ରୋଗୀଙ୍କ ଖାଦ୍ୟ ଅନୁଦାନରେ ୩୦ ପ୍ରତିଶତ କୁ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ….

{} ରୋଗୀଙ୍କ ଖାଦ୍ୟ ଅନୁଦାନରେ ୩୦ ପ୍ରତିଶତ ବୃଦ୍ଧିକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ।

ଖର୍ଚ୍ଚ ହେବ ୬୪ କୋଟି ଟଙ୍କା, ଉପକୃତ ହେବେ ୪୨ ଲକ୍ଷରୁ ଅଧିକ ରୋଗୀ।

() ଓଡିଶା ସରକାର ଉନ୍ନତ ସ୍ୱାସ୍ଥ୍ୟସେବା ପ୍ରଦାନ କ୍ଷେତ୍ରରେ ଅନେକ ଗୁଡିଏ ସଂସ୍କାରମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜ୍ୟରେ ସାର୍ବଜନୀନ ସ୍ୱାସ୍ଥ୍ୟସେବା ଲକ୍ଷ୍ୟ ହାସଲ ତଥା ଚିକିତ୍ସା ନିମନ୍ତେ ବ୍ୟକ୍ତିଗତ ଖର୍ଚ୍ଚକୁ ହ୍ରାସ କରିବା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ମାଗଣା ସ୍ୱାସ୍ଥ୍ୟସେବା ପ୍ରଦାନ, ନିଦାନ ଜରିଆରେ ମାଗଣା ରୋଗ ଚିହ୍ନଟ ନିମନ୍ତେ ପରୀକ୍ଷା, ନିରାମୟ ଜରିଆରେ ମାଗଣା ଔଷଧ ପ୍ରଦାନ, ସହାୟ ଜରିଆରେ ମାଗଣା ଡାଇଲିସିସ୍ ସେବା, ମାଗଣା ରକ୍ତସେବା, ମାଗଣା ଆମ୍ବୁଲାନ୍ସ ସେବା ଇତ୍ୟାଦି ରାଜ୍ୟ ସରକାରଙ୍କ ନିଜସ୍ୱ ଯୋଜନାରେ ଯୋଗାଇ ଦିଆଯାଉଛି।

ରୋଗୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ଉଦ୍ଦେଶ୍ୟରେ ସରକାରୀ ଡାକ୍ତରଖାନାରେ ଚିକିତ୍ସା ନିମନ୍ତେ ଭର୍ତ୍ତି ହେଉଥିବା ଇନଡୋର ରୋଗୀଙ୍କ ପାଇଁ ଦିଆଯାଉଥିବା ଖାଦ୍ୟ ଅନୁଦାନରେ ୩୦ ପ୍ରତିଶତ ବୃଦ୍ଧିକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଏହାଦ୍ୱାର ବାର୍ଷିକ ୬୪ କୋଟି ଟଙ୍କା ଖର୍ଚ୍ଚ ହେବ ଓ ଉପକୃତ ହେବେ ୪୨ ଲକ୍ଷରୁ ଅଧିକ ରୋଗୀ। ନିଆଯାଇଥିବା ନୂଆ ନିଷ୍ପତ୍ତି ଅନୁଯାୟୀ ଡାକ୍ତରଖାନାମାନଙ୍କରେ ଶଯ୍ୟା ପିଛା ଦିଆଯାଉଥିବା ସାଧାରଣ ଦୈନିକ ଖାଦ୍ୟ ବାବଦକୁ ୮୫ ଟଙ୍କା ବଦଳରେ ୧୧୦ ଟଙ୍କା, ଶିଶୁମାନଙ୍କ ପାଇଁ ଦିଆଯାଉଥିବା ଦୈନିକ ୭୫ ଟଙ୍କାରୁ ୯୫ ଟଙ୍କା, ଉଚ୍ଚ ପୁଷ୍ଟିସାରଯୁକ୍ତ ଖାଦ୍ୟ ପାଇଁ ଦିଆଯାଉଥିବା ଦୈନିକ ୯୫ ଟଙ୍କାରୁ ୧୨୦ ଟଙ୍କା, ଶୁଖିଲା ଖାଦ୍ୟ ପାଇଁ ଦିଆଯାଉଥିବା ଦୈନିକ ୭୫ ଟଙ୍କାରୁ ୯୫ ଟଙ୍କା ଏବଂ ତରଳ ଖାଦ୍ୟ ବାବଦକୁ ଦିଆଯାଉଥିବା ଦୈନିକ ୮୫ ଟଙ୍କାରୁ ୧୧୦ ଟଙ୍କାକୁ ବୃଦ୍ଧି କରାଯାଇଛି।ସୂଚନାଯୋଗ୍ୟ ଯେ, ରାଜ୍ୟର ୬୧୮ଟି ସରକାରୀ ଡାକ୍ତରଖାନାରେ ଏହି ବର୍ଦ୍ଧିତ ମୂଲ୍ୟରେ ଖାଦ୍ୟ ଯୋଗାଇ ଦିଆଯିବ।

ଓଡିଶା ଅଣସଂଗଠିତ ଶ୍ରମିକ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଏକ ବଡ ଘୋଷଣା : ସାମିଲ୍ ହେବେ ୫୦ଟି ବର୍ଗର ଅଣସଂଗଠିତ କର୍ମଚାରୀ…

() ଓଡିଶା ଅଣସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ କଲ୍ୟାଣ ଯୋଜନାରେ ସାମିଲ ହେବେ ଡେଲିଭରି ବୟ, କୁମ୍ଭାର, କମାର, ପାଇପମିସ୍ତ୍ରୀ ଆଦି ପଚାଶ ବର୍ଗ  ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ସହାୟତା ୪ ଲକ୍ଷ, ସ୍ୱାଭାବିକ ମୃତ୍ୟୁ କ୍ଷେତ୍ରରେ ସହାୟତା ୨ ଲକ୍ଷ ଟଙ୍କାକୁ ବୃଦ୍ଧି ଶ୍ରମିକ ତଥା ଗରିବ ବର୍ଗର କଲ୍ୟାଣ ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛନ୍ତି । ସେମାନଙ୍କ ସାମାଜିକ ନିରାପତ୍ତା ପାଇଁ ଅନେକ ପଦକ୍ଷେପ ଗ୍ରହଣ କରାଯାଇଛି। ଓଡିଶା ଅଣସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ ଜରିଆରେ ହିତାଧିକାରୀମାନଙ୍କୁ ବିଭିନ୍ନ ସହାୟତା ଯୋଗାଇ ଦିଆଯାଉଛି। ବର୍ତ୍ତମାନ ବୁଲାବିକାଳୀ, ଛୋଟ ଦୋକାନୀ, ଘରୋଇ ସହାୟକ, ରିକ୍‌ସାବାଲା, ଅଟୋ ଡ୍ରାଇଭର, ମୋଚି, କୃଷି ଶ୍ରମିକ, ଜଙ୍ଗଲ ଶ୍ରମିକ, ସମ୍ବାଦପତ୍ର ହକର ଏବଂ ସଫେଇ କର୍ମଚାରୀଙ୍କ ପରି ୧୦ଟି ବର୍ଗର ଲୋକ ବୋର୍ଡର କଲ୍ୟାଣ ଯୋଜନାରେ ସୁବିଧା ପାଉଛନ୍ତି ।

 

ଏବେ ଆଉ ୫୦ ବର୍ଗର ଅଣସଂଗଠିତ କର୍ମଚାରୀଙ୍କୁ ଏହି ବୋର୍ଡର କଲ୍ୟାଣ ଯୋଜନାରେ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ସେମାନେ ହେଲେ – (୧) ଦରଜୀ, ଏମ୍ବ୍ରୋଡୋରୀ କାରିଗର, (୨) ବାରିକ, ସ୍ପା, ସେଲୁନ ଓ ବିଉଟି ପାର୍ଲୋରରେ କାମ କରୁଥିବା କର୍ମଚାରୀ, (୩) ମହାରଣା, (୪) ମତ୍ସ୍ୟଜୀବୀ, (୫) କମାର, (୬) ରେଳବାଇ କୁଲି, (୭) ମାଲ ଲୋଡିଂ ଏବଂ ଅନ୍‌ଲୋଡିଂରେ ନିୟୋଜିତ ଶ୍ରମିକ ତଥା ମୁଣ୍ଡରେ ବୋଝ ବୋହୁଥିବା ଶ୍ରମିକ, (୮) କୁମ୍ଭାର, (୯) ପଥର ଶିଳ୍ପୀ ଏବଂ ସହାୟକ, (୧୦) ଜରି ଗୋଟାଳି, (୧୧) ପରିମଳ କର୍ମଚାରୀ, (୧୨) ରଜକ/ ଲଣ୍ଡ୍ରୀ ଓ Dry Cleaner କର୍ମଚାରୀ, (୧୩) ବୁଣାକାର, ହସ୍ତଶିଳ୍ପ ଓ ହସ୍ତତନ୍ତ କାରିଗର, (୧୪) କତା ଶିଳ୍ପ ଶ୍ରମିକ, (୧୫) ଲୋକକଳା କଳାକାର, (୧୬) ଚିତ୍ରଶିଳ୍ପୀ/ପଟ୍ଟଚିତ୍ର ଶିଳ୍ପୀ, (୧୭) ମାଂସ କଟାଳି, (୧୮) ରତ୍ନ ପଥର ତଥା ସୁନାରୂପା କାରିଗର, (୧୯) ହୋଟେଲ, ରେଷ୍ଟୁରାଣ୍ଟ ଓ ଢାବାରେ କାର୍ଯ୍ୟରତ ଶ୍ରମିକ, (୨୦) ଫଟୋଗ୍ରାଫର ଓ ଭିଡିଓଗ୍ରାଫର, (୨୧) ୱେଲ୍‌ଡିଂ କାରିଗର, ୱେଲ୍‌ଡିଂ ସହାୟକ, (୨୨) ଇଲେକ୍ଟ୍ରିସିଆନ, (୨୩) ପାଣି ପାଇପ ମିସ୍ତ୍ରୀ, (୨୪) Tool Maker, Dye Maker, ରଙ୍ଗ ପ୍ରସ୍ତୁତକାରୀ, (୨୫) ମେକାନିକାଲ ଓ ଇଲେକ୍ଟ୍ରିକାଲ ଯନ୍ତ୍ରାଂଶ ମରାମତି କର୍ମଚାରୀ, (୨୬) ମାଳି, (୨୭) ଆସବାବପତ୍ର ମରାମତିରେ ନିୟୋଜିତ ଶ୍ରମିକ, (୨୮) ତେଜରାତି ଓ ପରିବା ଦୋକାନରେ କାର୍ଯ୍ୟରତ ସହାୟକ, (୨୯) ଫୁଲ ଦୋକାନୀ, (୩୦) ଟେଣ୍ଟହାଉସ/ଡେକୋରେସନ କାର୍ଯ୍ୟରେ ନିୟୋଜିତ ଶ୍ରମିକ, (୩୧) ବ୍ୟାଣ୍ଡପାର୍ଟି ସଦସ୍ୟ, (୩୨) ମନୋରଞ୍ଜନ କଳାକାର, (୩୩) ମ୍ୟୁଜିସିଆନ ଓ କଣ୍ଠଶିଳ୍ପୀ, (୩୪) ଚଳଚ୍ଚିତ୍ର ଅପରେଟର/ସହାୟକ, (୩୫) ସିନେମା ହଲ୍‌ ବୁକିଂ କ୍ଲର୍କ, (୩୬) ବାଦ୍ୟଯନ୍ତ୍ର ନିର୍ମାଣ କାର୍ଯ୍ୟରେ ନିୟୋଜିତ ଶ୍ରମିକ, (୩୭) ସମସ୍ତ ପ୍ରକାର କାରିଗର, (୩୮) ବୃକ୍ଷରୋପଣ କାର୍ଯ୍ୟରେ ନିୟୋଜିତ ଶ୍ରମିକ, (୩୯) ଡଙ୍ଗା ଚାଳକ/ସହାୟକ, (୪୦) Snacks ମିକ୍ସଚର୍‌ ଫ୍ୟାକ୍ଟ୍ରି ଶ୍ରମିକ, (୪୧) ଆଚାର, ବଡି, ପାମ୍ପଡ ପ୍ରସ୍ତୁତକାରୀ, (୪୨) ସ-ମିଲ୍‌ ଶ୍ରମିକ, (୪୩) କ୍ଷୀର ବିକ୍ରୟ କରୁଥିବା ବ୍ୟକ୍ତି, (୪୪) କେୟାରଟେକର/ହାଉସ କିପର/Bedside Attendant, (୪୫) କେକ୍‌/କ୍ୟାଣ୍ଡି ପ୍ରସ୍ତୁତକାରୀ, (୪୬) ବରଫ ପ୍ରସ୍ତୁତକାରୀ/ ଆଇସକ୍ରିମ ପ୍ରସ୍ତୁତକାରୀ, (୪୭) ଡାଇରୀ ପ୍ରଡକ୍ଟ ପ୍ରସ୍ତୁତକାରୀ, (୪୮) ଟ୍ରାଭେଲ ଓ ଟୁରିଷ୍ଟ ଗାଇଡ, (୪୯) ଡେଲିଭରୀ ବଏ, (୫୦) କୃଷି ଶ୍ରମିକ (Cultivator) ।

ବୋର୍ଡରେ ରେଜିଷ୍ଟ୍ରିଭୁକ୍ତ ଶ୍ରମିକ ମାନଙ୍କୁ ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ସହାୟତାକୁ ୨ ଲକ୍ଷରୁ ୪ ଲକ୍ଷ ଟଙ୍କାକୁ ମୁଖ୍ୟମନ୍ତ୍ରୀ ବୃଦ୍ଧି କରିଛନ୍ତି । ସେହିପରି ସ୍ବଭାବିକ ମୃତ୍ୟୁ କ୍ଷେତ୍ରରେ ସହାୟତାକୁ ୧ ଲକ୍ଷ ଟଙ୍କାରୁ ୨ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି।

ସୂଚନାଯୋଗ୍ୟ ଯେ ୨୦୧୭ ମଇ ପହିଲାରୁ ଆରମ୍ଭ ହୋଇଥିବା ଏହି ବୋର୍ଡ ଜରିଆରେ ବର୍ତ୍ତମାନ ୧୦ଟି ବର୍ଗର ପ୍ରାୟ ୩.୬୫ ଲକ୍ଷ ପଞ୍ଜୀକୃତ ଶ୍ରମିକ ସୁବିଧା ପାଉଛନ୍ତି । ଏବେ ଆଉ ୫୦ ବର୍ଗର ଅଣସଂଗଠିତ ଶ୍ରମିକ ଏହି ଯୋଜନାରୁ ଉପକୃତ ହେବେ।

ଯାଜପୁର ଜିଲ୍ଲାର ୪ ବ୍ଲକରେ ଆସନ୍ତାକାଲି ସ୍କୁଲ କଲେଜ ଓ ଅଙ୍ଗନଓ୍ବାଡିକୁ ଛୁଟି ଘୋଷଣା କରିଛି ଜିଲ୍ଲା ପ୍ରଶାସନ…

() ବର୍ଷା ଓ ବନ୍ୟାକୁ ଦୃଷ୍ଟିରେ ରଖି ଯାଜପୁର ଜିଲ୍ଲାର ୪ ବ୍ଲକରେ ଆସନ୍ତାକାଲି ସ୍କୁଲ କଲେଜ ଓ ଅଙ୍ଗନଓ୍ବାଡିକୁ ଛୁଟି ଘୋଷଣା କରିଛି ଜିଲ୍ଲା ପ୍ରଶାସନ। ବୈତରଣୀରେ ବନ୍ୟା ଭୟ ଥିବାରୁ ଏହି ୪ ବ୍ଲକରେ ସମସ୍ତ ସରକାରୀ ଓ ଘରୋଇ ଶିକ୍ଷାନୁଷ୍ଠାନକୁ ବନ୍ଦ ପାଇଁ ଜିଲ୍ଲାପାଳ ଚକ୍ରବର୍ତୀ ସିଂ ରାଠୋରଙ୍କ ସୂଚନା। କୋରେଇ, ଦଶରଥପୁର, ଯାଜପୁର ଓ ବିଂଝାରପୁର ଵ୍ଲକର ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ବୈତରଣ ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଥିବା ଜିଲ୍ଲା ପ୍ରଶାସନ ଏପରି ନିଷ୍ପତ୍ତି ନେଇଛି l

ବୈତରଣୀ ଆଣିଛି ବିପଦ: ଲୋକଙ୍କ ନେତା, ଲୋକଙ୍କ ପାଖରେ……

() ଦୁର୍ଦ୍ଦିନର ସଖା। ଯେଉଁଠି ବିପଦ ଆସିଲେ ସଙ୍ଗେ ସଙ୍ଗେ ସେଠାରେ ପହଂଚି ଯାଆନ୍ତି। ସେ ରାତି ହେଉ ଅବା ଦିନ। ତାର କୋୖଣସି ଫରକ ପଡେ ନାହିଁ। ଆଉ ନିଜ ନିର୍ବାଚନୀ ମଣ୍ଡଳୀରେ ବିଧାୟକ ଭାବେ ନୁହେଁ ଜଣେ ଦରଦି ବନ୍ଧୁ ଭାବରେ ଅଂଚଳର କାମ କରନ୍ତି। ଏମିତି ଜଣେ ରାଜନେତା ହେଉଛନ୍ତି ବିଜେଡି ସାଂଗଠନିକ ସଂପାଦକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି) l ଲଘୁଚାପ ଯୋଗୁଁ ଲଗାଣ ବର୍ଷା ଫଳରେ ବୈତରଣୀ ନଦୀରେ ବନ୍ୟା ଆସୁଛି l ବନ୍ୟା ଜଳରେ ପ୍ରଭାବିତ ହେବ ଯାଜପୁର ନିର୍ବାଚନୀ ମଣ୍ଡଳୀର ଦଶରଥପୁର ଅଂଚଳ l ବାସ ବିପଦ ଆସିବା ପୂର୍ବରୁ ଦଶରଥପୁର ଅଞ୍ଚଳରେ ପହଞ୍ଚି ବନ୍ୟା ସ୍ଥିତିର ସମୀକ୍ଷା ଆରମ୍ଭ କରିଦେଲେ ପ୍ରଣବ l ବୈତରଣୀ ନଦୀରେ ବନ୍ୟା ଆଶଙ୍କା ଦେଖା ଦେବା କ୍ଷଣେ ହିଁ ସେ ସମ୍ପୂକ୍ତ ଅଞ୍ଚଳରେ ପହଂଚି ଲୋକଙ୍କ ସମସ୍ୟାରେ ଠିଆ ହୋଇଛନ୍ତି ଜଣେ ସେବକ ଭାବରେ । କେମିତି ଲୋକଙ୍କୁ ସ୍ଥାନାନ୍ତର କରାଯିବ, କେମିତି ରିଲିଫ ମିଳିବ? ବିଶେଷ ଭାବରେ କାହାର ସ୍ୱାସ୍ଥ୍ୟ ଖରାପ ହେଲେ କେମିତି ସେ ତାକୁ ଡାକ୍ତରଖାନା ନିଆଯିବ ତାହା ଉପରେ ଗୁରୁତ୍ୱ ଦେଇଛନ୍ତି ପ୍ରଣବ। ବନ୍ୟା ମୁକାବିଲା ପାଇଁ ପ୍ରଶାସନକୁ ମଧ୍ୟ ତତ୍ପର କରି, ସ୍ଥିତିର ମଧ୍ୟ ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ ସବୁବେଳେ ବିପର୍ଯ୍ୟୟ ପରିଚାଳନା ଦେଶରେ ଏକ ନମ୍ବର। ଯେଉଁଥିରେ ଜନ ପ୍ରତିନିଧିମାନଙ୍କର ଅନେକ ଭୂମିକା ରହିଥାଏ। ଏହି କ୍ରମରେ ପ୍ରଣବ ଗ୍ରାଉଣ୍ଡକୁ ଯାଇ ଯାଜପୁରବାସୀଙ୍କ ସେବାରେ ଲାଗିପଡିଛନ୍ତି । ଜଣେ ନେତା ଭାବରେ ନୁହେଁ ବରଂ ଜଣେ ଦରଦୀ ଯାଜପୁରିଆ ଭାବରେ।

କେବଳ ସେତିକି ନୁହେଁ ନିଜ ଦଳର ସ୍ଥାନୀୟ ବରିଷ୍ଠ, ଯୁବ, ଛାତ୍ର, ମହିଳା ନେତା ଓ କର୍ମୀମାନେ ବନ୍ୟା ସମୟରେ ୨୪ଘଣ୍ଟା ଲୋକଙ୍କ ସହ ରହି କାମ କରିବାକୁ ପରାମର୍ଶ ଦେଇଛନ୍ତି ପ୍ରଣବ l

ରାଜ୍ୟରେ ଲଗାଣ ବର୍ଷାର ସମୀକ୍ଷା କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର…

() ରାଜ୍ୟରେ ଲଗାଣ ବର୍ଷାର ସମୀକ୍ଷା କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର। ୧୭ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ସ୍ଥିତି ନେଇ ଆଲୋଚନା କରିଛନ୍ତି । ଅନୁଗୁଳ, ବାଲେଶ୍ଵର, ବରଗଡ,ବୌଦ୍ଧ, ଭଦ୍ରକ, ବଲାଙ୍ଗୀର, ଢେଙ୍କାନାଳ,ଗଜପତି,ଝାରସୁଗୁଡ଼ା, ଯାଜପୁର,କନ୍ଧମାଳ,କେଉଁଝର, କଳାହାଣ୍ଡି, ମୟୂରଭଞ୍ଜ, ନୂଆପଡ଼ା, ସମ୍ବଲପୁର ଓ ସୋନପୁର ଜିଲ୍ଲା କୁ ସତର୍କ କରାଯାଇଛି। ବର୍ଷା ପାଇଁ ସତର୍କତା ମୂଳକ ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି। ଯେଉଁ ସ୍ଥାନର ପାଣି ଜମିବାର ଆଶଙ୍କା ରହିଛି ଆଗୁଆ ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି। ଜଳବନ୍ଦୀ ଅଞ୍ଚଳରେ ଲୋକଙ୍କୁ ସ୍ଥାନାନ୍ତର କରିବା ସହ ସେମାନଙ୍କୁ ଖାଦ୍ୟ ଓ ପାନୀୟ ଜଳ ଯୋଗାଇଦେବାକୁ ପରାମର୍ଶ ଦିଆଯାଇଛି। ସମସ୍ତ ଜିଲ୍ଲା ସ୍ୱାସ୍ଥ୍ୟକେନ୍ଦ୍ର ଗୋଷ୍ଟୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସାପ କାମୁଡ଼ା ଇଞ୍ଜେକ୍ସନ ରଖିବାକୁ କୁହାଯାଇଛି। ବର୍ଷା ଜଳ ନିଷ୍କାସନ ଓ ଉପୁଡ଼ିଥିବ ଗଛ ସଫା ପାଇଁ ସ୍ଥାନୀୟ ପ୍ରଶାସନ ପଦକ୍ଷେପ ନେବେ। ଅତ୍ୟଧିକ ବର୍ଷା ହେଲେ ଆବଶ୍ୟକ ସ୍ଥଳେ ସ୍କୁଲ ଓ ଅଙ୍ଗନୱାଡ଼ି ବନ୍ଦ ନେଇ ନିଷ୍ପତ୍ତି ନେବେ ଜିଲ୍ଲାପାଳ। ବୌଦ୍ଧ,ମୟୂରଭଞ୍ଜ, ସୁବର୍ଣ୍ଣପୁର, ଅନୁଗୁଳ, ବଲାଙ୍ଗୀର,କନ୍ଧମାଳ, ସମ୍ୱଲପୁର, ଯାଜପୁର ଓ ଭଦ୍ରକ ରେ ଅଗ୍ନିଶମ ବାହିନୀ ଓ ଜରୁରୀ କାଳୀନ ସେବା କର୍ମଚାରୀ ଙ୍କୁ ମୂତୟନ ପାଇଁ କୁହାଯାଇଛି। ଆଗାମୀ ଦୁଇ ଦିନ ଅଧିକ ରୁ ଅଧିକ ବର୍ଷା ଆଶଙ୍କା ଥିବାରୁ କେଉଁଝର ଓ ସମ୍ୱଲପୁରରେ ଓଡରାଫ ଟିମ ଓ ଭଦ୍ରକ ଓ ଯାଜପୁର ରେ ଏନଡିଆର ଏଫ୍ ଟିମ ମୂତୟନ ପାଈଁ ପରାମର୍ଶ ଦିଆଯାଇଛି। ସମସ୍ତ ନଦୀ ଓ ଜଳଭଣ୍ଡାର ସ୍ଥିତି ସମୀକ୍ଷା କରାଯାଇ ପ୍ରଶାସନ କୁ ଆଲର୍ଟ ରହିବାକୁ କୁହାଯାଇଛି। ୨୪ ଘଣ୍ଟାରେ ରାଜ୍ୟରେ ୮୩.୮୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ବୌଦ୍ଧ ବ୍ଲକ ରେ ସର୍ବାଧିକ ୩୯୦.୬ ମିଲିମିଟର ବର୍ଷା ରେକର୍ଡ଼ କରାଯାଇଛି।

ସରକାରୀ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଦାବି ସଂପର୍କରେ ଅନୁଧ୍ୟାନ କରାଯିବ: ମୁଖ୍ୟମନ୍ତ୍ରୀ..

{} ଓଡିଶା ସରକାରୀ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଦାବି ସଂପର୍କରେ ଅନୁଧ୍ୟାନ କରାଯିବ।

() ଓଡିଶା ସରକାରୀ ଆଉଟସୋର୍ସିଙ୍ଗ କର୍ମଚାରୀ ମହାସଂଘର ଏକ ପ୍ରତିନିଧି ଦଳ ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବରିଷ୍ଠ ଅଧିକାରୀମାନଙ୍କୁ ତାଙ୍କ ଦାବିପତ୍ର ପ୍ରଦାନ କରିଥିଲେ। ଏହି ଅବସରରେ ସେମାନଙ୍କ ଦାବି ସଂପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା। ସେମାନଙ୍କ ବିଭିନ୍ନ ଦାବି ସଂପର୍କରେ ଅନୁଧ୍ୟାନ କରାଯିବ ବୋଲି ସୂଚନା ଦିଆଯାଇଛି।

୧୪ଟି ନୂତନ ସ୍ବତନ୍ତ୍ର ଉନ୍ନୟନ ପରିଷଦ ପାଇଁ ନିଯୁକ୍ତ ହେଲେ ଅଧ୍ୟକ୍ଷ…

() ୧୪ଟି ନୂତନ ସ୍ବତନ୍ତ୍ର ଉନ୍ନୟନ ପରିଷଦ (Special Development Council) ପାଇଁ ରାଜ୍ୟ ସରକାର ଅଧ୍ୟକ୍ଷ ନିଯୁକ୍ତ କରିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ଏହି ନିଯୁକ୍ତି ଦିଆଯାଇଛି ।

ଏହି ୧୪ ଜଣ ନୂତନ ଅଧ୍ୟକ୍ଷ ହେଲେ –

ଅନୁଗୁଳ ଜିଲ୍ଲା – ଶ୍ରୀ ସଦାଶିବ ନାୟକ
ବାଲେଶ୍ବର – ଶ୍ରୀ ମଦନ ମୋହନ ମାଝୀ
ବଲାଙ୍ଗୀର – ଶ୍ରୀ ବ୍ରଜମୋହନ ବିଶୋଇ
ବୌଦ୍ଦ – ଶ୍ରୀ ଭଗବାନ କହଁର
ଢେଙ୍କାନାଳ – ଶ୍ରୀ ସୁରେନ୍ଦ୍ର ହେମ୍ବ୍ରମ
ଯାଜପୁର – ଶ୍ରୀ ଲମ୍ବୋଦର ମୁଣ୍ଡା
କଳାହାଣ୍ଡି – ଶ୍ରୀ ଶିବାଜୀ ମାଝୀ
ନୂଆପଡା – ଶ୍ରୀ ଭଗତରାମ ମାଝୀ
ସମ୍ବଲପୁର – ଶୋଭାରାମ ପ୍ରଧାନ
ଦେବଗଡ – ପାଞ୍ଜିଆ ଭୋଇ
ବରଗଡ – ସୁଶୀଳା ଭୋଇ
ଝାରସୁଗୁଡା – ମୋହନ କିଶାନ
ନୟାଗଡ – ଜାନକୀ ଦେହୁରୀ
ଗଞ୍ଜାମ – ବିଦ୍ୟାଧର ଜାନୀ

ସୂଚନାଯୋଗ୍ୟ ଯେ ୨୦୧୭ ମସିହାରୁ ୯ଟି ଜିଲ୍ଲାରେ ସ୍ବତନ୍ତ୍ର ଉନ୍ନୟନ ପରିଷଦ କାର୍ଯ୍ୟକାରୀ ହେଉଥିଲା। ନିକଟରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହାକୁ ଆଉ ୧୪ଟି ଜିଲ୍ଲାକୁ ସଂପ୍ରସାରିତ କରିବା ପାଇଁ ନିଷ୍ପତ୍ତି ନେଇଥିଲେ । ଏହି ପରିଷଦ ଗୁଡିକ ଜରିଆରେ ରାଜ୍ୟର ଜନଜାତି ମାନଙ୍କର କଳା, ସଂସ୍କୃତି ଓ ଐତିହ୍ୟର ସଂରକ୍ଷଣ ଓ ସୁରକ୍ଷା ପାଇଁ ପଦକ୍ଷେପ ନିଆଯାଉଛି ।

ସୋଆ ପ୍ରତିଷ୍ଠାତା ସଭାପତିଙ୍କ ସହ ଆରଏସ୍‌ଏସ୍ ଅଖିଳ ଭାରତୀୟ ସମ୍ପର୍କ ପ୍ରମୁଖଙ୍କ ସୌଜନ୍ୟମୂଳକ ସାକ୍ଷାତ…

() ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ସୋମବାର ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ (ଆରଏସଏସ)ର ଅଖିଳ ଭାରତୀୟ ସମ୍ପର୍କ ପ୍ରମୁଖ ଶ୍ରୀଯୁକ୍ତ ରାମଲାଲ । ତାଙ୍କ ସହିତ ଆରଏସଏସର ପୂର୍ବ ଭାରତ ସମ୍ପର୍କ ପ୍ରମୁଖ ଶ୍ରୀ ବିଦ୍ୟୁତ ମୁଖାର୍ଜୀ ମଧ୍ୟ ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ଭେଟିଛନ୍ତି ।

ସମାଜ ଗଠନର ସାହାଯ୍ୟ କାମନା କରି ଆରଏସଏସ୍ ତରଫରୁ ଜାରୀ ରହିଥିବା ସମ୍ପର୍କ ଅଭିଯାନ ପରିପ୍ରେକ୍ଷୀରେ ସଂଘ ନେତୃବୃନ୍ଦ ସମାଜର ବିଶିଷ୍ଟ ଓ ପ୍ରତିଷ୍ଠିତ ବ୍ୟକ୍ତିମାନଙ୍କୁ ସାକ୍ଷାତ କରୁଛନ୍ତି । ପ୍ରଫେସର ନାୟକଙ୍କୁ ଶ୍ରୀଯୁକ୍ତ ରାମଲାଲ ଓ ଶ୍ରୀ ମୁଖାର୍ଜୀ ସାକ୍ଷାତ କରିବା ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ । ଏହି ସାକ୍ଷାତ ଆଲୋଚନା ସମୟରେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ପ୍ରଫେସର (ଡାକ୍ତର) ବସନ୍ତ କୁମାର ପତି ଉପସ୍ଥିତ ଥିଲେ ।

ସମ୍ବଲପୁର ଜିଲ୍ଲା ଶାଖାର ,ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ….

() ଆଜି ଓୟୁଜେ ସମ୍ବଲପୁର ଜିଲ୍ଲା ଶାଖାର , ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ରେଙ୍ଗାଲି ଟ୍ରକ ୟୁନିଅନ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି । ଜିଲ୍ଲା ସଭାପତି ପ୍ରଭାତ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ସାଧାରଣ ସମ୍ପାଦକ ଅଶୋକ ନନ୍ଦ ଯୋଗଦେଇ କାର୍ଯ୍ୟକ୍ରମ କୁ ଉଦଘାଟନ କରିଥିଲେ। ଏଥିରେ ରାଜ୍ୟ କୋଷାଧ୍ୟକ୍ଷ ଅମୂଲ୍ୟ ସ୍ୱାଇଁ , ଜିଲ୍ଲା ସମ୍ପାଦକ ଶରତ ପ୍ରଧାନ ପ୍ରମୁଖ ଯୋଗଦେଇ ସାଙ୍ଗଠନିକ ଆଲୋଚନା କରିବା ସହ ନିକଟରେ ରାଜ୍ୟ ସରକାର ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ରାଶି କୁ ୨ ଲକ୍ଷ ଟଙ୍କା ରୁ ୫ ଲକ୍ଷ ଟଙ୍କା କୁ ବୃଦ୍ଧି କରିଥିବାରୁ ବୈଠକରେ ରାଜ୍ୟ ସରକାରଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଥିଲା । ଏଥିସହ ରାଜ୍ୟରେ ସାମ୍ବାଦିକ ସୁରକ୍ଷା ଆଇନ ଲାଗୁ ,ମାତା ପିତାଙ୍କୁ ବୀମା ଯୋଜନା ରେ ସାମିଲ ଓ ପେନସନ ଯୋଜନ ଲାଗୁ କରିବା ପାଇଁ ସରକାରଙ୍କୁ ଦାବି କରାଯାଇଥିଲା l ଏଥିସହ ପୂର୍ବ ରୁ ରାଜ୍ୟ ସରକାର ସାମ୍ବାଦିକ ମାନଙ୍କୁ କରୋନା ଯୋଦ୍ଧା ଭାବେ ଗ୍ରହଣ କରିବା ସହ କରୋନା ରେ ମୃତୁ ବରଣ କରିଥିବା ସାମ୍ବାଦିକ ମାନଙ୍କୁ ପନ୍ଦର ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରିଥିବାରୁ ବୈଠକ ରେ ସରକାର ଧନ୍ୟବାଦ ଅର୍ପଣ କରାଯାଇଥିଲା l ଏହି ଅବସରରେ ସ୍ଥାନୀୟ ବିଇଓ କାର୍ଯlଲୟ ପରିସରରେ ଏକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯାଇଥିଲା

ସୋଆ କୃଷି ମହାବିଦ୍ୟାଳୟରେ ମୋଲିକ୍ୟୁଲାର ବାୟୋଲୋଜି ଓ ବାୟୋଟେକ୍ନୋଲୋଜି ଲ୍ୟାବ ଉଦ୍‌ଘାଟିତ…

() ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ୍‌)ରେ ଏକ ମୋଲିକ୍ୟୁଲାର ବାୟୋଲୋଜି ଓ ବାୟୋଟେକ୍ନୋଲୋଜି ଲ୍ୟାବ ଗତ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି ।

ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଏହି ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ୨ଟି ଲ୍ୟାବର ଉଦ୍‌ଘାଟନ କରିଥିଲେ । ଏହି ଅତ୍ୟାଧୁନିକ ଜ୍ଞାନ କୌଶଳଯୁକ୍ତ ପ୍ରୟୋଗଶାଳାର ଉଦ୍‌ଘାଟନ କରିବା ଅବସରରେ ପ୍ରଫେସର ନନ୍ଦ କହିଥିଲେ ଯେ ସାମ୍ପ୍ରତିକ ଜୀବ ବିଜ୍ଞାନରେ ଉପଯୋଗ କରିବା ଭଳି ଅତ୍ୟାଧୁନିକ ଜ୍ଞାନକୌଶଳକୁ ଅଧିକ ଜାଣିବା ପାଇଁ ଏହି ପ୍ରୟୋଗଶାଳା ବ୍ୟବହୃତ ହେବ । ଏହା ଦ୍ୱାରା ସ୍ନାତକୋତର ଓ ପିଏଚ୍‌ଡି ଶିକ୍ଷାର ମାନ ବୃଦ୍ଧି ପାଇବ ତଥା କୃଷି ଓ ଜୀବ ବିଜ୍ଞାନର ଗବେଷଣା କ୍ଷେତ୍ରରେ ନୂତନ ଦିଗ ଉନ୍ମୁକ୍ତ ହେବ ବୋଲି ପ୍ରଫେସର ନନ୍ଦ କହିଥିଲେ ।

ଏହି ଅବସରରେ ଆଇଏଏସ୍ ଡିନ୍ ପ୍ରଫେସର ସନ୍ତୋଷ କୁମାର ରାଉତ, ଉପଦେଷ୍ଟା ପ୍ରଫେସର ବିଜୟ କୁମାର ସାହୁ, ଆଇଟିଇଆର୍ ନିର୍ଦ୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ, ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ,ଆଡିସ୍‌ନାଲ୍ ଡିନ୍ (ରିସର୍ଚ୍ଚ) ପ୍ରଫେସର ପ୍ରିୟବ୍ରତ ପଟ୍ଟନାୟକ ଓ ଜୈବ ପ୍ରଯୁକ୍ତି ବିଦ୍ୟା ବିଭାଗର ମୁଖ୍ୟ ପ୍ରଫେସର ଜ୍ଞାନ ରଞ୍ଜନ ରାଉତ ଉପସ୍ଥିତ ଥିଲେ ।ଏହି କାର୍ଯ୍ୟକ୍ରମରେ ଆଇଏଏସ୍‌ର ସମସ୍ତ ବିଭାଗୀୟ ମୁଖ୍ୟମାନଙ୍କ ସହ ଅଧ୍ୟାପକ, ଅଧ୍ୟାପିକା ଓ ଗବେଷଣାରତ ଛାତ୍ରଛାତ୍ରୀମାନେ ଯୋଗ ଦେଇଥିଲେ ।

Follow us

20,832FansLike
0FollowersFollow
14,700SubscribersSubscribe

Latest news