେମ୍ବର 15 ସୁଦ୍ଧା କାମ ସମ୍ପୂର୍ଣ୍ଣ କରିବାକୁ 5T ଓ ନବୀନ ଓଡିଶା ଅଧ୍ୟକ୍ଷଙ୍କ ନିର୍ଦ୍ଦେଶ।

() ନବୀନ ଓଡିଶା ଓ 5T ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ୍ ଆଜି ବଡିଭୋର ରୁ ପୁରୀ ଯାଇ 4.30 ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ ।ପରିକ୍ରମା ପ୍ରକଳ୍ପ କାମ ତ୍ଵରାନ୍ଵିତ କରି 2023 ଡିସେମ୍ବର 15 ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ଗୁଡିକର ପୁନରୁଦ୍ଧାର କାମ ତ୍ୱରାନ୍ୱିତ କରିବା ପାଇଁ 5T ଓ ନବୀନ ଓଡିଶା ଅଧକ୍ଷ ନିର୍ଦ୍ଦେଶ ଦେଇଥିଲେ ।

ପୁନରୁଦ୍ଧାର ସମୟରେ ମଠ ଗୁଡିକର ଇତିହାସ ଓ ପରମ୍ପରା କୁ ଗୁରୁତ୍ଵ ଦେଇ ସମସ୍ତ ଭାଗୀଦାର ମାନଙ୍କ ସହଯୋଗ ରେ କାମ କରିବାକୁ ଶ୍ରୀ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ ।ପରିକ୍ରମା ପ୍ରକଳ୍ପ landscaping କାମରେ ଜଗନ୍ନାଥ ସଂସ୍କୃତି ସହ ଜଡିତ ବିଭିନ୍ନ ଦେଶୀୟ ବୃକ୍ଷ ଓ ଗୁଳ୍ମ ଲଗାଇବାକୁ ଶ୍ରୀ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ ।ଏତବ୍ୟତୀତ ମେଘନାଦ ପାଚେରୀ ନିକଟରେ ମନ୍ଦିରର କ୍ଷୁଦ୍ର ପ୍ରତିକୃତି ନିର୍ମାଣ କରିବା ପାଇଁ ମଧ୍ଯ ସେ ପରାମର୍ଶ ଦେଇଥିଲେ ।

ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଯାତ୍ରୀ ମାନେ ଯେପରି ସ୍ବଚ୍ଛନ୍ଦରେ ମନ୍ଦିର ରେ ପହଞ୍ଚି ପାରିବେ ସେଥିପାଇଁ ମନ୍ଦିର ସଂଯୁକ୍ତ ରାସ୍ତା କୁ ଅବରୋଧ ମୁକ୍ତ ରଖିବା ପାଇଁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ । ସ୍ଥାନୀୟ ଲୋକ ତଥା ସେବାୟତ ମାନଙ୍କ ସୁବିଧା ପାଇଁ ଦୁଇ ଚକିଆ ଗାଡି ର ପାର୍କିଂ ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା କରିବାକୁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ । ଏତଦବ୍ୟତୀତ ମେଘନାଦ ପାଚେରୀ ପାଖରୁ ବିଭିନ୍ନ utilities ଗୁଡିକ ର ସ୍ଥାନାନ୍ତର ,ପରିକ୍ରମା ପ୍ରକଳ୍ପ ର ବିଦ୍ୟୁତ୍ ବ୍ୟବସ୍ଥା କାମ ନିର୍ଦ୍ଧାରିତ ସମୟରେ ଶେଷ କରିବା ଉପରେ ସେ ଗୁରୁତ୍ଵ ଆରୋପ କରିଥିଲେ ।ଜଗନ୍ନାଥ ବଲ୍ଳଭ ପାର୍କିଂ କାମ ସହ ଯାତ୍ରୀ ମାନଙ୍କ ପାଇଁ ସେଠାରେ କରାଯାଉଥିବା ବିଭିନ୍ନ ସୁବିଧା ର ବିକାଶ , ପ୍ରମୋଦ ଉଦ୍ୟାନ, ଓ ଶ୍ରୀ ସେତୁ କାମ ର ଅଗ୍ରଗତି ମଧ୍ଯ ଶ୍ରୀ ପାଣ୍ଡିଆନ୍ ସମୀକ୍ଷା କରିଥିଲେ ଓ ନିର୍ଦ୍ଧାରିତ ସମୟ ରେ କାମ ଶେଷ କରିବାକୁ ନିର୍ଦେଶ ଦେଇଥିଲେ । ଏଥି ପାଇଁ ଅଧିକ ଲୋକ ନିୟୋଜିତ କରିବା ପାଇଁ 5T ଓ ନବୀନ ଓଡିଶା ଅଧ୍ୟକ୍ଷ ପରାମର୍ଶ ଦେଇଥିଲେ । ଏହି ପରିଦର୍ଶନ ସମୟରେ ବିଧାୟକ ଶ୍ରୀ ପ୍ରଣବ ପ୍ରକାଶ ଦାସ, ପୁରୀ ଜିଲ୍ଲାପାଳ ,SP OBCC MD ଏବଂ ବିଭିନ୍ନ executing agency ର ଅଧିକାରୀ ମାନେ ଉପସ୍ଥିତ ଥିଲେ।

କଳାହାଣ୍ଡି ପ୍ରତିଷ୍ଠା ଦିବସରେ ଜିଲ୍ଲାରେ ଲକ୍ଷ୍ଣୀ ବସ୍‌ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ…

{} କଳାହାଣ୍ଡି ପ୍ରତିଷ୍ଠା ଦିବସରେ ଜିଲ୍ଲାରେ ଲକ୍ଷ୍ଣୀ ବସ୍‌ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ।

ବସ୍‌ରେ ବସି ବଳରାମପୁର ପର୍ଯ୍ୟନ୍ତ ଗଲେ ମୁଖ୍ୟମନ୍ତ୍ରୀ

୬୩ଟି ବସ୍‌ ଜିଲ୍ଲାର ସବୁ ପଞ୍ଚାୟତକୁ ଯୋଡିବ, ପଞ୍ଚାୟତରୁ ବ୍ଲକ୍‌କୁ ଚାଲିବ ବସରେ ଘରେ ଖୁସି ଆଣିବ,

ବିକାଶର ଗାଡ଼ି କୁଆହୁରି ଜୋରରେ ନେଵ ଲକ୍ଷ୍ମୀ- ମୁଖ୍ୟମନ୍ତ୍ରୀ।

ରୂପାନ୍ତର କ୍ଷେତ୍ରରେ କଳାହାଣ୍ଡି ଆମର ଏକ ମଡେଲ ଶହୀଦ୍‌ ରେଣ୍ଡୋ ମାଝୀ ମେଡିକାଲ କଲେଜ ଉଦ୍‌ଘାଟିତ,

କଳାହାଣ୍ଡି ବିଶ୍ବବିଦ୍ୟାଳୟକୁ ‘ମା ମାଣିକେଶ୍ବରୀ ବିଶ୍ବବିଦ୍ୟାଳୟ’ ଭାବେ ନାମିତ କଲେ ମୁଖ୍ୟମନ୍ତ୍ରୀ।

() ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କଳାହାଣ୍ଡି ଜିଲ୍ଲାରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି । କଳାହାଣ୍ଡି ପ୍ରତିଷ୍ଠା ଦିବସରେ ଜିଲ୍ଲାବାସୀଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଯୋଜନାରେ ୬୩ଟି ବସ୍‌ ଚାଲିବ ଏବଂ ସବୁ ପଞ୍ଚାୟତକୁ ବସ୍‌ ଯିବ । କଳାହାଣ୍ଡି ବିଶ୍ବବିଦ୍ୟାଳୟ ପଡିଆରେ ଏହି ଯୋଜନା ଆରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ଘରେ ଘରେ ଖୁସି ଆଣିବ ଏବଂ ବିକାଶର ଗାଡିକୁ ଆହୁରି ଜୋରରେ ଆଗକୁ ନେବ । ସାରା ରାଜ୍ୟରେ ଏହି ଯୋଜନାରେ ୧୦୦୦ଟି ବସ୍‌ ଚାଲିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କଳାହାଣ୍ଡି ବିଶ୍ବବିଦ୍ୟାଳୟକୁ ମା ମାଣିକେଶ୍ବରୀ ବିଶ୍ବବିଦ୍ୟାଳୟ ଭାବେ ନାମିତ କରିଥିଲେ ।

ସୂଚନାଯୋଗ୍ୟ ଯେ ଲକ୍ଷ୍ମୀ ଯୋଜନାରୁ ମୁଖ୍ୟ ଉଦ୍ଦେଶ୍ୟ ହେଉଛି ସ୍ଥାନୀୟ ପରିବହନ ବ୍ୟବସ୍ଥାକୁ ସୁଦୃଢ କରିବା ସହିତ ପର୍ଯ୍ୟଟନ ତଥା ଆଞ୍ଚଳିକ ଆର୍ଥିକ ବ୍ୟବସ୍ଥାକୁ ପ୍ରୋତ୍ସାହିତ କରିବା । ଯୋଜନାର ଶୁଭାରମ୍ଭ ପରେ ବସ୍‌ରେ ବସି ବଳରାମପୁର ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଯାଇଥିଲେ ଏବଂ ସେଠାରେ ଏକ ବିକ୍ୟୁଏସ୍‌ ଫ୍ୟାସିଲିଟିର ଉଦ୍‌ଘାଟନ କରିଥିଲେ ।  ଆଜି ଦିନଟି କଳାହାଣ୍ଡିର ବିକାଶ ଯାତ୍ରାରେ ଏକ ବଡ଼ ମାଇଲ ଖୁଣ୍ଟ ଓ ବହୁତ ଆନନ୍ଦର ଦିନ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଆଜି ଏଠାରେ ୩୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦ୍‌ଘାଟନ ହେଲା। ଆଉ ୯୦୦ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିଭୂମି ରଖାଗଲା। ଏହା ଜିଲ୍ଲାର ବିକାଶ ଗତିକୁ ଆହୁରି ଜୋରଦାର କରିବ ବୋଲି ସେ କହିଥିଲେ । ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରୁ ଗାଁରେ ବସର ଅସୁବିଧା ବିଷୟ ରେ ଜାଣିବା ପରେ ଲକ୍ଷ୍ମୀ ଯୋଜନା ଆରମ୍ଭ କରିଛି ବୋଲି ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ଦ୍ବାରା ଆପଣଙ୍କର ପ୍ରତି ଦିନର ଚିନ୍ତା ଦୂର ହେବ । ରାଜ୍ୟରେ ଚାଲିବ ଏକ ହଜାରରୁ ଅଧିକ ବସ। ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ଏଥିରେ ଆପଣଙ୍କ ଘର ପାଖକୁ ବସ ଆସିବ। ସମସ୍ତଙ୍କୁ ଯୋଡ଼ିବ। ପିଲାଙ୍କୁ ସ୍କୁଲ ସହିତ, ଚାଷୀକୁ ମାର୍କେଟ ସହିତ ଆଉ ମା ମାନଙ୍କ ଗତିଶୀଳତା ବୃଦ୍ଧି ପାଇବ। କଳାହାଣ୍ଡିର ବିକାଶ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରୂପାନ୍ତର କ୍ଷେତ୍ରରେ କଳାହାଣ୍ଡି ଆମର ଏକ ମଡେଲ । ଶିକ୍ଷା ,ସ୍ୱାସ୍ଥ୍ୟ ଯୋଗାଯୋଗ, ଭିତ୍ତିଭୂମି ଶିଳ୍ପ କୃଷି ସବୁ କ୍ଷେତ୍ରରେ ଉନ୍ନତି କଳାହାଣ୍ଡି ବାସୀଙ୍କ ସପନକୁ ସାକାର କରିଛି। କଳାହାଣ୍ଡି ଆଜି ନିଜ ଇତିହାସକୁ ପରିବର୍ତ୍ତନ କରିଛି। ସଫଳତାର ନୂଆ କାହାଣୀ ଯୋଡ଼ିଛି। ବିକାଶର ଯାତ୍ରାରେ ଆଗକୁ ବଢ଼ିଛି। ସାରା ଦେଶକୁ ଆଜି କଳାହାଣ୍ଡି ଚାଉଳ ଦଉଛି ବୋଲି ସେ କହିଥିଲେ।  ଇନ୍ଦ୍ରାବତୀ ପ୍ରୋଜେକ୍ଟ କଳାହାଣ୍ଡି ବିକାଶର ଇଞ୍ଜିନ ବୋଲି ମତଦେଇ ସେ କହିଥିଲେ ଯେ ଏହି ପ୍ରୋଜେକ୍ଟ କଳାହାଣ୍ଡିର ଚେହେରାକୁ ଉଜ୍ଜଳ କରିଛି। ଖୁବ୍ ଶୀଘ୍ର ଏଠାରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଆରମ୍ଭ ହେବ। ସବୁ ପଞ୍ଚାୟତକୁ ମିଳିବ ପଚାଶ ଲକ୍ଷ ଟଙ୍କା। ଆମ ସଂସ୍କୃତି ଓ ଆଧୁନିକ ଭିତ୍ତିଭୂମି ପାଇଁ ଏହି ଟଙ୍କା ଖର୍ଚ୍ଚ ହେବ ବୋଲି ସେ କହିଥିଲେ। ସମସ୍ତଙ୍କ ସହଯୋଗରେ ଆଗାମୀ ଦିନରେ କଳାହାଣ୍ଡିର ବିକାଶ ଯାତ୍ରା ଆହୁରି ଆଗକୁ ଯିବ ବୋଲି ସେ ମତ ଦେଇଥିଲେ।

ଆଜି କଳାହାଣ୍ଡିରେ ସହିଦ ରେଣ୍ଡୋ ମାଝୀ ମେଡିକାଲ କଲେଜ ମଧ୍ୟ ଉଦ୍‌ଘାଟିତ ହେଇଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସହିଦ ରେଣ୍ଡୋ ମାଝୀଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ଜଳସଂପଦ ତଥା ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନୀ ସାହୁ ଯୋଗ ଦେଇ କହିଲେ ଯେ ଲକ୍ଷ୍ମୀ ଯୋଜନା ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଇତିହାସ ରଚନା କରିଛନ୍ତି । ଯେଉଁ ପଞ୍ଚାୟତ ଗୁଡିକରେ ଲୋକମାନେ ସ୍ବପ୍ନରେ ସୁଦ୍ଧା ପରିବହନ ସୁବିଧା ପାଇବେ ବୋଲି ଭାବି ନ ଥିଲେ, ଆଜି ସେମାନଙ୍କ ପାଇଁ ସୁନ୍ଦର ଆଧୁନିକ ବସ୍‌ ପରିବହନ ବ୍ୟବସ୍ଥା ଉପଲବ୍‌ଧ ହୋଇଛି । ଏହି କାର୍ଯ୍ୟକ୍ରମରେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ଉପସ୍ଥିତ ଥିଲେ ।

କାର୍ଯ୍ୟକ୍ରମରେ ଲୋକସଭା ସାଂସଦ ଶ୍ରୀ ବସନ୍ତ ପଣ୍ଡା, ରାଜ୍ୟସଭା ସାଂସଦ ଶ୍ରୀ ସୁଜିତ କୁମାର, ବିଧାୟକଗଣ ଶ୍ରୀ ଭୂପିନ୍ଦର ସିଂ, ଶ୍ରୀ ଦିବ୍ୟଶଂକର ମିଶ୍ର, ଶ୍ରୀ ମୌଷଧି ବାଗ, ଶ୍ରୀ ପ୍ରଦୀପ କୁମାର ଦିଶାରୀ ପ୍ରମୁଖ ଯୋଗ ଦେଇ ଓଡିଶାର ବିକାଶରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବ ଓ ଦୂରଦୃଷ୍ଟିର ଉଚ୍ଚପ୍ରଶଂସା କରିଥିଲେ ।  ପୂର୍ବରୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏବଂ ଭର୍ଚ୍ୟୁଆଲ ପ୍ଲାଟଫର୍ମରେ ଉପସ୍ଥିତ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଏସ. ପି. ସିଂହ ବାଘେଲ ସହୀଦ ରେଣ୍ଡୋ ମାଝୀ ମେଡିକାଲ କଲେଜର ଉଦ୍‌ଘାଟନ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜଣେ ଛାତ୍ର ପ୍ରତୀଶ କୁମାର କୁମ୍ଭାରଙ୍କ ସହିତ ବାର୍ତ୍ତାଳାପ କରିଥିଲେ । ପାଠ ପଢିବାର ସୁବିଧା ସଂପର୍କରେ ମୁଖ୍ୟମନ୍ତ୍ରୀ ପଚାରିବା ପରେ ସେ କହିଥିଲେ ଯେ ଏଠାରେ ପାଠ ପଢିବା ପାଇଁ ସବୁପ୍ରକାର ସୁବିଧା ସୁଯୋଗ ମିଳୁଛି ଏବଂ ଆମେ ଖୁସିରେ ପାଠ ପଢୁଛୁ । କେନ୍ଦ୍ରମନ୍ତ୍ରୀ ଶ୍ରୀ ବାଘେଲ୍ ଦୁଇ ଜଣ ଛାତ୍ରୀ ଅନୁପ୍ରିୟା କୁମାରୀ ଓ ଅନୁଷ୍କା ସିଂଙ୍କ ସହିତ ଆଲୋଚନା କରିଥିଲେ।

ସୂଚନାଯୋଗ୍ୟ ଯେ ୩୨୫ କୋଟି ଟଙ୍କା ବିନିଯୋଗରେ ନିର୍ମିତ କଳାହାଣ୍ଡିର ଶହୀଦ ରେଣ୍ଡୋ ମାଝୀ ମେଡିକାଲ କଲେଜରେ ଚଳିତ ବର୍ଷ ଠାରୁ ପାଠପଢା ଆରମ୍ଭ ହୋଇଛି । ୪୩.୧୮ ଏକର ପରିମିତ ଅଞ୍ଚଳରେ ନିର୍ମିତ ଏହି କଲେଜରେ ୧୦୦ ଜଣ ଛାତ୍ର ପାଠ ପଢା ଆରମ୍ଭ କରିଛନ୍ତି। ଏଥିରେ ରାଜ୍ୟ ସରକାରୀ ସ୍କୁଲରୁ ୧୩ ଜଣ ଛାତ୍ରଛାତ୍ରୀ ନାମ ଲେଖାଇଛନ୍ତି। ଏହାଦ୍ବାରା ସ୍ବାସ୍ଥ୍ୟ ଶିକ୍ଷାରେ ଉନ୍ନତି ଆସିବା ସହିତ ସ୍ଥାନୀୟ ଅଞ୍ଚଳରେ ଉନ୍ନତ ମାନର ସ୍ବାସ୍ଥ୍ୟ ସେବା ମିଳିପାରିବ। ମେଡିକାଲ କଲେଜ ସହିତ ରାଜ୍ୟ ସରକାର ନିଜ ଖର୍ଚ୍ଚରେ ୨୦୬ କୋଟି ଟଙ୍କା ବିନିଯୋଗରେ ଏକ ୬୫୦ ଶଯ୍ୟାବିଶିଷ୍ଟ ଟିଚିଂ ହସ୍‌ପିଟାଲ ମଧ୍ୟ ନିର୍ମାଣ କରୁଛନ୍ତି । ଏହା ବର୍ତ୍ତମାନ ନିର୍ମଣାଧୀନ ।

ଧର୍ମଗଡ ଝୁରୁଛି ପାଣ୍ଡିଆନଙ୍କୁ: ପ୍ରଣବ

() ପାଣ୍ଡିଆନ ଜଣେ ଦକ୍ଷ ପ୍ରଶାସକ ଓ ଲୋକଙ୍କୁ ଭଲ ପାଉଥିବା ଜଣେ ମଣିଷ l ଚାକିରୀ ଜୀବନରୁ ତାଙ୍କର ଜନସେବା ସର୍ବଦା ପ୍ରାଥମିକତା ପାଇଛି l ସବୁବେଳେ ଜନତାଙ୍କ ଦୁଃଖ ଦୂର କରିବା ପାଇଁ କାମ କରନ୍ତି l ୨୧ ବର୍ଷ ତଳେ ଭିକେ ପଣ୍ଡିଆନଙ୍କ ଜନସେବା ଆଜି ମଧ୍ୟ ଧର୍ମଗଡ ବାସୀ ଭୁଲି ପାରୁନାହାନ୍ତି l ଯାହାକୁ ଧର୍ମଗଡର ଏକ ଅନାଥ ଆଶ୍ରମରେ ଅନୁଭବ କରିଛନ୍ତି ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ (ବବି) l ବିଜେଡି ବରିଷ୍ଠ ନେତୃବୃନ୍ଦଙ୍କ ସହ ଧର୍ମଗଡ଼ ଅନାଥାଶ୍ରମ ପରିଦର୍ଶନ କରିବା ପରେ ଠିକ୍ ଏମିତି ସୋସିଆଲ ମିଡ଼ିଆରେ ଓଡ଼ିଶାବାସୀଙ୍କ ପାଖରେ ଜଣାଇଛନ୍ତି ପ୍ରଣବ l

ମୁଁ ଓ ଦଳର ଅନ୍ୟ ବରିଷ୍ଠ ନେତୃବୃନ୍ଦ ଶ୍ରୀ ନିରଞ୍ଜନ ପୁଜାରୀ, ଶ୍ରୀ ଦିବ୍ୟଶଙ୍କର ମିଶ୍ର, ଶ୍ରୀ ପ୍ରଣବ ବଳବନ୍ତରାୟ ଓ ଶ୍ରୀ ପୁଷ୍ପେନ୍ଦ୍ର ସିଂଦେଓଙ୍କ ସହ ଧର୍ମଗଡ଼ ଅନାଥାଶ୍ରମ ପରିଦର୍ଶନ ଏକ ସ୍ଵତନ୍ତ୍ର ଅନୁଭବ। ପିଲାଙ୍କ ମଧ୍ୟରେ ସେତେବେଳର ଉପଜିଲ୍ଲାପାଳ ଶ୍ରୀ ଭିକେ ପାଣ୍ଡିଆନଙ୍କ ପ୍ରତି ଥିବା ଶ୍ରଦ୍ଧା ଓ ସମ୍ମାନ ବେଶ ଜଣା ପଡୁଥିଲା।୨୦୦୨ରେ ଧର୍ମଗଡ ଭଳି ଦୁର୍ଗମ ଅଞ୍ଚଳର ଏହି ଅନାଥାଶ୍ରମ ଏବଂ ଏଠାରେ ରହୁଥିବା ପିଲାଙ୍କ ସଂପୂର୍ଣ୍ଣ ଦାୟିତ୍ଵ ସେ ନେଇଥିଲେ। ଏତେ ବର୍ଷ ହେଲା ଶ୍ରୀ ପାଣ୍ଡିଆନଙ୍କୁ ସେମାନେ ଭୁଲି ଯାଇ ନାହାନ୍ତି।

ପ୍ରଥମ ଧର୍ମଗଡ଼ ଉତ୍ସବ ଆୟୋଜନଠାରୁ ଆରମ୍ଭ କରି ଚାଷୀଙ୍କୁ ସେମାନଙ୍କ ପ୍ରାପ୍ୟ ପ୍ରଦାନ ପର୍ଯ୍ୟନ୍ତ ଶ୍ରୀ ପାଣ୍ଡିଆନ ଆଗଭର ହୋଇ କାମ କରିଛନ୍ତି। ଏଥିପାଇଁ କଳାହାଣ୍ଡି ଓ ଧର୍ମଗଡ଼ବାସୀ ତାଙ୍କୁ ସେମାନଙ୍କ ନିଜ ମାଟିର ଜଣେ ଅତ୍ୟନ୍ତ ଶୁଭାକାଂକ୍ଷୀ ଭାବେ ସବୁବେଳେ ମନେ ରଖିବେ ନିଶ୍ଚୟ।

ବାଲେଶ୍ୱର ଓ ବଲାଙ୍ଗୀର ଜିଲ୍ଲାରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ…

() ଆମ ଓଡିଶା ନବୀନ ଓଡିଶା, ସପ୍ତମ ଦିନରେ

ବାଲେଶ୍ୱର ଓ ବଲାଙ୍ଗୀର ଜିଲ୍ଲାରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ।

ବାଲେଶ୍ୱରର 8ଟି ନିର୍ବାଚନମଣ୍ଡଳୀ ପାଇଁ 178 କୋଟି – 4465 ପ୍ରକଳ୍ପ।

ବଲାଙ୍ଗୀରର 5ଟି ନିର୍ବାଚନ ମଣ୍ଡଳୀ ପାଇଁ 158.50 କୋଟି – 3911 ପ୍ରକଳ୍ପ ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା,

ନବୀନ ଓଡିଶାର ପରିଚୟ ନେଇ ପ୍ରତି ଗାଁ ଆଗକୁ ବଢିବ – ମୁଖ୍ୟମନ୍ତ୍ରୀ।

ବିକଶିତ ଗାଁ ହେବ ଓଡିଶା ରୂପାନ୍ତରର ପ୍ରକୃତ ଚିତ୍ର – 5T ଓ ‘ନବୀନ ଓଡିଶା’ ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ,

ଜନ ଅଭିଯୋଗ ଶୁଣାଣି ଭିତ୍ତିରେ ଦୁଇଟି ଜିଲ୍ଲାର ୯୧ଟି ଗୁରୁତ୍ବପୂର୍ଣ୍ଣ ବିକାଶମୂଳକ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୪୫୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ଅନେକ ମଠ, ମନ୍ଦିର, ଶିକ୍ଷାନୁଷ୍ଠାନ, ପର୍ଯ୍ୟଟନ କ୍ଷେତ୍ର, ସେତୁ, ପାଇପଜଳ ପ୍ରକଳ୍ପ ସାମିଲ,

ଗାଁ ଲୋକଙ୍କ ଜୀବନର ଧାରାରେ ଆସିବ ବଡ ପରିବର୍ତ୍ତନ – ସ୍ଥାନୀୟ ନେତୃବୃନ୍ଦ।

{} ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ । ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ସପ୍ତମ ଦିନରେ ବାଲେଶ୍ୱର ଓ ବଲାଙ୍ଗୀର ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା । ଏଥିପାଇଁ ବାଲେଶ୍ୱର ଜିଲ୍ଲାର ୮ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୧୭୮ କୋଟି ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ରେମୁଣା, ଭୋଗରାଇ, ଜଳେଶ୍ୱର, ବାଲେଶ୍ୱର, ସିମୁଳିଆ, ବସ୍ତା, ସୋର ଓ ନୀଳଗିରି । ଏହିସବୁ ନିର୍ବାଚନମଣ୍ଡଳୀର ୧୨ଟି ବ୍ଲକ୍‌‌ର ୩୫୬ଟି ଗ୍ରାମ ପଞ୍ଚାୟତରେ ୪୪୬୫ଟି ପ୍ରକଳ୍ପ ହେବ। ସେହିପରି ବଲାଙ୍ଗୀର ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀ ପାଇଁ ୧୫୮.୫୦ କୋଟି ଟଙ୍କା ମଂଜୁର ହୋଇଛି। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ବଲାଙ୍ଗୀର, ଟିଟିଲାଗଡ, ପାଟଣାଗଡ, କଣ୍ଟାବାଞ୍ଜି ଓ ଲୋଇସିଙ୍ଗା। ଏଥିରେ ୧୪ଟି ବ୍ଲକ୍‌ର ୩୧୭ଟି ଗ୍ରାମପଞ୍ଚାୟତରେ ୩୯୧୧ଟି ପ୍ରକଳ୍ପ କରାଯିବ। ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଂସ୍କୃତିର ପ୍ରସାର ଓ ଆଧୁନିକ ଭିତ୍ତିଭୂମିର ଉନ୍ନତି ଆମର ଗାଁଗୁଡିକୁ ବିକାଶର ଶିଖରରେ ପହଞ୍ଚାଇବ। ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତା’ର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା । ନବୀନ ଓଡିଶାର ପରିଚୟ ନେଇ ରାଜ୍ୟର ପ୍ରତି ଗାଁ ବିକାଶର ମାର୍ଗରେ ଆଗକୁ ବଢିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।  ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁରେ ସମସ୍ତଙ୍କୁ ମିଳିବ ବିକାଶର ଗ୍ୟାରେଣ୍ଟି । ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ। ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ । ବିଜ୍ଞାନ ପାର୍କ ହେବ । ଦକ୍ଷତା ବିକାଶ କେନ୍ଦ୍ର ହେବ । Works hub ହେବ । Banking ସୁବିଧା ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର primary school ଗୁଡିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା’ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର ପରିଚୟକୁ ଆହୁରି ଉଜ୍ଜଳ କରିବ। ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ।

ଆଜିର କାର୍ଯ୍ୟକ୍ରମ ପାଇଁ ବାଲେଶ୍ୱର ଜିଲ୍ଲାର ୮ଟି ଓ ବଲାଙ୍ଗୀର ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟକ୍ରମ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଛି ବୋଲି କହିଥିଲେ।

5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ୍ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କହିଲେ ଯେ ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ଜରିଆରେ ସବୁ ଗାଁରେ ରୂପାନ୍ତର ଆଣିବା ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ। ଆମର ରୂପାନ୍ତର ଅନ୍ୟ ରାଜ୍ୟ ପାଇଁ ଆଦର୍ଶ ହେବ ବୋଲି ସେ କହିଥିଲେ। ଗାଁ ଗାଁରେ ସବୁ କାମକୁ ଆମେ ଠିକ୍‌ ସମୟରେ ସ୍ବଚ୍ଛତାର ସହ କରି ରୂପାନ୍ତର ଆଣିବା ବୋଲି ସେ କହିଥିଲେ । ଗ୍ରାମାଞ୍ଚଳର ନୂଆ ରୂପ ଓଡିଶା ରୂପାନ୍ତରର ହେବ ପ୍ରକୃତ ଚିତ୍ର ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ।  ଶ୍ରୀ ପାଣ୍ଡିଆନ ସୂଚନା ଦେଇ କହିଥିଲେ ଯେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ସହିତ ଜନ ଅଭିଯୋଗ ଶୁଣାଣି ଭିତ୍ତିରେ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସବୁ ଜିଲ୍ଲା ପାଇଁ ଅର୍ଥ ମଞ୍ଜୁର କରିଛନ୍ତି।

ବାଲେଶ୍ୱର ଜିଲ୍ଲାର ରେମୁଣା ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୬୬ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୭.୩୯ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୩.୧୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ରେମୁଣା ବହୁମୁଖୀ କମ୍ୟୁନିଟି ହଲ୍‌, କଣ୍ଟିଆଚୋରା ନଦୀର ପୁନରୁଦ୍ଧାର, କ୍ଷୀରଚୋରା ଗୋପିନାଥ ମନ୍ଦିରର ସୌନ୍ଦର୍ଯ୍ୟକରଣ ଏବଂ ଆଉ କେତେକ ସ୍କୁଲ ଓ କଲେଜର ରୂପାନ୍ତର। ସେହିପରି ଭୋଗରାଇ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୫୩ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୭.୧୯ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୮.୬୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ପ୍ରସିଦ୍ଧ ଚନ୍ଦନେଶ୍ୱର ମନ୍ଦିରର ସୌନ୍ଦର୍ଯ୍ୟକରଣ, ରଣସିଂହପୁର ଆଶ୍ରମ ସ୍କୁଲର ଉନ୍ନତୀକରଣ, ବାସୁଳୀ ମା’ ମନ୍ଦିରର ସୌନ୍ଦର୍ଯ୍ୟକରଣ, Rural Institute of Higher Studies କଲେଜର ରୂପାନ୍ତର।

ସେହିପରି ଜଳେଶ୍ୱର ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୨୨ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୦.୩୬ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୫.୫୮ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ଜଳେଶ୍ୱର ପୌରାଞ୍ଚଳରେ କ୍ରୀଡାର ବିକାଶ ପାଇଁ ଏକ ସ୍କେଟିଙ୍ଗ ରିଙ୍ଗ୍‌ । ଏହା ଦ୍ୱାର ଜିଲ୍ଲାରେ କ୍ରୀଡାର ବିକାଶରେ ଏକ ନୂଆ ଫର୍ଦ୍ଦ ଯୋଡି ହେବ। ଏହା ସହିତ ସିଦ୍ଧେଶ୍ୱର କଲେଜ ଓ ଯୁକ୍ତ ଦୁଇ ମହାବିଦ୍ୟାଳୟ, ଦିନକୃଷ୍ଣ କଲେଜ ଓ ଯୁକ୍ତ ଦୁଇ ମହାବିଦ୍ୟାଳୟ ଏବଂ ଜଳେଶ୍ୱର ମହିଳା କଲେଜ ଓ ଯୁକ୍ତ ଦୁଇ ମହାବିଦ୍ୟାଳୟ । ସେହିପରି ସୋର ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୯୦ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୫.୭୦ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୯.୯୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ବାହନାଗା ହାଇସ୍କୁଲର ନିର୍ମାଣ ଓ ଅଧୁନିକୀକରଣ ଏବଂ ବାହନଗା ଗ୍ରାମପଞ୍ଚାୟତକୁ ଏକ ମଡେଲ ପଞ୍ଚାୟତ ଭାବେ ନିର୍ମାଣ, ବାହନାଗା ପ୍ରାଥମିକ ଚିକିତ୍ସାଳୟକୁ ‘ଆମ ହସ୍ପିଟାଲ’ ଭାବେ ଉନ୍ନତୀକରଣ, ଏହା ସହିତ ଦୁଇଟି ବୃହତ ସେତୁ ଏବଂ ୩ଟି ଡିଗ୍ରୀ ଓ ଯୁକ୍ତ ଦୁଇ କଲେଜ। ବସ୍ତା ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୨୭ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୨.୩୯ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୧୦ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୦୭.୫୪ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ବାହରଦା ମାଛ ମାର୍କେଟର ଉନ୍ନତୀକରଣ, ଜଳକା ଡ୍ରେନେଜ୍ ସିଷ୍ଟମର ଉନ୍ନତୀକରଣ, ଡଗର ବେଳାଭୂମିର ସୌନ୍ଦର୍ଯ୍ୟକରଣ, ସେତୁ, ସ୍କୁଲ ଓ କଲେଜ। ବାଲେଶ୍ୱର ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୧୯ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୮.୭୫ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୯.୦୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ଚାନ୍ଦିପୁର ବେଳାଭୂମିର ସୌନ୍ଦର୍ଯ୍ୟକରଣ, ଝାଡେଶ୍ୱର ମନ୍ଦିର, ଫକିରମୋହନ କଲେଜ, ବଳାଙ୍ଗି କଲେଜ ଓ ନୀଳମଣି କଲେଜ ।

ସେହିପରି ନୀଳଗିରି ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୦୧ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୦.୯୧ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୮.୭୬ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ପ୍ରସିଦ୍ଧ ପଞ୍ଚଲିଙ୍ଗେଶ୍ୱର ପୀଠର ଉନ୍ନତୀକରଣ, ନୀଳଗିରି ରିସିଆ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ, ଖୁମୁକୁଟ ଜଳପ୍ରକଳ୍ପ, ନୀଳଗିରି ଜଗନ୍ନାଥ ମନ୍ଦିରର ଉନ୍ନତୀକରଣ ଏବଂ କେତେକ ସ୍କୁଲ ଓ କଲେଜ। ସେହିପରି ସିମୁଳିଆ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୮୮ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୯.୨୫ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୧୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୦.୮୭ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ସିନ୍ଧୁଆ ଡ୍ୟାମଠାରେ ଏକ ପର୍ଯ୍ୟଟନ କେନ୍ଦ୍ର, କୁପାରୀ MSME Park, କୁପାରୀ ST Hostel, ଅନେକ ସେତୁ ଓ ସିମୁଳିଆଠାରେ ନଦୀବନ୍ଧର ଉନ୍ନତୀକରଣ। ଏହି ପରି ବାଲେଶ୍ୱର ୫୯ ପ୍ରକଳ୍ପ ପାଇଁ ୨୨୪.୨୨ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ।

ସେହିପରି ବଲାଙ୍ଗୀର ଜିଲ୍ଲାର ଟିଟିଲାଗଡ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୫୪ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୧.୨୦ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୭୮.୮୧ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ତୁସୁରାଠାରେ Air Strip, ୨ଟି Mega Lift ପ୍ରକଳ୍ପ, ତୁସୁରା ସମଲାଇ ମନ୍ଦିରର ସୌନ୍ଦର୍ଯ୍ୟକରଣ ଏବଂ ସ୍କୁଲ ଓ କଲେଜ। ପାଟଣାଗଡ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୧୧ଟି ଶିକ୍ଷାନୁଷ୍ଠାନ ତଥା ଧାର୍ମିକ ଅନୁଷ୍ଠାନ ପାଇଁ ୧୪.୫୭ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୯.୭୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ହରିଶଙ୍କର ମନ୍ଦିର ଉନ୍ନତୀକରଣରେ କେତେକ ନୂତନ ପ୍ରକଳ୍ପ ଯଥା :- ନୂଆ ପ୍ରବେଶ ପଥ, ଚେକ ଡ୍ୟାମ୍, କଲଭର୍ଟ, ପୋଲିସ ଆଉଟପୋଷ୍ଟ ଇତ୍ୟାଦି, ଖପ୍ରାଖୋଲରେ ଏକ ନୂଆ ସଡକ ଏବଂ କେତେକ କଲେଜ।

ବଲାଙ୍ଗୀର ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୩୮ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୫.୫୦ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୧୦ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୧.୨୯ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ମା’ ସମଲେଇଙ୍କ ମନ୍ଦିର, ଗୋପାଳଜୀ ମନ୍ଦିର, ପାଟଣେଶ୍ୱରୀ ମନ୍ଦିର, କୋଶଳ କଳାମଣ୍ଡଳ ଗ୍ରାଉଣ୍ଡର ବିକାଶ, ଚାନ୍ଦିଲି ପାହାଡ ପର୍ଯ୍ୟଟନ ପ୍ରକଳ୍ପ ଏବଂ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସହିତ ସ୍କୁଲ ଓ କଲେଜ, ଲୋୟର ସୁକତେଲ କଲୋନୀରେ ପ୍ରାଥମିକ ବିଦ୍ୟାଳୟର ରୂପାନ୍ତର, ବଲାଙ୍ଗୀର CNI Churchର ଉନ୍ନତୀକରଣ। କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୮୧ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୧.୨୦ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୬.୫୦ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ରାଣିପୁର ଝରିଆଲ ମନ୍ଦିରର ସୌନ୍ଦର୍ଯ୍ୟକରଣ ଏବଂ ୩ଟି ଡିଗ୍ରୀ କଲେଜର ଉନ୍ନତୀକରଣ। ଲୋଇସିଙ୍ଗା ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୩୨ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୧ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୮.୩୮ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ଯୋଗେଶ୍ୱର ମନ୍ଦିର, ସ୍ୱାଧୀନତା ସଂଗ୍ରାମୀ ମାଝୀ ମାନ୍ଧାତାଙ୍କ ସ୍ମୃତିରେ ଏକ ଐତିହ୍ୟ କେନ୍ଦ୍ର ସ୍ଥାପନ ଏବଂ ୩ଟି ଡିଗ୍ରୀ କଲେଜ। ଏହି ପରି ବଲାଙ୍ଗୀର ଜିଲ୍ଲାରେ ୩୨ଟି ପ୍ରକଳ୍ପ ପାଇଁ ୨୩୪.୭୦ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ।

ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀ ପ୍ରତାପ କେଶରୀ ଦେବ, ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ପାତ୍ର, ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ, ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, ବିଧାୟକ ଶ୍ରୀ ଅନନ୍ତ ଦାସ, ବିଧାୟକ ଶ୍ରୀ ନିତ୍ୟାନନ୍ଦ ସାହୁ, ବିଧାୟକ ଶ୍ରୀ ସ୍ୱରୂପ ଦାସ, ବିଧାୟକ ଶ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ବିଧାୟକ ଶ୍ରୀ ସରୋଜ ମେହେରଙ୍କ ସମେତ ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ବ୍ଲକ ଚେୟାରମ୍ୟାନ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇ ଗାଁ ଗାଁ ରେ ବିକାଶର ନୂଆ ଯୁଗ ଆସିଛି ବୋଲି ମତପ୍ରକାଶ କରିଥିଲେ । ସେମାନେ କହିଥିଲେ ଯେ ଗତ ୨୩ ବର୍ଷ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱ ଓ ଦିଗଦର୍ଶନରେ ଓଡିଶାରେ ଚାଲିଛି ନିରନ୍ତର ବିକାଶ। ଆଜି ଓଡିଶାରେ ବିକାଶର ମାନଚିତ୍ର ସମ୍ପୂର୍ଣ୍ଣ ରୂପେ ବଦଳି ଯାଇଛି ବୋଲି ସେମାନେ କହିଥିଲେ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଗସ୍ତ ଯୋଗୁ ଜିଲ୍ଲାସ୍ତରରେ ବିକାଶ ତ୍ବରାନ୍ବିତ ହେବା ସହିତ ଅନେକ ଦିନରୁ ପଡି ରହିଥିବା ସମସ୍ୟା ଗୁଡିକ ମଧ୍ୟ ଦୂର ହୋଇଛି । ବିକାଶର ଏହି କାର୍ଯ୍ୟକ୍ରମ ଆମ ଗାଁଗୁଡିକୁ ସହର ସହିତ ସମାନ କରିବ ଏବଂ ଆମ ଭଳି ଗ୍ରାମାଞ୍ଚଳ ଲୋକଙ୍କ ଜୀବନ ଧାରାରେ ଆଣିବ ବଡ ପରିବର୍ତ୍ତନ ବୋଲି ସେମାନେ କହିଥିଲେ।  କାର୍ଯ୍ୟକ୍ରମରେ ଉଭୟ ଜିଲ୍ଲାର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।

ବିକାଶର ନୂଆ ଶିଖରରେ ପହଞ୍ଚିବ ଓଡିଶାର ସବୁ ଗାଁ – ମୁଖ୍ୟମନ୍ତ୍ରୀ…

{} ଆମ ଓଡିଶା ନବୀନ ଓଡିଶା ଷଷ୍ଠ ଦିନରେ,

ରାୟଗଡ ଓ ଝାରସୁଗୁଡା ଜିଲ୍ଲାରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ।

ରାୟଗଡର ୩ଟି ନିର୍ବାଚନମଣ୍ଡଳୀ ପାଇଁ ୯୧ କୋଟି – ୨୬୧୩ ପ୍ରକଳ୍ପ,

ଝାରସୁଗୁଡାର ୨ଟି ନିର୍ବାଚନ ମଣ୍ଡଳୀ ପାଇଁ ୩୯ କୋଟି – ୯୫୭ ପ୍ରକଳ୍ପ ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା,

ବିକାଶର ନୂଆ ଶିଖରରେ ପହଞ୍ଚିବ ଓଡିଶାର ସବୁ ଗାଁ – ମୁଖ୍ୟମନ୍ତ୍ରୀ।

ଗାଁର ରୂପାନ୍ତର ସାରା ଦେଶକୁ ରାସ୍ତା ଦେଖାଇବ – 5T ଓ ‘ନବୀନ ଓଡିଶା’ ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ।

() ଜନ ଅଭିଯୋଗ ଶୁଣାଣି ଭିତ୍ତିରେ ଦୁଇଟି ଜିଲ୍ଲାର ୩୫ଟି ଗୁରୁତ୍ବପୂର୍ଣ୍ଣ ବିକାଶମୂଳକ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୧୩୪.୪୩ କୋଟି ମଞ୍ଜୁର କରିଛନ୍ତି, ଅନେକ ମଠ, ମନ୍ଦିର, ଶିକ୍ଷାନୁଷ୍ଠାନ ସାମିଲ, ଗଣ୍ଡ ସମାଜକୁ ଭୁବନେଶ୍ୱରରେ ଜମି, ହୀରାକୁଦ ବିସ୍ଥାପିତଙ୍କ ଦୀର୍ଘ ଦିନର ସମସ୍ୟା ସମାଧାନ, ମିଳିବ ପଟ୍ଟା ଗ୍ରାମାଞ୍ଚଳ ଲୋକଙ୍କୁ ସମ୍ମାନର ସହ ବଞ୍ଚିବା ପାଇଁ ପ୍ରେରଣା ଦେବ – ସ୍ଥାନୀୟ ନେତୃବୃନ୍ଦ।  ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ । ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ଷଷ୍ଠ ଦିନରେ ରାୟଗଡ ଓ ଝାରସୁଗୁଡା ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା ।

ଏଥିପାଇଁ ରାୟଗଡ ଜିଲ୍ଲାର ୩ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୯୧ କୋଟି ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ରାୟଗଡ, ଗୁଣୁପୁର ଓ ବିଷମକଟକ । ଏହିସବୁ ନିର୍ବାଚନମଣ୍ଡଳୀର ୧୧ଟି ବ୍ଲକ୍‌‌ର ୧୮୨ଟି ଗ୍ରାମ ପଞ୍ଚାୟତରେ ୨୬୧୩ଟି ପ୍ରକଳ୍ପ ହେବ। ସେହିପରି ଝାରସୁଗୁଡା ଜିଲ୍ଲାର ୨ଟି ନିର୍ବାଚନମଣ୍ଡଳୀ ପାଇଁ ୩୯ କୋଟି ଟଙ୍କା ମଂଜୁର ହୋଇଛି। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ଝାରସୁଗୁଡା ଓ ବ୍ରଜରାଜ ନଗର। ଏଥିରେ ୫ଟି ବ୍ଲକ୍‌ର ୭୮ଟି ଗ୍ରାମପଞ୍ଚାୟତରେ ୯୫୭ ଟି ପ୍ରକଳ୍ପ କରାଯିବ। ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଂସ୍କୃତିର ପ୍ରସାର ଓ ଆଧୁନିକ ଭିତ୍ତିଭୂମିର ଉନ୍ନତି ଆମର ଗାଁଗୁଡିକୁ ବିକାଶର ଶିଖରରେ ପହଞ୍ଚାଇବ। ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତା’ର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା । ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁରେ ସମସ୍ତଙ୍କୁ ମିଳିବ ବିକାଶର ଗ୍ୟାରେଣ୍ଟି । ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ। ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ । ବିଜ୍ଞାନ ପାର୍କ ହେବ । ଦକ୍ଷତା ବିକାଶ କେନ୍ଦ୍ର ହେବ । Works hub ହେବ । Banking ସୁବିଧା ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର primary school ଗୁଡିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା’ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର ପରିଚୟକୁ ଆହୁରି ଉଜ୍ଜଳ କରିବ।ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ।ଆଜିର କାର୍ଯ୍ୟକ୍ରମ ପାଇଁ ରାୟଗଡ ଜିଲ୍ଲାର ୩ଟି ଓ ଝାରସୁଗୁଡା ଜିଲ୍ଲାର ୨ଟି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା।5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟକ୍ରମ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଛି ବୋଲି କହିଥିଲେ।

5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ୍ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କହିଲେ ଯେ ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ଜରିଆରେ ସବୁ ଗାଁରେ ରୂପାନ୍ତର ଆଣିବା ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ। ଆମର ରୂପାନ୍ତର ଅନ୍ୟ ରାଜ୍ୟ ପାଇଁ ଆଦର୍ଶ ହେବ ବୋଲି ସେ କହିଥିଲେ। ଗାଁ ଗାଁରେ ସବୁ କାମକୁ ଆମେ ଠିକ୍‌ ସମୟରେ ସ୍ବଚ୍ଛତାର ସହ କରି ରୂପାନ୍ତର ଆଣିବା ବୋଲି ସେ କହିଥିଲେ ।ଶ୍ରୀ ପାଣ୍ଡିଆନ ସୂଚନା ଦେଇ କହିଥିଲେ ଯେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ସହିତ ଜନ ଅଭିଯୋଗ ଶୁଣାଣି ଭିତ୍ତିରେ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସବୁ ଜିଲ୍ଲା ପାଇଁ ଅର୍ଥ ମଞ୍ଜୁର କରିଛନ୍ତି।

ରାୟଗଡ ଜିଲ୍ଲାର ରାୟଗଡ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୫୦ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୦.୩୫ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୩୪.୫୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ମା’ ମଝିଘରିଆଣୀ ମନ୍ଦିରର ଉନ୍ନତି ଓ ସୌନ୍ଦର୍ଯ୍ୟକରଣ, ରାୟଗଡ ଜଗନ୍ନାଥ ମନ୍ଦିରର ଉନ୍ନତିକରଣ, କାଶିପୁର କୁମାଖାଲରେ ୧୨୦ ଆସନ ବିଶିଷ୍ଟ ଏକ ହଷ୍ଟେଲ, ରାୟଗଡ ମଡେଲ ଡିଗ୍ରୀ କଲେଜ, ରାୟଗଡ ଅଟୋନମସ୍ କଲେଜ ଆଦିର ଉନ୍ନତିକରଣ । ସେହିପରି ବିଷମକଟକ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୮୦ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୮.୫୧ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୮.୯୧ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ଚଟିକଣା ଶିବ ମନ୍ଦିରର ଉନ୍ନତିକରଣ, ନେଳିଆ ବନ୍ଧର ସୌନ୍ଦର୍ଯ୍ୟକରଣ ଓ ବିକାଶ, ଖଜୁରୀ ଗାଁ ଗଡଗଡା ଜଳପ୍ରପାତ ପର୍ଯ୍ୟଟନ କ୍ଷେତ୍ରର ବିକାଶ। ସେହିପରି ଗୁଣୁପୁର ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୫୯ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୦.୪୫ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୧୦ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୮୨.୮୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ରାମେଶ୍ୱର ମହାଶମ୍ଭୁ ଶିବ ମନ୍ଦିରର ଉନ୍ନତିକରଣ, ମାତରବନମ ସଉରା ମନ୍ଦିରର ସୌନ୍ଦର୍ଯ୍ୟକରଣ, ବଂଶଧାରା ନଦୀ ଉପରେ ସେତୁ । ଏହିପରି ଜିଲ୍ଲାରେ ୨୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୨୬.୨୮ କୋଟି ଟଙ୍କା ମଞ୍ଜୁର କରାଯାଇଛି ଏବଂ ସଉରା ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ଅନ୍ତର୍ଭୁକ୍ତ କରିବା ପାଇଁ ପଦକ୍ଷେପ ନିଆଯାଇଛି ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ।

ସେହିପରି ଝାରସୁଗୁଡା ଜିଲ୍ଲାର ଝାରସୁଗୁଡା ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୨୬ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୧.୪୨ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨.୭୪ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ଲାଇକେରାସ୍ଥିତ ଜଂଘାଲିଙ୍ଗ ମନ୍ଦିର ।ଏହା ସହିତ ଝାରସୁଗୁଡାର ଗଣ୍ଡ ସମାଜ ପାଇଁ ଭୁବନେଶ୍ୱର ଚନ୍ଦ୍ରଶେଖରପୁରଠାରେ ୫୦ ଡେସିମିଲ ଜମି ଦିଆଯାଇଛି। ଏହା ଦ୍ୱାରା ଗଣ୍ଡ ସମାଜର ରାଜଧାନୀରେ ରହିବା ସୁବିଧା ସହିତ ସେମାନଙ୍କ କଳା ଓ ସଂସ୍କୃତିର ପ୍ରଚାର ପ୍ରସାରରେ ସୁବିଧା ହେବ ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ। ବ୍ରଜରାଜ ନଗର ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୧୮ଟି ଶିକ୍ଷାନୁଷ୍ଠାନ ତଥା ଧାର୍ମିକ ଅନୁଷ୍ଠାନ ପାଇଁ ୮.୦୮ କୋଟି ଟଙ୍କା ମଞ୍ଜୁର କରାଯାଇଛି ।

ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୫.୪୧ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ମା’ ରାମଚଣ୍ଡୀ ମନ୍ଦିରର ଉନ୍ନତି ଓ ସୌନ୍ଦର୍ଯ୍ୟକରଣ। ଏହା ଦ୍ୱାରା ବର୍ଷକୁ ଏହି ମନ୍ଦିରକୁ ଅତି କମ୍‌ରେ ୫୦ ହଜାର ଭକ୍ତ ଆସି ସୁବିଧାରେ ଦର୍ଶନ କରିପାରିବେ ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ। ସେହିପରି ହୀରାକୁଦ ବିସ୍ଥାପିତମାନଙ୍କ ପାଇଁ ଦୀର୍ଘ ବର୍ଷର ସମସ୍ୟାକୁ ସମାଧାନ କରି ରାଜ୍ୟ ସରକାର ସେମାନଙ୍କୁ ଜମି ପଟ୍ଟା ଦେବାର ବ୍ୟବସ୍ଥା କରିଛନ୍ତି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ। ୧୮୦୦ରୁ ଅଧିକ ପରିବାରକୁ ୩୧୩୦ ଏକରରୁ ଅଧିକ ଜମି ପାଇଁ ପଟ୍ଟା ଯୋଗାଇଦିଆଯିବ। ଫେବୃଆରୀ ସୁଦ୍ଧା ସମସ୍ତଙ୍କୁ ପଟ୍ଟା ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ବୋଲି ସେ କହିଥିଲେ। ଜିଲ୍ଲାରେ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୮.୧୫ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ।

ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା, ବିଧାୟକ ଶ୍ରୀ ମକରନ୍ଦ ମୁଦୁଲି, ବିଧାୟକ ଶ୍ରୀ ରଘୁନାଥ ଗମାଙ୍ଗୋ, ବିଧାୟିକା ଦୀପାଳି ଦାସ, ବିଧାୟିକା ଶ୍ରୀମତୀ ଅଳକା ମହାନ୍ତିଙ୍କ ସମେତ ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ, ବ୍ଲକ ଚେୟାରମ୍ୟାନ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇ ଗାଁ ଗାଁ ରେ ବିକାଶର ନୂଆ ଯୁଗ ଆସିଛି ବୋଲି ମତପ୍ରକାଶ କରିଥିଲେ ।ସେମାନେ କହିଥିଲେ ଯେ ଗତ ୨୩ ବର୍ଷ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱ ଓ ଦିଗଦର୍ଶନରେ ଓଡିଶାରେ ଚାଲିଛି ନିରନ୍ତର ବିକାଶ। ଆଜି ଓଡିଶାରେ ବିକାଶର ମାନଚିତ୍ର ସମ୍ପୂର୍ଣ୍ଣ ରୂପେ ବଦଳି ଯାଇଛି ବୋଲି ସେମାନେ କହିଥିଲେ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଗସ୍ତ ଯୋଗୁ ଜିଲ୍ଲାସ୍ତରରେ ବିକାଶ ତ୍ବରାନ୍ବିତ ହେବା ସହିତ ଅନେକ ଦିନରୁ ପଡି ରହିଥିବା ସମସ୍ୟା ଗୁଡିକ ମଧ୍ୟ ଦୂର ହୋଇଛି । ବିକାଶର ଏହି କାର୍ଯ୍ୟକ୍ରମ ଆମ ଗାଁଗୁଡିକୁ ସହର ସହିତ ସମାନ କରିବ ଏବଂ ଆମ ଭଳି ଗ୍ରାମାଞ୍ଚଳ ଲୋକଙ୍କୁ ସମ୍ମାନର ସହ ବଞ୍ଚିବା ପାଇଁ ପ୍ରେରଣା ଦେବ ବୋଲି ସେମାନେ କହିଥିଲେ। କାର୍ଯ୍ୟକ୍ରମରେ ଉଭୟ ଜିଲ୍ଲାର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।

ସୋଆରେ ଏମ୍‌.ଏସ୍‌.ସ୍ୱାମୀନାଥନ ସ୍ମାରକୀ ଆଲୋଚନାଚକ୍ର ଆୟୋଜିତ….

() ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଫ୍ୟାକଲ୍ଟି ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ (ଆଇଏଏସ୍‌)ରେ ପ୍ରଖ୍ୟାତ କୃଷି ବୈଜ୍ଞାନିକ ସ୍ୱର୍ଗତଃ ଏମ୍‌.ଏସ୍‌.ସ୍ୱାମୀନାଥନ୍‌ଙ୍କ ସ୍ମୃତି ଉଦ୍ଦେଶ୍ୟରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି ଆଲୋଚନାଚକ୍ରରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଅଧିନସ୍ଥ ଉଦ୍ଭିଦ ପ୍ରଜନନ ଓ ଆନୁବଂଶିକ ବିଭାଗର ପ୍ରତିଷ୍ଠିତ ପ୍ରଫେସର ତଥା ଧାନ ଗବେଷଣାର ଜଣେ ଆନ୍ତର୍ଜାତିକ ଖ୍ୟାତି ସମ୍ପନ୍ନ ବୈଜ୍ଞାନିକ ପ୍ରଫେସର ସତ୍ୟ ରଞ୍ଜନ ଦାସ ମୁଖ୍ୟ ଅତିଥି ତଥା ଆଲୋଚନା ବକ୍ତା ଭାବେ ଯୋଗ ଦେଇଥିଲେ । ଏହି ଅବସରରେ ପ୍ରଫେସର ଦାସ ଓଡ଼ିଶାର ଜଳବାୟୁରେ ଧାନ କିସମର ପ୍ରକାରଭେଦ, ଜଳବାୟୁ ପରିବର୍ତନରେ ଧାନ ଗବେଷଣାର ଦିଗ, ଉଦ୍ଭିଦ ପ୍ରଜନନ ବିଜ୍ଞାନର ପାରମ୍ପରିକ ଓ ଅତ୍ୟାଧୁନିକ ଦିଗ ଉପରେ ବିଷଦ ଆଲୋକପାତ କରିଥିଲେ । କୃଷି ମହାବିଦ୍ୟାଳୟ ପକ୍ଷରୁ ପ୍ରଫେସର ଦାସଙ୍କୁ ଏହି ଅବସରରେ ସମ୍ବର୍ଦ୍ଧିତ କରାଯାଇଥିଲା ।କାର୍ଯ୍ୟକ୍ରମରେ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଯୋଗ ଦେଇ ସ୍ୱାମୀନାଥନ୍‌ଙ୍କ ସ୍ମୃତିରେ ଅନୁଷ୍ଠିତ ଏହି ଆଲୋଚନାକୁ ଏକ ପ୍ରଶଂସନୀୟ ପଦକ୍ଷେପ ବୋଲି କହିଥିଲେ ।

ଆଇଏଏସ୍‌ର ଡିନ୍ ପ୍ରଫେସର ସନ୍ତୋଷ କୁମାର ରାଉତ ଅତିଥି ପରିଚୟ ପ୍ରଦାନ କରିବା ସହ ସ୍ୱାଗତ ଭାଷଣ ଦେଇଥିଲେ । ଏହି ଆଲୋଚନାରେ ଅନ୍ୟତମ ଅତିଥି ପ୍ରଫେସର ସତ୍ୟ ରଞ୍ଜନ ଦାସ ଓଡ଼ିଶାର ଜଳବାୟୁରେ ଧାନ କିସମର ପ୍ରକାରଭେଦ, ଜଳବାୟୁ ପରିବର୍ତନରେ ଧାନ ଗବେଷଣାର ଦିଗ, ଉଦ୍ଭିଦ ପ୍ରଜନନ ବିଜ୍ଞାନର ପାରମ୍ପରିକ ଓ ଅତ୍ୟାଧୁନିକ ଦିଗ ଉପରେ ବିଷଦ ଆଲୋକପାତ କରିଥିଲେ । ଏହି ଆଲୋଚନାରେ କୃଷି ମହାବିଦ୍ୟାଳୟ ପକ୍ଷରୁ ପ୍ରଫେସର ଦାସଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।

ପ୍ରଫେସର ପ୍ରଭାତ କୁମାର ଷଢ଼ଙ୍ଗୀଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ଆଲୋଚନାଚକ୍ରରେ ପ୍ରଫେସର ସରୋଜ କୁମାର ମହାନ୍ତି ଆଲୋଚନାର ଆଭିମୁଖ୍ୟ ବିଷୟରେ ସୂଚନା ଦେଇଥିବା ବେଳେ ପ୍ରଫେସର ଭବେନ୍ଦ୍ର ବୈଶାଖ ଧନ୍ୟବାଦ ଦେଇଥିଲେ । ଏହି ଆଲୋଚନାରେ କୃଷି ମହାବିଦ୍ୟାଳୟର ଉପଦେଷ୍ଟା ପ୍ରଫେସର ବିଜୟ କୁମାର ସାହୁ, ସୋଆର ଆଡିସ୍‌ନାଲ ଡିନ୍ (ରିସର୍ଚ୍ଚ) ତଥା ଆଇଏଏସ୍‌ର ଓଏସ୍‌ଡି ପ୍ରଫେସର ପ୍ର୍ରିୟବ୍ରତ ପଟ୍ଟନାୟକ, ସମସ୍ତ ବିଭାଗର ବିଭାଗୀୟ ମୁଖ୍ୟ, ଅଧ୍ୟାପକଙ୍କ ସମେତ ଛାତ୍ରଛାତ୍ରୀମାନେ ଯୋଗ ଦେଇଥିଲେ । ଡକ୍ଟର ଅଂଶୁମାନ ଜେନା, ଡକ୍ଟର ଭୁବନାନନ୍ଦ ଅଧିକାରୀ, ରାଜୀବ କୁମାର ବେହେରା, ବିଦ୍ୱାନ ରଞ୍ଜନ ସାହୁ, ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

ଲକ୍ଷ୍ମୀପୂଜା ପାଇଁ ଚଳଚଞ୍ଚଳ ଢ଼େଙ୍କାନାଳ ସହର : ମନ ମହୁଛି ୪୦ଟି ପୂଜା ମଣ୍ଡପର ଆକର୍ଷଣୀୟ ତୋରଣ….

() ଓଡ଼ିଶା ପ୍ରସିଦ୍ଧ ଢେଙ୍କାନାଳର ଗଜଲକ୍ଷ୍ମୀ ପୂଜା। ସେଥିପାଇଁ ଚଳଚଞ୍ଚଳ ହୋଇ ଉଠିଛି ସାରା ସହର। ଏଠାରେ ମା ଲକ୍ଷ୍ମୀଙ୍କ ପୂଜାକୁ ନେଇ ଏକ ପ୍ରକାରର ପ୍ରତିଯୋଗୀତା ଆରମ୍ଭ ହୋଇଛି। ଆକର୍ଷଣୀୟ ତୋରଣ ଓ ଆଲୋକ ମାଳରେ ଝଲସୁଛି ବିଭିନ୍ନ ପୂଜାମଣ୍ଡପ। କେଉଁଠି ଦେଖିବାକୁ ମିଳୁଛି ତ୍ରୟମ୍ବକମ୍ ମନ୍ଦିରର ତୋରଣ ତ ଆଉ କେଉଁଠି ଦେଖିବାକୁ ମିଳୁଛି ଇଜିପ୍ଟ ର ମମି ତୋରଣ l ଆଉ କେଉଁଠି ଆଖି ଝଲସିବା ଭଳି ତୋରଣ ପୂଜାର ମୁଖ୍ୟ ଆକର୍ଷଣ ସାଜିଛି । ଚଳିତ ବର୍ଷ ସମଗ୍ର ଅଞ୍ଚଳରେ ମୋଟ ୪୦ ଟି ମଣ୍ଡପରେ ପୂଜା ପାଉଛନ୍ତି ଧନର ଦେବୀ ମା’ଲକ୍ଷ୍ମୀ। ସେହିଭଳି ସାଜସଜ୍ଜା ଓ ମୂର୍ତ୍ତୀକୁ ନେଇ ଭିନ୍ନ ଏକ ପରିଚୟ ସୃଷ୍ଟି କରିବାକୁ ଚେଷ୍ଟା କରିଛି ବସଷ୍ଟାଣ୍ଡ୍ ସ୍ଥିତ ଅମ୍ଳପଡା ପୂଜା ମଣ୍ଡପ । ୫୫ ବର୍ଷ ଧରି ପୂଜା କରି ଆସୁଥିବା ଏହି ମଣ୍ଡପ ଏଥର କିଛି ନିଆରା କରିବାକୁ ଚେଷ୍ଟା କରିଛି । ୩୦ଫୁଟ ଉଚ୍ଚ ଓ ୪୦ ଫୁଟ ଓସାର ବିଶିଷ୍ଟ ତିରୁପତିର ବାଲାଜୀ ମନ୍ଦିର ଆକୃତିର ତୋରଣ ଦେଖଣାହାରିଙ୍କ ମନ ମୋହୁଛି। ଏଥିସହ ୮ ଫୁଟ ଉଚ୍ଚ ର ମା’ଙ୍କ ମୃଣମୟୀ ମୂର୍ତ୍ତୀ ବେଶ୍ ମନୋରମ ବୋଲି ପୂଜା କମିଟି ସଭାପତି ଶ୍ରୀ ଦେବୀ ପ୍ରସାଦ ମିଶ୍ର ସୂଚନା ଦେଇ କହିଛନ୍ତି। ଏଥିସହ ପୂଜାରେ ଦର୍ଶକଙ୍କ ସୁରକ୍ଷା ତଥା ଭିଡ଼ ନିୟନ୍ତ୍ରଣ ପାଇଁ ପୋଲିସ୍ କର୍ମଚାରୀ ଓ କମିଟି ସଦସ୍ୟ ସଜାଗ ରହିବେ ବୋଲି କହିଛନ୍ତି ଶ୍ରୀ ମିଶ୍ର । କିଛି ଦିନ ପୂର୍ବରୁ ଲକ୍ଷ୍ମୀ ପୂଜାକୁ ନେଇ ଜିଲ୍ଲାପାଳ ମନୋରଞ୍ଜନ ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଏକ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଥିଲା। ଯେଉଁଥିରେ ଜିଲ୍ଲା ପ୍ରଶାସନ, ପୋଲିସ୍ ପ୍ରଶାସନ,ବିଦ୍ଯୁତ ବିଭାଗ ଅଧିକାରୀ ଓ ସମସ୍ତ ପୂଜା କମିଟିର କର୍ମକର୍ତ୍ତା ଯୋଗ ଦେଇ ଶାନ୍ତିଶୃଙ୍ଖଳାର ସହ ପୂଜା ଅନୁଷ୍ଠିତ ହେବ ସେ ଦିଗ ଉପରେ ଆଲୋଚନା କରିଥିଲେ। ପ୍ରଶାସନ ନିଷ୍ପତ୍ତିକୁ ସମସ୍ତ ପୂଜା କମିଟି ପାଳନ କରିବା ପାଇଁ ପ୍ରତିଶ୍ରୁତି ମଧ୍ୟ ଦେଇଛନ୍ତି । ଅପରପକ୍ଷରେ କମିଟି ସମ୍ପାଦକ ଶିବାଶିସ ମାନସିଂହ କହିଛନ୍ତି ୧୧ଦିନ ଧରି ହେବାକୁ ଥିବା ପୂଜା ଅବସରରେ ଦର୍ଶକ ମାନଙ୍କ ମନୋରଞ୍ଜନ ଲାଗି ପ୍ରତ୍ୟେକ ଦିନ ଓଡିଶା ତଥା ବାହାର ରାଜ୍ୟର କଳାକାରଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ମାନ ପରିବେଷଣ ହେବ । ସମସ୍ତ ସାଜସଜ୍ଜା,ପୂଜା ଓ ସଂlସ୍କୃତିକ କାର୍ଯ୍ୟକ୍ରମ ବାବଦକୁ ପ୍ରାୟ ୧୫ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି ବୋଲି କହିଛନ୍ତି ଶ୍ରୀ ମାନସିଂହ।

Follow us

20,832FansLike
0FollowersFollow
14,700SubscribersSubscribe

Latest news