() ଝାରସୁଗୁଡ଼ା ହେବ ଦେଶର ୧ନମ୍ବର ଶିଳ୍ପ ସମୃଦ୍ଧି ସହର l ଝାରସୁଗୁଡ଼ା ବାସୀ ସବୁବେଳେ ବିକାଶ ସହ ରହିଆସିଛନ୍ତି l ତେଣୁ ଏଥର ମଧ୍ୟ ବିକାଶ ସହ ରହିବେ l ବିଜେଡି ପ୍ରାର୍ଥୀ ଦିପାଳି ଦାସଙ୍କୁ ଜିଲ୍ଲା ବାସୀ ଆଶିର୍ବାଦ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁରୋଧ କରିଛନ୍ତି l ଆଜି ଦିପାଳି ଦାସଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ l ନବୀନଙ୍କ ନିର୍ବାଚନୀ ସଭାରେ ଜନ ସମୁଦ୍ର ଦେଖିବାକୁ ମିଳିଥିଲା l ମହାନ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କୁ ମୋର ପ୍ରଣାମ। ଏ ମାଟିକୁ ମୋର ପ୍ରଣାମ କହି ନବୀନ ତାଙ୍କର ପ୍ରଚାର ଆରମ୍ଭ କରିଥିଲେ l କାର୍ଯ୍ୟକ୍ରମ ଆରମ୍ଭରେ ମୁଁ ପ୍ରଥମେ ଆପଣମାନଙ୍କ ପ୍ରିୟ ନେତା ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ନବ ଦାସଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି।

ନବ ଦାସ ଜଣେ ଲୋକପ୍ରିୟ ନେତା, ଦକ୍ଷ ବିଧାୟକ ଓ ମନ୍ତ୍ରୀ ଭାବରେ ସାରା ଓଡିଶାରେ ପରିଚିତ ଥିଲେ । ସେ ଆଜି ଆମ ଭିତରେ ନାହାନ୍ତି । ତାଙ୍କ କାମ ପାଇଁ ଝାରସୁଗୁଡାବାସୀ ସବୁବେଳେ ତାଙ୍କୁ ମନେ ରଖିବେ। ଆଜି ତାଙ୍କ ଦାୟିତ୍ବ ନେବାପାଇଁ, ଆପଣମାନଙ୍କ ସେବା କରିବାପାଇଁ, ତାଙ୍କ ଝିଅ ଦୀପାଳି ଦାସ ଆଗେଇ ଆସିଛନ୍ତି । ଆପଣ ଜାଣନ୍ତି, ସେ ଜଣେ highly educated ଝିଅ । ସମାଜସେବାରେ ତାଙ୍କର ବିଶେଷ ରୁଚି ରହିଛି । ମୋର ବିଶ୍ବାସ, ଝାରସୁଗୁଡାବାସୀଙ୍କ ସେବାର ସୁଯୋଗ ମିଳିଲେ, ସେ ତାକୁ ଦକ୍ଷତାର ସହ ପାଳନ କରିପାରିବେ।

ଝାରସୁଗୁଡା ସବୁବେଳେ ବିକାଶ ସାଥିରେ ରହିଛି । ଆପଣମାନେ ବିକାଶରେ ବିଶ୍ବାସ କରନ୍ତି । ସେଥିପାଇଁ ବିଜୁ ଜନତା ଦଳ ସାଥିରେ ରହି ଆସିଛନ୍ତି । ବିଜୁ ଜନତା ଦଳ ମା ମାନଙ୍କ କଲ୍ୟାଣରେ ବିଶ୍ବାସ କରେ । ମା ମାନଙ୍କ empowerment ରେ ବିଶ୍ବାସ କରେ । ଚାଷୀ ଭାଇର empowerment ଉପରେ ବିଶ୍ବାସ କରେ। ଯୁବଶକ୍ତିର empowerment ରେ ବିଶ୍ବାସ କରେ । ଶିଳ୍ପ କ୍ଷେତ୍ରରେ ଝାରସୁଗୁଡାର ସ୍ବତନ୍ତ୍ର ପରିଚୟ ରହିଛି । ଆପଣମାନଙ୍କ ସହଯୋଗ ଜାରି ରହିଲେ, ଝାରସୁଗୁଡା ଦେଶର ଏକ ନମ୍ବର ଶିଳ୍ପ ସମୃଦ୍ଧ ଜିଲ୍ଲା ହୋଇପାରିବ।ନିର୍ବାଚନରେ ହାର ଜିତ୍‌ ରହିଛି । ତେଣୁ ନିର୍ବାଚନ ପ୍ରଚାର ସମୟରେ ଆମେ ସମସ୍ତେ decency ରକ୍ଷା କରିବା ଜରୁରୀ । କାହାକୁ, ବିଶେଷ କରି, ଆମର ମହିଳା ମାନଙ୍କୁ, ଆମର ମା ମାନଙ୍କୁ, ଗାଳି ଦେବା, ଅସମ୍ମାନ କରିବା ଉଚିତ ନୁହେଁ ।

ପଦ୍ମପୁର ଉପ ନିର୍ବାଚନରେ ବିରୋଧୀ ଦଳ ବାପାଙ୍କୁ ହରାଇ ଥିବା ଗୋଟିଏ ଝିଅ ପ୍ରତି ଯେଭଳି ବ୍ୟବହାର କଲେ, ତାହା ଆପଣ ଜାଣନ୍ତି । ଦୁଃଖର କଥା, ଏଠାରେ ମଧ୍ୟ ସେମାନେ ଦୀପାଳିଙ୍କ ପ୍ରତି ସେହିଭଳି ବ୍ୟବହାର କରୁଛନ୍ତି । ଗାଳି ଦେଉଛନ୍ତି । ଏହା ମୋତେ ବହୁତ ଦୁଃଖ ଦେଇଛି । ଦୀପାଳି ଏ ମାଟିର ଝିଅ । ଏ ମାଟିର ସେବା କରିବା ପାଇଁ ଆପଣମାନେ ତାକୁ ସୁଯୋଗ ଦେବେ, ଏ ଭରସା ମୋର ଅଛି । ମୋର ଅନୁରୋଧ, ଆପଣମାନେ ବିଜୁ ଜନତା ଦଳର ପ୍ରାର୍ଥୀ ଦୀପାଳି ଦାସଙ୍କୁ ଆଶୀର୍ବାଦ କରନ୍ତୁ । ଶଙ୍ଖ ଚିହ୍ନରେ ଭୋଟ ଦିଅନ୍ତୁ।