ତାତିରୁ ମିଳିପାରେ ନିସ୍ତାର: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା…

- Advertisement -

ଭୁବନେଶ୍ବର : ଆଜି ରାଜ୍ୟର ୪ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହ ଅନେକ ଜିଲ୍ଲାରେ ମଧ୍ୟ ଜୋରରେ ପବନ ବହିପାରେ। ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିମି ରହିବ। ଏହାପରେ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ଲାଗି ରହିବ। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ପର୍ଯ୍ୟନ୍ତ ପହଞ୍ଚିବ। ଏ ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।ସ୍ଥିତିକୁ ଦେଖି କିଛି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଆଜି ଗଜପତି, ରାୟଗଡ଼ା, ମୟୂରଭଞ୍ଜ ଓ କେନ୍ଦୁଝର ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।ଏହି ୪ଟି ଜିଲ୍ଲା ସମେତ କୋରାପୁଟ, ଗଞ୍ଜାମ, କନ୍ଧମାଳ, ନୂଆପଡ଼ା, ବାଲେଶ୍ବର, ସୋନପୁର, ବୌଦ୍ଧ ଓ ମାଲକାନଗିରିରେ ବିଜୁଳି ଘଡ଼ ଘଡ଼ି ସହ ବର୍ଷା ହେବ। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିମି ରହିବ।
ସେହିପରି ଗତକାଲି ପୁରୀ, ଦେବଗଡ଼, ଗଜପତି, ରାୟଗଡ଼ା,ସମ୍ବଲପୁର, କଟକ, କୋରାପୁଟ, ନବରଙ୍ଗପୁର ଓ କନ୍ଧମାଳ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏହି ସମୟରେ ପବନର ବେଗ ୩୦ରୁ ୪୦ କିମି ରହିବ। ସେହିପରି ୩ ତାରିଖ ଦିନ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, କନ୍ଧମାଳ, କୋରାପୁଟ, ଗଞ୍ଜାମ, ଗଜପତି, ରାୟଗଡ଼ା‌ ଓ କଳାହାଣ୍ଡି ଆଦି ଜିଲ୍ଲା ଏବଂ ୪ ତାରିଖ ଦିନ କୋରାପୁଟ, କଳାହାଣ୍ଡି, ଗଜପତି, ଗଞ୍ଜାମ, କନ୍ଧମାଳ, ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗୀର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଆଦି ଜିଲ୍ଲାରେ ଝଡ଼ବର୍ଷା ହେବା ସହ ପବନର ବେଗ ୩୦ରୁ ୪୦ କିମି ରହିବ।

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_imgspot_img

Latest Articles