ସୁରଜ୍ ପୁରସ୍କାର-୨୦୨୨ ପାଇଲେ ଗଞ୍ଜାମର ସ୍ୱର୍ଗତ ସୁଶୀଲ ସାହୁ ଓ ସିଦ୍ଧି ସମୃଦ୍ଧି..

- Advertisement -

() ବିଶ୍ଵ ଅଙ୍ଗ ଦାନ ଦିବସ

ସୁରଜ୍ ପୁରସ୍କାର-୨୦୨୨ ପାଇଲେ ଗଞ୍ଜାମର ସ୍ୱର୍ଗତ ସୁଶୀଲ ସାହୁ ଓ ସିଦ୍ଧି ସମୃଦ୍ଧି।

ଉଭୟଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଲେଖାଏ ଆର୍ଥିକ ପୁରସ୍କାର । ମୃତ ବ୍ୟକ୍ତିଙ୍କ ଅଙ୍ଗଦାନ ଦ୍ବାରା ସମାଜ ଉପରେ ଭଲ ପ୍ରଭାବ ପଡୁଛି।

ସେମାନଙ୍କ ପରିବାର ନିକଟରେ ସମାଜ ୠଣୀ

ଭଲ କାମ କରି ସମାଜ ପାଇଁ ପ୍ରେରଣା ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ।

{} ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଗଞ୍ଜାମର ଜଗନ୍ନାଥ ପ୍ରସାଦ ଅଞ୍ଚଳର ଆଲାଡ଼ି ଗ୍ରାମର ସ୍ଵର୍ଗତ ସୁଶୀଲ ସାହୁ ଓ ଗଞ୍ଜାମ ଜିଲ୍ଲା ଗୋପାଳପୁର ସ୍ଥିତ କନିଶି ବ୍ଲକ୍ ନୀଳାଚଳ ନଗରର ସିଦ୍ଧି ସମୃଦ୍ଧିଙ୍କୁ ୨୦୨୨ ପାଇଁ ସୁରଜ୍ ପୁରସ୍କାର ପ୍ରଦାନ କରିଛନ୍ତି।

ଭିଡିଓ କନଫରେନ୍ସ ଜରିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବାଚସ୍ପତି ଶ୍ରୀ ବିକ୍ରମ କେଶରୀ ଆରୁଖ ସୁଶିଲଙ୍କ ପତ୍ନୀ ଶ୍ରୀମତି ପିଙ୍କି ସାହୁ ଓ ସିଦ୍ଧି ଙ୍କ ପିତା ଶ୍ରୀ ସପନ୍ କୁମାର ବିନ୍ଧାଣୀ ଉଭୟଙ୍କୁ ୫ ଲକ୍ଷ ଟଙ୍କାର ଚେକ୍ ପ୍ରଦାନ କରିଛନ୍ତି।ହୃଦୟ, କିଡନୀ ଓ ଯକୃତ ପରି ଜୀବନ ରକ୍ଷାକାରୀ ଅଙ୍ଗ ଦାନ ପାଇଁ ୨୦୨୦ ଠାରୁ ଏହି ପୁରସ୍କାର ଦିଆଯାଉଛି। ଚଳିତ ବର୍ଷ ଏହା ତୃତୀୟ ସୁରଜ୍ ପୁରସ୍କାର। 2020 ରେ ଗଞ୍ଜାମର ମସ୍ତିସ୍କ ମୃତ ସୁରଜ୍ ବେହେରାଙ୍କ ପିତାମାତା ତାଙ୍କର ଛ ଟି ଗୁରୁତବପୂର୍ଣ ଅଙ୍ଗ ଦାନ କରି ଛଅ ଟି ଜୀବନ ରକ୍ଷା କରି ଥିବାରୁ , ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସେହି ବର୍ଷ ତାଙ୍କ ନାମରେ ସୁରଜ୍ ପୁରସ୍କାର ଆରମ୍ଭ କରିଥିଲେ।

ଉଭୟ ସୁଶୀଲ ଓ ସିଦ୍ଧିଙ୍କ ପିତା ମାତାଙ୍କ ନିକଟରେ ସମାଜ ରୁଣୀ ବୋଲି ମତ ଦେଇ କହିଲେ ଯେ ଏହା ଦ୍ବାରା ସମାଜ ଉପରେ ବହୁତ୍ ଭଲ ପ୍ରଭାବ ପଡୁଛି। ଏହି ପରି ଭଲ କାମ କରି ସମାଜ ପାଇଁ ପ୍ରେରଣା ସୃଷ୍ଟି କରି ଏକ ସୁନ୍ଦର ସମାଜ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ।

ମୂଖ୍ୟମନ୍ତ୍ରୀ କହିଲେ ଯେ ଅଙ୍ଗ ଦାନ ଅନେକ ପରିବାର ପାଇଁ ଆଶା ସୃଷ୍ଟି କରି ପାରୁଛି। ଅନ୍ୟର ଜୀବନ ରକ୍ଷା ସବୁଠାରୁ ଅଧିକ ପୁଣ୍ୟ କାର୍ଯ୍ୟ। ଅଙ୍ଗ ଦାନ ଏକ ସାହସିକ ଓ ସାହସିକ ନିଷ୍ପତ୍ତି। ଅଙ୍ଗ ଦାନ କରୁଥିବା ପରିବାରଙ୍କ ତ୍ୟାଗର ତୁଳନା ନାହିଁ ବୋଲି ସେ କହିଥିଲେ।

ବାଚସ୍ପତି ଶ୍ରୀ ବିକ୍ରମ କେଶରୀ ଆରୁଖ ଓ ସ୍ଵାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ ପ୍ରମୁଖ ନିଜର ବକ୍ତବ୍ୟ ରଖି ସୁଶୀଲ ଓ ସିଦ୍ଧୀଙ୍କ ପରିବାରର ତ୍ୟାଗ ର ଉଚ୍ଚ ପ୍ରଶଂସା କରିଥିଲେ। ସେମାନଙ୍କ ଏହି ମହାନ କାର୍ଯ୍ୟ ସମାଜ ପାଇଁ ଆଦର୍ଶ ବୋଲି ସେମାନେ କହିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ ( ୫ଟି) ଶ୍ରୀ ଭି କେ ପଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ।NHM ର ନିର୍ଦେଶକ ବ ସ୍ବାଗତ ଭାଷଣ ଦେଇଥିଲେ ଓ DMET ଧନ୍ୟବାଦ୍ ଅର୍ପଣ କରିଥିଲେ।

ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଶାସନ ସଚିବ , ଉନ୍ନୟନ କମିଶନର ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ..

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_imgspot_img

Latest Articles