() ନିବେଶକ ମହାକୁମ୍ଭ ମେକ୍ ଇନ୍ ଓଡିଶା ନଭେମ୍ବର ୩୦ ବୁଧବାର ଠାରୁ ଆରମ୍ଭ ହୋଇଛି । ଭୁବନେଶ୍ୱର ଜନତା ମଇଦାନରେ ଆରମ୍ଭ ହୋଇଥିବା ଏହି ଶିଳ୍ପ ମହାକୁମ୍ଭରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ମଧ୍ୟ ଷ୍ଟଲ ଖୋଲା ଯାଇଛି । ସୋଆର ଏହି ଷ୍ଟଲ୍ କୁ ଉଦ୍ଘାଟନ କରିଛନ୍ତି ଆଇଟି ସଚିବ ଶ୍ରୀ ମନୋଜ ମିଶ୍ର । କୃଷି ଓ ପଶୁ ସଂପଦ, ଦନ୍ତ ଚିକିତ୍ସା ଓ ଡାକ୍ତରୀ ଚିକିତ୍ସା କ୍ଷେତ୍ରକୁ ନେଇ ଏହି ଷ୍ଟଲ ପ୍ରଦର୍ଶିତ ହୋଇଥିଲା ।
ଏଥିସହିତ ସୋଆ ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜ୍ମେଂଟ ପକ୍ଷରୁ ମଧ୍ୟ ଏକ ଖାଦ୍ୟ ଷ୍ଟଲ୍ ଖୋଲା ଯାଇଥିଲା । ଏହି ଷ୍ଟଲକୁ ଏସଟିପିଆଇର ନିର୍ଦ୍ଦେଶକ ଶ୍ରୀ ମାନସ ପଣ୍ଡା ଉଦଘାଟନ କରିଥିଲେ । ଏହି ଫୁଡ୍ ଷ୍ଟଲରେ ଆମିଷ ଓ ନିରାମିଷ ଖାଦ୍ୟ ସହିତ ଓଡିଶାର ପାରମ୍ପାରିକ ଓଡିଆ ଖାଦ୍ୟ ମଧ୍ୟ ପରିବେଷଣ କରାଯାଇଥିଲା ।
ଏହି ଉଦ୍ଘାଟନୀ କାର୍ଯ୍ୟକ୍ରମ ଅବସରରେ ସୋଆର ନିର୍ଦ୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ, ପ୍ରୋଚାନସେଲର ପ୍ରଫେସର ଅମିତ୍ ବାନାର୍ଜୀ, ପ୍ରଫେସର ରେଣୁ ଶର୍ମା, ଜଏଂଟ ରେଜିଷ୍ଟ୍ରାର ପ୍ରଫେସର ଶଶାଙ୍କ ମିଶ୍ର, ପ୍ରମେୟ ଓ ନ୍ୟୁଜ ସେଭେନର ଗ୍ରୁପ ଏଡିଟର ଶ୍ରୀ ଗୋପାଳକୃଷ୍ଣ ମହାପାତ୍ର, ନ୍ୟୁଜ ସେଭେନର କାର୍ଯ୍ୟକାରୀ ସମ୍ପାଦକ ଶ୍ରୀ ଦେବ ନାରାୟଣ ସେଠୀ ଓ ୟୁନିଭର୍ସିଟି ଆଉଟରିଚ ପ୍ରୋଗ୍ରାମର ନିର୍ଦ୍ଦେଶକ ପ୍ରଫେସର ନଚିକେତା ଶର୍ମା ଓ ଦିଲ୍ଲୀରେ ଅବସ୍ଥାପିତ ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଓଏସଡି ଶ୍ରୀ ପ୍ରୀତମ୍ ନାୟକ ଓ ନିର୍ଦ୍ଦେଶକ ଲଜିଷ୍ଟିକ ଶ୍ରୀ ଦେବବ୍ରତ ଦାଶ ପ୍ରମୁଖ ଏହି ଅବସରରେ ଉପସ୍ଥିତ ଥିଲେ ।
ମେକ୍ ଇନ୍ ଓଡିଶା କନ୍କ୍ଳେଭ୍ରେ ସୋଆର ଷ୍ଟଲ ଉଦ୍ଘାଟିତ…
ବିଧାନସଭାରେ ୧୭ଟି ପ୍ରସ୍ତାବ ମିଳିଛି ଅନୁମୋଦନ; ୧୫ବର୍ଷ ରୁ ଅଧିକ ଗଡିବନି ଗାଡ଼ି…
() ସଂଧ୍ୟାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ୫୨ତମ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ 12ଟି ବିଭାଗର 17ଟି ପ୍ରସ୍ତାବ କ୍ୟାବିନେଟର ଅନୁମୋଦନ ଲାଭ କରିଛି।
ଆପଣଙ୍କ ଅନୁମତିକ୍ରମେ ଗୃହର ମାନ୍ୟବର ସଦସ୍ୟମାନଙ୍କ ଅବଗତି ନିମନ୍ତେ କ୍ୟାବିନେଟରେ ଗ୍ରହଣ କରାଯାଇଥିବା ନିଷ୍ପତ୍ତି ସଂପର୍କରେ ମୁଁ ତଥ୍ୟ ଉପସ୍ଥାପନ କରୁଛି ।
୧. ଓଡିଶା ପୋଷାକ ଓ ବୈଷୟିକ ବୟନଶିଳ୍ପ ନୀତି-୨୦୨୨ କ୍ୟାବିନେଟରେ ଅନୁମୋଦନ ଲାଭ କରିଛି ।
ଏହି ନୀତି ଓଡିଶାରେ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ସହିତ ଆନୁସଂଗିକ ଶିଳ୍ପ ପ୍ରତିଷ୍ଠାରେ ସହାୟକ ହେବ। ଏହି ନୀତିରେ ପୁଞ୍ଜି ବିନିଯୋଗ ସହାୟତା, ନିଯୁକ୍ତି ସହାୟତା ତଥା ବଜାର ବିକାଶ ସହାୟତା ନିମନ୍ତେ ପ୍ରୋତ୍ସାହନର ବ୍ୟବସ୍ଥା ରଖାଯାଇଛି ।
୨. ଓଡିଶା କାରଖାନା ଓ ବାଷ୍ପିତ୍ର ନିରୀକ୍ଷଣ ସେବା (ନିଯୁକ୍ତି ଓ ସେବା ସର୍ତ୍ତାବଳୀ ସଂଶୋଧନ ନିୟମାବଳୀ-୨୦୨୨ କ୍ୟାବିନେଟର ଅନୁମୋଦନ ଲାଭ କରିଛି । ତଦନୁଯାୟୀ ଏହି ସେବାର ମୂଳ ପଦବୀ ଆସିଷ୍ଟାଣ୍ଟ ଡାଇରେକ୍ଟର ଚୟନ ଲାଗି ଲିଖିତ ଓ ସାକ୍ଷାତକାର ପରୀକ୍ଷା ଲୋକସେବା ଆୟୋଗ ଦ୍ବାରା କରାଯିବ ।
୩. ଓଡିଆ ଚଳଚ୍ଚିତ୍ର ‘ଦମନ’କୁ ଟିକସମୁକ୍ତ କରିବା ପାଇଁ ପୂର୍ବ ନିଷ୍ପତ୍ତି କ୍ୟାବିନେଟ ଦ୍ବାରା ଅନୁମୋଦନ ଲାଭ କରିଛି ।
୪. ନୂତନ ପର୍ଯ୍ୟଟନ ନୀତି-୨୦୨୨କୁ ରାଜ୍ୟ କ୍ୟାବିନେଟର ଅନୁମୋଦନ ମିଳିଛି । ପର୍ଯ୍ୟଟନ କ୍ଷେତ୍ରରେ ପୁଞ୍ଜି ବିନିଯୋଗକୁ ପୋତ୍ସାହିତ କରାଯିବା ସହିତ Health, Wellness ଓ ମେଡିକାଲ ଟୁରିଜିମ୍କୁ ପର୍ଯ୍ୟଟନ ଉଦ୍ୟୋଗ ଭାବେ ଅନୁମୋଦନ ଦେବା ପାଇଁ ବ୍ୟବସ୍ଥା ରହିଛି ।
୫. ବିଭିନ୍ନ ପଦବୀରେ ଭର୍ତ୍ତି ନିମନ୍ତେ ଥିବା ଶାରୀରିକ ମାନକ ମାପ ଏବଂ ଶାରୀରିକ ଦକ୍ଷତା ପରୀକ୍ଷା ପାଇଁ ସମନ୍ବିତ ନିଯୁକ୍ତି ପ୍ରକ୍ରିୟାର ନିୟମାବଳୀ-୨୦୨୨କୁ ରାଜ୍ୟ କ୍ୟାବିନେଟର ଅନୁମୋଦନ କରିଛି । ରାଜ୍ୟ ସରକାରଙ୍କ ଅଧୀନରେ ଥିବା ‘ଖ’ ଓ ‘ଗ’ ବର୍ଗ ଅନ୍ତର୍ଗତ ବିଭିନ୍ନ ପଦବୀର ନିଯୁକ୍ତି ପ୍ରକ୍ରିୟାକୁ ସୁବ୍ୟବସ୍ଥିତ କରିବା ଏହାର ଲକ୍ଷ୍ୟ।
୬. ଜୁନିଅର ଷ୍ଟେନୋଗ୍ରାଫର, ଜୁନିଅର ଟାଇପିଷ୍ଟ, ଡାଟା ଏଣ୍ଟ୍ରି ଅପରେଟର ଓ ଜୁନିଅର କ୍ଳର୍କ-କମ୍-ଟାଇପିଷ୍ଟ ପଦବୀ ପାଇଁ ମିଳିତ ନିଯୁକ୍ତି ପରୀକ୍ଷା ନିୟମାବଳୀ-୨୦୨୨କୁ ରାଜ୍ୟ କ୍ୟାବିନେଟର ଅନୁମୋଦନ କରିଛି । ଏହାଦ୍ବାରା ଏହି ପରୀକ୍ଷା ଗୁଡିକ ସୁବ୍ୟବସ୍ଥିତ ହେବା ସହିତ ପରୀକ୍ଷାର୍ଥୀ ଓ ରାଜ୍ୟ ସରକାରଙ୍କ ବ୍ୟୟ ଭାର ହ୍ରାସ ପାଇବ।
୭. ଅମଳ ପରବର୍ତ୍ତୀ କ୍ଷତି ଏବଂ ଉଦ୍ୟାନ କୃଷି ଉତ୍ପାଦର ବ୍ରାଣ୍ଡିଂ, ପ୍ୟାକେଜିଂ ଓ ମାର୍କେଟିଂ କ୍ଷେତ୍ରକୁ ସହାୟତା ଯୋଗାଇବା ସହ କୃଷକ ମାନଙ୍କୁ ଆର୍ଥିକ ସହାୟତା ଦେବା ଉଦ୍ଦେଶ୍ୟରେ ଅମଳ ପରବର୍ତ୍ତୀ ପରିଚାଳନା ଏବଂ ଉଦ୍ୟାନ କୃଷିର ଅମଳ ପରବର୍ତ୍ତୀ ବିପଣନରେ ସହାୟତା ଯୋଜନାଟି କ୍ୟାବିନେଟର ଅନୁମୋଦନ ଲାଭ କରିଛି । ଏହା ଗ୍ରାମାଞ୍ଚଳରେ ଚାଷୀଙ୍କ ରୋଜଗାର ବୃଦ୍ଧି ସହିତ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ଏବଂ ଉଦ୍ୟାନ କୃଷିର ଦ୍ରୁତ ଆଧୁନିକୀକରଣରେ ସହାୟକ ହେବ ।
୮. ଓଡିଶାରେ ସଂଯୋଜନ କ୍ଷେତ୍ରର ବିକାଶ ପାଇଁ ଓଡିଶା ଲଜିଷ୍ଟିକ ପଲିସି-୨୦୨୨ କ୍ୟାବିନେଟର ଅନୁମୋଦନ ଲାଭ କରିଛି । ଏହା ବାଣିଜ୍ୟ ଓ ବାଣିଜ୍ୟ ପାଇଁ ଉପଯୁକ୍ତ ଗନ୍ତବ୍ୟସ୍ଥଳ ଭାବରେ ରାଜ୍ୟର ସ୍ଥିତିକୁ ସୁଦୃଢ କରିବ ଏବଂ ଯୋଗାଣ ଶୃଙ୍ଖଳକୁ ମଧ୍ୟ ମଜବୁତ କରିବ। ଏଥିରେ ସବୁଜ ଇନ୍ଧନର ବ୍ୟବହାରକୁ ମଧ୍ୟ ଉତ୍ସାହିତ କରାଯାଇଛି ।
୯. ଓଡିଶା ବେସାମରିକ ବିମାନ ଚଳାଚଳ ନୀତି-୨୦୨୨ କ୍ୟାବିନେଟର ଅନୁମୋଦନ ଲାଭ କରିଛି । ଏହା ଆଞ୍ଚଳିକ, ଘରୋଇ ତଥା ଆନ୍ତର୍ଜାତିକ ବିମାନ ସଂଯୋଗକୁ ସୁଦୃଢ କରିବା ସହ ରାଜ୍ୟରେ ଉତ୍ତମ ବ୍ୟବସାୟିକ ଓ ନିଯୁକ୍ତି ପରିବେଶ ସୃଷ୍ଟି କରିବ।
୧୦. ରାଜ୍ୟ କ୍ୟାବିନେଟ ଏକ ନୂତନ Registered Vehicle Scrapping Facility Policy-୨୦୨୨କୁ ଅନୁମୋଦନ କରିଛି । ଯାନବାହନ ଜନିତ ବାୟୁ ପ୍ରଦୁଷଣ କମ୍ କରିବାରେ ଏହି ନୀତି ପ୍ରମୁଖ ଭୂମିକା ଗ୍ରହଣ କରିବ। ଏହାଦ୍ବାରା ୧୫ ବର୍ଷ ପୂରଣ କରିଥିବା ସମସ୍ତ ପୁରୁଣା ଗାଡିକୁ ସ୍କ୍ରାପିଂ କେନ୍ଦ୍ରରେ ସ୍କ୍ରାପ କରିବାକୁ ପଡିବ। ସ୍କ୍ରାପିଂ କରିଥିବା ବ୍ୟକ୍ତିମାନଙ୍କୁ ନୂଆ ଗାଡି କିଣିବା ପାଇଁ ପ୍ରୋତ୍ସାହନର ବ୍ୟବସ୍ଥା ରହିଛି ।
୧୧. ଓଡିଶା ଅକ୍ଷୟ ଶକ୍ତି ନୀତି-୨୦୨୨ କ୍ୟାବିନେଟର ଅନୁମୋଦନ ଲାଭ କରିଛି । ଏହି ନୀତି ଜରିଆରେ ୨୦୩୦ ସୁଦ୍ଧା ରାଜ୍ୟରେ ବିଭିନ୍ନ ଉତ୍ସରୁ ପ୍ରାୟ ୧୧ ହଜାର ମେଗାୱାଟ ଅକ୍ଷୟ ଶକ୍ତି କ୍ଷମତା ହାସଲ କରିବାକୁ ଲକ୍ଷ୍ୟ ରଖାଯାଇଛି ।
୧୨. ଶିଳ୍ପ ନୀତି-୨୦୨୨କୁ ମଧ୍ୟ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛନ୍ତି। ରାଜ୍ୟରେ ବଡ ଧରଣର ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ସହ ଓଡିଶାକୁ ପୂର୍ବ ଭାରତର ଶିଳ୍ପ ହବ୍ କରିବା ଉପରେ ଏଥିରେ ଗୁରୁତ୍ବ ଆରୋପ କରାଯାଇଛି । ଏହି ନୀତି ଅନୁଯାୟୀ ଶିଳ୍ପ ଗୁଡିକୁ Thrust Sector, Priority Sector ଭାବରେ ବର୍ଗୀକୃତ କରାଯାଇଛି । ଏହି ନୂଆ ନୀତି ଅନୁଯାୟୀ ଏହି ଦୁଇ କ୍ଷେତ୍ରରେ ପ୍ରତିଷ୍ଠିତ ଶିଳ୍ପ ପାଇଁ ସର୍ବୋତ୍ତମ ପ୍ରୋତ୍ସାହନ ବ୍ୟବସ୍ଥା କରାଯାଇଛି ।
୧୩. ଓଡିଶା ଖାଦ୍ୟ ପ୍ରକ୍ରିୟାକରଣ ନୀତି-୨୦୨୨ କ୍ୟାବିନେଟର ଅନୁମୋଦନ ଲାଭ କରିଛି । ଏହି ନୀତି ଅନୁଯାୟୀ ଖାଦ୍ୟ ପ୍ରକ୍ରିୟାକରଣ ସହ ଜଡିତ ଥିବା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଗୁଡିକୁ ଆବଶ୍ୟକ ଭିତ୍ତିଭୂମି ସହାୟତା ଓ ଆର୍ଥିକ ପ୍ରୋତ୍ସାହନ ଯୋଗାଇଦେବା ଏହି ନୀତିର ଲକ୍ଷ୍ୟ ।
୧୪. ଓଡିଶା ରପ୍ତାନୀ ପଲିସି-୨୦୨୨ କ୍ୟାବିନେଟର ଅନୁମୋଦନ ଲାଭ କରିଛି। ଏହି ନୀତି ଅନୁଯାୟୀ ରପ୍ତାନୀ ପ୍ରତିଯୋଗିତାରେ ଉନ୍ନତି ଆଣିବା ସହ ଓଡିଶାକୁ ଭାରତର ୫ଟି ଶ୍ରେଷ୍ଠ ରାଜ୍ୟରେ ସାମିଲ କରିବା ଏବଂ ୨୦୨୬-୨୭ ସୁଦ୍ଧା ୩.୫ ଲକ୍ଷ କୋଟି ଟଙ୍କାର ରପ୍ତାନୀ ଲକ୍ଷ୍ୟ ରଖାଯାଇଛି।
୧୫. ଓଡିଶା ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଆସିଥିବା ବିଶୁଦ୍ଧ ପାନୀୟ ଜଳଯୋଗାଣ ସଂକ୍ରାନ୍ତୀୟ ଦୁଇଟି ପ୍ରସ୍ତାବ କ୍ୟାବିନେଟର ଅନୁମୋଦନ ଲାଭ କରିଛି । ତଦନୁଯାୟୀ ଗଞ୍ଜାମ ଜିଲ୍ଲାର ପାତ୍ରପୁର, ଚିକିଟି, ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ୍ର ୬୩ଟି ପଞ୍ଚାୟତ ଓ ୪୭୯ଟି ଗ୍ରାମରେ ଜେ.ଜେ.ଏମ୍ ଯୋଜନାରେ ନିରାପଦ ପାନୀୟ ଜଳ ଯୋଗାଇ ଦିଆଯିବ। ଏଥିନିମନ୍ତେ ୩୮୬ କୋଟି ୯୬ ଲକ୍ଷ ୪୦ ହଜାର ୫ ଟଙ୍କାର ସର୍ବନିମ୍ନ ନିବିଦାକୁ କ୍ୟାବିନେଟ ଅନୁମୋଦନ କରିଛି । ସେହିପରି ଦ୍ବିତୀୟ ପ୍ରସ୍ତାବରେ ସୋନପୁର ଜିଲ୍ଲାର ତରଭା, ଉଲୁଣ୍ଡା, ସୋନପୁର ଓ ବୀରମହାରାଜପୁର ବ୍ଲକ୍ର ୬୪ଟି ଗ୍ରାମ ପଞ୍ଚାୟତର ୬୨୫ଟି ଗାଁରେ ନିରାପଦ ପାନୀୟ ଜଳ ଯୋଗାଇବା ପାଇଁ ୫୫୩ କୋଟି ୮୫ ଲକ୍ଷ ୮୨ ହଜାର ୭୦୦ ଟଙ୍କାର ସର୍ବନିମ୍ନ ନିବିଦାକୁ କ୍ୟାବିନେଟ ଅନୁମୋଦନ କରିଛି।
୧୬. ନ୍ୟାୟୋଚିତ କ୍ଷତିପୂରଣ ଅଧିକାର ଏବଂ ଭୂଅର୍ଜନ ପୁନର୍ବାସ ଓ ଥଇଥାନ କ୍ଷେତ୍ରରେ ସ୍ବଚ୍ଛତା ଆଇନ-୨୦୧୩ର ଧାରା-୨ର ଉପଧାରା-୨, ଧାରା-୧୪, ୧୯, ୨୪, ୨୫, ୪୬ ଓ ୮୭ର ସଂଶୋଧନକୁ ରାଜ୍ୟ କ୍ୟାବିନେଟର ଅନୁମୋଦନ ମିଳିଛି । ଏହାସହିତ ଉକ୍ତ ଆଇନରେ ଏକ ନୂତନ ଅଧ୍ୟାୟ ୩-ଏ, ନୂତନ ଧାରା ୧୦-ଏ ଓ ୩୩-ଏ କୁ ଅନ୍ତର୍ଭୁକ୍ତ କରିବାପାଇଁ ମଧ୍ୟ ରାଜ୍ୟ କ୍ୟାବିନେଟ ଅନୁମୋଦନ ଦେଇଛନ୍ତି । ଏହାଦ୍ବାରା ରାଜ୍ୟର ସାମାଜିକ, ଅର୍ଥନୈତିକ ଅଭିବୃଦ୍ଧି, ଦ୍ରୁତ ଶିଳ୍ପାୟନ ତଥା ଅଧିକରୁ ଅଧିକ ନିବେଶକ ମାନଙ୍କ ପାଇଁ ପୁଞ୍ଜି ନିବେଶ କରିବାର ସୁଯୋଗ ସୃଷ୍ଟି ହୋଇପାରିବ।
ଆଦର୍ଶ ବିଦ୍ୟାଳୟ ପାଇଁ ନିଯୁକ୍ତି ପାଇବେ ଶିକ୍ଷକ…
() 14697 ଲେବେଲ 3 ବରିଷ୍ଠ ହେଡ଼ ମାଷ୍ଟର, 4545 ଲେବେଲ ହେଡ଼ ମାଷ୍ଟର, 6777 ଲେବେଲ 4 ଗ୍ରାଜୁଏଟ କଳା ଶିକ୍ଷକ , 15865 ଶିକ୍ଷକ ଲେବେଲ 5 ବିଜ୍ଞାନ, 6448 ଲେବେଲ 5 ଶିକ୍ଷକ ପଦବୀ ଖାଲି ପଡିଛି।ଏହା ପଦୋନ୍ନତି ମାଧ୍ୟମରେ ପୂରଣ କରିବାକୁ ପଦକ୍ଷେପ ନିଆଯାଉଛି।ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ 1178 ଶିକ୍ଷକ ପଦବୀ ଖାଲି ପଡିଛି। 2019ରୁ 23 ଭିତରେ ଦୁଇଟି ପର୍ଯ୍ୟାୟରେ ଶିକ୍ଷକ ନିଯୁକ୍ତି ଦିଆଯାଉଛି।ଏଥିରୁ 14404 ଜଣଙ୍କୁ ନିଯୁକ୍ତି ମିଳିଛି।ଦ୍ୱିତୀୟ ପର୍ଯ୍ୟାୟରେ 2244 ମାଧ୍ୟମିକ ଶିକ୍ଷକ ପଦବୀ ପୂରଣ କରାଯିବ। 7540 ଶିକ୍ଷକ ନିଯୁକ୍ତି ପାଇଁ OSSC ବିଜ୍ଞାପନ ବାହାର କରିଛି।2259 କନିଷ୍ଠ ସହାୟକ ପଦବୀ ପୂରଣ ପାଇଁ OSSSB କୁ ନିବେଦନ କରାଯାଇଛି। ଅନେକ ସ୍କୁଲରେ ଅତିଥି ଶିକ୍ଷକ ପାଠ ପଢ଼ାଉଛନ୍ତି। ରାଜ୍ୟରେ 1922 ଧନ୍ଦାମୂଳକ ଶିକ୍ଷକ ଓ 64 ସଂଯୋଜକ କାର୍ଯ୍ୟରତ ଅଛନ୍ତି।1048 PGT ଶିକ୍ଷକ ନିଯୁକ୍ତିକୁ ମଞ୍ଜୁରୀ ମିଳିଛି। 335 ପଦବୀ ପାଇଁ OPSC ପ୍ରକ୍ରିୟା ଜାରି ରଖିଛି।ଯେଉଁଥିରୁ 7ଟି ବିଷୟରେ ନିୟୋଜନ ସାରିଥିବାବେଳେ 17 ବିଷୟରେ ପ୍ରକ୍ରିୟା ଚାଲିଛି।
ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ପକ୍ଷରୁ ଗୃହରେ ଉତ୍ତର ରଖିଛନ୍ତି ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା।
ମିଶନ ଶକ୍ତି ମା ମାନଙ୍କୁ ସଫଳ ଉଦ୍ୟୋଗୀ କରିବା ଆମର ଲକ୍ଷ୍ୟ – ମୁଖ୍ୟମନ୍ତ୍ରୀ…
() ମିଶନ ଶକ୍ତି ମା ମାନଙ୍କ ପାଇଁ ଯୁଗାନ୍ତକାରୀ ପଦକ୍ଷେପ,
ଓଡିଶାର ରୂପାନ୍ତର କ୍ଷେତ୍ରରେ ମା ମାନେ ହେଉଛନ୍ତି ଏକ ଅଭିନ୍ନ ଅଙ୍ଗ।
ଏସଏଚଜି ମାନେ ହେବେ ଏସ୍.ଏମ୍.ଇ ବା କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗୀ ।
ମିଶନ ଶକ୍ତି ମା ମାନଙ୍କୁ ୩ ଲକ୍ଷ ଟଙ୍କା ପରିବର୍ତ୍ତେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବିନା ସୁଧରେ ଋଣ ଦିଆଯିବ।
୨୦୨୨ ଅପ୍ରେଲ ପହିଲାରୁ ଏହି ନୂତନ ଋଣ ବ୍ୟବସ୍ଥା ଲାଗୁ ହେବ।
ଆଗାମୀ ୫ ବର୍ଷରେ ୫୦ ହଜାର କୋଟି ଟଙ୍କାର ଋଣ
ମିଶନ ଶକ୍ତି ମା ମାନଙ୍କୁ ସଫଳ ଉଦ୍ୟୋଗୀ କରିବା ଆମର ଲକ୍ଷ୍ୟ – ମୁଖ୍ୟମନ୍ତ୍ରୀ।
{} ରାଜ୍ୟର ମିଶନ ଶକ୍ତି ମା ମାନଙ୍କ କାର୍ଯ୍ୟକ୍ରମରେ ଏକ ବିଶାଳ ପରିବର୍ତ୍ତନ ଆଣିବାର ଲକ୍ଷ୍ୟ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସେମାନଙ୍କ ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ବିନା ସୁଧରେ (zero interest) ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି। ୨୦୨୨ ଅପ୍ରେଲ ପହିଲାରୁ ଏହି ନୂତନ ଋଣ ବ୍ୟବସ୍ଥା ଲାଗୁ ହେବ। ପୂର୍ବରୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ବିନା ସୁଧରେ ଦିଆଯାଉଥିଲା।ଏହାକୁ ଏକ ଯୁଗାନ୍ତକାରୀ ପଦକ୍ଷେପ ରୂପେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହାଦ୍ବାରା ଆମର ମିଶନ ଶକ୍ତି ମା ମାନେ ଏସ୍ଏଚଜିରୁ ଏସ୍ଏମ୍ଇ ବା କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀ ଭାବରେ ନିଜକୁ ପ୍ରତିଷ୍ଠିତ କରିପାରିବେ ଏବଂ ଆମର ଲକ୍ଷ ଲକ୍ଷ ମା ମାନେ ଅଧିକ ଟଙ୍କାର ଋଣ ନେଇ ବଡ ବଡ ବ୍ୟବସାୟ କରିପାରିବେ ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡିଶାର ରୂପାନ୍ତର କ୍ଷେତ୍ରରେ ମା ମାନେ ହେଉଛନ୍ତି ଏକ ଅଭିନ୍ନ ଅଙ୍ଗ। ଆଜିର ଏହି ନିଷ୍ପତ୍ତି ସେମାନଙ୍କୁ ସଶକ୍ତ କରିବାରେ ଓ ସ୍ଥାନୀୟ ଅର୍ଥନୀତିକୁ ପ୍ରୋତ୍ସାହିତ କରିବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିବ ବୋଲି ସେ କହିଛନ୍ତି। ମିଶନ ଶକ୍ତି ମା ମାନଙ୍କୁ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀ ଭାବରେ ପରିଣତ କରିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆଗାମୀ ୫ ବର୍ଷ ମଧ୍ୟରେ ମିଶନ ଶକ୍ତି ଗ୍ରୁପ ମାନଙ୍କୁ ପ୍ରାୟ ୫୦ ହଜାର କୋଟି ଟଙ୍କାର ଋଣ ଯୋଗାଇ ଦେବାପାଇଁ କାର୍ଯ୍ୟକ୍ରମ ଗ୍ରହଣ କରାଯାଇଛି । ଏହାଦ୍ବାରା ମିଶନ ଶକ୍ତିର ମା ମାନେ ସଫଳ ଉଦ୍ୟୋଗୀ ଭାବରେ ନିଜକୁ ପ୍ରତିଷ୍ଠିତ କରିପାରିବେ ବୋଲି ସେ ଆଶାପ୍ରକାଶ କରିଛନ୍ତି ।
ଆମ ପ୍ରତିଶୃତି ଅନୁଯାୟୀ ରାଜ୍ୟ ସରକାର ମିଶନ ଶକ୍ତି ମା ମାନଙ୍କୁ ଗତ ୩ ବର୍ଷରେ ସରକାରୀ ଭାବରେ ୪୦୦୦ କୋଟି ଟଙ୍କାର ବିଜିନେସ ଯୋଗାଇ ଦେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହାସହିତ ଗତ ୫ ବର୍ଷରେ ମିଶନ ଶକ୍ତି ମା ମାନଙ୍କୁ ୧୭ ହଜାର କୋଟିରୁ ଅଧିକ ଟଙ୍କାର ଋଣ ଯୋଗାଇ ଦିଆଯାଇଛି। ବର୍ତ୍ତମାନ ଆମର ମିଶନ ଶକ୍ତି ମା ମାନଙ୍କୁ ଉତ୍ସାହିତ କରିବାପାଇଁ ଓଡିଶା ସରକାର ବିନା ସୁଧରେ, Zero interestରେ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ସୁବିଧା ଯୋଗାଇ ଦେଉଛନ୍ତି ବୋଲି ପ୍ରକାଶ କରି ସେ କହିଥିଲେ ଯେ ଏହି କାର୍ଯ୍ୟକ୍ରମରେ ଚାରି ଲକ୍ଷ SHG Groupର ବ୍ୟାଙ୍କ ଖାତାକୁ ରାଜ୍ୟ ସରକାର ୫୦୦ କୋଟି ଟଙ୍କାର ସୁଧ ଫେରାଇଛନ୍ତି।
ମହିଳା ସଶକ୍ତିକରଣ ଦିଗରେ ମିଶନ ଶକ୍ତି ଏକ ଅଭିନବ ଉଦ୍ୟମ ଭାବେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟର ୭୦ ଲକ୍ଷ ମା ମାନଙ୍କୁ ୬ ଲକ୍ଷ Self Help Group ଜରିଆରେ ଏହା ଏକାଠି କରିପାରିଛି। ଏହି ଆନ୍ଦୋଳନକୁ ଆହୁରି ଆଗକୁ ନେବା ପାଇଁ ତାଙ୍କ ସରକାର ସ୍ବତନ୍ତ୍ର ଭାବରେ ମିଶନ ଶକ୍ତି ବିଭାଗ ଗଠନ କରିଛନ୍ତି ଏବଂ ସବୁ SHG କାର୍ଯ୍ୟକ୍ରମ ଏହି ବିଭାଗ ଜରିଆରେ ହିଁ କାର୍ଯ୍ୟକାରୀ କରାଯାଉଛି ବୋଲି ସେ କହିଥିଲେ।
ସୂଚନାଯୋଗ୍ୟ ଯେ ୨୦୨୦ ଜୁନ୍ ୧ ତାରିଖରେ ମିଶନ ଶକ୍ତି ବିଭାଗ ପ୍ରତିଷ୍ଠା କରାଯାଇ ରାଜ୍ୟର ସବୁ ଏସ୍.ଏଚ.ଜି କାର୍ଯ୍ୟକ୍ରମକୁ ଗୋଟିଏ ବିଭାଗ ଅଧୀନରେ ରଖାଯାଇଥିଲା।
୨୦୨୪ ରେ ଲୋକେ କଂଗ୍ରେସ କୁ ଭୋଟ ଦେବେ ବୋଲି କହିଲେ : ତାର…
() ଲକ୍ଷ ଲକ୍ଷ ଶିକ୍ଷକ ରାଜରାସ୍ତାରେ ହେଲେ ଗଣଶିକ୍ଷା ମନ୍ତ୍ରୀ ଯାଇ ପଦ୍ମପୁରରେ ନିର୍ବାଚନ ପ୍ରଚାର କରୁଛନ୍ତି। ଏହା ଦୁର୍ଭାଗ୍ୟଜନକ। ଶିକ୍ଷକ ମାନଙ୍କ 3 ଦଫା ଦାବି ନେଇ ସରକାର ତୁରନ୍ତ ନିଷ୍ପତ୍ତି ନିଅନ୍ତୁ, ନଚେତ ଗୃହ କୁ ଚଳାଇ ଦିଆଯିବନି।
IT ଓ GST ରେଡ୍ ନୁହେଁ ଏ ହେଉଛି ପଲିଟିକାଲ ରେଡ୍। ଉପ ନିର୍ବାଚନ କୁ ଦୃଷ୍ଟି ରେ ରଖି ଉଭୟ ଦଳ ନିଜ ନିଜ ଅସ୍ତ୍ର କୁ ବ୍ୟବହାର କରୁଛନ୍ତି। ବିଜେପି ED ଓ CBI କୁ ବ୍ୟବହାର କରୁଛି ଏବଂ ବିଜେଡ଼ି GSt କୁ ବ୍ୟବହାର କରୁଛନ୍ତି। ଲୋକେ ଏକଥା ଜାଣି ଲେଣୀ। ପଦମପୁର ରେ ଏହାର ପ୍ରଭାବ ପଡିବ। ୨୦୨୪ ରେ ଲୋକେ କଂଗ୍ରେସ କୁ ଭୋଟ ଦେବେ।
ବାଇ ଟ: ତାରା ପ୍ରସାଦ ବାହିନୀପତି, କଂଗ୍ରେସ ବିଧାୟକ
ଗୃହରେ ବିବୃତି ରଖିଲେ ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା…
() ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ପକ୍ଷରୁ ଗୃହରେ ବିବୃତି ରଖିଲେ ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା। ଗତକାଲି ଗଣଶିକ୍ଷା ସଚିବ 45 ମିନଟ ଧରି ଆନ୍ଦୋଳନରତ ଶିକ୍ଷକଙ୍କ ପ୍ରତିନିଧିଙ୍କ ସହ ଆଲୋଚନା କଲେ। ରାଜ୍ୟ ସରକାର ସେମାନଙ୍କ ଦାବିର ବିଭିନ୍ନ ଦିଗକୁ ନେଇ ଆଲୋଚନା କରିଛନ୍ତି। କାରଣ ଏହା ଆନ୍ତ ବିଭାଗୀୟ ପ୍ରସଙ୍ଗ ଯେଉଁଥିରେ ଆର୍ଥିକ କଥା ବି ଅଛି।ସରକାର ସେମାନଙ୍କ ଦାବି ନେଇ ସଚେତନ ଅଛନ୍ତି ବୋଲି ତ 45 ମିନଟ ଧରି ଆଲୋଚନା କରିଥିଲେ। ଏବେ ବି ଆପୋଷ ଆଲୋଚନା ପାଇଁ ଦ୍ୱାର ଖୋଲା ଅଛି। ଶିକ୍ଷକ ରାସ୍ତାରେ ରୁହନ୍ତୁ ବୋଲି ସରକାର ଚାହାନ୍ତି ନାହିଁ।ତେଣୁ ଆଉ କିଛି ସମୟ ପରେ ମୁଖ୍ୟ ଶାସନ ସଚିବଙ୍କ ସହ ଶିକ୍ଷକ ପ୍ରତିନିଧିଙ୍କ ଆଲୋଚନା ଅଛି।ଆଲୋଚନା ମାଧ୍ୟମରେ ପଦକ୍ଷେପ ନିଆଯିବ।
ଅଶୋକ ଚନ୍ଦ୍ର ପଣ୍ଡା,ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ
ଗୃହ ଆରମ୍ଭରୁ ବିରୋଧୀଙ୍କ ହଟଗୋଳ…
() ଗୃହ ଆରମ୍ଭରୁ ବିରୋଧୀଙ୍କ ହଟଗୋଳ। ଗତକାଲି ଶିକ୍ଷକ ଆନ୍ଦୋଳନକୁ ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ବାଚସ୍ପତି ରୁଲିଂ ଦେଇଥିଲେ। ହେଲେ ଏ ଯାଏ ସମାଧାନ ପାଇଁ କିଛି ପଦକ୍ଷେପ ନିଆଯାଇ ନଥିବା ଅଭିଯୋଗ। ଗୃହ ମଧ୍ୟ ଭାଗରେ ବିରୋଧ ପ୍ରଦର୍ଶନ। ଗୃହ 11.30 ଯାଏ ମୂଳତବି।
ଭୁବନେଶ୍ବରରେ ଗଙ୍ଗାଧର ଭବନ ପାଇଁ ସରକାର ଜମି ଯୋଗାଇଦେବେ – ମୁଖ୍ୟମନ୍ତ୍ରୀ…
() ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଓଡିଶା ମେହେର ସମାଜ,
୨୦୨୪ରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କର ଶ୍ରାଦ୍ଧ ଶତବାର୍ଷିକୀ ରାଜ୍ୟସ୍ତରରେ ଆୟୋଜନ କରାଯିବ।
ଭୁବନେଶ୍ବରରେ ଗଙ୍ଗାଧର ଭବନ ପାଇଁ ସରକାର ଜମି ଯୋଗାଇଦେବେ – ମୁଖ୍ୟମନ୍ତ୍ରୀ।
{} ସ୍ବଭାବ କବି ଗଙ୍ଗାଧର ମେହେର ଓଡିଆ ଜାତିର ଗର୍ବ ଓ ଗୌରବ। ତାଙ୍କର ଅନନ୍ୟ ସାରସ୍ବତ ପ୍ରତିଭା ଓଡିଆ ଭାଷା ଓ ସାହିତ୍ୟକୁ ସମୃଦ୍ଧ କରିଛି। ତାଙ୍କର କାଳଜୟୀ କୃତି କେବଳ ଓଡ଼ିଆ ନୂହେଁ ଭାରତୀୟ ସାହିତ୍ୟ ଜଗତରେ ଅକ୍ଷୟ କୀର୍ତ୍ତିମାନ ସ୍ଥାପନ କରିଛି।
ଏହି ମହାନ କବିଙ୍କର ଶ୍ରାଦ୍ଧ ଶତବାର୍ଷିକୀ ଉପଯୁକ୍ତ ଭାବରେ ଆୟୋଜନ କରାଯିବା ସଂପର୍କରେ ନିଖିଳ ଓଡିଶା ମେହେର (ଭୁଲିଆ) ସମାଜର ଏକ ପ୍ରତିନିଧି ଦଳ ଆଜି ନବୀନ ନିବାସ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଏ ସଂପର୍କରେ ଆଲୋଚନା କରିଥିଲେ ।ଏହି ବୈଠକରେ କବିଙ୍କ ସ୍ମୃତିରେ ଭୁବନେଶ୍ବର ଠାରେ ଏକ ଭବନ ନିର୍ମାଣ କରାଯିବା ସହିତ ସ୍ବଭାବ କବିଙ୍କର ଶ୍ରାଦ୍ଧ ଶତବାର୍ଷିକୀ ମାର୍ଚ୍ଚ ୨୦୨୪ରେ ଆୟୋଜନ କରାଯିବା ସଂପର୍କରେ ଆଲୋଚନା ହୋଇଥିଲା।
ସ୍ବଭାବ କବିଙ୍କର ସ୍ମୃତିରେ ଭୁବନେଶ୍ବରରେ ଏକ ଭବ୍ୟ ଭବନ ନିର୍ମାଣ କରାଯିବା ସହିତ କବିଙ୍କର ଶ୍ରାଦ୍ଧ ଶତବାର୍ଷିକୀ ଓ ମହାସଭା ୨୦୨୪ରେ ଉପଯୁକ୍ତ ଭାବରେ ପାଳନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିନିଧି ଦଳଙ୍କୁ ପ୍ରତିଶୃତି ଦେଇଥିଲେ।ଏଥିନିମନ୍ତେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇ ଥିଲେ ।
ସୂଚନାଯୋଗ୍ୟ ଯେ ୧୯୨୪ ମସିହାରେ ସ୍ବଭାବ କବି ମେହେର ସମାଜ (ଭୁଲିଆ)କୁ ସଂଗଠିତ କରି ବରପାଲି ଠାରେ ଏକ ମହାସଭାର ଆୟୋଜନ କରିଥିଲେ। ଏହି ଭୁଲିଆ ସମାଜ ପରବର୍ତ୍ତୀ ସମୟରେ ନିଖିଳ ଓଡିଶା ମେହେର(ଭୁଲିଆ) ସମାଜରେ ପରିଣତ ହୋଇଥିଲା ।
ଓଡିଆ ଜାତିର ପ୍ରାତଃ ସ୍ମରଣୀୟ କବି ଗଙ୍ଗାଧର ମେହେରଙ୍କ ସ୍ମୃତି ରକ୍ଷା ନିମନ୍ତେ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି ।ରାଜଧାନୀ ଭୁବନେଶ୍ବରର କଳିଙ୍ଗ ହସ୍ପିଟାଲ ଛକ, ବ୍ରହ୍ମପୁର ଓ ସମ୍ବଲପୁରରେ ମଧ୍ୟ କବିଙ୍କର ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତୀ ସ୍ଥାପନ କରାଯାଇଛି ।
ଏତ୍ଦବ୍ୟତୀତ କବି ଗଙ୍ଗାଧର ମେହେରଙ୍କ ନାମରେ ୨୦୯୦ କୋଟି ଟଙ୍କାର Ganagadhar Meher Lift Canal system ଜଳସେଚନ ଯୋଜନାର କାମ ଚାଲିଛି ଏବଂ ଏହା ୨୦୨୩ ସେପ୍ଟେମ୍ବର ସୁଦ୍ଧା କାର୍ଯ୍ୟକ୍ଷମ ହେବ। ସେହିପରି ସମ୍ବଲପୁର ଗଙ୍ଗାଧର ମେହେର କଲେଜକୁ ୨୦୧୫ ମସିହାରୁ ଏକକ ବିଶ୍ବବିଦ୍ୟାଳୟର ମାନ୍ୟତା ଦିଆଯାଇଛି । ଶିକ୍ଷାର ପ୍ରସାର ନିମନ୍ତେ ୪୩୦ କୋଟି ଟଙ୍କାର Odisha Gangadhar Mehera Sikhya Manak Brudhi Yojana କାର୍ଯ୍ୟକାରୀ କରାଯାଉଛି । କବି ଗଙ୍ଗାଧର ମେହେରଙ୍କର ଅମ୍ଲାନ ସ୍ମୃତିକୁ ସମ୍ମାନ ଜଣାଇ ରାଜ୍ୟ ସରକାର ଗତ ୨୦ ବର୍ଷ ମଧ୍ୟରେ ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ପାଇଁ ପ୍ରତିନିଧି ଦଳ ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ ।
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୁଲତା ସମାଜ…
{} ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୁଲତା ସମାଜ।
ନୃସିଂହନାଥ ପୀଠର ଉନ୍ନତିକରଣ ପଦକ୍ଷେପ ପାଇଁ ଧନ୍ୟବାଦ ଜଣାଇଲେ ।
କୁଲତା ସମାଜର ପୁରୀ ରେ ଧର୍ମଶାଳା ନିମନ୍ତେ ରାଜ୍ୟ ସରକାର ଜମି ଓ ଆର୍ଥିକ ସହାୟତା ଯୋଗାଇଦେବେ ୧ ବର୍ଷ ଭିତରେ ଶେଷ ହେବ ଧର୍ମଶାଳା।
() ଓଡିଶା କୁଲତା ସମାଜର ଏକ ପ୍ରତିନିଧି ଦଳ,ଆଜି ନବୀନ ନିବାସ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ସେମାନଙ୍କ ବିଭିନ୍ନ ଦାବୀ ବିଷୟରେ ଆଲୋଚନା କରିଥିଲେ ।
ପ୍ରଥମେ ସେମାନଙ୍କ କୂଳ ଦେବତା ପ୍ରଭୁ ନୃସିଂହନାଥ ଙ୍କ ପୀଠ ର ଉନ୍ନତି ନିମନ୍ତେ 5T ଉପକ୍ରମ ରେ ମୁଖ୍ୟମନ୍ତ୍ରୀ ନେଇଥିବା ରୂପାନ୍ତରଣ କାର୍ଯ୍ୟକ୍ରମ ପାଇଁ ସମାଜ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଜ୍ଞାପନ କରାଯାଇଥିଲା। ଆଲୋଚନା ସମୟରେ ସେମାନେ ପୁରୀଧାମରେ ଏକ ଧର୍ମଶାଳା ନିର୍ମାଣ ନିମନ୍ତେ ଜମି ଓ ଆର୍ଥିକ ଅନୁଦାନ ଯୋଗାଇ ଦେବା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ ।
କୁଲତା ସମାଜ ବହୁଳ ଗ୍ରାମ ଗୁଡିକରେ ଜଗନ୍ନାଥ ମନ୍ଦିର ସ୍ଥାପନ, ପରିଚାଳନା, ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ଦିଗରେ ଏହି ସମାଜ ଅଗ୍ରଣୀ ଭୂମିକା ଗ୍ରହଣ କରିଆସୁଛି । ପୁରୀ ନିକଟସ୍ଥ ରାମଚଣ୍ଡୀ ମନ୍ଦିର ମଧ୍ୟ କୁଲତା ସମାଜର ଏକ ପ୍ରସିଦ୍ଧ ଧର୍ମପୀଠ । କୁଲତା ସମାଜର ଲକ୍ଷ ଲକ୍ଷ ଭକ୍ତ ପ୍ରତିବର୍ଷ ପୁରୀଧାମକୁ ଯାଇଥାନ୍ତି । ତେଣୁ ପୁରୀରେ କୁଲତା ସମାଜକୁ ଧର୍ମଶାଳା ନିମନ୍ତେ ଏକ ଏକର ଜମି ଓ ଆର୍ଥିକ ଅନୁଦାନ ଯୋଗାଇ ଦେବା ପାଇଁ ସେମାନେ ଅନୁରୋଧ କରିଥିଲେ । ଏହାଦ୍ବାରା କୁଲତା ସମାଜର ଭକ୍ତମାନେ ସୁବିଧାରେ ପୁରୀ ଧାମରେ ରହିବା ସହ ବିଭିନ୍ନ ଧାର୍ମିକ ଅନୁଷ୍ଠାନ ମଧ୍ୟ ସୁରୁଖୁରୁରେ ଆୟୋଜନ କରିପାରିବେ।ସେମାନଙ୍କର ଅନୁରୋଧକୁ ଗ୍ରହଣ କରି ପୁରୀରେ ଉପଯୁକ୍ତ ସ୍ଥାନରେ ଏକ ସପ୍ତାହ ମଧ୍ୟରେ ଜମି ଚିହ୍ନଟ ପାଇଁ ମୁଖ୍ୟମନ୍ତ୍ରୀ ପୁରୀ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ଏହାସହିତ ସରକାରଙ୍କ ତରଫରୁ ଧର୍ମଶାଳା ନିର୍ମାଣ ନିମନ୍ତେ ଆର୍ଥିକ ସହାୟତା ଯୋଗାଇ ଦେବାକୁ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏକ ବର୍ଷ ମଧ୍ୟରେ ଏହି ଧର୍ମଶାଳା ଯେପରି ସଂପୂର୍ଣ୍ଣ ହୋଇପାରିବ, ସେ ଦିଗରେ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।
ସେମାନଙ୍କ ଦାବି ପ୍ରତି ସହାନୁଭୂତିଶୀଳ ମନୋଭାବ ପାଇଁ ସମାଜ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଜ୍ଞାପନ କରାଯାଇଥିଲା। ଏହି ପ୍ରତିନିଧି ଦଳରେ ବୌଦ୍ଧ ,ସୋନପୁର , ସମ୍ବଲପୁର, ଓ ବ୍ରଜରାଜନଗର ଅଞ୍ଚଳର କୁଲତା ସମାଜର , ବନ୍ଧୁ ମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଥିଲେ, ।
ବିଜେଡି ବିଧାୟକ ଅମର ପ୍ରସାଦ ଶତପଥୀଙ୍କ ମନ୍ତବ୍ୟ…
() ନବୀନ ପଟ୍ଟନାୟକଙ୍କ ସରକାର ଶିକ୍ଷକ ଙ୍କ ଉପରେ ଅନେକ ଗୁଡିଏ ନିଷ୍ପତ୍ତି ନେଇଛନ୍ତି । ଏପରିକି ଠିକା ନିଯୁକ୍ତି କୁ ଉଚ୍ଛେଦ କରାଯାଇଛି । ଆମେ ଏହାକୁ ଐତିହାସିକ କହିନୁ । ଶିକ୍ଷକ ମାନେ ହିଁ କହିଥିଲେ । କିଛି ଲୋକ ଏଥିରେ ବାଦ ପଡିଛନ୍ତି । ତାକୁ ମଧ୍ୟ ବିଚାର କୁ ନିଆଯିବ । ପଦ୍ମପୁର ନିର୍ବାଚନ ନିର୍ବାଚନ କମିଶନ କଣ୍ଡକଟ କରୁଛନ୍ତି ଏଥିରେ ବାଚସ୍ପତି କଣ ରୁଲିଂ ଦେବେ ତାହା ଜଣା ନାହିଁ । ଆଇନଶୃଙ୍ଖଳା ପରିସ୍ଥିତି ଉପରେ ସରକାର ସମ୍ପୂର୍ଣ୍ଣ ଧ୍ୟାନ ରଖିଛନ୍ତି ।