ବର୍ଷ ବର୍ଷର ସମସ୍ୟାର ହେବ ସମାଧାନ…

() ପୁରୀ ଓ ନୟାଗଡ ଜିଲ୍ଲାର ଅଭିଯୋଗ ସଂପର୍କରେ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ସମୀକ୍ଷା।

ଉପଯୁକ୍ତ ସର୍ତ୍ତାବଳୀ ଅନୁଯାୟୀ ଦିଆଯାଇଥିବା ପୁରୀ ପୌରପାଳିକା ଲିଜ୍‌ ଜମି ଗୁଡିକ ହେବ ନିୟମିତ।

ବର୍ଷ ବର୍ଷର ସମସ୍ୟାର ହେବ ସମାଧାନ,

୨୦ ଦିନ ମଧ୍ୟରେ ସର୍ଭେ କାମ ସାରିବାକୁ ୫-ଟି ସଚିବଙ୍କ ନିର୍ଦ୍ଦେଶ।

ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପ କାମ ପାଇଁ ଟେଣ୍ଡର ସେପ୍ଟେମ୍ବର ଶେଷ ସୁଦ୍ଧା।

{}  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ସଚିବଙ୍କ ପୁରୀ ଓ ନୟାଗଡ ଜିଲ୍ଲା ଗସ୍ତ ସମୟରେ ଜନସାଧାରଣଙ୍କ ଠାରୁ ବିଭିନ୍ନ ଅଭିଯୋଗ ମିଳିଥିଲା। ଏ ସଂପର୍କରେ 5-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ, ଆଜି ଏ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ବିସ୍ତୃତ ଆଲୋଚନା କରାଯାଇ ନିଷ୍ପତ୍ତି ଗ୍ରହଣ କରାଯାଇଛି । ପୁରୀ ପୌରପାଳିକା ଜମି ସମସ୍ୟା ସଂପର୍କରେ 5-ଟି ସଚିବଙ୍କ ଗସ୍ତ ସମୟରେ ଜନସାଧାରଣ ତାଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ପୁରୀ ପୌରପାଳିକା ଦ୍ଵାରା ପୌରପାଳିକା ନିୟମ ଓ ଉପଯୁକ୍ତ ଲିଜ୍ ସର୍ତ୍ତାବଳୀ ଅନୁଯାୟୀ ଦିଆଯାଇଥିବା ଲିଜଗୁଡିକୁ ନିୟମିତ କରିବା ପାଇଁ ବୈଠକରେ ନୀତିଗତ ନିଷ୍ପତ୍ତି ନିଆଯାଇଛି ।

ଏହି କାର୍ଯ୍ୟକୁ ଧାର୍ଯ୍ୟ ଅବଧି ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥିପାଇଁ ଆବଶ୍ୟକ ସର୍ଭେ କାମକୁ ୨୦ ଦିନ ମଧ୍ୟରେ ଶେଷ କରିବା ପାଇଁ ୫-ଟି ସଚିବ ନିର୍ଦ୍ଦେଶ ଦେଇଥିଲେ। ଏଥିପାଇଁ ଜିଲ୍ଲାପାଳଙ୍କୁ ଆବଶ୍ୟକ ଅତିରିକ୍ତ ରାଜସ୍ବ ଅଧିକାରୀ ଯୋଗାଇ ଦେବାକୁ ବୈଠକରେ ନିଷ୍ପତ୍ତି ହୋଇଛି ।

ପୁରୀ ପୌରପାଳିକା ବହୁ ବର୍ଷ ଧରି ବିଭିନ୍ନ ଅନୁଷ୍ଠାନ ଓ ଲୋକମାନଙ୍କୁ ଲିଜ ସୂତ୍ରରେ ପ୍ରାୟ ୫୦୪ ଏକର ଜମି ଦେଇଛି । ଏହି ଉଚ୍ଚସ୍ତରୀୟ ବୈଠକରେ ଉପଯୁକ୍ତ ଲିଜ୍ ସର୍ତ୍ତାବଳୀ ଓ ପୌରପାଳିକା ନିୟମ ଅନୁସାରେ ଆବଣ୍ଟିତ ଲିଜ୍୍ ନିୟମିତ କରିବା ପାଇଁ ବ୍ୟକ୍ତିବିଶେଷ ଓ ଅନୁଷ୍ଠାନ ମାନଙ୍କ ଉପରେ ଉପଯୁକ୍ତ ଦେୟ ଧାର୍ଯ୍ୟ କରିବାକୁ ବୈଠକରେ ନିଷ୍ପତ୍ତି ହୋଇଛି

ନୟାଗଡ ଜିଲ୍ଲାର ମଂଜରୀ ଗ୍ରାମ ନିକଟରେ ବୃତ୍ତଙ୍ଗ ନଦୀ ଉପରେ ଜଳଭଣ୍ଡାର ପ୍ରକଳ୍ପ ନିର୍ମାଣ ସଂପର୍କରେ ମଧ୍ୟ ବୈଠକରେ ଆଲୋଚନା କରାଯାଇଥିଲା । ପରିବେଶ ତଥା ଅନ୍ୟାନ୍ୟ ଆବଶ୍ୟକ ମଂଜୁରୀ ମିଳିବା ପରେ ପ୍ରକଳ୍ପ ପାଇଁ ତୁରନ୍ତ ଟେଣ୍ଡର ଆହ୍ବାନ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ଏହି ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ଓ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ଅଷ୍ଟ୍ରେଲିଆରେ ପାଠ ପଢ଼ିବେ କେନ୍ଦୁଝର ସରକାରୀ ଇଞ୍ଜିନିୟରିଂ କଲେଜର 5 ଛାତ୍ରଛାତ୍ରୀ…

() ଅଷ୍ଟ୍ରେଲିଆରେ ପାଠ ପଢ଼ିବେ କେନ୍ଦୁଝର ସରକାରୀ ଇଞ୍ଜିନିୟରିଂ କଲେଜର 5 ଛାତ୍ରଛାତ୍ରୀ

• କର୍ଟିନ୍ ବିଶ୍ୱବିଦ୍ୟାଳୟ ସହ ଜିଲ୍ଲା ପ୍ରଶାସନର ବୁଝାମଣା,

• ଜିଲ୍ଲା ଖଣିଜ ପ୍ରତିଷ୍ଠାନ ବହନ କରିବ ସମସ୍ତ ଖର୍ଚ୍ଚ।

• ମୁଖ୍ୟମନ୍ତ୍ରୀଙ୍କୁ ନବୀନ ନିବାସରେ ଭେଟିଲେ ଛାତ୍ରଛାତ୍ରୀ,

• କଠିନ ପରିଶ୍ରମ କର, ନିଜର କ୍ୟାରିଅର୍ ଲକ୍ଷ୍ୟ ହାସଲ କର: ମୁଖ୍ୟମନ୍ତ୍ରୀ।

{} କେନ୍ଦୁଝର ସରକାରୀ ଇଞ୍ଜିନିୟରିଂ କଲେଜରୁ ମାଇନିଂ ଇଞ୍ଜିନିୟରିଂରେ ସଫଳତାର ସହ ବିଟେକ୍ ପାସ କରିଥିବା 5 ଜଣ ମେଧାବୀ ଛାତ୍ରଛାତ୍ରୀଙ୍କୁ ଉଚ୍ଚଶିକ୍ଷା ପାଇଁ ଅଷ୍ଟ୍ରେଲିଆ ପଠାଯିବ। ସେମାନେ ବିଶ୍ୱର ଅନ୍ୟତମ ସୁନାମଧନ୍ୟ କର୍ଟିନ୍ ବିଶ୍ୱବିଦ୍ୟାଳୟରେ ମାଇନିଂ ଇଞ୍ଜିନିୟରିଂ କ୍ଷେତ୍ରରେ ଉଚ୍ଚଶିକ୍ଷା ଲାଭ କରିବାର ସୁଯୋଗ ପାଇବେ ଓ ଏଥିପାଇଁ ସେମାନଙ୍କ ପାଠପଢ଼ା, ଅଷ୍ଟ୍ରେଲିଆରେ ରହଣୀ ଏବଂ ଯାତାୟାତ ବାବଦକୁ ସମସ୍ତ ଖର୍ଚ୍ଚ କେନ୍ଦୁଝର ଜିଲ୍ଲା ଖଣିଜ ପ୍ରତିଷ୍ଠାନ ବହନ କରିବ। ସୋମବାର ଏହି 5ଜଣ ଛାତ୍ରଛାତ୍ରୀ ନବୀନ ନିବାସ ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି।
ଓଡ଼ିଶାର କେନ୍ଦୁଝର ଜିଲ୍ଲାରୁ ଏହି ଛାତ୍ରଛାତ୍ରୀମାନେ ଅଷ୍ଟ୍ରେଲିଆ ଯାଇ କର୍ଟିନ୍ ବିଶ୍ୱବିଦ୍ୟାଳୟ ଅଧିନସ୍ଥ ୱେଷ୍ଟ୍ ଅଷ୍ଟ୍ରେଲିଆନ୍ ସ୍କୁଲ୍ ଅଫ୍ ମାଇନ୍ସ, ମିନେରାଲ୍ସ, ଏନର୍ଜି ଆଣ୍ଡ୍ କେମିକାଲ ଇଞ୍ଜିନିୟରିଂ(WASM: MECE)ରେ ଉଚ୍ଚଶିକ୍ଷା ଲାଭ କରିବା ବିଷୟରେ ଜାଣି ମୁଖ୍ୟମନ୍ତ୍ରୀ ନିଜର ଖୁସିବ୍ୟକ୍ତ କରିଥିଲେ। ସେ ସମସ୍ତ ଛାତ୍ରଛାତ୍ରୀଙ୍କୁ ଏହି ନୂଆ ଯାତ୍ରାପାଇଁ ଶୁଭେଚ୍ଛା ଜଣାଇବା ସାଙ୍ଗକୁ କଠିନ ପରିଶ୍ରମ କରି ନିଜର କ୍ୟାରିଅର୍ ଲକ୍ଷ୍ୟ ହାସଲ କରିବାକୁ ପରାମର୍ଶ ଦେଇଥିଲେ।

ପ୍ରକାଶ ଯେ, ଅଷ୍ଟ୍ରେଲିଆ ବିଶ୍ୱବିଦ୍ୟାଳୟର ବିଭିନ୍ନ ଉଦ୍ୟୋଗମାନଙ୍କର ସହ ସମ୍ପର୍କ, ଉଚ୍ଚ-ପ୍ରଭାବ ଅନୁସନ୍ଧାନ ଏବଂ ନବୀନ ପାଠ୍ୟକ୍ରମର ବିସ୍ତୃତ ଶୃଙ୍ଖଳା ପାଇଁ ଏହା ସମଗ୍ର ବିଶ୍ୱରେ ପରିଚିତ। ଏହି ଶିକ୍ଷାନୁଷ୍ଠାନ ଲଗାତାର 7 ବର୍ଷ ଧରି ମିନେରାଲ୍ ଏବଂ ମାଇନିଂ ଇଞ୍ଜିନିୟରିଂ ଶିକ୍ଷାଦାନ କ୍ଷେତ୍ରରେ କ୍ୟୁଏସ୍ ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଂରେ ଦ୍ୱିତୀୟ ସ୍ଥାନ ଅଧିଗ୍ରହଣ କରିଆସୁଛି। ଏଠାରେ ଅଧ୍ୟୟନ କରିବା ପାଇଁ କେନ୍ଦୁଝର ଜିଲ୍ଲାରୁ ଯେଉଁ 5 ଛାତ୍ରଛାତ୍ରୀଙ୍କ ଚୟନ ହୋଇଛି ସେମାନେ ହେଲେ, ମିନର୍ଭା ସାହୁ, ଅଦ୍ୱିକ କୁମାର, ଆକିବ୍ ଅହମ୍ମଦ, ଗିତିଶ ଶେଖର ନାୟକ ଓ ସରୋଜ କୁମାର ବିଶ୍ୱକର୍ମା। ଏହି ସମସ୍ତ ଛାତ୍ରଛାତ୍ରୀ ପ୍ରଫେସନାଲ୍ ମାଇନିଂ ଇଞ୍ଜିନିୟରିଂରେ ସ୍ନାତକୋତ୍ତର ଡିଗ୍ରୀ ହାସଲ ପାଇଁ ଅଷ୍ଟ୍ରେଲିଆ ଯିବେ। ଏଥିପାଇଁ ୱେଷ୍ଟ୍ ଅଷ୍ଟ୍ରେଲିଆନ୍ ସ୍କୁଲ୍ ଅଫ୍ ମାଇନ୍ସ ସହ କେନ୍ଦୁଝର ଜିଲ୍ଲା ପ୍ରଶାସନର ବୁଝାମଣା ହୋଇଛି। ପର୍ଥ ଏବଂ ପଶ୍ଚିମ ଅଷ୍ଟ୍ରେଲିଆର ଐତିହାସିକ ଖଣି ସହର କଲଗୁର୍ଲିରେ ଏହାର କ୍ୟାମ୍ପସ୍ ରହିଛି। ଯେଉଁଠାରେ ଖଣିଭିତ୍ତିକ ଗବେଷଣାର ପର୍ଯ୍ୟାପ୍ତ ସୁଯୋଗ ରହିଛି। ବିଶ୍ୱର ବିଭିନ୍ନ ପ୍ରତିଷ୍ଠିତ ଉଦ୍ୟୋଗମାନଙ୍କରେ ଛାତ୍ରଛାତ୍ରୀମାନଙ୍କୁ ନିୟୋଜନ କରିବାରେ ଏହି ସ୍କୁଲର ଭଲ ଟ୍ରାକ୍ ରେକର୍ଡ଼ ମଧ୍ୟ ରହିଛି।

କେନ୍ଦୁଝର ଜିଲ୍ଲା ପ୍ରଶାସନ ଏବଂ ୱେଷ୍ଟ୍ ଅଷ୍ଟ୍ରେଲିଆନ୍ ସ୍କୁଲ୍ ଅଫ୍ ମାଇନ୍ସ ମଧ୍ୟରେ ହୋଇଥିବା ଏହି ବୁଝାମଣା ପଛରେ ଏକ ବଡ଼ ଏବଂ ମହତ ଉଦ୍ଦେଶ୍ୟ ରହିଛି। କେନ୍ଦୁଝର ଏକ ଜନଜାତି ବହୁଳ ଜିଲ୍ଲା ହେବା ସାଙ୍ଗକୁ ଏଠାରେ ଖଣିଜ ସମ୍ପଦର ଭଲ ଉପସ୍ଥିତି ମଧ୍ୟ ରହିଛି। ଏଣୁ ଜିଲ୍ଲାର ଶୈକ୍ଷିତ ବାତାବରଣକୁ ଉତ୍କୃଷ୍ଟତା ପ୍ରଦାନ କରିବା ଏବଂ ଏଠିକାର ଯୁବପିଢ଼ିଙ୍କୁ ସଶକ୍ତ କରିବା ପାଇଁ ଏହା ଜିଲ୍ଲା ପ୍ରଶାସନକୁ ଏକ ସୁଯୋଗ ପ୍ରଦାନ କରିଛି। ଏହି ବୁଝାମଣାର ଉଦ୍ଦେଶ୍ୟ କେବଳ କେନ୍ଦୁଝର ଜିଲ୍ଲାର ଛାତ୍ରଛାତ୍ରୀଙ୍କୁ ବିଶ୍ୱସ୍ତରୀୟ ଶିକ୍ଷା ସୁବିଧା ଯୋଗାଇଦେବା ନୁହେଁ, କେନ୍ଦୁଝର ଜିଲ୍ଲାର ସ୍ଥାନୀୟ ପ୍ରତିଭାମାନଙ୍କର ପରିପୋଷଣ ମଧ୍ୟ ଏହାର ଲକ୍ଷ୍ୟ। ମାଇନିଂ ଇଞ୍ଜିନିୟରିଂ କ୍ଷେତ୍ରରେ ସେମାନଙ୍କୁ ଅତ୍ୟାଧୁନିକ ଜ୍ଞାନକୌଶଳ ସମ୍ପନ୍ନ କରାଇ ସେମାନଙ୍କୁ ଭବିଷ୍ୟତରେ ନିଜ ଅଞ୍ଚଳର ବିକାଶରେ ନିୟୋଜନ କରାଇବା ଏବଂ ନେତୃତ୍ୱ ନେବାର ସୁଯୋଗ ଦେବା ହେଉଛି ଜିଲ୍ଲା ପ୍ରଶାସନର ମୂଳ ଉଦ୍ଦେଶ୍ୟ। ଯାହାକି ଶୈକ୍ଷିକ ସଫଳତା ଏବଂ ଦାୟିତ୍ୱପୂର୍ଣ୍ଣ ମାନବ ସମ୍ବଳ ପରିଚାଳନାର ଏକ ଉଜ୍ଜଳ ଉଦାହରଣ ରୂପେ ସାବ୍ୟସ୍ତ ହେବ।
ମୁଖ୍ୟମନ୍ତ୍ରୀଙ୍କ ସହ ଏହି ସାକ୍ଷାତ ସମୟରେ 5T ସଚିବ ଭିକେ ପାଣ୍ଡିଆନ୍ ଓ କେନ୍ଦୁଝର ଜିଲ୍ଲାପାଳ ଆଶିଷ ଠାକରେ ଉପସ୍ଥିତ ଥିଲେ।

ଗୁରବେ ନମଃ…

() କଥାରେ ଅଛି ଗୁରୁର୍ ବ୍ରହ୍ମା ଗୁରୁର୍ ବିଷ୍ଣୁ ଗୁରୁଃ ଦେବୋ ମହେଶ୍ୱରଃ ।ଗୁରୁର୍ ସାକ୍ଷାତ୍ ପରବ୍ରହ୍ମ ତସ୍ମୈଃ ଶ୍ରୀ ଗୁରବେ ନମଃ ।। ଗୁରୁ ହେଉଛନ୍ତି ସର୍ବ ଶକ୍ତିମାନ୍। ଗୁରୁ ହିଁ ସମାଜକୁ ଦିଗ୍‌ଦର୍ଶନ ଦେଇଥାନ୍ତି। ସେଥିପାଇଁ ପ୍ରତିବର୍ଷ ସେପ୍ଟେମ୍ବର ୫କୁ ସାରାଦେଶର ଛାତ୍ର ଛାତ୍ରୀ ଗୁରୁ ଦିବସ ଭାବେ ପାଳନ କରନ୍ତି। ଗୁରୁ ହିଁ ଜଣେ ବ୍ୟକ୍ତିକୁ ଜୀବନର ସଫଳତାର ଶିଖରକୁ ନେଇ ଯାଆନ୍ତି। ଗୁରୁଙ୍କ ଆଶୀର୍ବାଦରେ ଆମେ ଅଜ୍ଞତାର ଅନ୍ଧକାରରୁ ଜ୍ଞାନର ଆଲୋକକୁ ଯାଇଥାଉ। ସେଥିପାଇଁ ପ୍ରତିବର୍ଷ ଗୁରୁ ଦିବସରେ ଛାତ୍ରଛାତ୍ରୀ ମାନେ ସେମାନଙ୍କ ଶିକ୍ଷକ ମାନଙ୍କ ପ୍ରତି ଥିବା ସମ୍ମାନ ଓ କୃତଜ୍ଞତା ଜ୍ଞାପନ କରିଥାନ୍ତି । ୧୮୮୮ ମସିହା ର ଆଜିର ଦିନରେ ଭାରତର ପୂର୍ବତନ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ ଜନ୍ମ ଗ୍ରହଣ କରିଥିଲେ। ସେ ଥିଲେ ଶିକ୍ଷକ ବତ୍ସଳ। ସେ ସମାଜ ଗଠନକାରୀ ଶିକ୍ଷକ ମାନଙ୍କୁ ହୃଦୟରୁ ଭଲ ପାଉଥିବା ସହ ସର୍ବଦା ଶିକ୍ଷକଙ୍କ ସମ୍ମାନ ପାଇଁ ସଦା ସର୍ବଦା ଚେଷ୍ଟିତ ଥିଲେ । ସେଥିପାଇଁ ତାଙ୍କ ଜନ୍ମଦିନକୁ ଗୁରୁ ଦିବସ ଭାବରେ ପାଳନ କରାଯାଏ। ଯୁଗ ଥିଲା ଗୁରୁଙ୍କୁ ସମାଜରେ ଉଚ୍ଚ ଆସନ ଦିଆଯାଉଥିଲା। କିନ୍ତୁ ଆଜିର ଯୁଗରେ ଗୁରୁ ନିଜ ହକ୍ ପାଇଁ ରାଜ ରାସ୍ତାକୁ ଓଲ୍ହାଉଛନ୍ତି। ଯାହା ଆଗାମୀ ପିଢୀ ପାଇଁ କ୍ଷତି କାରକ।

ମନ ଛୁଇଲାଣି ପାର୍ବଣର ପହିଲି ମହକ …

() ହଠାତ୍ ମିଟୁ ମନରେ ଖେଳିଗଲା ଖୁସି l କିଛି ସମୟ ପାଇଁ ଭବନା ରାଇଜକୁ ଚାଲିଗଲା l ପୁରୁଣା ସ୍ମୃତି ଗୁଡ଼ିକ ଯେମିତି ତାଜା ହୋଇ ଖେଳିଯାଉଥିଲା ତା ମନ ଭିତରେ l ଶରତର ଆଗମନ, ଫେରିଯାଇଥିବା ମୌସୁମୀ, ପ୍ରକୃତି ଧୀରେ ଧୀରେ ସଜେଇ ହେବା, ରାସ୍ତା କଢ଼ରେ କାଶତଣ୍ଡି ଫୁଲ ଫୁଟିବା ଓ ଶୀଘ୍ର ସଂଧ୍ୟା ହେବାର ପ୍ରାରମ୍ଭିକ ସୂଚନା ଏମିତି କେତେ କଣ ପରିବର୍ତ୍ତନ ପାର୍ବଣ ନେଇକି ଆସେ l ଏ ତ ଥିଲା ପ୍ରକୃତିର ଚିତ୍ର l ଆମ ସାମାଜିକ ଚଳଣିରେ ମଧ୍ୟ ଅନେକ କିଛି ଏମିତି ଦେଖିବାକୁ ମିଳେ l ରାସ୍ତା ଘାଟରେ ରଂଗ ବେରଙ୍ଗର ଆଲୋକ, ବିଭିନ୍ନ କମ୍ପାନୀର ବିଜ୍ଞାପନ, ସ୍ଥାନେ ସ୍ଥାନେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମର ଝଲକ ସହ ମାର୍କେଟକୁ ଆସିଯାଏ ନୂଆ ନୂଆ ଗୀତ, ଲେଖା ଓ କବିତା l ସବୁଥିରେ ଥାଏ ପାର୍ବଣର ଛିଟା l ଆଉ ତା ଭିତରେ ମଣିଷ ମନକୁ ବି ଆପେ ଆପେ ଛୁଇଁଯାଏ ପାର୍ବଣ l ପାର୍ବଣର ଆରମ୍ଭ ପୂର୍ବରୁ ସେ ଅନୁଭବ କରେ ପାର୍ବଣକୁ l କେତେବେଳେ ପ୍ରେମିକ ହୋଇ ତ ପୁଣି କେତେବେଳେ ସାଜେ ପ୍ରକୃତିର ଉପାସକ l ପାର୍ବଣକୁ ନେଇ କିଏ କଣ ଭାବିପାରେ ତ କିଏ କେତେକଣ ଲେଖି ଦିଏ ମନର ଭାବକୁ l ହେଲେ ପାର୍ବଣ ଯେମିତି ନୂଆ ରୂପ, ନୂଆ ଆଶା,ନୂଆ ଶକ୍ତି, ନୂଆ ପଣ ନେଇ ସବୁ ବର୍ଷ ଆସେ ମିଟୁର ମନରେ ମଧ୍ୟ ପାର୍ବଣ ଏଥର ସେପରି କିଛି ଭାଵନା ସୃଷ୍ଟି ହୋଇଛି l ସେ ବି କିଛି ନୂଆ କରିବ ଓ ନୂଆ ଜୀବନ ଶୈଳୀ ବିତାଇବ ଓ
ଭୁଲି ଯିବ ପୁରୁଣା ଦିନକୁ l ତା ମନରେ ଉଙ୍କି ମାରୁଛି ଅନେକ ନୂଆ ସମ୍ଭାବନା ଓ ଆଶଙ୍କା l ସବୁ କିଛି ତା ଦ୍ଵାରା ସମ୍ଭବ ସେ ବି ସମାଜର ଜଣେ ପ୍ରତିଷ୍ଠିତ ବ୍ୟକ୍ତିରେ ଗଣା ହେବ,ସେ ବି ଅନ୍ୟର ସୁଖ ଦୁଃଖର ସାଥିହେବ, ସେ ବି ଅନେକ ପାଇଁ ପ୍ରେରଣା ସାଜିବ ଓ ପ୍ରତି କ୍ଷେତ୍ରରେ ଆଗକୁ ବଢିବାକୁ ଚାହୁଛି l ଏସବୁ ନୂଆ ଆଶା ଓ ଶକ୍ତି ଏଥର ପାର୍ବଣକୁ ନେଇ ଆସିଛି l ଦୁଃଖ, ସୁଖ ନୁହେଁ ସମୟ ସହ ତାଳ ଦେଇ କିଛି ନୂଆ କରିବାର ଆତ୍ମ ବିଶ୍ଵାସ ଆସିଛି ତା ଭିତରେ l ସେଥିପାଇଁ ତ ପାର୍ବଣର ପହିଲି ମହକରେ ମିଟୁର ଆନନ୍ଦ ନ କହିଲେ ଭଲ l ଏମିତି ଭାଵନା ଭିତରେ ମିଟୁର ଫୋନ ରିଙ୍ଗ ହେଲା, ଆର ପଟୁ କିଏ ଜଣେ ଫୋନରେ କହୁଥାଏ ଏଥର ପାର୍ବଣ ତ ତମର …….

ସେପ୍ଟେମ୍ବର ୨୫ ରୁ ପିସିସିର “ଘରେ ଘରେ କଂଗ୍ରେସ ଅଭିଯାନ…

()  ଆଜି ପ୍ରଦେଶ କଂଗ୍ରେସ କମିଟି ତରଫରୁ କଂଗ୍ରେସ ଭବନ, ଭୁବନେଶ୍ୱର ଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀରେ ଉଦ୍‌ବୋଧନ ଦେଇ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଶରତ ପଟ୍ଟନାୟକ ସୂଚନା ଦେଇ କହିଛନ୍ତି ଯେ, ସମଗ୍ର ରାଜ୍ୟରେ ଚଳିତ ମାସ ୨୫ ତାରିଖରୁ “ଘରେ ଘରେ କଂଗ୍ରେସ ଅଭିଯାନ” ଆରମ୍ଭ କରାଯିବ । ଓଡ଼ିଶା ପ୍ରଭାରୀ, ସାଂସଦ ଡଃ ଏ ଚେଲ୍ଲା କୁମାର ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ । ସେପ୍ଟେମ୍ବର ୨୫ ରୁ ଅକ୍ଟୋବର ୧୫ ପର୍ଯ୍ୟନ୍ତ ଦୀର୍ଘ ୨୧ ଦିନ ବ୍ୟାପି ଏହି କାର୍ଯ୍ୟକ୍ରମ ପ୍ରତ୍ୟେକ ବ୍ଲକ ତଥା ପ୍ରତ୍ୟେକ ପଂଚାୟତରେ କରାଯିବ ବୋଲି ଶ୍ରୀ ପଟ୍ଟନାୟକ ଜଣାଇଛନ୍ତି ।

ଘରେ ଘରେ କଂଗ୍ରେସ ଅଭିଯାନ କୁ ସମସ୍ତ ଦଳୀୟ ସାଂସଦ / ବିଧାୟକ/ ପୂର୍ବତନ ସାଂସଦ ଓ ପୂର୍ବତନ ମନ୍ତ୍ରୀ/ପୂର୍ବତନ ବିଧାୟକ/ଏଆଇସିସି ଓ ପିସିସି କର୍ମକର୍ତା / ଜିଲ୍ଲା କଂଗ୍ରେସ ସଭାପତି / ଜିଲ୍ଲା ଓ ବ୍ଲକ କଂଗ୍ରେସ କର୍ମକର୍ତା /ଯୁବଛାତ୍ର, ମହିଳା, ସେବାଦଳ ସମେତ ବିଭିନ୍ନ ପ୍ରକୋଷ୍ଠ ଓ ବିଭାଗର ମୁଖ୍ୟ ପଦାଧିକାରୀ, ସମସ୍ତ କଂଗ୍ରେସର ନିର୍ବାଚିତ ପଂଚାୟତ, ପୌର ଓ ସମବାୟ ପ୍ରତିନିଧି ମାନେ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇ କଂଗ୍ରେସ ବାର୍ତା ଘରେ ଘରେ ପଂହଚାଇବ ।

କେନ୍ଦ୍ର ମୋଦୀ ନେତୃତ୍ୱାଧିନ ଏନଡିଏ ସରକାର ଦୀର୍ଘ ୯ବର୍ଷ ଶାସନ କାଳରେ ଦେଶବାସୀଙ୍କୁ ଦେଇଥିବା ପ୍ରତିଶ୍ରୁତି ଯଥା: ପ୍ରତ୍ୟେକ ପରିବାର ବ୍ୟାଙ୍କ ଆକାଉଣ୍ଟକୁ ୧୫ ଲକ୍ଷ ଟଙ୍କା, ବର୍ଷକୁ ୨କୋଟି ନିଯୁକ୍ତି, ଚାଷୀଙ୍କୁ ଉତ୍ପାଦିତ ଦ୍ରବ୍ୟର ଦେଢ଼ ଗୁଣ ମୂଲ୍ୟ ପ୍ରଦାନ ସହ ଚାଷୀଙ୍କ ଆୟ ଦୁଇଗୁଣ ବୃଦ୍ଧି କରିବା, ଅତ୍ୟାବଶକୀୟ ସାମଗ୍ରୀର ଦର ନିୟନ୍ତ୍ରଣ କରିବା ଆଦି କ୍ଷେତ୍ରରେ ସମ୍ପୂର୍ଣ୍ଣ ବିଫଳତାକୁ ପ୍ରସଙ୍ଗ କରାଯିବ । ଏତଦ୍ ବ୍ୟତୀତ ଗଣତନ୍ତ୍ର ତଥା ସମ୍ବିଧାନ ଉପରେ ହେଉଥିବା ନିରବଚ୍ଛିନ୍ନ ଆକ୍ରମଣ ଉପରେ ଆଲୋକପାତ କରାଯିବ ।

ଅନୁରୂପ ଭାବରେ ନବୀନ ପଟ୍ଟନାୟକ ନେତୃତ୍ୱାଧିନ ରାଜ୍ୟ ବିଜେଡ଼ି ସରକାରର ବହୁବିଧ ବିଫଳତା ଓ ଭ୍ରଷ୍ଟାଚାର ସମ୍ପର୍କରେ ରାଜ୍ୟବାସୀଙ୍କୁ ଘରେ ଘରେ କଂଗ୍ରେସ ଅବଗତ କରିବ । ରାଜ୍ୟରେ ନାରୀ ନିର୍ଯ୍ୟାତନା ବୁଦ୍ଧି,ବେକାରୀ ସମସ୍ୟା ବୃଦ୍ଧି,ସରକାରୀ ପଦବୀ ୨,୨୬୦୦୦ ପଦବୀ ପୂରଣ ନହୋଇ ପଡ଼ିରହିଛି । ପ୍ରତ୍ୟେକ ବ୍ଲକରେ ୩୫ ପ୍ରତିଶତ ଜଳସେଚନ ରେ ସାମର୍ଥ୍ୟ ନହେବା, ଚିଟଫଣ୍ଡ ଜମାକାରୀଙ୍କ ଟଙ୍କା ଫେରସ୍ତ ନମିଳିବା, ଟାଟା ପୱାରକୁ ବିଜୁଳି ଯୋଗାଣ ବ୍ୟବସ୍ଥା ଟେକିଦେଇ ଉପଭୋକ୍ତାଙ୍କୁ ଶୋଷଣ କରିବା, ଚାଷୀଙ୍କୁ ଧାନର ଅଭାବୀ ଦର ନିୟନ୍ତ୍ରଣରରେ ବିଫଳହେବା, ଅନୁସୂଚିତ ଜାତି, ଜନଜାତିଙ୍କ ପ୍ରତି ହିଂସା ଓ ନିର୍ଯ୍ୟାତନା ବୃଦ୍ଧି ରୋକିବାରେ ବିଫଳହେବା, ଠିକା ନିଯୁକ୍ତି ବ୍ୟବସ୍ଥା ଉଚ୍ଛେଦ ହେବାର ଘୋଷଣା କରି ପୁନର୍ବାର ଠିକାନିଯୁକ୍ତି ଲାଗୁ କରିବା ଆଦି ରାଜ୍ୟବାସୀଙ୍କୁ ବ୍ୟଥିତ କରୁଥିବା ସମସ୍ୟା ଗୁଡ଼ିକ ସମ୍ପର୍କରେ ଅବଗତ କରାଯିବ ବୋଲି ବିସ୍ତୃତ ଭାବେ ଶ୍ରୀ ପଟ୍ଟନାୟକ କହିଥିଲେ । ମିଡ଼ିଆ ଅଧ୍ୟକ୍ଷ ଗଣେଶ୍ୱର ବେହେରା ଏହି କାର୍ଯ୍ୟକ୍ରମକୁ କଂଗ୍ରେସର ଆଗାମୀ ନିର୍ବାଚନୀ ରଣନୀତି ଭାବରେ ବର୍ଣ୍ଣନା କରିବା ସହ କଂଗ୍ରେସ ତରଫରୁ ଏଥିପ୍ରତି ରାଜ୍ୟବାସୀଙ୍କ ସହଯୋଗ କାମନା କରିଥିଲେ ।

ଏହି ସାମ୍ବାଦିକ ସମ୍ମିଳନୀରେ ପ୍ରଭାରୀ ଡା.ଏ ଚେଲ୍ଲା କୁମାର, ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ, ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ବିଶ୍ୱଜିତ ଦାଶ, କଟକ ଜିଲ୍ଲା କଂଗ୍ରେସ ସଭାପତି ମାନସ ଚୌଧୁରୀ, ପିସିସି ସାଧାରଣ ସଂପାଦକ ରଶ୍ମି ମହାପାତ୍ର ଓ ପ୍ରବୋଧ ତିର୍କି ପ୍ରମୁଖ ଉପସ୍ଥିତ ଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତି…

() ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତି,

ଜଟଣୀ ଖାସମାହଲ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବାପାଇଁ ନୀତିଗତ ନିଷ୍ପତ୍ତି।

5T ସଚିବଙ୍କ ଜିଲ୍ଲା ଗସ୍ତ ପରବର୍ତ୍ତୀ ଉଚ୍ଚସ୍ତରୀୟ ସମୀକ୍ଷା ଆରମ୍ଭ। 

ଡିସେମ୍ବରରୁ ପଟ୍ଟା ବଣ୍ଟନ , ଭୁବନେଶ୍ୱର ପତିତ ଜମିର ସତ୍ତ୍ୱ ରାଜସ୍ୱ ବିଭାଗ Task Forceର SOP ଭିତ୍ତିରେ ନିର୍ଦ୍ଧାରିତ ହେବ।

{} ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଐତିହାସକ ନିଷ୍ପତ୍ତି ନେଇ ଜଟଣୀ ଖାସମାହଲ ଜମି ସମସ୍ୟାର ସମାଧାନ କରି ଲୋକଙ୍କୁ ପଟ୍ଟା ଦେବାପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ 5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ତାଙ୍କର ଜିଲ୍ଲାଗସ୍ତ ସମୟରେ ଜମିଜମା ସଂପର୍କିତ ଅନେକ ଅଭିଯୋଗ ଲୋକଙ୍କ ଠାରୁ ପାଇଥିଲେ। ଜଟଣୀ ତହସିଲରେ ଖାସମାହଲ ସମସ୍ୟା, ଦୀର୍ଘ ବର୍ଷର ସମସ୍ୟା । ଏ ସମସ୍ୟା ସଂପର୍କରେ ଜନସାଧାରଣ 5T ସଚିବଙ୍କୁ ଜଣାଇଥିଲେ । ଏ ବିଷୟରେ 5T ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଆଜି ଏ ସଂପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ କରାଯାଇ ନିଷ୍ପତ୍ତି ନିଆଯାଇଛି । ବୈଠକରେ 5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନଙ୍କ ସହିତ, ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦିପ କୁମାର ଜେନା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ରାଜସ୍ୱ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ଖୋର୍ଦ୍ଧା ଜିଲ୍ଲାପାଳ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ବୈଠକରେ ତିନି ମାସ ମଧ୍ୟରେ ଜମିଜମା ସମସ୍ୟାର ସ୍ଥାୟୀ ସମାଧାନ କରାଯାଇ ଆଗାମୀ ଡିସେମ୍ବରରେ ଲୋକଙ୍କୁ ପଟ୍ଟା ବଣ୍ଟନ କରିବାକୁ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏହା ଦ୍ୱାରା ୫୩୭ ପରିବାର ଉପକାର ପାଇବେ। ସେହିପରି ଭୁବନେଶ୍ୱର ତହସିଲରେ ପତିତ ଜମିର ସତ୍ତ୍ୱ ନେଇ ଦୀର୍ଘ ୬୦ ବର୍ଷ ଧରି ସମସ୍ୟା ଲାଗି ରହିଛି । ଏ ସମ୍ପର୍କରେ ବିଭିନ୍ନ ରାଜସ୍ୱ ଅଦାଲତରେ ୧୦୫୪୩ଟି ମାମଲା ଚାଲିଛି। ଏହି ପତିତ ଜମି ସମ୍ପର୍କରେ ଗଠିତ ରାଜସ୍ୱ ବିଭାଗର Task Force ଦ୍ୱାରା ନିର୍ଦ୍ଧାରିତ SOP ଭିତ୍ତିରେ ଏ ସମସ୍ୟାର ସମାଧାନ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି।

ସୂଚନାଯୋଗ୍ୟ ଯେ 5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନଙ୍କ ଜିଲା ଗସ୍ତ ସମୟରେ ମିଳିଥିବା ଲୋକଙ୍କ ବିଭିନ୍ନ ଅଭିଯୋଗର ସମାଧାନ ନିମନ୍ତେ ସମୟ ବଦ୍ଧ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ବିଭିନ୍ନ ବିଭାଗ ତଥା ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଚଳିତ ସେପ୍ଟେମ୍ବର ମଧ୍ୟ ଭାଗରେ ମୁଖମନ୍ତ୍ରୀ ଏହାର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବେ।

ପରଲୋକରେ ସୂର୍ଯ୍ୟ ନାରାୟଣ ପାତ୍ର: ନବୀନ ଓ ପ୍ରଣବଙ୍କ ଶୋକ…  

() ଗଞ୍ଜାମ ଟାଇଗର ୭ଥର ବିଧାୟକ, ୧୨ଟି ବିଭାଗର ମନ୍ତ୍ରୀ,ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ତଥା ବର୍ତ୍ତମାନର ଦିଗପହଣ୍ଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଶନିବାର ସଂଧ୍ୟା ୭ଟା ୩୧ରେ ଶେଷ ନିଶ୍ବାସ ତ୍ୟାଗ କରୁଛନ୍ତି l ତାଙ୍କ ପରଲୋକରେ ଓଡ଼ିଶା ରାଜନୀତିରେ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି l ବିଜେଡି ପାଇଁ ସବୁଠାରୁ ବଡ କ୍ଷତି l ତାଙ୍କ ବିୟୋଗରେ ଗଞ୍ଜାମ ଓ ପୁରା ଓଡ଼ିଶାରେ ଶୋକର ଛାୟା ଖେଳିଯାଇଛି l ଅନେକ ଦିନରୁ ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ ସୂର୍ଯ୍ୟ । ତାଙ୍କ ଦେହାନ୍ତ ଖବର ପଚାରିତ ହେବା ପରେ ବହୁ ବିଶିଷ୍ଟ ବ୍ୟକ୍ତି ବିଶେଷ ମାନେ ତାଙ୍କର ଶେଷ ଦର୍ଶନ କରି ପୁରୁଣା ସ୍ମୃତିକୁ ମନେ ପକାଉଛନ୍ତି l ଓଡ଼ିଶାର ବିକାଶ ଓ ରାଜନୀତିରେ ତାଙ୍କର ଅବଦାନ ଚିର ସ୍ମରଣୀୟ ହୋଇ ରହିବ ବୋଲି ନେତାଏ କହୁଛନ୍ତି l ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବର୍ଗତ ପାତ୍ରଙ୍କ ବାସଭବନକୁ ଯାଇ ଶେଷ ଦର୍ଶନ କରିଛନ୍ତି l ଜଣେ ଦକ୍ଷ ପ୍ରଶାସକ ଓ ସଂଗଠକ ଭାବେ ମୁଖ୍ୟମନ୍ତ୍ରୀ ସୂର୍ଯ୍ୟ ପାତ୍ରଙ୍କୁ ବର୍ଣ୍ଣନା କରିଛନ୍ତି l ଓଡ଼ିଶାର ବିକାଶ ଓ ବାଚସ୍ପତି ଭାବେ ତାଙ୍କର ଅବଦାନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମନେ ପକାଇଛନ୍ତି l ଦଳକୁ ସେ ନୂଆ ଦିଗ ଦେଖାଇଥିଲେ ବୋଲି ନବୀନ କହିଛନ୍ତି l ସେହିପରି ବିଜେଡି ସାଂଗଠନିକ ସଂପାଦକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ମଧ୍ୟ ବିଜେଡିର ବରିଷ୍ଠ ଉପ ସଭାପତି ତଥା ଗଞ୍ଜାମ ଜିଲ୍ଲାର ଟାଣୁଆ ନେତା ସୂର୍ଯ୍ୟ ନାରାୟଣ ପାତ୍ର ଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ କରିଛନ୍ତି l ପ୍ରଣବ ନୟାପଲ୍ଲୀ ସ୍ଥିତ ସ୍ବର୍ଗତ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବାସ ଭବନରେ ତାଂକୁ ଶେଷ ଦର୍ଶନ କରିଛନ୍ତି l ପ୍ରଣବ କହିଛନ୍ି ଯେ ଆମ ଦଳର ଉତ୍ସର୍ଗୀକୃତ ନେତା, ଗଞ୍ଜାମର ଟାଣୁଆ ସଙ୍ଗଠକ, ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୂର୍ଯ୍ୟନାରାୟଣ ପାତ୍ରଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ। ତୃଣମୂଳସ୍ତରରୁ ଆସି ଓଡ଼ିଶାର ବାଚସ୍ପତି ହେବା ପର୍ଯ୍ୟନ୍ତ ତାଙ୍କ ଯାତ୍ରା ପ୍ରେରଣାର ଉତ୍ସ ହୋଇ ରହିବ l ତାଙ୍କ ବିୟୋଗ ଓଡ଼ିଶା ରାଜନୀତିରେ ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ଆତ୍ମୀୟଙ୍କୁ ସମବେଦନା ଜଣାଉଛି। ଅନ୍ୟମାନଙ୍କୁ ମଧ୍ୟରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜୟ ମହାପାତ୍ର, ସୁର ରାଉତରାୟ, ପ୍ରସନ୍ନ ପାଟଶାଣୀ, ଦେବୀ ପ୍ରସାଦ ମିଶ୍ର, ବିଜେପି ସଭାପତି ମନମୋହନ ସାମଲଙ୍କ ସହ ବହୁ ବିଶିଷ୍ଟ ବ୍ୟକ୍ତିମାନେ ପାତ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି l

ହୀରାକୁଦ ବନ୍ଧ ବିସ୍ଥାପିତ ମାନଙ୍କୁ ସରକାର ଦେବେ ଜମିପଟ୍ଟା…

{} ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତି,

ବିଭିନ୍ନ ସ୍ଥାନରେ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବାପାଇଁ ନୀତିଗତ ନିଷ୍ପତ୍ତି,

5T ସଚିବ ଙ୍କ ଜିଲ୍ଲା ଗସ୍ତ ପରବର୍ତ୍ତୀ ଉଚ୍ଚସ୍ତରୀୟ ସମୀକ୍ଷା ଆରମ୍ଭ ।

ହୀରାକୁଦ ବନ୍ଧ ବିସ୍ଥାପିତ ମାନଙ୍କୁ ସରକାର ଦେବେ ଜମିପଟ୍ଟା,

ଗଞ୍ଜାମ ସୋରଡା ବ୍ଲକ୍‌ର ୧୭ଟି ଗାଁର ଜମି ସମସ୍ୟାର ସମାଧାନ, ମିଳିବ ପଟ୍ଟା।

ସୋରଡାରେ ଅକ୍ଟୋବର ପହିଲାରୁ ପଟ୍ଟା ବଣ୍ଟନ, ବର୍ଷ ବର୍ଷର ସମସ୍ୟା ୫ ଦିନରେ ସମାଧାନ।

ଝାରସୁଗୁଡାରେ ଡିସେମ୍ବର ପହିଲାରୁ ପଟ୍ଟା ବଣ୍ଟନ,

ସେପ୍ଟେମ୍ବର ମଧ୍ଯ ଭାଗରେ ବିଭିନ୍ନ ଅଭିଯୋଗ ସମାଧାନର ଅଗ୍ରଗତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ।

() ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଐତିହାସକ ନିଷ୍ପତ୍ତି ନେଇ ବିଭିନ୍ନ ସ୍ଥାନରେ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବାପାଇଁ ନୀତିଗତ ନିଷ୍ପତ୍ତି ନେଇଛନ୍ତି । ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ତାଙ୍କର ଜିଲ୍ଲାଗସ୍ତ ସମୟରେ ଜମିଜମା ସଂପର୍କିତ ଅନେକ ଅଭିଯୋଗ ଲୋକଙ୍କ ଠାରୁ ପାଇଥିଲେ। ହୀରାକୁଦ ବନ୍ଧ ବିସ୍ଥାପିତ ମାନଙ୍କର ଦୀର୍ଘ ବର୍ଷର ସମସ୍ୟା, ଅନ୍ୟ ସ୍ଥାନରେ ସରକାରୀ ଜମିରେ ବହୁ ଦିନ ଧରି ରହୁଥିବା ଲୋକଙ୍କର ଜମି ଅଧିକାର ସମସ୍ୟା, ରୟତ ସମସ୍ୟା – ଏହିପରି ଅନେକ ସମସ୍ୟା ସଂପର୍କରେ the ୫-ଟି ସଚିବଙ୍କୁ ଜଣାଇଥିଲେ । ଏ ବିଷୟରେ 5T ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଆଜି ଏ ସଂପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ କରାଯାଇ ନିଷ୍ପତ୍ତି ନିଆଯାଇଛି । ବୈଠକରେ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନଙ୍କ ସହିତ ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ରାଜସ୍ବ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ଗଞ୍ଜାମ ଓ ଝାରସୁଗୁଡା ଜିଲ୍ଲାର ଜିଲ୍ଲାପାଳ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ବୈଠକରେ ଜମିଜମା ସମସ୍ୟାର ସ୍ଥାୟୀ ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଯୋଗାଇ ଦେବାକୁ ନିଷ୍ପତ୍ତି କରାଯାଇଛି ।

ଝାରସୁଗୁଡା ଜିଲ୍ଲାରେ ହୀରାକୁଦ ବନ୍ଧ ବିସ୍ଥାପିତ ମାନଙ୍କର ସମସ୍ୟା ୫୦ ବର୍ଷରୁ ଅଧିକ ସମୟର। ଲଖନପୁର ତହସିଲର ୧୮ଟି ଗାଁ ଓ ଝାରସୁଗୁଡା ତହସିଲର ଗୋଟିଏ ଗାଁ, ଏହିପରି ୧୯ଟି ଗାଁର ଜମି ସମସ୍ୟାର ସମାଧାନ ପାଇଁ ବୈଠକରେ ନିଷ୍ପତ୍ତି କରାଯାଇଛି । ୧୭୪୯ଟି ପରିବାରକୁ ପ୍ରାୟ ୩୨୩୧ ଏକର ଜମି ଉପରେ ଅଧିକାର ଦିଆଯିବ। ଡିସେମ୍ବର ମାସରୁ ଲିମେଇତିକ୍ରା, ସାହାସବାଗ,Chit ଲାଛିପଲ୍ଲୀ, ପାତ୍ରପଲ୍ଲୀ ଓ ଡୁଆଁମୁଣ୍ଡା – ଏହି ୫ଟି ଗାଁରେ ପଟ୍ଟା ବଣ୍ଟନ ଆରମ୍ଭ ହେବ ।

ଗଞ୍ଜାମ ଜିଲ୍ଲାକୁ ଗତ ଅଗଷ୍ଟ ୨୬ ତାରିଖରେ ୫-ଟି ସଚିବ ଗସ୍ତ କରିଥିଲେ। ସେଠାରେ ଲୋକଙ୍କ ସମସ୍ୟା ଶୁଣିବା ପରେ ମାତ୍ର ୫ ଦିନରେ ଜମି ସମସ୍ୟା ର ସମସ୍ୟା ସମାଧାନ ହୋଇଛି। ବୈଠକର ନିଷ୍ପତ୍ତି ଅନୁଯାୟୀ ଗଞ୍ଜାମ ଜିଲ୍ଲାର ସୋରଡା ବ୍ଲକ୍‌ର ୧୭ଟି ଗ୍ରାମର ୮୮୩ ଜଣ ଲୋକଙ୍କୁ ଘରଡିହ ପଟ୍ଟା ଦିଆଯିବ ଏବଂ ୨୦୨୩ ସେପ୍ଟେମ୍ବର ୨୨ ସୁଦ୍ଧା ସମସ୍ତ ପଟ୍ଟାବଣ୍ଟନ ପ୍ରକ୍ରିୟା ଶେଷ ହେବ । ସେହିପରି ୧୬୮ ଜଣ ଲୋକଙ୍କୁ ଚାଷଜମି ପାଇଁ ପଟ୍ଟା ଦିଆଯିବ ଏବଂ ଏହି ପ୍ରକ୍ରିୟା ଅକ୍ଟୋବର ପହିଲାରୁ ଆରମ୍ଭ ହେବ। 5T ସଚିବ ଶ୍ରୀ ଭି କେ ପାଣ୍ଡିଆନ୍ ଙ୍କ ଜିଲା ଗସ୍ତ ସମୟରେ ମିଳିଥିବା ଲୋକଙ୍କ ବିଭିନ୍ନ ଅଭିଯୋଗ ର ସମାଧାନ ନିମନ୍ତେ ସମୟ ବଦ୍ଧ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ବିଭିନ୍ନ ବିଭାଗ ତଥା ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଚଳିତ ସେପ୍ଟେମ୍ବର ମଧ୍ଯ ଭାଗରେ ମୁଖମନ୍ତ୍ରୀ ଏହାର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବେ ।

ୟୁରୋପର ସର୍ବୋଚ୍ଚ ଶିଖର ଆରୋହଣ କରିଥିବା ସମ୍ ହସ୍ପିଟାଲ୍‌ର ଇନ୍‌ଟର୍ଣ୍ଣଙ୍କୁ ସମ୍ବର୍ଦ୍ଧନା…

{} ୟୁରୋପର ସର୍ବୋଚ୍ଚ ଶିଖର ଆରୋହଣ କରିଥିବା ସମ୍ ହସ୍ପିଟାଲ୍‌ର ଇନ୍‌ଟର୍ଣ୍ଣଙ୍କୁ ସମ୍ବର୍ଦ୍ଧନା,

ସମ୍ବର୍ଦ୍ଧିତ କଲେ ସୋଆ ପ୍ରତିଷ୍ଠାତା ସଭାପତି ।

() ୟୁରୋପର ସର୍ବୋଚ୍ଚ ଶିଖର ମାଉଂଟ ଏଲ୍‌ବ୍ରସ୍‌କୁ ସଫଳତାର ସହ ଆରୋହଣ କରିଥିବା ଡଃ ଆଦିତ୍ୟ ଖାଡଙ୍ଗାଙ୍କୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ଶୁକ୍ରବାର ସମ୍ବର୍ଦ୍ଧିତ କରାଯାଇଛି । ସୋଆର ଫ୍ୟାକଲ୍ଟି ଅଫ୍ ମେଡିସିନ୍ ଇନ୍‌ଷ୍ଟିଚ୍ୟୁଟ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ଇନ୍‌ଟର୍ଣ୍ଣ ଭାବେ ଡଃ ଖାଡଙ୍ଗା କାର୍ଯ୍ୟ କରୁଛନ୍ତି । ଗତ ଅଗଷ୍ଟ ୧୬ ତାରିଖ ଦିନ ପ୍ରତିକୂଳ ପାଗର ସାମ୍ନା କରି ୧୮,୫୧୦ ଫୁଟ ଉଚ୍ଚତାର ଏହି ଶୃଙ୍ଗକୁ ଡଃ ଖାଡଙ୍ଗା ଆରୋହଣ କରିଥିଲେ । ଦକ୍ଷିଣ ପଶ୍ଚିମ ଋଷର କାବାର୍ଡିନୋ-ବାଲ୍‌କାରିଆ ଅଂଚଳରେ ଅବସ୍ଥିତ ମାଉଂଟ ଏଲ୍‌ବ୍ରସ୍‌ରେ ଦୁଇଟି ସୁପ୍ତ ଆଗ୍ନେୟଗିରି ରହିଛି ।

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରୁ ସ୍ନାତକ ଡିଗ୍ରୀ ହାସଲ କରିଥିବା ଡଃ ଖାଡଙ୍ଗା ପୂର୍ବରୁ ଆଫ୍ରିକାର ୧୯,୩୪୧ ଫୁଟ ଉଚ୍ଚତା ବିଶିଷ୍ଟ ସର୍ବୋଚ୍ଚ ପର୍ବତ ମାଉଂଟ କିଲିମାଞ୍ଜାରୋ ଆରୋହଣ କରିବାକୁ ଉଦ୍ୟମ କରିଥିଲେ ମଧ୍ୟ ପ୍ରତିକୂଳ ପାଗ ଯୋଗୁଁ ଶିଖରରୁ ୫୦ ଫୁଟ ଦୂରତାରେ ଏହି ଉଦ୍ୟମରୁ ଓହରି ଯାଇଥିଲେ । ଆସନ୍ତା ଜାନୁଆରୀ ମାସରେ ଆର୍ଜେଂଟିନାରେ ଅବସ୍ଥିତ ୨୨,୮୩୭ ଫୁଟ ଉଚ୍ଚତାର ମାଉଂଟ ଆକୋନ୍‌କାଗୁଆ ଆରୋହଣ କରିବା ନିମନ୍ତେ ପ୍ର୍ରୟାସ କରିବାର ସେ ଯୋଜନା ରଖିଥିବା କହିଛନ୍ତି । ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ଏହି ଯୁବ ପର୍ବତାରୋହୀଙ୍କୁ ତାଙ୍କ ସଫଳତା ପାଇଁ ଅଭିନନ୍ଦନ ଜଣାଇବା ସହ ଭବିଷ୍ୟତରେ ତାଙ୍କର ଅଧିକ ସଫଳତା କାମନା କରିଥିଲେ ।

ଏହି ଅବସରରେ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ, ଉପଦେଷ୍ଟା ମଣ୍ଡଳୀର ଅଧ୍ୟକ୍ଷ ପ୍ରଫେସର ଦାମୋଦର ଆଚାର୍ଯ୍ୟ, ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଡିନ୍ ପ୍ରଫେସର (ଡାକ୍ତର) ସଂଘମିତ୍ରା ମିଶ୍ର, ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର (ଡାକ୍ତର) ପୁଷ୍ପରାଜ ସାମନ୍ତସିଂହାର, ଡେପୁଟି ମେଡିକାଲ୍ ସୁପରିଟେଣ୍ଡେଂଟ ଡାକ୍ତର ରାଜେଶ ଲେଙ୍କା ଓ ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ଉପସ୍ଥିତ ଥିଲେ ।

ବରଗଡ଼ ଅଂଚଳର ଡଃ ଖାଡଙ୍ଗା କହିଛନ୍ତି ଯେ ଖୁବ୍ କମ୍ ବୟସରୁ ପର୍ବତାରୋହଣ ପ୍ରତି ସେ ଆକର୍ଷିତ ହୋଇଥିଲେ ଏବଂ ଏଥିପାଇଁ ସେ ପ୍ରଶିକ୍ଷଣ ମଧ୍ୟ ନେଇଥିଲେ । ସେ ନିଜର ଅନୁଭୂତି ବଖାଣି କହିଥିଲେ ଯେ ଗତ ଅଗଷ୍ଟ ୧୫ ତାରିଖ ଦିନ ବିଳମ୍ବିତ ରାତ୍ରିରେ ଅସହ୍ୟ ଶୀତରେ ଓ ମାଇନସ୍ ୨୫ ଡିଗ୍ରୀ ସେଲ୍‌ସିୟସକୁ ଖସି ଆସିଥିବା ତାପମାତ୍ରାରେ ଏଲ୍‌ବ୍ରସ୍ ଶିଖରରେ ପହଂଚିବା ପାଇଁ ବେସ କ୍ୟାମ୍ପରୁ ସେମାନଙ୍କୁ ୯ ଘଂଟା ସମୟ ଲାଗିଥିଲା ।

ଝାରସୁଗୁଡା ଓ ଲାଇକେରାରେ ଦୁଇଟି ଡାଇଗ୍ନୋଷ୍ଟିକ ସେଣ୍ଟର ଲୋକାର୍ପିତ : ମୁଖ୍ୟମନ୍ତ୍ରୀ….

() ଝାରସୁଗୁଡା ଓ ଲାଇକେରାରେ ଦୁଇଟି ଡାଇଗ୍ନୋଷ୍ଟିକ ସେଣ୍ଟର ଲୋକାର୍ପିତ।

ବେଦାନ୍ତ ସହଯୋଗରେ ହୋଇଛି ପ୍ରତିଷ୍ଠା,

ସମସ୍ତଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇଦେବା ଲକ୍ଷ୍ୟରେ ଆଗକୁ ବଢୁଛି ଓଡିଶା- ମୁଖ୍ୟମନ୍ତ୍ରୀ ।

{} ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନସ ଜରିଆରେ ଝାରସୁଗୁଡା ଓ ଲାଇକେରାରେ ଦୁଇଟି ଅତ୍ୟାଧୁନିକ ଡାଇଗ୍ନୋଷ୍ଟିକ ସେଣ୍ଟର ଉଦ୍‌ଘାଟନ କରିଛନ୍ତି। କରପୋରେଟ୍ ସଂସ୍ଥା ବେଦାନ୍ତ ସଂସ୍ଥା ସହଯୋଗରେ ଏହି ଦୁଇଟି କେନ୍ଦ୍ର ପ୍ରତିଷ୍ଠା କରାଯାଇଛି। ଏହା ଝାରସୁଗୁଡା ଜିଲ୍ଲାରେ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସୁସ୍ଥ ଓଡିଶା, ସୁଖୀ ଓଡିଶା ଲକ୍ଷ୍ୟ ପୂରଣ ଦିଗରେ ରାଜ୍ୟବାସୀଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ଆମେ ନୂଆ ନୂଆ ମେଡିକାଲ କଲେଜ ପ୍ରତିଷ୍ଠା ସହିତ ହସ୍‌ପିଟାଲ ଗୁଡିକର ଉନ୍ନତିକରଣ କରୁଛୁ । ଏବଂ ଶହ ଶହ ଡାକ୍ତର ଓ ପାରାମେଡିକାଲ ଷ୍ଟାଫଙ୍କୁ ମଧ୍ୟ ନିଯୁକ୍ତି ଦିଆଯାଉଛି।

ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସବୁଠାରୁ ବଡ ରୂପାନ୍ତର ଆଣିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହି ଯୋଜନାରେ ପ୍ରତି ମାସରେ ଲକ୍ଷ ଲକ୍ଷ ଲୋକ ଉପକୃତ ହେଉଛନ୍ତି। ଏହା ସହିତ ଧନୀ, ଗରିବ ସମସ୍ତଙ୍କୁ ସରକାରୀ ହସ୍‌ପିଟାଲରେ ବିନା ପଇସାରେ ଚିକିତ୍ସା ସୁବିଧା ମିଳୁଛି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ବିକାଶର ଏକ ସୂଚକ। ସେଥିପାଇଁ ସରକାର ତାଙ୍କର ଉଦ୍ୟମ ଜାରି ରଖିଛନ୍ତି। ସରକାରଙ୍କ ସହିତ ଏଥିରେ ଘରୋଇ କ୍ଷେତ୍ର ଯୋଡି ହେବା ଖୁସିର କଥା। ସମସ୍ତଙ୍କ ସହଯୋଗରେ ସ୍ୱାସ୍ଥ୍ୟସେବାର ଗୁଣାତ୍ମକ ମାନ ବୃଦ୍ଧି ପାଇବ ବୋଲି ସେ କହିଥିଲେ। ସ୍ୱାସ୍ଥ୍ୟ ଭିତ୍ତିଭୂମିରେ ବେଦାନ୍ତର ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ।ଏହି କାର୍ଯ୍ୟକ୍ରମରେ ବିଧାୟିକା ଦୀପାଳୀ ଦାସ ଜିଲ୍ଲପାଳ ଓ ବେଦାନ୍ତ ର CEO ପ୍ରମୂଖ ଯୋଗ ଦେଇଥିଲେ.

Follow us

20,832FansLike
0FollowersFollow
14,700SubscribersSubscribe

Latest news