ମହାନଦୀ ଆମର ଜୀବନ ଧାରା : ବିଜେଡି..

()ମହାନଦୀ ଜଳ ବିବାଦ ନେଇ ଟ୍ରିବ୍ୟୁନାଲ ଟିମ କଲମା ଅଞ୍ଚଳ ବୁଲିବା ନେଇ ବିଜେଡିର ବିଧାୟକ ଶଶୀ ଭୂଷଣ ବେହେରା ପ୍ରତିକ୍ରିୟା ରଖିଛନ୍ତି l ସେ କହିଛନ୍ତି ଯେ ମହାନଦୀ ଆମର ଜୀବନ ଧାରା । ଓଡ଼ିଶାର ସ୍ୱାର୍ଥ ପାଇଁ ଟ୍ରିବ୍ୟୁନାଲ ଆମ ପ୍ରତି ନ୍ୟାୟ କରନ୍ତୁ । ଯେଉଁ କଲମା ରେ ଆଜି ଟ୍ରିବ୍ୟୁନାଲ ବୁଲୁଛନ୍ତି ଛତିଶଗଡ଼ ଯେବେ ସେଠି ବ୍ୟାରେଜ କଲା ସେବେ କେନ୍ଦ୍ର ଚୁପ ରହି ପକ୍ଷ ପତିତା କରିଛନ୍ତି । ଏବେ ଆଶା କଲମା ହେଉ କି ଛତିଶଗଡ଼ ର ସେ ବେଆଇନ କାମ କୁ ବୁଝି ଆମ ପ୍ରତି ନ୍ୟାୟ କରିବେ ଟ୍ରିବ୍ୟୁନାଲ ଏବଂ ତାକୁ ସୁଧାରିବା ପାଇଁ ପରାମର୍ଶ ରଖିବେ । କେନ୍ଦ୍ର ସରକାରଙ୍କ ଦାୟିତ୍ୱ ଏହି ସମସ୍ୟା4 ସମାଧାନ କରିବା । କେନ୍ଦ୍ର ସରକାର ଛତିଶଗଡ଼ ସ୍ୱାର୍ଥ ଦେଖୁ ଥିବା ବେଳେ ଓଡିଶାର ସ୍ୱାର୍ଥ ପ୍ରତି ଆଖି ବୁଝି ଦେବା କେଉଁ ସଂଘୀୟ ବ୍ୟବସ୍ଥା ରେ ଅଛି ବୋଲି ପ୍ରଶ୍ନ କଲା ବିଜେଡି ।

47ଜଣ ଟ୍ରାଫିକ ପୋଲିସ କୁ ନିଯୁକ୍ତ ଦେଲେ ମୁଖ୍ୟମନ୍ତ୍ରୀ…

() ଖୋର୍ଦ୍ଧା ରେ ଶିଳ୍ପାଞ୍ଚଳ ପୁଲିସ ଷ୍ଟେସନ ଓ କେଉଁଝର ବଡବିଲ ରେ ଟ୍ରାଫିକ ପୋଲିସ ଷ୍ଟେସନ କୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ।

47 ନୂଆ ପଦବୀ ସୃଷ୍ଟି ।

{} ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୋଲିସ ଆଉଟପୋଷ୍ଟ ହେଲା “ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ୍‌ ପୋଲିସ ଷ୍ଟେସନ”, ୨୩ଟି ଅତିରିକ୍ତ ପଦବୀ ସୃଷ୍ଟି କେନ୍ଦୁଝର ଓ ବଡବିଲରେ ହେବ ଦୁଇଟି ଟ୍ରାଫିକ ପୋଲିସ ଷ୍ଟେସନ, ୨୪ଟି ଅତିରିକ୍ତ ପଦବୀ ସୃଷ୍ଟି ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୋଲିସ ଆଉଟପୋଷ୍ଟକୁ ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ ପୋଲିସ ଷ୍ଟେସନ ଭାବେ ଉନ୍ନୀତ କରାଯାଇଛି ଏବଂ ଏଥିପାଇଁ ୨୩ଟି ଅତିରିକ୍ତ ପଦବୀ ମଧ୍ୟ ସୃଷ୍ଟି କରାଯାଇଛି । ଏ ସଂପର୍କୀୟ ଏକ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି ।

ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ପୂର୍ବରୁ ନିର୍ଦ୍ଦେଶ ଦେଇଥିଲେ ।ଏହି ପୋଲିସ ଷ୍ଟେସନରେ ସୃଷ୍ଟି ହୋଇଥିବା ୨୩ଟି ନୂତନ ପଦବୀ ମଧ୍ୟରେ ଗୋଟିଏ ଇନ୍‌ସପେକ୍ଟର, ୬ଟି ସବ୍‌ ଇନିସପେକ୍ଟର, ୩ଟି ଆସିଷ୍ଟାଣ୍ଟ ସବ୍‌ ଇନିସପେକ୍ଟର , ୨ଟି ହାବିଲଦାର ଏବଂ ୧୧ଟି କନେଷ୍ଟବଳ ପଦବୀ ରହିଛି । ସେହିପରି ରାଜ୍ୟ ସରକାର କେନ୍ଦୁଝର ଓ ବଡବିଲ ସହରରେ ଦୁଇଟି ଟ୍ରାଫିକ ପୋଲିସ ଷ୍ଟେସନ ମଧ୍ୟ ସୃଷ୍ଟି କରିଛନ୍ତି ଏବଂ ଏଥିପାଇଁ ୨୪ଟି ନୂତନ ପଦବୀ ମଂଜୁର କରାଯାଇଛି । ଏ ସଂପର୍କୀୟ ପ୍ରସ୍ତାବ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଲାଭ କରିଛି। ଏହାଦ୍ଵାରା ଏହି ଦୁଇଟି ସହରରେ ଟ୍ରାଫିକ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ଲକ୍ଷ୍ୟ ରଖାଯାଇଛି ।

ଏହି ଦୁଇଟି ଟ୍ରାଫିକ ପୋଲିସ ଷ୍ଟେସନ ପାଇଁ ସୃଷ୍ଟି ହୋଇଥିବା ୨୪ଟି ପଦବୀ ମଧ୍ୟରେ ୨ଟି ଇନ୍‌ସପେକ୍ଟର, ୬ଟି ଆସିଷ୍ଟାଣ୍ଟ ସବ୍‌ଇନସ୍‌ପେକ୍ଟର ଓ ୧୬ଟି କନେଷ୍ଟବଳ ପଦବୀ ରହିଛି ।

ବଙ୍ଗପୋସାଗରରେ ବାତ୍ୟା ଆଶଙ୍କା…

() ଗ୍ରୀଷ୍ମ ଋତୁ ବାତ୍ୟା (Summer Cyclone) ର ଗତି ଜଟିଳ।

ସେଥିପାଇଁ ଆଗୁଆ ପ୍ରସ୍ତୁତ ରହିବାକୁ ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ।

{} ଦକ୍ଷିଣ ବଙ୍ଗପୋସାଗରରେ ଏକ ଲଘୁଚାପ ଓ ପରବର୍ତ୍ତୀ ସମୟରେ ବାତ୍ୟା ସୃଷ୍ଟି ହେବା ସମ୍ଭାବନା ଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ସମ୍ଭାବ୍ୟ ଗ୍ରୀଷ୍ମ ଋତୁ ବାତ୍ୟା ର ଗତି ଜଟିଳ। ଫନି ବାତ୍ୟା ସମ୍ପର୍କରେ ସ୍ମରଣ କରି ପ୍ରଶାସନ ଆଗୁଆ ପ୍ରସ୍ତୁତ ରହିବାକୁ ଦୃଢ ନିର୍ଦ୍ଦେଶ ଦେଇଛନ୍ତି।ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗ୍ରୀଷ୍ମ ଋତୁରେ ଯେଉଁ ବାତ୍ୟା ଆସେ, ତାର ଆକଳନ ବହୁତ ଜଟିଳ। ୨୦୧୯ରେ ଫନି ବାତ୍ୟା ମଧ୍ୟ ଏହିପରି ଅଚାନକ ଆସି ବ୍ୟାପକ କ୍ଷୟକ୍ଷତି କରିଥିଲା । ଆମ ପାଇଁ ସବୁ ଜୀବନ ମୂଲ୍ୟବାନ। ତେଣୁ ଏଥିରେ କୌଣସି ବିଳମ୍ବ ନ କରି ଆମକୁ ଆଗୁଆ ପ୍ରସ୍ତୁତ ରହିବାକୁ ପଡିବ।

ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ସହିତ NDRF, ODRAF ଓ ଅଗ୍ନିଶମ ସେବା ଆଦି ଆଗୁଆ ରହିବାକୁ ସେ ପରାମର୍ଶ ଦେବା ସହିତ ଆବଶ୍ୟକ ସହିତ ଉପକୂଳ ଓ ତଳୁଆ ଅଞ୍ଚଳରୁ ଅସୁରକ୍ଷିତ ସ୍ଥାନରେ ଥିବା ସବୁ ଲୋକଙ୍କୁ ସ୍ଥାନାନ୍ତର କରି ବାତ୍ୟା ଆଶ୍ରୟସ୍ଥଳରେ ସୁରକ୍ଷିତ ରଖିବା ପାଇଁ ସେ ପରାମର୍ଶ ଦେଇଥିଲେ । ସବୁ ଅତ୍ୟାବଶ୍ୟକ ମେସିନ୍‌ ଓ ଯନ୍ତ୍ରପାତିକୁ ପ୍ରସ୍ତୁତ ରଖିବାକୁ ସେ କହିଥିଲେ। ବାତ୍ୟା ପରେ ମଧ୍ୟ ପୁନରୁଦ୍ଧାର ଓ ଥଇଥାନ କାର୍ଯ୍ୟକ୍ରମ ପାଇଁ ଆଗୁଆ ଯୋଜନା ପ୍ରସ୍ତୁତ କରିବାକୁ ସେ ପରାମର୍ଶ ଦେଇଥିଲେ ।ମୁଖ୍ୟ ଶାସନ ସଚିବ ବାତ୍ୟା ସଂପର୍କରେ ନିୟମିତ ସମୀକ୍ଷା କରିବା ସହିତ ସ୍ବତନ୍ତ୍ର ରିଲିଫ କମିଶନର ପରିସ୍ଥିତି ଉପରେ ତୀକ୍ଷଣ ନଜର ରଖି ସମସ୍ତ ବିଭାଗ ସହିତ ସମନ୍ବୟ ରଖି କାମ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ ।

ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା କହିଥିଲେ ଯେ ସବୁ ବାତ୍ୟା ମଧ୍ୟରେ ଗ୍ରୀଷ୍ମ ଋତୁର ବାତ୍ୟାର ପ୍ରଭାବ ବହୁତ ବେଶି ହୋଇଥାଏ। ଗତ କିଛି ବର୍ଷ ଧରି ଆମେ ରାଜ୍ୟରେ ଜିରୋ କାଜୁଆଲ୍‌ଟି ନୀତି ଅବଲମ୍ବନ କରି ସଫଳତା ପାଇଛୁ । ଏ କ୍ଷେତ୍ରରେ ମଧ୍ୟ ଆମର ନିୟମିତ ସମୀକ୍ଷା ଜାରି ରହିଛି ଏବଂ ସବୁ ସଂପୃକ୍ତ ବିଭାଗ ମାନଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଜିଲ୍ଲାପାଳ ମାନଙ୍କୁ ମଧ୍ୟ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛ। ପ୍ରାୟ ୧୦୦୦ଟି ବାତ୍ୟା ଆଶ୍ରୟ ସ୍ଥଳ ପ୍ରସ୍ତୁତ ଅଛି ଏବଂ ଅନ୍ୟାନ୍ୟ ସ୍କୁଲ ଓ ସୁରକ୍ଷିତ ଆଶ୍ରୟସ୍ଥଳକୁ ଚିହ୍ନଟ କରାଯାଇଛି।

ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ସତ୍ୟବ୍ରତ ସାହୁ କହିଲେ ଯେ ୧୮ଟି ଜିଲ୍ଲାପାଳଙ୍କ ସହ ଆଲୋଚନା କରାଯାଇ କଣ୍ଟ୍ରୋଲ ରୁମ୍‌ ପ୍ରସ୍ତୁତ କରାଯାଇଛି। ବାତ୍ୟା ଆଶ୍ରୟସ୍ଥଳ ଗୁଡିକୁ କାର୍ଯ୍ୟକ୍ଷମ କରାଯାଉଛି। ୧୭ଟି NDRF ଓ ୨୦ଟି ODRAF ଟିମ୍‌କୁ ପ୍ରସ୍ତୁତ ରଖାଯାଇଛି। ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ସୁନିଲ ବଂସଲ, ଉନ୍ନୟନ କମିଶନର (ଜଳସଂପଦ) ଶ୍ରୀମତୀ ଅନୁ ଗର୍ଗ, ଗ୍ରାମ୍ୟ ଉନ୍ନୟନ ଓ ଶକ୍ତି ବିଭାଗ ଶ୍ରୀ ସଂଜୟ ସିଂ, କୃଷି ବିଭାଗ ସଚିବ ଶ୍ରୀ ଅରବିନ୍ଦ ପାଢୀ ପ୍ରମୁଖ ନିଜ ନିଜ ବିଭାଗର ପ୍ରସ୍ତୁତି ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ସୂଚନା ଦେଇଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ ।

ଉନ୍ନୀତ ହେଲେ ୨୮୩୬ ମିନି ଅଙ୍ଗନବାଡି କେନ୍ଦ୍ର…

() ଅଙ୍ଗନବାଡି କେନ୍ଦ୍ରକୁ ଉନ୍ନୀତ ହେଲେ ୨୮୩୬ ମିନି ଅଙ୍ଗନବାଡି କେନ୍ଦ୍ର।

ବାର୍ଷିକ ଅତିରିକ୍ତ ୧୮.୭୫ କୋଟି ଟଙ୍କା ବହନ କରିବେ ରାଜ୍ୟ ସରକାର।

{} ରାଜ୍ୟର ୨୮୩୬ ମିନି ଅଙ୍ଗନବାଡି କୁ ଉନ୍ନୀତ (upgrade) କରାଯାଇ ଅଙ୍ଗନବାଡି କେନ୍ଦ୍ରରେ ରାଜ୍ୟ ସରକାର ପରିଣତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏ ସଂପର୍କୀତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ସୂଚନାଯୋଗ୍ୟ ଯେ ରାଜ୍ୟରେ ଶିଶୁ ଓ ମହିଳା ମାନଙ୍କ ସ୍ବାସ୍ଥ୍ୟ ଓ ସଚେତନତା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାର ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି।

ସୂଚନାଯୋଗ୍ୟ ଯେ ରାଜ୍ୟରେ ବର୍ତ୍ତମାନ 74154 ଅଙ୍ଗନବାଡି କେନ୍ଦ୍ର ମଧ୍ୟରୁ 10416 ମିନି ଅଙ୍ଗନବାଡି ଥିଲା । ତନ୍ମଧ୍ୟରୁ 2836 ମିନି ଅଙ୍ଗନବାଡି ଏବେ ଉନ୍ନୀତ ହେଲା ।

ଏହାସହିତ ଏହି ଅଙ୍ଗନବାଡି କେନ୍ଦ୍ର ଗୁଡିକର ବିଭିନ୍ନ କାର୍ଯ୍ୟ ପରିଚାଳନା ପାଇଁ ଯଥା – ଔଷଧ, ଆସବାବପତ୍ର ଓ ପ୍ରଶାସନିକ ଖର୍ଚ୍ଚ ତୁଲାଇବା ପାଇଁ ଅଧିକ ପାଣ୍ଠିର ବ୍ୟବସ୍ଥା ମଧ୍ୟ କରାଯିବ । ଏଥିପାଇଁ ସାରା ରାଜ୍ୟରେ ୧୧୪ଟି ସୁପର ଭାଇଜର ପଦବୀ ସୃଷ୍ଟି କରାଯାଇଛି । ଏହି ଅପଗ୍ରେଡେସନ ସହିତ ପ୍ରତ୍ୟେକ ଅଙ୍ଗନବାଡି କେନ୍ଦ୍ରରେ ଅଙ୍ଗନବାଡି କର୍ମୀଙ୍କୁ (Anganwadi Worker) ସହାୟତା କରିବା ପାଇଁ ଜଣେ ଜଣେ ଅଙ୍ଗନବାଡି ସହାୟକ (Anganwadi Helper) ନିଯୁକ୍ତ କରାଯିବ। ଏହିପରି ୨୮୩୬ ଅଙ୍ଗନବାଡି ସହାୟକଙ୍କୁ ନିଯୁକ୍ତ କରାଯିବ ଏବଂ ଏହାସହିତ, ୨୮୩୬ ମିନି ଅଙ୍ଗନବାଡି କର୍ମୀ ପଦବୀକୁ ଉନ୍ନୀତ (upgrade) କରାଯାଇ ଅଙ୍ଗନବାଡି କର୍ମୀ ପଦବୀ ସୃଷ୍ଟି କରାଯିବ। ଏଥିପାଇଁ ରାଜ୍ୟ ସରକାର ବାର୍ଷିକ ଅତିରିକ୍ତ ୧୮,୭୫,୪୧,୪୪୦ ଟଙ୍କା ଖର୍ଚ୍ଚ କରିବେ ।

ମହାନଦୀ ପ୍ରସଙ୍ଗରେ କଂଗ୍ରେସ ଓ ବିଜେପି କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ବିଜେଡି..

() ବ୍ୟାରେଜ ନିର୍ମାଣରେ ଛତିଶଗଡକୁ ସହାୟତା କରିଥିଲେ ଓଡିଆ କେନ୍ଦ୍ରମନ୍ତ୍ରୀ।

ଛତିଶଗଡର ବିଜେପି ସରକାର ବିରୁଦ୍ଧରେ ଗର୍ଜୁଥିବା ନେତା ଏବେ ନିରବ ।

 ଛତିଶଗଡ ବନ୍ଧ ବାନ୍ଧୁଥିବାବେଳେ ମୂକ ଦର୍ଶକ ସାଜିଥିଲା ରାଜ୍ୟ ବିଜେପି।

ଉଭୟ ଦଳ କେନ୍ଦ୍ର ଓ ଛତିଶଗଡ ଉପରେ ଚାପ ପକାନ୍ତୁ।

{} ମହାନଦୀ ହେଉଛି ଓଡ଼ିଶାର ଜୀବନରେଖା ଏବଂ କୋଟି କୋଟି ଚାଷୀ ଏବଂ ମତ୍ସ୍ୟଜୀବୀ ସେମାନଙ୍କ ଜୀବନ ଏବଂ ଜୀବିକା ପାଇଁ ଏହା ଉପରେ ନିର୍ଭରଶୀଳ । ମହାନଦୀ ଓଡିଶାର ଅଧା ଜିଲ୍ଲା ଦେଇ ପ୍ରବାହିତ ହେଉଛି ଏବଂ ଓଡିଶାର ପ୍ରାୟ ୨.୫ କୋଟି ଲୋକଙ୍କୁ ଏହା ପ୍ରଭାବିତ କରିଥାଏ । ଓଡିଶା ଏବଂ ମହାନାଦୀର ଇତିହାସ ପରସ୍ପର ସହ ଜଡିତ । ହେଲେ ଛତିଶଗଡର ବେଆଇନ୍‍ କାର୍ଯ୍ୟ ଯୋଗୁଁ ମହାନଦୀ ଶୁଖିଲା ପଡିଥିବାବେଳେ ଉଭୟ କଂଗ୍ରେସ ଓ ବିଜେପି ଏହାକୁ ନେଇ କୁମ୍ଭୀର କାନ୍ଦଣା କାନ୍ଦୁଥିବା କହିଛନ୍ତି ବିଜେଡି ମୁଖପାତ୍ର ଶ୍ରୀମତୀ ଶ୍ରମୟୀ ମିଶ୍ର ଏବଂ ପ୍ୟାନେଲିଷ୍ଟ ସ୍ୱୟଂ ପ୍ରକାଶ ମହାପାତ୍ର ।

ଆଜି ଏଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀମତୀ ମିଶ୍ର ଓ ଶ୍ରୀ ମହାପାତ୍ର କହିଛନ୍ତି ଯେ ଓଡିଶାର ସମୃଦ୍ଧତା ମଧ୍ୟ ମହାନାଦୀର ସମୃଦ୍ଧତା ସହିତ ସିଧାସଳଖ ଜଡିତ । ମହାନଦୀକୁ କେବଳ ଓଡିଶାର ଏକ ନଦୀ ଭାବରେ ବିବେଚନା କରାଯାଏ ନାହିଁ ବରଂ ଏହାକୁ ଓଡିଶାର ଅଭିବୃଦ୍ଧି ଏବଂ ପ୍ରଗତିର ଏକ ପ୍ରମୁଖ ଉପାଦାନ ଭାବରେ ବିବେଚନା କରାଯାଏ । କୃଷି, ସାମାଜିକ ଚଳଣୀ ଏବଂ ଶିଳ୍ପ ଠାରୁ ସହର ସବୁକିଛି ମହାନଦୀ ଚାରିପାଖରେ ବୃଦ୍ଧି ପାଇଛି । ଓଡିଶାର ଜନଜୀବନ ଏବଂ ସାମାଜିକ ଭାବଧାରା ମହାନାଦୀର ପ୍ରବାହରେ ଗଢି ଉଠିଛି । ଏହି ନଦୀ କେବଳ ଏକ ନଦୀ ମଧ୍ୟରେ ସୀମିତ ନୁହେଁ, ଏହା ଓଡିଶାର ଅସ୍ମିତା, ଓଡିଶାର ଐତିହ୍ୟ ଏବଂ ସମୃଦ୍ଧ ଉତ୍ତରାଧିକାରୀ ଏବଂ ୪.୫ କୋଟି ଓଡିଆଙ୍କ ସହିତ ଜଡିତ ।

୨୦୧୭ରେ ଏହା ଦେଖିବାକୁ ମିଳିଥିଲା ଯେ ଛତିଶଗଡ ମହାନଦୀର ଉପରମୁଣ୍ଡରେ ବେଆଇନ ବ୍ୟାରେଜ ନିର୍ମାଣ କରିଛି । ବିଜେଡି ନେତୃତ୍ତ୍ୱାଧିନ ଓଡିଶା ସରକାର ଛତିଶଗଡ଼ର ଏହି ବେଆଇନ କାର୍ଯ୍ୟକଳାପକୁ ବନ୍ଦ କରିବାକୁ ଦାବି କରୁଥିଲେ ମଧ୍ୟ ଛତିଶଗଡ଼ ତାହା କରୁ ନାହିଁ । ଏହା ପରେ ବିଜେଡି ନେତୃତ୍ୱାଧିନ ସରକାର ଏଥିରେ ହସ୍ତକ୍ଷେପ କରିବା ସହିତ ଏବଂ ଛତିଶଗଡ ସରକାରଙ୍କୁ ନେଇ ଦିଲ୍ଲୀରେ ଏକ ତ୍ରିପାକ୍ଷିକ ବୈଠକ ଜରିଆରେ ମହାନଦୀ ସମସ୍ୟାର ସମାଧାନ ପାଇଁ କେନ୍ଦ୍ର ସରକାର ଉପରେ ଚାପ ପକାଇଥିଲେ ।

ଯେତେବେଳେ ଓଡିଶା ସରକାର ଚାହୁଁଥିଲେ ଯେ କେନ୍ଦ୍ର ଏହି ପ୍ରସଙ୍ଗରେ ହସ୍ତକ୍ଷେପ କରିବ, ସେତେବେଳେ ଜଣେ ଓଡିଆ କେନ୍ଦ୍ରମନ୍ତ୍ରୀ ମହାନଦୀ ପ୍ରସଙ୍ଗରେ ଓଡିଶାର ଲୋକଙ୍କ ସ୍ୱାର୍ଥ ପାଇଁ ଛିଡା ହେବା ପରିବର୍ତ୍ତେ ଛତିଶଗଡକୁ ସମର୍ଥନ କରିଥିଲେ ଏବଂ ଛତିଶଗଡ଼କୁ ସହଯୋଗ କରିବାକୁ ଓଡିଶା ସରକାରଙ୍କ ଉପରେ ଚାପ ପ୍ରୟୋଗ କରିବାକୁ ଚେଷ୍ଟା କରିଥିଲେ । ଏହାପରେ ଓଡିଶା ସରକାର ମାନ୍ୟବର ସୁପ୍ରିମକୋର୍ଟଙ୍କ ନିକଟକୁ ଯାଇ ଛତିଶଗଡ଼ର ମହାନଦୀ ଉପରେ ହୋଇଥିବା ଏହି ବେଆଇନ ବ୍ୟାରେଜ କାର୍ଯ୍ୟ ବନ୍ଦ କରିବାକୁ ଦାବି କରିଥିଲେ । କିନ୍ତୁ କେନ୍ଦ୍ରରେ ଥିବା ବିଜେପି ନେତୃତ୍ୱାଧିନ ସରକାର ଓଡ଼ିଶାକୁ ସମର୍ଥନ କରିବା ପରିବର୍ତ୍ତେ ଏହି ବିବାଦକୁ ବିରୋଧ କରିଥିଲା ଏବଂ ଛତିଶଗଡକୁ ସମର୍ଥନ କରିଥିଲା ।

ଶେଷରେ ମାନ୍ୟବର ସୁପ୍ରିମକୋର୍ଟରେ ଓଡିଶା ସରକାରଙ୍କ ହସ୍ତକ୍ଷେପ ଯୋଗୁଁ ମାନ୍ୟବର ସର୍ବୋଚ୍ଚ ଅଦାଲତ ୨୩ ଜାନୁୟାରୀ, ୨୦୧୮ର ଆଦେଶ ମାଧ୍ୟମରେ ଆନ୍ତଃ ରାଜ୍ୟ ନଦୀ ଜଳ ବିବାଦ ଅଧିନିୟମ, ୧୯୫୬ ଅନୁଯାୟୀ ବିଚାର ପାଇଁ ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲ ଗଠନ କରିଥିଲେ । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡିଶା ସରକାର ମହାନଦୀ ଏବଂ ଓଡିଶାର ଲୋକଙ୍କ ପାଇଁ ଜୋରଦାର ଲଢୁଥିବାବେଳେ ଓଡିଶା ବିଜେପି ନେତାମାନେ ମୂକ ଦର୍ଶକ ସାଜିଥିଲେ ଏବଂ ସେମାନଙ୍କ ଦଳ ଦ୍ୱାରା ପରିଚାଳିତ ଛତିଶଗଡ ସରକାର ବିରୋଧରେ କହିବାକୁ ସାହସ କରିପାରିନଥିଲେ । ୨୦୧୮ରେ ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲ ଗଠନ ହେବାର ପାଞ୍ଚ ବର୍ଷ ବିତିଯାଇଥିଲେ ମଧ୍ୟ କୌଣସି ଅଗ୍ରଗତି ହୋଇନାହିଁ । ଓଡିଶା ସରକାର ୪.୫ କୋଟି ଲୋକଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଏହାର ଶୀଘ୍ର ସମାଧାନ ପାଇଁ ଦାବି କରିଆସୁଥିବାବେଳେ ମହାନଦୀ ଜଳ ପ୍ରବାହ ଏବଂ ଓଡିଶାବାସୀଙ୍କ ଉପରେ ଏହାର ପ୍ରତିକୂଳ ପ୍ରଭାବକୁ ନେଇ ଓଡିଶା ବିଜେପି ନେତାମାନେ ଆଦୌ ଚିନ୍ତିତ ନାହାନ୍ତି ।

ବର୍ତ୍ତମାନ ଛତିଶଗଡ କଂଗ୍ରେସ ଦଳ ଦ୍ୱାରା ପରିଚାଳିତ ହେଉଛି । ଓଡିଶା କଂଗ୍ରେସ ନେତା, ଯେଉଁମାନେ ପୂର୍ବ ବର୍ଷଗୁଡିକରେ ବିଜେପି ନେତୃତ୍ୱାଧୀନ ଛତିଶଗଡ ବିରୋଧରେ ମହାନଦୀ ଉପରେ ସ୍ଲୋଗାନ ଦେଉଥିଲେ, ସେମାନେ ବର୍ତ୍ତମାନ ଚୁପ୍ ରହିଛନ୍ତି । ସେମାନଙ୍କର ନିରବତା ଦର୍ଶାଉଛି ଯେ ଓଡିଶା ବିଜେପି ପାଇଁ ଏହା ହେଉଛି ପ୍ରଥମେ ପାର୍ଟି ଏବଂ ପରେ ମାଟି । ଓଡିଶା କଂଗ୍ରେସ ନେତାମାନେ ମଧ୍ୟ ଦିଲ୍ଲୀ ଏବଂ ଛତିଶଗଡ଼ରେ ସେମାନଙ୍କ ଦଳ ସହ ହସ୍ତକ୍ଷେପ କରିବା ଉଚିତ ଏବଂ ମହାନଦୀର ଉପରମୁଣ୍ଡରେ ଛତିଶଗଡ଼ର ଏହି ବେଆଇନ କାର୍ଯ୍ୟକଳାପ ବନ୍ଦ କରିବାକୁ ଦାବି କରିବା ଉଚିତ । ଉଭୟ କଂଗ୍ରେସ ଏବଂ ବିଜେପି ଗୋଟିଏ ମୁଦ୍ରାର ଦୁଇ ପାଶ୍ୱର୍ । ଉଭୟ ଓଡିଶାବାସୀଙ୍କ ଆଗରେ ଡ୍ରାମା କରୁଛନ୍ତି ଯେ ସେମାନେ ଓଡିଶାର ଲୋକଙ୍କ କଲ୍ୟାଣ ପାଇଁ କାର୍ଯ୍ୟ କରୁଛନ୍ତି । ବାସ୍ତବରେ କିନ୍ତୁ ସେମାନେ ଓଡିଶାବାସୀଙ୍କ ସ୍ୱାର୍ଥ ବିରୁଦ୍ଧରେ କାର୍ଯ୍ୟ କରୁଛନ୍ତି । ମହାନଦୀ ପ୍ରସଙ୍ଗ ସେମାନଙ୍କର ଉଦ୍ଦେଶ୍ୟକୁ ପଦାରେ ପକାଇଛି ।

ଏହା ଅତ୍ୟନ୍ତ ଆଶ୍ଚର୍ଯ୍ୟଜନକ ଏବଂ ଦୁର୍ଭାଗ୍ୟଜନକ ଯେ ମହାନଦୀର ବୃହତ ସ୍ୱାର୍ଥ ତଥା କୋଟି କୋଟି ଓଡିଆଙ୍କ ଉପରେ ପ୍ରଭାବ ପକାଉଥିବା ମହାନଦୀ ପ୍ରସଙ୍ଗରେ ଓଡିଶା ବିଜେପି ଏବଂ ଓଡିଶା କଂଗ୍ରେସ ନେତାମାନେ ନିଜ ନିଜ ଦଳକୁ ଯଥାକ୍ରମେ ଛତିଶଗଡ ଏବଂ କେନ୍ଦ୍ର ସ୍ତରରେ ହସ୍ତକ୍ଷେପ କରିବାକୁ କହୁ ନାହାଁନ୍ତି । ଏହା ଓଡିଶା ବିଜେପି ଏବଂ ଓଡିଶା କଂଗ୍ରେସର ଦୋ ମୁହାଁ ନୀତିକୁ ପ୍ରକାଶ କରୁଛି । ଗୋଟିଏ ପଟେ ସେମାନେ ଓଡିଶାର ଲୋକଙ୍କ ପାଇଁ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ଏବଂ ଅନ୍ୟ ପଟେ ଛତିଶଗଡକୁ ଚୁପଚାପ୍ ସମର୍ଥନ କରୁଛନ୍ତି ।

ବିଜୁ ଜନତା ଦଳ ଓଡିଶା ବିରୋଧୀ, ଓଡିଆ ବିରୋଧୀ, ଓଡିଶା କଂଗ୍ରେସ ଓ ଓଡିଶା ବିଜେପିର ଲୋକ ବିରୋଧୀ ମନୋଭାବକୁ ଦୃଢ ନିନ୍ଦା କରୁଛି ଏବଂ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ଏବଂ ମହାନଦୀ ସମସ୍ୟାର ସମାଧାନ କରିବାକୁ ଦାବି କରିଛି । ଯଦି ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ଓଡିଶା ବିଜେପି ଏବଂ ଓଡିଶା କଂଗ୍ରେସ ନୀରବ ରହି ଏକ ପ୍ରକାର ମୂକ ଦର୍ଶକ ସାଜିବେ ଏବଂ ଏହି ପ୍ରସଙ୍ଗରେ ହସ୍ତକ୍ଷେପ କରି ଏହାର ସମାଧାନ ପାଇଁ ଯଥାକ୍ରମେ ସେମାନଙ୍କ ଦଳ ପରିଚାଳିତ କେନ୍ଦ୍ର ତଥା ଛତିଶଗଡ ସରକାରକୁ କହିବେ ନାହିଁ, ତେବେ ତାହା ଓଡିଶାବାସୀଙ୍କୁ ଜଣାଇଦେବ ଯେ ଓଡିଶା ବିଜେପି ଏବଂ ଓଡିଶା କଂଗ୍ରେସର ଏହି କୁମ୍ଭୀର କାନ୍ଦଣା କେବଳ ଶସ୍ତା ରାଜନୀତି ପାଇଁ ଉଦ୍ଦିଷ୍ଟ ଏବଂ ଓଡିଶାର ଲୋକଙ୍କ କଲ୍ୟାଣ ପାଇଁ ନୁହେଁ ବୋଲି ଶ୍ରୀମତୀ ମିଶ୍ର ଏବଂ ଶ୍ରୀ ମହାପାତ୍ର କହିଛନ୍ତି ।

୫-ଟି ସଚିବଙ୍କ କେନ୍ଦ୍ରାପଡା ଗସ୍ତ…

() ୫-ଟି ସଚିବଙ୍କ କେନ୍ଦ୍ରାପଡା ଗସ୍ତର ଦ୍ବିତୀୟ ଦିନ,

କେନ୍ଦ୍ରାପଡା ଜିଲ୍ଲାର ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ କଲେଜର ଭିତ୍ତିଭୂମି ଓ ଅନ୍ୟାନ୍ୟ ସୁବିଧାର ବିକାଶ ପାଇଁ ପଦକ୍ଷେପ।

ଜିଲ୍ଲାର ଆଉ କେତେକ ମଠ ଓ ମନ୍ଦିରର ସୌନ୍ଦର୍ଯ୍ୟକରଣ ଓ ବିକାଶ କାର୍ଯ୍ୟ ହାତକୁ ନିଆଯିବ।

ବିଭିନ୍ନ ମିଶନ ଶକ୍ତି ଗୋଷ୍ଠୀର କାର୍ଯ୍ୟର ଉଚ୍ଚପ୍ରଶଂସା।

{} ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ କେନ୍ଦ୍ରାପଡା ଜିଲ୍ଲା ଗସ୍ତରେ ଥିବା ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଆଜି ଦ୍ବିତୀୟ ଦିନରେ ମଧ୍ୟ ବିଭିନ୍ନ ଉନ୍ନୟନମୂଳକ କାମ ଅନୁଧ୍ୟାନ କରିବା ସହିତ ଏହାର ଅଗ୍ରଗତି ପାଇଁ ପଦକ୍ଷେପ ନେବାକୁ ଆବଶ୍ୟକ ପରାମର୍ଶ ଓ ନିର୍ଦ୍ଦେଶ ଦେଇଛନ୍ତି । ଶ୍ରୀ ପାଣ୍ଡିଆନ ଆଜି କେନ୍ଦ୍ରାପଡା ଜିଲ୍ଲାର ଆଉ କେତେକ ମଠ ମନ୍ଦିରର ଉନ୍ନତିକରଣ ପାଇଁ ପଦକ୍ଷେପ ନେଇଛନ୍ତି। ଆଳିର ଡେମାଳସ୍ଥିତ ଲକ୍ଷ୍ମୀବରାହ ମନ୍ଦିର, କେରେଡାଗଡସ୍ଥିତ ଜଗନ୍ନାଥ ମନ୍ଦିର ଓ ବାୟାବାବା ମଠ ଆଦି ପରିଦର୍ଶନ କରି ସେଠାରେ ମନ୍ଦିର କମିଟି ସଦଲ୍ୟ, ମଠର ଶିଷ୍ୟଗଣ ଓ ସ୍ଥାନୀୟ ଲୋକମାନଙ୍କ ସହିତ ଆଲୋଚନା କରି ଏସବୁ ଅନୁଷ୍ଠାନର ପାରିପାର୍ଶ୍ବିକ ଉନ୍ନତି ଓ ସୌନ୍ଦର୍ଯ୍ୟକରଣ ପାଇଁ ତୁରନ୍ତ DPR ପ୍ରସ୍ତୁତ କରିବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହାପରେ ସେ ସାତଭାୟା ଗ୍ରାମପଞ୍ଚାୟତର ବଗପଟିଆ ଗାଁରେ ଏକ ଥଇଥାନ ପ୍ରକଳ୍ପ ମଧ୍ୟ ବୁଲି ଦେଖିଥିଲେ। ଏଠାରେ ଥଇଥାନ ହୋଇଥିବା ଲୋକମାନେ ଏକ ପଞ୍ଚୁବରାହୀ ମନ୍ଦିର ନିର୍ମାଣ କରିଛନ୍ତି । ଏହି ମନ୍ଦିରର ଆହୁରି ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ।

୫-ଟି ସଚିବ କେନ୍ଦ୍ରାପଡା ଜିଲ୍ଲା ସଂସ୍କୃତି ଭବନରେ ଜିଲ୍ଲାର ବିଭିନ୍ନ ସରକାରୀ ଓ ସହାୟତାପ୍ରାପ୍ତ କଲେଜ ଗୁଡିକର ପ୍ରତିନିଧି ଓ ଛାତ୍ରମାନଙ୍କୁ ଭେଟିଥିଲେ। ପ୍ରତ୍ୟେକ କଲେଜର ଆବଶ୍ୟକତାରୁ ଦୃଷ୍ଟିରେ ରଖି ଏଗୁଡିକର ଭିତ୍ତିଭୂମି ଓ ଅନ୍ୟାନ୍ୟ ସୁବିଧା ପାଇଁ ରିପୋର୍ଟ ପ୍ରସ୍ତୁତ କରି ପ୍ରସ୍ତାବ ଦେବାକୁ ସେ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ ।ଶ୍ରୀ ପାଣ୍ଡିଆନ ଆଜି ଅନେକ ଉନ୍ନୟନମୂଳକ କାର୍ଯ୍ୟ ସହିତ ରାଜନଗର ବ୍ଲକ୍‌ର ଭଟପଦା ଠାରେ ନିର୍ମଣାଧିନ ଏକ Spurର କାମ ଅନୁଧ୍ୟାନ କରିଥିଲେ । ଏହାସହିତ ହଂସୁଆ ନଦୀର ଦକ୍ଷିଣବନ୍ଧ ପଟେ କେରଡାଗଡ-ଅଳଟଙ୍ଗା ଲୁଣିବନ୍ଧର ମରାମତି କାମ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ସ୍ଥାନୀୟ ଇଂଜିନିଅରଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ରାଜକନିକା ଓ ରାଜନଗର ବ୍ଲକର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରି ସେଠାରେ ଥିବା ବିଭିନ୍ନ ସୁବିଧା, ରୋଗୀସେବା ବ୍ୟବସ୍ଥା ଏବଂ ଅନ୍ୟାନ୍ୟ ବିଷୟରେ ବିଭାଗୀୟ ଅଧିକାରୀ, ରୋଗୀ ଓ ସେମାନଙ୍କ ପରିବାର ଲୋକଙ୍କ ସହିତ ଆଲୋଚନା କରିଥିଲେ ଏବଂ ଏଠାରେ ରୋଗୀଙ୍କୁ ଆହୁରି ସୁବିଧା ପ୍ରଦାନ କରିବାପାଇଁ ପରାମର୍ଶ ଦେଇଥିଲେ । ଦୁଇଟିଯାକ ସ୍ବାସ୍ଥ୍ୟକେନ୍ଦ୍ର କାୟାକଳ୍ପ ପୁରସ୍କାର ପାଇଥିବାରୁ ଶ୍ରୀ ପାଣ୍ଡିଆନ ଖୁସିବ୍ୟକ୍ତ କରିଥିଲେ । ଆଳି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଥିବା ମା ମଙ୍ଗଳା ସ୍ବୟଂ ସହାୟକ ଗୋଷ୍ଠୀ ଦ୍ବାରା ପରିଚାଳିତ ମେଡିକାଲ କ୍ୟାଣ୍ଟିନ ମଧ୍ୟ ୫-ଟି ସଚିବ ପରିଦର୍ଶନ କରିଥିଲେ । ସେଠାରେ SHG ଗୋଷ୍ଠୀର ସଦସ୍ୟା ମାନଙ୍କ ସହିତ ଆଲୋଚନା କରି ସେମାନେ କିପରି ଖାଦ୍ୟ ପ୍ରସ୍ତୁତ କରୁଛନ୍ତି, କେତେ ଲାଭ କରୁଛନ୍ତି, ସେ ସଂପର୍କରେ ପଚାରି ବୁଝିଥିଲେ। ରୋଗୀମାନଙ୍କୁ ଅଧିକ ପୁଷ୍ଟିଯୁକ୍ତ ଓ ସ୍ବାସ୍ଥ୍ୟକର ଖାଦ୍ୟ ପ୍ରଦାନ କରିବାକୁ ସେ ପରାମର୍ଶ ଦେଇଥିଲେ ।

ଶ୍ରୀ ପାଣ୍ଡିଆନ ଆଳିରେ ଥିବା ଏକ ଫୁଟବଲ ଷ୍ଟାଡିଅମକୁ ମଧ୍ୟ ପରିଦର୍ଶନ କରିଥିଲେ । ସେଠାରେ ୪ ଜଣ ଜାତୀୟ ସ୍ତରର ଖେଳାଳୀ ବାହାରି ଥିବାରୁ ସେ ଖୁସିବ୍ୟକ୍ତ କରିଥିଲେ ଏବଂ ଏହି ଷ୍ଟାଡିଅମର ଅଧିକ ଉନ୍ନତି ପାଇଁ ଏକ ପ୍ରୋଜେକ୍ଟ ରିପୋର୍ଟ ପ୍ରସ୍ତୁତ କରିବାକୁ ସେ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହି ଗସ୍ତ ସମୟରେ ଶ୍ରୀ ପାଣ୍ଡିଆନ ରାଜକନିକା ବ୍ଳକ୍‌ର ତରଶ ହାଇସ୍କୁଲ ଓ ବଡପାଲୀ ହାଇସ୍କୁଲ ପରିଦର୍ଶନ କରିଥିଲେ । ଏହି ଦୁଇଟି ସ୍କୁଲ ଦ୍ବିତୀୟ ପର୍ଯ୍ୟାୟରେ ୫-ଟି ସ୍କୁଲ ରୂପାନ୍ତିରରେ ସାମିଲ ହୋଇଥିଲା । ଏଠାରେ ସେ ଶିକ୍ଷକ, ଛାତ୍ର, ଅଭିଭାବକ ଓ ପରିଚାଳନା କମିଟିର ସଦସ୍ୟମାନଙ୍କ ସହିତ ଆଲୋଚନା କରି ସେଠାରେ ଥିବା ବିଭିନ୍ନ ବ୍ୟବସ୍ଥାକୁ ଅନୁଧ୍ୟାନ କରିଥିଲେ । ସ୍କୁଲରେ ସୃଷ୍ଟି ହୋଇଥିବା ଏହି ନୂଆ ଆଧୁନିକ ବ୍ୟବସ୍ଥାକୁ ନିଜର ସଂପତ୍ତି ଭଳି ସୁରକ୍ଷିତ ରଖି ପରିଚାଳନା କରିବାକୁ ସେ ପରାମର୍ଶ ଦେଇଥିଲେ ।

ରାଜନଗର ବ୍ଲକ୍‌ର ବାଲିସାହିପାଟଣା ପଞ୍ଚାୟତର ଧଣ୍ଡିଆ ଗ୍ରାମରେ କସ୍ତୁରବା ଗ୍ରାମ ପଞ୍ଚାୟତସ୍ତରୀୟ ଫେଡେରେସନ ଦ୍ବାରା ପରିଚାଳିତ ଏକ ଦୁଗ୍‌ଧ ପ୍ରକ୍ରିୟାକରଣ ୟୁନିଟ ପରିଦର୍ଶନ କରିଥିଲେ । ଏଠାରେ ସେ ସେମାନଙ୍କର କାର୍ଯ୍ୟ ପ୍ରଣାଳୀ ଯଥା। ଦୈନିକ ଦୁଗ୍‌ଧ ସଂଗ୍ରହ, ପ୍ରକ୍ରିୟାକରଣ, ମାର୍କେଟିଂ ବ୍ୟବସ୍ଥା ଆଦି ସଂପର୍କରେ ଅନୁଧ୍ୟାନ କରି ଏହାର ଉଚ୍ଚପ୍ରଶଂସା କରିଥିଲେ । ମିଶନ ଶକ୍ତି ଗୋଷ୍ଠୀମାନଙ୍କ ଦ୍ବାରା ଏଭଳି କାର୍ଯ୍ୟକ୍ରମ ଅନ୍ୟମାନଙ୍କ ପାଇଁ ଉଦାହରଣ ଯୋଗ୍ୟ ବୋଲି ସେ କହିଥିଲେ । ରାଜନଗର ବ୍ଲକ୍‌ରେ ବ୍ଲକ୍‌ସ୍ତରୀୟ ଫେଡେରେସନ ଦ୍ବାରା ପରିଚାଳିନତ ଏକ ମିଶନ ଶକ୍ତି କେଫ୍ ମଧ୍ୟ ପରିଦର୍ଶନ କରି ଶ୍ରୀ ପାଣ୍ଡିଆନ ସେମାନଙ୍କ ସହିତ ଆଲୋଚନା କରି ସେମାନଙ୍କ କାର୍ଯ୍ୟର ଉଚ୍ଚପ୍ରଶଂସା କରିଥିଲେ।ଗସ୍ତର ଶେଷରେ ଶ୍ରୀ ପାଣ୍ଡିଆନ୍ ଜିଲ୍ଲା ସଂସ୍କୃତି ଭବନ ରେ ଜିଲ୍ଲାର ବିଭିନ୍ନ କଲେଜ ର ଛାତ୍ରଛାତ୍ରୀ ଙ୍କୁ ଭେଟି ସେମାନଙ୍କ କଲେଜ ର ବିକାଶ ସମ୍ପର୍କରେ ଆଲୋଚନା କରିଥିଲେ।

ଏହି ପରିଦର୍ଶନ ସମୟରେ ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର ସଚିବ ଶ୍ରୀ ଆର୍ ଭିନିଲ କ୍ରିଷ୍ଣା ,କେନ୍ଦ୍ରାପଡା ଜିଲ୍ଲାପାଳ ଓ ବିଭିନ୍ନ ବିଭାଗର ସଂପୃକ୍ତ ଅଧିକାରୀମାନେ ଉପସ୍ଥିତ ଥିଲେ ।

୪୪୧ କୋଟିର ସୁଧ ରିହାତି ବିତରଣ କଲେ ମୁଖ୍ୟମନ୍ତ୍ରୀ;ଉପକୃତ ହେବେ ୩୫ ଲକ୍ଷ ଚାଷୀ…

() ୩୫ ଲକ୍ଷରୁ ଅଧିକ ଚାଷୀ ପାଇଲେ ୪୪୧.୭୬ କୋଟି ଟଙ୍କା ସୁଧ ରିହାତି।

୨୦୨୨-୨୩ ପାଇଁ ଦୁଇଟି ପର୍ଯ୍ୟାୟରେ ସମୁଦାୟ ୮୫୬.୯୯ କୋଟି ଟଙ୍କାର ସୁଧ ରିହାତି।

ଚାଷୀମାନେ ହେଉଛନ୍ତି ନୂଆ ଓଡିଶା, ସଶକ୍ତ ଓଡିଶାର ସାରଥି, ସେମାନଙ୍କ ସଶକ୍ତୀକରଣ ଉପରେ ମୁଁ ସବୁବେଳେ ଗୁରୁତ୍ୱ ଦେଇ ଆସିଛି – ମୁଖ୍ୟମନ୍ତ୍ରୀ।

{} ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନର Convention Centerରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ୨୦୨୨-୨୩ ବର୍ଷ ପାଇଁ ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟର ୩୫ ଲକ୍ଷ ଚଷୀଙ୍କୁ ୪୪୧.୭୬ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ କରିଛନ୍ତି । ରାଜ୍ୟର ସମସ୍ତ ସମବାୟ ବ୍ୟାଙ୍କ ଓ ୨୪୦୯ଟି ପ୍ରାଥମିକ କୃଷି ସମବାୟ ସମିତିକୁ ଏହି ରିହାତି ପରିମାଣ ପ୍ରଦାନ କରାଗଲା । ପ୍ରଥମ ପର୍ଯ୍ୟାୟରେ ୪୧୫.୧୭ କୋଟି ଟଙ୍କାର ସୁଧ ରିହାତି ଦିଆଯାଇଥିଲା । ଏହି ପରି ୨୦୨୨-୨୩ ବର୍ଷରେ ଚାଷୀମାନେ ସମୁଦାୟ ୮୫୬.୯୯ କୋଟି ଟଙ୍କା ସୁଧ ରିହାତି ପାଇଲେ । ସୁଚନାଯୋଗ୍ୟ ଯେ ଏକ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଫସଲ ଋଣ ପାଇଁ ଚାଷୀମାନଙ୍କୁ କୌଣସି ସୁଧ ଦେବାକୁ ପଡୁ ନାହିଁ । ୩୫ ଲକ୍ଷ ଚାଷୀଙ୍କ ମଧ୍ୟରୁ ୩୦ ଲକ୍ଷ ହେଉଛନ୍ତି କ୍ଷୁଦ୍ର ଓ ନାମମାତ୍ର ଚାଷୀ।

ଏହି ଅବସରରେ ଉପସ୍ଥିତ ଚାଷୀ ବନ୍ଧୁ ଏବଂ Video Conference ଜରିଆରେ ଯୋଡି ହୋଇଥିବା ଚାଷୀମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଚାଷ ଆମ ଅର୍ଥନୀତିର ଆତ୍ମା । ବିକାଶର ଆଧାର । ଆମର ନୂଆ ଓଡିଶା, ସଶକ୍ତ ଓଡିଶାର ସାରଥି ହେଉଛନ୍ତି ଆମର ଚାଷୀମାନେ, ମା ମାନେ ଓ ଯୁବକଯୁବତୀ ମାନେ । ତେଣୁ ଆପଣମାନଙ୍କ ସଶକ୍ତିକରଣ ଉପରେ ମୁଁ ସବୁବେଳେ ଜୋର ଦେଇ ଆସିଛି ବୋଲି ସେ କହିଥିଲେ ।

ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ ଚାଷୀକୁ ସଶକ୍ତ କରିବାପାଇଁ ସ୍ୱତନ୍ତ୍ର ବଜେଟ୍ କରାଯାଇଛି । ବିନା ସୁଧ ରେ ଏକ ଲକ୍ଷ ଟଙ୍କା ପର୍ଯ୍ୟନ୍ତ କୃଷି ଋଣ ଦିଆଯାଉଛି । ଚାଷୀ ପରିବାରର କଲ୍ୟାଣ ପାଇଁ କାଳିଆ ଶିକ୍ଷା ବୃତ୍ତି ଦିଆଯାଉଛି । ଗଞ୍ଜାମର ଚାଷୀ ପରିବାରର ଜଣେ ପିଲା କିରଣ ସାହୁ କାଳିଆ ଶିକ୍ଷା ବୃତ୍ତି ପାଇ ବ୍ରହ୍ମପୁର ମଡିକାଲ କଲେଜରେ ପଢିବା କଥା ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏଥି ପାଇଁ ଖୁସି ବ୍ୟକ୍ତ କରିଥିଲେ ।ଚାଷୀକୁ ବିନା ସୁଧରେ ଋଣ ଦେବାରେ ଓଡିଶା ପ୍ରଥମ ରାଜ୍ୟ ଓ କାଳିଆ ପରି କଲ୍ୟାଣ ଯୋଜନା କରିବାରେ ମଧ୍ୟ ଓଡିଶା ପ୍ରଥମ ରାଜ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଆଜିର ସୁଧ ରିହାତି ଯୋଗୁ ଚାଷୀ ଭାଇମାନଙ୍କୁ ଟଙ୍କାଟିଏ ବି ସୁଧ ଦେବାକୁ ପଡିଲା ନାହିଁ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏଥିପାଇଁ ଖୁସି ବ୍ୟକ୍ତ କରିଥିଲେ।

ଆମର ସମବାୟ ଆନ୍ଦୋଳନ ଆଜି ଶକ୍ତିଶାଳୀ ହୋଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଫସଲ ଋଣର ୬୦ ପ୍ରତିଶତ କେବଳ ସମବାୟ କ୍ଷେତ୍ର ହିଁ ଯୋଗାଉଛି । ଆମର ଚାଷୀ ଭାଇ ଆମର ଗର୍ବ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ସେମାନଙ୍କ ପରିଶ୍ରମ ଓ ନିଷ୍ଠା ଯୋଗୁ କୃଷି କ୍ଷେତ୍ରରେ ଓଡିଶା ଦେଶର ଏକ ଆଗୁଆ ରାଜ୍ୟ ହୋଇପାରିଛି । ଚାଷୀଙ୍କ କଲ୍ୟାଣ ପାଇଁ ମୁଁ କାମ କରୁଛି ଓ କରି ଚାଲିବି।

କାର୍ଯ୍ୟକ୍ରମରେ ଯୋଗଦେଇ ସମବାୟ ମନ୍ତ୍ରୀ ଶ୍ରୀ ଅତନୁ ସବ୍ୟସାଚୀ କହିଲେ ଯେ ରାଜ୍ୟର କୃଷକମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। ବାରମ୍ବାର କୃଷି କର୍ମଣ ପୁରସ୍କାର ପାଇଁ ମନୋନିତ ହେବା ହେଉଛି ଆମ ପ୍ରତିବଦ୍ଧତାର ପ୍ରମାଣ । ସମବାୟ ବିଭାଗ, କୃଷି ବିଭାଗ ଓ ଖାଦ୍ୟ ଯୋଗାଣ ବିଭାଗର ମିଳିତ କାର୍ଯ୍ୟକ୍ରମ ଯୋଗୁ ରାଜ୍ୟ ଆଜି ଏକ ଅଭାବୀ ରାଜ୍ୟରୁ ଏକ ବଳକା ରାଜ୍ୟରେ ପରିଣତ ହୋଇଛି ବୋଲି ସେ କହିଥିଲେ ।

କାର୍ଯ୍ୟକ୍ରମରେ ତିନି ଜଣ ହିତାଧିକାରୀ ରୀନା ସେଠୀ, ନିକୁଞ୍ଜ ବିହାରୀ କାପ ଓ ସବିତା ସାମନ୍ତରାୟ ପ୍ରମୁଖ ଋଣ ଉପରେ ସୁଧ ରିହାତି ଯୋଗୁ ସେମାନେ କିପରି ଚାଷ ଓ ବ୍ୟବସାୟ କରି ନିଜ ପରିବାରକୁ ସୁରଖୁରରେ ଚଳାଇ ପାରୁଛନ୍ତି ସେ ବିଷୟରେ ବର୍ଣ୍ଣନା କରିଥିଲେ । ସୁଧ ରିହାତି ଯୋଜନା ପାଇଁ ଅନେକ ପରିବାର ଆଜି ସ୍ୱାବଲମ୍ବୀ ହୋଇ ପାରିଛନ୍ତି ବୋଲି ପ୍ରକାଶ କରି ସେମାନେ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ ।ସମବାୟ ବିଭାଗ ପ୍ରମୁଖ ସଚିବ ଶ୍ରା ସଞ୍ଜୀବ ଚୋପ୍ରା ସ୍ୱାଗତ ଭାଷଣ ଦେଇଥିଲେ ଏବଂ ସମବାୟ ନିବନ୍ଧକ ଶ୍ରୀ ଉଦ୍ଧବ ଚରଣ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ । ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ ପ୍ରମୁଖ ଉପସ୍ଥିତ ଥିଲେ ।

ଝାରସୁଗୁଡାରେ ବିଜେପିର ପ୍ରେସମିଟ ନେଇ ବିଜେଡିର ପ୍ରତିକ୍ରିୟା ….

() ସମ୍ବଲପୁର ହିଂସା ଇତିହାସ ହିଁ କହିବ ବିଜେପି ପ୍ରଶ୍ନର ଉତ୍ତର । ପ୍ରତ୍ୟେକ ରାମ ନବମୀ ଓ ହନୁମାନ ଜୟନ୍ତୀ ରେ କିଛି ନା କିଛି ସେଠି ଝାମେଲା ହୁଏ । କିଏ ଝାମେଲା କରେ ତାହା ରାଜ୍ୟ ବାସୀ ଜାଣିଛନ୍ତି । ମାନ୍ୟବର ବର୍ତ୍ତମାନର ବିରୋଧୀ ଦଳ ନେତା । ଏଇଟା ଆଜି କା କଥା ନୁହେଁ ବିଗତ 20 ବର୍ଷ ହେବ ଏମିତି କରି ଆସିଛନ୍ତି । ହନୁ ମାନ ଜୟନ୍ତୀ ରାମ ନବମୀ ରେ ସେଠି ଅସାମାଜିକ କାର୍ଯ୍ୟକ୍ରମ କରି ହିନ୍ଦୁ ମୁସଲିମ ଟେନସେନ ବା ସାମ୍ପ୍ରଦାୟିକ ଟେନସନ କିଏ ସୃଷ୍ଟି କରୁଛି । ନିଜେ ପୂଜାରୀ ବାବୁ ଅଛନ୍ତି ସେଠାକାର ସେ ନିଜେ କହୁ ନାହାନ୍ତି ବିଗତ 15 ବର୍ଷ ହେବ ଯେଉଁ ଟେନସନ ହେଉଛି କଣ ବିଜେଡି କରଉଛି କି ? କେବଳ ବିଜେପି ହିଁ ସେ ସବୁ କରଉଛି । ଗଣ ମାଧମ ପାଖରେ ବି ତାହାର ଶହ ଶହ କ୍ଲିପିଂ ଥିବ। ସେ ଏଥର ନଥିଲେ ବି ସେ ଯେଉଁ ସଂସ୍ଥା ତିଆରି କରିଛନ୍ତି ସେମାନେ ଏପରି କରିଛନ୍ତି । ଆମେ ବି ସିଧା କହୁଛୁ ଆଇନଶୃଙ୍ଖଳା ଯିଏ ଭାଙ୍ଗୁଛି ଯିଏ ଉସକଉଛି ସେ ବିଜେଡି କି ବିଜେପି ,କଂଗ୍ରେସ ହେଉ ତା ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ହେବା ଉଚିତ । ଆଇନ କୁ ତା କାମ କରିବା ପାଇଁ ଦିଆଯାଉ ।

ପ୍ରତାପ ଦେବ, ଶକ୍ତି ଓ ଶିଳ୍ପ ମନ୍ତ୍ରୀ

ରାଜ୍ୟରେ ପାୱାର କଟ ହେଉନି ଓଭର ଲୋଡିଂ ପାଇଁ ପାୱାର ଲାଇନ ଟ୍ରିପ କରି ଯାଉଛି…

() ରାଜ୍ୟରେ ଇଲେକ୍ଟ୍ରିସିଟ ସପ୍ଲାଏ ର କୌଣସି ଅଭାବ ନାହିଁ । ଅନେକ ଜାଗାରେ ଓଭର ଲୋଡୀଂ ଦ୍ୱାରା ପାୱାର ଲାଇନ ଟ୍ରିପ ହେଇ ଯାଉଛି । ବିଶେଷ କରି ଭୁବନେଶ୍ୱର ଅଞ୍ଚଳରେ ଗୋଟେ ଥର ଲାଇନ ଟ୍ରିପ କରିଗଲେ 6 ରୁ 7 ଘଣ୍ଟା ଲାଗୁଛି ତାକୁ ଠିକ କରିବା ପାଇଁ । ଆଉ ଗାଁ ଗହଳିରେ ଏହି ସମୟ ଟିକିଏ ଅଧିକ ନେଉଛି। କେମିତି ନିରବଛିନ୍ନ ବିଜୁଳି ଯୋଗାଇ ଦେଇ ପାରିବୁ ଆମେ ଆମ ସମସ୍ତ ଙ୍କ ତରଫରୁ ଚେଷ୍ଟା କରୁଛୁ । ଯେଉଁଠି ଲାଇନ କଟି ଯାଇଛି, ତାର ଛିଣ୍ଡି ଯାଇଛି କି ଟ୍ରାନ୍ସଫର୍ମର ପୋଡି ଯାଇଛି ଯଦି ସେଠି ଲୋକେ କହିବା ପରେ ବି କେହି ଅଧିକାରୀ ଯାଉ ନାହାନ୍ତି ସେଥିପାଇଁ ଆମେ ଦୁଇ ଦିନ ତଳେ ସବୁ ଅଧିକାରୀଙ୍କୁ ଡାକି ତାଗିଦ କରିଛୁ ।

ଲୋ ଭୋଲଟେଜ ନେଇ ଯେଉଁ ଅଭିଯୋଗ ଆସୁଛି ସିଧା କଥା କହିବାକୁ ଗଲେ ଟେକ୍ନିକାଲ ତ୍ରୁଟି ରହିଛି । ଯେଉଁଠି ଲାଇନ ଦୂର ବାଟ ରେ ଅଛି , ଟ୍ରାନ୍ସମଫର କାପାସିଟ ଓଭର ଲୋଡ ଅଛି ସେଠି ଲୋ ଭୋଲଟେଜ ହେବ । ପିକ ପିରିୟଡ଼ ରେ ରାଜ୍ୟରେ 5 ହଜାର 600 ମେଗାୱାଟର ବିଜୁଳିର ଆବଶ୍ୟକତା ରହୁଛି । ଗତ ବର୍ଷ ଏହା 5 ହଜାର 500 ମେଗାୱାଟ ରହିଥିଲା ।

ଟେନସନ ହେଉଛି କଣ ବିଜେଡି କରଉଛି କି ? କେବଳ ବିଜେପି ହିଁ ସେ ସବୁ କରଉଛି । ଗଣ ମାଧମ ପାଖରେ ବି ତାହାର ଶହ ଶହ କ୍ଲିପିଂ ଥିବ। ସେ ଏଥର ନଥିଲେ ବି ସେ ଯେଉଁ ସଂସ୍ଥା ତିଆରି କରିଛନ୍ତି ସେମାନେ ଏପରି କରିଛନ୍ତି । ଆମେ ବି ସିଧା କହୁଛୁ ଆଇନଶୃଙ୍ଖଳା ଯିଏ ଭାଙ୍ଗୁଛି ଯିଏ ଉସକଉଛି ସେ ବିଜେଡି କି ବିଜେପି ,କଂଗ୍ରେସ ହେଉ ତା ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ହେବା ଉଚିତ । ଆଇନ କୁ ତା କାମ କରିବା ପାଇଁ ଦିଆଯାଉ ।

ପ୍ରତାପ ଦେବ, ଶକ୍ତି ଓ ଶିଳ୍ପ ମନ୍ତ୍ରୀ

ଚର୍ଚ୍ଚାରେ ବରିଷ୍ଠ ରାଜନେତା ତଥାଗତ ଶତପଥୀ…

() ଶଙ୍ଖ ଭବନ ଉଦଘାଟନ ବେଳେ ଚର୍ଚ୍ଚାକୁ ଆସିଛନ୍ତି ବରିଷ୍ଠ ରାଜନେତା ତଥାଗତ ଶତପଥୀ l ସେ କହିଛନ୍ତି ଯେ ମୁଁ ନିର୍ଦଳୀୟ ବିଜେଡ଼ିରେ ନାହିଁ l

ମୁଁ ସାମ୍ବାଦିକ ହିସାବରେ ଆସିଥିଲି ଆଜି lମୁଁ କୌଣସି ଦଳରେ ନାହିଁ ଶଙ୍ଖ ଭବନ ସୁନ୍ଦର ହୋଇଛି l ଭଲ ଲାଗିଲା ମତେ ବିଜେଡି ସଭାପତି ଆସିବାପାଇ ନିମିତ୍ରଣ କରିଥିଲେ ଯେହେତୁ ମୁଁ ନିର୍ଦଳୀୟ l ମୁଁ ଆସିଲି 2024 ନିର୍ବାଚନି ରାଜନୀତିରେ ମୁଁ ପ୍ରବେଶ କରିବି ନାହିଁ ଇଛା ନାହିଁ l

ଶଙ୍ଖ ଭବନ ପାଇଁ ଧନ୍ୟବାଦ ଦେଲି ମୁଖ୍ୟମନ୍ତ୍ରୀଙ୍କୁ ,ନିମିତ୍ରଣ କଲେ ନିହାତି ଲୋକ ଯିବେ ତେଣୁ ମୁଁ ଆସିଲି ଏଠିକି ବୋଲି ବିଜେଡ଼ିର ପୂର୍ବତନ ସାଂସଦ ତଥା ବରିଷ୍ଠ ରାଜନେତା ତଥାଗତ ଶତପଥୀ କହିଛନ୍ତି l

Follow us

20,832FansLike
0FollowersFollow
14,700SubscribersSubscribe

Latest news