ଅଖିଳ ଭାରତ କଂଗ୍ରେସ କମିଟିର ସଭାପତିଙ୍କୁ ହତ୍ୟା ଧମକ…

() ଅଖିଳ ଭାରତ କଂଗ୍ରେସ କମିଟିର ସଭାପତିଙ୍କୁ ହତ୍ୟା ଧମକ ବିରୋଧରେ ଝାରସୁଗୁଡ଼ା ଥାନାରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀଯୁକ୍ତ ଶରତ ପଟ୍ଟନାୟକ ଏତଲା ଦେଲେ।

{} କର୍ଣ୍ଣାଟକର କାଲାବୁରାଗି ଜିଲ୍ଲା ଚିତ୍ରା ବିଧାନ ସଭାର ବିଜେପି ଦଳର ପ୍ରାର୍ଥୀ ମଣିକାନ୍ତ ରାଠୋର ଅଖିଳ ଭାରତ ଜାତୀୟ କଂଗ୍ରେସ ସଭାପତି ଶ୍ରୀ ମଲ୍ଲିକାର୍ଜୁନ ଖଡ୍‌ଗେ ଏବଂ ତାଙ୍କ ପରିବାରବର୍ଗଙ୍କୁ ଜୀବନରୁ ମାରି ଦେବା ପାଇଁ ଧମକ ଦେଇଥିବାର ଏକ ଅଡ଼ିଓ ଟେପ୍‌କୁ ସର୍ବସାଧାରଣରେ ପ୍ରକାଶ କରାଯାଇଛି । ଏହି ଟେପ୍‌ରେ ଥିବା ଅଡ଼ିଓ କଥାବାର୍ତ୍ତାରୁ ହତ୍ୟା ଷଡ଼ଯନ୍ତ୍ରର ସମସ୍ତ ପ୍ରମାଣ ଥିବା ଖୁଲାସା କରୁଛି କି, ଶ୍ରୀ ମଣିକାନ୍ତ ରାଠୋର ଶ୍ରୀ ଖଡ୍‌ଗେ ଏବଂ ତାଙ୍କ ପରିବାରବର୍ଗଙ୍କୁ ଜୀବନରୁ ମାରିଦେବା ପାଇଁ ପେଶାଦାର ଗୁଣ୍ଡାଙ୍କୁ ସୁପାରି ଦେଇ ନିୟୋଜିତ କରିଛନ୍ତି । ଏହି ଘଟଣାକୁ ନେଇ ଆଜି ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀଯୁକ୍ତ ଶରତ ପଟ୍ଟନାୟକ ଏବଂ ପ୍ରଦେଶ କଂଗ୍ରେସର କୋଷାଧ୍ୟକ୍ଷ ତଥା ବିଧାୟକ ସନ୍ତୋଷ ସିଂ ସାଲୁଜା ଏବଂ ବିଧାୟକ ଅଧିରାଜ ପାଣିଗ୍ରାହି ଓ ବିଧାୟକ ଏସ୍‌. ରାଜନ ଏକ୍କା ଝାରସୁଗୁଡ଼ା ଥାନାରେ ଏକ ଏତଲା ଦେଇଛନ୍ତି । ଶ୍ରୀ ପଟ୍ଟନାୟକ ଏହି ଘଟଣାର ତଦନ୍ତ କରିବା ସହିତ ଦୋଷି ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଏତଲାରେ ଉଲ୍ଲେଖ କରିଛନ୍ତି । ଝାରସୁଗୁଡ଼ା ଥାନା ଅଧିକାରୀ ଏ ଏତଲାକୁ ଗ୍ରହଣ କରି ଏଫ୍‌.ଆଇ.ଆର ରୁଜୁ କରିଛନ୍ତି । ପ୍ରକାଶଥାଉକି ମଣିକାନ୍ତ ରାଠୋର ଜଣେ ପେଶାଦାର ଅପରାଧି।

ତାଙ୍କ ନାମରେ ୪୦ ରୁ ଅଧିକ ଅପରାଧିକ ମାମଲାକର୍ଣ୍ଣାଟକର ୟାଦ୍‌ଗିରି, ଶିବମୋଗା ଏବଂ କାଲାବୁରାଗି ଜିଲ୍ଲାର ବିଭିନ୍ନ ଥାନା ଏବଂ କୋର୍ଟରେ ପଡ଼ିରହିଛି । ଏପରିକି ୟାଦ୍‌ଗିରି ଜିଲ୍ଲା କୋର୍ଟ ତାଙ୍କୁ ୨ ଟି ଘଟଣାରେ ଦୋଷି ସାବ୍ୟସ୍ତ୍ୟ କରି ଦଣ୍ଡାଦେଶ ଶୁଣାଇଛନ୍ତି । ଶିବମୋଗା ଜିଲ୍ଲା ଅଧିକାରୀ ତାଙ୍କୁ ତାଙ୍କ ଜିଲ୍ଲା ଭିତରକୁ ନ ପଶିବା ପାଇଁ ସ୍ପଷ୍ଟ ନିର୍ଦ୍ଦେଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଦେଲେ ମଣିପୁର ରେ ପଢୁଥିବା ଓଡ଼ିଆ ଛାତ୍ରଛାତ୍ରୀମାନେ…

() ଭୁବନେଶ୍ବର ରେ ପହଁଞ୍ଚିଲେ  ମଣିପୁର ରେ ପଢୁଥିବା ଓଡ଼ିଆ ଛାତ୍ରଛାତ୍ରୀମାନେ,

ମୁଖ୍ୟମନ୍ତ୍ରୀ ଙ୍କୁ ଦେଲେ ଧନ୍ୟବାଦ ।

{} ମଣିପୁର ର କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ ରେ ପଢୁଥିବା ଦଶ ଜଣ ଓଡିଆ ଛାତ୍ରଛାତ୍ରୀମାନେ ଆଜି ସୁରକ୍ଷିତ ଭାବରେ ଭୁବନେଶ୍ବର ରେ ପହଞ୍ଚିଛନ୍ତି ।ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଙ୍କ ନିର୍ଦ୍ଦେଶ କ୍ରମେ ଓଡିଶା ମୋ ପରିବାର ପକ୍ଷରୁ ଜାତିଗତ ହିଂସା ରେ ଆକ୍ରାନ୍ତ ମଣିପୁର ରେ ପାଠ ପଢୁଥିବା ଓଡ଼ିଆ ଛାତ୍ରଛାତ୍ରୀମାନ ଙ୍କୁ ଓଡିଶା ଆଣିବାକୁ ଉଦ୍ୟମ ଆରମ୍ଭ ହୋଇଥିଲା ଗତ କାଲି ରାତିରେ ସେମାନଂକୁ କୋଲକାତା ଅଣାଯାଇଥିଲା।ଆଜି ପୂର୍ବାହ୍ନରେ ସେମାନେ ଆସି ଭୁବନେଶ୍ବର ରେ ପହଞ୍ଚିଥିଲେ ।

ପରେ ସେମାନେ ନବୀନ ନିବାସ ଯାଇ ମୁଖମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଙ୍କୁ ଭେଟିଥିଲେ ।ସୁରକ୍ଷିତ ଭାବରେ ସେମାନଂକୁ ଭୁବନେଶ୍ବର ଫେରାଇଆଣି ଥିବାରୁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ ।ମୁଖ୍ୟମନ୍ତ୍ରୀ ସେମାନଙ୍କୁ ସେମାନଙ୍କ ପାଠ ପଢା ବିଷୟରେ ପଚାରି ବୁଝିବା ସହ ଖୂବ୍ ଶୀଘ୍ର ମଣିପୁର ରେ ସ୍ୱାଭାବିକ ଅବସ୍ଥା ଫେରି ଆସିବ ବୋଲି ଆଶା ବ୍ୟକ୍ତ କରିଥିଲେ ।ପିଲାମାନଙ୍କୁ ହକି jersey ଦେଇ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ସ୍ଵାଗତ କରିଥିଲେ।

ଝାରସୁଗୁଡ଼ା ହେବ ଦେଶର ୧ନମ୍ବର ଶିଳ୍ପ ସହର: ନବୀନ ପଟ୍ଟନାୟକ…

() ଝାରସୁଗୁଡ଼ା ହେବ ଦେଶର ୧ନମ୍ବର ଶିଳ୍ପ ସମୃଦ୍ଧି ସହର l ଝାରସୁଗୁଡ଼ା ବାସୀ ସବୁବେଳେ ବିକାଶ ସହ ରହିଆସିଛନ୍ତି l ତେଣୁ ଏଥର ମଧ୍ୟ ବିକାଶ ସହ ରହିବେ l ବିଜେଡି ପ୍ରାର୍ଥୀ ଦିପାଳି ଦାସଙ୍କୁ ଜିଲ୍ଲା ବାସୀ ଆଶିର୍ବାଦ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁରୋଧ କରିଛନ୍ତି l ଆଜି ଦିପାଳି ଦାସଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ l ନବୀନଙ୍କ ନିର୍ବାଚନୀ ସଭାରେ ଜନ ସମୁଦ୍ର ଦେଖିବାକୁ ମିଳିଥିଲା l ମହାନ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କୁ ମୋର ପ୍ରଣାମ। ଏ ମାଟିକୁ ମୋର ପ୍ରଣାମ କହି ନବୀନ ତାଙ୍କର ପ୍ରଚାର ଆରମ୍ଭ କରିଥିଲେ l କାର୍ଯ୍ୟକ୍ରମ ଆରମ୍ଭରେ ମୁଁ ପ୍ରଥମେ ଆପଣମାନଙ୍କ ପ୍ରିୟ ନେତା ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ନବ ଦାସଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି।

ନବ ଦାସ ଜଣେ ଲୋକପ୍ରିୟ ନେତା, ଦକ୍ଷ ବିଧାୟକ ଓ ମନ୍ତ୍ରୀ ଭାବରେ ସାରା ଓଡିଶାରେ ପରିଚିତ ଥିଲେ । ସେ ଆଜି ଆମ ଭିତରେ ନାହାନ୍ତି । ତାଙ୍କ କାମ ପାଇଁ ଝାରସୁଗୁଡାବାସୀ ସବୁବେଳେ ତାଙ୍କୁ ମନେ ରଖିବେ। ଆଜି ତାଙ୍କ ଦାୟିତ୍ବ ନେବାପାଇଁ, ଆପଣମାନଙ୍କ ସେବା କରିବାପାଇଁ, ତାଙ୍କ ଝିଅ ଦୀପାଳି ଦାସ ଆଗେଇ ଆସିଛନ୍ତି । ଆପଣ ଜାଣନ୍ତି, ସେ ଜଣେ highly educated ଝିଅ । ସମାଜସେବାରେ ତାଙ୍କର ବିଶେଷ ରୁଚି ରହିଛି । ମୋର ବିଶ୍ବାସ, ଝାରସୁଗୁଡାବାସୀଙ୍କ ସେବାର ସୁଯୋଗ ମିଳିଲେ, ସେ ତାକୁ ଦକ୍ଷତାର ସହ ପାଳନ କରିପାରିବେ।

ଝାରସୁଗୁଡା ସବୁବେଳେ ବିକାଶ ସାଥିରେ ରହିଛି । ଆପଣମାନେ ବିକାଶରେ ବିଶ୍ବାସ କରନ୍ତି । ସେଥିପାଇଁ ବିଜୁ ଜନତା ଦଳ ସାଥିରେ ରହି ଆସିଛନ୍ତି । ବିଜୁ ଜନତା ଦଳ ମା ମାନଙ୍କ କଲ୍ୟାଣରେ ବିଶ୍ବାସ କରେ । ମା ମାନଙ୍କ empowerment ରେ ବିଶ୍ବାସ କରେ । ଚାଷୀ ଭାଇର empowerment ଉପରେ ବିଶ୍ବାସ କରେ। ଯୁବଶକ୍ତିର empowerment ରେ ବିଶ୍ବାସ କରେ । ଶିଳ୍ପ କ୍ଷେତ୍ରରେ ଝାରସୁଗୁଡାର ସ୍ବତନ୍ତ୍ର ପରିଚୟ ରହିଛି । ଆପଣମାନଙ୍କ ସହଯୋଗ ଜାରି ରହିଲେ, ଝାରସୁଗୁଡା ଦେଶର ଏକ ନମ୍ବର ଶିଳ୍ପ ସମୃଦ୍ଧ ଜିଲ୍ଲା ହୋଇପାରିବ।ନିର୍ବାଚନରେ ହାର ଜିତ୍‌ ରହିଛି । ତେଣୁ ନିର୍ବାଚନ ପ୍ରଚାର ସମୟରେ ଆମେ ସମସ୍ତେ decency ରକ୍ଷା କରିବା ଜରୁରୀ । କାହାକୁ, ବିଶେଷ କରି, ଆମର ମହିଳା ମାନଙ୍କୁ, ଆମର ମା ମାନଙ୍କୁ, ଗାଳି ଦେବା, ଅସମ୍ମାନ କରିବା ଉଚିତ ନୁହେଁ ।

ପଦ୍ମପୁର ଉପ ନିର୍ବାଚନରେ ବିରୋଧୀ ଦଳ ବାପାଙ୍କୁ ହରାଇ ଥିବା ଗୋଟିଏ ଝିଅ ପ୍ରତି ଯେଭଳି ବ୍ୟବହାର କଲେ, ତାହା ଆପଣ ଜାଣନ୍ତି । ଦୁଃଖର କଥା, ଏଠାରେ ମଧ୍ୟ ସେମାନେ ଦୀପାଳିଙ୍କ ପ୍ରତି ସେହିଭଳି ବ୍ୟବହାର କରୁଛନ୍ତି । ଗାଳି ଦେଉଛନ୍ତି । ଏହା ମୋତେ ବହୁତ ଦୁଃଖ ଦେଇଛି । ଦୀପାଳି ଏ ମାଟିର ଝିଅ । ଏ ମାଟିର ସେବା କରିବା ପାଇଁ ଆପଣମାନେ ତାକୁ ସୁଯୋଗ ଦେବେ, ଏ ଭରସା ମୋର ଅଛି । ମୋର ଅନୁରୋଧ, ଆପଣମାନେ ବିଜୁ ଜନତା ଦଳର ପ୍ରାର୍ଥୀ ଦୀପାଳି ଦାସଙ୍କୁ ଆଶୀର୍ବାଦ କରନ୍ତୁ । ଶଙ୍ଖ ଚିହ୍ନରେ ଭୋଟ ଦିଅନ୍ତୁ।

ତୃତୀୟ ପର୍ଯ୍ୟାୟରେ ୫ଟି ଜିଲ୍ଲାର ୩୨୩ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ..

() ୫-ଟି ସ୍କୁଲ ରୂପାନ୍ତରଣର ତୃତୀୟ ପର୍ଯ୍ୟାୟର ପଞ୍ଚମ ଦିନ।

ଆଜି ପଞ୍ଚମ ଦିନରେ ୫ଟି ଜିଲ୍ଲାର ୩୨୩ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ।

ଜୀବନର ସବୁ କ୍ଷେତ୍ରରେ ସାଧୁତା ରକ୍ଷା କରିବାକୁ ପିଲାଙ୍କୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ।

ରୂପାନ୍ତରିତ ସ୍କୁଲ ସମ୍ପତ୍ତି ର ରକ୍ଷଣାବେକ୍ଷଣ ଉପରେ ଗୁରୁତ୍ଵ,

 ରୂପାନ୍ତର ଯୋଗୁ ନିଜ ପାଇଁ ଓ ଆମ ଓଡିଶା ପାଇଁ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିବୁ, ସେ ଆତ୍ମବିଶ୍ବାସ ଆମର ଆସିଛି – ଛାତ୍ରଛାତ୍ରୀ ।

{} ସାଧାରଣ ଜୀବନରେ ସାଧୁତା (Transparency) ହେଉଛି ଏକ ଜରୁରୀ ଆବଶ୍ୟକତା । ସାଧୁତା ଦ୍ବାରା ମଣିଷର ବିଶ୍ବସନୀୟତା ବୃଦ୍ଧି ପାଏ। ତାର ବ୍ୟକ୍ତିଗତ ସମ୍ମାନ ଓ ମର୍ଯ୍ୟଦା ବୃଦ୍ଧି ପାଏ। ଏସବୁର ପ୍ରୟୋଗ ଦ୍ବାରା ଜୀବନରେ ଆସିଥାଏ ରୂପାନ୍ତର ବା ସଫଳତା। ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପିଲାମାନଙ୍କୁ ୫-ଟି ରୂପାନ୍ତର ସଂପର୍କରେ ବୁଝାଇ ସାଧୁତାର ଗୁରୁତ୍ବ ଉପରେ ଆଲୋକପାତ କରିଥିଲେ।

ଆଜି ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ତୃତୀୟ ପର୍ଯ୍ୟାୟର ପଞ୍ଚମ ଦିନରେ ୫ଟି ଜିଲ୍ଲାର ୩୨୩ଟି ରୂପାନ୍ତରିତ ହାଇସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଛନ୍ତି । ଏଥିରେ ଖୋର୍ଦ୍ଧା ଜିଲ୍ଲାର ୬୨ଟି ହାଇସ୍କୁଲ, ବରଗଡ ଜିଲ୍ଲାର ୬୨ଟି, ମୟୁରଭଂଜ ଜିଲ୍ଲାର ୧୦୦ଟି, ବୌଦ୍ଧ ଜିଲ୍ଲାର ୨୩ଟି ହାଇସ୍କୁଲ ଏବଂ ନବରଙ୍ଗପୁର ଜିଲ୍ଲାର ୭୬ଟି ହାଇସ୍କୁଲ ଅନ୍ତର୍ଭୁକ୍ତ। ଏହାଦ୍ବାରା ତୃତୀୟ ପର୍ଯ୍ୟାୟରେ ପଞ୍ଚମ ଦିନରେ ସମୁଦାୟ ୧୮୧୬ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେଲା। ସୂଚନାଯୋଗ୍ୟ ଯେ ଗତ ଦୁଇଟି ପର୍ଯ୍ୟାୟରେ ରାଜ୍ୟରେ ୩୯୮୧ଟି ସ୍କୁଲ ରୂପାନ୍ତରିତ ହୋଇଥିଲା । ତିନୋଟି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୬୧୩୨ଟି ସ୍କୁଲ ରୂପାନ୍ତରିତ ହେବ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍କୁଲ ରୂପାନ୍ତରର ପ୍ରତ୍ୟେକ ସ୍ତରରେ ଜନସାଧାରଣ ସାମିଲ ହୋଇଛନ୍ତି। ସ୍କୁଲ ପରିଚାଳନା କମିଟିର ସଦସ୍ୟ, ଅଭିଭାବକ ଓ ସ୍ଥାନୀୟ ଜନସାଧାରଣ ରୂପାନ୍ତରିତ ସ୍କୁଲର ପରିକଳ୍ପନା ଠାରୁ ଆରମ୍ଭ କରି ରୂପାୟନର ସବୁ ସ୍ତରରେ ସଂଶ୍ଲିଷ୍ଟ ହୋଇଛନ୍ତି । କେଉଁ କାର୍ଯ୍ୟରେ କେତେ ଖର୍ଚ୍ଚ ହେଉଛି, ସେ ବିଷୟରେ ମଧ୍ୟ ସେମାନେ ଜାଣନ୍ତି। ତେଣୁ ସ୍କୁଲ ରୂପାନ୍ତର ହେଉଛି, ଜନ ଭାଗିଦାରୀର ଏକ ପ୍ରକୃଷ୍ଟ ଉଦାହରଣ । ଆଜି ସ୍କୁଲ ରୂପାନ୍ତରର ତୃତୀୟ ପର୍ଯ୍ୟାୟର ଚତୁର୍ଥ ଦିନରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି।

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ବିଧାୟକଗଣ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟିର ସଦସ୍ୟ, ଶିକ୍ଷକ ଶିକ୍ଷୟତ୍ରୀ ଓ ଅଭିଭାବକ ମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ୫-ଟି କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିଥିଲେ । ସେ କହିଥିଲେ ଯେ ୫-ଟି ହେଉଛି ଟେକ୍‌ନୋଲୋଜି, ଟିମ୍‌ୱାର୍କ, ଟ୍ରାନସ୍‌ପରେନ୍‌ସି ବା ସ୍ବଚ୍ଛତା ଏବଂ ଟାଇମ ବା ସମୟ । ଏସବୁର ପ୍ରୟୋଗରେ ଟ୍ରାନ୍‌ସଫରମେସନ ବା ରୂପାନ୍ତର ଆସିଥାଏ । ମୁଖ୍ୟମନ୍ତ୍ରୀ କହିଲେ ଯେ ଟେକ୍‌ନୋଲୋଜିର ପ୍ରୟୋଗରେ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍‌, କମ୍ପ୍ୟୁଟର ଓ ଆଧୁନିକ ଲାବୋରେଟୋରୀର ବିକାଶ କରାଯାଇଛି । ସେହିପରି ଏହି ରୂପାନ୍ତର କାମକୁ ସମସ୍ତଙ୍କ ମିଳିତ ଉଦ୍ୟମରେ କରାଯାଇଛି, ଯାହା ଟିମ୍‌ୱାର୍କର ପ୍ରତୀକ। ସମୟକୁ ଗୁରୁତ୍ବ ଦିଆଯାଇ ସମସ୍ତ କାମ ମଧ୍ୟ ଠିକ୍‌ ସମୟରେ ଶେଷ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏସବୁ କାମରେ ପ୍ରତି ସ୍ତରରେ ସ୍ବଚ୍ଛତା ବା ଟ୍ରାନ୍‌ସପରେନ୍‌ସି ରକ୍ଷା କରାଯାଇଛି। ସ୍ଥାନୀୟ ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରାଯାଇ କାମ କରାଯାଉଛି। ଭିଜନ ଡକ୍ୟୁମେଣ୍ଟ ଠାରୁ ଆରମ୍ଭ କରି ପ୍ରତ୍ୟେକ କାର୍ଯ୍ୟ ପାଇଁ ହେଉଥିବା ଖର୍ଚ୍ଚ ସଂପର୍କରେ ସମସ୍ତେ ସବୁ ବିଷୟରେ ଜାଣନ୍ତି । ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି । ଏସବୁ ଦ୍ବାରା ଆସିଛି ରୂପାନ୍ତର । ଯାହାକୁ ଆମେ ସବୁ ଦେଖିପାରୁଛୁ ଓ ଅନୁଭବ କରିପାରୁଛୁ ।

ଏହି ଅବସରରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଯୋଡି ହୋଇଥିବା ସ୍କୁଲ ଗୁଡିକରେ ଉପସ୍ଥିତ ଥିବା ଛାତ୍ରଛାତ୍ରୀ ମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ୫-ଟିର ଉପଯୋଗ ସଂପର୍କରେ ବୁଝାଇ କହିଲେ ଯେ ବର୍ତ୍ତମାନ ଯୁଗ ହେଉଛି ଟେକ୍‌ନୋଲୋଜିର ଯୁଗ । ଜୀବନର ସବୁ କ୍ଷେତ୍ରକୁ ଟେକ୍‌ନୋଲୋଜି ପ୍ରଭାବିତ କରୁଛି। ତେଣୁ ପିଲାମାନେ ନୂଆ ନୂଆ ଟେକ୍‌ନୋଲୋଜି ବିଷୟରେ ଜାଣିବାକୁ ଚେଷ୍ଟା କରିବା ଆବଶ୍ୟକ । ଏହାଦ୍ବାରା ସେମାନେ ଆଧୁନିକ ଯୁଗରେ ସବୁ କ୍ଷେତ୍ରରେ ଆଗରେ ରହିପାରିବେ।

ସେହିପରି ସମୟ ଉପରେ ଗୁରୁତ୍ବ ଦେବକୁ ପରାମର୍ଶ ଦେଇ ସେ କହିଲେ ଯେ ସମୟର ଗୁରୁତ୍ବ ସଂପର୍କରେ ସମସ୍ତେ ଜାଣିଛନ୍ତି। ତେଣୁ ପିଲାମାନେ ସମୟର ଉପଯୋଗ ଠିକ୍‌ ଭାବରେ କରିପାରିଲେ, ସବୁକ୍ଷେତ୍ରରେ ନିଶ୍ଚୟ ଆଗରେ ରହିବେ। ନିଜ ନିଜ ଜୀବନରେ ୫-ଟିର ଉପଯୋଗ ପାଇଁ ପିଲାଙ୍କୁ ପରାମର୍ଶ ଦେଇ ସେ କହିଲେ ଯେ ଏହାଦ୍ବାରା ସେମାନେ ଜୀବନର ସବୁ କ୍ଷେତ୍ରରେ ସଫଳ ହୋଇପାରିବେ । ଦ୍ବିତୀୟ ବିଷୟଟି ହେଉଛି ଟିମ୍‌ୱାର୍କ । ପିଲାମାନେ ମିଳିମିଶି କାମ କଲେ, ସଫଳତାର ସମ୍ଭାବନା ବଢିବ। କ୍ରୀଡ଼ା କ୍ଷେତ୍ରରେ ଟିମ୍‌ୱାର୍କ ଅତି ଜରୁରୀ ବୋଲି ସେ କହିଥିଲେ। ସେହିପରି ଜୀବନରେ ସାଧୁତା (Transparency ) ହେଉଛି ଏକ ଜରୁରୀ ଆବଶ୍ୟକତା । ସାଧୁତା ଦ୍ବାରା ମଣିଷର ବିଶ୍ବସନୀୟତା ବୃଦ୍ଧି ପାଏ। ଏସବୁର ପ୍ରୟୋଗ ଦ୍ବାରା ସେମାନଙ୍କ ଜୀବନରେ ଆସିବ ରୂପାନ୍ତର ବା ସଫଳତା।

ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ ଛାତ୍ରଛାତ୍ରୀ ମାନଙ୍କ ସଫଳତା ହେଉଛି ଓଡିଶାର ସଫଳତା । ୫-ଟି ସ୍କୁଲ ଗୁଡିକରେ ପିଲାମାନଙ୍କୁ ସବୁ ପ୍ରକାର ଆଧୁନିକ ସୁବିଧା ଦେବା ପାଇଁ ପ୍ରଚେଷ୍ଟା କରାଯାଇଛି। ପିଲାମାନେ ଏହାର ସୁଯୋଗ ନେଇ ନିଜ ପ୍ରତିଭାର ପରିଚୟ ପ୍ରଦାନ କରିପାରିଲେ, ସେମାନଙ୍କ ନିଜର ଓ ପରିବାରର ଗୌରବ ବୃଦ୍ଧି ହେବା ସହିତ ସାରା ଓଡିଶାର ଗୌରବ ବୃଦ୍ଧି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

କାର୍ଯ୍ୟକ୍ରମରେ ୫-ଟି ସ୍କୁଲ ରୂପାନ୍ତର ସଂପର୍କରେ ନିଜର ଅଭିଜ୍ଞତା ବର୍ଣ୍ଣନା କରି ଖୋର୍ଦ୍ଧା ଜିଲ୍ଲାର ଛାତ୍ରୀ ରୂପାଲି ଲୋକାମୁଦ୍ରା ପଣ୍ଡା, ବରଗଡର ଛାତ୍ରୀ ଚଞ୍ଚଳା ଧାରୁଆ, ମୟୁରଭଂଜର ସୋହାନୀ ଧଳ, ବୌଦ୍ଧର ସ୍ବାତୀ ସିମରନ ଚିନାର ଓ ନବରଂଗପୁରର ବୈଷ୍ଣବି ହରିଜନ ପ୍ରମୁଖ କହିଲେ ଯେ ୫-ଟି ସ୍କୁଲ ରୂପାନ୍ତର କେବଳ ଆମ ବିଦ୍ୟାଳୟର ଶୈକ୍ଷିକ ପରିବେଶକୁ ଉନ୍ନତ କରିଛି। ଏହାଦ୍ବାରା ଆମେ ଜୀବନରେ ନିଜ ପାଇଁ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିବୁ ବୋଲି ଦୃଢ ନିଶ୍ଚିତ ହୋଇଛୁ। ଏହାସହିତ ଆମ ରାଜ୍ୟ ଓଡିଶା ପାଇଁ ମଧ୍ୟ ନିଜର ଅବଦାନ ରଖିପାରିବୁ ବୋଲି ଭାବୁଛୁ। ସବୁ କ୍ଷେତ୍ରରେ ଓଡିଶାକୁ ଶ୍ରେଷ୍ଠ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନକୁ ସାକାର କରିବା ପାଇଁ ପିଲାମାନେ କହିଥିଲେ ଯେ ଆମ ନିଶ୍ଚୟ ପଢିବୁ, ବଢିବୁ ଓ ସବୁ କ୍ଷେତ୍ରରେ ଶ୍ରେଷ୍ଠ ହେବୁ।

ଏହାସହିତ ସରକାରୀ ସ୍କୁଲର ଛାତ୍ରଛାତ୍ରୀ ମାନଙ୍କ ପାଇଁ ମେଡିକାଲ ଓ ଇଂଜିନିଅରିଂ କଲେଜରେ ୧୫ ପ୍ରତିଶତ ସ୍ଥାନ ସଂରକ୍ଷଣ କରିଥିବାରୁ, ସେମାନଙ୍କ ସାକାର ହେବା ଆହୁରି ସହଜ ହୋଇଛି ବୋଲି ସେମାନେ କହିଥିଲେ। ସେମାନେ ସମସ୍ତେ ବଡ ହେଲେ ଡାକ୍ତର, ଶିକ୍ଷକ ଓ ଇଂଜିନିଅର ଆଦି ହେବାପାଇଁ ସ୍ବପ୍ନ ଦେଖିଛନ୍ତି ବୋଲି ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପ୍ରକାଶ କରିଥିଲେ । ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଆଶୀର୍ବାଦ ଦେଇଥିଲେ। କାର୍ଯ୍ୟକ୍ରମରେ ଉପସ୍ଥିତ ଖୋର୍ଦ୍ଧା ଜିଲ୍ଲାରେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା, ବରଗଡରେ ଅତାବିରା ବିଧାୟିକା ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ, ମୟୁରଭଂଜରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ, ବୌଦ୍ଧରେ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ପ୍ରଦୀପ କୁମାର ଅମାତ ଓ ନବରଂଗପୁରରେ ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ତଥା ଡାବୁଗାଁ ବିଧାୟକ ଶ୍ରୀ ମନୋହର ରନ୍ଧାରୀ ପ୍ରମୁଖ ସେମାନଙ୍କ ମତାମତ ରଖି କହିଥିଲେ ଯେ ସ୍କୁଲ ରୂପାନ୍ତର ଦ୍ବାରା ଶିକ୍ଷା ବାତାବରଣରେ ଉନ୍ନତି ଆସିବା ସହିତ ପିଲାମାନଙ୍କୁ ଡିଜିଟାଲ ଦୁନିଆ ସହିତ ଯୋଡି ପାରିଛି। ଏହାଦ୍ବାରା ସେମାନେ ଆଧୁନିକ ଯୁଗର ଟେକ୍‌ନୋଲୋଜି ସହିତ ନିଜକୁ ସାମିଲ କରିବାରେ ଅଧିକ ସହଜ ହୋଇପାରିବେ। ଏହା ସେମାନଙ୍କୁ ଭବିଷ୍ୟତରେ ସବୁ କ୍ଷେତ୍ରରେ ସଫଳ କରିବା ଦିଗରେ ସାହାଯ୍ୟ କରିବ ବୋଲି ସେମାନେ ମତ ଦେଇଥିଲେ ।କାର୍ଯ୍ୟକ୍ରମକୁ ପରିଚାଳନା କରି ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ କହିଥିଲେ ଯେ ସ୍କୁଲ ରୂପାନ୍ତରରେ ଯେଉଁ ସବୁ ସମ୍ପତ୍ତି ବା ଆସେଟ୍‌ ସୃଷ୍ଟି ହୋଇଛି, ସେ ସବୁ ସାରା ଓଡିଶାବାସୀଙ୍କ ଟଙ୍କାରେ ନିର୍ମିତ ହୋଇଛି ବୋଲି ପ୍ରକାଶ କରି ସେ କହିଲେ ଯେ ମାନ୍ୟବର ମୁଖ୍ୟମନ୍ତ୍ରୀ ସ୍କୁଲର ଆସେଟ୍‌ ଗୁଡିକର ରକ୍ଷଣାବେକ୍ଷେଣ ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରନ୍ତି । ତେଣୁ ଆପଣମାନେ ନିଜର ସମ୍ପତ୍ତି ଭଳି ସ୍କୁଲର ସମ୍ପତ୍ତିର ରକ୍ଷଣାବେକ୍ଷଣ କରିବେ ବୋଲି ମୁଖ୍ୟମନ୍ତ୍ରୀଙ୍କ ଆଶା ଓ ଭରସା ରହିଛି ବୋଲି ସେ କହିଥିଲେ । ଡିସେମ୍ବର ସୁଦ୍ଧା ରାଜ୍ୟର ସବୁ ସ୍କୁଲ ରୂପାନ୍ତରଣରେ ସାମିଲ ହେବ ବୋଲି ସେ କହିଥିଲେ ।

ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର-ତଥା-ଶାସନ ସଚିବ ଅଶ୍ବଥୀ ଏସ୍‌ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଓସେପାର ସ୍ବତନ୍ତ୍ର ପ୍ରୋଜେକ୍ଟ ଡାଇରେକ୍ଟର ଧନ୍ୟବାଦ ଅର୍ପଣ କରିଥିଲେ । ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।

କେନ୍ଦୁପତ୍ର ହିତାଧିକାରୀ ମାନଙ୍କୁ ମୁଖ୍ୟନ୍ତ୍ରୀଙ୍କ ଭେଟି…

{} କେନ୍ଦୁପତ୍ର ହିତାଧିକାରୀ ଦ୍ବିତୀୟ ପର୍ଯ୍ୟାୟରେ ୧୧୧ କୋଟି ଟଙ୍କା ସହୟତା ପାଇବେ, ଉପକୃତ ହେବେ ୮ ଲକ୍ଷରୁ ଅଧିକ ହିତାଧିକାରୀ

୨୦୨୨ ଫସଲ ବର୍ଷରେ ସର୍ବକାଳୀନ ରେକର୍ଡ ପରିମାଣର ସହାୟତା – ୧୯୪ କୋଟି।

() କେନ୍ଦୁପତ୍ର ହିତାଧିକାରୀ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଦ୍ବିତୀୟ ପର୍ଯ୍ୟାୟରେ ୧୧୧ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି । ୨୦୨୨ ଫସଲ ବର୍ଷ ପାଇଁ ଏହି ସହାୟତା ମିଳିବ। ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ୮୩ କୋଟି ଟଙ୍କାର ସହାୟତା ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ସିଧାସଳଖ ଜମା କରାଯାଇଛି । ଦୁଇଟି ପର୍ଯ୍ୟାୟକୁ ମିଶାଇ କେନ୍ଦୁପତ୍ର ହିତାଧିକାରୀମାନେ ୧୯୪ କୋଟି ଟଙ୍କାର ସହାୟତା ପାଇବେ, ଯାହା କି ଗୋଟିଏ ଫସଲ ବର୍ଷରେ ଏକ ସର୍ବକାଳୀନ ରେକର୍ଡ ।ରାଜ୍ୟ ସରକାରଙ୍କ ଏହି ଘୋଷଣା ଦ୍ବାରା ୮ ଲକ୍ଷରୁ ଅଧିକ କେନ୍ଦୁପତ୍ର ହିତାଧିକାରୀ ଉପକୃତ ହେବେ। ୭.୭୫ ଲକ୍ଷ କେନ୍ଦୁପତ୍ର ତୋଳାଳୀ ଏବଂ ୪୦ ହଜାର ବନ୍ଧାଳୀ ଓ ସିଜିନାଲ ଷ୍ଟାଫଙ୍କୁ ଏହି ସହାୟତା ମିଳିବ।

ପ୍ରତ୍ୟେକ ତୋଳାଳୀଙ୍କୁ ଏକ ହଜାର ଟଙ୍କାର ଆର୍ଥିକ ସହାୟତା ସହିତ ପାଣିବୋତଲ ଓ ଚପଲ ପାଇଁ ଯଥାକ୍ରମେ ୨୦୦ ଓ ୧୬୦ ଟଙ୍କା ମିଳିବ। ସେହିପରି ପ୍ରତ୍ୟେକ ବନ୍ଧାଳୀ ଓ ସିଜିନାଲ ଷ୍ଟାଫଙ୍କୁ ଆର୍ଥିକ ସହାୟତା ଭାବରେ ୧୫୦୦ ଟଙ୍କା ଦିଆଯିବ।କେନ୍ଦୁପତ୍ର ସଂଗ୍ରହ ହେଉଥିବା ରାଜ୍ୟର ୨୨ଟି ଜିଲ୍ଲା ମଧ୍ୟରୁ ଝାରସୁଗୁଡା ବ୍ୟତୀତ ଅନ୍ୟ ସମସ୍ତ ଜିଲ୍ଲାର ହିତାଧିକାରୀମାନେ ଏହି ସହାୟତା ପାଇବେ । ନିର୍ବାଚନ ଆଚରଣ ବିଧି ଉଠିବା ପରେ ଝାରସୁଗୁଡାର ହିତାଧିକାରୀମାନଙ୍କୁ ଏହି ସହାୟତା ମିଳିବ।

ସୂଚନାଯୋଗ୍ୟ ଯେ ପ୍ରଥମ ପର୍ଯ୍ୟାୟରେ ହିତାଧିକାରୀ ମାନଙ୍କୁ ୮୩ କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। କେନ୍ଦୁପତ୍ର ହିତାଧିକାରୀ ମାନେ, ଯେଉଁମାନେ କି ମୁଖ୍ୟତଃ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଅଟନ୍ତି, ସେମାନଙ୍କ ଜୀବନଧାରଣ ମାନର ଉନ୍ନତିରେ ଏହି ଘୋଷଣା ସହାୟକ ହେବ।

ଜନସାଧାରଣଙ୍କ ଭାଗିଦାରୀର ପ୍ରକୃଷ୍ଟ ଉଦାହରଣ ହେଉଛି ସ୍କୁଲ ରୂପାନ୍ତର -ମୁଖ୍ୟମନ୍ତ୍ରୀ…

() ୫-ଟି ସ୍କୁଲ ରୂପାନ୍ତରଣର ତୃତୀୟ ପର୍ଯ୍ୟାୟର ଚତୁର୍ଥ ଦିନ,

ଆଜି ଚତୁର୍ଥ ଦିନରେ ୫ଟି ଜିଲ୍ଲାର ୩୫୯ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ।

ଜନସାଧାରଣଙ୍କ ଭାଗିଦାରୀର ପ୍ରକୃଷ୍ଟ ଉଦାହରଣ ହେଉଛି ସ୍କୁଲ ରୂପାନ୍ତର -ମୁଖ୍ୟମନ୍ତ୍ରୀ।

ଆମେ ସବୁଥିରେ ଶ୍ରେଷ୍ଠ ହେବୁ, ମୁଖ୍ୟମନ୍ତ୍ରୀଙ୍କ ଆଶା ଭରସାକୁ ପୂରଣ କରିବୁ – ଗଭୀର ଆତ୍ମବିଶ୍ବାସ ପ୍ରକାଶ କଲେ ଛାତ୍ରଛାତ୍ରୀ।

{} ସ୍କୁଲ ରୂପାନ୍ତରର ପ୍ରତ୍ୟେକ ସ୍ତରରେ ଜନସାଧାରଣ ସାମିଲ ହୋଇଛନ୍ତି। ସ୍କୁଲ ପରିଚାଳନା କମିଟିର ସଦସ୍ୟ, ଅଭିଭାବକ ଓ ସ୍ଥାନୀୟ ଜନସାଧାରଣ ରୂପାନ୍ତରିତ ସ୍କୁଲର ପରିକଳ୍ପନା ଠାରୁ ଆରମ୍ଭ କରି ରୂପାୟନର ସବୁ ସ୍ତରରେ ସଂଶ୍ଲିଷ୍ଟ ହୋଇଛନ୍ତି । କେଉଁ କାର୍ଯ୍ୟରେ କେତେ ଖର୍ଚ୍ଚ ହେଉଛି, ସେ ବିଷୟରେ ମଧ୍ୟ ସେମାନେ ଜାଣନ୍ତି। ତେଣୁ ସ୍କୁଲ ରୂପାନ୍ତର ହେଉଛି, ଜନ ଭାଗିଦାରୀର ଏକ ପ୍ରକୃଷ୍ଟ ଉଦାହରଣ । ଆଜି ସ୍କୁଲ ରୂପାନ୍ତରର ତୃତୀୟ ପର୍ଯ୍ୟାୟର ଚତୁର୍ଥ ଦିନରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି।

ଆଜି ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ତୃତୀୟ ପର୍ଯ୍ୟାୟର ଚତୁର୍ଥ ଦିନରେ ଆଜି ୫ଟି ଜିଲ୍ଲାର ୩୫୯ଟି ରୂପାନ୍ତରିତ ହାଇସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଛନ୍ତି । ଏଥିରେ ଭଦ୍ରକ ଜିଲ୍ଲାର ୧୨୪ଟି ହାଇସ୍କୁଲ, କନ୍ଧମାଳ ଜିଲ୍ଲାର ୭୭ଟି, ଢେଙ୍କାନାଳ ଜିଲ୍ଲାର ୩୫ଟି, ଗଜପତି ଜିଲ୍ଲାର ୮୦ଟି ହାଇସ୍କୁଲ ଏବଂ ସୁବର୍ଣ୍ଣପୁର ଜିଲ୍ଲାର ୪୩ଟି ହାଇସ୍କୁଲ ଅନ୍ତର୍ଭୁକ୍ତ। ଏହାଦ୍ବାରା ତୃତୀୟ ପର୍ଯ୍ୟାୟରେ ଚତୁର୍ଥ ଦିନରେ ସମୁଦାୟ ୧୪୯୩ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେଲା। ସୂଚନାଯୋଗ୍ୟ ଯେ ଗତ ଦୁଇଟି ପର୍ଯ୍ୟାୟରେ ରାଜ୍ୟରେ ୩୯୮୧ଟି ସ୍କୁଲ ରୂପାନ୍ତରିତ ହୋଇଛି । ତିନୋଟି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୬୧୩୨ଟି ସ୍କୁଲ ରୂପାନ୍ତରିତ ହେବ ।

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ବିଧାୟକଗଣ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟିର ସଦସ୍ୟ, ଶିକ୍ଷକ ଶିକ୍ଷୟତ୍ରୀ ଓ ଅଭିଭାବକ ମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ୫-ଟି କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିଥିଲେ । ସେ କହିଥିଲେ ଯେ ୫-ଟି ହେଉଛି ଟେକ୍‌ନୋଲୋଜି, ଟିମ୍‌ୱାର୍କ, ଟ୍ରାନସ୍‌ପରେନ୍‌ସି ବା ସ୍ବଚ୍ଛତା ଏବଂ ଟାଇମ ବା ସମୟ । ଏସବୁର ପ୍ରୟୋଗରେ ଟ୍ରାନ୍‌ସଫରମେସନ ବା ରୂପାନ୍ତର ଆସିଥାଏ । ମୁଖ୍ୟମନ୍ତ୍ରୀ କହିଲେ ଯେ ଟେକ୍‌ନୋଲୋଜିର ପ୍ରୟୋଗରେ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍‌, କମ୍ପ୍ୟୁଟର ଓ ଆଧୁନିକ ଲାବୋରେଟୋରୀର ବିକାଶ କରାଯାଇଛି । ସେହିପରି ଏହି ରୂପାନ୍ତର କାମକୁ ସମସ୍ତଙ୍କ ମିଳିତ ଉଦ୍ୟମରେ କରାଯାଇଛି, ଯାହା ଟିମ୍‌ୱାର୍କର ପ୍ରତୀକ। ସମୟକୁ ଗୁରୁତ୍ବ ଦିଆଯାଇ ସମସ୍ତ କାମ ମଧ୍ୟ ଠିକ୍‌ ସମୟରେ ଶେଷ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏସବୁ କାମରେ ପ୍ରତି ସ୍ତରରେ ସ୍ବଚ୍ଛତା ବା ଟ୍ରାନ୍‌ସପରେନ୍‌ସି ରକ୍ଷା କରାଯାଇଛି। ସ୍ଥାନୀୟ ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରାଯାଇ କାମ କରାଯାଉଛି। ଭିଜନ ଡକ୍ୟୁମେଣ୍ଟ ଠାରୁ ଆରମ୍ଭ କରି ପ୍ରତ୍ୟେକ କାର୍ଯ୍ୟ ପାଇଁ ହେଉଥିବା ଖର୍ଚ୍ଚ ସଂପର୍କରେ ସମସ୍ତେ ସବୁ ବିଷୟରେ ଜାଣନ୍ତି । ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି । ଏସବୁ ଦ୍ବାରା ଆସିଛି ରୂପାନ୍ତର । ଯାହାକୁ ଆମେ ସବୁ ଦେଖିପାରୁଛୁ ଓ ଅନୁଭବ କରିପାରୁଛୁ ।ଏହି ଅବସରରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଯୋଡି ହୋଇଥିବା ସ୍କୁଲ ଗୁଡିକରେ ଉପସ୍ଥିତ ଥିବା ଛାତ୍ରଛାତ୍ରୀ ମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ୫-ଟିର ଉପଯୋଗ ସଂପର୍କରେ ବୁଝାଇ କହିଲେ ଯେ ବର୍ତ୍ତମାନ ଯୁଗ ହେଉଛି ଟେକ୍‌ନୋଲୋଜିର ଯୁଗ । ଜୀବନର ସବୁ କ୍ଷେତ୍ରକୁ ଟେକ୍‌ନୋଲୋଜି ପ୍ରଭାବିତ କରୁଛି। ତେଣୁ ପିଲାମାନେ ନୂଆ ନୂଆ ଟେକ୍‌ନୋଲୋଜି ବିଷୟରେ ଜାଣିବାକୁ ଚେଷ୍ଟା କରିବା ଆବଶ୍ୟକ । ଏହାଦ୍ବାରା ସେମାନେ ଆଧୁନିକ ଯୁଗରେ ସବୁ କ୍ଷେତ୍ରରେ ଆଗରେ ରହିପାରିବେ।

ସେହିପରି ସମୟ ଉପରେ ଗୁରୁତ୍ବ ଦେବକୁ ପରାମର୍ଶ ଦେଇ ସେ କହିଲେ ଯେ ସମୟର ଗୁରୁତ୍ବ ସଂପର୍କରେ ସମସ୍ତେ ଜାଣିଛନ୍ତି। ତେଣୁ ପିଲାମାନେ ସମୟର ଉପଯୋଗ ଠିକ୍‌ ଭାବରେ କରିପାରିଲେ, ସବୁକ୍ଷେତ୍ରରେ ନିଶ୍ଚୟ ଆଗରେ ରହିବେ। ନିଜ ନିଜ ଜୀବନରେ ୫-ଟିର ଉପଯୋଗ ପାଇଁ ପିଲାଙ୍କୁ ପରାମର୍ଶ ଦେଇ ସେ କହିଲେ ଯେ ଏହାଦ୍ବାରା ସେମାନେ ଜୀବନର ସବୁ କ୍ଷେତ୍ରରେ ସଫଳ ହୋଇପାରିବେ । ଦ୍ବିତୀୟ ବିଷୟଟି ହେଉଛି ଟିମ୍‌ୱାର୍କ । ପିଲାମାନେ ମିଳିମିଶି କାମ କଲେ, ସଫଳତାର ସମ୍ଭାବନା ବଢିବ। କ୍ରୀଡ଼ା କ୍ଷେତ୍ରରେ ଟିମ୍‌ୱାର୍କ ଅତି ଜରୁରୀ ବୋଲି ସେ କହିଥିଲେ। ସେହିପରି ଜୀବନରେ ସାଧୁତା (Transparency ) ହେଉଛି ଏକ ଜରୁରୀ ଆବଶ୍ୟକତା । ସାଧୁତା ଦ୍ବାରା ମଣିଷର ବିଶ୍ବସନୀୟତା ବୃଦ୍ଧି ପାଏ। ଏସବୁର ପ୍ରୟୋଗ ଦ୍ବାରା ସେମାନଙ୍କ ଜୀବନରେ ଆସିବ ରୂପାନ୍ତର ବା ସଫଳତା। ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ ଛାତ୍ରଛାତ୍ରୀ ମାନଙ୍କ ସଫଳତା ହେଉଛି ଓଡିଶାର ସଫଳତା । ୫-ଟି ସ୍କୁଲ ଗୁଡିକରେ ପିଲାମାନଙ୍କୁ ସବୁ ପ୍ରକାର ଆଧୁନିକ ସୁବିଧା ଦେବା ପାଇଁ ପ୍ରଚେଷ୍ଟା କରାଯାଇଛି। ପିଲାମାନେ ଏହାର ସୁଯୋଗ ନେଇ ନିଜ ପ୍ରତିଭାର ପରିଚୟ ପ୍ରଦାନ କରିପାରିଲେ, ସେମାନଙ୍କ ନିଜର ଓ ପରିବାରର ଗୌରବ ବୃଦ୍ଧି ହେବା ସହିତ ସାରା ଓଡିଶାର ଗୌରବ ବୃଦ୍ଧି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

କାର୍ଯ୍ୟକ୍ରମରେ ୫-ଟି ସ୍କୁଲ ରୂପାନ୍ତର ସଂପର୍କରେ ନିଜର ଅଭିଜ୍ଞତା ବର୍ଣ୍ଣନା କରି ଭଦ୍ରକର ଛାତ୍ରୀ ଆୟୁଷା ମଲ୍ଲିକ, କନ୍ଧମାଳର ଛାତ୍ରୀ ପ୍ରମୋଦିନୀ ନାୟକ, ଢେଙ୍କାନାଳର ଭାଗ୍ୟଶ୍ରୀ ବେହେରା, ଗଜପତିର ମମତା ଗମାଙ୍ଗୋ ଓ ସୁବର୍ଣ୍ଣପୁରର ବର୍ଷା ସାହୁ ପ୍ରମୁଖ କହିଲେ ଯେ ୫-ଟି ସ୍କୁଲ ରୂପାନ୍ତର କେବଳ ଆମ ବିଦ୍ୟାଳୟର ଭୌତିକ ଓ ଶୈକ୍ଷିକ ପରିବେଶକୁ ଉନ୍ନତ କରିନାହିଁ, ତା ସହିତ ଆମର ଆତ୍ମବିଶ୍ବାସ ଉପରେ ମଧ୍ୟ ଗଭୀର ପ୍ରଭାବ ପକାଇଛି । ନିଜ ଉପରେ ଆମର ଭରସା ବଢିଛି। ଆମ ପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନ ରହିଛି ଓଡିଶାକୁ ସବୁ କ୍ଷେତ୍ରରେ ଶ୍ରେଷ୍ଠ କରିବା ପାଇଁ । ଆମେ ଆଜି କଥା ଦେଉଛୁ ଯେ ଆମେ ପଢିବୁ, ବଢିବୁ ଓ ସବୁ କ୍ଷେତ୍ରରେ ଶ୍ରେଷ୍ଠ ହୋଇ ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନକୁ ସାକାର କରିବୁ ।

ଏହାସହିତ ସରକାରୀ ସ୍କୁଲର ଛାତ୍ରଛାତ୍ରୀ ମାନଙ୍କ ପାଇଁ ମେଡିକାଲ ଓ ଇଂଜିନିଅରିଂ କଲେଜରେ ୧୫ ପ୍ରତିଶତ ସ୍ଥାନ ସଂରକ୍ଷଣ କରିଥିବାରୁ, ସେମାନଙ୍କ ସାକାର ହେବା ଆହୁରି ସହଜ ହୋଇଛି ବୋଲି ସେମାନେ କହିଥିଲେ। ସେମାନେ ସମସ୍ତେ ବଡ ହେଲେ ଡାକ୍ତର, ଶିକ୍ଷକ, ଇଂଜିନିଅର ଓ ବୈଜ୍ଞାନିକ ଆଦି ହେବାପାଇଁ ସ୍ବପ୍ନ ଦେଖିଛନ୍ତି ବୋଲି ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପ୍ରକାଶ କରିଥିଲେ । ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଆଶୀର୍ବାଦ ଦେଇଥିଲେ।

କାର୍ଯ୍ୟକ୍ରମରେ ଉପସ୍ଥିତ ଭଦ୍ରକ ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ତଥା ଚାନ୍ଦବାଲି ବିଧାୟକ ଡଃ ବ୍ୟୋମକେଶ ରାଏ, କନ୍ଧମାଳ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ନନ୍ଦିନୀ ମଲ୍ଲିକ, ଢେଙ୍କାନାଳ ସାଂସଦ ଶ୍ରୀ ମହେଶ ସାହୁ, ଗଜପତିରେ ବ୍ରହ୍ମପୁର ସାଂସଦ ଶ୍ରୀ ଚନ୍ଦ୍ରଶେଖର ସାହୁ ଏବଂ ସୁବର୍ଣ୍ଣପୁରରେ ଅର୍ଥମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ ପ୍ରମୁଖ ସେମାନଙ୍କ ମତାମତ ରଖି କହିଥିଲେ ଯେ ସ୍କୁଲ ରୂପାନ୍ତର ଆଗାମୀ ପୀଢିର ଭବିଷ୍ୟତକୁ ଉଜ୍ଜଳ କରିଛି। ଏହା ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିର ପ୍ରକୃଷ୍ଟ ନିଦର୍ଶନ। ଓଡିଶାକୁ ସବୁ କ୍ଷେତ୍ରରେ ଆଜି ନମ୍ବର ୱାନ କରିବା ସହିତ ଆଜି ମୁଖ୍ୟମନ୍ତ୍ରୀ ରାଜ୍ୟର ଭବିଷ୍ୟତକୁ ମଧ୍ୟ ସୁରକ୍ଷିତ କରିବା ପାଇଁ ବଳିଷ୍ଠ ପଦକ୍ଷେପ ନେଇଛନ୍ତି ବୋଲି ସେମାନେ କହିଥିଲେ।

କାର୍ଯ୍ୟକ୍ରମକୁ ପରିଚାଳନା କରି ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ କହିଥିଲେ ଯେ ସ୍କୁଲ ରୂପାନ୍ତରରେ ଯେଉଁ ସବୁ ସମ୍ପତ୍ତି ବା ଆସେଟ୍‌ ସୃଷ୍ଟି ହୋଇଛି, ସେ ସବୁ ସାରା ଓଡିଶାବାସୀଙ୍କ ଟଙ୍କାରେ ନିର୍ମିତ ହୋଇଛି ବୋଲି ପ୍ରକାଶ କରି ସେ କହିଲେ ଯେ ମାନ୍ୟବର ମୁଖ୍ୟମନ୍ତ୍ରୀ ସ୍କୁଲର ଆସେଟ୍‌ ଗୁଡିକର ରକ୍ଷଣାବେକ୍ଷେଣ ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରନ୍ତି । ତେଣୁ ଆପଣମାନେ ନିଜର ସମ୍ପତ୍ତି ଭଳି ସ୍କୁଲର ସମ୍ପତ୍ତିର ରକ୍ଷଣାବେକ୍ଷଣ କରିବେ ବୋଲି ମୁଖ୍ୟମନ୍ତ୍ରୀଙ୍କ ଆଶା ଓ ଭରସା ରହିଛି ବୋଲି ସେ କହିଥିଲେ । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର-ତଥା-ଶାସନ ସଚିବ ଅଶ୍ବଥୀ ଏସ୍‌ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଓସେପାର ସ୍ବତନ୍ତ୍ର ପ୍ରୋଜେକ୍ଟ ଡାଇରେକ୍ଟର ଧନ୍ୟବାଦ ଅର୍ପଣ କରିଥିଲେ । ଉଚ୍ଚଶିକ୍ଷା ବିଭାଗ, ସାମାଜିକ ସୁରକ୍ଷା ବିଭାଗ ଓ ଅନ୍ୟାନ୍ୟ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।

ବିକାଶ ହେବ ରଘୁନାଥ ମୁର୍ମୁଙ୍କ ସମାଧି ପୀଠ…

() ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପୀଠର ବିକାଶ ପାଇଁ ୧୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ।

{} ଅଲଚିକି ଲିପିର ଉଦ୍‌ଭାବକ ଗୁରୁ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପୀଠର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୧୦ କୋଟି ଟଙ୍କା ମଂଜୁର କରିଛନ୍ତି ।ସାନ୍ତାଳି ସମାଜ ଓ ସାନ୍ତାଳୀ ଭାଷା ଓ ସାହିତ୍ୟ ପ୍ରତି ଗୁରୁ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଅବଦାନ ସର୍ବଜନ ବିଦିତ। ପଣ୍ଡିତ ମୁର୍ମୁ ଅଲଚିକି ଲିପି ଉଦ୍‌ଭାବନ କରି ସାନ୍ତାଳି ସମାଜର ସାଂସ୍କୃତିକ ପରିଚୟକୁ ସୁଦୃଢ କରିଯାଇଛନ୍ତି । ସାନ୍ତାଳି ଲିପି ଏକ ବିଜ୍ଞାନ ସମ୍ମତ ଲିପି ଭାବରେ ମଧ୍ୟ ସ୍ବୀକୃତି ପାଇଛି। ସାନ୍ତାଳି ଭାଷାରେ ଅଲିଚିକି ଲିପିରେ ସେ ଅନେକ କାଳଜୟୀ ସାହିତ୍ୟ ସୃଷ୍ଟି କରିଛନ୍ତି । ତାଙ୍କର କାଳଜୟୀ କୃତୀ ପାଇଁ ସେ କେବଳ ସାନ୍ତାଳି ସମାଜ ନୁହେଁ, ସମଗ୍ର ଭାରତୀୟ ସାହିତ୍ୟ ଜଗତରେ ସ୍ମରଣୀୟ ହୋଇ ରହିଛନ୍ତି । ସାନ୍ତାଳି ସମାଜ ପାଇଁ ତାଙ୍କର ମହାନ ଅବଦାନ ତାଙ୍କୁ ସବୁବେଳେ ପୂଜନୀୟ କରି ରଖିଛି । ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସ୍ମୃତିରେ ରାଜ୍ୟ ସରକାର ବାରିପଦା ମେଡିକାଲ କଲେଜକୁ ତାଙ୍କ ନାମରେ ନାମିତ କରିଛନ୍ତି । ସାନ୍ତାଳି ଜାତି ପ୍ରତି ପଣ୍ଡିତ ମୁର୍ମୁଙ୍କ ଅବଦାନକୁ ସମ୍ମାନ ଜଣାଇ ରାଜ୍ୟ ସରକାର ତାଙ୍କ ଜୟନ୍ତୀ ବୁଦ୍ଧ ପୂର୍ଣ୍ଣିମାକୁ ମଧ୍ୟ ସରକାରୀ ଛୁଟି ଭାବରେ ଘୋଷଣା କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଗତ ମାର୍ଚ୍ଚ ୨ ଓ ୩ ଦୁଇ ଦିନ ଧରି ମୟୁରଭଂଜ ଗସ୍ତରେ ଯାଇଥିବା ବେଳେ ଦାଣ୍ଡବୋସ ଯାଇ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପରିଦର୍ଶନ କରିଥିଲେ ଏବଂ ବାରିପଦାସ୍ଥିତ ପଣ୍ଡିତ ମୁର୍ମୁଙ୍କ ବାସଭବନକୁ ମଧ୍ୟ ଯାଇଥିଲେ । ତାଙ୍କ ସ୍ମୃତି ପୀଠର ବିକାଶ ପାଇଁ ରାଜ୍ୟ ସରକାର ପଦକ୍ଷେପ ନେବେ ବୋଲି ସେ ସାନ୍ତାଳି ଭାଇଭଉଣୀଙ୍କ ସହ ଆଲୋଚନା ବେଳେ ଶ୍ରୀ ପାଣ୍ଡିଆନ ପ୍ରତିଶୃତି ଦେଇଥିଲେ। ତଦ୍‌ନୁଯାୟୀ ସେଥିପାଇଁ ଏକ ବିସ୍ତୁତ ଯୋଜନା ପ୍ରସ୍ତୁତ କରିବା ପାଇଁ ସେ ପ୍ରଶାସନକୁ ପରାମର୍ଶ ଦେଇଥିଲେ ।

ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ଅଞ୍ଚଳର ବିକାଶ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଦିଆଯାଇଥିବା ଯୋଜନାକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ପ୍ରଦାନ କରିଛନ୍ତି । ତଦନୁଯାୟୀ ଦାଣ୍ଡବୋସ-କାପିବୁରୁ ଠାରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କର ସମାଧୀ ପୀଠର ବିକାଶ ପାଇଁ ୭୫ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ । ସେହିପରି ଆଉ ୭୫ ଲକ୍ଷ ଟଙ୍କା ଖର୍ଚ୍ଚରେ ସେଠାରେ ଧ୍ୟାନକେନ୍ଦ୍ର ମଧ୍ୟ ସ୍ଥାପନ କରାଯିବ। ଏତଦ୍‌ବ୍ୟତୀତ କାପିବୁରୁର ପାଚେରୀ ଓ ସଂଯୋଗ ରାସ୍ତାର ବିକାଶ ପାଇଁ ୩ କୋଟି ଟଙ୍କା ଖର୍ଚ୍ଚ କରିବାର ଯୋଜନା ଥିବାବେଳେ, ସେଠାରେ ଏକ ଅଡିଟୋରିମ ଓ ଗବେଷଣା କେନ୍ଦ୍ର ପାଇଁ ୨ କୋଟି ଟଙ୍କା ଖର୍ଚ୍ଚ କରାଯିବ। ସେଠାରୁ ଆସୁଥିବା ପର୍ଯ୍ୟଟକ ମାନଙ୍କ ସୁବିଧା ପାଇଁ Dormitory ଓ ଅନ୍ୟାନ୍ୟ ସୁବିଧା ପାଇଁ ୧ କୋଟି ଟଙ୍କା ଖର୍ଚ୍ଚ କରାଯିବ। କାପିବୁରୁର ସୌନ୍ଦର୍ଯ୍ୟକରଣ ଓ ସ୍ବାଗତତୋରଣ ପାଇଁ ୭୦ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ। ଦାଣ୍ଡବୋସ, ବିଦୁ ଚାନ୍ଦାନ ବାହାଗାଳର ବିକାଶ ତଥା ମାରାଙ୍ଗ-ଆହାରା ପୁଷ୍କରିଣୀ ପାଇଁ ୧ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏତଦ୍‌ବ୍ୟତୀତ ପାନୀୟ ଜଳ, ବିଦ୍ୟୁତକରଣ ପାଇଁ ୮୦ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ ବୋଲି ସ୍ଥିର କରାଯାଇଛି ।

୫-ଟି ଉପକ୍ରମରେ ଏ ସମସ୍ତ କାର୍ଯ୍ୟ ପୂର୍ତ୍ତ ବିଭାଗ ଦ୍ବାରା ସଂପାଦନ କରାଯିବ । ଖୁବଶୀଘ୍ର କାମ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।

୭ରେ ଦୀପାଳିଙ୍କ ପାଇଁ ପ୍ରଚାର କରିବେ ନବୀନ…

() ମେ ୧୦ତାରିଖ ଝାରସୁଗୁଡ଼ା ଉପ ନିର୍ବାଚନ l ଉପ ନିର୍ବାଚନ ପାଇଁ ଜୋରଦାର ହୋଇଛି ପ୍ରଚାର l ବିଜେଡି ପ୍ରାର୍ଥୀ ଦୀପାଳି ଦାସ ଙ୍କ ପାଇଁ ଭୋଟ ମାଗିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକl ଆଉ ସେହିଦିନ ଝାରସୁଗୁଡାରେ ହେବ ହାଇ ଭୋଲ୍ଟେଜ ପ୍ରଚାର l ନବୀନ ପଟ୍ଟନାୟକ ପ୍ରଚାର ମଇଦାନକୁ ଓହ୍ଲାଇଲେ ବିଜେଡି ସପକ୍ଷରେ ଏକ ପାଖିଆ ଭୋଟ ହେବ ତାହା ଆକଳନ କରିଛନ୍ତି ରାଜନୈତିକ ସମୀକ୍ଷକ l ଏବେ ଗ୍ରାଉଣ୍ଡରେ ବିଜେଡି ର ବରିଷ୍ଠ ନେତା ମାନେ ଘର ଘର୍ ବୁଲି ଦିପାଳୀଙ୍କ ପାଇଁ ଭୋଟ ଭିକ୍ଷା କରୁଛନ୍ତି l 7 ତାରିଖରେ ମୁଖ୍ୟମନ୍ତ୍ରୀ ଝାରସୁଗୁଡ଼ା ବ୍ଲକରେ ନିର୍ବାଚନୀ ସଭା କରିବାର କାର୍ଯ୍ୟକ୍ରମ ରହିଛି l

ଆଇଆଇଏମ୍‍ସିରେ ଓଡ଼ିଆ ସାମ୍ବାଦିକତା ପାଠ୍ୟକ୍ରମରେ ନାମଲେଖା ପ୍ରକ୍ରିୟା ଆରମ୍ଭ…..

() ଆଇଆଇଏମ୍‍ସିରେ ଓଡ଼ିଆ ସାମ୍ବାଦିକତା ପାଠ୍ୟକ୍ରମରେ ନାମଲେଖା ପ୍ରକ୍ରିୟା ଆରମ୍ଭ ,

ଆବେଦନର ଶେଷ ତାରିଖ ମେ ୨୨…

{} ଭାରତୀୟ ଜନ ସଞ୍ଚାର ସଂସ୍ଥାନ (ଆଇଆଇଏମ୍‍ସି)ରେ ଓଡ଼ିଆ, ଉର୍ଦ୍ଦୁ, ମରାଠୀ ଓ ମାଲାୟଲମ ସାମ୍ବାଦିକତାରେ ସ୍ନାତକୋତ୍ତର ଡିପ୍ଲୋମା ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି । ୨୦୨୩-୨୪ ଶିକ୍ଷା ବର୍ଷରେ ନାମଲେଖା ପାଇଁ ଇଚ୍ଛୁକ ଶିକ୍ଷାର୍ଥୀମାନେ ମେ ୨୨ ତାରିଖ ପୂର୍ବରୁ ଆବେଦନ କରିପାରିବେ । ଆଇଆଇଏମ୍‍ସିର ୱେବ୍‍ସାଇଟ୍‍ iimc.gov.inରେ ଆବେଦନ ପତ୍ର ଉପଲବ୍ଧ ରହିଛି । ଜୁନ ୧୮ ତାରିଖରେ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ ବୋଲି ସଂସ୍ଥାନ ପକ୍ଷରୁ ସୂଚନା ଦିଆଯାଇଛି । ଆଇଆଇଏମ୍‍ସିର ଆଡ୍‍ମିଶନ ଇନ୍‍ଚାର୍ଜ ପ୍ରଫେସର ରାକେଶ କୁମାର ଗୋସ୍ୱାମୀ କହିଛନ୍ତି, ଆଇଆଇଏମ୍‍ସି ଢେଙ୍କାନାଳରେ ଓଡ଼ିଆ ସାମ୍ବାଦିକତାରେ ସ୍ନାତକୋତ୍ତର ଡିପ୍ଲୋମା, ନୂଆଦିଲ୍ଲୀ କ୍ୟାମ୍ପସ୍‍ରେ ଉର୍ଦ୍ଦୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିପ୍ଲୋମା, କୋଟ୍ଟାୟମ୍‍ କ୍ୟାମ୍ପସ୍‍ରେ ମାଲାୟଲମ୍‍ ସାମ୍ବାଦିକତାରେ ସ୍ନାତକୋତ୍ତର ଡିପ୍ଲୋମା ଓ ଅମରାବତୀ କ୍ୟାମ୍ପସ୍‍ରେ ମରାଠୀ ସାମ୍ବାଦିକତାରେ ସ୍ନାତକୋତ୍ତର ଡିପ୍ଲୋମା ପାଠ୍ୟକ୍ରମ ପ୍ରଦାନ କରାଯାଉଛି । ଏସବୁ ପାଠ୍ୟକ୍ରମରେ ନାମଲେଖା ପାଇଁ ଜୁନ ୧୮ ତାରିଖ ପୂର୍ବାହ୍ଣ ୧୧ଟାରୁ ୨ଟା ପର୍ଯ୍ୟନ୍ତ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ । ପ୍ରବେଶିକା ପରୀକ୍ଷାରେ ସାଧାରଣ ଜ୍ଞାନ ସହ ଗଣମାଧ୍ୟମ ଓ ଗଣ ଯୋଗାଯୋଗ ସମ୍ପର୍କିତ ପ୍ରଶ୍ନ ଆସିବ । ସେହିପରି ଜୁନ୍‍ ୩୦ରେ ପ୍ରବେଶିକା ପରୀକ୍ଷାର ଫଳାଫଳ ବାହାରିବାର ଅଛି । ତା’ପରେ ନାମଲେଖାର ପରବର୍ତ୍ତୀ ପ୍ରକ୍ରିୟା ଆରମ୍ଭ ହେବ ।

ପ୍ରଫେସର ଗୋସ୍ୱାମୀ ଆହୁରି କହିଛନ୍ତି, ଯେଉଁ ପ୍ରାର୍ଥୀମାନେ ମଞ୍ଜୁରୀପ୍ରାପ୍ତ ବିଶ୍ୱବିଦ୍ୟାଳୟରୁ କୌଣସି ବିଷୟରେ ସ୍ନାତକ ଡିଗ୍ରୀ ହାସଲ କରିଛନ୍ତି ସେମାନେ ଏହି ପ୍ରବେଶିକା ପରୀକ୍ଷା ପାଇଁ ଆବେଦନ କରିପାରିବେ । ସେହିପରି ସ୍ନାତକ ଶେଷ ବର୍ଷ ବା ଶେଷ ସେମିଷ୍ଟରର ଶିକ୍ଷାର୍ଥୀମାନେ ମଧ୍ୟ ଆବେଦନ କରିପାରିବେ । ଯଦି ସେମାନେ ନାମଲେଖା ପାଇଁ ଚୟନ ହୁଅନ୍ତି, ତେବେ ସେମାନଙ୍କୁ ୨୦୨୩ ସେପ୍ଟେମ୍ବର ୩୦ ତାରିଖ ସୁଦ୍ଧା ବିଶ୍ୱବିଦ୍ୟାଳୟ ବା ମହାବିଦ୍ୟାଳୟରୁ ଅରିଜିନାଲ ପ୍ରୋଭିଜିନାଲ୍‍ ମାର୍କ-ସିଟ୍‍ ବା ସାର୍ଟିଫିକେଟ୍‍ ଦେବାକୁ ହେବ । ଆଇଆଇଏମ୍‍ସି କାର୍ଯ୍ୟାଳୟରେ ଯାଞ୍ଚ ପାଇଁ ଅରିଜିନାଲ୍‍ ଡିଗ୍ରୀ ସାର୍ଟିଫିକେଟ୍‍ ଯଦି ଦାଖଲ କରନ୍ତି, ତେବେ ସେମାନଙ୍କୁ ଡିପ୍ଲୋମା ଉପାଧି ପ୍ରଦାନ କରାଯିବ ନହେଲେ ସେମାନଙ୍କ ନାମଲେଖାକୁ ଗ୍ରହଣ କରାଯିବ ନାହିଁ ବୋଲି ସେ ସ୍ପଷ୍ଟ କରିଛନ୍ତି।

୧୯୯୩ ମସିହାରେ ଭାରତୀୟ ଜନ ସଞ୍ଚାର ସଂସ୍ଥାନର ପ୍ରଥମ ଶାଖା ଢେଙ୍କାନାଳରେ ଖୋଲିଥିଲା । ସେହିଦିନଠାରୁ ଢେଙ୍କାନାଳ କ୍ୟାମ୍ପସ୍‍ରେ ଇଂରାଜୀ ସାମ୍ବାଦିକତାରେ ସ୍ନାତକୋତ୍ତର ଡିପ୍ଲୋମା ପାଠ୍ୟକ୍ରମ ପ୍ରଦାନ କରାଯାଉଛି । ସେହିପରି ୨୦୦୧-୨୦୦୨ ଶିକ୍ଷାବର୍ଷଠାରୁ ପ୍ରଥମ ଆଞ୍ଚଳିକ ଭାଷା ଭାବେ ଓଡ଼ିଆ ସାମ୍ବାଦିକତାରେ ସ୍ନାତକୋତ୍ତର ଡିପ୍ଲୋମା ପାଠ୍ୟକ୍ରମ ଦିଆହୋଇ ଆସୁଛି । ଏହାସହ ବିଭିନ୍ନ ସମୟରେ ସୂଚନା ସେବା ଅଧିକାରୀ ଓ ଲୋକସମ୍ପର୍କ ଅଧିକାରୀଙ୍କ ପାଇଁ ମଧ୍ୟ ତାଲିମ୍‍ କାର୍ଯ୍ୟକ୍ରମ ଆୟୋଜନ କରୁଛି ସଂସ୍ଥାନ । ଦେଶର ସାମ୍ବାଦିକତା ଶିକ୍ଷା କ୍ଷେତ୍ରରେ ଆଇଆଇଏମ୍‍ସିର ଏକ ଉଲ୍ଲେଖନୀୟ ଭୂମିକା ରହିଛି । ଏଠାରୁ ଉତ୍ତୀର୍ଣ୍ଣ ହୋଇଥିବା ଶିକ୍ଷାର୍ଥୀମାନେ ଦେଶ ବିଦେଶର ବିଭିନ୍ନ ସ୍ଥାନରେ ଗଣ ଯୋଗାଯୋଗ, ଗଣମାଧ୍ୟମ, ଲୋକସମ୍ପର୍କ ଓ ଅଗ୍ରଣୀ ସ୍ୱେଚ୍ଛାସେବୀ ସଙ୍ଗଠନରେ କାର୍ଯ୍ୟ କରୁଛନ୍ତି ।

ଅଗ୍ରିଆ ସମାଜ ପାଇଁ ଅଧ ଏକର ଜମି ଓ ତିନି କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ…

{} ଅଗ୍ରିଆ ସମାଜ ପାଇଁ ଅଧ ଏକର ଜମି ଓ ତିନି କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ।

() ଅଗ୍ରିଆ ସମାଜ ପଶ୍ଚିମ ଓଡିଶାର ଏକ ପ୍ରମୁଖ ଗୋଷ୍ଠୀ । କୃଷି ଉପରେ ନିର୍ଭର କରୁଥିବା ଏହି ସମାଜର ଲୋକମାନେ ମୁଖ୍ୟତଃ ବରଗଡ, ସମ୍ବଲପୁର, ଝାରସୁଗୁଡା,ସୁନ୍ଦରଗଡ, କଳାହାଣ୍ଡି, ବଲାଙ୍ଗୀର ଓ ଦେବଗଡ ଆଦି ଜିଲ୍ଲାମାନଙ୍କରେ ବସବାସ କରିଥାନ୍ତି ।ସେମାନେ ନିକଟରେ ସେମାନଙ୍କର ବିଭିନ୍ନ ସମସ୍ୟା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଥିଲେ । ବିଭିନ୍ନ କାର୍ଯ୍ୟକ୍ରମରେ ସେମାନେ ଭୁବନେଶ୍ୱର ଆସୁଥିବା ସମୟରେ ରହିବାରେ ଅସୁବିଧା ହେଉଥିବାରୁ ଭୁବନେଶ୍ୱର ନିକଟରେ ଏକ ଜାଗା ଦେବା ପାଇଁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ।

ସେମାନଙ୍କ ଅନୁରୋଧ ତଥା ଅଗ୍ରିଆ ସମାଜର ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ନିକଟରେ ଅଗରିଆ ସମାଜ ପାଇଁ ଅଧ ଏକର ଜମି ଯୋଗାଇବା ଦିଆଯିବ ବୋଲି ଘୋଷଣା କରିଛନ୍ତି।ଏଥିପାଇଁ ଜମି ଚିହ୍ନଟ ଦିଗରେ ପଦକ୍ଷେପ ନେବା ପାଇଁ ମୁଖ୍ଯଶାସନ ସଚିବ ଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ଅଗ୍ରିଆ ସମାଜ ଭବନ ନିର୍ମାଣ ପାଇଁ ତିନି କୋଟି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର ସହାୟତା ପାଣ୍ଠି ରୁ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି ।

Follow us

20,832FansLike
0FollowersFollow
14,700SubscribersSubscribe

Latest news