ସ୍କୁଟର ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ…

() ସ୍କୁଟର ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

୨ ଲକ୍ଷ ମିଶନ ଶକ୍ତି ମା’ ଓ ତୃଣମୂଳ ଷ୍ଟାଫ୍ ପାଇବେ ସ୍କୁଟର ଋଣ ସୁଧ ଖର୍ଚ୍ଚ ସରକାର ବହନ କରିବେ।

ଆଜି ସ୍କୁଟର ପାଇଲେ ୧୫ ହଜାର ମା ଗତି ହିଁ ଶକ୍ତି, 

ମା’ମାନେ ଆଣିଛନ୍ତି ଓଡିଶା ପାଇଁ ନୂଆ ଗତି, ଶକ୍ତି ଓ ପ୍ରଗତି- ମୁଖ୍ୟମନ୍ତ୍ରୀ।

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ମିଶନ ଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ କରିଛନ୍ତି।

() ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନ୍‌ଭେନ୍‌ସନ୍ ସେଣ୍ଟରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଉପସ୍ଥିତ ସ୍ୱୟଂସହାୟକ ଗୋଷ୍ଠୀର ମା’ ମାନଙ୍କୁ କହିଲେ ଯେ ମହିଳା ସଶକ୍ତିକରଣ କ୍ଷେତ୍ରରେ ଆଜି ଦିନଟି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହୋଇ ରହିବ। ମା’ମାନଙ୍କ ସଶକ୍ତିକରଣ କ୍ଷେତ୍ରରେ ଆଜି ଆମେ ଆଉ ଏକ ପାଦ ଆଗକୁ ଆସିଲୁ। ମିଶନ ଶକ୍ତି ମା’ ମାନଙ୍କୁ ସ୍କୁଟର କିଣିବା ପାଇଁ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଯୋଗାଇ ଦେଉଛୁ। ସେମାନଙ୍କର ଏହି ଋଣ ବାବଦକୁ ୫୨୮ କୋଟି ଟଙ୍କାର ସୁଧ ରାଜ୍ୟ ସରକାର ଦେବେ। ଏହି ଯୋଜନାରେ ୨ ଲକ୍ଷରୁ ଅଧିକ ସ୍ୱୟଂସହାୟକ ଗୋଷ୍ଠୀର ମା’ ମାନେ ସ୍କୁଟର ପାଇବେ। ଆଜି ଏହି ଯୋଜନାର ଶୁଭାରମ୍ଭରେ ୧୫ ହଜାର ମା’ଙ୍କୁ ସ୍କୁଟର ଦିଆଯାଇଛି।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଲେ ଯେ, ଗତି ହିଁ ଶକ୍ତି। ଗତି ହିଁ ସଶକ୍ତିକରଣ। ଆମର ସ୍କୁଟର ଯୋଜନା ମା’ମାନଙ୍କ ଯାତାୟତକୁ ସୁବିଧା କରିବ। ବୃତ୍ତିଗତ କ୍ଷେତ୍ରରେ ମଧ୍ୟ ନୂଆ ସୁଯୋଗ ଆଣିବ। ମା’ମାନେ ବହୁତ ଭଲ କାମ କରୁଛନ୍ତି। ମୋର ପୁରା ବିଶ୍ୱାସ ମା’ମାନେ ଏବେ ଆହୁରି ଭଲ କାମ କରିବେ। ୭୦ ଲକ୍ଷ ମା’ମାନଙ୍କ ନିଜର ଅନୁଷ୍ଠାନ ମିଶନ ଶକ୍ତି ଆହୁରି ମଜୁବୁତ ହେବ। ମା’ମାନଙ୍କ ଗତିଶୀଳତା ଓଡିଶାର ପ୍ରଗତିକୁ ନୂଆ ବେଗ ଦେବ। ମିଶନ ଶକ୍ତି ମା’ମାନଙ୍କୁ ସରକାରୀ କାମ ଦେବାରେ ଦେଶରେ ଓଡିଶା ଏକମାତ୍ର ରାଜ୍ୟ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବ୍ଲକ ଓ ଜିଲ୍ଲା ସ୍ତରୀୟ ମିଶନ ଶକ୍ତି ଫେଡେରେସନ୍‌କୁ ସରକାରୀ କାର୍ଯ୍ୟ ପାଇଁ ଯାନସୁବିଧା ଯୋଗାଇଦେବା ବାବଦରେ ଘୋଷଣା କରିଥିଲେ। ଯାନସୁବିଧା ବଳରେ ସେମାନଙ୍କର ଦକ୍ଷତା ବୃଦ୍ଧି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଲେ ଯେ ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟମାନଙ୍କୁ ଉଦ୍ୟୋଗୀଭାବେ ପରିଣତ କରିବା ଆମର ଲକ୍ଷ୍ୟ। ଏଥିପାଇଁ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୧୫୦ କୋଟି ଟଙ୍କାର ସୁଧ ସହାୟତା ସିଧା ସଳଖ ଦିଆ ଯାଉଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଖୋର୍ଦ୍ଧା ଜିଲ୍ଲାର ମା’ ମଙ୍ଗଳା ଏସ୍.ଏଚ୍.ଜି ଓ କଟକ ଜିଲ୍ଲାର ଜୟ ଶ୍ରୀରାମ ଏସ୍. ଏଚ୍.ଜିକୁ ସୁଧ ବାବଦ ଚେକ୍‌ ହସ୍ତାନ୍ତର କରିଥିଲେ। ମୁଖ୍ୟମନ୍ତ୍ରୀ ଉପସ୍ଥିତ ମା’ମାନଙ୍କୁ ସମ୍ବୋଧନ କରି କହିଥିଲେ ଯେ ମା’ମାନଙ୍କ ଉପରେ ମୋର ପୂରା ବିଶ୍ୱାସ ଅଛି। ମା’ମାନେ ହିଁ ଆଣିଛନ୍ତି ଓଡିଶା ପାଇଁ ନୂଆ ଗତି, ଶକ୍ତି ଓ ପ୍ରଗତି। କାର୍ଯ୍ୟକ୍ରମରେ ଅନ୍ୟତମ ଅତଥି ଭାବେ ମିଶନ ଶକ୍ତି ବିଭାଗର ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ କହିଥିଲେ ଯେ ଗତିଶୀଳତା ହିଁ ସଶକ୍ତିକରଣ। ଏହାକୁ ପାଥେୟ କରି ମାନ୍ୟବର ମୁଖ୍ୟମନ୍ତ୍ରୀ ଏହି ଐତିହାସିକ ମିଶନ ଶକ୍ତି ସ୍କୁଟର ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନା ମାଧ୍ୟମରେ ୨ ଲକ୍ଷ Community Support Staff, Business Correspondent Agent ଏବଂ Executive Committee Member ସେମାନଙ୍କ ପସନ୍ଦ ମୁତାବକ ସ୍କୁଟର କିଣିବା ପାଇଁ ବିନା ସୁଧରେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବ୍ୟାଙ୍କ ଋଣ ପାଇବେ। ଏହି ପଦକ୍ଷେପ ମିଶନ ଶକ୍ତି ଫେଡେରେସନ୍ ସହିତ କାର୍ଯ୍ୟରତ ‌ଓ ଏହା ଅଧିନରେ କାର୍ଯ୍ୟରତ ସଦସ୍ୟାମାନଙ୍କ ଯାତାୟତକୁ ସୁଗମ କରିବା ସହିତ ସେମାନଙ୍କ କାର୍ଯ୍ୟଦକ୍ଷତା ବୃଦ୍ଧି ଦିଗରେ ସହାୟକ ହେବ।

ବିଭାଗୀୟ କମିଶନର ତଥା ଶାସନ ସଚିବ ଶ୍ରୀମତୀ ସୁଜତା ଆର୍ କାର୍ତ୍ତିକେୟନ୍ କାର୍ଯ୍ୟକ୍ରମରେ ସ୍ୱାଗତ ଭାଷଣ ଅବସରରେ କହିଥିଲେ ଯେ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଗୋଟିଏ ଯୁଗାନ୍ତକାରୀ ପଦକ୍ଷେପର ଉଦ୍‌ଘାଟନ ହେଲା । ୧୫ ହଜାର ଏସ୍.ଏଚ୍.ଜି ମା’ ସ୍କୁଟର ନେଇଛନ୍ତି। ୨ ଲକ୍ଷ Community Support ମା’ ପର୍ଯ୍ୟାୟକ୍ରମେ ସ୍କୁଟର ନେବେ । ଏହି ଯୋଜନାରେ ଉପକୃତ ହେବେ। ସେ ଆହୁରି ମଧ୍ୟ କହିଥିଲେ ଯେ ଆମର Executive Committee Member ମାନେ ହେଲେ ମିଶନ ଶକ୍ତିର ସେନାପତି। ସେମାନେ ମିଶନ ଶକ୍ତିକୁ ନୂଆ ଦିଗ ଦେଉଛନ୍ତି। ଏହି ସ୍କୁଟର ହେଉଛି ମିଶନ ଶକ୍ତି ମା’ ମାନଙ୍କ ପରିଚୟର ପ୍ରତୀକ। ଦକ୍ଷତାର ପ୍ରତୀକ।

କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟଶାସନ ସଚିବ ଶ୍ରା ପି.କେ. ଜେନା , ମୁଖ୍ୟମନ୍ତ୍ରୀଙ୍କ 5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନ, ମିଶନ ଶକ୍ତିର ଉପଦେଷ୍ଟା ଲୋପାମୁଦ୍ରା ବକ୍ସିପାତ୍ର ଏବଂ ଗିତାଞ୍ଜଳୀ ବସ୍ତିଆ ଉପସ୍ଥିତ ଥିଲେ। ରାଜ୍ୟର ପ୍ରତ୍ୟେକ ଜିଲ୍ଲା ଓ ବ୍ଲକ ସଂଘର ସଦସ୍ୟାମାନେ ଆଭାସୀ ମାଧ୍ୟମରେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଏନ୍. ତିରୁମାଲା ନାୟକ ଧନ୍ୟବାଦ ଦେଇଥିଲେ।

ପ୍ରଥମ କଥା….

() ଏମିତି ତ କହିବାକୁ କିଛି ନାହିଁ l ଦେଖା ହେଲେ କଣ କଥା ହେବି l ଖାଲି ଭଲ ଅଛ କି ନାହିଁ ପଚାରିଦେବି l ଆଉ ତା ପରେ ଯାହା ମନକୁ ଆସିବ l ଆରେ ପଚାରିଲେ କଣ ସେ ମତେ ଖରାପ ଭାବିବ ? କଣ ଭଲ ଅଛ ପଚାରିବି ଏଥିରେ ଖରାପ କଣ ଅଛି ଯେ , ଭାବୁଛି ପ୍ରଥମେ ପଚାରିବି ତମ ନା କ’ଣ l ତା ପରେ ଘର କଥା, ଆଉ ଏବେ କଣ କରୁଛ l ହେ ଏସବୁ କଥା ପଚାରିବା ଅପେକ୍ଷା ସିଧା ସିଧା କହିବି ଯାହା ମନକୁ ଆସିବ l ଏପରି ଅନେକ ପ୍ରଶ୍ନ ସେଦିନ ନବ ମନକୁ ଆସିଥିଲା l ପ୍ରଥମେ କଣ କହିବ କିନ୍ତୁ ସ୍ଥିର କରିପାରିନଥିଲା ନବ l କେବଳ ଭାବିଭାବି ଚିନ୍ତା ରାଇଜରେ ହଜିଗଲା l

ତାପର ଦିନ ହଠାତ୍ ସାହସ ଜୁଟାଇ ରୋଜି ପାଖକୁ ଯିବାକୁ ବାହାରିଲା l ସିଧା ହଷ୍ଟେଲ ପାଖରେ ପହଞ୍ଚିଗଲା l କେଜାଣେ କାହିଁକି ରୋଜି ହଷ୍ଟେଲ ଗେଟ୍ ପାଖରେ ଏମିତି ବୁଲୁଥିଲା l ନବକୁ ଦେଖି ପଚାରିଲା, ତମେ କଣ ଏଠି ? କାହାକୁ ଦେଖା କରିବାକୁ ଆସିଛନ୍ତି ନା ଆଉ କଣ? ରୋଜି ଠାରୁ ଏକଥା ଶୁଣି ନବ ପ୍ରଥମେ କଣ ଉତ୍ତର ଦେବ ପୁରା ଚିନ୍ତାରେ ପଡ଼ିଗଲା l ମନ ଭିତରେ ଭୟ ରଖି ପଚାରିଲା ରୋଜି କେମିତି ଅଛୁ , ନାଇ ମୁଁ ଏମିତି ଆସିଥିଲି l ପୁଣି ରୋଜି ପଚାରିଲା କାହା ପାଖକୁ ଯେ ? ନବ ସେଠୁ କଣ କହିବ କିଛି ଚିନ୍ତା କରିପାରିଲା ନାହିଁ l ଡରି ଡରି ନବ କହିଲା….

ପ୍ରତି ଗାଁ ହେବ ସଶକ୍ତ ଓଡିଶାର ପ୍ରତିଛବି – ମୁଖ୍ୟମନ୍ତ୍ରୀ

() ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ଶୁଭାରମ୍ଭ

ସାରା ରାଜ୍ୟରେ ଖର୍ଚ୍ଚ ହେବ ୩୩୯୭ କୋଟି ଟଙ୍କା,

ପ୍ରଥମ ଦିନରେ କେନ୍ଦୁଝର ଓ ଭଦ୍ରକ ଜିଲ୍ଲାରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ।

ସମସ୍ତଙ୍କ ମୁହଁରେ ଗୋଟିଏ ସ୍ବର – ଆମ ଓଡିଶା, ନବୀନ ଓଡିଶା।

ଗାଁ ହେବ ସଶକ୍ତ ଓଡିଶାର ପ୍ରତିଛବି – ମୁଖ୍ୟମନ୍ତ୍ରୀ,

ପ୍ରତି ପଞ୍ଚାୟତ ପାଇବେ ୧୦ ଲକ୍ଷ ଟଙ୍କା ସଂସ୍କୃତିର ସୁରକ୍ଷା ସହ ଅତ୍ୟାଧୁନିକ ଭିତ୍ତିଭୂମିର ହେବ ବିକାଶ,

ଲୋକଙ୍କ ଆବଶ୍ୟକତାକୁ ନେଇ ମୁଖ୍ୟମନ୍ତ୍ରୀ ପ୍ରକଳ୍ପ ଅନୁମୋଦନ କରିଛନ୍ତି, ଆପଣମାନେ ସ୍ବଚ୍ଛତାର ସହ ଠିକ୍‌ ସମୟରେ କାମ ସାରନ୍ତୁ – 5T ସଚିବ।

5T ସଚିବଙ୍କ ଗସ୍ତ ପରେ ଜିଲ୍ଲାସ୍ତରରେ ବିକାଶ ତ୍ବରାନ୍ବିତ ହୋଇଛି, ଅନେକ ଦିନର ସମସ୍ୟା ଦୂର ହୋଇଛି – ସ୍ଥାନୀୟ ନେତୃବୃନ୍ଦ।

()  ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆଜିଠାରୁ ଆରମ୍ଭ ହେଲା ରାଜ୍ୟ ସରକାରଙ୍କର ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ । ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପ୍ରଥମ ଦିନରେ କେନ୍ଦୁଝର ଓ ଭଦ୍ରକ ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ସାରା ରାଜ୍ୟରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ପାଇଁ ୩୩୯୭ କୋଟି ଟଙ୍କା ଖର୍ଚ୍ଚ ହେବ । ସାମିଲ ହେବେ ରାଜ୍ୟର ୬୭୯୪ଟି ପଞ୍ଚାୟତ । ସାରା ରାଜ୍ୟରେ କାର୍ଯ୍ୟକାରୀ ହେବ ୯୦୭୨୩ଟି ପ୍ରକଳ୍ପ। ପ୍ରତି ଗାଁ ପାଇବେ ୧୦ ଲକ୍ଷ ଟଙ୍କା । ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତି, ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି । ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତାର ଡେଣାକୁ ପ୍ରସାରିତ କରିବ ଏବଂ ଗଢିବ ଆମ ଓଡିଶା ନବୀନ ଓଡିଶା ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗାଁ ରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁ ରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ । ବିଜ୍ଞାନ ପାର୍କ ହେବ । ଦକ୍ଷତା ବିକାଶ କେନ୍ଦ୍ର ହେବ । Works hub ହେବ । Banking ସୁବିଧା ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର primary school ଗୁଡିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର ପରିଚୟକୁ ଆହୁରି ଉଜ୍ଜଳ କରିବ। ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ।ଆଜିର କାର୍ଯ୍ୟକ୍ରମ ପାଇଁ କେନ୍ଦୁଝରର ୬ଟି ନିର୍ବାଚନମଣ୍ଡଳୀ ଓ ଭଦ୍ରକର ୫ଟି ନିର୍ବାଚନ ମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ କେନ୍ଦୁଝରର ୬ଟି ନିର୍ବାଚନ ମଣ୍ଡଳୀର ୨୯୭ଟି ଗ୍ରାମ ପଞ୍ଚାୟତର ୩୫୬୮ଟି ପ୍ରକଳ୍ପ ପାଇଁ ୧୪୮ କୋଟି ୫୦ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଥିବା ବେଳେ, ଭଦ୍ରକ ଜିଲ୍ଲାର ୫ଟି ନିର୍ବାଚନ ମଣ୍ଡଳୀର ୨୧୮ଟି ଗ୍ରାମ ପଞ୍ଚାୟତର ୩୩୩୭ଟି ପ୍ରକଳ୍ପ ପାଇଁ ୧୦୯ କୋଟି ଟଙ୍କା ମଞ୍ଜୁର କରାଯାଇଛି ।

5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ପ୍ରତ୍ୟେକ ଜିଲ୍ଲାର ନିର୍ବାଚନ ମଣ୍ଡଳୀର ବିଭିନ୍ନ ଜନପ୍ରତିନିଧି ମାନେ ଯଥା ବିଧାୟକଗଣ, ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇ ଗାଁ ଗାଁ ରେ ବିକାଶର ନୂଆ ପର୍ବର ଶୁଭାରମ୍ଭ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚପ୍ରଶଂସା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ କଲ୍ୟାଣମୂଳକ କାର୍ଯ୍ୟକ୍ରମ ଯୋଗୁ ଗରିବ ଓ ଅବହେଳିତ ଲୋକମାନଙ୍କ ମୁହଁରେ ଆଜି ହସ ଫୁଟିଛି ବୋଲି ସେମାନେ କହିଥିଲେ । 5T ସଚିବଙ୍କ ଗସ୍ତ ଯୋଗୁ ଜିଲ୍ଲାସ୍ତରରେ ବିକାଶ ତ୍ବରାନ୍ବିତ ହେବା ସହିତ ଅନେକ ଦିନରୁ ପଡି ରହିଥିବା ସମସ୍ୟା ଗୁଡିକ ମଧ୍ୟ ଦୂର ହୋଇଛି ବୋଲି ସେମାନେ କହିଥିଲେ ।

ଆଲୋଚନାରେ ଭାଗ ନେଇ 5T ସଚିବ ଶ୍ରୀ ପାଣ୍ଡିଆନ କହିଥିଲେ ଯେ ସ୍ଥାନୀୟ ଅଞ୍ଚଳର ସମସ୍ୟା ଦୂର କରିବା ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ତତ୍ପର । ଓଡିଶାର ପ୍ରତି ଗାଁର ବିକାଶ ପାଇଁ କାମ କରିବାକୁ ସେ ଦୃଢ ନିର୍ଦ୍ଦେଶ ଦେଇଛନ୍ତି । ତାଙ୍କ ଗସ୍ତ ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଅଞ୍ଚଳ ପାଇଁ ଯେଉଁ ଯେଉଁ ପ୍ରକଳ୍ପ ସବୁ ମଞ୍ଜୁର କରିଛନ୍ତି, ସେ ସଂପର୍କରେ ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ। ଆମ ଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମରେ ଲୋକଙ୍କ ପ୍ରସ୍ତାବିତ ପ୍ରକଳ୍ପ ଓ ଆବଶ୍ୟକତାକୁ ଦେଖି ମୁଖ୍ୟମନ୍ତ୍ରୀ ଅର୍ଥ ମଞ୍ଜୁର କରିଛନ୍ତି । ଏହାକୁ ସମସ୍ତେ ସ୍ବଚ୍ଛତାର ସହ ଓ ଠିକ୍‌ ସମୟରେ ଶେଷ କରିବାକୁ ସେ ପରାମର୍ଶ ଦେଇଥିଲେ ।କାର୍ଯ୍ୟକ୍ରମରେ ଉଭୟ ଜିଲ୍ଲାର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।

ଅକ୍ଟୋବର ୧୨ ରୁ ଦକ୍ଷିଣାଞ୍ଚଳର ୬ଟି ଜିଲ୍ଲାରେ ଗଡିବ ଲକ୍ଷ୍ମୀ ବସ୍‌…

{} ଲକ୍ଷ୍ମୀ ଯୋଜନାର ବସ୍‌ କର୍ମଚାରୀ ମାନଙ୍କ ସହ 5T ସଚିବଙ୍କ ଆଲୋଚନା।

ଅକ୍ଟୋବର ୧୨ ରୁ ଦକ୍ଷିଣାଞ୍ଚଳର ୬ଟି ଜିଲ୍ଲାରେ ଗଡିବ ଲକ୍ଷ୍ମୀ ବସ୍‌।

୩-ଏସ୍‌ ଉପରେ 5T ସଚିବଙ୍କ ଗୁରୁତ୍ବ – ସୁରକ୍ଷା, ସୁବିଧା, ସମ୍ମାନ ।

ଯାତ୍ରୀ ମାନଙ୍କୁ ପରିବାରର ଲୋକ ଭଳି ବ୍ୟବହାର କରିବାକୁ କର୍ମଚାରୀ ମାନଙ୍କୁ ପରାମର୍ଶ। 

()  ମୁଖ୍ୟମନ୍ତ୍ରୀଙ୍କ ସଚିବ (5T) ଶ୍ରୀ ଭି.କେ. ପାଣ୍ଡିଆନ ଆଜି ଲକ୍ଷ୍ମୀ ଯୋଜନାର ବସ୍‌ କର୍ମଚାରୀ ମାନଙ୍କ ସହିତ ଆଲୋଚନା କରି ସେମାନଙ୍କୁ ନିଃସ୍ବାର୍ଥପର ସେବା ଯୋଗାଇ ଦେବାକୁ ପରାମର୍ଶ ଦେଇଛନ୍ତି । ଏହି ଆଲୋଚନାରେ ବସ୍‌ ଡ୍ରାଇଭର, କଣ୍ଡକ୍ଟର ଓ ମ୍ୟାନେଜର ମାନଙ୍କୁ ମିଶାଇ ୬୫୦ ଜଣ କର୍ମଚାରୀ ଯୋଗ ଦେଇଥିଲେ । ସୂଚନାଯୋଗ୍ୟ ଯେ ପ୍ରଥମ ପର୍ଯ୍ୟାୟରେ ଦକ୍ଷିଣାଞ୍ଚଳର ୬ଟି ଜିଲ୍ଲାରେ ଲକ୍ଷ୍ମୀ ବସ୍‌ ଯୋଜନାରେ ବସ୍‌ ଚଳାଚଳ ଆରମ୍ଭ କରିବ । ଏହି ଜିଲ୍ଲା ଗୁଡିକ ହେଲା – ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ରାୟଗଡା, ଗଜପତି ଓ କନ୍ଧମାଳ। ଚଳିତ ମାସ ୧୨ ତାରିଖ ଦିନ ମୁଖ୍ୟମନ୍ତ୍ରୀ ମାଲକାନଗିରି ଜିଲ୍ଲା ପାଇଁ ଏହି ଯୋଜନାର ଶୁଭାରମ୍ଭ କରିବେ। ଲକ୍ଷ୍ମୀ ଯୋଜନାରେ ବସ୍‌ ଗୁଡିକ ପଞ୍ଚାୟତରୁ ବ୍ଲକ୍‌ ଓ ବ୍ଲକ୍‌ରୁ ଜିଲ୍ଲା ମୁଖ୍ୟାଳୟ ପର୍ଯ୍ୟନ୍ତ ଚାଲିବା ପାଇଁ ଯୋଜନା ରହିଛି ।

କର୍ମଚାରୀ ମାନଙ୍କୁ ସମ୍ବୋଧନ କରି 5T ସଚିବ ଶ୍ରୀ ପାଣ୍ଡିଆନ କହିଲେ ଯେ ଯୋଗାଯୋଗ ହେଉଛି ଅର୍ଥନୈତିକ ଓ ସାମାଜିକ ଉନ୍ନତିର ମୌଳିକ ଆଧାର। ତେଣୁ ଲୋକମାନଙ୍କୁ ଉଚ୍ଚମାନର ସେବା ଯୋଗାଇ ଦେବା ଆମର ପ୍ରଥମ ଦାୟିତ୍ବ ହେବା ଉଚିତ। ଏହି ବସ୍‌ ଯୋଜନାରେ ଛୋଟ ପିଲା ଠାରୁ ଆରମ୍ଭ କରି ଚାଷୀ, ବ୍ୟବସାୟୀ, ମିଶନ ଶକ୍ତି ମା ମାନେ, ସମସ୍ତେ ଉପକୃତ ହେବେ । ସ୍କୁଲ କଲେଜର ପିଲାମାନେ ସେମାନଙ୍କ ଶିକ୍ଷାନୁଷ୍ଠାନକୁ ଯାଇପାରିବେ । ଚାଷୀ ତାର ଉତ୍ପାଦିତ ଦ୍ରଦ୍ୟକୁ ନେଇ ବଜାରରେ ବିକ୍ରିବଟା କରିପାରିବ। ବ୍ୟବସାୟୀମାନେ ସୁରୁଖୁରୁରେ ବ୍ୟବସାୟ କରିପାରିବେ। ରୋଗୀମାନେ ଡାକ୍ତରଖାନାରେ ସୁବିଧାରେ ପହଞ୍ଚିପାରିବେ। ମିଶନ ଶକ୍ତି ମା ମାନେ ମଧ୍ୟ ସେମାନଙ୍କ କାର୍ଯ୍ୟ ପାଇଁ ଯାତାୟତ କରିବା ସହଜ ହେବ।

ଶ୍ରୀ ପାଣ୍ଡିଆନ ପୁଣି କହିଥିଲେ ଯେ, ଲକ୍ଷ୍ମୀ ସମୃଦ୍ଧିର ପ୍ରତୀକ । ତେଣୁ ଏହି ପରିବହନ ସେବା ଗାଁ ଗାଁରେ ସମୃଦ୍ଧି ଆଣିବ। ଅର୍ଥନୈତିକ ବିକାଶକୁ ସୁନିଶ୍ଚିତ କରିବ। ଗ୍ରାମାଞ୍ଚଳ କ୍ଷେତ୍ରକୁ ରୂପାନ୍ତରିତ କରିବ । ତେଣୁ ବସ୍‌ର କର୍ମଚାରୀ ମାନେ ଯାତ୍ରୀମାନଙ୍କୁ ସେମାନଙ୍କ ନିଜ ପରିବାରର ସଦସ୍ୟ ଭାବେ ବ୍ୟବହାର କରିବାକୁ ସେ ପରାମର୍ଶ ଦେଇଥିଲେ। ଏଥିରେ ସେ ୩-ଏସ୍‌ ଉପରେ ଗୁରୁତ୍ବ ଦେଇଥିଲେ । ଏହି ତିନୋଟି ଏସ୍‌ ହେଲା – ସୁରକ୍ଷା, ସୁବିଧା ଓ ସମ୍ମାନ। ସମସ୍ତଙ୍କ ସୁରକ୍ଷା, ଯାତ୍ରୀଙ୍କ ସୁବିଧା ଓ ପ୍ରତ୍ୟେକ ଯେପରି ସମ୍ମାନର ସହିତ ଯାତାୟତ କରିବେ, ସେଥିପ୍ରତି ଧ୍ୟାନ ଦେବା ହେଉଛି କର୍ମଚାରୀ ମାନଙ୍କ କର୍ତ୍ତବ୍ୟ ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ ।ଆଲୋଚନା ପରେ ସମସ୍ତ କର୍ମଚାରୀମାନେ 5T ସଚିବଙ୍କୁ ଧନ୍ୟବାଦ ଦେଇଥିଲେ।

୧୩ଟି ସହରର ୧୪୯ଟି ୱାର୍ଡରେ ଆରମ୍ଭ ହେଲା ଡ୍ରିଙ୍କ ଫ୍ରମ୍ ଟ୍ୟାପ୍…

() ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ମିଶନର ୩ବର୍ଷ ପୂର୍ତ୍ତି ୫ଟି ସହରରେ ସମ୍ପୂର୍ଣ୍ଣ ଭାବେ,

ଅନ୍ୟ ୧୩ଟି ସହରର ୧୪୯ଟି ୱାର୍ଡରେ ଆରମ୍ଭ ହେଲା ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ।

ଉପକୃତ ହେଲେ ୧୨ ଲକ୍ଷ ୩୦ ହଜାର ଲୋକ ପ୍ରତିଟି ଜଳବିନ୍ଦୁରେ ରହିଛି ଜୀବନ, ସମସ୍ତଙ୍କୁ ଭଲ ପିଇବା ପାଣି ଯୋଗାଇବା।

 ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ଯୋଜନାର ଲକ୍ଷ୍ୟ, ଜଳସାଥୀ ମା’ ମାନଙ୍କ ସଫଳତା ଅନ୍ୟମାନଙ୍କ ପାଇଁ ମଡେଲ,

 ପ୍ରେରଣାଦାୟୀ ସଫଳ କାହାଣୀ ହୋଇଛି- ମୁଖ୍ୟମନ୍ତ୍ରୀ।

() ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ମିଶନର ୩ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଓଡିଶାର ୫ଟି ସହର ସମେତ ଅନ୍ୟ ୧୩ଟି ସହରର ୧୪୯ଟି ୱାର୍ଡରେ ୨୪ ଘଣ୍ଟିଆ ଜଳ ଯୋଗାଣ ସୁବିଧାର ଶୁଭାରମ୍ଭ କରିଛନ୍ତି। ସୂଚନାଯୋଗ୍ୟ ଯେ ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ କାର୍ଯ୍ୟକ୍ରମରେ ଜନସାଧାରଣ ଟ୍ୟାପରୁ ସିଧାସଳଖ ବିଶୁଦ୍ଧ ପିଇବା ପାଣି ପାଇପାରୁଛନ୍ତି। ଏଥିରେ ଟ୍ୟାପ ପାଣିକୁ ଫିଲ୍‌ଟର କରିବାର ଆବଶ୍ୟକ ନାହିଁ।

ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନ୍‌ଭେନ୍‌ସନ୍ ସେଣ୍ଟରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଜଳ ଅମୂଲ୍ୟ। ପ୍ରତିଟି ଜଳବିନ୍ଦୁରେ ରହିଛି ଜୀବନ। ତେଣୁ ସମସ୍ତଙ୍କୁ ଭଲ ପିଇବା ପାଣି ଯୋଗାଇବା ଆମ ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ଯୋଜନାର ଲକ୍ଷ୍ୟ। ଓଡିଶା ଆଜି ରୂପାନ୍ତର ପଥରେ ସଫଳତା ସହ ଆଗେଇ ଚାଲିଛି। 5T ଉପକ୍ରମ ପ୍ରୟୋଗରେ ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ଯୋଜନା ଆଜି ସାରା ଦେଶ ପାଇଁ ଓଡିଶା ଏକ ମଡେଲ ହୋଇଛି। ଆମ ଜଳସାଥୀ ମା’ ମାନଙ୍କ ସଫଳତା ମଧ୍ୟ ଆଜି ଅନ୍ୟମାନଙ୍କ ପାଇଁ ମଡେଲ ହୋଇଛି। ପ୍ରେରଣାଦାୟୀ ସଫଳ କାହାଣୀ ହୋଇଛି। ସହରାଞ୍ଚଳ ଜଳଯୋଗାଣ କ୍ଷେତ୍ରରେ ଆମ ମିଶନ ଶକ୍ତି ମା’ ମାନେ, ଜଳସାଥୀମାନେ ବହୁତ ଭଲ କାମ କରୁଛନ୍ତି। ଆହୁରି ମଧ୍ୟ ୱାଟକୋ ତା’ର ଉତ୍ସର୍ଗିକୃତ ଉଦ୍ୟମ ବଳରେ ଓଡିଶାର ଜଳଯୋଗାଣ କ୍ଷେତ୍ରରେ ବ୍ୟାପକ ରୂପାନ୍ତର ଆଣି ଆମ ଦେଶ ତଥା ଅନ୍ୟାନ୍ୟ ପ୍ରଗତିଶୀଳ ଦେଶମାନଙ୍କ ମଧ୍ୟରେ ପାନୀୟ ଜଳଯୋଗାଣ କ୍ଷେତ୍ରରେ ଏକ ନୂତନ ବେଞ୍ଚମାର୍କ ସ୍ଥାପନ ପାଇଁ କାର୍ଯ୍ୟ ଜାରି ରଖି ରାଜ୍ୟକୁ ଗୌରାବନ୍ୱିତ କରୁଥିବାରୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଥିଲେ।

ସୂଚନାଯୋଗ୍ୟ ଯେ ଆଜି ମୁଖ୍ୟମନ୍ତ୍ରୀ ୫ଟି ସହର ଯଥା- ରାଇରଙ୍ଗପୁର, ଚମ୍ପୁଆ, ବୀରମିତ୍ରପୁର, ରାଜଗାଙ୍ଗପୁର ଓ ନିମାପଡାକୁ ୨୪ ଘଣ୍ଟିଆ ପାନୀୟ ଜଳଯୋଗାଣ ସୁବିଧାର ଶୁଭାରମ୍ଭ କରିଛନ୍ତି। ଏସବୁ ସହରଗୁଡିକର ପ୍ରାୟ ୩୦ ହଜାର ପରିବାରର ୧.୮୦ ଲକ୍ଷ ଲୋକ ଏହା ଦ୍ୱାରା ଉପକୃତ ହେବେ । ସେହିପରି ୧୩ଟି ପୌରାଞ୍ଚଳ ଯଥା- ଭୁବନେଶ୍ୱର, କଟକ, ବ୍ରହ୍ମପୁର, ରାଉରକେଲା, ସୁନ୍ଦରଗଡ, କେନ୍ଦୁଝର, ବ୍ୟାସନଗର, ଖୋର୍ଦ୍ଧା, ଜଟଣୀ, ଆନନ୍ଦପୁର, ଯୋଡା, ବଡବିଲ ଏବଂ ହିଞ୍ଜଳିକାଟୁର ୧୪୯ଟି ୱାର୍ଡ ପାଇଁ ଏହି ସୁବିଧା ଆରମ୍ଭ କରାଯାଇଛି। ଏସବୁ ୱାର୍ଡର ପ୍ରାୟ ୧୦.୫୦ ଲକ୍ଷ ଜନସାଧାରଣ ଏହା ଦ୍ୱାରା ଉପକୃତ ହେବେ। ୨ ଲକ୍ଷରୁ ଉର୍ଦ୍ଧ୍ୱ ପରିବାରଙ୍କୁ ବିଶୁଦ୍ଧ ପାନୀୟ ଜଳଯୋଗାଣ ସୁବିଧା ମିଳିବ। ଏହି ୧୩ଟି ପୌରାଞ୍ଚଳର ଅବଶିଷ୍ଟ ୱାର୍ଡମାନଙ୍କୁ ଜଳଯୋଗାଣ ପାଇଁ କାର୍ଯ୍ୟ ଜାରି ରହିଛି ଏବଂ ଖୁବ୍ ଶୀଘ୍ର ଏସବୁ ୱାର୍ଡବାସୀଙ୍କୁ ବିଶୁଦ୍ଧ ପାନୀୟ ଜଳଯୋଗାଣ ସୁବିଧା ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

କାର୍ଯ୍ୟକ୍ରମରେ ଯୋଗଦେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ କହିଲେ ଯେ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳଯୋଗାଣ ଦ୍ୱାରା ଗରିବ ଓ ଦୁର୍ବଳ ଅର୍ଥନୈତିକ ବର୍ଗର ଲୋକମାନେ ବିଶେଷ ଉପକୃତ ହେବେ। ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ ଓଡିଶା ଆଜି ଅନ୍ୟ ରାଜ୍ୟ ଓ ଦେଶମାନଙ୍କ ପାଇଁ ଆଦର୍ଶ ହୋଇ ପାରିଛି। ଯୁକ୍ତରାଜ୍ୟ ଇଂଲଣ୍ଡର ଆନ୍ତର୍ଜାତିକ ଜଳସଂଘ (International Water Association)ର Executive Director Dr. Kalanithy Vairavmoorthy ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ କହିଲେ ଯେ ଓଡିଶାରେ ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ କାର୍ଯ୍ୟକ୍ରମ ଏକ ଅନନ୍ୟ ଉଦାହରଣ। ତାଙ୍କ ଜୀବନକାଳ ମଧ୍ୟରେ ଭାରତରେ ଏଭଳି ବ୍ୟବସ୍ଥା ହୋଇପାରିବ ବୋଲି ସେ ସ୍ୱପ୍ନରେ ସୁଦ୍ଧା ଭାବି ନଥିଲେ। ଏହା କେବଳ ମୁଖ୍ୟମନ୍ତ୍ରୀଙ୍କ ଦୃଢ ରାଜନୈତିକ ଓ ଦୂରଦୃଷ୍ଟି ସମ୍ପନ୍ନ ନେତୃତ୍ୱ ଯୋଗୁ ସମ୍ଭବ ହୋଇପାରିଛି ବୋଲି ସେ କହିଥିଲେ। ଏହି କାର୍ଯ୍ୟକ୍ରମରେ ଟେକ୍‌ନଲୋଜିର ପ୍ରୟୋଗଯୋଗୁ ଏହା ଅଧିକ ସଫଳ ହୋଇପାରିଛି ବୋଲି ମତଦେଇ ସେ କହିଲେ ଯେ ଓଡିଶାର ସଫଳତା କାହାଣୀ ବିଷୟରେ ଅନ୍ୟ ରାଜ୍ୟର, ଅନ୍ୟ ଦେଶର ଲୋକ ଜାଣିବାର ବହୁତ ଆବଶ୍ୟକତା ରହିଛି।

ମୟୂରଭଞ୍ଜର ରାଇରଙ୍ଗପୁର ଓ ସୁନ୍ଦରଗଡର ବୀରମିତ୍ରପୁର ସହରର ଜଳସାଥୀ ଇନ୍ଦୁମତୀ ମହାନ୍ତ ଓ ରଶ୍ମୀତା ସାହୁ ପ୍ରମୁଖ ଭିଡିଓ କନ୍‌ଫରେନ୍ସ ଜରିଆରେ କାର୍ଯ୍ୟକ୍ରମରେ ଯୋଗଦେଇ ସେମାନଙ୍କର ଅନୁଭୂତି ବର୍ଣ୍ଣନା କରିଥିଲେ। ସେମାନେ କହିଥିଲେ ଯେ ପୂର୍ବରୁ ଦିନକୁ ମାତ୍ର ୨ଥର ପାଣି ଆସୁଥିବା ବେଳେ ବର୍ତ୍ତମାନ ୨୪ ଘଣ୍ଟିଆ ବିଶୁଦ୍ଧ ପାଣି ସମସ୍ତଙ୍କ ମୁହଁରେ ହସ ଆଣି ଦେଇଛି। କାର୍ଯ୍ୟକ୍ରମରେ ବିଭାଗୀୟ ପ୍ରମୁଖ ସଚିବ ଶ୍ରୀ ଜି. ମାଥି ଭାଥାନନ୍ ସ୍ୱାଗତ ଭାଷଣ ଦେଇଥିଲେ। ୱାଟକୋର Chief Executive Officer ଧନ୍ୟବାଦ ଅର୍ପଣ କରିଥିଲେ। ବିଭିନ୍ନ ଜିଲ୍ଲାରେ ମନ୍ତ୍ରୀ, ସାଂସଦ, ବିଧାୟକ ତଥା ଜିଲ୍ଲାପାଳମାନେ କାର୍ଯକ୍ରମରେ ଆଭାସୀ ମାଧ୍ୟମରେ ଉପସ୍ଥିତ ଥିଲେ।

ମନେ ପଡ଼ନ୍ତି ଉତ୍କଳମଣି..

() ଆଜି ହେଉଛି ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ। ୧୮୭୭ ମସିହା ଅକ୍ଟୋବର ୯ ତାରିଖରେ ପୁରୀ ଜିଲ୍ଲାର ସାକ୍ଷୀଗୋପାଳ ଅନ୍ତର୍ଗତ ସୁଆଣ୍ଡୋ ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ ପଣ୍ଡିତ ଗୋପବନ୍ଧୁ ଦାସ। ଦିନ ଦରିଦ୍ର ଙ୍କ ସେବାରେ ନିଜ ଜୀବନକୁ ଉତ୍ସର୍ଗ କରିଥିବା ଗୋପବନ୍ଧୁ ଦାସ ଥିଲେ ଏକାଧାରରେ ଜଣେ ଦେଶପ୍ରେମୀ, ସମାଜସେବୀ, ସଂସ୍କାରକ ତଥା ସାହିତ୍ୟିକ। ଗାନ୍ଧିଜୀଙ୍କ ନେତୃତ୍ଵ ଚାଲିଥିବା ସ୍ଵାଧୀନତା ସଂଗ୍ରାମରେ ଆଗଧାଡିର ସଂଗ୍ରାମୀ ଥିଲେ ଗୋପବନ୍ଧୁ। ଗୋପବନ୍ଧୁ ଦାସ ଆଧୁନିକ ଯୁଗର ପଞ୍ଚସଖା ମାନଙ୍କଠାରୁ ଅନ୍ୟତମ। ମଧୁସୂଦନ ରାଓଙ୍କ ନିଷ୍ପତ୍ତି କ୍ରମେ ଗୋପବନ୍ଧୁ, ପଞ୍ଚସଖାଙ୍କ ସହ ମିଶି ସାକ୍ଷୀଗୋପାଳ ର ବକୁଳ ଓ ଛୁରିଆନରେ ସତ୍ୟବାଦୀ ବନ ବିଦ୍ୟାଳୟ ପ୍ରତିଷ୍ଠା କରିଥିଲେ। ସମାଜ ଓ ସତ୍ୟବାଦୀ ପ୍ରେସର ପ୍ରତିଷ୍ଠା କରିଥିଲେ ଗୋପବନ୍ଧୁ। ୧୯୨୮ ମସିହା ଜୁନ ୧୭ରେ ଉତ୍କଳମଣି ଗୋପବନ୍ଧୁ ଦାସ ଇହଧାମ ତ୍ୟାଗ କରିଥିଲେ।

ଆଦିବାସୀଙ୍କ ଭାଷା,କଳା ସ୍ବତନ୍ତ୍ର: ମୁଖ୍ୟମନ୍ତ୍ରୀ..

() ୯ଟି ଜିଲ୍ଲାର ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଓ କର୍ମକର୍ତ୍ତାଙ୍କ ସହିତ 5T ସଚିବଙ୍କ ଆଲୋଚନା।

ସ୍ବତନ୍ତ୍ର ଉନ୍ନୟନ ପରିଷଦ ଗଠନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟିକୋଣ ସମ୍ପର୍କରେ ପ୍ରାଞ୍ଜଳ ଭାବେ ବୁଝାଇଲେ 5T ସଚିବ,

ଅଦିବାସୀଙ୍କ ଭାଷା, ସଂସ୍କୃତି ଓ ଐତିହ୍ୟର ସଂରକ୍ଷଣ ତଥା ପ୍ରସାର ପାଇଁ ଉନ୍ନୟନ ପରିଷଦର ପ୍ରତ୍ୟେକଟି ଟଙ୍କା ଖର୍ଚ୍ଚ ହେବା ଆବଶ୍ୟକ।

ପରିଷଦ ପକ୍ଷରୁ ଜନଜାତି ସାଂସ୍କୃତିକ କ୍ୟାଲେଣ୍ଡର ପ୍ରସ୍ତୁତ କରିବାକୁ 5T ସଚିବଙ୍କ ପରାମର୍ଶ,

ଭବିଷ୍ୟତ ପୀଢି ପାଇଁ ପ୍ରେରଣା ହେବ।

{} ଆଜି 9 ଟି ଆଦିବାସୀ ଜିଲ୍ଲାର ସ୍ବତନ୍ତ୍ର ଉନ୍ନୟନ ପରିଷଦର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ 5ଟି ସଚିବ ଶ୍ରୀ ଭି.କେ ପାଣ୍ଡିଆନ ଆଭାଷୀ ମାଧ୍ୟମରେ ଆଲୋଚନା କରିଛନ୍ତି। ଏହି ବୈଠକରେ 9ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସମେତ ପରିଷଦର ଜିଲ୍ଲା ଅଧ୍ୟକ୍ଷଙ୍କ ସହ 5ଟି ସଚିବ ଆଲୋଚନା କରିଛନ୍ତି । ଆଲୋଚନା ସମୟରେ ଶ୍ରୀ ପାଣ୍ଡିଆନ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଗଠନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟ ତଥା ଦୃଷ୍ଟିକୋଣ ସମ୍ପର୍କରେ ସଦସ୍ୟମାନଙ୍କୁ ପ୍ରାଞ୍ଜଳ ଭାବେ ବୁଝାଇଥିଲେ। ସେ କହିଥିଲେ ଯେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ଗଠନ ହେଉଛି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଏକ ଐତିହାସିକ ପଦକ୍ଷେପ ।

ଆଦିବାସୀଙ୍କ ଭାଷା ସ୍ବତନ୍ତ୍ର, ସେମାନଙ୍କ କଳା ସ୍ବତନ୍ତ୍ର । ତେଣୁ ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଜରିଆରେ ସେମାନଙ୍କ ସଂସ୍କୃତିର ସଂରକ୍ଷଣ ମୁଖ୍ୟମନ୍ତ୍ରୀ ଙ୍କ ଲକ୍ଷ୍ୟ ବୋଲି 5ଟି ସଚିବ କହିଥିଲେ । ଏହାର ରକ୍ଷଣାବେକ୍ଷଣ ସହ ଏହାର ସ୍ୱତନ୍ତ୍ରତା ବଜାୟ ରଖି ପାରିଲେ ଏହା ଆଗାମୀ ପିଢି ପାଇଁ ପ୍ରେରଣା ସୃଷ୍ଟି କରିବ ବୋଲି 5ଟି ସଚିବ କହିଥିଲେ। ତେଣୁ ଆଦିବାସୀ ସଂସ୍କୃତିର ସ୍ୱତନ୍ତ୍ରତା ବଜାୟ ରଖିବା ପାଇଁ ପରିଷଦର ପ୍ରତ୍ୟେକଟି ଅର୍ଥ ବିନିଯୋଗ ଉପରେ ଶ୍ରୀ ପାଣ୍ଡିଆନ ଗୁରୁତ୍ଵ ଦେଇଥିଲେ।ଜନଜାତି ସାଂସ୍କୃତିର ପ୍ରଚାର ପ୍ରସାର ପାଇଁ ସ୍ବତନ୍ତ୍ର ଭାବେ ଏକ ‘ଜନଜାତି ସାଂସ୍କୃତିକ କ୍ୟାଲେଣ୍ଡର’ ପ୍ରସ୍ତୁତ କରିବା ପାଇଁ ପରିଷଦକୁ ପରାମର୍ଶ ଦେଇଥିଲେ । କ୍ୟାଲେଣ୍ଡରରେ ଜନଜାତି ସମୁଦାୟଙ୍କ ପର୍ବପର୍ବାଣୀ, ଜନଜାତି କ୍ରୀଡା କାର୍ଯ୍ୟକ୍ରମ, ଆଦିବାସୀ ମହୋତ୍ସବ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ବିଷୟରେ ସବିଶେଷ ତଥ୍ୟ ଉଲ୍ଲେଖ କରାଯିବ ।

ଏହି ଆଲୋଚନା ସମୟରେ ସ୍ବତନ୍ତ୍ର ଉନ୍ନୟନ ପରିଷଦ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ 175.5 କୋଟି ଟଙ୍କାର ଅତିରିକ୍ତ ଅନୁଦାନ ମଞ୍ଜୁର କରିଛନ୍ତି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ। ଆଭାଷୀ ଆଲୋଚନାରେ ଯୋଗ ଦେଇ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗୀୟ କମିଶନର୍ ଶ୍ରୀମତି ରୂପା ରୋଶନ ସାହୁ କହିଥିଲେ ଯେ ଜନଜାତି ସଂସ୍କୃତି ଓ ପରମ୍ପରାର ସୁରକ୍ଷା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଦ୍ବାରା ବିବିଧ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ପବିତ୍ର ପୂଜା ସ୍ଥଳୀର ନିର୍ମାଣ, ସାଂସ୍କୃତିକ କାର୍ଯ୍ୟକ୍ରମରେ ଜଡିତ ବିଭିନ୍ନ ସାଂସ୍କୃତିକ ସଂଗଠନ ଗୁଡିକୁ ଆର୍ଥିକ ପ୍ରୋତ୍ସାହନ ଯୋଗାଇଦେବା, ସେମାନଙ୍କୁ ନୃତ୍ୟ ପୋଷାକ ସହ ବିଭିନ୍ନ ପ୍ରକାର ବାଦ୍ୟ ଯନ୍ତ୍ର ଯୋଗାଇଦେବା ଆଦି କାର୍ଯ୍ୟକୁ ପରିଷଦ ସୂଚାରୁରୁପେ ତୁଲାଉଥିବା ବିଷୟରେ ସେ ସୂଚନା ଦେଇଛନ୍ତି ।

ଅନୁସୂଚିତ ଜନଜାତି ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣୀ ତ୍ରିପାଠୀ ଉପସ୍ଥିତ ଥିବା ସହ 9 ଟି ଆଦିବାସୀ ବହୁଳ ଜିଲ୍ଲାର ଜିଲ୍ଲାପାଳ ଉପସ୍ଥିତ ଥିଲେ। ଏହି ସବୁ ଜିଲ୍ଲାର ଜନଜାତି ଗୋଷ୍ଠୀ ଏହି ଆଲୋଚନାରେ ଭାଗ ନେଇଥିଲେ । ସ୍ବତନ୍ତ୍ର ଉନ୍ନୟନ ପରିଷଦର ସହାୟତାରେ ସେମାନଙ୍କୁ ଯୋଗାଇ ଦିଆଯାଉଥିବା ସମସ୍ତ ସୁବିଧା ଓ ଆର୍ଥିକ ପ୍ରୋତ୍ସୋହନର ସଫଳ କାହାଣୀ ବିଷୟରେ 5ଟି ସଚିବଙ୍କୁ ଅବଗତ କରାଇଥିଲେ ।

ଯାଜପୁର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ଆଜିଠାରୁ ଷୋଡ଼ଶ ଉପଚାର ପୂଜା ଆରମ୍ଭ…

() ଆଜିଠୁ ମାଆଙ୍କ ଷୋଳପୂଜା ଆରମ୍ଭ। ପୀଠରେ ଦେବୀ ଆରାଧନା ଓ ଉପାସନା ଆରମ୍ଭ ହୋଇଛି l ସମସ୍ତ ଶକ୍ତି ପୀଠ ଚଳଚଞଚଳ ହୋଇଛି l ରୀତିନୀତି ଅନୁସାରେ ବିଭିନ୍ନ ଶକ୍ତି ପୀଠରେ ପୂଜା ଆରମ୍ଭ ହୋଇଛି l ପାର୍ବଣର ମହକ ଏବେ ଚାରିଆଡେ଼ ଖେଳି ଯାଇଛି l ମାଆ କଲ୍ୟାଣିମୟୀ , ଜଗତଜନନୀ ସଭିଙ୍କ ଦୁଃଖ ଦୂରକରେ l ଯାଜପୁର ଅଧିଷ୍ଠାତ୍ରୀ ଦେବୀ ମା ବିରଜା ପୀଠରେ ଆଜିଠାରୁ ଷୋଡ଼ଶ ଉପଚାର ପୂଜା ଆରମ୍ଭ ହେବ l ଆଜି ରାତିରୁ ସମସ୍ତ ରୀତିନୀତି ଅନୁସାରେ ୧୬ଟି କଳସ ବସାଯାଇ ପୂଜା ଆରମ୍ଭ କରାଯିବ l ଭାରତ ବର୍ଷର ଗୋଟାଏ ଦେବୀ ପୀଠ ହେଉଛି ମା ବିରଜାଙ୍କ ପୀଠ, ଯେଉଁଠାରେ ୯ଦିନ ଧରି ମାଙ୍କ ବିଜୟା ରଥ ମନ୍ଦିର ପରିକ୍ରମଣ କରେ ବିଶ୍ଵର ମଙ୍ଗଳ ପାଇଁ l ଅଧିଷ୍ଠାତ୍ରୀ ଦେବୀ ମା ବିରଜା ଙ୍କ ଶାରଦୀୟ ପୂଜା ଉତ୍ସବ ପାଇଁ ଚଳଚଞ୍ଚଳ ହୋଇଛି ବିରଜା କ୍ଷେତ୍ର । ଦୂତିଆ ଠାରୁ ମା’ଙ୍କ ଷୋଡଶ ଉପଚାର ପୂଜା ଆରମ୍ଭ ହୋଇଥାଏ।ମା’ଙ୍କର ଏହି ପୂଜା ୧୬ଦିନ ଧରି ହୋଇଥାଏ । ଆଜି ସନ୍ଧ୍ୟାରେ ମା’ଙ୍କ ମନ୍ଦିର ରେ ରୀତି ନୀତି ଅନୁସାରେ ପୂଜା ଅର୍ଚ୍ଚନା କରି ବିରାଟ ପଟୁଆରରେ ମନ୍ଦିର ରୁ ଛତା ତରାସ ସହ ଘଣ୍ଟ ଘଣ୍ଟା ବଜାଇ ବ୍ରହ୍ମାକୁଣ୍ଡ କୁ ଯାଇ କଳସ ପୂଜା ଅର୍ଚ୍ଚନା କରାଯାଇ ୧୬ କଳସ ମଧ୍ୟରୁ ୧୦ କଳସ ସ୍ଥାପନ କରାଯାଇ ଥାଏ ।ଆଜି ରାତ୍ର ଠାରୁ ମା’ଙ୍କର ଷୋଡ଼ଶ ଉପଚାର ପୂଜା ଆରମ୍ଭ ହୋଇଥାଏ ।ଏହା ସହ ଯଜ୍ଞ ମଣ୍ଡପରେ ଘଟ ସ୍ଥାପନ କରାଯାଇଥାଏ ।

ଭକ୍ତିର କିଣାବିକା… 

() ମଣିଷ ଜୀବନରେ ସବୁ ସମ୍ଭନ୍ଧକୁ ବ୍ୟବସାୟୀକରଣ କରିସାରିଛି l ଏଥିରୁ ବାଦ୍ ପଡ଼ିଲେନି ଭକ୍ତ ଓ ଭଗବାନ l ସାଂସାରିକ ସମ୍ଭନ୍ଧରେ ଦିଆନିଆ ଏକ ନୀତିଦିନିଆ କାର୍ଯ୍ୟ l ଯାହାକି ଭାବହୀନ ଓ ଆଡମ୍ବର ଯୁକ୍ତ l ମଣିଷ ନିଜର ଗରିମା ଓ ପ୍ରତିଷ୍ଠା ବୃଦ୍ଧି ପାଇଁ ଦିଆନିଆ କରନ୍ତି l ଯାହା ଦ୍ଵାରା ପ୍ରାୟତ ସମସ୍ତ ସମ୍ପର୍କରେ ମଧୁରତା ଓ ବିଶ୍ୱସନୀୟତା ହ୍ରାସ ପାଇଛି , କିନ୍ତୁ ସ୍ବାର୍ଥ ପର ମଣିଷ ଏତିକିରେ ସୀମିତ ରହିଲା ନାହିଁ l ଦୁଇପାଦ ଆଗକୁ ଯାଇ ଭକ୍ତ ଓ ଭଗବାନ ମଧ୍ଯରେ କିଣାବିକା ଆରମ୍ଭ କରିଦେଇଛି l

ଈଶ୍ୱର ହେଉଛନ୍ତି ସବୁଠାରୁ ଦୟାଳୁ l ନା ସେ ଚାହାଁନ୍ତି ଅର୍ଥ ନା ମହାଭୋଗ l ସେ କେବଳ ଚାହାଁନ୍ତି ଭକ୍ତି ଓ ଭାବନା l ହେଲେ ଆଜିର ମଣିଷ ଭକ୍ତି ଭାଵନା ଅପେକ୍ଷା ଦିଆନିଆରେ ବେଶୀ ବିଶ୍ୱାସ କରୁଛି l ୨ ଟଙ୍କାର ଦୀପ ଦେଇ ୨କୋଟିର ସମ୍ପତ୍ତି ମାଗୁଛି ଓ ତାହା ସହିତ ପିଲା ଛୁଆଙ୍କ ଚାକିରୀ ଓ ଗାଡି ଫ୍ରି ! ଯେପରି ଭଗବାନଙ୍କ ପାଖରେ ତାର ପୂର୍ବ ଜନ୍ମର ବକେୟା ଥିଲା l ଆଉ କିଏ ତ ବର୍ଷକୁ ଥରେ ମୁଣ୍ଡିଆ ମାରି ସୁନ୍ଦର କନିଆଁ ଓ ବର ମାଗୁଛନ୍ତି l ମଣିଷର ଏ ଅବାସ୍ତବ ଭକ୍ତି ଉଭୟ ଭକ୍ତ ଓ ଭଗବାନଙ୍କୁ ଦ୍ଵନ୍ଦରେ ପକାଇଛି l ଏ ଅଦିନିଆ ଭକ୍ତ ସଂଖ୍ୟା ଏବେ ସମାଜରେ ସର୍ବାଧିକ l ଆଜିର ସମାଜରେ ଭାଗବାନ ଏବେ ଇନସୁୁରାନ୍ସ ସାଜିଛନ୍ତି l ବିପଦରେ ପଡ଼ିଲେ ଯେପରି ମଣିଷ ଇନସୁୁରାନ୍ସ କ୍ଲେମ କରେ ସେହିପରି କେବଳ ଦୁଃଖରେ ଭଗବାନ ଲୋଡା ପଡ଼ୁଛନ୍ତି ସର୍ବାଧିକ ଲୋକଙ୍କର l ଘଣ୍ଟା ଘଣ୍ଟା କେ ଭଗବାନଙ୍କୁ ଦିଆ ଯାଉଛି ଧମକ l ଯଦି ଦାବି ପୂରଣ ନହୁଏ ତେବେ ମନ୍ଦିର ଦୁଆରକୁ ଆସିବୁ ନାହିଁ ବୋଲି କହୁଛନ୍ତି ବର୍ଷକୁ ଥରେ ଆସୁଥିବା ଭକ୍ତ l ତେଣୁ ଏ ବିଡମ୍ବନା ଭକ୍ତି ମାର୍ଗରେ କିଭଳି ବାଧା ସୃଷ୍ଟି କରୁଛି ତାହା ବିଚାର ଯୋଗ୍ୟ l ଏବେ ଭଗବାନଙ୍କୁ ପାଇବାର ଆଶା ନାହିଁ , ଭଗବାନଙ୍କ ଠୁ ପାଇବା ସାର ହୋଇଛି l

ଅଧିକ ସୁଦୃଢ ହେବ ରାଜ୍ୟର ସ୍ୱାସ୍ଥ୍ୟସେବା…

() ୨୬ଟି ନୂତନ ଅତ୍ୟାଧୁନିକ ୧୦୮ ଆମ୍ବୁଲାନ୍ସ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ।

ନିଜସ୍ୱ ପାଣ୍ଠିରୁ ୧୦.୯୨ କୋଟି ଟଙ୍କା ଖର୍ଚ୍ଚ,

ଅଧିକ ସୁଦୃଢ ହେବ ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ର ।

{} ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟବାସୀଙ୍କୁ ଜରୁରୀକାଳୀନ ସ୍ୱାସ୍ଥ୍ୟସେବା ଯୋଗାଇଦେବା ଉଦ୍ଦେଶ୍ୟରେ ୨୬ଟି ନୂତନ ଅତ୍ୟାଧୁନିକ ୧୦୮ ଆମ୍ବୁଲାନ୍ସ ଲୋକାର୍ପଣ କରିଛନ୍ତି। ଆଜି ସନ୍ଧ୍ୟାରେ ନବୀନ ନିବାସଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସରକାରଙ୍କ ନିଜସ୍ୱ ପାଣ୍ଠି ବିନିଯୋଗରେ କ୍ରୟ ହୋଇଥିବା ଏହି ୨୬ଟି ନୂତନ ଆମ୍ବୁଲାନ୍ସକୁ ପତକା ଦେଖାଇ ରାଜ୍ୟବାସୀଙ୍କୁ ଜରୁରୀକାଳୀନ ସେବା ପ୍ରଦାନ ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି। ରାଜ୍ୟର ବିଭିନ୍ନ ଜିଲ୍ଲାରେ ରୋଗୀସେବା ଯୋଗାଇଦେବା ଉଦ୍ଦେଶ୍ୟରେ କ୍ରୟ ହୋଇଥିବା ଏହି ୨୬ଟି ଆମ୍ବୁଲାନ୍ସ ପାଇଁ ୧୦.୯୨ କୋଟି ଟଙ୍କା ବିନିଯୋଗ ହୋଇଛି।

ସୂଚନାଯୋଗ୍ୟ ଯେ, ଦୁର୍ଘଟଣା, ପ୍ରାକୃତିକ ବିପର୍ଯ୍ୟୟ, ଗର୍ଭବତୀ ଓ ଗୁରୁତର ରୋଗରେ ପୀଡିତ ବ୍ୟକ୍ତିଙ୍କୁ ବିନା ଖର୍ଚ୍ଚରେ ଡାକ୍ତରଖାନାକୁ ନେବା ପାଇଁ ରାଜ୍ୟରେ ଏହି ଜରୁରୀକାଳୀନ ଆମ୍ବୁଲାନ୍ସ ସେବା ସଫଳତାର ସହ କାର୍ଯ୍ୟ କରୁଛି । ଜୀବନ ରକ୍ଷାକାରୀ ସୁବିଧା ଥିବା ଏହି ୨୬ଟି ନୂତନ ଆମ୍ବୁଲାନ୍ସ ସାମିଲ ହେବାପରେ ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ର ଅଧିକ ସୁଦୃଢ ହେବ। ଟୋଲ୍ ଫ୍ରି ନମ୍ବର ୧୦୮କୁ ଫୋନ୍ କରି ରାଜ୍ୟରେ ଏହି ଜରୁରୀକାଳୀନ ଆମ୍ବୁଲାନ୍ସ ସେବା ସୁବିଧା ଉପଲବ୍ଧ ହେଉଛି। ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ, 5T ସଚିବ ଶ୍ରୀ ଭି.କେ ପାଣ୍ଡିଆନ, ସ୍ୱାସ୍ଥ୍ୟ ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ।

Follow us

20,832FansLike
0FollowersFollow
14,700SubscribersSubscribe

Latest news