ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଜଣାଇଲେ ଅଭିନନ୍ଦନ..

- Advertisement -

ଭୁବନେଶ୍ଵର: ଆଜି ଉତ୍କଳ ଦିବସ । ଓଡିଶା ସ୍ବତନ୍ତ୍ର ପ୍ରଦେଶ ଭାବେ ୮୪ ବର୍ଷରେ ପାଦ ଥାପିଛି । ହେଲେ ସବୁ ବର୍ଷ ଅପେକ୍ଷା ଏ ବର୍ଷର ଉତ୍କଳ ଦିବସକୁ ଫିକା କରିଦେଇଛି କରୋନା। ଏହି ଉପଲକ୍ଷେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି |
ରାଷ୍ଟ୍ରପତି ରାମନାଥ କୋବିନ୍ଦ ଟ୍ୱିଟରରେ ଲେଖିଛନ୍ତି ଯେ ଉତ୍କଳ ଦିବସ ପାଳନ ଅବସରରେ ସମସ୍ତ ରାଜ୍ୟବାସୀଙ୍କୁ ମୋର ଅଭିନନ୍ଦନ ଓ ଶୁଭେଚ୍ଛା । ରାଜ୍ୟର ଭବିଷ୍ୟତ ଉଜ୍ୱଳମୟ, ଶାନ୍ତିପ୍ରିୟ ଏବଂ ସମୃଦ୍ଧଶାଳୀ ହେଉ ଏହା ହିଁ ମୋର କାମନା । ଏହି ପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଟ୍ୱିଟ କରି କହିଛନ୍ତି ଯେ ଓଡ଼ିଶାର ସମସ୍ତ ଭାଇ ଭଉଣୀମାନଙ୍କୁ ଉତ୍କଳ ଦିବସର ଅଭିନନ୍ଦନ । ଆଗାମୀ ଦିନ ମାନଙ୍କରେ ଓଡ଼ିଶାର ପ୍ରଗତି ଓ ଅଗ୍ରଗତି ପାଇଁ ମୋର ପ୍ରାର୍ଥନା ।

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_imgspot_img

Latest Articles