ଓଡ଼ିଶାରେ କଂଗ୍ରେସର ସମ୍ଭାବନା ଉଜ୍ଜଳ – ଡ. ଅଜୟ କୁମାର  

ଓଡ଼ିଶାରେ କଂଗ୍ରେସର ସମ୍ଭାବନା ଉଜ୍ଜଳ – ଡ. ଅଜୟ କୁମାର

ନବନିଯୁକ୍ତ ଓଡ଼ିଶା ପ୍ରଭାରୀଙ୍କୁ ପିସିସି ପକ୍ଷରୁ ଭବ୍ୟ ସମ୍ଭର୍ଦ୍ଧନା

ଭୁବନେଶ୍ୱର ତା. ୬-୧- ଆଜି ଓଡ଼ିଶା ପ୍ରଦେଶ କଂଗ୍ରେସର ନବନିଯୁକ୍ତ ପ୍ରଭାରୀ, ପୂର୍ବତନ ସାଂସଦ ତଥା ଝାଡଖଣ୍ଡର ପୂର୍ବତନ ପିସିସି ସଭାପତି ଡ. ଅଜୟ କୁମାରଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ ପକ୍ଷରୁ ବିମାନବନ୍ଦର ଠାରେ ପିସିସି ସଭାପତି ଶ୍ରୀ ଶରତ ପଟ୍ଟନାୟକଙ୍କ ନେତୃତ୍ୱରେ ସ୍ୱାଗତ କରାଯାଇଥିଲା । ଏହି ଅବସରରେ ଖୋର୍ଦ୍ଧା ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସଭାପତି ଶ୍ରୀ ସୁରେଶ କୁମାର ରାଉତରାୟଙ୍କ ନେତୃତ୍ୱରେ ବାଦ୍ୟ, ନୃତ୍ୟ ମାଧ୍ୟମରେ ବିମାନ ବନ୍ଦରଠାରେ ସ୍ୱାଗତ କରାଯାଇଥିଲା । କଟକ ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ମାନସ ଚୌଧୁରୀଙ୍କ ସଂଯୋଜନାରେ ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜ ଓ ପ୍ରଦେଶ ଯୁବ କଂଗ୍ରେସ ସଭାପତି ରଣଜିତ ପାତ୍ରଙ୍କ ନେତୃତ୍ୱରେ ଏକ ବିଶାଳ ଶୋଭାଯାତ୍ରାରେ ବିମାନ ବନ୍ଦର ଠାରୁ ଡ. କୁମାରଙ୍କୁ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ପର୍ଯ୍ୟନ୍ତ ନିଆଯାଇଥିଲା ଏବଂ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ପକ୍ଷରୁ ସଭାପତି ଶ୍ରୀ ବିଶ୍ୱଜିତ ଦାଶ ଓ ପ୍ରଦେଶ ମହିଳା କଂଗ୍ରେସ ସଭାନେତ୍ରୀ ବନ୍ଦିତା ପରିଡ଼ାଙ୍କ ନେତୃତ୍ୱରେ ଶିଶୁଭବନ ଛକ, ରାଜମହଲ ଛକ ଠାରେ ଡ. ଅଜୟ କୁମାରଙ୍କୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ପରେ ସେବାଦଳ ପକ୍ଷରୁ ସେବାଦଳ ଅଧ୍ୟକ୍ଷ ଡ. ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର ଏବଂ ସେବାଦଳ କର୍ମୀମାନେ ଡ. କୁମାରଙ୍କୁ ଗାର୍ଡଅଫ ଅନର ପ୍ରଦାନ କରାଯାଇଥିଲା ।

ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ପିସିସି ସଭାପତି ଶ୍ରୀ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପ୍ରଦେଶ କଂଗ୍ରେସ କାର୍ଯ୍ୟକାରୀ କମିଟି ଓ କର୍ମକର୍ତା ବୈଠକରେ ଉଦବୋଧନ ଦେଇ ପ୍ରଭାରୀ ଡ. ଅଜୟ କୁମାର କହିଥିଲେ ଯେ ଅଗାମୀ ୨୦୨୪ ସାଧାରଣ ନିର୍ବଚନରେ କଂଗ୍ରେସ ବିଜୟର ଯଥେଷ୍ଟ ସମ୍ଭାବନା ରହିଛି । ଓଡ଼ିଶାରେ କଂଗ୍ରେସ ଆଜି ଯେଉଁ ସ୍ଥିତିରେ ଅଛି ତେଲେଙ୍ଗାନାରେ ମଧ୍ୟ ସମାନ ସ୍ଥିତିରେ ଥିଲା । କଂଗ୍ରେସ କର୍ମୀ ଓ ନେତୃବର୍ଗ ସଂକଳ୍ପ ନେଇ ସେଠାରେ ଯଦି କଂଗ୍ରେସକୁ ପୁନଃ କ୍ଷମତାସୀନ କରିପାରିଲେ ଓଡ଼ିଶାରେ ତାହା ନିଶ୍ଚୟ ହୋଇପାରିବ । ସେ ତାଙ୍କ ଅଭିଭାଷଣରେ ଦଳୀୟ ଶୃଙ୍ଖଳାକୁ ଅଧିକ ଗୁରୁତ୍ୱ ଦେଇଥିଲେ । ତେଲେଙ୍ଗାନା ନିର୍ବାଚନୀ ସଫଳତାରେ ସାମାଜିକ ଗଣମାଧ୍ୟମର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିଲା । ଓଡ଼ିଶା କଂଗ୍ରେସରେ ସାମାଜିକ ଗଣମାଧ୍ୟମକୁ ଅଧିକ କ୍ରିୟାଶୀଳ କରବାକୁ ସେ ପରାମର୍ଶ ଦେଇଥିଲେ । କଂଗ୍ରେସ ପକ୍ଷରୁ “ଦେଶପାଇଁ ଦାନ” ଅଭିଯାନରେ ବ୍ୟାପକ ଭାବରେ ଲୋକମାନଙ୍କୁ ସାମିଲ କରିବାପାଇଁ ସେ କହିଥିଲେ । ଯେଉଁମାନେ କଂଗ୍ରେସ ଦଳ ଛାଡ଼ିଯାଇଛନ୍ତି ସେମାନେ ଫେରିଆସିବାପାଇଁ ଡ. କୁମାର ଆହ୍ୱାନ ଦେଇଥିଲେ । ସେ ଦୃଢ଼ ଭାବରେ କହିଥିଲେ ଯେ ଓଡ଼ିଶା ଓଡ଼ିଆମାନଙ୍କ ପାଇଁ । ଏହି ପ୍ରସଙ୍ଗରେ କୌଣସି ପ୍ରକାର ବ୍ୟତିକ୍ରମକୁ ବରଦାସ୍ତ କରାଯିବା ଉଚିତ ନୁହେଁ ।

ପିସିସି ସଭାପତି ଶ୍ରୀ ପଟ୍ଟନାୟକ ସମସ୍ତଙ୍କୁ ସ୍ୱାଗତ କରି କହିଲେଯେ ଦୀର୍ଘବର୍ଷ ଧରି କଂଗ୍ରେସ ଶାସନରେ ନଥିଲେ ମଧ୍ୟ ଆପଣମାନେ ତୃଣମୂଳସ୍ତରରେ ପାହାଡ଼ ଭଳି ଦୃଢ଼ ଭାବରେ ଛିଡାହୋଇଥିବାରୁ ହିଁ କଂଗ୍ରେସ ତିଷ୍ଠି ରହିଛି । ପ୍ରଦେଶ କଂଗ୍ରେସ ପକ୍ଷରୁ ନିକଟରେ ଆୟୋଜିତ ତୁଳସୀ ଯାତ୍ରା, ସଂକୀର୍ତନ ସତ୍ୟାଗ୍ରହ, କଳିଙ୍ଗନଗର ଆଦିବାସୀ ଗଣହତ୍ୟାର ପ୍ରତିବାଦରେ ମହମତୀ ଶୋଭାଯାତ୍ରା ଓ ରାଜ୍ୟବ୍ୟାପୀ ଶ୍ରଦ୍ଧାଞ୍ଜଳୀ ସମାରୋହ ଭାରତଯୋଡ଼ ଓଡ଼ିଶା ପରିବର୍ତନ ଯାତ୍ରା, ହାତସେ ହାତ ଯୋଡ଼ ଯାତ୍ରା, ରାଜ୍ୟବ୍ୟାପି ଜନସମ୍ପର୍କ ପଦଯାତ୍ରା, ଦରଦାମ ବୃଦ୍ଧି ପ୍ରତିବାଦରେ ବ୍ଲକ ଘେରାଉ କାର୍ଯ୍ୟକ୍ରମ ଇତ୍ୟାଦିର ଅଦ୍ଭୁତପୂର୍ବ ସଫଳତା କଂଗ୍ରେସ ନେତୃବୃନ୍ଦ, କର୍ମୀ ଓ ସାଧାରଣ ଜନତାଙ୍କ ସହଯୋଗରେ ସମ୍ଭବ ହୋଇପାରିଛି । ଆଗାମୀ ଦିନରେ ଡ. ଅଜୟ କୁମାରଙ୍କ ଦିଗଦର୍ଶନରେ ଏହି ୨୪ ବର୍ଷର ଭ୍ରଷ୍ଟାଚାରୀ ବିଜେଡ଼ି ସରକାରକୁ ହଟାଇବାକୁ ସମସ୍ତେ ଆଗେଇ ଆସିବାକୁ ସେ ଆହ୍ୱାନ ଦେଇଥିଲେ ।

ବୈଠକ ପ୍ରାରମ୍ଭରେ ପରଲୋକ ଗମନ କରିଥିବା ପୂର୍ବତନ ବିଧାୟକ ସନ୍ତୋଷ ପ୍ରଧାନ, ରମେଶ ଜେନା, ରବିନ୍ଦ୍ର କୁମାର ଦାସ, ସତ୍ୟବାଦୀ ସ୍ୱାଇଁ, ପ୍ରମିଳା ଆଚାର୍ଯ୍ୟ ପ୍ରମୁଖଙ୍କ ବିୟୋଗରେ ପିସିସି ବରିଷ୍ଠ ଉପସଭାପତି ଶ୍ରୀ ଶିବାନନ୍ଦ ରାୟ ପ୍ରସ୍ତାବ ଆଗତ କରିଥିଲେ ଏବଂ ଦିବଗଂତ ଆତ୍ମାର ସଦଗତି କାମନା ପାଇଁ ନୀରବ ପ୍ରାର୍ଥନା କରାଯାଇଥିଲା ।

ବୈଠକରେ ରାଜନୈତିକ ପ୍ରସ୍ତାବ ଶ୍ରୀ ସୁରେଶ ମହାପାତ୍ର ଆଗତ କରିଥିବା ବେଳେ କିଶୋର ଜେନା ସମର୍ଥନ କରିଥିଲେ । ଅର୍ଥନୈତିକ ପ୍ରସ୍ତାବ ପଂଚାନନ କାନୁନଗୋ ଆଗତ କରିଥିବା ବେଳେ ଅନନ୍ତ ପ୍ରସାଦ ସେଠୀ ସମର୍ଥନ କରିଥିଲେ । ସେହିଭଳି ବିଜେପି ଓ ବିଜେଡ଼ି ସରକାରଙ୍କ ଦୁର୍ନୀତି ଓ ବିଫଳତା ପ୍ରସ୍ତାବ ସୁଶିଳା ତିରିଆ ଆଗତ କରିଥିବା ବେଳେ ମନଜା ମଞ୍ଜରୀ ଦେବୀ ସମର୍ଥନ କରିଥିଲେ । ଶେଷରେ ପିସିସି ଗଣମାଧ୍ୟମ ବିଭାଗ ଅଧ୍ୟକ୍ଷ ଶ୍ରୀ ଗଣେଶ୍ୱର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ ।

ଆଜିର କାର୍ଯ୍ୟକାରିଣୀରେ ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ପିସିସି ସଭାପତି ସର୍ବଶ୍ରୀ ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ, ବିଜୟ ପଟ୍ଟନାୟକ, ରାମଚନ୍ଦ୍ର ଖୁଂଟିଆ, ସପ୍ତଗିରି ଉଲ୍ଲାକା, ଶରତ ରାଉତ, ସୁଶ୍ରୀ ସୁଶିଳା ତିରିଆ, ତାରାପ୍ରସାଦ ବାହିନୀପତି, ସନ୍ତୋଷ ସିଂ ସାଲୁଜା, ରମେଶ ଜେନା, ଡଃ ଦେବାଶିଷ ପଟ୍ଟନାୟକ, ଦାସରଥି ଗମାଙ୍ଗୋ, ଅଧିରାଜ ପାଣିଗ୍ରାହୀ, କିଶୋର ପଟେଲ, ଅନନ୍ତ ପ୍ରସାଦ ସେଠୀ, ରାଜନ ଏକା, ସୁରେନ୍ଦ୍ର ସିଂ ଭୋଇ, ବିଶ୍ୱ ରଞ୍ଜନ ମହାନ୍ତି, ବିଜୟଲକ୍ଷ୍ମୀ ସାହୁ, ଭୁଜବଳ ମାଝୀ, ସଶ୍ମିତା ବେହେରା, ଜାନକୀ ବଲ୍ଲଭ ପଟ୍ଟନାୟକ, ଶୁଭେନ୍ଦୁ ମହାନ୍ତି, ପୃଥିବୀବଲ୍ଲଭ ପଟ୍ଟନାୟକ, ସୁଚରୀତା ମହାନ୍ତି, ରଶ୍ମି ମହାପାତ୍ର, ବେଣୁଧର ପାତ୍ର, କୁମାର ଚିରଞ୍ଜୀବ, ରତ୍ନମଣୀ ଉଲ୍‌କା, ଲିଙ୍ଗରାଜ ଚୌଧୁରୀ, ରାଜକିଶୋର ଷଡଙ୍ଗୀ, ହିମାଂସୁ ଦାସ, ସନତ ଦାସ, ଅମ୍ବିକା ଭଟ୍ଟ, ନକୁଳ ନାୟକ, ହେମନ୍ତ ଦାସ, ଜୟଦେବ ନାୟକ, ବାଙ୍କନିଧି ବେହେରା, ସୁବ୍ରତ ମହାପାତ୍ର, ଅମୀୟ ପଟ୍ଟନାୟକ, ରାଜକିଶୋର ସାହୁ, ବିସ୍ମୟ ମହାପାତ୍ର, ପ୍ରକାଶ ମିଶ୍ର, ମନୋଜ ବିଶ୍ୱାଳ, ତରୁଣ ମିଶ୍ର, ମିନାକ୍ଷୀ ବାହିନୀପତି, ରଶ୍ମି ମହାପାତ୍ର, ଜ୍ଞାନ ପଟ୍ଟନାୟକ, ବିଧୁଭୂଷଣ ତ୍ରିପାଠୀ, ଲଲାଟେନ୍ଦୁ ଦାସ, ଶ୍ରିନିବାସ ରାଉତରାୟ, ମଧୁସ୍ମିତା ଆଚାର୍ଯ୍ୟ, ମହମ୍ମଦ ଗୁଲଫାମ, ନିହାର ବେହେରା, ନିରୁପମା ପାତ୍ର, ସରସ୍ୱତୀ ହେମ୍ବ୍ରମ, ବିଶ୍ୱଭୂଷଣ ଦାସ, ରବିନ୍ଦ୍ର ମଲ୍ଲିକ, ପଦ୍ମାକର ଗୁରୁ, ମଧୁସ୍ମିତା ସେଠୀ, ଚିନ୍ମୟ ସୁନ୍ଦର ଦାସ, ହରଦ୍ୱୀପ ସିଂ, ଦୁର୍ଗାପ୍ରସାଦ ପଣ୍ଡା, ଶଶିକାନ୍ତ ଲେଙ୍କା, ନିପନ ଦାସ, ନାରାୟଣ ଜେନା (ପେନ୍‌ମ୍ୟାନ) ଅମିତା ବିଶ୍ୱାଳ, ମଞ୍ଜୁଶ୍ରୀ କଳ୍ପନା ରାଉତରାୟ, ସାନ୍ତାୟନ ମିଶ୍ର, ସଂଗ୍ରାମ ଦାସ, ସୀମାଚଂଳଗିରି ଉଲ୍ଲାକା, ନିରୁପମା ଦାସ, କୁସୁମ ପ୍ରଧାନ, ଶ୍ରୀୟା ମହାନ୍ତି, ଅଜିତ ଜେନା, ବିଳାସିନୀ ନାୟକ, ଦେଓ ପ୍ରସାଦ, ସୁଶାନ୍ତ ବେହେରା, କୈଳାସ ସାହୁ, ତୁଳେଶ୍ୱର ନାୟକ, ଶିଳ୍ପଶ୍ରୀ ହରିଚନ୍ଦନ, ବୁଲ୍‌କି ସେଠ, ଜୟକୃଷ୍ଣ ମଲ୍ଲିଆ,ଜୟଶ୍ରୀ ପାତ୍ର, ହାରାବତି ଗଣ୍ଡ, ପୁଷ୍ମିତା ଦାସ, ଦୀପକ କୁମାର ସାହୁ, ମିତ୍ରଭାନୁ ମହାପାତ୍ର, ରଞ୍ଜିତା ହେମ୍ବ୍ରମ୍‌, ସୁକାନ୍ତ ଦିଗଲ, ଆକବର ଖାଁ ପ୍ରମୁଖ ଯୋଗ ଦେଇଥିଲେ।

କାଲିଠୁ ସର୍ବସାଧାରଣଙ୍କ ପାଇଁ ଖୋଲା ରହିବଲୋକସେବା ଭବନ ଉଦ୍ୟାନ

ଜାନୁଆରୀ ମାସ ଛୁଟି ଦିନରେ ଲୋକସେବା ଭବନ ଉଦ୍ୟାନ
ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ
ଆସନ୍ତାକାଲି ରବିବାରରୁ ଆରମ୍ଭ
()ସର୍ବସାଧାରଣଙ୍କ ନିମନ୍ତେ ଚଳିତ ଜାନୁଆରୀ ମାସର ରବିବାର ସମେତ ସମସ୍ତ ଛୁଟି ଦିନରେ ଲୋକସେବା ଭବନ ଉଦ୍ୟାନ ଖୋଲା ରହିବ। ଜନସାଧାରଣ ଏହି ଦିନମାନଙ୍କରେ ଅପରାହ୍ନ ୩.୩୦ ରୁ ସନ୍ଧ୍ୟା ୫.୩୦ ପର୍ଯ୍ୟନ୍ତ ଦୁଇ ଘଣ୍ଟା ପାଇଁ ଲୋକସେବା ଭବନକୁ ଆସି ଉଦ୍ୟାନ ପରିଦର୍ଶନ କରିପାରିବେ।

ଜାନୁଆରୀ ୨୭ରେ ସମଲେଇ ପ୍ରକଳ୍ପର ଲୋକାର୍ପଣ

ଜାନୁଆରୀ ୨୭ରେ ସମଲେଇ ପ୍ରକଳ୍ପର ଲୋକାର୍ପଣ

ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଟ୍ରଷ୍ଟ ବୋର୍ଡ ଓ ସେବାୟତଗଣ

ମା’ଙ୍କ ପାଇଁ ପ୍ରତି ଘରୁ ଆସିବ ସିନ୍ଦୁର

ମା’ଙ୍କ କାମରେ ସମସ୍ତଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ

ମା’ଙ୍କ ଆଶୀର୍ବାଦରୁ ସବୁ କାମ ଭଲରେ ହେବ – 5T ଅଧ୍ୟକ୍ଷ

()ପଶ୍ଚିମ ଓଡିଶାର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀ ପୀଠର ଚାଲିଛି ରୂପାନ୍ତରଣ। ଆଗାମୀ ୨୭ ତାରିଖରେ ହେବ ପ୍ରକଳ୍ପର ଲୋକାର୍ପଣ।ଏହି ପରିପ୍ରେକ୍ଷୀରେ ଆଜି ମନ୍ଦିର ଟ୍ରଷ୍ଟ ବୋର୍ଡର ସଦସ୍ୟ, ସଭାପତି ଓ ପୂଜାରୀ ମାନେ ନବୀନ ନିବାସ ଆସି ମଙ୍ଗଳାଷ୍ଟକ ଗାନ ମଧ୍ୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଆଶୀର୍ବାଦ କରିଥିଲେ ଏବଂ ପ୍ରକଳ୍ପର ଲୋକାର୍ପଣ ପାଇଁ ନିମନ୍ତ୍ରଣ ଦେଇଥିଲେ ।ମା ଙ୍କ ପୀଠର ରୂପାନ୍ତର ପାଇଁ ସେମାନେ ମୁଖ୍ୟମନ୍ତ୍ରୀ ଓ 5T ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନଙ୍କୁ ଧନ୍ୟବାଦ ଦେଇଥିଲେ। ସେମାନେ କହିଥିଲେ ଯେ ଲୋକାର୍ପଣ ପାଇଁ ଟ୍ରଷ୍ଟ ବୋର୍ଡ ପକ୍ଷରୁ ସବୁ ଘରକୁ ନଡିଆ ଦିଆଯିବ ଏବଂ ସବୁ ଘରୁ ମା’ଙ୍କ ପାଇଁ ସିନ୍ଦୁର ଆସିବ। ମା’ଙ୍କ କାମରେ ସମସ୍ତଙ୍କ ସହଯୋଗ କାମନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମା’ଙ୍କ ପୀଠ ଓ ସମ୍ବଲପୁର ସହରର ଉନ୍ନତି ପାଇଁ ସେ ସବୁବେଳେ ଗୁରୁତ୍ବ ଦେଇ ଆସିଛନ୍ତି। ଆଗାମୀ ଦିନରେ ମଧ୍ୟ ଏହି କାର୍ଯ୍ୟ ଜାରି ରହିବ।5T ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ କହିଥିଲେ ଯେ ମା’ଙ୍କ ଆଶୀର୍ବାଦରୁ ସବୁ କାମ ଭଲରେ ଭଲରେ ଚାଲିଛି ଏବଂ ଆଗକୁ ମଧ୍ୟ ସବୁ କାମ ଭଲରେ ହେବ। ସମସ୍ତଙ୍କ ସହଯୋଗରେ ରୂପାନ୍ତର କାମ ଜାରି ରହିବ।  ସୂଚନାଯୋଗ୍ୟ ଯେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀଙ୍କ ମନ୍ଦିର ଷୋଡଶ ଶତାଦ୍ଦୀର ଏକ ପ୍ରସିଦ୍ଧ ପୀଠ। ଏହାର ଉନ୍ନତି ପାଇଁ ୨୦୨୧ ମସିହାରେ ମୁଖ୍ୟମନ୍ତ୍ରୀ ସମଲେଇ (Samaleswari Temple Area Management and Local Economy Initiatives) ପ୍ରକଳ୍ପ ଆରମ୍ଭ କରିଛନ୍ତି । ଏଥିପାଇଁ ୨୦୦ କୋଟି ଟଙ୍କା ଖର୍ଚ୍ଚ କରାଯାଉଛି। ମନ୍ଦିରର ସୌନ୍ଦର୍ଯ୍ୟକରଣ ସହିତ ଭକ୍ତ ମାନଙ୍କ ପାଇଁ ଏକ ଅଧ୍ୟାତ୍ମିକ ପରିବେଶ ସୃଷ୍ଟି କରିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନିଆଯାଇଛି । ମନ୍ଦିର ସହିତ ମହାନଦୀ ଘାଟର ମଧ୍ୟ ଉନ୍ନତିକରଣ କରାଯାଉଛି । ଏହି ପ୍ରକଳ୍ପର ସଠିକ କାର୍ଯ୍ୟାନ୍ବୟନ ପାଇଁ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ ପାଣ୍ଡିଆନ ଅନେକ ଥର ସମ୍ବଲପୁର ଯାଇ ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା କରିଛନ୍ତି ।ମୁଖ୍ୟମନ୍ତ୍ରୀ ଙ୍କୁ ନିମନ୍ତ୍ରଣ ପୂର୍ବରୁ ସେମାନେ ମା ସମଲେଶ୍ବରୀ ଙ୍କୁ ପୂଜା କରି ମା ପାଟଣେଶ୍ୱରୀ ମା ଦଶମତୀ ମା ବାଟ ମଙ୍ଗଳା ବାବା ସୋମନାଥ ଙ୍କୁ ଏବଂ ଭୁବନେଶ୍ଵର ରେ ଲିଙ୍ଗରାଜ ମହାପ୍ରଭୁ ଙ୍କୁ ନିମନ୍ତ୍ରଣ କରିଥିଲେ.

ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ : ଫେବୃଆରୀ ୩ ରୁ ୫

ଫେବୃଆରୀ ୩ ରୁ ୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ

ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ

ସମ୍ମିଳନୀର ବିପୁଳ ସଫଳତା ପାଇଁ ସବୁ ସଂପୃକ୍ତ ବିଭାଗ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସହିତ ସମନ୍ବୟ ରକ୍ଷା କରି କାମ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ରୂପରେଖ ସଂପର୍କରେ ଆଲୋଚନା ହେବ

ଏହି ସମ୍ମିଳନୀକୁ ଆଧାର କରି ଓଡିଆ ଭାଷାର ଉନ୍ନତି ଓ ଲୋକପ୍ରିୟତା ବୃଦ୍ଧି ପାଇଁ ସରକାର ନେବେ ପଦକ୍ଷେପ

()ଆସନ୍ତା ଫେବୃୟାରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ରାଜ୍ୟରେ ପ୍ରଥମ ଥର ପାଇଁ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରାଯିବ। ଏହି ସମ୍ମିଳନୀ ଆୟୋଜନ କରାଯିବା ନିମନ୍ତେ ଗତ ଡିସେମ୍ବର ୧୯ ତାରିଖରେ ଅନୁଷ୍ଠିତ ଐତିହ୍ୟ କ୍ୟାବିନେଟରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା ।ଏହି ସମ୍ମିଳନୀ ଯେପରି ବିପୁଳ ସଫଳତା ହାସଲ କରିବ, ସେଥିପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ବ ଆରୋପ କରିଛନ୍ତି । ଏଥିପାଇଁ ସବୁ ସଂପୃକ୍ତ ବିଭାଗ ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସହିତ ସମନ୍ବୟ ରକ୍ଷା କରି କାମ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।ଏହି ଭାଷା ସମ୍ମିଳନୀ ଓଡ଼ିଆ ଅସ୍ମିତାର ପରିଚୟ ହେବ। ଶାସ୍ତ୍ରୀୟ ଭାଷା ଓଡ଼ିଆକୁ ଆହୁରି କିପରି ଲୋକପ୍ରିୟ କରାଯିବ ଏ ସମ୍ପର୍କରେ ବିଶଦ ଭାବେ ଆଲୋଚନା କରାଯିବ । ବର୍ତ୍ତମାନର ପରିବର୍ତ୍ତିତ ପରିସ୍ଥିତି ଓ ପ୍ରଯୁକ୍ତି ବିଦ୍ୟା ଯୁଗରେ ଏହି ଭାଷା ସମ୍ମିଳନୀ ଯୁବପିଢ଼ିଙ୍କୁ ଓଡ଼ିଆ ଭାଷା ପ୍ରତି ଆକର୍ଷିତ କରିବ । ଏହି ସମ୍ମିଳନୀରେ ଓଡ଼ିଆ ଭାଷାର ପ୍ରାଚୀନତା ଓ ଭବିଷ୍ୟତର ପ୍ରାସଙ୍ଗିକତା ଉପରେ ଅନେକ ତର୍କ ଭିତ୍ତିକ ଓ ମାର୍ମିକ ତର୍ଜମା କରାଯିବ । ଦେଶ ବିଦେଶରେ ରହୁଥିବା ଓଡ଼ିଆ ଭାଷାବିତ୍‌ ମାନେ ଯୋଗ ଦେଇ ଓଡ଼ିଆ ଭାଷାର Antiquity (ସର୍ବ ପ୍ରାଚୀନତା) ଓ Continuity (ନିରନ୍ତରତା) ସମ୍ପର୍କରେ ବିଭିନ୍ନ ପର୍ଯ୍ୟାୟ ଭିତ୍ତିକ ଆଲୋଚନା କରିବେ । ଏଥିରେ ଓଡ଼ିଆ ଭାଷାର ଉତ୍ପତ୍ତି, କ୍ରମବିକାଶ ଓ ଲୋକପ୍ରିୟତା ଉପରେ ସାରଗର୍ଭକ ଆଲୋଚନାମାନ ଅନୁଷ୍ଠିତ ହେବ । ଏଥିସହ ବିଶେଷଜ୍ଞ ମାନେ ଏହି ତିନି ଦିନରେ ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ରୂପରେଖ ଉପରେ ତଥ୍ୟ ଭିତ୍ତିକ ଉପସ୍ଥାପନ କରିବେ । ସମ୍ମିଳନୀରେ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ, ବୁଦ୍ଧିଜୀବୀ ତଥା ସବୁ ବର୍ଗର ବ୍ୟକ୍ତିବିଶେଷ ଯୋଗଦେବେ। ଓଡ଼ିଆ ଭାଷାକୁ ଅଭିନବ ଭାବେ କିଭଳି ଶିଖି ହେବ ଏ ସମ୍ପର୍କରେ ମଧ୍ୟ ଆଲୋଚନା ଚକ୍ର ଅନୁଷ୍ଠିତ ହେବ । ଏହି ସମ୍ମିଳନୀ ବିଶ୍ୱର କଣ ଅନୁକୋଣରେ ରହୁଥିବା ଓଡ଼ିଆ ଭାଷାଭାଷୀ ମାନଙ୍କ ନିମନ୍ତେ ଏକ ନୂତନ ଆଲୋକବର୍ତ୍ତିତା ହେବ ।

ବଲାଙ୍ଗୀରର ବିକାଶରେ ନୂଆ ଇତିହାସ :ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ବଲାଙ୍ଗୀରର ବିକାଶରେ ନୂଆ ଇତିହାସ

ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଓଡିଶାର ନବମ ସର୍ବବୃହତ ବନ୍ଧ

୨୦୧୯ରୁ 5T ଉପକ୍ରମରେ ପ୍ରକଳ୍ପ ତ୍ବରାନ୍ବିତ କରାଯାଇ କାମ ସଂପୂର୍ଣ୍ଣ କରାଯାଇଛି

ବଲାଙ୍ଗୀର, ସୋନପୁରର ୨୦୩ଟି ଗାଁର ଏକ ଲକ୍ଷ ଏକର ଚାଷ ଜମି ଜଳସେଚିତ ହେବ, ୮୦ ହଜାର ଚାଷୀ ଉପକୃତ ହେବେ, ପାନୀୟ ଜଳର ସୁବିଧା ମଧ୍ୟ ମିଳିବ

ଭୂତଳ ପାଇପ ଲାଇନ ଜରିଆରେ ଜଳସେଚନ କରାଯିବ, ଜଳସେଚନ ପାଇଁ କୌଣସି ବିସ୍ଥାପନ ହେବ ନାହିଁ

ବିସ୍ଥାପିତ ୨୯ଟି ଗାଁର ଲୋକଙ୍କ ତ୍ୟାଗକୁ ମୁଁ ସମ୍ମାନ ଜଣାଉଛି, ସେମାନଙ୍କ ତ୍ୟାଗ ସବୁଦିନ ମନେ ରହିବ

୨୫୨୫ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ

୨୨୨୦ କୋଟି ଟଙ୍କା – ୧୧୨ଟି ପ୍ରକଳ୍ପ – ଭିତ୍ତିପ୍ରସ୍ତର ସ୍ଥାପିତ

୩୦୫ କୋଟି ଟଙ୍କା – ୬୯ଟି ପ୍ରକଳ୍ପ – ଉଦ୍‌ଘାଟିତ

5T ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ ଅଗଷ୍ଟ ମାସରେ ବଲାଙ୍ଗୀର ଆସି ବିକାଶ କାମ ତ୍ବରାନ୍ବିତ କରିବା ପାଇଁ ଲୋକଙ୍କ ସହିତ ଆଲୋଚନା କରିଥିଲେ

ବଲାଙ୍ଗୀରର ଜଳସେଚନ, କୃଷି କ୍ଷେତ୍ରରେ ଆସିବ ରୂପାନ୍ତର, ଜିଲ୍ଲାର ବିକାଶରେ ନୂଆ ଯୁଗ ଆସିବ – ମୁଖ୍ୟମନ୍ତ୍ରୀ

() ନୂଆ ବର୍ଷରେ ମୋର ପ୍ରଥମ ଗସ୍ତ ବଲାଙ୍ଗୀରରୁ ଆରମ୍ଭ କରି ମୁଁ ବହୁତ ଖୁସି। ଆପଣମାନେ ଖୁସି ତ?…… ଲୋକଙ୍କ ଉତ୍ସସିତ ଧ୍ବନି, କରତାଳି ଓ ହୁଳହୁଳି ମଧ୍ୟରେ ମୁଖ୍ୟମନ୍ତ୍ରୀ ଆଜି ବଲାଙ୍ଗୀରରେ ଲୋୟର ସୁକତେଳ ଜଳସେଚନ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଲୋୟର ସୁକତେଲ ପ୍ରକଳ୍ପ ଦ୍ବାରା ବଲାଙ୍ଗୀରର ଚାଷୀଭାଇ ମାନଙ୍କର ଜଳ କଷ୍ଟ ଦୂର ହେଲା । ସୁକତେଲ ପ୍ରକଳ୍ପ ବଲାଙ୍ଗୀରର ଜଳସେଚନ କ୍ଷେତ୍ରରେ, କୃଷି କ୍ଷେତ୍ରରେ ରୂପାନ୍ତର ଆଣିବ ବୋଲି ସେ ମତ ଦେବା ସହିତ କହିଥିଲେ ଯେ ଚାଷୀର ବିକାଶରେ ରାଜ୍ୟର ବିକାଶ। ବଲାଙ୍ଗୀର ଜିଲ୍ଲାର ବିକାଶରେ ଏହି ପ୍ରକଳ୍ପ ନୂଆ ଯୁଗ ଆଣିବ।ସଚନାଯୋଗ୍ୟ ଯେ ଏହି ପ୍ରକଳ୍ପ ରାଜ୍ୟର ନବମ ସର୍ବବୃହତ ବନ୍ଧ । ଏହାର ଉଚ୍ଚତା ୩୧ ମିଟର। ଏହାଦ୍ବାରା ବଲାଙ୍ଗୀର ଓ ସୋନପୁର ଦୁଇ ଜିଲ୍ଲାର ୨୦୩ଟି ଗାଁ ର ଏକ ଲକ୍ଷ ଏକର ଜମିକୁ ପାଣି ମିଳିବ। 80ହଜାର ରୁ ଅଧିକ ଚାଷୀ ଉପକାର ପାଇବେ । ଜିଲ୍ଲାର 70ହଜାର ରୁ ଅଧିକ ଲୋକ ପିଇବା ପାଣି ସୁବିଧା ମଧ୍ୟ ପାଇବେ |  ୨୦୧୯ ମସିହାରୁ 5T ଉପକ୍ରମରେ ପ୍ରକଳ୍ପ ତ୍ବରାନ୍ବିତ କରାଯାଇ କାମ ସଂପୂର୍ଣ୍ଣ କରାଯାଇଛି । Technologyର ବ୍ୟବହାର କରାଯାଇ Pressurised Underground Pipeline ଜରିଆରେ ଜଳସେଚନର ବ୍ୟବସ୍ଥା କରାଯାଉଛି। ଏହାଦ୍ବାରା ଜଳସେଚନ ପାଇଁ କୌଣସି ବିସ୍ଥାପନ ହେବ ନାହିଁ ।ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ କୃଷକ ରାଜ୍ୟ ଅର୍ଥନୀତିର ସାରଥି । ଚାଷୀ ଭାଇ ମାନଙ୍କୁ ସାଥିରେ ଧରି ଆମେ ଆଗକୁ ବଢୁଛୁ । ମୁଁ ସବୁବେଳେ ଚାଷୀ ଭାଇମାନଙ୍କ ସାଥିରେ ଅଛି । ସେମାନଙ୍କ ପାଇଁ କାଳିଆ, ଏକ ଲକ୍ଷ ଟଙ୍କାର ବିନା ସୁଧରେ ଋଣ, ମାଗଣା ଫସଲ ବୀମା ଚାଷୀ ଘର ପିଲାଙ୍କ ପାଇଁ scholarship ଏବଂ ଆହୁରି ଅନେକ ଯୋଜନା ଜାରି ରହିଛି।ବିସ୍ଥାପିତ ଗାଁର ଲୋକମାନଙ୍କ ତ୍ୟାଗକୁ ମନେ ପକାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଏହି ପ୍ରକଳ୍ପ ପାଇଁ ୨୯ଟି ଗାଁର ଲୋକମାନେ ବହୁତ ବଡ ତ୍ୟାଗ କରିଛନ୍ତି। ସେମାନଙ୍କ ତ୍ୟାଗକୁ ମୁଁ ସମ୍ମାନ ଜଣାଉଛି। ବଲାଙ୍ଗୀର ବିକାଶ ପାଇଁ ସେମାନଙ୍କ ତ୍ୟାଗ ସବୁଦିନ ମନେ ରହିବ।  ଆଜି ମଧ୍ୟ ବଲାଙ୍ଗୀର ଜିଲ୍ଲାର ବିକାଶ ପାଇଁ ଅନେକ କାମ ଆରମ୍ଭ ହେଲା । ସ୍ବାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି, tourismର ଉନ୍ନତି, communicationର ଉନ୍ନତି, କ୍ରୀଡାର ଉନ୍ନତି ସହିତ heritageର ବିକାଶ ଓ ସୁରକ୍ଷା ପାଇଁ ଅନେକ ପ୍ରକଳ୍ପ ଆରମ୍ଭ ହେଲା ବୋଲି ସେ କହିଥିଲେ। ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ବଲାଙ୍ଗୀର ପାଇଁ ୨୫୨୫ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଥିଲେ । ୨୨୨୦ କୋଟି ଟଙ୍କା ବ୍ୟୟରେ ୧୧୨ଟି ଭିତ୍ତିଭୂମି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିବା ବେଳେ, ୩୦୫ କୋଟି ଟଙ୍କା ବ୍ୟୟରେ ୬୯ଟି ଭିତ୍ତିଭୂମି ପ୍ରକଳ୍ପର ଉଦ୍‌ଘାଟନ କରାଯାଇଥିଲା ।ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ 5T ଅଧ୍ୟକ୍ଷ ମୋ ନିର୍ଦ୍ଦେଶରେ ଅଗଷ୍ଟ ମାସରେ ଆସିଥିଲେ। ଆପଣମାନଙ୍କୁ ଭେଟିଥିଲେ। ଆପଣମାନଙ୍କ ସହିତ ବିକାଶ କାମ ବିଷୟରେ ଆଲୋଚନା କରିଥିଲେ। ଆପଣମାନଙ୍କ ମତକୁ ସମ୍ମାନ ଜଣାଇ ଆମେ କାମ କରୁଛୁ।ବଲାଙ୍ଗୀରର ବିକାଶ ଉପରେ ଆଲୋକପାତ କରି ସେ କହିଲେ ଯେ, ଏବେ ବଲାଙ୍ଗୀର ଜିଲ୍ଲା ଶିକ୍ଷା, ସ୍ବାସ୍ଥ୍ୟ ଓ ଭିତ୍ତିଭୂମି କ୍ଷେତ୍ରରେ ଜୋରଦାର ଉନ୍ନତି କରୁଛି । ହରିଶଙ୍କର ପୀଠ ସହିତ ଜିଲ୍ଲାର ମଠ ମନ୍ଦିରର ରୂପାନ୍ତର କାମ ଚାଲିଛି। ଏବେ କୃଷି କ୍ଷେତ୍ରରେ ଉନ୍ନତି ସହିତ ଜିଲ୍ଲାରେ ରୂପାନ୍ତରର ଏକ ନୂଆ ଯୁଗ ଆସିବ। ମୋର ବିଶ୍ବାସ, ଆପଣମାନଙ୍କ ସହଯୋଗରେ, ବଲାଙ୍ଗୀର ରାଜ୍ୟର ବିକାଶରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବ ବୋଲି ସେ କହିଥିଲେ। ଏହି ଅବସରରେ ଜଳସଂପଦ ବିଭାଗ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ କହିଲେ ଯେ ବଲାଙ୍ଗୀର ଜିଲ୍ଲାର ଜନସାଧାରଣଙ୍କ ବହୁ ଦିନର ସ୍ବପ୍ନକୁ ମୁଖ୍ୟମନ୍ତ୍ରୀ ଆଜି ପୂରଣ କରିଛନ୍ତି । ଲୋୟର ସୁକତେଲ ଆଜି ବଲାଙ୍ଗୀରବାସୀଙ୍କ ପାଇଁ ସୁଖର ସୁକତେଲରେ ପରିଣତ ହୋଇଛି । ଏହି ପ୍ରକଳ୍ପ କାର୍ଯ୍ୟାନ୍ବୟନକୁ ତ୍ବରାନ୍ବିତ କରିବା କ୍ଷେତ୍ରରେ 5T ଅଧ୍ୟକ୍ଷଙ୍କ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି ବୋଲି ସେ କହିଥିଲେ।କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହିତ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ଉପସ୍ଥିତ ଥିଲେ ।ଏହି ଅବସରରେ ଅନ୍ୟ ମାନଙ୍କ ମଧ୍ୟରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ, ବଲାଙ୍ଗୀର ସାଂସଦ ଶ୍ରୀମତୀ ସଙ୍ଗୀତା କୁମାରୀ ସିଂହଦେଓ, ରାଜ୍ୟସଭା ସାଂସଦ ଶ୍ରୀ ନିରଞ୍ଜନ ବିଶି, ବଲାଙ୍ଗୀର ବିଧାୟକ ଶ୍ରୀ ନରସିଂହ ମିଶ୍ର, ପାଟଣାଗଡ ବିଧାୟକ ତଥା ବଲାଙ୍ଗୀର ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଶ୍ରୀ ସରୋଜ ମେହେର, ଲୋଇସିଂଘା ବିଧାୟକ ଶ୍ରୀ ମୁକେଶ ମହାଲିଙ୍ଗ, ରାଜ୍ୟ ଗୃହ ନିର୍ମାଣ ବୋର୍ଡର ଅଧ୍ୟକ୍ଷ ଶ୍ରୀ କଲିକେଶ ନାରାୟଣ ସିଂହଦେଓ, ବଲାଙ୍ଗୀର ଜିଲ୍ଲା ପରିଷଦ ସଭାପତି ଦେବକୀ ସାହୁ ପ୍ରମୁଖ ନିଜର ଅଭିଭାଷଣ ରଖିଥିଲେ ।ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।

ଭୁବନେଶ୍ୱର ମେଟ୍ରୋ ରେଲ୍ ପ୍ରଥମ ପର୍ଯ୍ୟାୟ ପାଇଁ ଭିତ୍ତି ରଖିଲେ ମୁଖ୍ୟମନ୍ତ୍ରୀ….

ଆଧୁନିକ ଭିତ୍ତିଭୂମି କ୍ଷେତ୍ରରେ ନୂଆ ଯୁଗ ଆରମ୍ଭ

5T ଉପକ୍ରମରେ ଏହା ଏକ ଫ୍ଲାଗସିପ୍ ପ୍ରକଳ୍ପ,

ନୂଆ ପର୍ଯ୍ୟାୟକୁ ଯିବ ଓଡିଶାର ରୂପାନ୍ତର

କଥା ଦେଇଥିଲି ପାଳନ କଲି- ମୁଖ୍ୟମନ୍ତ୍ରୀ

2023 ଉତ୍କଳ ଦିବସ ଅବସରରେ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ମେଟ୍ରୋ ରେଲ୍ ପ୍ରଥମ ପର୍ଯ୍ୟାୟ ପାଇଁ ଭିତ୍ତି ରଖିଲେ ମୁଖ୍ୟମନ୍ତ୍ରୀ,

ଏୟାରପୋର୍ଟ ଛକରୁ ବାରଙ୍ଗ ରତାଗଡ ପର୍ଯ୍ୟନ୍ତ ରୋଡ୍ ସୋ, ବିଭିନ୍ନ ଛକରେ ବିପୁଳ ସମ୍ବର୍ଦ୍ଧନା

ନନ୍ଦନକାନନ ଛକରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚନ

ରାଜ୍ୟର ବିକାଶ ଇତିହାସରେ ଆଜି ଦିନଟି ସବୁବେଳେ ସ୍ୱତନ୍ତ୍ର ହୋଇ ରହିବପୁ

ରୁଣା ରାଜଧାନୀ ସହିତ ନୂଆ ରାଜଧାନୀର ସମ୍ପର୍କକୁ ଆହୁରି ମଜବୁତ କରିବ

ନୂଆ ବର୍ଷର ଏ ଖୁସି, ଏ ଆନନ୍ଦ, ସବୁ ଦିନ ଜାରି ରହୁ,

ମହାପ୍ରଭୁଙ୍କ ନିକଟରେ ମୋର ଏତିକି ପ୍ରାର୍ଥନା

29th OCT23 ରେ 5T ଅଧ୍ୟକ୍ଷ ପ୍ରସ୍ତାବିତ metro ଅଞ୍ଚଳ ବୁଲି ଦେଖିଥିଲେ l

 

 

 

ପରିବହନ କ୍ଷେତ୍ରରେ ଆରମ୍ଭ ହେବ ନୂଆ ଯୁଗ .focus କମ୍ ସମୟ କମ୍ ଖର୍ଚ୍ଚରେ ସୁରକ୍ଷିତ ଯାତ୍ରା. ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର ମେଟ୍ରୋ ରେଲ୍‌ର ପ୍ରଥମ ପର୍ଯ୍ୟାୟ ପାଇଁ ଭିତ୍ତି ସ୍ଥାପନ କରିଛନ୍ତି।ଏହି ଅବସରରେ ବାରଙ୍ଗ ରତାଗଡଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆଜି ଦିନଟି ରାଜ୍ୟର ବିକାଶ ଇତିହାସରେ ଏକ ସ୍ୱତନ୍ତ୍ର ଦିବସ ହୋଇ ରହିବ। ପରିବହନ କ୍ଷେତ୍ରରେ ଆସିବ ବଡ ରୂପାନ୍ତର। ସେ କହିଥିଲେ ଯେ ମେଟ୍ରୋ ରେଲ୍‌ପାଇଁ ମୁଁ ଯେଉଁ ପ୍ରତିଶୃତି ଦେଇଥିଲି, ତାହା ଆଜି ପାଳନ କରୁଛି।ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ଯୋଜନା ଗାଁରେ ରୂପାନ୍ତର ଆଣିଛି, ମେଟ୍ରୋ ରେଲ୍‌ ଯୋଜନା ଏ ରୂପାନ୍ତରକୁ ଆହୁରି ଆଗକୁ ନେବ। ପୁରୁଣା ରାଜଧାନୀ କଟକ ସହିତ ନୂଆ ରାଜଧାନୀ ଭୁବନେଶ୍ୱରର ସମ୍ପର୍କକୁ ଆହୁରି ମଜବୁତ କରିବ।ବାଟରେ ଆସିବା ବେଳେ ସ୍ଥାନେସ୍ଥାନେ ଲୋକଙ୍କ ଉତ୍ସାହ ଓ ଉଦ୍ଦୀପନା ସମ୍ପର୍କରେ ପ୍ରକାଶକରି ମୁଖ୍ୟମନ୍ତ୍ରୀ କହିଲେ ଯେ “ଏଠାକୁ ଆସିବା ବେଳେ ରାସ୍ତାରେ ହଜାର ହଜାର ଲୋକଙ୍କ ଶୁଭେଚ୍ଛା ପାଇଲି। ସେମାନଙ୍କ ଆନନ୍ଦ ମୋତେ ମଧ୍ୟ ବହୁତ ଖୁସି ଦେଇଛି । ନୂଆ ବର୍ଷର ଏ ଖୁସି, ଏ ଆନନ୍ଦ, ସବୁ ଦିନ ଜାରି ରହୁ, ମହାପ୍ରଭୁଙ୍କ ନିକଟରେ ମୋର ଏତିକି ପ୍ରାର୍ଥନା । ବିକାଶର ପର୍ବ ଆପଣମାନଙ୍କ ସହଯୋଗରେ ଆହୁରି ଆଗକୁ ବଢୁ ।”ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମେଟ୍ରୋ ରେଲ୍‌ର ଏହି ପ୍ରଥମ ପର୍ଯ୍ୟାୟ ଭୁବନେଶ୍ୱର ଏୟାରପୋର୍ଟରୁ ତ୍ରିଶୂଳିଆ ପର୍ଯ୍ୟନ୍ତ ନିର୍ମାଣ କରାଯିବ। ୨୬ କି.ମି. ଏହି ପ୍ରକଳ୍ପରେ ୨୦ଟି ଷ୍ଟେସନ ରହିବ ଓ ଏଥିପାଇଁ ୬୨୫୫.୯୪ କୋଟି ଟଙ୍କା ଖର୍ଚ୍ଚ କରାଯିବ। 5T ଉପକ୍ରମରେ ଏହା ରାଜ୍ୟର ଏକ ଫ୍ଲାଗସିପ୍ ପ୍ରକଳ୍ପ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରକଳ୍ପର ସମସ୍ତ ଖର୍ଚ୍ଚ ବହନ କରାଯିବ ବୋଲି ପ୍ରକାଶକରି ସେ କହିଲେ ଯେ ଓଡିଶା ଇତିହାସରେ ଭିତ୍ତିଭୂମି କ୍ଷେତ୍ରରେ ଏହା ସବୁଠାରୁ ବଡ ନିବେଶ।ଶେଷରେ ସେ କହିଥିଲେ ଯେ ମେଟ୍ରୋ ରେଲ୍‌କୁ ଖୋର୍ଦ୍ଧା, ପୁରୀ ଓ କଟକ ସହରକୁ ସଂପ୍ରସାରଣ କରିବା ପାଇଁ ଏକ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏକ ନୂଆ ଓଡିଶା ସଶକ୍ତ ଓଡିଶା ଗଠନ ପାଇଁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଥିଲେ।ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଜି ପ୍ରଥମେ ଭୁବନେଶ୍ୱର ଏୟାରପୋର୍ଟ ଛକରୁ ବାରଙ୍ଗ ରତାଗଡ ପର୍ଯ୍ୟନ୍ତ ରୋଡ୍ ସୋ ରେ ଆସି ସେଠାରେ ମେଟ୍ରୋ ପ୍ରକଳ୍ପ ପାଇଁ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ମୁଖ୍ୟମନ୍ତ୍ରୀ ପ୍ରଥମେ ଏୟାରପୋର୍ଟ ଛକରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଏହାପରେ ସେ ରୋଡ୍‌-ସୋରେ ଯାଇ କ୍ୟାପିଟାଲ ହସ୍ପିଟାଲ ଛକ, ୧୨୦ ବ୍ୟାଟାଲିୟାନ, ଜୟଦେବ ବିହାର ଛକ, ଜାଭିୟର ଛକ, ରେଲ୍‌ ସଦନ, ଡିଷ୍ଟ୍ରିକ୍ଟ ସେଣ୍ଟର, ଇଣ୍ଡିଆନ ଅଏଲ ଛକ, କିଟ୍ ଛକ, ନନ୍ଦନ ବିହାର ଓ ରଘୁନାଥପୁରଠାରେ ଉପସ୍ଥିତ ଜନତାଙ୍କୁ ଶୁଭେଚ୍ଛା ଜଣାଇଥିଲେ। ନନ୍ଦନକାନନ ଛକରେ ବିଜୁ ପଟ୍ଟନାୟକଙ୍କ ଏକ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଉନ୍ମୋଚନ କରିଥିଲେ। ସେଠାରୁ ସେ ବାରଙ୍ଗ ଛକ ଓ ଫୁଲପୋଖରୀ ଛକରେ ଲୋକଙ୍କୁ ଶୁଭେଚ୍ଛା ଜଣାଇ ବାରଙ୍ଗ ରତାଗଡଠାରେ ପହଞ୍ଚି ମେଟ୍ରୋ ରେଲ୍‌ ପ୍ରକଳ୍ପ ପାଇଁ ଶିଳାନ୍ୟାସ ଦେଇଥିଲେ ଏବଂ ଶେଷରେ ସାଧାରଣ ସଭାରେ ଯୋଗଦେଇ ଉପସ୍ଥିତ ଜନତାଙ୍କୁ ଉଦ୍‌ବୋଧନ ଦେଇଥିଲେ।ସୂଚନାଯୋଗ୍ୟ ଯେ ଚଳିତ ବର୍ଷ ଅପ୍ରେଲ ପହିଲାରେ ମୁଖ୍ୟମନ୍ତ୍ରୀ ଓଡିଶାରେ ଏହି ମେଟ୍ରୋ ରେଲ୍‌ ପ୍ରକଳ୍ପ ଆରମ୍ଭ କରିବା ସମ୍ପର୍କରେ ଘୋଷଣା କରିଥିଲେ। ଅକ୍ଟୋବର ୨୯ ରେ 5T ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ ତ୍ରିଶୂଳିଆ ଯାଇ ପ୍ରସ୍ତୁତିର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ। ୨୦୨୩ ନଭେମ୍ବର ୧୪ ତାରିଖରେ ଏହି ପ୍ରକଳ୍ପକୁ କ୍ୟାବିନେଟ୍ ଅନୁମୋଦନ କରିଥିଲେ। ଅନୁମୋଦନ ମିଳିବାର ମାତ୍ର ୪ ମାସ ମଧ୍ୟରେ ପ୍ରକଳ୍ପ ରିପୋର୍ଟ ପ୍ରସ୍ତୁତ କରାଯାଇ ଆଜି ଏହାର ଭିତ୍ତି ପ୍ରସ୍ତର ସ୍ଥାପନ କରାଗଲା। ଦିଲ୍ଲୀ ମେଟ୍ରୋ ରେଲ୍‌ କର୍ପୋରେସନ ଓ ଭୁବନେଶ୍ୱର ମେଟ୍ରୋ ରେଲ୍‌ କର୍ପୋରେସନର ମିଳିତ ଉଦ୍ୟମରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ।  କାର୍ଯ୍ୟକ୍ରମରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା ଯୋଗଦେଇ କହିଲେ ଯେ ଟେମ୍ପଲ ସିଟି ଭୁବନେଶ୍ୱରରୁ ପୁରୁଣା ରାଜଧାନୀ କଟକକୁ ମେଟ୍ରୋ ରେଳ ଚଳାଚଳ ପାଇଁ ରାଜ୍ୟବାସୀଙ୍କର ବହୁ ପ୍ରତୀକ୍ଷିତ ସ୍ୱପ୍ନ ଥିଲା। ଆଜି ଏହି ପ୍ରକଳ୍ପ ମାଧ୍ୟମରେ ତାହା ପୂରଣ ହେଲା। ସହରୀକରଣ, ଗମନାଗମନ ସହିତ ଲୋକମାନଙ୍କୁ ଏହା ସବୁ କ୍ଷେତ୍ରରେ ସାହାଯ୍ୟ କରିବ। ଅନ୍ୟତମ ଅତିଥିଭାବେ ଯୋଗଦେଇ ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଥିଲେ ଯେ ଆଜି ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଶିଳାନ୍ୟାସ ହୋଇଥିବା ଏହି ପ୍ରକଳ୍ପ ଓଡିଶାର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିବାକୁ ଯାଉଛି। ଏହି ପ୍ରକଳ୍ପ କଟକ ଭୁବନେଶ୍ୱର ସହିତ ସମଗ୍ର ଓଡିଶାପାଇଁ ଗର୍ବ ଗୌରବର ପ୍ରତୀକ। ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ କାର୍ଯ୍ୟକ୍ରମରେ ଯୋଗଦେଇ କହିଲେ ଯେ ଏହି ପ୍ରକଳ୍ପ ମାଧ୍ୟମରେ ଆମର ଟ୍ରାଫିକ୍ ସମସ୍ୟା ଦୂରହୋଇ ଗମନାଗମନ କ୍ଷେତ୍ରରେ ଉନ୍ନତି ଆସିବା ସହିତ ରୋଜଗାର ଓ ଅର୍ଥନୈତିକ ଅଭିବୃଦ୍ଧିରେ ସହାୟକ ହୋଇ ଆମକୁ ଏକ ମଡର୍ଣ୍ଣ ଲୁକ୍ ଦେବ।5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ।କାର୍ଯ୍ୟକ୍ରମରେ ଭୁବନେଶ୍ୱର ମେୟର ଶ୍ରୀମତୀ ସୁଲୋଚନା ଦାସ ସ୍ୱାଗତ ଭାଷଣ ଦେଇଥିଲେ, ବିଧାୟକ ବାଙ୍କୀ ଶ୍ରୀ ଦେବୀ ରଞ୍ଜନ ତ୍ରିପାଠୀ, ବିଧାୟକ ଚୌଦ୍ୱାର-କଟକ ଶ୍ରୀ ସୌଭିକ ବିଶ୍ୱାଳ, ଭୁବନେଶ୍ୱର ଉତ୍ତର ବିଧାୟକ ଶ୍ରୀ ସୁଶାନ୍ତ ରାଉତ, ଭୁବନେଶ୍ୱର ମଧ୍ୟ ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, କଟକ ସଦର ବିଧାୟକ ଶ୍ରୀ ଚନ୍ଦ୍ରଶେଖର ସାରଥି ବେହେରା ପ୍ରମୁଖ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଆରମ୍ଭ ହେଉଥିବା ଏହି ମେଟ୍ରୋ ପ୍ରକଳ୍ପ ପାଇଁ ଆଜିର ଦିନଟି ଏବଂ ମୁଖ୍ୟମନ୍ତ୍ରୀଙ୍କ ନାଁ ଓଡିଶା ଇତିହାସରେ ସବୁଦିନ ପାଇଁ ସ୍ୱର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇରହିବ ବୋଲି କହିଥିଲେ। ଦିଲ୍ଲୀ, ମୁମ୍ବାଇ ଚେନ୍ନାଇ ପରି ଆମର ମଧ୍ୟ ସ୍ୱପ୍ନ ଥିଲା ଓଡିଶାରେ ମେଟ୍ରୋ ପାଇଁ। ଆମର ସ୍ୱପ୍ନକୁ ସାକାର କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଯୋଗୁ ଆଜି ଓଡିଶାର କୌଣସି କ୍ଷେତ୍ରରେ ଅବହେଳିତ ହୋଇରହିନାହିଁ ବୋଲି ସେମାନେ କହିଥିଲେ। କଟକ ମେୟର ଶ୍ରୀ ସୁବାସ ସିଂ ଧନ୍ୟବାଦ ଅର୍ପଣ କରିଥିଲେ।

କ୍ଷମତା ନୁହେଁ, ସେବା ପାଇଁ ଅଶୋକଙ୍କ ଜନ୍ମ : ପ୍ରଫୁଲ୍ଲ ସାମଲ…..

ଯାଜପୁର: ପୂର୍ବତନ ବିରୋଧୀ ଦଳ ନେତା ତଥା ଜନତା ଦଳର ଟାଣୁଆ ନେତା ଦିବଙ୍ଗତ ଅଶୋକ ଦାସଙ୍କ ୧୫ତମ ଶ୍ରାଦ୍ଧ ବାର୍ଷିକ ପାଳିତ ହୋଇଛି । ଯାଜପୁର ବିରଜା ପାନ୍ଥଶାଳା ପରିସରରେ ବରିଷ୍ଠ ବିଜେଡି ନେତା ବିଷ୍ଣୁବିହାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭାରେ ମୁଖ୍ୟ ଅତିଥି ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ, ମୁଖ୍ୟବକ୍ତା ନନ୍ଦିଘୋଷ ଟିଭିର ସମ୍ପାଦକ ଶିଶିର ଭଟ୍ଟ ମିଶ୍ର, ସମ୍ମାନିତ ଅତିଥି ସମାଜବାଦୀ ପାର୍ଟି ନେତା ରବି ବେହେରା, କୋରେଇ ପୂର୍ବତନ ବ୍ଲକ ଅଧ୍ୟକ୍ଷ ଭିକାରୀ ବରାଳ, ଜିଲ୍ଲା ବିଜେଡି ମହିଳା ସଭାନେତ୍ରୀ ସବିତା ରାଉତ, ବ୍ୟାସନଗର ପୂର୍ବତନ ଅଧ୍ୟକ୍ଷ ରସାନନ୍ଦ ମହାନ୍ତି, ଯାଜପୁର ପୌରାଧ୍ୟକ୍ଷ ରଞ୍ଜୁଲତା ହୋତା, ଶିକ୍ଷାବିତ୍ ବଟ୍ଟକୃଷ୍ଣ ମହାପାତ୍ର ପ୍ରମୁଖ ଯୋଗଦେଇ ଦିବଙ୍ଗତ ନେତା ଅଶୋକ ଦାସଙ୍କ ଗୁଣାବଳୀ ସମ୍ପର୍କରେ ଆଲୋକପାତ କରିଥିଲେ । ଅଶୋକ ଦାସ ଜଣେ ସାଲିସବିହୀନ ରାଜନେତା ଥିଲେ ବୋଲି ଅତିଥିଗଣ ମତବ୍ୟକ୍ତ କରିବା ସହ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ସହିତ ତାଙ୍କର ସୁସମ୍ପର୍କ ଥିଲା ବୋଲି ବୈଠକରେ ମତବ୍ୟକ୍ତ କରିଥିଲେ । ପୌର ଉପାଧ୍ୟକ୍ଷ ସନ୍ତୋଷ କୁମାର ମଲ୍ଲିକ ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ । ସକାଳେ ମା’ ବିରଜା ମନ୍ଦିର ନିକଟରେ ସମୂହ ଦୀପ ଦାନ କରାଯିବା ସହ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଥିଲା । ଶ୍ରାଦ୍ଧ ଦିବସ ଅବସରରେ କୁଆଁସ ମଙ୍ଗଳାପୀଠରେ ରକ୍ତଦାନ ଶିବିର ଓ ସୁଜନପୁର କଲେଜରେ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଥିଲା । ଯାଜପୁର ବ୍ଲକ ସିମିଳିଆ ପଞ୍ଚାୟତ ପାଟପାରୀ ଠାରେ ଅଶୋକ ଦାସ ଶ୍ରଦ୍ଧାଳୁ ସମିତି ଆନୁକୂଲ୍ୟରେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଥିଲା । ଏହି ସଭାରେ ସ୍ଥାନୀୟ ଅଞ୍ଚଳର ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ । ଅନ୍ୟ ପକ୍ଷରେ ବରୁଆଁ ଛକରେ ସ୍ୱର୍ଗତ ଅଶୋକ ଦାସଙ୍କ ଶ୍ରାଦ୍ଧ ଦିବସ ପାଳିତ ହୋଇଛି ।

BSKY ନବୀନ କାର୍ଡର ଶୁଭାରମ୍ଭ …..

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା – ନବୀନ କାର୍ଡର ଶୁଭାରମ୍ଭ

ରାଜ୍ୟର 90% ଲୋକ ଉପକାର ପାଇବେ.

ପଇସା ଅଭାବ ରୁ ମୋ ରାଜ୍ୟର କେହି କେବେ ଉତ୍ତମ ଚିକିତ୍ସା ରୁ ବଞ୍ଚିତ ହେବେ ନାହିଁ . ମୁଖ୍ୟମନ୍ତ୍ରୀ

ସ୍ବାସ୍ଥ୍ୟ ସହ ବିକାଶର ଗଭୀର ସମ୍ପର୍କ ରହିଛି . ଏକ ସୁସ୍ଥ ସମାଜ ହିଁ ସମୃଦ୍ଧ ଭବିଷ୍ୟତ ର ଭିତ୍ତି.

()ସ୍ବାସ୍ଥ୍ୟ କ୍ଷେତ୍ରରେ ସରକାରଙ୍କ ସବୁ କାର୍ଯ୍ୟକ୍ରମ ପଛରେ ରହିଛି ଆମର ‘ସୁସ୍ଥ ଓଡିଶା, ସୁଖୀ ଓଡିଶା’ର ମହତ୍ବାକାଂକ୍ଷୀ ଲକ୍ଷ୍ୟ । ମୋର ସ୍ବପ୍ନ ହେଉଛି ଓଡିଶାର ସବୁ ଲୋକଙ୍କୁ ସାର୍ବଜନୀନ ସ୍ବାସ୍ଥ୍ୟ ସେବା ଯୋଗାଇଦେବା। ମୁଁ ଏମିତି ଏକ ଓଡିଶା ଚାହେଁ, ଯେଉଁଠାରେ ସ୍ବାସ୍ଥ୍ୟସେବା ଲୋକଙ୍କ ପାଇଁ ଏକ ଅଧିକାର ଏବଂ ଏହା ସବୁ ଲୋକଙ୍କ ପାଇଁ ସୁଲଭ ମୂଲ୍ୟରେ ଉପଲବ୍‌ଧ ହେଉଥିବ। ପଇସା ପାଇଁ ମୋ ରାଜ୍ୟର କେହି କେବେ ଉତ୍ତମ ଚିକିତ୍ସା ସୁବିଧାରୁ ବଞ୍ଚିତ ନ ହେଉ। ଏହି ଲକ୍ଷ୍ୟକୁ କାର୍ଯ୍ୟକାରୀ କରିବାକୁ ଯାଇ ଆମେ ୫ ବର୍ଷ ତଳେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଆରମ୍ଭ କରିଥିଲୁ । ଏବଂ ଏହା ଓଡିଶାର ଜନସାଧାରଣଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବାରେ ଏକ ବୈପ୍ଲବିକ ପରିବର୍ତ୍ତନ ଆଣିଥିଲା। ଆମ ରାଜ୍ୟର ସବୁ ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ପର୍ଯ୍ୟାୟକ୍ରମେ ସଂପ୍ରସାରିତ କରାଯାଉଛି।

 

ପ୍ରଥମ ପର୍ଯ୍ୟାୟରେ ସବୁ ଲୋକଙ୍କୁ, ସେମାନଙ୍କର ରୋଜଗାର ଓ ବାସସ୍ଥାନ ନିର୍ବିଶେଷରେ, ସବୁ ସରକାରୀ ଚିକିତ୍ସାଳୟରେ ସମସ୍ତ ଉପଲବ୍‌ଧ ଚିକିତ୍ସା ସୁବିଧା ସଂପୂର୍ଣ୍ଣ ମାଗଣାରେ ମିଳୁଛି ।

 

ଦ୍ବିତୀୟ ପର୍ଯ୍ୟାୟରେ, ସବୁ ଖାଦ୍ୟ ସୁରକ୍ଷା ହିତାଧିକାରୀମାନଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାମ ଯୋଜନାରେ ଘରୋଇ ଚିକିତ୍ସାଳୟ ଗୁଡିକରେ ମାଗଣାରେ ଚିକିତ୍ସା ସୁବିଧା ମିଳୁଛି।

 

BSKY ଯୋଜନାରେ ପ୍ରତି ମାସରେ ୪୫ ଲକ୍ଷରୁ ଅଧିକ ଲୋକ ବିଭିନ୍ନ ସରକାରୀ ସ୍ବାସ୍ଥ୍ୟ ଅନୁଷ୍ଠାନ ଗୁଡିକରେ ମାଗଣାରେ ଚିକିତ୍ସା ସୁବିଧା ପାଉଛନ୍ତି । ଏହାସହିତ ୧ ଲକ୍ଷ ୩୦ ହଜାର ଲୋକ ଘରୋଇ ହସ୍‌ପିଟାଲ ଗୁଡିକରେ କ୍ୟାସଲେସ୍‌ ଚିକିତ୍ସା ସୁବିଧା ମଧ୍ୟ ପାଉଛନ୍ତି । ଏଥିପାଇଁ ପଞ୍ଜିକୃତ ହୋଇଥିବା ଘରୋଇ ହସ୍‌ପିଟାଲ ଗୁଡିକରେ ରାଜ୍ୟ ସରକାର ମାସକୁ ୨୬୦ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ।ଗତ ୫ ବର୍ଷରେ BSKY ଯୋଜନାରେ ରାଜ୍ୟ ସରକାର ୪୫୦୦ କୋଟି ଟଙ୍କା ଖର୍ଚ୍ଚ କରି ୨୧ ଲକ୍ଷ ରୋଗୀଙ୍କୁ ବିଭିନ୍ନ ଘରୋଇ ହସ୍‌ପିଟାଲରେ କ୍ୟାସଲେସ ଚିକିତ୍ସା ସୁବିଧା ଯୋଗାଇ ଦେଇଛନ୍ତି।ସାର୍ବଜନୀନ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ସାରା ଦେଶରେ ଏହା ଏକ ଅନନ୍ୟ ଉଦାହରଣ। ଏକ ଉତ୍ତମ ମଡେଲ। ଓଡିଶାର ଲୋକଙ୍କ ପାଇଁ ଏହା ଏକ ସୁନିଶ୍ଚିତ ସ୍ବାସ୍ଥ୍ୟସେବା ବ୍ୟବସ୍ଥା, ଯେଉଁଥିରେ କି ସରକାରୀ ଓ ଘରୋଇ ଉଭୟ କ୍ଷେତ୍ରର ଉତ୍ତମ ସୁବିଧା ପ୍ରଦାନ କରାଯାଉଛି।

ଏବେ ଆମେ BSKY ଯୋଜନାର ତୃତୀୟ ପର୍ଯ୍ୟାୟ ଆରମ୍ଭ କରୁଛୁ। ଏହି ପର୍ଯ୍ୟାୟରେ BSKYରୁ ବଞ୍ଚିତ ହୋଇଥିବା ଗ୍ରାମାଞ୍ଚଳର ଲୋକଙ୍କୁ ଜଟିଳ ରୋଗ ପାଇଁ ଘରୋଇ ହସ୍‌ପିଟାଲ ଗୁଡିକରେ କ୍ୟାସଲେସ୍‌ ସୁବିଧା ଯୋଗାଇ ଦିଆଯିବ। ଏହି ପର୍ଯ୍ୟାୟରେ କେବଳ ସରକାରୀ କର୍ମଚାରୀ ଏବଂ ଆୟକରଦାତା ମାନଙ୍କୁ ବାଦ୍‌ ଦେଇ ଗ୍ରାମାଞ୍ଚଳର ସବୁ ପରିବାର, ଯେଉଁମାନେ ବର୍ତ୍ତମାନ BSKY ଯୋଜନା ଅଧୀନରେ ନାହାନ୍ତି, ସେମାନେ ଆମର ଏହି ନୂଆ ଯୋଜନାରେ ସାମିଲ ହେବେ। ସେମାନେ ସମସ୍ତେ ଆମର ନୂଆ BSKY-ନବୀନ କାର୍ଡ ପାଇବେ। ସେମାନେ ମଧ୍ୟ ଉଭୟ ରାଜ୍ୟ ଭିତରେ ଓ ବାହାରେ ସବୁ ପଞ୍ଜିକୃତ ଘରୋଇ ହସ୍‌ପିଟାଲ ଗୁଡିକରେ ନିର୍ଦ୍ଧାରିତ ଜଟିଳ ରୋଗ ଗୁଡିକର ଚିକିତ୍ସା ସୁବିଧା ପାଇବେ।ଏହି ତୃତୀୟ ପର୍ଯ୍ୟାୟ ସଂପ୍ରସାରଣରେ ରାଜ୍ୟର ୧ କୋଟି ୧୦ ଲକ୍ଷରୁ ଅଧିକ ପରିବାର, ଯାହାକି ଆମ ଲୋକସଂଖ୍ୟାର ପ୍ରାୟ ୯୦ ପ୍ରତିଶତ ଅଟେ। ସେମାନେ ସମସ୍ତେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ – ନବୀନ କାର୍ଡ ଜରିଆରେ ଉତ୍ତମ ଚିକିତ୍ସା ସୁବିଧା ପାଇବେ ।  ମୋର ବିଶ୍ବାସ, BSKY-Naveen card ଦ୍ବାରା ଓଡିଶାର କୌଣସି ପରିବାର ଆର୍ଥିକ ଦୁରାବସ୍ଥା କାରଣରୁ ଜଟିଳ ରୋଗ ଗୁଡିକର ଚିକିତ୍ସା କ୍ଷେତ୍ରରେ କୋଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ଏଥିପାଇଁ ଚିକିତ୍ସାର ସମସ୍ତ ଖର୍ଚ୍ଚ ଓଡିଶା ସରକାର ନିଜ ପାଣ୍ଠିରୁ ବହନ କରିବେ।

ସ୍ମୃତିରେ ମୁକୁଟ ବିହୀନ ସମ୍ରାଟ…..

0

() ଯାଜପୁର ଜିଲ୍ଲାର ମଉଡମଣି  ତଥା ମହାନ୍ ଜନନେତା ଅଶୋକ ଦାସ । l ସାଲିସ ବିହୀନ ରାଜନୀତିର ବଡ ପ୍ରତୀକ l ପୁଣି ସେ ସେବାର ପୂଜାରୀ l ଓଡ଼ିଶାର ସ୍ୱାଭିମାନ , ମୁକୁଟ ବିହିନ ସମ୍ରାଟ, ସାଲିସ ବିହିନ ନେତା, ଯାଜପୁର ମଉଡ଼ମଣୀ, ଓଡ଼ିଶାର ବିଚକ୍ଷଣ ରାଜନେତା, ଏମିତି କେତେ କଣ ଶଦ୍ଦ ତାଙ୍କ ନାଁ ଲେଖିବା ପୂର୍ବରୁ ଆପେ ଆପେ ମନକୁ ଚାଲିଆସେ । ପୁଣି ମନରେ ଉଙ୍କି ମାରେ ଆରେ ସତରେ କଣ ଅଶୋକ ଦାସ ଅପେରା ରାଇଜକୁ ଚକ୍ ଚିହ୍ନ ନେଇ ପଳେଇ ଯାଇଛନ୍ତି l ନା ସବୁବେଳେ ସେ ଓଡ଼ିଶା ରାଜନୀତିରେ ସକ୍ରିୟ ଅଛନ୍ତି l ଆଉ ସବୁବେଳେ କହୁଛନ୍ତି ରାଜନୀତି କ୍ଷମତା କି ସାଲିସ ପାଇଁ ନୁହେଁ ବରଂ ଜନସେବାର ସଂକଳ୍ପ l ଆଜି ଅଶୋକ ଦାସଙ୍କ ପାର୍ଥିବ ଶରୀର ନାହିଁ ସତ କିନ୍ତୁ ତାଙ୍କ ଆଦର୍ଶ ଓ ନୀତି କିନ୍ତୁ ବଂଚି ରହିଛି l ଯାହା ତାଙ୍କର ୧୫ତମ ଶ୍ରାଦ୍ଧ ଦିବସରେ ମନେ ପକାଇ ଝୁରୁଛନ୍ତି ଓଡିଶାବାସୀ l

 

ଓଡ଼ିଶାର ବରପୁତ୍ର ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ସେ ଥିଲେ ଅତି ଘନିଷ୍ଠ । ଜନତା ଦଳର ସଭାପତି l ଓଡ଼ିଶା ବିଧାନସଭାକୁ ଲଗାତର ୬ଥର ସେ କୋରେଇ ନିର୍ବାଚନ ମଣ୍ଡଳରୁ ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି l ସବୁବେଳେ ବିଧାନସଭାରେ ଶାଣିତ ସ୍ୱର ଉଠାଇ ସେ ସାରା ଓଡ଼ିଶାରେ କୋରେଇକୁ ଗୋଟେ ସ୍ୱତନ୍ତ୍ର ପରିଚୟ ଦେଇଥିଲେ ସେ । ଛାତ୍ର ଜୀବନରୁ ଜନସେବାକୁ ମୂଳମନ୍ତ୍ର କରିଥିଲେ ସେ l

 

ଜଣେ ଜନ୍ ପ୍ରତିନିଧି ସହ ଡ଼ାକ୍ତର ଓ ସମାଜସେବକ ଭାବେ ପୁରା ଓଡିଆରେ ଥିଲା ତାଙ୍କର ସ୍ଵତନ୍ତ୍ର ପରିଚୟ l ରାଜନୀତି ତାଙ୍କର ପେଶା ହୋଇଥିଲେ ମଧ୍ୟ ନିଶା କିନ୍ତୁ ଥିଲା ସମାଜସେବା । ସବୁବେଳେ ଲୋକଙ୍କ ସହ ରହି ଲୋକଙ୍କ ସମସ୍ୟା ବୁଝୁଥିଲେ । ଯେଉଁଥି ପାଇଁ ସେ କ୍ଷମତା ରାଜନୀତି ଠାରୁ ଦୂରେଇ ରହିଥିଲେ l କ୍ଷମତା ରାଜନୀତି ଠାରୁ ଦୂରେଇ ରହି କିପରି ଜନସେବା କରି ହୁଏ ତାହା ସେ ଓଡ଼ିଶା ରାଜନୀତି ରେ ଆରମ୍ଭ କରିଥିଲେ l ୧୯୭୭,୧୯୯୦ ମସିହାରେ ଦୁଇ ଦୁଇ ଥର ତାଙ୍କୁ ମନ୍ତ୍ରୀ ହେବା ପାଇଁ ଓଡ଼ିଶାର ବରପୁତ୍ର ବିଜୁ ପଟ୍ଟନାୟକ ପ୍ରସ୍ତାବ ଦେଇଥିଲେ ମଧ୍ୟ ସେ ତାହାକୁ ଗ୍ରହଣ କରିନଥିଲେ l ଯାହା ପରବର୍ତ୍ତୀ ସମୟରେ ତାଙ୍କୁ ମୁକୁଟ ବିହୀନ ସମ୍ରାଟର ପରିଚୟ ଦେଇଥିଲା l ସବୁବେଳେ ରାଜ୍ୟର ସ୍ୱାର୍ଥପାଇଁ ସେ ଲଢ଼ୁଥିଲେ l ସେ ବିଧାନସଭା ହେଉ ଅବା ଜିଲ୍ଳାପାଳ କର୍ଯ୍ୟାଳୟ । ସବୁଠି ଲୋକଙ୍କ ହକ ମାଗୁଥିଲେ । ରାଜନୀତିର ପରିଭାଷା ତାଙ୍କ ପାଇଁ ଟିକେ ଭିନ୍ନ ଥିଲା । ପଦ ପଦବୀ ନୁହେଁ, ନେତୃତ୍ୱ ନେଇ କିପରି ଦଳ ଓ ଲୋକଙ୍କ ସମସ୍ୟା ସମାଧାନ କରିହେବ ଓ ଓଡ଼ିଶାର ସ୍ୱାର୍ଥ ହାସଲ ହୋଇପାରିବ ସେ କାମରେ ସେ ସବୁବେଳେ ଲାଗିପଡ଼ୁଥିଲେ । ସେବାକୁ ମୂଲମନ୍ତ୍ର କରି ସେ ତାଙ୍କ ଜୀବନ କଟାଉଥିଲେ । ପୁରା ଯାଜପୁରର ସେ ଥିଲେ ମୁରବୀ । କାରଣ ସେ ଥିଲେ ଧର୍ମନିରପକ୍ଷର ସବୁଠାରୁ ବଡ଼ ପ୍ରତୀକ । ସବୁଠାରୁ ବଡ଼ କଥା ହେଲା ସେ ଭାରି ସ୍ୱାଭିମାନୀ ଥିଲେ । କାହା ଆଗରେ ମୁଣ୍ଡ ନୁଆଉନଥିଲେ କି କାହା ସହ ସାଲିସ ବି କରୁନଥିଲେ । ତାଙ୍କର ସ୍ୱତନ୍ତ୍ର ପରିଚୟ ଥିଲା ପୁରା ଓଡ଼ିଶାରେ । ଯେଉଁଥି ପାଇଁ ଆଜି ପୁରା ଓଡ଼ିଶା ତାଙ୍କୁ ଝୁରୁଛି । ଲୋକଙ୍କ ସେବା କରିବା ପାଇଁ ଯେଉଁସବୁ ମାର୍ଗ ରହିଛି ତାହାକୁ ସେ ଗ୍ରହଣ କରୁଥିଲେ । କେବଳ ରାଜନୀତି ନୁହେଁ, ଜଣେ ଆୟୁରବୈଦିକ ଡ଼ାକ୍ତର ଭାବେ ସେ ଲୋକଙ୍କ ସେବା କରୁଥିଲେ ।

ଯୁବପିଢୀଙ୍କ ପାଇଁ ଆଦର୍ଶ ସାଜିଥିବା ଅଶୋକ ବାବୁ ଆଜି ନାହାନ୍ତି ସତ, ହେଲେ ତାଙ୍କର ଆଦର୍ଶ ଓ ମାର୍ଗଦର୍ଶନ ଆଜି ବି ଜୀବିତ ଅଛି । ଏଭଳି ଯୋଗଜନମା ପୁରୁଷ କୋଚିତ ଧରାପୃଷ୍ଠରେ ଜନ୍ମଗ୍ରହଣ କରନ୍ତି । ତାଙ୍କ ଆଦର୍ଶରେ ପୁଅ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ସେବାକୁ ନିଜ ଜୀବନର ଏଜେଣ୍ଡା କରିଛନ୍ତି। ବିଜେଡିର ସମସ୍ତ କାର୍ଯ୍ୟକ୍ରମରେ ସେ ସେବା ଓ ପରିଶ୍ରମକୁ ଗୁରୁତ୍ୱ ଦେଇଛନ୍ତି। ପ୍ରତି କର୍ମୀଙ୍କୁ ଦୈନିକ 2ରୁ 3 ଘଣ୍ଟା ଦଳ ପାଇଁ ଦେବାକୁ ସେ ଆହ୍ୱାନ ଦେଇ ବିଜେଡିକୁ ଆଜି ଦେଶର ସବୁଠାରୁ 7ଶକ୍ତିଶାଳୀ ଆଞ୍ଚଳିକ ଦଳ ଭାବେ ଗଢି ତୋଳିଛନ୍ତି l ଠିକ ସେହିପରି ଯେପରି ବିଜୁ ବାବୁଙ୍କ ସହ ମିଶି ଜନତା ଦଳକୁ ଶେଷ ନିଶ୍ୱାସ ଯାଏ ଆଗେଇ ନେଇଥିଲେ ଅଶୋକ ଦାସ। ଦଳକୁ ଭଲ ପାଇବା, ଦଳୀୟ ସୁପ୍ରିମୋଙ୍କ ପ୍ରତି ସମର୍ପିତ ହେବାର ମହାନ ପରମ୍ପରା ଅଶୋକ ଦାସଙ୍କ ପରିବାରରୁ ଆସିଛି, ଯାହାକୁ ଆଗେଇ ନେଇ ଚାଲିଛନ୍ତି ପୁଅ ପ୍ରଣବ। ଅଶୋକ ଦାସଙ୍କ ୧୫ ତମ ଶ୍ରlଦ୍ଧ ଦିବସରରେ ବିଗ ନ୍ୟୁଜ ଓଡ଼ିଶା ପରିବାର ପକ୍ଷରୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳୀ l ଶ୍ରlଦ୍ଧ ଦିବସରରେ ମୁକୁଟ ବିହୀନ ରାଜନେତା ଜୀବନ କାହାଣୀ ମନେ ପକାଇ ଝୁରୁଛନ୍ତି ଅଶୋକ ପ୍ରେମୀ l

ଓଡ଼ିଶାର ନବନିଯୁକ୍ତ କଂଗ୍ରେସ ପ୍ରଭାରୀ ଡ. ଅଜୟ କୁମାର ୬ ତାରିଖରେ ଓଡ଼ିଶାକୁ ଆସିବେ  

() ଅଖିଳ ଭାରତ କଂଗ୍ରେସ କମିଟି ପକ୍ଷରୁ ନାଗପୁର ଠାରେ ଅନୁଷ୍ଠିତ ହେଉଥ‌ିବା ୧୩୯ ତମ କଂଗ୍ରେସ ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମ କ୍ରମରେ ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ଶରତ ପଟ୍ଟନାୟକ ଯୋଗଦେଇଛନ୍ତି । ଏହି ଅବସରରେ ଶ୍ରୀ ପଟ୍ଟନାୟକ ଅତ୍କଳ ଭାରତ କଂଗ୍ରେସ କମିଟିର ନବନିଯୁକ୍ତ ଓଡ଼ିଶା ପ୍ରଭାରୀ ଡ. ଅଜୟ କୁମାରଙ୍କୁ ସାକ୍ଷାତ କରି ତାଙ୍କର ଓଡ଼ିଶା ଗସ୍ତ ସମ୍ପର୍କରେ ଆଲୋଚନା କରିଛନ୍ତି । ଶ୍ରୀ ପଟ୍ଟନାୟକ ସୂଚନା ଦେଇଛନ୍ତି ଯେ ନୂତନ ପ୍ରଭାରୀ ଡ. ଅଜୟ କୁମାର ଆସନ୍ତା ଜାନୁଆରୀ ୬ ତାରିଖ ଦିନ ଓଡ଼ିଶାଗସ୍ତରେ ଆସିବେ । ପ୍ରଦେଶ କଂଗ୍ରେସ ପକ୍ଷରୁ ଅଜୟ କୁମାରଙ୍କୁ ସମ୍ବଦ୍ଧନା ଦିଆଯିବାର କାର୍ଯ୍ୟକ୍ରମ ରହିଛି ବୋଲି ପିସିସି ଗଣମାଧ୍ୟମ ସଂଯୋଜକ ଦୀପକ କୁମାର ମହାପାତ୍ର ଏକ ପ୍ରେସ ବିଜ୍ଞପ୍ତି ରେ ପ୍ରକାଶ କରିଛନ୍ତି।

Follow us

20,832FansLike
0FollowersFollow
14,700SubscribersSubscribe

Latest news