ଲୋକସେବା ରେ ଖୋଲିଲା ପୁଷ୍ପ ଉଦ୍ୟାନ…

{} ଜାନୁଆରୀ ମାସ ର ସବୁ ଛୁଟି ଦିନ ଗୁଡିକ ଦର୍ଶକଙ୍କ ପାଇଁ  ଲୋକସେବା ଭବନ ପୁଷ୍ପ ଉଦ୍ୟାନ ଖୋଲା ରହିବ।

ସମୟ ଅପରାହ୍ନ ଚାରିଟା ରୁ ସନ୍ଧ୍ୟା ଛ ଟା ଆଜି ଅପରାହ୍ନ ରୁ ଆରମ୍ଭ ।

() ଜାନୁଆରୀ 2023 ରେ ଚତୁର୍ଥ ଶନିବାର ବ୍ୟତୀତ ସବୁ ସରକାରୀ ଛୁଟିରେ ଲୋକସେବା ଭବନ ଉଦ୍ୟାନ ସର୍ବସାଧାରଣ ଙ୍କ ପାଇଁ ଖୋଲା ରହିବ ।ଚଳିତ ମାସ ରେ ରବିବାର ଦ୍ୱିତୀୟ ଶନିବାର ଓ ଅନ୍ୟ ଛୁଟି କୁ ମିଶାଇ ମୋଟ ଆଠଟି ଛୁଟିରେ ଅପରାହ୍ନ ଚାରି ଟାରୁ ଛ ଟା ପର୍ଯ୍ୟନ୍ତ ଜନସାଧାରଣ ଲୋକସେବା ଭବନ ପୁଷ୍ପ ଉଦ୍ୟାନ ବୁଲି ଦେଖି ପାରିବେ ।

ଆଜି ନୂଆ ବର୍ଷ ରେ ଜନସାଧାରଣ ଲୋକସେବା ଭବନ ଉଦ୍ୟାନ ବୁଲି ଦେଖି ପାରିବେ। ଏହି ଉଦ୍ୟାନ ବର୍ତ୍ତମାନ ବିଭିନ୍ନ କିସମର ଫୁଲରେ ସଜେଇ ହୋଇ ଅତ୍ୟନ୍ତ ମନୋରମ ପରିବେଶ ସ୍ରୁଷ୍ଟି କରିଛି।

ସ୍ଵାଗତମ୍ ୨୦୨୩…

() ରାତି ପାହିଲେ ନୂଆ ବର୍ଷ ଏବେଠୁ ସବୁ କିଛି ଲାଗୁଛି ନୂଆ ନୂଆ l ଯାହାକୁ ଦେଖିଲେ ନୂଆ ଅନୁଭବ ମନକୁ ଆସୁଛି l ସବୁଦିନ ସକାଳ ହେଉଛି , ହେଲେ ଆଜି ସୂର୍ଯ୍ୟ ଉଦୟ ହେଲା ମାତ୍ରେ କାହିଁକି ବଦଳିଗଲା ସବୁକିଛି  l କାରଣ ବର୍ଷେ ପରେ ଆଜି ପା ନୂଆ ବର୍ଷ l ସେହି ସକାଳ, ସେହି ପରିବେଶ ସେହି ସମାଜ l କେବଳ କ୍ୟାଲେଣ୍ଡର ତାରିଖ ଓ ବର୍ଷ ବଦଳିଛି l  କଣ ତାରିଖ ଓ ବର୍ଷ ବଦଳିଲେ ସବୁକିଛି ବଦଳିଯାଏ, ନା ଆମ ମନ ବଦଳିଗଲା ବୋଲି ଏଦୁନିଆ ବଦଳିଗଲା l ହ ଏକଥା ସତ ପ୍ରତିଶତ ସତ l ମଣିଷ ଯେବେ ନିଜକୁ ମନକୁ ବଦଳେଇ ପାରିବ, ତାକୁ ଦୁନିଆ ସୁନ୍ଦର ଓ ଶରସ ଲାଗିବ ।ଆଉକିଛି ମୁହୂର୍ତ୍ତର ଅପେକ୍ଷା ୨୦୨୩ କୁ ସ୍ବାଗତ କରିବା ପାଇଁ ଭାରତର କୋଣ ଅନୁକୋଣରେ ଜଗି ବସିଛନ୍ତି ଲୋକେ । ୨୦୨୨ ବର୍ଷକୁ ବିଦାୟ ଓ ୨୦୨୩ ବର୍ଷକୁ ସ୍ବାଗତ କରିବା ପାଇଁ ଶିଶୁଙ୍କ ଠାରୁ ଆରମ୍ଭ କରି ଯୁବ ପିଢ଼ି ତଥା ବୟସ୍କ ସମସ୍ତେ ଲାଗି ପଢିଛନ୍ତି। ବିଭିନ୍ନ ପ୍ରକାରର ମଉଜ ମସ୍ତି ମଧ୍ୟରେ ଏହାକୁ ପାଳୁଛନ୍ତି ସମଗ୍ର ଭାରତ ବାସୀ। ନୂଆ ବର୍ଷ କୁ ସ୍ବାଗତ କରିବା ପାଇଁ ବିଭିନ୍ନ ପ୍ରକାରର କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଏହି କ୍ରମରେ ବଡ଼ ବଡ଼ ହୋଟେଲ୍ ଓ ରେଷ୍ଟୁରାଣ୍ଟରେ ଭବ୍ଯ ଆୟୋଜନ ମାନ ହୋଇଥିବା ନଜରକୁ ଆସୁଛି। ଏଠାରେ ପ୍ରଶ୍ନ ଆମେ ପାଳୁଥିବା ନୂଆ ବର୍ଷ କେବେଠାରୁ ଆରମ୍ଭ ହୋଇଛି ତାହା କଣ ଆମେ ଜାଣିଛନ୍ତି ? ଲୋକକଥା ଅନୁଯାୟୀ ଆମେ ପାଳୁଥିବା ଇଂରାଜୀ ନବବର୍ଷ ୧୯୪୦ ମସିହାରୁ ଭାରତରେ ଆରମ୍ଭ ହୋଇଥିଲା। ସେତେବେଳେ ଭାରତରେ ରାଜୁତି କରୁଥିବା ଇଂରେଜ ଶାସକ ଏହାକୁ ପ୍ରଚଳନ କରିଥିଲେ। ଏହା ଛଡା ବାବିଲୋନିଆରେ ପ୍ରଥମେ ପ୍ରାୟ ୪୦୦୦ବର୍ଷ ପୂର୍ବେ ୨୦୦୦ବି.ସି.ରେ ଆନସିଏଣ୍ଟ୍ ବାବିଲୋନ୍ ଦ୍ବାରା ପ୍ରଥମ ନୂଆ ବର୍ଷ ପାଳନ କରା ଯାଇଥିବା ପ୍ରବାଦ ରହିଛି। ସେ ଯାହା ବି ହେଉ। କିନ୍ତୁ ଭାରତରେ ଜାନୁୟାରୀ ମାସ ପ୍ରଥମ ଦିନ କୁ ନୂଆ ବର୍ଷ ଭାବେ ପାଳନ କରାଯାଏ। ଯୁବ ପିଢ଼ି ଠାରୁ ଆରମ୍ଭ କରି ଆବାଳ ବୃଦ୍ଧବନିତା ଏହାକୁ ଆଡମ୍ବରରେ ପାଳନ କରନ୍ତି। ଲୋକେ ବିଭିନ୍ନ ମାଧ୍ୟମରେ ଅନ୍ଯ ମାନଙ୍କୁ ଶୁଭେଚ୍ଛା ବାର୍ତ୍ତା ଦିଅନ୍ତି। । ଆଗାମୀ ବର୍ଷ ଆପଣଙ୍କ ପାଇଁ ମଙ୍ଗଳମୟ ହେଉ। ଜଗତର ନାଥ ଜଗନ୍ନାଥଙ୍କ ନିକଟ ରେ ଗୁହାରୀ l ସମସ୍ତେ ଖୁସିରେ ରୁହନ୍ତୁ ଓ ସଭିଙ୍କ ଜୀବନ ଆନନ୍ଦମୟ ହେଉ l Happy New year….

ସ୍ମୃତିରେ ମୁକୁଟ ବିହୀନ ସମ୍ରାଟ : ୧୯୪୨ରୁ ୨୦୦୮…..

() ସ୍ୱର୍ଗତ ଅଶୋକ ଦାସ । ଦକ୍ଷ ବିଧାୟକ, ଦୂରଦର୍ଶୀ ରାଜନେତା, କ୍ଷମତା ଓ ସାଲିସ ବିହୀନ ରାଜନୀତି ର ବଡ ପ୍ରତୀକ l ପୁଣି ସେ ସେବାର ପୂଜାରୀ l ଓଡ଼ିଶାର ସ୍ୱାଭିମାନ , ମୁକୁଟ ବିହିନ ସମ୍ରାଟ, ସାଲିସ ବିହିନ ନେତା, ଯାଜପୁର ମଉଡ଼ମଣୀ, ମୁରବି, ଓଡ଼ିଶାର ବିଚକ୍ଷଣ ରାଜନେତା ଏମିତି କେତେ କଣ ଶଦ୍ଦ ତାଙ୍କ ନାଁ ଲେଖିବା ପୂର୍ବରୁ ଆପେ ଆପେ ମନକୁ ଚାଲିଆସେ । ପୁଣି ମନରେ ଉଙ୍କି ମାରେ ଆରେ ସତରେ କଣ ଅଶୋକ ଦାସ ଅପେରା ରାଇଜକୁ ଚକ୍ ଚିହ୍ନ ନେଇ ପଳେଇ ଯାଇଛନ୍ତି l ନା ସବୁବେଳେ ସେ ଓଡ଼ିଶା ରାଜନୀତିରେ ସକ୍ରିୟ ଅଛନ୍ତି l ଆଉ ସବୁବେଳେ କହିଛନ୍ତି ରାଜନୀତି କ୍ଷମତା କି ସାଲିସ ପାଇଁ ନୁହେଁ ବରଂ ଜନସେବା କରିବାର ସଂକଳ୍ପ l ହ ଆଜି ଅଶୋକ ଦାସଙ୍କ ପାର୍ଥିବ ଶରୀର ନାହିଁ ସତ କିନ୍ତୁ ତାଙ୍କ ଆଦର୍ଶ ଓ ନୀତି କିନ୍ତୁ ବଂଚି ରହିଛି l ଯାହା ତାଙ୍କର ୧୪ତମ ଶ୍ରାଦ୍ଧ ଦିବସରେ ଓଡ଼ିଶାବାସି ମନେ ପକାଇ ଛନ୍ତି l

 

ଜଣେ , ଡ଼ାକ୍ତର ଓ ସମାଜସେବକ ଭାବେ ଜୀବନ ଆରମ୍ଭ କରି ଅଶୋକ ସାଜିଥିଲେ ଓଡ଼ିଶା ରାଜନୀତି ମୁକୁଟ ବିହୀନ ସମ୍ରାଟ । ରାଜନୀତି ତାଙ୍କର ପେଶା ହୋଇଥିଲେ ମଧ୍ୟ ନିଶା କିନ୍ତୁ ସମାଜସେବା କରିବା । ଓଡ଼ିଶାର ବରପୁତ୍ର ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ସେ ଥିଲେ ଅତି ଘନିଷ୍ଠ । ଲଗାତର ୬ଥର ସେ କୋରେଇ ନିର୍ବାଚନ ମଣ୍ଡଳରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ସାରା ଓଡ଼ିଶାରେ କୋରେଇକୁ ଗୋଟେ ସ୍ୱତନ୍ତ୍ର ପରିଚୟ ଦେଇଥିଲେ ସେ । ସବୁବେଳେ ଲୋକଙ୍କ ସହ ରହି ଲୋକଙ୍କ ସମସ୍ୟା ବୁଝୁଥିଲେ । ଯେଉଁଥି ପାଇଁ ସେ କ୍ଷମତା ରାଜନୀତି ଠାରୁ ଦୂରେଇ ରହିଥିଲେ l କ୍ଷମତା ରାଜନୀତି ଠାରୁ ଦୂରେଇ ରହି କିପରି ଜନସେବା କରି ହୁଏ ତାହା ସେ ଓଡ଼ିଶା ରାଜନୀତି ରେ ଆରମ୍ଭ କରିଥିଲେ l ୧୯୭୭,୧୯୯୦ ମସିହାରେ ଦୁଇ ଦୁଇ ଥର ତାଙ୍କୁ ମନ୍ତ୍ରୀ ହେବା ପାଇଁ ଓଡ଼ିଶାର ବରପୁତ୍ର ବିଜୁ ପଟ୍ଟନାୟକ ପ୍ରସ୍ତାବ ଦେଇଥିଲେ ମଧ୍ୟ ସେ ତାହାକୁ ଗ୍ରହଣ କରିନଥିଲେ l ଯାହା ପରବର୍ତ୍ତୀ ସମୟରେ ତାଙ୍କୁ ମୁକୁଟ ବିହୀନ ସମ୍ରାଟର ପରିଚୟ ଦେଇଥିଲା l ସବୁବେଳେ ରାଜ୍ୟର ସ୍ୱାର୍ଥପାଇଁ ସେ ଲଢ଼ୁଥିଲେ l ସେ ବିଧାନସଭା ହେଉ ଅବା ଜିଲ୍ଳାପାଳ କର୍ଯ୍ୟାଳୟ । ସବୁଠି ଲୋକଙ୍କ ହକ ମାଗୁଥିଲେ । ରାଜନୀତିର ପରିଭାଷା ତାଙ୍କ ପାଇଁ ଟିକେ ଭିନ୍ନ ଥିଲା । ପଦ ପଦବୀ ନୁହେଁ, ନେତୃତ୍ୱ ନେଇ କିପରି ଦଳ ଓ ଲୋକଙ୍କ ସମସ୍ୟା ସମାଧାନ କରିହେବ ଓ ଓଡ଼ିଶାର ସ୍ୱାର୍ଥ ହାସଲ ହୋଇପାରିବ ସେ କାମରେ ସେ ସବୁବେଳେ ଲାଗିପଡ଼ୁଥିଲେ । ସେବାକୁ ମୂଲମନ୍ତ୍ର କରି ସେ ତାଙ୍କ ଜୀବନ କଟାଉଥିଲେ । ପୁରା ଯାଜପୁରର ସେ ଥିଲେ ମୁରବୀ । କାରଣ ସେ ଥିଲେ ଧର୍ମନିରପକ୍ଷର ସବୁଠାରୁ ବଡ଼ ପ୍ରତୀକ । ସବୁଠାରୁ ବଡ଼ କଥା ହେଲା ସେ ଭାରି ସ୍ୱାଭିମାନୀ ଥିଲେ । କାହା ଆଗରେ ମୁଣ୍ଡ ନୁଆଉନଥିଲେ କି କାହା ସହ ସାଲିସ ବି କରୁନଥିଲେ । ତାଙ୍କର ସ୍ୱତନ୍ତ୍ର ପରିଚୟ ଥିଲା ପୁରା ଓଡ଼ିଶାରେ । ଯେଉଁଥି ପାଇଁ ଆଜି ପୁରା ଓଡ଼ିଶା ତାଙ୍କୁ ଝୁରୁଛି । ଲୋକଙ୍କ ସେବା କରିବା ପାଇଁ ଯେଉଁସବୁ ମାର୍ଗ ରହିଛି ତାହାକୁ ସେ ଗ୍ରହଣ କରୁଥିଲେ । କେବଳ ରାଜନୀତି ନୁହେଁ, ଜଣେ ଆୟୁରବୈଦିକ ଡ଼ାକ୍ତର ଭାବେ ସେ ଲୋକଙ୍କ ସେବା କରୁଥିଲେ । ୭୦ ଦଶକରେ ଯେତେବେଳେ ଲୋକମାନେ ବିଭିନ୍ନ ରୋଗରେ ପୀଡ଼ତ ହୋଇ ପଇସା ଅଭାବର ଡ଼ାକ୍ତରଖାନା କି ଔଷଧ କିଣି ଖାଇପାରୁନଥିଲେ ସେତେବେଳେ ସେ ଚେରମୂଳି ଦେଇ ଲୋକଙ୍କୁ ଭଲ କରୁଥିଲେ । ତାଙ୍କର ଏହି ସେବା ମନୋବୃତି ସେ ମଲା ପରେ ବି ତାଙ୍କ ନାଁରେ ଚାଲୁଥିବା ଅଶୋକ ଦାସ ଫାଉଣ୍ଡେସନ ସେ କାମ କରୁଛି । ପ୍ରତି ସପ୍ତାହରେ ରକ୍ତଦାନ ଶିବିର କରି ଓଡ଼ିଶାରରେ ଯେମିତି ରକ୍ତ ଅଭାବରୁ କେହି ନ ମରିବେ ସେ ଆବଶ୍ୟକତା ପୂରଣ କରିବା ପାଇଁ ତାଙ୍କ ନାଁରେ ଗଢ଼ାଯାଇଥିବା ଅଶୋକ ଦାସ ଫାଉଣ୍ଡେସନ କୁଣ୍ଡୁଛି ମୂଷା ପରି କାମ କରୁଛି । କେବଳ ସେତିକି ନୁହେଁ, ବୃକ୍ଷରୋପଣ, ଅସହାୟକକୁ ସହଯୋଗ ମଧ୍ୟ କରୁଛି ତାଙ୍କ ନାଁରେ ଗଠିତ ଅନୁଷ୍ଠାନ । ଯୁବପିଢିଙ୍କ ପାଇଁ ଆଦର୍ଶ ସାଜିଥିବା ଅଶୋକ ବାବୁ ଆଜି ନାହାନ୍ତି ସତ, ହେଲେ ତାଙ୍କର ଆଦର୍ଶ ଓ ମାର୍ଗଦର୍ଶନ ଆଜି ବି ଜୀବିତ ଅଛି । ଏଭଳି ଯୋଗଜନମା ପୁରୁଷ କୋଚିତ ଧରାପୃଷ୍ଠରେ ଜନ୍ମଗ୍ରହଣ କରନ୍ତି । ତାଙ୍କ ଆଦର୍ଶରେ ପୁଅ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ସେବାକୁ ନିଜ ଜୀବନର ଏଜେଣ୍ଡା କରିଛନ୍ତି। ବିଜେଡିର ସମସ୍ତ କାର୍ଯ୍ୟକ୍ରମରେ ସେ ସେବା ଓ ପରିଶ୍ରମକୁ ଗୁରୁତ୍ୱ ଦେଇଛନ୍ତି। ପ୍ରତି କର୍ମୀଙ୍କୁ ଦୈନିକ 2ରୁ 3 ଘଣ୍ଟା ଦଳ ପାଇଁ ଦେବାକୁ ସେ ଆହ୍ୱାନ ଦେଇ ବିଜେଡିକୁ ଆଞ୍ଚଳିକ ଦଳ ଭାବେ ଆହୁରି ଆଗକୁ ନେବାକୁ କହିଛନ୍ତି। ଠିକ ସେହିପରି ଯେପରି ବିଜୁ ବାବୁଙ୍କ ସହ ମିଶି ଜନତା ଦଳକୁ ଶେଷ ନିଶ୍ୱାସ ଯାଏ ଆଗେଇ ନେଇଥିଲେ ଅଶୋକ ଦାସ। ଯେଉଁଠି ବା ଯେଉଁ ଦଳରେ ଅଛ, ତା ପାଇଁ ସମର୍ପିତ ହେବାର ମହାନ ପରମ୍ପରା ଅଶୋକ ଦାସଙ୍କ ପରିବାରରୁ ଆସିଛି, ଯାହାକୁ ଆଗେଇ ନେଇ ଚାଲିଛନ୍ତି ପୁଅ ପ୍ରଣବ। ଅଶୋକ ଦାସଙ୍କ ୧୪ ତମ ଶ୍ରlଦ୍ଧ ଦିବସରରେ ବିଗ ନ୍ୟୁଜ ଓଡ଼ିଶା ପରିବାର ପକ୍ଷରୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳୀ

ସୋଆ ପକ୍ଷରୁ କେନ୍ଦ୍ରୀୟ ସାହିତ୍ୟ ଏକାଡେମୀ ପୁରସ୍କାର ବିଜୟନୀ ଡ. ଗାୟତ୍ରୀବାଳା ପଣ୍ଡାଙ୍କୁ ସମ୍ବର୍ଦ୍ଧନା…

() ନିକଟରେ କେନ୍ଦ୍ରୀୟ ସାହିତ୍ୟ ଏକାଡେମୀ ୨୦୨୨ ପୁରସ୍କାର ନିମନ୍ତେ ମନୋନୀତ ହୋଇଥିବା କବିତା ସଂକଳନ “ଦୟାନଦୀ” ପୁସ୍ତକର ରଚୟିତା ତଥା ବିଶିଷ୍ଟ ଓଡ଼ିଆ କବି ଓ ଲେଖିକା ଡକ୍ଟର ଗାୟତ୍ରୀବାଳା ପଣ୍ଡାଙ୍କୁ ସାହିତ୍ୟ କ୍ଷେତ୍ରରେ ଉତ୍କର୍ଷ ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ମଙ୍ଗଳବାର ସମ୍ବର୍ଦ୍ଧିତ କରାଯାଇଛି ।ସୋଆ ସେଣ୍ଟର ଫର ପ୍ରିଜରଭେସନ୍‌, ପ୍ରୋପାଗେସନ୍ ଆଣ୍ଡ ରେଷ୍ଟୋରେସନ୍ ଅଫ୍ ଆନ୍‌ସିଏଂଟ କଲ୍‌ଚର୍ ଆଣ୍ଡ ହେରିଟେଜ୍ ଅଫ୍ ଇଣ୍ଡିଆ (ପ୍ରାଚୀନ୍‌) କେନ୍ଦ୍ରର ମୁଖ୍ୟ ଡକ୍ଟର ପଣ୍ଡାଙ୍କୁ ଏକ ବିଶେଷ କାର୍ଯ୍ୟକ୍ରମରେ ଉତରୀୟ ଏବଂ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା।

ସୋଆର ଚାନ୍‌ସେଲର ପ୍ରଫେସର ଦେବୀ ପ୍ରସାଦ ରାୟ ତାଙ୍କୁ ସମ୍ବର୍ଦ୍ଧିତ କରିଥିବା ବେଳେ ତାଙ୍କ ସଫଳତା ବିଶ୍ୱବିଦ୍ୟାଳୟ ପାଇଁ ଗର୍ବର ବିଷୟ ବୋଲି କହିଥିଲେ । ଏହି ଅବସରରେ ଡକ୍ଟର ପଣ୍ଡା ବିଶ୍ୱବିଦ୍ୟାଳୟର ବରିଷ୍ଠ ନେତୃତ୍ୱଙ୍କର ଆଶୀର୍ବାଦ କାମନା କରିବା ସହ ସୋଆ ସହ ଜଡ଼ିତ ଥିବାରୁ ସେ ନିଜକୁ ଭାଗ୍ୟବାନ ମନେ କରୁଛନ୍ତି ବୋଲି କହିଥିଲେ ।

ଡକ୍ଟର ପଣ୍ଡା କହିଥିଲେ ଯେ ସେ ଖୁବ୍ କମ୍ ବୟସରୁ ତାଙ୍କର ଲେଖନୀ ଚାଳନା ଆରମ୍ଭ କରିଥିଲେ ଏବଂ ମାତ୍ର ୧୨ ବର୍ଷ ବୟସରେ ସେ ପ୍ରଥମ ସାହିତ୍ୟ ପୁରସ୍କାର ପାଇଥିଲେ । ୨୦୧୧ ମସିହାରେ ନିଜର କବିତା ସଂକଳନ “ଗାଁ” ନିମନ୍ତେ ସେ କେନ୍ଦ୍ରୀୟ ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ଲାଭ କରିଥିଲେ । “ଦୟାନଦୀ” କବିତା ସଂକଳନରେ ଇତିହାସର କଳିଙ୍ଗ ଯୁଦ୍ଧକୁ ଚିତ୍ରିତ କରାଯାଇଛି । ଭୁବନେଶ୍ୱର ଉପକଣ୍ଠ ଦୟାନଦୀ କୂଳରେ ଏହି ଯୁଦ୍ଧ ତାଣ୍ଡବ ରଚିଥିଲା । ଏହି ଯୁଦ୍ଧ ବିଭୀଷିକା ରଚିବା ସହ ସମ୍ରାଟ ଅଶୋକଙ୍କୁ ଚଣ୍ଡାଶୋକରୁ ଧର୍ମାଶୋକରେ ପରିଣତ କରିଥିଲା ବୋଲି ସେ କହିଥିଲେ ।

ଡକ୍ଟର ପଣ୍ଡାଙ୍କୁ ତାଙ୍କ ପୁରସ୍କାର ନିମନ୍ତେ ଶୁଭେଚ୍ଛା ଜଣାଇ ସୋଆ କୁଳପତି ପ୍ରଫେସର (ଡାକ୍ତର) ଅଶୋକ କୁମାର ମହାପାତ୍ର ଏହା ଏକ ବଡ଼ ସଫଳତା ବୋଲି କହିଥିଲେ । ଆମେ ଖୁବ୍ ଆନନ୍ଦିତ ଏବଂ ସେ ପୁରସ୍କାର ନିମନ୍ତେ ମନୋନୀତ ହୋଇଥିବାରୁ ତାଙ୍କୁ ଶୁଭେଚ୍ଛା ଜଣାଉଛୁ ବୋଲି ସେ କହିଥିଲେ ।ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ସୋଆର ଉପକୁଳପତି ତଥା ରେଜିଷ୍ଟ୍ରାର ପ୍ରଫେସର ବିଭୁତି ଭୂଷଣ ପ୍ରଧାନ, ନିର୍ଦ୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ, କଂଟ୍ରୋଲର ଅଫ୍ ଏଗ୍‌ଜାମିନେସନ୍ ପ୍ରଫେସର ମଞ୍ଜୁଳା ଦାସ, ଆଇଏଏସ୍ ଡିନ୍ ପ୍ରଫେସର ବିଜୟ କୁମାର ସାହୁ, ଆଇବିସିଏସ୍ ଡିନ୍ ପ୍ରଫେସର ଅନୁପ କୁମାର ସାମନ୍ତରାୟ, ଆଇଡିଏସ୍ ଡିନ୍ ପ୍ରଫେସର ନୀତା ମହାନ୍ତି, ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତିରଞ୍ଜନ ଦାସ ଓ ନିର୍ଦ୍ଦେଶକ କର୍ପୋରେଟ ରିଲେସନ୍ସ ଶ୍ରୀ ଦେବପ୍ରସାଦ ଦାଶ ପ୍ରମୁଖ ଉପସ୍ଥିତ ଥିଲେ ।

ଓଡିଶା ବାସୀଙ୍କ ସେବାରେ ପଚିଶ ବର୍ଷ;ଆଶୀର୍ବାଦ ରହିଲେ ୧୦୦ ବର୍ଷ ପର୍ଯ୍ୟନ୍ତ ସେବା : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

{} ବିଜୁ ଜନତା ଦଳର ରଜତ ଜୟନ୍ତୀ ଉତ୍ସବ  

ଓଡିଶା ବାସୀଙ୍କ ସେବାରେ ପଚିଶ ବର୍ଷ 

ମା ମାନେ ଆଗେଇ ଆସନ୍ତୁ  ଦାୟିତ୍ଵ ନିଅନ୍ତୁ ।

ଆପଣ ମାନଙ୍କ ଆଶୀର୍ବାଦ ରହିଲେ ବିଜୁ ଜନତା ଦଳ ୧୦୦ ବର୍ଷ ପର୍ଯ୍ୟନ୍ତ ଓଡିଶାର ସେବା କରିଚାଲିବ – ନବୀନ ପଟ୍ଟନାୟକ।

() ଓଡିଶା ବାସୀଙ୍କ ବିଶ୍ବାସ ଆମର ଶକ୍ତି।ମା ମାନଙ୍କ ଉନ୍ନତି ଓଡିଶାକୁ ଆଗକୁ ନେଇଯିବ।ଚାଷୀ , କଳାକାର , professionals, କଳାକାର ,କ୍ରୀଡାବିତ୍ , ସବୁ ବର୍ଗର ଲୋକ , ବିଶେଷ କରି ଯୁବ ପାଢୀଙ୍କୁ ବିଜୁ ଜନତା ଦଳ ରେ ସାମିଲ ହେବାକୁ ଆହ୍ଵାନ। ରାଷ୍ଟ୍ରୀୟ ଦଳ ନୁହେଁ, ଏକ ଆଞ୍ଚଳିକ ଦଳ ବିଜେଡି ହିଁ ଓଡିଶାର ସ୍ବାର୍ଥ ପାଇଁ ଲଢେଇ କରିପାରିବ।ଆମର ଏକମାତ୍ର ସ୍ବାର୍ଥ ହେଉଛି ଓଡିଶାର ଉନ୍ନତି ଶଙ୍ଖଚିହ୍ନ ସବୁବେଳେ ଓଡ଼ିଆ ସ୍ୱାଭିମାନର ଜୟନାଦ କରିଚାଲିଥିବ।

ବିଜୁ ଜନତା ଦଳ ଆଜି ଗୌରବମୟ ୨୫ ବର୍ଷ ପୂରଣ କରି ୨୬ ବର୍ଷରେ ପହଞ୍ଚିଛି। ଏହି ଅବସରରେ ପୁରୀର ତାଳବଣିଆ ଠାରେ ଦଳର ଏକ ବିଶାଳ ରାଜ୍ୟସ୍ତରୀୟ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ସମାରୋହରେ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଉଦ୍‌ବୋଧନ ଦେଇ କହିଛନ୍ତି ଯେ ଆଗାମୀ ୧୦୦ ବର୍ଷ ପର୍ଯ୍ୟନ୍ତ ବିଜୁ ଜନତା ଦଳ ଓଡିଶାବାସୀଙ୍କ ସେବା କରି ଚାଲିବ।

ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ –

 ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଧାମ ଶ୍ରୀକ୍ଷେତ୍ରକୁ ମୁଁ ଆପଣମାନଙ୍କୁ ସ୍ବାଗତ କରୁଛି।

ଜୟ ଜଗନ୍ନାଥ

ଆଜି ବିଜେଡି ଓଡିଶାବାସୀଙ୍କ ସେବାର ୨୫ ବର୍ଷ ପାଳନ କରୁଛି। ଓଡିଶାର ସାଢେ ଚାରି କୋଟି ଜନତା ଆମକୁ ୨୫ ବର୍ଷ ତାଙ୍କର ସେବା କରିବା ପାଇଁ ସୁଯୋଗ ଦେଇଥିବାରୁ ମୁଁ ତାଙ୍କ ପାଖରେ ଋଣୀ। ବିଜେଡି ସବୁବେଳେ ଓଡିଶାବାସୀଙ୍କ ପାଖରେ ଋଣୀ। ମୋତେ ସଦାବେଳେ ଅନ୍ୟ ପାର୍ଟିର ନେତାମାନେ କୁହନ୍ତି……….. ପାର୍ଲିଆମେଣ୍ଟରେ………. ବିଭିନ୍ନ ମିଟିଂରେ ……. କି BJD is the most successful regional party ever।

କି ବିଜେଡି ଲୋକଙ୍କ ବିଶ୍ବାସକୁ base କରି ଲୋକଙ୍କ ସେବାରେ ବହୁତ ବର୍ଷ ହେଲା କାମ କରିଚାଲିଛି। ଯଦି ଆମେ ବିଚାର କରିବା କି କେଉଁ କାରଣ ପାଇଁ ବିଜେଡି ଲୋକଙ୍କ ଆଶୀର୍ବାଦ ବର୍ଷ ବର୍ଷ ଧରିକି ପାଇପାରିଛି……. ତାହେହେଲେ କିଛି ନିର୍ଦ୍ଦିଷ୍ଟ ଦିଗ ବା କାରଣ ବାହାରିବ।

ପ୍ରଥମ – ଗୋଟିଏ regional partyର ମୁଖ୍ୟ କର୍ତ୍ତବ୍ୟ ହେଉଛି – ରାଜ୍ୟବାସୀଙ୍କୁ ଆଖିରେ ରଖି ତାଙ୍କ ସେବାକୁ only agenda ରଖିକି କାମ କରିବା। ମୁଁ ଜାଣେ ବିଜେଡି କେବେ ବି ଏହି agendaରୁ ହଟି ନାହିଁ ।

ଆମର ପ୍ରଥମ କର୍ତ୍ତବ୍ୟ ହେଉଛି –

ଆମ ରାଜ୍ୟ ଓ ରାଜ୍ୟବାସୀ

ଓଡିଶାର ସ୍ବାର୍ଥ

ଓଡଶାର ଉନ୍ନତି

ଓଡଶାର ଗୌରବ

ଓଡଶାର ଭାଷା

ଓଡଶାର ସଂସ୍କୃତି

ଓଡିଆର ସ୍ବାଭିମାନ ପାଇଁ ବିଜେଡି କାମ କରି ଆସୁଛି।

ଦ୍ବିତୀୟ ହେଲା – ବିଜୁ ବାବୁଙ୍କ ଆଦର୍ଶ । ମୁଁ ସବୁବେଳେ କହିଆସୁଛି Biju Babu was not a leader, he was a phenomenon and he was completely futuristic – way ahead of his times।

ଏବଂ ତାଙ୍କର ପ୍ରତ୍ୟେକ ରକ୍ତବିନ୍ଦୁରେ ଓଡିଶାର ଉନ୍ନତି ଓ ଓଡିଶାର ସ୍ବାଭିମାନ ଭର୍ତ୍ତି ହୋଇ ରହିଥିଲା ।ସେ ମହାନ ଜନନାୟକ ଯେଉଁ ରାସ୍ତା ଦେଖାଇଛନ୍ତି, ସେହି ରାସ୍ତାରେ ତାଙ୍କ ନାମରେ ଗଠିତ ଦଳ କାମ କରୁଛି ଓ ଆଗକୁ ମଧ୍ୟ କରିବ ।

ତୃତୀୟ ହେଲା – ସ୍ବଚ୍ଛ ଓ ନିର୍ମଳ ଶାସନ

ଆମର vested interest ହେଉଛି ଓଡିଶାର ଉନ୍ନତି । ଓଡିଶାବାସୀଙ୍କ ଉନ୍ନତି । ଏହାଛଡା ଆମ ଦଳର ଦ୍ବିତୀୟ vested interest ନାହିଁ ।

ଚତୁର୍ଥ ହେଲା – ମହିଳା ସଶକ୍ତିକରଣ

୨୦୦୦ ମସିହାରୁ ଯେତେବେଳେ ଓଡିଶାବାସୀ ଆମକୁ ଆଶୀର୍ବାଦ କରିଆସିଛନ୍ତି, ସେତେବେଳେ ଠାରୁ ମା ମାନଙ୍କ ସଶକ୍ତିକରଣକୁ ଆମେ ଗୁରୁତ୍ବ ଦେଇ ଆସିଛୁ ।

ଆମର ଦୃଢ ବିଶ୍ବାସ, ମା ମାନଙ୍କ ଉନ୍ନତି ହିଁ ଓଡିଶାକୁ ଆଗକୁ ନେଇଯିବ। ସେଥିପାଇଁ ମିଶନ ଶକ୍ତି ଆଜି ମହିଳା ସଶକ୍ତିକରଣ ଦିଗରେ ଗୋଟିଏ ଗଣଆନ୍ଦୋଳନରେ ପରିଣତ ହୋଇଛି।

ମୁଁ ସବୁବେଳେ କହିଛି,

ମା ମାନେ ସଶକ୍ତ ହେଲେ, ପରିବାର ସଶକ୍ତ ହେବ।

ମା ମାନେ ସଶକ୍ତ ହେଲେ, ରାଜ୍ୟ ସଶକ୍ତ ହେବ।

ମା ମାନେ ସଶକ୍ତ ହେଲେ, ସେ ଦେଶ ସଶକ୍ତ ହେବ।

ଗୋଟେ ନ ହେଲେ , ଅନ୍ୟ ଟି ହେବ ନାହିଁ ।

ବିଜେଡି ପାଇଁ ସବୁ ବର୍ଗର ଉନ୍ନତି ଗୁରୁତ୍ବପୂର୍ଣ୍ଣ ।

ସେ ଆମର ଆଦିବାସୀ ଭାଇଭଉଣୀ ହୁଅନ୍ତୁ………

ଦଳିତ ଭାଇଭଉଣୀ ହୁଅନ୍ତୁ………

ବା ଖ୍ରୀଷ୍ଟିଆନ ମୁସଲିମ ଭାଇଭଉଣୀ ହୁଅନ୍ତୁ । ସମସ୍ତଙ୍କ ଉନ୍ନତି ହେଲେ ଓଡିଶାର ଉନ୍ନତି ହେବ। ଏବଂ ବିଜେଡି ସବୁବେଳେ ମାଲକାମଗିରିରୁ ମୟୁରଭଂଜ ପର୍ଯ୍ୟନ୍ତ ………… ବରଗଡରୁ ପୁରୀ ପର୍ଯ୍ୟନ୍ତ …………… ସବୁ ଗାଁ, ସବୁ ସହର ଓ ସବୁ ଅଞ୍ଚଳର ଉନ୍ନତି ପାଇଁ କାମ କରିଆସିଛି।Inclusive growth ଓ regional imbalance ଦୂର କରିବା ଆମର କର୍ତ୍ତବ୍ୟ ।BJD stands for the entire Odisha……. Not just one group or one region or one class।

ଓଡିଶାର ଯାହା ଯାହା ସମସ୍ୟା ରହିଛି…… ତାକୁ ଦୂରଦୃଷ୍ଟିରେ ରଖିକି….. professionalism ସହିତ ଆମ ଦଳ କାମ କରୁଛି।ସେ ବନ୍ୟା, ବାତ୍ୟା ହେଉ – disaster managementରେ ଓଡିଶା ସାରା ପୃଥିବୀରେ ସୁନାମ କରିଛି।ଖାଦ୍ୟ ନିରାପତ୍ତା ପାଇଁ ଆମେ ଅନ୍ୟ ରାଜ୍ୟ ଉପରେ ନିର୍ଭର କରୁଥିଲୁ । ଏବେ ଆମେ ଅନ୍ୟ ରାଜ୍ୟକୁ ଚାଉଳ ପାଠଉଛୁ ।

ଆମ ଭିତ୍ତିଭୂମି ଏବଂ ସ୍ବଚ୍ଛ ଶାସନକୁ ଦେଖିକି – ବହୁତ investment ଆମ ପାଖକୁ ଆସୁଛି – ପିଲାମାନଙ୍କୁ ଚାକିରୀ ମିଳିବ……. ରାଜ୍ୟର ଉନ୍ନତି ହେବ ।ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ । ସେଥିପାଇଁ କୋଭିଡ ମହାମାରୀ ଟାଇମରେ testingରୁ treatment ସେଥିପାଇଁ freeରେ ଦିଆଗଲା । ଓଡିଶା ଅନ୍ୟ ରାଜ୍ୟ ମାନଙ୍କୁ oxygen supply କଲା। BSKY ଭଲି କ୍ରାନ୍ତିକାରୀ scheme ଲାଗୁ କରାଗଲା ।ଆମର commitment ହେଉଛି – ପ୍ରତ୍ୟେକ ଜୀବନ ମୂଲ୍ୟବାନ। ତାକୁ base କରି କି କାମ କରୁଛୁ । ଦେଶ ବିଦେଶରେ ଆମ ସରକାର ଓ ଆମ governance modelକୁ ସମସ୍ତେ ପ୍ରଶଂସା କରୁଛନ୍ତି।

It’s a professionally run Government. Which runs on the principles of 5T. It’s a Government sensitive to people’s aspirations and needs, which has initiatives like Mo Sarkar to get citizen feedback।

ମୁଁ ଯାହା ବି କହିଲି … ସେ ସବୁ ଗୋଟେ ପଟରେ….. କିନ୍ତୁ, ତାକୁ ଲୋକଙ୍କ ପାଖକୁ ପହଞ୍ଚାଇବା…. ଲୋକଙ୍କ ହୃଦୟକୁ ଛୁଇଁବାର ଦାୟିତ୍ବ ନେଇଛନ୍ତି ବିଜେଡିର କର୍ମୀମାନେ । ଆର ବିଜୁ ପରିବାରର – ବିଜେଡିର ଲକ୍ଷ ଲକ୍ଷ କର୍ମୀ – You are the soul of BJD।

ଆପଣମାନେ ଶକ୍ତି ଦେଉଛନ୍ତି ବିଜେଡିକୁ। ଆପଣମାନେ field levelରେ oppositionର ମୁକାବିଲା କରୁଛନ୍ତି ଓ ଆମ ଦଳର ବାର୍ତ୍ତାକୁ ଲୋକଙ୍କ ପାଖରେ ପହଞ୍ଚାଇବାରେ ସକ୍ଷମ ହୋଇଛନ୍ତି। ସେଥିପାଇଁ ଏହି ଦଳ ଲୋକଙ୍କର ବିଶ୍ବାସର ପାତ୍ର ହୋଇଛି। ବିଜେଡି କେବେ ବି ଜଣେ ଦୁଇ ଜଣଙ୍କ ଉପରେ ନିର୍ଭର କରି ନାହିଁ ଏବଂ ଭବିଷ୍ୟତରେ ବି କରିବ ନାହିଁ । ଏହା ଏକ ସାମାଜିକ ଆନ୍ଦୋଳନ । ଓଡିଶାବାସୀଙ୍କ ଆଶା, ବିଶ୍ବାସ ଓ ସ୍ବାଭିମାନକୁ ଆଗେଇ ନେବାର ଗୋଟେ ଆନ୍ଦୋଳନ।ଏହି ଆନ୍ଦୋଳନରେ ପ୍ରତ୍ୟେକ ଘରର participation ରହିବା କଥା।

ଆମ ସ୍ବପ୍ନର ଓଡିଶା ଗଠନ କରିବାରେ ସହାୟକ ହୁଅନ୍ତୁ । ଆଉ ୧୨ ବର୍ଷ ପରେ ଓଡିଶା ଗଠନର ୧୦୦ ବର୍ଷ ପାଳନ କରାଯିବ।୨୦ ବର୍ଷ ଆଗରୁ ଓଡିଶା କୋଉଠି ଥିଲା, ଆଜି କୋଉଠି ଅଛି। ମୁଁ ସେ କଥା କହିବା ଦରକାର ନାହିଁ । ଆପଣମାନେ … ସାରା ବିଶ୍ବ …. ତାହା ଜାଣିଛି ଓ ଦେଖୁଛି ।  ମୁଁ ଆହ୍ଵାନ କରୁଛି ,ଅନୁରୋଧ କରୁଛି, ଓଡିଶାର ଉନ୍ନତିରେ ଯାହାର ବିଶ୍ବାସ ଅଛି, ଓଡିଶା ମା ର ସେବା କରିବାକୁ ଚାହୁଁଛନ୍ତି ।ସେମାନେ ସମସ୍ତେ ଆସନ୍ତୁ, ବହୁ ସଂଖ୍ୟାରେ ଆସନ୍ତୁ, ବିଜୁ ଜନତା ଦଳରେ ସାମିଲ ହୁଅନ୍ତୁ।

ସେ professional ହୁଅନ୍ତୁ…social worker ହୁଅନ୍ତୁ….. artiste ହୁଅନ୍ତୁ…. sports persons, ଚାଷୀ …ସେ ଯିଏ ବି ହୁଅନ୍ତୁ, ଯେ କୌଣସି field ରେ ଥାନ୍ତୁ.. ଆସନ୍ତୁ, ବିଶେଷ କରି ଯୁବ ପିଢି ,ଯେଉଁମାନେ ନୂଆ ଓଡ଼ିଶାର ସ୍ଵପ୍ନ ଦେଖୁଛନ୍ତି, ସେମାନେ, ବିଜୁ ଜନତା ଦଳରେ ସାମିଲ ହୁଅନ୍ତୁ । ଏ ଦଳ ବିଜୁ ଜନତା ଦଳ ଓଡିଶା ର ଦଳ କାରଣ national partyର agendaରେ national politics ହିଁ ରହିବ। ସେମାନଙ୍କ agendaରେ ଓଡିଶା କେବେ ବି ଫୋକସରେ ରହିବ ନାହିଁ। କେବଳ ଗୋଟିଏ regional party … ବିଜୁ ଜନତା ଦଳ ହିଁ ଓଡିଶାର ଉନ୍ନତି କରିପାରିବ।ମୋର ବିନମ୍ର ଅନୁରୋଧ ,ମା ମାନେ ଆଗେଇ ଆସନ୍ତୁ ଦାୟିତ୍ଵ ନିଅନ୍ତୁ।ମା ମାନଙ୍କ ଆଶୀର୍ବାଦ ରହିଲେ ପଚିଶ ବର୍ଷ କଣ, ପଚାଶ ବର୍ଷ କଣ , ବିଜୁ ଜନତା ଦଳ ଶହେବର୍ଷ ବି ସେବା କରି ଚାଲିବ।ଶଙ୍ଖ ଚିହ୍ନ ସବୁବେଳେ ଓଡ଼ିଆ ସ୍ୱାଭିମାନ ର ଜୟ ନାଦ କରିଚାଲି ଥିବ ।

ବନ୍ଦେ ଉତ୍କଳ ଜନନୀ

ପୁଣି ଫେରିବ କୋଭିଡ କଟକଣା…

() ରାଜ୍ୟକୁ ପୁଣି ଫେରିବ କୋଭିଡ କଟକଣା । ପ୍ରଥମ ପଦକ୍ଷେପ ଭାବେ ୨୪ ତାରିଖରୁ ବିଦେଶ ଫେରନ୍ତାଙ୍କ ନଜର ରଖିବେ ରାଜ୍ୟ ସରକାର । ବାହାର ଆସୁଥିବା ସମସ୍ତ ଯାତ୍ରୀଙ୍କର ନମୂନା ଯାଞ୍ଚ କରାଯିବ । କେନ୍ଦ୍ର ସରକାରଙ୍କ ଏସଓପି ଅନୁଯାୟୀ ବିମାନ ବନ୍ଦରରେ ଯାତ୍ରୀ ମାନଙ୍କର କୋଭିଡ ଟେଷ୍ଟ କରିବାକୁ ନିଷ୍ପତ୍ତି ନେଇଛି ସ୍ୱାସ୍ଥ୍ୟ ବିଭାଗ । କୋଭିଡର ନୂଆ ପ୍ରଜାତି ଦ୍ରୁତ ସଂକ୍ରମଣ ହେଉଥିବା ରୁ ରାଜ୍ୟ ସରକାର ଏହି ଆଗୁଆ ନିଷ୍ପତ୍ତି ନେଇଛନ୍ତି ।

ନୁଆଁ ଭେରିଆଣ୍ଟ କୁ ରୋକିବ ବୁଷ୍ଟର ଡୋଜ…

ବୁଷ୍ଟର ଡୋଜ ନୁଆଁ ଭେରିଆଣ୍ଟ କୁ ପ୍ରତିହତ କରିପାରିବ,28 ନଭେମ୍ବର ରୁହ ସରକାରୀ ଟୀକାକାରଣ ବନ୍ଦ ରହିଛି, କେନ୍ଦ୍ର କୁ ଟୀକା ଯୋଗାଣ ପାଇଁ ଅନୁରୋଧ କରିବୁ, ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କେନ୍ଦ୍ର କୁ ଚିଠି ଲେଖାଯିବା,ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ଟିକକରଣ କ୍ଷେତ୍ରରେ 8 କୋଟି 14 ଲକ୍ଷ ଟୀକା ଦିଅ ସରିଛି 1st ଡୋଜ 97%,2nd ଡୋଜ 94% ଓ ପିକେସନ 41% ଲୋକେ ନେଇଛନ୍ତି , 25 ଲକ୍ଷ ନେଇନାହାନ୍ତି ଦ୍ୱତୀୟ ଡୋଜ ଆଉ 59% ନେଇନାହାନ୍ତି ପିକେସନ ଡୋଜ,ବର୍ତ୍ତମାନ ଟୀକା ଯୋଗାଣ ନାହିଁ ଯେତିକି ଥିଲା ସରିଯାଇଛି , ସମସ୍ତ ପ୍ରକାର ଟୀକା ଆମର ସରିଯାଇଛି ଆମେ ସଜାଗ ଅଛୁ, ସଂକ୍ରମଣ କୁ ପ୍ରତିହତ ପାଇଁ ଓଡିଶା ସରକାର ପ୍ରସ୍ତୁତ … ଆଜି ବୈଠକ ଅଛି ନିଷ୍ପତି ପରେ ଟୀକା ଯୋଗାଇଦେବା ଚିଠି ଲେଖିବୁ ପାଇଁ ,ରାଜ୍ୟରେ 12 ଟି ପ୍ରାଇଭେଟ ହସ୍ପିଟାଲ ରେ ଟୀକା କରଣ ଚାଲିଛି,ବାହାର ରାଜ୍ୟରୁ 16 ଲକ୍ଷ 17 ହଜାର ଟୀକା ମଗାଯାଇଥିଲା, ପରିକେସନ ଡୋଜ ନେଇଥିବା ଲୋକେ ସୁରକ୍ଷିତ, ସର୍ବଭାରତୀୟ ସ୍ତରରେ ଓଡ଼ିଶାରେ ଅଧିକ ଟୀକା ଦିଆଯାଇଛି…ନୁଆଁ ଭେରିଆଣ୍ଟ କୁ ରୋକିପରିବ ବୁଷ୍ଟର ଡୋଜ ଟୀକା..

 

 

ସର୍ଗିଫୁଲ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ…

() ସର୍ଗିଫୁଲ ଉଦ୍ଯାପିତ

ଓଡିଶା ର ପିଲା ମାନେ କାହା ଠାରୁ କମ୍ ନୁହଁ ପ୍ରତିଯୋଗୀତାମୂଳକ ମନୋଭାବ ନେଇ ଆଗକୁ ବଢ,

ଜୀବନରେ ପ୍ରତିଷ୍ଠା ଲାଭ କର, ମୋ ଆଶୀର୍ବାଦ ତୁମ ସାଥିରେ ଅଛି – ଜନଜାତି ପିଲାମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍‌ବୋଧନ।

୨୦୨୩ ଡିସେମ୍ବର ସୁଦ୍ଧା ଅନୁସୂଚିତ ଜାତି ଜନଜାତି ପିଲାମାନଙ୍କ ପାଇଁ ଆଉ ୧୦୦ଟି ହଷ୍ଟେଲ ନିର୍ମାଣ କରାଯିବ।

{} ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସର୍ଗିଫୁଲ ମହୋତ୍ସବର ଉଦ୍‌ଯାପନ ଦିବସରେ ଉଦ୍‌ବୋଧନ ଦେଇ ପ୍ରତିଯୋଗିତାମୂଳକ ମନୋଭାବ ନେଇ ଆଗକୁ ବଢିବାକୁ ପରାମର୍ଶ ଦେଇଛନ୍ତି। SCST ଉନ୍ନୟନ୍ ବିଭାଗ ଅନ୍ତର୍ଗତ ବିଦ୍ୟାଳୟ ସମୂହର ଏହି ଅନନ୍ୟ କାର୍ଯ୍ୟକ୍ରମରେ ପିଲାମାନଙ୍କୁ ପ୍ରେରଣା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ପିଲା କାହା ଠାରୁ କମ୍‌ ନୁହଁ । ପ୍ରତିଯୋଗିତାମୂଳକ ମନୋଭାବ ନେଇ ଆଗକୁ ବଢ ଓ ଜୀବନରେ ପ୍ରତିଷ୍ଠା ଲାଭ କର। ‘ ତୁମେମାନେ ସଫଳତା ପାଇଁ ଉଦ୍ୟମ କର, ମୋ ଆଶୀର୍ବାଦ ତୁମ ସାଥିରେ ଅଛି’ ବୋଲି ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଉତ୍ସାହିତ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତୁମମାନଙ୍କ କାର୍ଯ୍ୟକ୍ରମରେ ମୁଁ ପ୍ରତିବର୍ଷ ଯୋଗ ଦେଉଛି ଏବଂ ତୁମ ଖୁସିରେ ମଧ୍ୟ ସାମିଲ ହେଉଛି। ବିଶିଷ୍ଟ କ୍ରୀଡାବିତ୍‌ ଦିଲ୍ଲୀପ ତିର୍କିଙ୍କ ଉଦାହରଣ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ସେ ଜଣେ ଓଡିଆ ପୁଅ । ନିଜ ଦକ୍ଷତା ଓ ପରିଶ୍ରମ ଯୋଗୁ ସେ ଭାରତୀୟ ହକି ଟିମ୍‌ର କ୍ୟାପଟେନ୍ ହେବା ସହିତ ଆଜି ହକି ଇଣ୍ଡିଆର ସଭାପତି ମଧ୍ୟ ହୋଇପାରିଛନ୍ତି। ଯୁବ ସମାଜ ପାଇଁ ସେ ଜଣେ ରୋଲ ମଡେଲ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଏହି ଅବସରରେ ମାଟ୍ରିକ ପରୀକ୍ଷାରେ କୃତୀତ୍ବର ସହ ସଫଳତା ହାସଲ କରିଥିବା ପିଲାମାନଙ୍କୁ ଓ ଶିକ୍ଷକମାନଙ୍କୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟର ବିଭିନ୍ନ ସରକାରୀ ହଷ୍ଟେଲରେ ଏବେ ୫ ଲକ୍ଷ ଅନୁସୂଚିତ ଜାତି ଓ ଜନଜାତି ପିଲା ପାଠ ପଢୁଛନ୍ତି । ଡିସେମ୍ବର ୨୦୨୩ ସୁଦ୍ଧା ସେମାନଙ୍କ ପାଇଁ ଆହୁରି ୧୦୦ଟି ହଷ୍ଟେଲ ନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।

ଅନୁସୂଚିତ ଜାତି ଓ ଜନଜାତି ବିଭାଗର ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା ତାଙ୍କ ଅଭିଭାଷଣରେ ଜନଜାତି ପିଲା ମାନଙ୍କ ପାଇଁ ବିଭାଗ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ଆଲୋକପାତ କରିଥିଲେ ।କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସର୍ଗିଫୁଲ ନାମକ ଏକ ସ୍ମରଣିକା ଉନ୍ମୋଚନ କରିଥିଲେ। ଏହାସହିତ ସାମଗ୍ରିକ ଶିକ୍ଷା ଉପରେ ଏକ ପୋଷ୍ଟର ବୁକ୍‌ର ଡିଜିଟାଲ ଲୋକାର୍ପଣ କରିଥିଲେ । ସାମଗ୍ରିକ ଶିକ୍ଷା ସଂପର୍କିତ ଏକ ଭିଡିଓ ଫିଲ୍ମ ମଧ୍ୟ ପ୍ରଦର୍ଶିତ ହୋଇଥିଲା ।

ସୂଚନାଯୋଗ୍ୟ ଯେ ସର୍ଗିଫୁଲ ମହୋତ୍ସବ ଦୀର୍ଘ ୧୨ ବର୍ଷ ଧରି ଅନୁଷ୍ଠିତ ହୋଇଆସୁଛି । ଚଳିତ ବର୍ଷର ଉତ୍ସବରେ ୧୨୦୦ ଛାତ୍ରଛାତ୍ରୀ ଓ ୧୭୦ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ । ୨୦୨୧ ଓ ୨୦୨୨ର ହାଇସ୍କୁଲ ପରୀକ୍ଷାରେ କୃତୀତ୍ବ ହାସଲ କରିଥିବା ପିଲାମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ବିଭିନ୍ନ ପ୍ରତିଯୋଗିତା ଯଥା- ତର୍କ, କୁଇଜ, ବିଜ୍ଞାନ ପ୍ରଦର୍ଶନୀ, ସୃଜନାତ୍ମକ ଲିଖନ, ବାଦ୍ୟଯନ୍ତ୍ର ପ୍ରତିଯୋଗିତା, ଖେଳ ପ୍ରତିଯୋଗିତା ତଥା ଲୋକନୃତ୍ୟ ପ୍ରତିଯୋଗିତାରେ ଉଲ୍ଲେଖନୀୟ କୃତୀତ୍ବ ହାସଲ କରିଥିବା ପିଲାମାନଙ୍କୁ ପୁରସ୍କୃତ କରାଯାଇଥିଲା ।ଏହି କାର୍ଯ୍ୟକ୍ରମରେ ସ୍ବତନ୍ତ୍ର ବିକାଶ ପରିଷଦର ଉପଦେଷ୍ଟା ଶ୍ରୀ ପ୍ରଦୀପ ମାଝୀ, ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା ଶ୍ରୀ ଆର୍‌. ବାଲକ୍ରିଷ୍ଣନ, ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା ଓ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ ପାଣ୍ଡିଆନ ଉପସ୍ଥିତ ଥିଲେ। ଅନୁସୂଚିତ ଜାତି ଓ ଜନଜାତି ବିଭାଗର କମିଶନର-ତଥା-ସଚିବ ଶ୍ରୀମତୀ ରୂପାରୋଶନ ସାହୁ ସ୍ବାଗତ ଭାଷଣ ଦେଇଥିଲେ ଏବଂ ATLCର ସଦସ୍ୟ ସଚିବ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ ।

ଡ. ଗାୟତ୍ରୀବାଳା ପଣ୍ଡାଙ୍କୁ  କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁରସ୍କାର…

{} ୨୦୨୨ ମସିହା ପାଇଁ କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁରସ୍କାର ଓଡ଼ିଆ ଭାଷାରେ କବି ଡ. ଗାୟତ୍ରୀବାଳା ପଣ୍ଡାଙ୍କୁ ମିଳିଛି । ତାଙ୍କର କବିତା ସଂକଳନ “ଦୟାନଦୀ”ପାଇଁ ଏହି ମର୍ଯ୍ୟାଦାଜନକ ପୁରସ୍କାର ତାଂକୁ ମିଳିଥିବା ଘୋଷଣା କରାଯାଇଛି । ପୁରସ୍କାର ସ୍ୱରୂପ ୧,୦୦,୦୦୦ ଟଙ୍କାର ଅର୍ଥରାଶି ଓ ତାମ୍ର ଫଳକ କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପକ୍ଷରୁ ଏକ ସ୍ୱତନ୍ତ୍ର ଉତ୍ସବରେ ତାଂକୁ ପ୍ରଦାନ କରାଯିବ । କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁରସ୍କୃତ କବିତା ସଂକଳନ “ଦୟାନଦୀ”୨୦୧୭ରେ ପକ୍ଷୀଘର ପ୍ରକାଶନ ସଂସ୍ଥା ଦ୍ୱାରା ପ୍ରକାଶ ପାଇଥିଲା । କବିତା ସଂକଳନ ‘ଦୟାନଦୀ’ କଳିଙ୍ଗ ଯୁଦ୍ଧ ଉପରେ ଆଧାରିତ । ଏଥିରେ ଉତ୍ସର୍ଗ ଓ ପରିଶିଷ୍ଟକୁ ମିଶେଇ ୬୪ଟି କବିତା ରହିଛି । ଯୁଦ୍ଧର ସମସ୍ତ ବିଭୀଷିକା, ସମସ୍ତ ସ୍ପର୍ଦ୍ଧା ଓ ସମସ୍ତ ଅହଂକାର ଭିତରେ କେବଳ ଗୋଟିଏ ଅନୁଚ୍ଚାରିତ ସ୍ୱର ହିଁ ଗୁଂଜରିତ ହୁଏ, ତାହା ହେଉଛି ପରାଜୟର । ଏହି କବିତାସବୁ ଇତିହାସର କୌଣସି ତାତ୍ତ୍ୱିକ ଆଲୋଚନା ବା କାବ୍ୟରୂପ ନୁହେଁ, ବରଂ ଏହା ଇତିହାସର ନଈରେ ନୌଯାତ୍ରା କରୁଥିବା ଏକ କାବି୍ୟକ ସମ୍ବେଦନା । କଳିଙ୍ଗ ଯୁଦ୍ଧର ଏକମାତ୍ର ସାକ୍ଷୀ ଭାବରେ ଆଜି ବି ଅଛି ଦୟାନଦୀ । ଆଜି ବି ପ୍ରତି ଓଡ଼ିଆର ରକ୍ତରେ ରକ୍ତହେଇ ବହୁଛି । ମଣିଷକୁ ମଣିଷପଣିଆ ଆଡ଼େ ବାଟ ଦେଖାଉଛି । ଶାନ୍ତି, ପ୍ରୀତି, ମୈତ୍ରୀର ଜୟଗାନ କରୁଛି ।

ଦୀର୍ଘ ତିନି ଦଶନ୍ଧିରୁ ଉଦ୍ଧ୍ୱର୍ ସମୟ କାଳ କବିତା, ଗପ, ଉପନ୍ୟାସ, ପ୍ରବନ୍ଧ ଓ ଖବରକାଗଜରେ ସ୍ତମ୍ଭ ରଚନା କରି ଯଥେଷ୍ଟ ପାଠକୀୟ ସ୍ୱୀକୃତି ହାସଲ କରିଥିବା କବି ଗାୟତ୍ରୀବାଳା ପଣ୍ଡାଙ୍କର ଅଦ୍ୟାବଧି ୨୫ଖଣ୍ଡ ପୁସ୍ତକ ପ୍ରକାଶ ପାଇଛି । ସେଥିମଧ୍ୟରୁ ଓଡ଼ିଆ ଭାଷାରେ ବାରଟି କବିତା ସଂକଳନ, ଦୁଇଟି ଗଳ୍ପ ସଂକଳନ, ଦୁଇଟି ଉପନ୍ୟାସ ଏବଂ ଗୋଟିଏ ପ୍ରବନ୍ଧ ସଂକଳନ ପ୍ରକାଶ ପାଇଛି । ଏତଦ୍ବ୍ୟତୀତ ହିନ୍ଦୀ ଭାଷାରେ ପାଞ୍ଚଟି କବିତା ସଂକଳନ ଓ ଇଂରାଜୀ ଭାଷାରେ ଦୁଇଟି କବିତା ସଂକଳନ, ଗୋଟିଏ ଗଳ୍ପ ସଂକଳନ ପ୍ରକାଶ ପାଇଛି । କବିତା ସଂକଳନଗୁଡ଼ିକ ହେଲା ଆହତ ପ୍ରତିଶ୍ରୁତି, ଅସ୍ପଷ୍ଟ ଈଶ୍ୱର, ଅଣାୟତ୍ତ, ଗାଁ, ଯେତିକି ଦିଶୁଚି ଆକାଶ, ଆଖି ନାଇଁ କାନ ନାଇଁ, ଏ ରାତିର ଯେତେ ତାରା, ବାଘ, ଦୟାନଦୀ, ମହେଞ୍ଜୋଦାରୋ, ନିର୍ବାଚିତ କବିତା ଓ ପ୍ରାର୍ଥନାର ଶବ୍ଦପରି । ବିସର୍ଜନ ଓ ନିଜକୁ ନେଇ ସତ ଗପ ତାଂକର ଦୁଇଟି ଗଳ୍ପ ସଂକଳନ । ମମ୍ମି ଯାହା ଜାଣେ ନାହିଁ, ରାସ୍ତା, ରିପୋର୍ଟର ଓ ମାୟାଜାଲ ତାଂକର ଚାରୋଟି ଉପନ୍ୟାସ ତଥା ବିଚାର ବିମର୍ଶ ତାଂକର ପ୍ରବନ୍ଧ ସଂକଳନ ।

କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁରସ୍କାର ପାଇବା ପୂର୍ବରୁ ଗାୟତ୍ରୀବାଳା ୨୦୧୧ରେ କବିତା ସଂକଳନ “ଗାଁ” ପାଇଁ ପ୍ରଥମ କେନ୍ଦ୍ର ସାହିତ୍ୟ ଏକାଡ଼େମୀ ଯୁବ ପୁରସ୍କାର ପାଇଥିଲେ । ଏହାବ୍ୟତୀତ ସେ ରାଜ୍ୟ ଯୁବ ପୁରସ୍କାର, ରାଜୀବ ଗାନ୍ଧୀ ସଦ୍ଭାବନା ପୁରସ୍କାର, ଉକ୍ରଳ ସାହିତ୍ୟ ସମାଜ ଯୁବ ସାହିତି୍ୟକ ସମ୍ମାନ, ଶାରଳା କାବ୍ୟ ସମ୍ମାନ, କାଦମ୍ବିନୀ କବିତା ସମ୍ମାନ, ଫକୀର ମୋହନ ସାହିତ୍ୟ ସମ୍ମାନ, ବସନ୍ତ ମୁଦୁଲି କବିତା ସମ୍ମାନ, ମନ୍ଥନ ଯୁବ କବି ସମ୍ମାନ, ଲେଖାଲେଖି ଯୁବ କବି ସମ୍ମାନ, ଟାଇମ୍ ପାସ୍ ସ୍ୱୟଂଶ୍ରୀ ସମ୍ମାନ, ତାଳପଦେଶ୍ୱରୀ ସାରସ୍ୱତ ସମ୍ମାନ, ଇସ୍ତାହାର କବିତା ସମ୍ମାନ, ଦୀପକ ମିଶ୍ର କବିତା ସମ୍ମାନ, “ରାଇଟର୍ସ-ଇନ୍-ରେସିଡେନ୍ସ” ଆଟ୍ ରାଷ୍ଟ୍ରପତି ଭବନ-୨୦୧୫, ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ, ରାଜ୍ୟ ସରକାରଙ୍କ ପକ୍ଷରୁ ଦୁର୍ନୀତି ନିବାରଣ ଉପରେ ରଚିତ ପ୍ରବନ୍ଧ ପାଇଁ ପୁରସ୍କୃତ ହେବାସହିତ ସତ୍ୟବାଦୀ ସାହିତ୍ୟ ସମ୍ମାନ, ରାଜକନ୍ୟା ରତ୍ନମାଳୀ ଜେମା ସାରସ୍ୱତ ସମ୍ମାନ, ଆର୍ଯ୍ୟା ସମ୍ମାନ, କଳିଙ୍ଗ ବୀରାଙ୍ଗନା ସମ୍ମାନ, ଭଞ୍ଜ ଭାରତୀ ଜୟଦେବ ଷଡ଼ଙ୍ଗୀ ସ୍ମୃତି ସମ୍ମାନ, ଟାଇମ୍ସ ପାୱାର ୱିମେନ୍ ସମ୍ମାନ ଓ ଅକ୍ଷୟ ସାହିତ୍ୟ ସମ୍ମାନ ଇତ୍ୟାଦି ବହୁ ପୁରସ୍କାର ଓ ସମ୍ମାନରେ ସମ୍ମାନିତ ହୋଇଛନ୍ତି ।

ଏହି ମର୍ଯ୍ୟାଦାଜନକ ସାହିତ୍ୟ ଏକାଡେମୀ ପୁରସ୍କାର ମତେ ନୁହେଁ, ମୋ ଲିଖିତ କବିତା ପୁସ୍ତକ ‘ଦୟାନଦୀ’ ପାଇଁ ମତେ ମିଳିଛି ଓ ଏହି ପୁରସ୍କାର ହେଉଛି ପାଠକଙ୍କ ଶ୍ରଦ୍ଧା ଓ ସଦିଚ୍ଛା ବୋଲି ଗାୟତ୍ରୀବାଳା ତାଙ୍କ ପ୍ରତିକ୍ରିୟାରେ କହିବା ସହ ଏହା ତାଙ୍କୁ ତାଙ୍କର ଲେଖନୀ ପ୍ରତି ଆହୁରି ଦାୟିତ୍ୱବଦ୍ଧ କରିବ ବୋଲି କହିଛନ୍ତି । ତେବେ ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ, ଅଗ୍ରଜ ସାହିତି୍ୟକ ଓ ସତୀର୍ଥଙ୍କ ଶୁଭେଚ୍ଛା, ପରିବାରର ପ୍ରେରଣା ଓ ସହଯୋଗ ଯୋଗୁଁ ଏହି ସମ୍ମାନ ତାଂକୁ ମିଳିପାରିଛି ବୋଲି ସେ କହିଛନ୍ତି । ଜଗତସିଂହପୁର ଜିଲ୍ଲାର ସାଦେଇପୁରରେ ୧୯୭୭ରେ ଜନ୍ମଗ୍ରହଣ କରିଥିବା ଗାୟତ୍ରୀବାଳା ଗୋଲକ ବିହାରୀ ପଣ୍ଡା ଓ ଅରୁଣିମା ପଣ୍ଡାଙ୍କ କନ୍ୟା ତଥା ରାଜ୍ୟସଭା ସାଂସଦ ମାନସ ରଂଜନ ମଙ୍ଗରାଜଙ୍କ ଧର୍ମପତ୍ନୀ ।

‘one ପଞ୍ଚାୟତ,one ପ୍ରଡକ୍ଟ’ର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ…

() ୧୮୦୬ କୋଟି ଟଙ୍କାର ୧୯୧ଟି ପ୍ରକଳ୍ପର ଶୁଭାରମ୍ଭ ୫୬୦୦ ଏସଏଚଜି ଗ୍ରୁପକୁ ୨୨୦ କୋଟି ଟଙ୍କାର ସହାୟତା ପ୍ରଦାନ।

‘one ପଞ୍ଚାୟତ,one ପ୍ରଡକ୍ଟ’ର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ।

ଶିଳ୍ପ ବିକାଶରେ ମା ମାନେ ନୂଆ ଇତିହାସ ସୃଷ୍ଟି କରିବେ ବୋଲି ମୁଖ୍ୟମନ୍ତ୍ରୀଙ୍କ ଆଶା।

{} ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବାଲେଶ୍ବର ଗସ୍ତ କରି ସେ ସେଠାରେ ୧୮୦୬ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ୩୭୪ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବା ବେଳେ, ୧୪୩୧ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତି ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ ବାଲେଶ୍ବରର ସୋମନାଥପୁର ଠାରେ ଏକ ନବନିର୍ମିତ ରେଳ ଓଭରବ୍ରିଜକୁ ମଧ୍ୟ ଉଦ୍‌ଘାଟିତ କରିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜିଲ୍ଲାର ୫୬୦୦ ମହିଳା ସ୍ବୟଂ ସହାୟକ ଗୋଷ୍ଠୀକୁ ୨୨୦ କୋଟି ଟଙ୍କାର ସହାୟତା ମଧ୍ୟ ପ୍ରଦାନ କରି ମିଶନ ଶକ୍ତି ମା ମାନଙ୍କୁ ଉଦ୍ୟୋଗୀ ହେବା ପାଇଁ ଆହ୍ବାନ ଦେଇଥିଲେ ଏବଂ ଏହି ଆନ୍ଦୋଳନକୁ ଏକ ନୂଆ ସୋପାନକୁ ନେବା ପାଇଁ ଉଦ୍ୟମ କରିବାକୁ ପରାମର୍ଶ ଦେଇଥିଲେ । ଜିଲ୍ଲାର ୬୦ ହଜାର ମା ମାନଙ୍କୁ ଏହି ସହାୟତା ମିଳିଲା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ୱାନ ପଞ୍ଚାୟତ, ୱାନ ପ୍ରଡକ୍ଟ ଉପରେ ଗୁରୁତ୍ବ ଆରୋପ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପ୍ରତ୍ୟେକ ପଞ୍ଚାୟତ ଯଦି ଗୋଟିଏ ଗୋଟିଏ ସ୍ବତନ୍ତ୍ର ଦ୍ରବ୍ୟ ଉତ୍ପାଦନ କରିପାରିବେ, ତେବେ ଏଥିପାଇଁ ବଜାର ସୃଷ୍ଟି ହେବାରେ ସୁବିଧା ହେବା ସହିତ ପ୍ରତ୍ୟେକ ପଞ୍ଚାୟତର ଏକ ସ୍ବତନ୍ତ୍ର ପରିଚୟ ମଧ୍ୟ ସୃଷ୍ଟି ହୋଇପାରିବ । ମା ମାନେ ଓଡିଶାର ଶିଳ୍ପ ବିକାଶରେ ନୂଆ ଇତିହାସ ସୃଷ୍ଟି କରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗାମୀ ୫ ବର୍ଷରେ ମା ମାନଙ୍କୁ ବିନା ସୁଧରେ ୫୦ ହଜାର କୋଟି ଟଙ୍କାର ଋଣ ଦିଆଯିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବାଲେଶ୍ବର ହେଉଛି ଏକ ଆଗୁଆ ଜିଲ୍ଲା । ଶିକ୍ଷା, ସାହିତ୍ୟ, ଶିଳ୍ପ, କୃଷି, ଭିତ୍ତିଭୂମି – ସବୁ କ୍ଷେତ୍ରରେ ବାଲେଶ୍ବର ଆଗୁଆ। ଆଜିର କାର୍ଯ୍ୟକ୍ରମ ବିକାଶର ଏହି ଧାରାକୁ ଆହୁରି ଆଗକୁ ନେବ ବୋଲି ସେ କହିଥିଲେ।

ଏହି କାର୍ଯ୍ୟକ୍ରମରେ ଶିଳ୍ପ ଓ ଶକ୍ତି ମନ୍ତ୍ରୀ ଶ୍ରୀ ପ୍ରତାପ ଦେବ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ଅଶ୍ବିନୀ ପାତ୍ର ଓ ବାଲେଶ୍ବର ବିଧାୟକ ଶ୍ରୀ ସ୍ବରୂପ ଦାସ ପ୍ରମୁଖ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ବାଲେଶ୍ବର ଜିଲ୍ଲାରେ ହୋଇଥିବା ଅନେକ ବିକାଶ ମୂଳକ କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିଥିଲେ । ମେଡିକାଲ କଲେଜ ଠାରୁ ଆରମ୍ଭ କରି ରାସ୍ତାଘାଟ, ପାନୀୟ ଜଳ, ସ୍ବାସ୍ଥ୍ୟ କଲ୍ୟାଣ କାର୍ଯ୍ୟକ୍ରମ ସବୁ କ୍ଷେତ୍ରରେ ବାଲେଶ୍ବର ଜିଲ୍ଲାରେ ଉଲ୍ଲେଖନୀୟ କାର୍ଯ୍ୟ ହେଉଛି ବୋଲି ସେମାନେ କହିଥିଲେ । ମିଶନ ଶକ୍ତି କାର୍ଯ୍ୟକ୍ରମ ଦ୍ବାରା ମା ମାନଙ୍କୁ ନୂଆ ପରିଚୟ ମିଳିପାରିଛି ବୋଲି ସେମାନେ ମତବ୍ୟକ୍ତ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ବିଧାୟକଗଣ ଉପସ୍ଥିତ ଥିଲେ । ଜିଲ୍ଲାପାଳ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଜିଲ୍ଲା ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଧନ୍ୟବାଦ ଅର୍ପଣ କରିଥିଲେ ।

Follow us

20,832FansLike
0FollowersFollow
14,700SubscribersSubscribe

Latest news