ଆଜି ଗୁରୁ ଦିବସ; ଅଜ୍ଞାନ ରୂପକ ଅନ୍ଧକାରକୁ ଦୂର କରନ୍ତି ଗୁରୁ….

- Advertisement -
- Advertisement -

() ଗୁରୁ ବ୍ରହ୍ମା,ଗୁରୁ ବିଷ୍ଣୁ, ଗୁରୁ ଦେବ ମହେଶ୍ୱର,ଗୁରୁ ସାକ୍ଷାତ ପରଂବ୍ରହ୍ମ ତସ୍ମୈଶ୍ରୀ ଗୁରବେ ନମଃ। ଆଜି ହେଉଛି ପବିତ୍ର ଗୁରୁ ଦିବସ। ଭାରତର ପ୍ରଥମ ଉପ-ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମ ଦିବସ। ଡ. ସର୍ବପଲ୍ଲୀ ରାଧାକ୍ରିଷ୍ଣଙ୍କ ଜନ୍ମ ଦିବସ ଅବସରରେ ତାଙ୍କ ସ୍ମୃତିରେ ସମଗ୍ର ଭାରତରେ ଆଜିର ଦିନରେ ଗୁରୁ ଦିବସ ରୂପେ ପାଳନ କରାଯାଏ। ଗୁରୁ ଶବ୍ଦର ଅର୍ଥ ହେଉଛି ‘ଗୁ’ ଅର୍ଥ ଅନ୍ଧକାର, ଓ ‘ରୁ’ ଅର୍ଥ ଆଲୋକ। ଅର୍ଥାତ ଅଜ୍ଞାନ ରୂପକ ଅନ୍ଧକାରକୁ ଦୂର କରି ଆଲୋକ ଭଳି ସଠିକ ରାସ୍ତା ଯିଏ ଦେଖାନ୍ତି ସେ ହେଉଛନ୍ତି ଗୁରୁ । ଗୁରୁ ଚିରକାଳ ନମସ୍ୟ ଓ ପୂଜ୍ୟ। ମା’ ବାପାଙ୍କ ପରେ ଗୁରୁ ହିଁ ଜଣେ ଯିଏ ଆମର ମାର୍ଗଦର୍ଶକ ସାଜନ୍ତି। ଆମକୁ ଅନେକ ଶିକ୍ଷା ଦିଅନ୍ତି ଆଉ ବେଳେବେଳେ ଆମକୁ ଶୃଙ୍ଖଳିତ କରିବା ପାଇଁ କଠୋର ଅନୁଶାସନକୁ ଯିଏ ଆପଣେଇଥାନ୍ତି ସେ ହେଉଛନ୍ତି ଗୁରୁ।

କେବଳ ପାଠପଢିବା କ୍ଷେତ୍ରରେ ନୁହେଁ ଗୀତ, ନାଚ ହେଉ ଅବା ଖେଳକୁଦ ପରି ଅନେକ କ୍ଷେତ୍ରରେ ଆଗକୁ ବଢ଼ିବା ପାଇଁ ଗୁରୁ ହିଁ ମୂଖ୍ୟ ଭୂମିକା ଗ୍ରହଣ କରିଥାନ୍ତି। ଶିଷ୍ୟର ଚରିତ୍ର ଗଠନ ହେଉ କିମ୍ବା ତାକୁ ଭଲ ମଣିଷ ରୂପେ ଗଢ଼ି ତୋଳିବାରେ ଗୁରୁଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।ଆମ ଜୀବନରେ ଗୁରୁଙ୍କ ମହତ୍ତ୍ୱ କେତେ ରହିଛି ତାହା ବେଶ୍‌ ସମସ୍ତଙ୍କୁ ଜଣା। ଜନ୍ମଦାତ୍ରୀ ମା’ ପ୍ରତ୍ୟେକ ପିଲାର ପ୍ରଥମ ଗୁରୁ ହୋଇଥିବା ବେଳେ ଅଜ୍ଞାନର ଅନ୍ଧକାରକୁ ଦୂର କରି ଆଲୋକ ଦେଇଥାନ୍ତି ଶିକ୍ଷକ ଓ ଶିକ୍ଷୟିତ୍ରୀ। ପ୍ରତି ମୁହୂର୍ତ୍ତରେ ଜୀବନରେ ଆସୁଥିବା ଝଡ଼ଝଞ୍ଜାକୁ କିଭଳି ମୁକାବିଲା କରାଯାଇ ପାରିବ ସେନେଇ ଆମକୁ ସେମାନେ ପ୍ରସ୍ତୁତ କରିଥାନ୍ତି। ଯେତେବେଳେ ଗୁରୁ ଶିଷ୍ୟଙ୍କ କଥା ଆଲୋଚନା ହୁଏ ସେତେବେଳେ ଗୁରୁ ଦ୍ରୋଣାଚାର୍ଯ୍ୟ ଓ ଏକଲବ୍ୟଙ୍କ କଥା ମନକୁ ଆସେ। ସେମାନଙ୍କର କାହାଣୀ ଏକ ରୋଚକପୂର୍ଣ୍ଣ। କିପରି ସେ ଗୁରୁ ଦ୍ରୋଣଙ୍କୁ ଗୁରୁ ଦକ୍ଷିଣାରେ ନିଜ ଆଙ୍ଗୁଠିକୁ କାଟି ଦେଇଥିଲେ ସେ କାହାଣୀ ଆଜି ବି ସମସ୍ତଙ୍କ ମନରେ ଅଛି।

୧୯୫୪ ମସିହାରେ ଶିକ୍ଷା ଏବଂ ରାଜନୀତିରେ ନିଜର ଯୋଗଦାନ ପାଇଁ ସର୍ବପଲ୍ଲୀ ରାଧାକ୍ରିଷ୍ଣଙ୍କୁ ଭାରତ ସମ୍ମାନରେ ସମ୍ମାନିତ କରଯାଇଥିଲା। ସେ ରାଜନୀତିରେ ଅସୀମ ହେବା ପରେ ହିଁ ନିଜେ ନିଜକୁ ଶିକ୍ଷକ ରୂପେ ଗ୍ରହଣ କରିଥିଲେ। ଏହି କାରଣରୁ ସେପ୍ଟେମ୍ବର ୫ ତାରିଖକୁ ହିଁ ଗୁରୁ ଦିବସ ରୂପେ ପାଳନ କରାଯାଇଥାଏ। ବିଦ୍ୟାର୍ଥୀମାନଙ୍କ ପାଇଁ ଗୁରୁ ହେଉଛନ୍ତି ବନ୍ଧୁ, ଦାର୍ଶନିକ, ପଥ ପ୍ରଦର୍ଶକ ଏପରିକି ସାକ୍ଷାତ ଈଶ୍ୱର ମଧ୍ୟ ତେଣୁ ଜଗନ୍ନାଥ ଦାସଙ୍କ ଭାଗବତରେ ଲେଖା ଅଛି ଗୁରୁଙ୍କୁ ନ ମଣିବ ନର, ଗୁରୁ ହିଁ ସାକ୍ଷାତ ଈଶ୍ୱର।

- Advertisement -

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_img

Latest Articles