ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଓ କୃତଜ୍ଞତା ଜ୍ଞାପନ ନବୀନ…

- Advertisement -

ଭୁବନେଶ୍ୱର : ବିଜୁ ଜନତା ଦଳ ରାଜ୍ୟ ସଭାପତି ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଓଡ଼ିଶାର ସାଢ଼େ ୪କୋଟି ଜନସାଧାରଣଙ୍କୁ ଧର୍ଯ୍ୟର ସହ ମହାମାରୀ କରୋନା ବିପତ୍ତିକୁ ମୁକାବିଲା କରୁଥିବାରୁ ଅଶେଷ ଅଶେଷ ଧନ୍ୟବାଦ ଓ କୃତଜ୍ଞତା ଜ୍ଞାପନ କରିଛନ୍ତି ।

ଏଭଳି ଏକ ସଙ୍କଟ ପୂର୍ଣ୍ଣ ସମୟରେ ବିଜୁ ଜନତା ଦଳର ଅଗଣିତ କର୍ମୀ ଓ ଶୁଭେଚ୍ଛୁ ମାନଙ୍କୁ ନିବେଦନ କରୁଛି ଯେ, ସମସ୍ତେ ନିଜ ନିଜ ଅଞ୍ଚଳର ଜଣେବି ବ୍ୟକ୍ତିକୁ ଭୋକିଲା ରହିବାକୁ ଦେବେ ନାହିଁ । ପ୍ରତି ଭୋକିଲା ବ୍ୟକ୍ତିକୁ ନିଜ ପରିବାରର ସଦସ୍ୟ ଭାବେ ବିବେଚନା କରି ଏଭଳି ସମୟରେ ବିଭୁକ୍ଷ ଲୋକଙ୍କ ପାଖରେ ଛିଡ଼ାହୋଇ ସମାଜ ପାଇଁ ଉଦାହରଣ ସୃଷ୍ଟି କରନ୍ତୁ। ଏଭଳି କାର୍ଯ୍ୟକୁ ଏକ ସାମାଜିକ ଦାୟିତ୍ୱ ଭାବରେ ଗ୍ରହଣ କରିବା ପାଇଁ ବିଜୁ ଜନତା ଦଳ ସଭାପତି ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କର ନିର୍ଦ୍ଦେଶକୁ ଅନୁପାଳନ କରିବା ସହ ଏଭଳି ଏକ ଆପାତ୍ତକାଳୀନ ସ୍ଥିତିରେ ଜନସାଧାରଣ ସ୍ୱାସ୍ଥ୍ୟ ବିଭାଗ ଦ୍ଵାରା ଘୋଷଣା କରାଯାଉଥିବା ଗାଇଡ଼ ଲାଇନକୁ ଅନୁପାଳନ କରନ୍ତୁ । ଯଦି କୌଣସି ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟରେ ଘରୁ ବାହାରକୁ ଯାଉଛନ୍ତି ତେବେ ମାସ୍କ ନିଶ୍ଚୟ ପିନ୍ଧନ୍ତୁ । ବିଜୁ ଜନତା ଦଳର ଅଗଣିତ କର୍ମୀ ଓ ଶୁଭେଚ୍ଛୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କର ଏହି ଆହ୍ଵାନ କୁ ଗ୍ରହଣ କରିବା ସହିତ ଏହାକୁ ଏକ ସାମାଜିକ ଆନ୍ଦୋଳନରେ ପରିଣତ କରିବାକୁ ନିବେଦନ।

ସମସ୍ତ ନିର୍ବାଚିତ ପ୍ରତିନିଧି(ଏମପି, ଏମଏଲଏ), ପୌର ପରିଷଦ, ମହାନଗର ନିଗମର ସମସ୍ତ ପ୍ରତିନିଧି ବ୍ଲକ ଚେୟାରମେନ ତଥା ସମସ୍ତ ନିର୍ବାଚିତ ପ୍ରତିନିଧି ତଥା ବିଜୁ ଜନତା ଦଳର ଅଗଣିତ କର୍ମୀ ମାନଙ୍କୁ ନିବେଦନ ସେମାନେ “ଜୀବନ ବିନ୍ଦୁ” କାର୍ଯ୍ୟକ୍ରମ ମାଧ୍ୟମରେ ଆମେ ରକ୍ତ ଅଭାବକୁ ମୁକାବିଲା କରିବା ଏବଂ ଏହି ଘଡିସନ୍ଧି ସମୟରେ ଆମେ ଆମର ସାମାଜିକ ଦାୟିତ୍ୱ ନିର୍ବାହ କରିବା ସହିତ ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ରାଜ୍ୟ ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଯେଉଁ ନିର୍ଦ୍ଦେଶ ଦେଇଛନ୍ତି ବିଜେଡି ନେତା ସଞ୍ଜୟ ଦାସ ବର୍ମା କହିଛନ୍ତି l

 

 

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_imgspot_img

Latest Articles